Categories
ଆଜିର ଖବର ରାଜ୍ୟ ଖବର

ଓଡ଼ିଶାରେ ପ୍ରଥମ କରୋନା ରୋଗୀ ଚିହ୍ନଟ : ଭୁବନେଶ୍ବର କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ହେଉଛନ୍ତି ଚିକିତ୍ସିତ

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ବିଶ୍ୱରେ ମାରାତ୍ମକ କରୋନା ନିଜର କାୟା ବିସ୍ତାର କରି ଚାଲିଥିବାବେଳେ ଓଡ଼ିଶାରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଛି । ଭୁବନେଶ୍ବର ଅଞ୍ଚଳର ଜଣେ ୩୧ ବର୍ଷୀୟ ଯୁବକଙ୍କଠାରେ ଏହି ମାରାତ୍ମକ ଭୂତାଣୁ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ତାଙ୍କୁ କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ପାଇଁ ରଖାଯାଇଛି । କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହେବା ପରେ ତାଙ୍କ ରକ୍ତ ଓ ସ୍ବାବ୍‌ ନମୁନା ପରୀକ୍ଷା‌ ପାଇଁ ପଠାଯାଇଥିଲା। ରବିବାର ସନ୍ଧ୍ୟାରେ ତାଙ୍କ ‌ରିପୋର୍ଟ‌ ଆସିବା ପରେ ଯୁବକ ଜଣକ କରୋନା (କୋଭିଡ୍‌-୧୯) ଭୂତାଣୁ ଦ୍ବାରା ଆକ୍ରାନ୍ତ ହୋଇଥିବାର  ସ୍ପଷ୍ଟ ହୋଇଛି।

ମିଳିଥିବା ସୂଚନା ଅନୁଯାୟୀ ଉକ୍ତ ଯୁବକ ଜଣକ 6 ତାରିଖରେ  ଇଟାଲିରୁ ଦିଲ୍ଲୀକୁ ଫେରିଥିଲେ । ଦିଲ୍ଲୀରେ କ୍ବାରେଣ୍ଟିନ୍‌ରେ କିଛିଦିନ ରହିବା ପରେ 12 ତାରିଖ ଦିନ ଟ୍ରେନ୍ ଯୋଗେ ଭୁବନେଶ୍ବର ଆସିଥିଲେ । 13 ତାରିଖରୁ ଥଣ୍ଡା ଜ୍ବର ନ ଛାଡିବାରୁ କ୍ୟାପିଟାଲ୍‌ ହସ୍ପିଟାଲ୍‌ ଆସିଥିଲେ ।  ତାଙ୍କୁ  ସମ୍ପୃକ୍ତ ଯୁବକଙ୍କ ପରିାବରକୁ ମଧ୍ୟ ନିରୀକ୍ଷଣରେ ରଖାଯାଇଛି।