Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୧୦ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୧୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୬୪ ଜଣ ଚିହ୍ନଟ ହୋଇଥିବା ବେଳେ ୪୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୫୯୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୫ ହଜାର ୯୨୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୦୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୮ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୨ ଟି ଜିଲ୍ଲାରୁ ୧୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ କଟକ ଜିଲ୍ଲାରୁ ୨୦ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫ ଜଣ, ଅନୁଗୁଳ ଜିଲ୍ଲାରୁ ୬ ଜଣ, ବାଲେଶ୍ଵର ଜିଲ୍ଲାରୁ ୨ ଜଣ, ବରଗଡ ଜିଲ୍ଲାରୁ ୪ ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ଦେବଗଡ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୬ ଜଣ, ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୫ ଜଣ, ଝାରସୁଗୁଡା ଜିଲ୍ଲାରୁ ୪ ଜଣ, କଳାହାଣ୍ଡି ଜିଲ୍ଲାରୁ ୨ ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କୋରାପୁଟ ଜିଲ୍ଲାରୁ ଜଣେ, ମୟୂରଭଞ୍ଜ ଜିଲ୍ଲାରୁ ୯ ଜଣ, ପୁରୀ ଜିଲ୍ଲାରୁ ୩ ଜଣ, ରାୟଗଡା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭ ଜଣ ଏବଂ ଷ୍ଟେଟ ପୁଲରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୬ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୨, କଟକରୁ ୮, ଯାଜପୁରରୁ ୮, ମୟୂରଭଞ୍ଜରୁ ୮, ଅନୁଗୁଳରୁ ୭, ସୁନ୍ଦରଗଡରୁ ୭, ଦେବଗଡ଼ରୁ ୪, ବରଗଡରୁ ୨, ଗଞ୍ଜାମରୁ ୨, ଝାରସୁଗୁଡାରୁ ୨, ପୁରୀରୁ ୨, ସମ୍ବଲପୁରରୁ ୨, ରାୟଗଡ଼ାରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୫ ହଜାର ୯୨୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୪୮୯ କୁ ବୃଦ୍ଧି ହୋଇଛି। ତେବେ ୫୯୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୬୫ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୭ ଜଣ ଚିହ୍ନଟ ହୋଇଥିବା ବେଳେ ୨୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୩୨୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୫ ହଜାର ୭୩୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬୨୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୮ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୧୩ ଟି ଜିଲ୍ଲାରୁ ୬୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୫ ଜଣ, ଅନୁଗୁଳ ଜିଲ୍ଲାରୁ ୪ ଜଣ, ବାଲେଶ୍ଵର ଜିଲ୍ଲାରୁ ୫ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୫ ଜଣ, ଦେବଗଡ ଜିଲ୍ଲାରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଯାଜପୁର ଜିଲ୍ଲାରୁ ୫ ଜଣ, ଝାରସୁଗୁଡା ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୯ ଜଣ, ନୂଆପଡା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୩ ଜଣ, ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୧୧, ବାଲେଶ୍ବରରୁ ୭, ଝାରସୁଗୁଡାରୁ ୭, ସୁନ୍ଦରଗଡରୁ ୭, ଖୋର୍ଦ୍ଧାରୁ ୬, ଅନୁଗୁଳରୁ ୪, ଯାଜପୁରରୁ ୪, କଟକରୁ ୩, ଢେଙ୍କାନାଳରୁ ୩, ନୟାଗଡ଼ରୁ ୩, ଗଞ୍ଜାମରୁ ୨, ଜଗତସିଂହପୁରରୁ ୨, ନବରଙ୍ଗପୁରରୁ ୨, ପୁରୀରୁ ୨, ବରଗଡରୁ ୧, ଭଦ୍ରକରୁ ୧, ଗଜପତିରୁ ୧, କୋରାପୁଟରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୫ ହଜାର ୭୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୨୫୮ କୁ ବୃଦ୍ଧି ହୋଇଛି। ତେବେ ୫୫୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୯୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୯୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୧୪, ସୁନ୍ଦରଗଡରୁ ୧୩, ବାଲେଶ୍ବରରୁ ୧୨, ଖୋର୍ଦ୍ଧାରୁ ୧୧, ଭଦ୍ରକରୁ ୯, ଯାଜପୁରରୁ ୫, ଝାରସୁଗୁଡାରୁ ୪, ରାୟଗଡାରୁ ୪, କେନ୍ଦୁଝରରୁ ୩, ମୟୂରଭଞ୍ଜରୁ ୩, ପୁରୀରୁ ୩, ଦେବଗଡରୁ ୨, ଅନୁଗୁଳରୁ ୧, ବଲାଙ୍ଗୀରିରୁ ୧, ବୌଦ୍ଧରୁ ୧, କଟକରୁ ୧, କଳାହାଣ୍ଡିରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୫ ହଜାର ୬୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୧୯୨ କୁ ବୃଦ୍ଧି ହୋଇଛି। ତେବେ ୫୬୧ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଓଡିଶାରୁ ରାମ ମନ୍ଦିର ନିର୍ମାଣ ପାଇଁ ସଂଗ୍ରହ ହେଲା ୪୨ କୋଟିରୁ ଉର୍ଦ୍ଧ୍ଵ ଟଙ୍କା

