Categories
ଆଜିର ଖବର ରାଜ୍ୟ ଖବର

ଓଡିଶା ଦିବସ ଉପଲକ୍ଷେ ଭୁବନେଶ୍ବରରେ ଆୟୋଜିତ ହେଲା ବରପୁତ୍ରଙ୍କ ଉପରେ ପ୍ରଦର୍ଶନୀ

ଭୁବନେଶ୍ବର: ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ସମ୍ବନ୍ଧିତ ଫଟୋଚିତ୍ର ପ୍ରଦର୍ଶନୀ ଜୟଦେବ ଭବନରେ ଉଦଘାଟିତ ହୋଇଯାଇଛି। ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ।

କାର୍ଯ୍ୟକ୍ରମରେ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂ ଓ ନିର୍ଦ୍ଦେଶକଙ୍କ ସମେତ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ପ୍ରଦର୍ଶନୀରେ ପାରଳା ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ଗୋପବନ୍ଧୁ ଦାସ, ଫକୀର ମୋହନ ସେନାପତିଙ୍କ ଠାରୁ ଆରମ୍ଭ କରି ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ, କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର, ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ, ଉତ୍କଳ ସମ୍ମିଳନୀ ସହିତ ଜଡିତ ବ୍ରଜ ସୁନ୍ଦର ଦାସ ଏବଂ ଆଦିନେତା ବିଚିତ୍ରାନନ୍ଦ ଦାସଙ୍କ ଫଟୋଚିତ୍ର ସହ ୧୯୩୬ ଏବଂ ବର୍ତ୍ତମାନ ଓଡ଼ିଶାର ମାନଚିତ୍ର ଏଥିରେ ସ୍ଥାନ ପାଇଥିଲା।

Categories
ଆଜିର ଖବର ରାଜ୍ୟ ଖବର

ରଣପୁରରେ ଓଡିଶାର ବରପୁତ୍ର ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୮ ତମ ଜନ୍ମ ବାର୍ଷିକୀ ପାଳିତ

ରଣପୁର: ସାରା ରାଜ୍ୟରେ ମାର୍ଚ୍ଚ ୫ ତାରିଖରେ ଓଡିଶାର ବରପୁତ୍ର ତଥା ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଜନ୍ମ ଜୟନ୍ତୀ ପାଳନ ହେଉଛି। ଆଜି ହେଉଛି ସେହି ପ୍ରବାଦ ପୁରୁଷଙ୍କ ୧୦୮ତମ ଜନ୍ମବାର୍ଷିକୀ। ୧୯୧୬ ମସିହା ମାର୍ଚ୍ଚ ୫ ତାରିଖରେ ବିଜୁ ବାବୁ ଜନ୍ମ ଗ୍ରହଣ କରିଥିଲେ।  ସ୍ୱାଧୀନତା ସଂଗ୍ରାମର ବହ୍ନି ପିଲାଟି ଦିନରୁ ତାଙ୍କ ଭିତରେ ଜାଗି ଉଠିଥିଲା। ଗାନ୍ଧିଜୀଙ୍କ ଆହ୍ୱାନରେ ସେ ୧୯୪୨ ମସିହାରେ ଭାରତ ଛାଡ଼ ଆନ୍ଦୋଳନରେ ସାମିଲ ହୋଇଥିଲେ।

ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବରହରଲାଲ ନେହେରୁଙ୍କ ସେ ଅତିପ୍ରିୟ ଅନୁଗତ ଥିଲେ। ସ୍ୱାଧୀନତା ପରେ ଓଡିଶାକୁ ଏକ ସମୃଦ୍ଧ ରାଜ୍ୟ ଭାବେ ଗଢି ତୋଳିବାର ସ୍ବପ୍ନ ଦେଖିଥିଲେ। ୬୦ ଦଶକର ଆରମ୍ଭରେ ରାଜ୍ୟ କଂଗ୍ରେସର ମଙ୍ଗ ଧରିଥିଲେ। ତାଙ୍କ ନେତୃତ୍ୱରେ ୧୪୦ ରୁ ୮୨ ଆସନ କଂଗ୍ରେସ ଜିତିଥିଲା। ୧୯୬୧ ମସିହାରେ ମାତ୍ର ୪୫ ବର୍ଷ ବୟସରେ ସେ ହୋଇଥିଲେ ଓଡିଶାର ମୁଖ୍ୟମନ୍ତ୍ରୀ। ବିଜୁ ବାବୁଙ୍କୁ ଆଧୁନିକ ଓଡ଼ିଶାର ନିର୍ମାତା ବୋଲି କୁହାଯାଏ। ସମାଜର ସବୁ ବର୍ଗର ଲୋକଙ୍କୁ ନେଇ ବିକାଶକୁ ବଳିଷ୍ଠ କରିବା ପାଇଁ ସେ ପଦକ୍ଷେପ ନେଇଥିଲେ ବୋଲି କୁହାଯାଏ।

ଏହି ଅବସରରେ ରଣପୁରରେ ବିଜୁ ଜୟନ୍ତୀ ପାଳିତ ହୋଇ ଯାଇଛି। ପ୍ରଥମେ ପଞ୍ଚୁଦୋଳ ପଡିଆରେ ଶହୀଦ ରଘୁଦିବାକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇ କାର୍ଯ୍ୟକ୍ରମର ଅୟମ ଆରମ୍ଭ କରାଯାଇଥିଲା। ଏହା ପରେ ପଞ୍ଚୁଦୋଳ ପଡିଆ ଠାରୁ ମଣିନାଗ ମନ୍ଦିର ପର୍ଯ୍ୟନ୍ତ ଏକ ସାଇକେଲ ଶୋଭାଯାତ୍ରା କରାଯାଇଥିଲା। ଏହା ପରେ ମଣିନାଗ କଲ୍ୟାଣ ମଣ୍ଡପ ଠାରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ପୁନଃ ସ୍ଥାପନା କରାଯାଇଥିଲା। ଏହା ସହିତ ରଣପୁର ଡାକ୍ତରଖାନାରେ ଥିବା ରୋଗୀମାନଙ୍କୁ ଫଳ ବଣ୍ଟନ କରାଯାଇଥିଲା। ଅପରାହ୍ନରେ ପଞ୍ଚୁଦୋଳ ପଡିଆରେ ଏକ ସଭାକାର୍ଯ୍ୟ ଆୟୋଜନ କରାଯାଇ ବିଜୁ ବାବୁଙ୍କ ଜୀବନୀ କଥା ପ୍ରଦର୍ଶନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ, ନୟାଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ, ରଣପୁର ବିଜ୍ଞାପିତ ପରିଷଦ ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ଉପାଧ୍ୟକ୍ଷ ବିଶ୍ୱରଂଜନ ପଟ୍ଟନାୟକ, ନଗର ସଭାପତି ଲିଙ୍ଗରାଜ ନାୟକ, ସାଂସଦ ପ୍ରତିନିଧି ସ୍ୱରାଜ ମହାନ୍ତି, ବ୍ଲକ ସଭାପତି ସଚିକାନ୍ତ ଷଡ଼ଙ୍ଗୀ, କିଶୋର ପଟ୍ଟନାୟକ, ଆଇନୀଜୀବୀ ବନମାଳୀ ମହାପାତ୍ର, ସୁଦର୍ଶନ ମାନସିଂହ, ଦିନେଶ ପରିଡା, କାମଳାକ୍ଷୀ ଦେବୀଦର୍ଶିନୀଙ୍କ ସମେତ ସମସ୍ତ କାଉନସିଲର, ସରପଞ୍ଚ, ସମିତିସଭ୍ୟ ଓ ସମସ୍ତ ବିଜେଡି କର୍ମୀ ଉପସ୍ଥିତ ଥିଲେ।

