Categories
ଆଞ୍ଚଳିକ

ବାଲୁଗାଁ: ୧୬ ନଂ ଜାତୀୟ ରାଜପଥ କଡ଼ରେ ଓଲଟିଲା ଭ୍ୟାନ

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ୧୬ ନମ୍ବର ଜାତୀୟ ରାଜପଥ ବାଲୁଗାଁ ବାଇପାସ ନିକଟସ୍ଥ ସୁବୁଦ୍ଧିପାଟଣା ଛକ ନିକଟରେ ଏକ ଯାତ୍ରୀବାହୀ ଭ୍ୟାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭ୍ୟାନ ଟି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଓଲଟି ପଡ଼ିଛି।

ଖବର ମୁତାବକ ଆଜି ପୂର୍ବାହ୍ନରେ ଭୁବନେଶ୍ୱର ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହି ଭ୍ୟାନ (ଗାଡି ନଂ ଓଡ଼ି ୦୨ ଏଜି ୪୦୨୦) ସୁବୁଦ୍ଧିପାଟଣା ଛକ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା। ଉକ୍ତ ଭ୍ୟାନ ମଧ୍ୟରେ ଦୁଇ ଜଣ ଯାତ୍ରୀ ଥିବା ବେଳେ ସ୍ଥାନୀୟ ଲୋକଙ୍କ ସହାୟତାରେ ଅଗ୍ନିଶମ ବିଭାଗ ଉଦ୍ଧାର କରି ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲା।

ତେବେ ଉକ୍ତ ଦୁଇ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡ଼ିଛି। ଦୁର୍ଘଟଣା ସ୍ଥଳରେ ନାଭାଲ ଫାଣ୍ଡି ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।