ଭୁବନେଶ୍ବର: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ‘ଶ୍ରୀରାମ ଜନ୍ମଭୂମି ମନ୍ଦିର ନିଧି ସମର୍ପଣ ସମିତି’ ଦ୍ଵାରା ଦେଶ ବ୍ୟାପୀ ଅର୍ଥ ସଂଗ୍ରହ କରାଯାଉଛି। ଓଡିଶାରେ ମଧ୍ୟ ରାମ ମନ୍ଦିର ନିର୍ମାଣ ପାଇଁ ନିଧି ସଂଗ୍ରହ କରାଯାଇଥିଲା।

ତେବେ ଓଡିଶାରୁ ରାମ ମନ୍ଦିର ନିର୍ମାଣ ପାଇଁ ୪୨ କୋଟିରୁ ଉର୍ଦ୍ଧ୍ଵ ଟଙ୍କା ସଂଗ୍ରହ ହୋଇଛି। ମକର ସଙ୍କ୍ରାନ୍ତି ଠାରୁ ମାଘ ପୂର୍ଣ୍ଣିମା ପର୍ଯ୍ୟନ୍ତ ହୋଇଥିବା ଅର୍ଥ ସଂଗ୍ରହରେ ମୋଟ ୪୨ କୋଟି ୩ ଲକ୍ଷ ୭ ହଜାର ୬୬ ଟଙ୍କା ସଂଗ୍ରହ ହୋଇଛି। ଶ୍ରୀରାମ ଜନ୍ମଭୂମି ମନ୍ଦିର ନିଧି ସମର୍ପଣ ସମିତି ଏନେଇ ଖୁସି ବ୍ୟକ୍ତ କରିବା ସହ ଓଡିଶାବାସୀଙ୍କୁ ଧନ୍ୟବାଦ ଜଣାଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୭୧ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୩ ଜଣ ଚିହ୍ନଟ ହୋଇଥିବା ବେଳେ ୨୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୧୯୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୫ ହଜାର ୫୬୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬୫୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୮ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୦ ଟି ଜିଲ୍ଲାରୁ ୭୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୧ ଜଣ, ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ଵର ଜିଲ୍ଲାରୁ ୫ ଜଣ, ବରଗଡ ଜିଲ୍ଲାରୁ ୪ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ଜଣେ, ଦେବଗଡ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୩ ଜଣ, ଗଞ୍ଜାମ ଜିଲ୍ଲାରୁ ୬ ଜଣ, ଯାଜପୁର ଜିଲ୍ଲାରୁ ୭ ଜଣ, ଝାରସୁଗୁଡା ଜିଲ୍ଲାରୁ ୨ ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, ମୟୂରଭଞ୍ଜ ଜିଲ୍ଲାରୁ ୬ ଜଣ, ନୟାଗଡ ଜିଲ୍ଲାରୁ ୨ ଜଣ, ନୂଆପଡା ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୨ ଜଣ, ରାୟଗଡା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୫ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୧୫, ବରଗଡରୁ ୭, ବାଲେଶ୍ବରରୁ ୬, ଯାଜପୁରରୁ ୬, ମୟୂରଭଞ୍ଜରୁ ୬, ସୁନ୍ଦରଗଡରୁ ୬, ଭଦ୍ରକରୁ ୪, ଖୋର୍ଦ୍ଧାରୁ ୪, କଟକରୁ ୩, ଗଜପତିରୁ ୨, ଝାରସୁଗୁଡାରୁ ୨, ନବରଙ୍ଗପୁରରୁ ୨, ପୁରୀରୁ ୨, ଅନୁଗୁଳରୁ ୧, ଦେବଗଡରୁ ୧, କେନ୍ଦ୍ରାପଡାରୁ ୧, ମାଲକାନାଗିରିରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୫ ହଜାର ୫୬୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୧୨୧ କୁ ବୃଦ୍ଧି ହୋଇଛି। ତେବେ ୫୮୧ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୬୫ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୮ ଜଣ ଚିହ୍ନଟ ହୋଇଥିବା ବେଳେ ୨୭ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୧୨୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୫ ହଜାର ୪୯୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬୫୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୮ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୧୨ ଟି ଜିଲ୍ଲାରୁ ୬୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ସୁନ୍ଦରଗଡ ଏବଂ କଟକ ଜିଲ୍ଲାରୁ ୧୩ ଜଣ, ଅନୁଗୁଳ ଜିଲ୍ଲାରୁ ୫ ଜଣ, ବାଲେଶ୍ଵର ଜିଲ୍ଲାରୁ ୨ ଜଣ, ବରଗଡ ଜିଲ୍ଲାରୁ ୨ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୩ ଜଣ, ଯାଜପୁର ଜିଲ୍ଲାରୁ ୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୩ ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୭ ଜଣ, ସମ୍ବଲପୁର ଜିଲ୍ଲାରୁ ୩ ଜଣ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ୭ ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା: ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ

ଭୁବନେଶ୍ୱର: ରାଜ୍ୟରେ ୭ ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି। ଆଜି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅନୁଗୁଳ, ବରଗଡ, ଦେଓଗଡ, ଝାରସୁଗୁଡା, କେନ୍ଦୁଝର, ସମ୍ବଲପୁର, ଏବଂ ସୁନ୍ଦରଗଡରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି। ତେବେ ବର୍ଷା ସମୟରେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ନିରାପଦ ସ୍ଥାନରେ ରହିବାକୁ ଲୋକମାନଙ୍କୁ ପରାମର୍ଶ ଦିଆଯାଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୯୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୯୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୪, ସମ୍ବଲପୁରରୁ ୧୩, ସୁନ୍ଦରଗଡରୁ ୧୧, ଯାଜପୁରରୁ ୯, ମୟୂରଭଞ୍ଜରୁ ୮, ବରଗଡରୁ ୬, ପୁରୀରୁ ୬, ବାଲେଶ୍ବରରୁ ୫, କଟକରୁ ୪, ନୂଆପଡାରୁ ୩, ଭଦ୍ରକରୁ ୨, କଳାହାଣ୍ଡିରୁ ୨, ଦେବଗଡରୁ ୧, ଝାରସୁଗୁଡାରୁ ୧, କେନ୍ଦ୍ରାପଡ଼ାରୁ ୧, ନବରଙ୍ଗପୁରରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟ ପୁଲରୁ ୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୫ ହଜାର ୪୯୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୫୬ କୁ ବୃଦ୍ଧି ହୋଇଛି। ତେବେ ୫୮୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ସୁରକ୍ଷିତ ରକ୍ତ ପରୀକ୍ଷା: ଓଡ଼ିଶାର ପ୍ରଥମ ହସ୍ପିଟାଲ୍ ଭାବେ ସମ୍‌ ହସ୍ପିଟାଲ୍‌ରେ ଆଇଡି-ନାଟ୍ ମେସିନ୍ ଆରମ୍ଭ

ଭୁବନେଶ୍ୱର: ଓଡ଼ିଶାର ପ୍ରଥମ ସ୍ୱାସ୍ଥ୍ୟ ଅନୁଷ୍ଠାନ ଭାବେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍‌ର ପୋଷ୍ଟ ଗ୍ରାଜୁଏଟ୍ ଡିପାର୍ଟମେଂଟ ଅଫ୍ ଟ୍ରାନ୍ସଫ୍ୟୁଜନ ମେଡିସିନ୍ ରେ ସୁରକ୍ଷିତ ରକ୍ତ ଅର୍ନ୍ତକ୍ଷେପଣ ନିମନ୍ତେ ଆଇଡି-ନାଟ୍ ବ୍ଲଡ୍ ସ୍କ୍ରିନିଂ ବ୍ୟବସ୍ଥା ଆରମ୍ଭ କରାଯାଇଛି।

ଏହି ଇଣ୍ଡିଭିଜୁଆଲ୍ ଡୋନର୍ ନ୍ୟୁକ୍ଲିକ୍ ଏସିଡ୍ ଟେଷ୍ଟିଂ (ଆଇଡି-ନାଟ୍‌) ମେସିନ୍‌କୁ ସମ ହସ୍ପିଟାଲ୍‌ରେ ଓଡ଼ିଶାର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନବ କିଶୋର ଦାସ ଉଦ୍‌ଘାଟନ କରିବା ସହ ରକ୍ତ ପରୀକ୍ଷା ଏବଂ ରୋଗୀଙ୍କୁ ସୁରକ୍ଷିତ ଭାବେ ରକ୍ତ ଟ୍ରାନ୍ସଫ୍ୟୁଜନ୍ ନିମନ୍ତେ ଏହି ମେସିନ୍ ଖୁବ୍ ଉଚ୍ଚକୋଟୀର କାର୍ଯ୍ୟ କରିପାରିବ ବୋଲି ସେ କହିଥିଲେ।

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଏହି ସୁବିଧା ଆରମ୍ଭ କରାଯିବା ଖୁବ୍ ପ୍ରଶଂସନୀୟ। ଏଥିପାଇଁ ହସ୍ପିଟାଲ୍‌କୁ ଧନ୍ୟବାଦ ଅର୍ପଣ କରୁଛି ବୋଲି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ସେ କହିଥିଲେ।

ଷ୍ଟେଟ୍ ବ୍ଲଡ ଟ୍ରାନ୍ସଫ୍ୟୁଜନ୍ କାଉନ୍‌ସିଲ୍‌ର ନିର୍ଦ୍ଦେଶକ ଡ. ଉର୍ମିଳା ମିଶ୍ର ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ନିଜ ବକ୍ତବ୍ୟ ରଖିବା ପ୍ରସଙ୍ଗରେ କହିଥିଲେ ଯେ ବ୍ଲଡ ବ୍ୟାଙ୍କଗୁଡ଼ିକ ଦ୍ୱାରା ୫ ପ୍ରକାରର ରକ୍ତ ସ୍କ୍ରିନିଂ କରାଯାଇଥାଏ। ଏଚ୍‌ଆଇଭି, ହେପାଟାଇଟିସ୍-ବି, ହେପାଟାଇଟିସ୍‌-ସି, ମାଲେରିଆ ଏବଂ ଭିଡିଆର୍‌ଏଲ୍ ନିମନ୍ତେ ଏହି ସ୍କ୍ରିନିଂ କରାଯାଏ। ସୁରକ୍ଷିତ ରକ୍ତ ପ୍ରଦାନ ଆମର ସବୁଠାରୁ ବଡ ଉଦ୍ଦେଶ୍ୟ ଥିବା ବେଳେ ଅତ୍ୟାଧୁନିକ ବ୍ୟବସ୍ଥା ବିନା ରକ୍ତରେ ଥିବା ଭାଇରସ୍ ଚିହ୍ନଟ କରିବା ଖୁବ୍ କଷ୍ଟକର ବୋଲି ସେ କହିଥିଲେ।

