Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

Train Accident Death Update: ମୃତ୍ୟୁ ସଂଖ୍ୟା ୨୮୮କୁ ବୃଦ୍ଧି

ଭୁବନେଶ୍ବର: ବାଲେଶ୍ବରର ବାହାନଗାରେ ହୋଇଥିବା ହୃଦୟବିଦାରକ ଟ୍ରେନ୍ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୮୮କୁ ବୃଦ୍ଧି। ଦୁର୍ଘଟଣାରେ ୯୦୦ରୁ ଉର୍ଦ୍ଧ୍ଵ ଆହତ ହୋଇ ବିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏ ନେଇ ରାଜସ୍ବମନ୍ତ୍ରୀ ପ୍ରମିଳା ମଲ୍ଲିକ ସୂଚନା ପ୍ରଦାନ କରିଛନ୍ତି।

ବାଲେଶ୍ଵର ଡାକ୍ତରଖାନାରେ ୨୦୦ରୁ ଅଧିକ ଆହତ ଚିକିତ୍ସାଧୀନ ଅଛନ୍ତି। ଅପର ପକ୍ଷରେ ଦୁର୍ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଦୁର୍ଘଟଣାକୁ ଅତ୍ୟନ୍ତ ହୃଦୟବିଦାରକ ବୋଲି ମନ୍ତ୍ରୀ କହିଛନ୍ତି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

Train Accident Review: ଯାତ୍ରୀ ଉଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ନବୀନ, ଯିବେ ବାଲେଶ୍ବର

ଭୁବନେଶ୍ୱର: ବାଲେଶ୍ବର ନିକଟରେ ହୋଇଥିବା ଦୁଃଖଦ ଟ୍ରେନ୍ ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଗଭୀର ଉଦ୍ବେଗ ପ୍ରକାଶ କରିଛନ୍ତି। ଆହତ ଯାତ୍ରୀଙ୍କ ଜୀବନ ରକ୍ଷା କରିବା ବର୍ତ୍ତମାନ ସରକାରଙ୍କ ପ୍ରାଥମିକତା ବୋଲି ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀ ସନ୍ଧ୍ୟାରେ SRC କାର୍ଯ୍ୟାଳୟ ପରିଦର୍ଶନ କରି ପରିସ୍ଥିତିର ଅନୁଧ୍ୟାନ କରିଥିଲେ। ଗଣମାଧ୍ୟମ ସହ କଥାବାର୍ତ୍ତା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆହତ ଲୋକଙ୍କୁ ଡାକ୍ତରଖାନା ନେବା ଏବଂ ସେମାନଙ୍କ ଜୀବନ ରକ୍ଷା କରିବା ଆମର ପ୍ରଥମ ପ୍ରାଥମିକତା। ସେ ନେଇ ସମସ୍ତ ପଦକ୍ଷେପ ନେବା ପାଇଁ କୁହାଯାଇଛି।

ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ଏସଆରସି କଣ୍ଟ୍ରୋଲ ରୁମ ଆସି ଉଦ୍ଧାର କାର୍ଯ୍ୟର ସମୀକ୍ଷା କରିଥିଲେ। ଆସନ୍ତାକାଲି ସକାଳେ ସେ ଦୁର୍ଘଟଣା ସ୍ଥଳ ପରିଦର୍ଶନ କରି ଘଟଣାସ୍ଥଳରେ ମଧ୍ୟ ସମୀକ୍ଷା କରିବେ। ଉଦ୍ଧାର କାର୍ଯ୍ୟକୁ ତଦାରଖ କରିବା ଏବଂ ତ୍ୱରାନ୍ୱିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ରାଜସ୍ୱ ମନ୍ତ୍ରୀ ଏବଂ ବରିଷ୍ଠ ଅଧିକାରୀଙ୍କ ଏକ ଦଳକୁ ଘଟଣାସ୍ଥଳକୁ ପଠାଇଛନ୍ତି।

ଆଜିର ଏହି ସମୀକ୍ଷା ବୈଠକରେ ଉନ୍ନୟନ କମିଶନର ଅନୁ ଗର୍ଗ, ସିଏମ୍ (5 ଟି) ର ସଚିବ ଶ୍ରୀ ଭି.କେ ପାଣ୍ଡିଆନ୍, ସୂଚନା ଓ ଲୋକସଂପର୍କ ସଚିବ ଶ୍ରୀ ସଂଜୟ ସିଂ, ପରିବହନ ସଚିବ ଉଷା ପାଢୀ ପ୍ରମୁଖ ଉପସ୍ଥିତ ଥିଲେ।