Categories
ଆଞ୍ଚଳିକ

ଗୋଦାବରୀଶ ମହାବିଦ୍ୟାଳୟର ୬୦ ତମ ପ୍ରତିଷ୍ଠା ଉତ୍ସବ ପାଳିତ

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ଓଡ଼ିଶାର ବରପୁତ୍ର ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ୬୬ତମ ଶ୍ରାଦ୍ଧବାର୍ଷିକୀ ତଥା ଗୋଦାବରୀଶ ମହାବିଦ୍ୟାଳୟର ୬୦ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଉକ୍ତ ପ୍ରତିଷ୍ଠା ଦିବସ ମହାବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ବାଚାନାଳୟ ପରିସରରେ ପାଳିତ ହୋଇଯାଇଛି।

ମହାବିଦ୍ୟାଳୟ ପରିଚାଳନା ସମିତିର ସଭାପତି ବିଜୟା ବନ୍ଦନା ରାଉତରାୟ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସଭାରେ ଓଡ଼ିଶାର ପ୍ରାକ୍ତନ ମନ୍ତ୍ରୀ ତଥା ପ୍ରାକ୍ତନ ସାଂସଦ ଡଃ ପ୍ରସନ୍ନକୁମାର ପାଟ୍ଟଶାଣୀ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କୁ ନିଜର କଲେଜ ବେଳର ସ୍ମୃତି ସମ୍ପର୍କରେ ସ୍ମରଣ କରାଇଥିଲେ। ବିଶିଷ୍ଟ ଅତିଥି ପୂର୍ବତନ ମନ୍ତ୍ରୀ ଓ ମୁଖ୍ୟ ସଚେତକ ଡ଼ଃ ଦେବେନ୍ଦ୍ର ନାଥ ମନସିଂହ ଓ ମୁଖ୍ୟ ବକ୍ତା ଡ଼ଃ ଅଭିରାମ ବିଶ୍ୱାଳ ଗୋଦାବରୀଶ ଙ୍କ ସାହିତ୍ୟ କୃତି ସମ୍ପର୍କରେ ଆଲୋକପାତ କରିଥିଲେ।

ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ମିଟୁ ନାୟକ ଏବଂ ଜିଲ୍ଲା ପରିଷଦର ଉପ ସଭାପତି ଗୋପୀନାଥ ମହାରଣା ସମ୍ମାନିତ ଅତିଥି ଭାବରେ ଯୋଗଦେଇ ଏହାକୁ ନିଜର ମହାବିଦ୍ୟାଳୟ ମନେକରି ସମସ୍ତେ ଏହାର ଉନ୍ନତି ପାଇଁ କାମ କରିବାକୁ ଆହ୍ଵାନ ଦେଇଥିଲେ।

ଉକ୍ତ ସଭାରେ ପ୍ରାଧ୍ୟାପକ ତଥା ପ୍ରଶାସନିକ ଅଧିକାରୀ ଲକ୍ଷ୍ମୀ ପ୍ରସାଦ ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ମହାବିଦ୍ୟାଳୟ ର ଅଧ୍ୟକ୍ଷ ବନମାଳୀ ବେହେରା ବାର୍ଷିକୀ ବିବରଣୀ ପାଠ କରି ମହାବିଦ୍ୟାଳୟର ବିଭିନ୍ନ ସୁବିଧା ଓ ଅସୁବିଧା ଜଣାଇ ଏହାର ସମାଧାନ ପାଇଁ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ଓ ଜିଲ୍ଲା ପରିଷଦ ଉପସଭାପତିଙ୍କୁ ଅନୁରୋଧ କରିଥିଲେ।