ଏହି ଅବସରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) କୁଳପତି ପ୍ରଫେସର ଡ. ଅଶୋକ କୁମାର ମହାପାତ୍ର କହିଥିଲେ ଯେ ଏହି ମେସିନ୍‌ର ଖୁବ୍ ଉପଯୋଗିତା ରହିଛି ଏବଂ ବହୁ ସଂଖ୍ୟକ ରୋଗୀଙ୍କ ପାଇଁ ଏହା ଉପକାରୀ ହେବ। ଏହାର ଅଧିକ ବ୍ୟବହାର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ।

ଏହି ଅବସରରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଡିନ୍ ପ୍ରଫେସର ଗଙ୍ଗାଧର ସାହୁ, ମେଡିକାଲ୍ ସୁପରିଟେଣ୍ଡେନ୍‌ଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର, ଟ୍ରାନ୍ସଫ୍ୟୁଜନ୍ ମେଡିସିନ୍ ବିଭାଗର ମୁଖ୍ୟ ପ୍ରଫେସର ବିଭୁଦେନ୍ଦୁ ପତି ଏବଂ ଆସୋସିଏଟ ପ୍ରଫେସର ଡ. ଗିରିଜା ନନ୍ଦିନୀ କାନୁନ୍‌ଗୋ ବକ୍ତବ୍ୟ ରଖିଥିଲେ।

ଏହି ମେସିନ ଯୋଗାଉଥିବା କମ୍ପାନୀ ହେମୋଜେନୋମିକ୍ସର ଉପସଭାପତି ସଂଗୀତ ଗୋପାଳ କିନି ମେସିନ୍ ସମ୍ବନ୍ଧରେ ସୂଚନା ଦେଇ କହିଥିଲେ ଯେ ଆଇଡି-ନାଟ ରକ୍ତରେ ଥିବା ଏଚ୍‌ଆଇଭି, ହେପାଟାଇଟିସ୍‌-ବି ଏବଂ ହେପାଟାଇଟିସ୍‌-ସି ଭାଇରସକୁ ଉଇଣ୍ଡୋ ପିରିଅଡ ମଧ୍ୟରେ ଚିହ୍ନଟ କରିବାକୁ ସକ୍ଷମ। ଏହା ଫଳରେ ଚିହ୍ନଟ କରିବାର ସମୟକୁ କମ କରାଯାଇପାରେ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୬୪ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୭ ଜଣ ଚିହ୍ନଟ ହୋଇଥିବା ବେଳେ ୨୭ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୫୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୫ ହଜାର ୪୦୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬୭୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୭ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୧୭ ଟି ଜିଲ୍ଲାରୁ ୬୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୦ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୮ ଜଣ,  ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ଵର ଜିଲ୍ଲାରୁ ଜଣେ, ବରଗଡ ଜିଲ୍ଲାରୁ ୪ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ୭ ଜଣ, ଦେବଗଡ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୪ ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୫ ଜଣ, ଝାରସୁଗୁଡା ଜିଲ୍ଲାରୁ ୨ ଜଣ, କଳାହାଣ୍ଡି ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ, ରାୟଗଡା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ ଜଣ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୬ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ କଟକ ଜିଲ୍ଲାରୁ ୧୬, ସୁନ୍ଦରଗଡରୁ ୧୩, ସମ୍ବଲପୁରରୁ ୧୨, ଖୋର୍ଦ୍ଧାରୁ ୮, ମୟୂରଭଞ୍ଜରୁ ୬, ବାଲେଶ୍ବରରୁ ୫, ଝାରସୁଗୁଡ଼ାରୁ ୫, ନବରଙ୍ଗପୁରରୁ ୪, ପୁରୀରୁ ୪, ସୋନପୁରରୁ ୪, ବରଗଡରୁ ୩, ଅନୁଗୁଳରୁ ୨, ନୟାଗଡରୁ ୨ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୫ ହଜାର ୪୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୯୯୨ କୁ ବୃଦ୍ଧି ହୋଇଛି। ତେବେ ୬୧୪ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୬୩ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୮ ଜଣ ଚିହ୍ନଟ ହୋଇଥିବା ବେଳେ ୨୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୯୯୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୫ ହଜାର ୩୨୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୦୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୭ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୧୪ ଟି ଜିଲ୍ଲାରୁ ୬୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ମୟୂରଭଞ୍ଜ ଜିଲ୍ଲାରୁ ୧୪ ଜଣ,  ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ଵର ଜିଲ୍ଲାରୁ ୭ ଜଣ, କଟକ ଜିଲ୍ଲାରୁ ୧୧ ଜଣ, ଦେବଗଡ ଜିଲ୍ଲାରୁ ୫ ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ ଜଣ, ଝାରସୁଗୁଡା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ନୂଆପଡା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଓଡ଼ିଶା ପେଟ୍ରୋଲ ଏବଂ ଡ଼ିଜେଲ ପମ୍ପ କର୍ମଚାରୀ ସଂଘ ତରଫରୁ ତୈଳ କମ୍ପାନୀ ଅଫିସ ଘେରାଉ

