Categories
ଆଜିର ଖବର ରାଜ୍ୟ ଖବର ସିନେମା

ଜ୍ବିଗାଟୋ ଚଳଚ୍ଚିତ୍ର ଦେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ନବୀନ ନିବାସ ଠାରେ ଜ୍ବିଗାଟୋ ଚଳଚ୍ଚିତ୍ରର ସ୍ବତନ୍ତ୍ର ଉପସ୍ଥାପନା କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

ନନ୍ଦିତା ଦାସ ନିର୍ଦ୍ଦେଶିତ ଚଳଚ୍ଚିତ୍ର ଜ୍ବିଗାଟୋର ସୁଟିଂ ସଂପୂର୍ଣ୍ଣ ଭାବରେ ଭୁବନେଶ୍ବରରେ କରାଯାଇଛି । ବିଶିଷ୍ଟ ଅଭିନେତା କପିଲ ଶର୍ମା ଓ ଅଭିନେତ୍ରୀ ସାହାନା ଗୋସ୍ବାମୀ ଏଥିରେ ପ୍ରମୁଖ ଭୂମିକାରେ ଅଭିନୟ କରିଛନ୍ତି ।

ସମାଜର ଅତ୍ୟନ୍ତ ସାଧାରଣ ଲୋକଙ୍କ ସଂଘର୍ଷପୂର୍ଣ୍ଣ ଜୀବନକୁ ଏହି ଚଳଚ୍ଚିତ୍ରରେ ସଫଳ ଭାବରେ ଉପସ୍ଥାପିତ କରାଯିବା ସହ କଳାତ୍ମକ ଦିଗ ପ୍ରତି ଉଚିତ୍ ଧ୍ୟାନ ଦିଆ ଯାଇଥିବାରୁ ମୁଖ୍ୟମନ୍ତ୍ରୀ ଏହି ଚଳଚ୍ଚିତ୍ରର ଉଚ୍ଚପ୍ରଶଂସା କରିଥିଲେ । ସାମାଜିକ ପରିବର୍ତ୍ତନ ଦିଗରେ ଜ୍ବିଗାଟୋ ଏକ ସକରାତ୍ମକ ବାର୍ତ୍ତା ଦେବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

Categories
ଆଜିର ଖବର ଜାତୀୟ ଖବର ବ୍ୟବସାୟ ରାଜ୍ୟ ଖବର

‘ଜ୍ୱିଗାଟୋ’ ଚଳଚ୍ଚିତ୍ର ଉପରୁ ପ୍ରମୋଦ କର ଛାଡ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ପ୍ରଖ୍ୟାତ ଅଭିନେତ୍ରୀ ନନ୍ଦିତା ଦାସଙ୍କ ନିର୍ଦ୍ଦେଶିତ ତଥା ବିଶିଷ୍ଟ ଅଭିନେତା କପିଲ ଶର୍ମାଙ୍କ ଅଭିନୀତ ‘ଜ୍ୱିଗାଟୋ’ ଫିଲ୍ମ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି ।

ସୂଚନାଯୋଗ୍ୟ ଯେ ଜଣେ Food delivery rider ଓ ତାଙ୍କ ପରିବାରର ସଂଘର୍ଷପୂର୍ଣ୍ଣ ଜୀବନକୁ ନେଇ ‘ଜ୍ୱିଗାଟୋ’ ଫିଲ୍ମ ନିର୍ମିତ ହୋଇଛି। ହିନ୍ଦୀଭାଷାରେ ନିର୍ମିତ ଏହି ଫିଲ୍ମଟି ସଂପୂର୍ଣ୍ଣ ଭାବରେ ଭୁବନେଶ୍ୱରରେ ହିଁ ସୁଟିଂ କରାଯାଇଛି।

ଓଡିଶାରେ ଯେପରି ଅଧିକରୁ ଅଧିକ ବ୍ୟବସାୟୀକ ଚଳଚ୍ଚିତ୍ର ସୁଟିଂ କରାଯାଇ ପାରିବ ସେଥିପାଇଁ ରାଜ୍ୟ ସରକାର ଅନୁକୂଳ ନୀତି କାର୍ଯ୍ୟକାରୀ କରୁଛନ୍ତି ଏବଂ ଏ ଦିଗରେ ଚଳଚ୍ଚିତ୍ର ଶିଳ୍ପକୁ ମଧ୍ୟ ଉତ୍ସାହିତ କରୁଛନ୍ତି। ଏହା ଦ୍ୱାରା ରାଜ୍ୟର ପର୍ଯ୍ୟଟନ ବିକାଶ ହେବା ସହିତ ପ୍ରତିଭାବାନ ଯୁବକ ଯୁବତୀମାନଙ୍କ ପାଇଁ ନିଯୁକ୍ତିର ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।

ଏତଦବ୍ୟତୀତ ଭୁବନେଶ୍ୱରରେ ‘ଜ୍ୱିଗାଟୋ’ ଚଳଚ୍ଚିତ୍ର ସଂପୂର୍ଣ୍ଣ ସୁଟିଂ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀନବୀନ ପଟ୍ଟନାୟକ ନିର୍ଦ୍ଦେଶିକା ନନ୍ଦିତା ଦାସଙ୍କ ପଦକ୍ଷେପକୁ ଉଚ୍ଚ ପ୍ରଶଂସା କରିଥିଲେ।

Categories
ଆଜିର ଖବର ମନୋରଂଜନ

ସୁଟିଂ ସେଟକୁ ଫେରିଲେ କମେଡିଆନ କପିଲ ଶର୍ମା

ମୁମ୍ବାଇ, 125 ଦିନ ଲକଡାଉନରେ ରହିବା ପରେ ତାଙ୍କର ଲୋକପ୍ରିୟ କମେଡି ଧାରାବାହିକ ‘କପିଳ ଶର୍ମା ସୋ’ ପାଇଁ ସୁଟିଂ ସେଟକୁ ଫେରିଛନ୍ତି କମେଡିଆନ କପିଲ ଶର୍ମା । ସେ ତାଙ୍କର ସହ କଳାକାର ପହଞ୍ଚୁଥିବା କିଛି ଭିଡିଓ ଇନଷ୍ଟାଗ୍ରାମରେ ପୋଷ୍ଟ କରିଛନ୍ତି।

ଗୋଟିଏ ପୋଷ୍ଟରେ ଭାରତୀ ସିଂ ସାନିଟାଇଜ କରୁଥିବା ଦୃଶ୍ୟ ରହିଛି। ସମସ୍ତ ଅଭିନେତା ସୁଟିଂ ସେଟରେ କର୍ମଚାରୀଙ୍କ ସହ ସହଯୋଗ କରିଥିଲେ। (ଏଜେନସି)