Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ହ୍ରାସ ପାଇଲା କରୋନା ମାମଲା, ୩୪ ମାସ ପରେ ସବୁଠୁ କମ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଭାରତରେ କରୋନା ମାମଲାରେ ହ୍ରାସ ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ମୋଟ ୩ ୬୧୪ ଟି ନୂଆ ମାମଲା ଚିହ୍ନଟ ହୋଇଛି। ଦେଶରେ ୩୪ ମାସ ପରେ ସବୁଠୁ କମ ଆକ୍ରାନ୍ତ ଚିହ୍ନଟ ହୋଇଛି। ଗତ ୨୪ଘଣ୍ଟା ମଧ୍ୟରେ ଦେଶରେ କରୋନା ମହାମାରୀ ଯୋଗୁଁ ୮୯ ଜଣଙ୍କର ମୃତ୍ୟୁ ହୋଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଦେଶରେ୮୯ ଜଣ ମୃତ୍ୟୁ ପଞ୍ଜିକରଣ କରିବା ପରେ ମୋଟ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୧୫ ହଜାର ୮୦୩ କୁ ବୃଦ୍ଧି ପାଇଛି। ଦେଶରେ ସକ୍ରିୟ ମାମଲା ୫୦ ହଜାରରୁ କମ ହୋଇଯାଇଛି। ବର୍ତ୍ତମାନ ଦେଶରେ ୪୦ ହଜାର ୫୫୯ ମାମଲା ସକ୍ରିୟ ଅଛି। ତେବେ ଗତକାଲି କୋଭିଡ଼ରୁ ୫ ହଜାର ୧୮୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଗତକାଲି ଠାରୁ ଆଜି ଦେଶରେ କମ ଆକ୍ରାନ୍ତ ଚିହ୍ନଟ, କରୋନାଜନିତ ମୃତ୍ୟୁ ୪୮୮

ନୂଆଦିଲ୍ଲୀ: ଗତକାଲି ଦେଶରେ ୩ ଲକ୍ଷ ୪୭ ହଜାର ୨୫୪ ଟି ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୩ ଲକ୍ଷ ୩୭ ହଜାର ୭୦୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଆଜି ଆଉ ୪୮୮ ଜଣଙ୍କ ପ୍ରାଣହାନୀ ଘଟିଛି।

ତେବେ ଏହି ସମୟ ମଧ୍ୟରେ ୨ ଲକ୍ଷ ୪୨ ହଜାର ୬୬୭ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୩ କୋଟି ୯୩ ଲକ୍ଷ ୩୨ ହଜାର ୪୫୫ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ ୮୮ ହଜାର ୮୮୪ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୩ କୋଟି ୬୩ ଲକ୍ଷ ୧ ହଜାର ୪୮୨ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୨୧ ଲକ୍ଷ ୧୩ ହଜାରକୁ ୩୬୫ ବୃଦ୍ଧି ପାଇଛି।