ଭୁବନେଶ୍ୱର: ବିଭିନ୍ନ ଦାବି ନେଇ ଓଡ଼ିଶା ପେଟ୍ରୋଲ ଏବଂ ଡ଼ିଜେଲ ପମ୍ପ କର୍ମଚାରୀ ସଂଘ ତରଫରୁ ସହିଦନଗରସ୍ଥିତ ଆଲୋକ ଭାରତୀ ଟାୱାରରେ ଅବସ୍ଥିତ ପେଟ୍ରୋଲ ଓ ଡ଼ିଜେଲ କମ୍ପାନୀକୁ ଘେରାଉ କଯାଇଥିଲା। ଏଥିରେ ଦାବିସମୂହ ଥିଲା ସମସ୍ତ କର୍ମଚାରୀଙ୍କର ଦରମା ବୃଦ୍ଧି କରିବା, କେତେକ ପେଟ୍ରୋଲ ପମ୍ପ କର୍ମଚାରୀମାନଙ୍କ ପ୍ରୋଭିଡ଼େଣ୍ଟ ଫଣ୍ଡ ଓ ଇଏସ୍‌ଆଇ ଲାଗୁ କରିବା, ସମସ୍ତ କର୍ମଚାରୀଙ୍କୁ ସାମାଜିକ ସୁରକ୍ଷା ପ୍ରଦାନ କରିବା, ପେଟ୍ରୋଲ, ଡ଼ିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି ବନ୍ଦ କରିବା, କର୍ମଚାରୀ ଛଟେଇ ବନ୍ଦ କରିବା, ମହଙ୍ଗାଭତ୍ତା ପ୍ରଦାନ କରିବା, ତୈଳ କମ୍ପାନୀମାନଙ୍କ ଦ୍ୱାରା ପ୍ରଦତ୍ତ ସମସ୍ତ ସୁବିଧା ସୁଯୋଗ କର୍ମଚାରୀମାନଙ୍କୁ ଯୋଗାଇ ଦେବା, ବର୍ଷକୁ ଦୁଇହଳ ପୋଷାକ ଓ ଜୋତା ଯୋଗାଇଦେବା।

ତତସହିତ ସିଟି ଆଲାଉନ୍ସ ପ୍ରଦାନ କରିବା ଦାବିରେ କର୍ମଚାରୀ ସଂଘର ସଭାପତି ସୁରେଶ ଚନ୍ଦ୍ର ରାଉତରାୟଙ୍କ ନେତୃତ୍ୱରେ ସହିଦ ନଗର ଟ୍ରାଫିକ ଛକରୁ ଏକ ଶୋଭାଯାତ୍ରା ବାହାରି ତୈଳ କମ୍ପାନୀ ଏଚ୍‌ପିସିଏଲ, ବିପିସିଏଲ୍ ଅଫିସକୁ ଘେରାଉ କରିଥିଲେ ଏବଂ ଏକ ଦାବିପତ୍ର ତୈଳ କମ୍ପାନୀର କ୍ଷତ୍ରୀୟ ଅଧିକାରୀଙ୍କୁ ପ୍ରଦାନ କରିଥିଲେ।