ଅଧ୍ୟାପିକା ଜୟଶ୍ରୀ ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ ଡ଼ା ସୁର ପ୍ରତାପ ନରେନ୍ଦ୍ରସିଂହ ବର୍ମା ସମ୍ବର୍ଦ୍ଧନା ଓ ରଘୁନାଥ ଓଝା ପୁରସ୍କାର ପ୍ରଦାନରେ ସହଯୋଗ କରିଥିଲେ।

ପରିଶେଷରେ ପଦାର୍ଥ ବିଜ୍ଞାନ ବିଭାଗୀୟ ମୁଖ୍ୟ ପ୍ରାଧ୍ୟାପକ ପ୍ରଦୀପ୍ତ କୁମାର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଓଡ଼ିଶାର ବରପୁତ୍ର ତଥା କୀର୍ତ୍ତିରାଜି ସମ୍ବଳିତ ଓଡ଼ିଆ ପଞ୍ଜିକା ଲୋକାର୍ପିତ

ଭୁବନେଶ୍ୱର: ଓଡ଼ିଶା ଭାଷା, ସାହିତ୍ୟ, ସଂସ୍କୃତି ଓ ପରମ୍ପରାର ପ୍ରସାର ଏବଂ ସଂରକ୍ଷଣକୁ ବ୍ୟାପକ ତଥା ଲୋକପି୍ରୟ କରିବା ପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ପଦକ୍ଷେପ ଗ୍ରହଣ କରାଯାଉଛି ବୋଲି ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଶ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ପ୍ରକାଶ କରିଛନ୍ତି ।

ଆଜି ପୂର୍ବାହ୍ନରେ ଓଡ଼ିଆ ନବବର୍ଷର ଅବ୍ୟବହିତ ପୂର୍ବରୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ପ୍ରକାଶିତ ଓଡ଼ିଶାର ବରପୁତ୍ର ଏବଂ ସମୃଦ୍ଧ କୀର୍ତ୍ତିରାଜି ସମୂହର ତଥ୍ୟସମ୍ବଳିତ ସଂପୂର୍ଣ୍ଣ ଓଡ଼ିଆ ପଞ୍ଜିକା ଲୋକାର୍ପଣ କରି ମନ୍ତ୍ରୀ ଶ୍ରୀ ପାଣିଗ୍ରାହୀ ଏହାକୁ ଅଭିନବ ପ୍ରୟାସ ଭାବରେ ଅଭିହିତ କରିବା ସହିତ ଏପରି ଉଦ୍ୟମ ଆମ ସଂସ୍କୃତିର ଗରିମାକୁ ସଶକ୍ତ ଓ ଲୋକାଦୃତ କରିବ ବୋଲି ଉଲ୍ଲେଖ କରିଛନ୍ତି ।

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ମଧୁସୂଦନ ପାଢ଼ୀ ଅନୁରୂପ ଭାବରେ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଗ୍ରହଣ କରାଯିବ ବୋଲି ଉଲ୍ଲେଖ କରିଥିଲେ। କାର୍ଯ୍ୟକ୍ରମରେ ଓଡ଼ିଶା ସାହିତ୍ୟ ଏକାଡେମୀର ଉପସଭାପତି ଶ୍ରୀ ସଂଗ୍ରାମ ଜେନା, ବିଭାଗୀୟ ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ସୁବୋଧ କୁମାର ଆଚାର୍ଯ୍ୟ ଏବଂ ଓଡ଼ିଆ ଭାଷା ପ୍ରତିଷ୍ଠାନର ପ୍ରଫେସର ପ୍ରେମାନନ୍ଦ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ । ଉପଶାସନ ସଚିବ ଶ୍ରୀ ସଂଜୟ କୁମାର ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ଆରମ୍ଭରେ ଉତ୍କଳ ସଂଗୀତ ମହାବିଦ୍ୟାଳୟର ଛାତ୍ରୀମାନେ ‘ବନ୍ଦେ ଉତ୍କଳ ଜନନୀ’ ପରିବେଷଣ କରିଥିଲେ ।