ଦାବିଗୁଡ଼ିକ ପୂରଣ କରିବା କ୍ଷେତ୍ରରେ କାର୍ଯ୍ୟ କରିବା ପାଇଁ ଆଲୋଚନା କରିଥିଲେ। ଆଇଓସିଏଲ୍ କମ୍ପାନୀକୁ ସ୍ୱତନ୍ତ୍ର ଭାବରେ ଘେରାଉ କରାଯାଇ ଦାବିପତ୍ର ପ୍ରଦାନ କରିବା ପାଇଁ କର୍ମଚାରୀ ନେତାମାନେ ନିଷ୍ପତ୍ତି ନେଇଛନ୍ତି। କର୍ମଚାରୀମାନେ କୋଭିଡ଼ ସମୟରେ କାର୍ଯ୍ୟ କରିଥିଲେ ମଧ୍ୟ ସେମାନଙ୍କ ପାଇଁ କୌଣସି ପ୍ରକାର କରୋନା ସହାୟତା ତୈଳ କମ୍ପାନୀମାନେ ପ୍ରଦାନ କରିନାହାଁନ୍ତି।

ହଜାର ହଜାର କୋଟି ଟଙ୍କା ଲାଭ କରୁଥିଲେ ମଧ୍ୟ କର୍ମଚାରୀମାନଙ୍କୁ କୌଣସି ପ୍ରକାର ସହାୟତା ପ୍ରଦାନ କରିବା ଅତ୍ୟନ୍ତ ଦୁଃଖ ଓ ପରିତାପର ବିଷୟ। ଯାହାକି କର୍ମଚାରୀ ନେତାମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଯେଉଁ କର୍ମଚାରୀମାନଙ୍କ ପାଇଁ ତୈଳ କମ୍ପାନୀମାନେ ଲାଭବାନ ହେଉଛନ୍ତି, ସେମାନଙ୍କ ପରିବାର ପ୍ରତିପୋଷଣ କରିବା ଏବଂ ପିଲାମାନଙ୍କୁ ପାଠ ପଢାଇବା ପାଇଁ କର୍ମଚାରୀ ନେତାମାନେ ବହୁ ହଇରାଣ ହରତକ ହେଉଛନ୍ତି। ଏଣୁ ଏ କ୍ଷେତ୍ରରେ ତୈଳ କମ୍ପାନୀମାନେ ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ କର୍ମଚାରୀ ନେତାମାନେ ଦାବି କରିଛନ୍ତି।

ଏହି ଶୋଭାଯାତ୍ରାରେ ଶଙ୍କର ମାଝୀ, ପବିତ୍ର ଛାଟୋଇ, ଆର୍ତ୍ତବନ୍ଧୁ ସ୍ୱାଇଁ, ଜିତୁ ମହାପାତ୍ର, ବାସୁଦେବ ସାହୁ, ବିଜୟ ଦାସ, ଜ୍ୟୋତି ମହାପାତ୍ର ପ୍ରମୁଖ ନେତୃତ୍ୱ ନେଇଥିଲେ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୬୯ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୧ ଜଣ ଚିହ୍ନଟ ହୋଇଥିବା ବେଳେ ୨୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୯୨୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୫ ହଜାର ୨୫୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୦୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୭ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୧୫ ଟି ଜିଲ୍ଲାରୁ ୬୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୪, ଅନୁଗୁଳ ଜିଲ୍ଲାରୁ ୫ ଜଣ, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବଲାଙ୍ଗୀରି ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୧ ଜଣ, ଦେବଗଡ ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୫ ଜଣ, ଝାରସୁଗୁଡା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୂରଭଞ୍ଜ ଜିଲ୍ଲାରୁ ୮ ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ ଜଣ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଓଡିଶାର ଜେଇଇ ମେନ୍ ଟପ୍ପରଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଇଆଇଟି-ଜେଇଇ ମେନ୍ ପରୀକ୍ଷାରେ ଓଡ଼ିଶା ଟପ୍ପର ହୋଇଥିବା ଗୌତମ ଦାସଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି ଯେ ଆଇଆଇଟି-ଜେଇଇ ମେନ୍ ପରୀକ୍ଷାରେ ଓଡ଼ିଶା ଟପ୍ପର ହୋଇଥିବା ଗୌତମ ଦାସ ଏବଂ ସଫଳତା ହାସଲ କରିଥିବା ସମସ୍ତ ପରୀକ୍ଷାର୍ଥୀଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ। ଆଗାମୀ ଦିନରେ ସମସ୍ତଙ୍କର ଆହୁରି ସଫଳତା ଏବଂ ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୧୬, ମୟୂରଭଞ୍ଜରୁ ୮, ବାଲେଶ୍ବରରୁ ୭, ଖୋର୍ଦ୍ଧାରୁ ୭, ପୁରୀରୁ ୬, ସୁନ୍ଦରଗଡରୁ ୬, ଅନୁଗୁଳରୁ ୪, ବରଗଡରୁ ୪, ଭଦ୍ରକରୁ ୪, କଟକରୁ ୪, ଯାଜପୁରରୁ ୪, ଝାରସୁଗୁଡାରୁ ୪, ବଲାଙ୍ଗୀରିରୁ ୩, ଦେବଗଡରୁ ୧, କଳାହାଣ୍ଡିରୁ ୧, କନ୍ଧମାଳରୁ ୧ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୫ ହଜାର ୨୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୮୬୦ କୁ ବୃଦ୍ଧି ହୋଇଛି। ତେବେ ୬୪୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୫୭ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୪ ଜଣ ଚିହ୍ନଟ ହୋଇଥିବା ବେଳେ ୨୩ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୮୬୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୫ ହଜାର ୧୬୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୨୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୭ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୧୩ ଟି ଜିଲ୍ଲାରୁ ୫୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୨ ଜଣ, ଅନୁଗୁଳ ଜିଲ୍ଲାରୁ ୫ ଜଣ, ବରଗଡ ଜିଲ୍ଲାରୁ ୨ ଜଣ, ବଲାଙ୍ଗୀରି ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୮ ଜଣ, ଦେବଗଡ ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୩ ଜଣ, ଝାରସୁଗୁଡା ଜିଲ୍ଲାରୁ ୩ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୬ ଜଣ, ପୁରୀ ଜିଲ୍ଲାରୁ ୨ ଜଣ, ରାୟଗଡା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭ ଜଣ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଝାରସୁଗୁଡାରୁ ୧୨, ସୁନ୍ଦରଗଡରୁ ୧୦, ସମ୍ବଲପୁରରୁ ୯, ବାଲେଶ୍ବରରୁ ୭, ଯାଜପୁରରୁ ୬, ଖୋର୍ଦ୍ଧାରୁ ୬, ବରଗଡରୁ ୪, କଟକରୁ ୪, ମୟୂରଭଞ୍ଜରୁ ୪, ପୁରୀରୁ ୪, ଅନୁଗୁଳରୁ ୩, ବଲାଙ୍ଗୀରିରୁ ୩, ଦେବଗଡରୁ ୩, କେନ୍ଦ୍ରାପଡାରୁ ୩, କେନ୍ଦୁଝରରୁ ୩, ଗଞ୍ଜାମରୁ ୨, କଳାହାଣ୍ଡିରୁ ୧, କୋରାପୁଟରୁ ୧, ନୂଆପଡ଼ାରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୫ ହଜାର ୧୬୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୮୦୩ କୁ ବୃଦ୍ଧି ହୋଇଛି। ତେବେ ୫୭୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।