Categories
ଆଜିର ଖବର ଜାତୀୟ ଖବର ଜୀବନ ଶୈଳୀ ଧର୍ମ

ନୂଆ ବର୍ଷରେ କରନ୍ତୁ ଏହି ଉପାୟ, ବର୍ଷ ସାରା ଘରେ ରହିବ ସୁଖ ଓ ସମୃଦ୍ଧି

ଭୁବନେଶ୍ବର: କିଛି ମାସର ଆଶ୍ଵସ୍ତି ପରେ ପୁଣିଥରେ କରୋନାର ବିପତ୍ତି ମାଡି ଆସୁଛି। ତଥାପି ନୂତନ ବର୍ଷରେ ନୂତନ ସମ୍ଭାବନାକୁ ନେଇ ଆମେ ଆଗକୁ ବଢୁଛେ। ଆସନ୍ତା ବର୍ଷ ସମସ୍ତଙ୍କ ପାଇଁ ସୁଖ ଓ ସମୃଦ୍ଧିର ବର୍ଷ ହେଉ ଏହା ହିଁ ଆମେ କାମନା କରୁଛୁ। ଆସନ୍ତା ବର୍ଷ  ଉତ୍ତମ ସ୍ବାସ୍ଥ୍ୟ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି, ପରିବାରରେ ସୁଖ-ଶାନ୍ତି ରହୁ ଏହାର କାମନା କରୁଛେ। ତେବେ ଆମେ ବାସ୍ତୁର କିଛି ସହଜ ଉପାୟ କରିବା ଦ୍ବାରା ଆସନ୍ତା ବର୍ଷ ଆମର ସୁଖ ଓ ସମୃଦ୍ଧିର ବର୍ଷ ହୋଇପାରିବ। ଏନେଇ କେତୋଟି ଛୋଟ ଉପାୟ।

ନୂତନ ବର୍ଷର ପ୍ରାରମ୍ଭରେ ନିଜ ଘରର ସ୍ବଚ୍ଛତା ପ୍ରତି ଧ୍ୟାନ ଦିଅନ୍ତୁ। ଘରର ମୁଖ୍ୟ ଦ୍ବାରରେ ସ୍ବାତ୍ତ୍ବିକ ଚିହ୍ନ ବନାନ୍ତୁ। ନୂତନ ବର୍ଷ ପ୍ରାରମ୍ଭରେ ଘରର ଅଗଣାରେ କିଛି ଗଛ ଲଗାନ୍ତୁ। ଘରେ ତୁଳସୀ ଗଛ ବା ମନି ପ୍ଲାଣ୍ଟ ଲଗାନ୍ତୁ। ଯାହାଦ୍ବାରା ଘରେ ସକାରାତ୍ମକ ଶକ୍ତି ବୃଦ୍ଧି ପାଇବ। ବର୍ଷ ପ୍ରାରମ୍ଭରେ ନିଜ ପର୍ସ ଖାଲି କରନ୍ତୁ ନାହିଁ। ସେହିପରି ନୂତନ ବର୍ଷ ପ୍ରାରମ୍ଭରେ ଘରେ ହୋମ କରିବାପାଇଁ ଚେଷ୍ଟା କରନ୍ତୁ। ପରିବାରରେ ସ୍ନେହ ଓ ପ୍ରେମ ଦୃଢ ହେବା ପାଇଁ ଘରର ଦକ୍ଷିଣ ପୂର୍ବ ଦିଗରେ କ୍ରିଷ୍ଟାଲ୍‌ ବଲ୍‌ ଲଗାନ୍ତୁ।

ନୂତନ ବର୍ଷ ପ୍ରାରମ୍ଭରେ ଘରକୁ ଲାଫି ବୁଦ୍ଧ ଆଣନ୍ତୁ। ଏହାକୁ ଘରର ଉତ୍ତର ପୂର୍ବ କୋଣରେ ରଖନ୍ତୁ। ସେହିପରି ଘର ଓ ଦୋକାନର ସାଜସଜ୍ଜାରେ ଧଳା ଓ ହଳଦିଆ ରଙ୍ଗର ବସ୍ତୁକୁ ଉପଯୋଗ କରନ୍ତୁ, ଯାହାଦ୍ବାରା ଅତ୍ୟନ୍ତ ଶୁଭ ଫଳ ମିଳିବ। ସେହିପରି ଘରର ଉତ୍ତର ଦିଗରେ ଅନାବଶ୍ୟକ ବସ୍ତୁ ରଖନ୍ତୁ ନାହିଁ। ପ୍ରତ୍ୟେକ ଦିନ ସନ୍ଧ୍ୟାରେ ଘରେ କର୍ପୁର ଜାଳନ୍ତୁ। ଘରର ପୂର୍ବ ଦିଗରେ ଶାନ୍ତି, ଆନନ୍ଦ ପ୍ରଦର୍ଶିତ କରୁଥିବାର ଫଟୋ ଚିତ୍ର ଲଖନ୍ତୁ। ସେହିପରି ନୂଆବର୍ଷର ପ୍ରଥମ ଦିନରେ ଘରର ପୂର୍ବ ଦିଗରେ ଏକ ଜଳଭର୍ତ୍ତି କଳସ ରଖି ନଡିଆ ରଖନ୍ତୁ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୨ ହଜାର ୮୫୨ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୧୨ ହଜାର ୮୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୭୧୯୫ ଜଣ ଚିହ୍ନଟ ହୋଇଥିବା ବେଳେ ୫୬୫୭ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୯୨ ହଜାର ୩୮୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୫ ଲକ୍ଷ ୭୭ ହଜାର ୯୮୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୧୧ ହଜାର ୮୬୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୪୫୬ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୧୨ ହଜାର ୮୫୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୯୦୯ ଜଣ, ଅନୁଗୁଳ ଜିଲ୍ଲାରୁ ୮୭୪ ଜଣ, ବାଲେଶ୍ଵର ଜିଲ୍ଲାରୁ ୫୦୮ ଜଣ, ବରଗଡ ଜିଲ୍ଲାରୁ ୪୬୧ ଜଣ, ଭଦ୍ରକ ଜିଲ୍ଲାରୁ ୧୫୧, ବଲାଙ୍ଗୀରି ଜିଲ୍ଲାରୁ ୨୭୪, ବୌଦ୍ଧ ଜିଲ୍ଲାରୁ ୩୪୭, କଟକ ଜିଲ୍ଲାରୁ ୧୦୭୩, ଦେବଗଡ ଜିଲ୍ଲାରୁ ୧୦୫, ଢେଙ୍କାନାଳ ଜିଲ୍ଲାରୁ ୪୮୨ ଜଣ, ଗଜପତି ଜିଲ୍ଲାରୁ ୭୭ ଜଣ, ଗଞ୍ଜାମ ଜିଲ୍ଲାରୁ ୩୪୦ ଜଣ, ଜଗତସିଂହପୁର ଜିଲ୍ଲାରୁ ୩୦୦ ଜଣ, ଯାଜପୁର ଜିଲ୍ଲାରୁ ୩୩୭ ଜଣ, ଝାରସୁଗୁଡା ଜିଲ୍ଲାରୁ ୩୯୯ ଜଣ, କଳାହାଣ୍ଡିରୁ ୬୬୮ ଜଣ, କନ୍ଧମାଳ ଜିଲ୍ଲାରୁ ୧୦୪ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୨୮୫ ଜଣ, କେନ୍ଦୁଝର ଜିଲ୍ଲାରୁ ୧୮୦ ଜଣ, କୋରାପୁଟ ଜିଲ୍ଲାରୁ ୨୭୨ ଜଣ, ମାଲକାନାଗିରି ଜିଲ୍ଲାରୁ ୧୧୪ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୫୮୬ ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୪୪ ଜଣ, ନୟାଗଡ ଜିଲ୍ଲାରୁ ୩୩୧ ଜଣ, ନୂଆପଡା ଜିଲ୍ଲାରୁ ୭୦ ଜଣ, ପୁରୀ ଜିଲ୍ଲାରୁ ୪୭୨ ଜଣ, ରାୟଗଡା ଜିଲ୍ଲାରୁ ୧୯୮ ଜଣ, ସମ୍ବଲପୁର ଜିଲ୍ଲାରୁ ୩୫୫ ଜଣ, ସୋନପୁର ଜିଲ୍ଲାରୁ ୫୫ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୮୪୮ ଜଣ ଏବଂ ଷ୍ଟେଟ ପୁଲରୁ ୩୩୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୮ ହଜାର ୧୫ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୮ ହଜାର ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୫୬୮ ଜଣ ଚିହ୍ନଟ ହୋଇଥିବା ବେଳେ ୩୪୪୭ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୬୨ ହଜାର ୬୨୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୯୧ ହଜାର ୪୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬୯ ହଜାର ୪୫୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୦୫୪ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୮ ହଜାର ୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୨୭୫ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭୩୫ ଜଣ, ଅନୁଗୁଳ ଜିଲ୍ଲାରୁ ୫୨୫ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୦୦ ଜଣ, ବରଗଡ ଜିଲ୍ଲାରୁ ୩୯୦ ଜଣ, ଭଦ୍ରକ ଜିଲ୍ଲାରୁ ୧୪୫ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧୯୮ ଜଣ, ବୌଦ୍ଧ ଜିଲ୍ଲାରୁ ୧୦୩ ଜଣ, କଟକ ଜିଲ୍ଲାରୁ ୪୮୨ ଜଣ, ଦେବଗଡ ଜିଲ୍ଲାରୁ ୧୦୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୮୬ ଜଣ, ଗଜପତି ଜିଲ୍ଲାରୁ ୧୨୦ ଜଣ, ଗଞ୍ଜାମ ଜିଲ୍ଲାରୁ ୧୬୯ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୪୯ ଜଣ, ଯାଜପୁର ଜିଲ୍ଲାରୁ ୧୯୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୩୮୬ ଜଣ, କଳାହାଣ୍ଡିରୁ ୧୭୪ ଜଣ, କନ୍ଧମାଳ ଜିଲ୍ଲାରୁ ୬୧ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୭୦ ଜଣ, କେନ୍ଦୁଝର ଜିଲ୍ଲାରୁ ୭୫ ଜଣ, କୋରାପୁଟ ଜିଲ୍ଲାରୁ ୧୨୭ ଜଣ, ମାଲକାନାଗିରି ଜିଲ୍ଲାରୁ ୩୬ ଜଣ, ମୟୂରଭଞ୍ଜ ଜିଲ୍ଲାରୁ 199 ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୨୦ ଜଣ, ନୟାଗଡ ଜିଲ୍ଲାରୁ ୧୮୭ ଜଣ, ନୂଆପଡା ଜିଲ୍ଲାରୁ ୨୬୪ ଜଣ, ପୁରୀ ଜିଲ୍ଲାରୁ ୩୦୬ ଜଣ, ରାୟଗଡା ଜିଲ୍ଲାରୁ ୧୫୪ ଜଣ, ସମ୍ବଲପୁର ଜିଲ୍ଲାରୁ ୪୪୧ ଜଣ, ସୋନପୁର ଜିଲ୍ଲାରୁ ୨୦୭ ଜଣ ଏବଂ ଷ୍ଟେଟ ପୁଲରୁ ୨୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୪୬୧ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୪୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୭୨ ଜଣ ଚିହ୍ନଟ ହୋଇଥିବା ବେଳେ ୧୮୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୧ ହଜାର ୭୭୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୭ ହଜାର ୨୧୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୫୮୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୨୦ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୪ ଟି ଜିଲ୍ଲାରୁ ୪୬୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ନୂଆପଡା ଜିଲ୍ଲାରୁ ୮୬ ଜଣ,  ଖୋର୍ଦ୍ଧା ଜିଲ୍ଲାରୁ ୬୯ ଜଣ, ଅନୁଗୁଳ ଜିଲ୍ଲାରୁ ୨୭ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୬ ଜଣ, ବରଗଡ ଜିଲ୍ଲାରୁ ୩୨ ଜଣ, ଭଦ୍ରକ ଜିଲ୍ଲାରୁ ୫ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୨୨ ଜଣ, ଗଞ୍ଜାମ ଜିଲ୍ଲାରୁ ୫ ଜଣ, ଯାଜପୁର ଜିଲ୍ଲାରୁ ୧୩ ଜଣ, ଝାରସୁଗୁଡା ଜିଲ୍ଲାରୁ ୧୩ ଜଣ, କଳାହାଣ୍ଡି ଜିଲ୍ଲାରୁ ୩୬ ଜଣ, କନ୍ଧମାଳ ଜିଲ୍ଲାରୁ ୪ ଜଣ, କେନ୍ଦ୍ରପଡା ଜିଲ୍ଲାରୁ ୨ ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, କୋରାପୁଟ ଜିଲ୍ଲାରୁ ୪ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ ଜଣ, ନୟାଗଡ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୯ ଜଣ, ରାୟଗଡା ଜିଲ୍ଲାରୁ ୭ ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ ଜଣ, ସୋନପୁର ଜିଲ୍ଲାରୁ ୪ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୬୨ ଜଣ ଏବଂ ଷ୍ଟେଟ ପୁଲରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୩୪ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୨୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୩୯ ଜଣ ଚିହ୍ନଟ ହୋଇଥିବା ବେଳେ ୯୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୬୯୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୬ ହଜାର ୪୦୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୩୧୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୮ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୩ ଟି ଜିଲ୍ଲାରୁ ୨୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ନୂଆପଡା ଜିଲ୍ଲାରୁ ୩୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୨ଜଣ, କଟକ ଜିଲ୍ଲାରୁ ୨୯ ଜଣ, ବରଗଡ ଜିଲ୍ଲାରୁ ୨୪ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୭ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୫ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧୫ ଜଣ, ଅନୁଗୁଳ ଜିଲ୍ଲାରୁ ୩ ଜଣ, ବାଲେଶ୍ଵର ଜିଲ୍ଲାରୁ ୩ ଜଣ, ଭଦ୍ରକ ଜିଲ୍ଲାରୁ ୮ ଜଣ, ଦେବଗଡ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୬ ଜଣ, ଯାଜପୁର ଜିଲ୍ଲାରୁ ୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୪ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ, ନୟାଗଡ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୬ ଜଣ, ରାୟଗଡା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ ଜଣ ଏବଂ ଷ୍ଟେଟ ପୁଲରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୧୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୯୯ ଜଣ ଚିହ୍ନଟ ହୋଇଥିବା ବେଳେ ୭୧ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୨୪୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୬ ହଜାର ୨୬୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୦୦୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୮ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୩ ଟି ଜିଲ୍ଲାରୁ ୧୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ନୂଆପଡା ଜିଲ୍ଲାରୁ ୨୭ ଜଣ, କଟକ ଜିଲ୍ଲାରୁ ୨୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨୨ ଜଣ, ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ଵର ଜିଲ୍ଲାରୁ ୭ ଜଣ, ବରଗଡ ଜିଲ୍ଲାରୁ ୨ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୫ ଜଣ, ଦେବଗଡ ଜିଲ୍ଲାରୁ ୨୩ ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୫ ଜଣ, ଝାରସୁଗୁଡା ଜିଲ୍ଲାରୁ ୭ ଜଣ, କଳାହାଣ୍ଡି ଜିଲ୍ଲାରୁ ୮ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, କୋରାପୁଟ ଜିଲ୍ଲାରୁ ୨ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୮ ଜଣ, ପୁରୀ ଜିଲ୍ଲାରୁ ୪ ଜଣ, ରାୟଗଡା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୭ ଜଣ ସୋନପୁର ଜିଲ୍ଲାରୁ ଜଣେ ଏବଂ ଷ୍ଟେଟ ପୁଲରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୮୬ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୧ ଜଣ ଚିହ୍ନଟ ହୋଇଥିବାବେଳେ ୩୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୧୦୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୪ ହଜାର ୪୬୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬୭୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୫ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୧ ଟି ଜିଲ୍ଲାରୁ ମୋଟ୍‌ ୮୬ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ଼ ଜିଲ୍ଲାରୁ ୧୦, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୭, ବରଗଡ ଜିଲ୍ଲାରୁ ୪, ବଲାଙ୍ଗୀରି ଜିଲ୍ଲାରୁ ୬, କଟକ ଜିଲ୍ଲାରୁ ୫, ଦେବଗଡ ଜିଲ୍ଲାରୁ ୨, ଗଜପତି ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୪, କଳାହାଣ୍ଡି ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୩, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, କୋରାପୁଟ ଜିଲ୍ଲାରୁ ୨ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୫, ନବରଙ୍ଗପୁର ଜିଲ୍ଲାରୁ ୩, ନୟାଗଡ ଜିଲ୍ଲାରୁ ୧, ନୂଆପଡା ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୪, ସମ୍ବଲପୁର ଜିଲ୍ଲାରୁ ୯ ଜଣ, ସୋନପୁର ଜିଲ୍ଲାରୁ ୧, ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୨୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୧୯ ଜଣ ଚିହ୍ନଟ ହୋଇଥିବାବେଳେ ୮୭ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୬୦୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୭ ହଜାର ୫୩୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୧୨୪ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୦ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୩ ଟି ଜିଲ୍ଲାରୁ ମୋଟ୍‌ ୨୦୬ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ଅନୁଗୁଳରୁ ୨୭, ବାଲେଶ୍ଵର ଜିଲ୍ଲାରୁ ୨ ଜଣ, ବରଗଡ଼ ଜିଲ୍ଲାରୁ ୧୬ ଜଣ, ଭଦ୍ରକ ଜିଲ୍ଲାରୁ ୨, ବଲାଙ୍ଗୀରିରୁ ଜିଲ୍ଲାରୁ ୨୬, ବୌଦ୍ଧ ଜିଲ୍ଲା ରୁ ୨ ଜଣ, କଟକରୁ ୬ ଜଣ, ଦେବଗଡ଼ରୁ ୧, ଗଜପତି ଇଲ୍ଲାରୁ ୫, ଗଞ୍ଜାମ ଜିଲ୍ଲାରୁ ୩, ଯାଜପୁରରୁ ୧୦, ଢେଙ୍କାନାଳ ଜିଲ୍ଲାରୁ ୧, ଝାରସୁଗୁଡା ଜିଲ୍ଲାରୁ ୯, କେନ୍ଦ୍ରାପଡା ଜିଲ୍ଲାରୁ ୪, କେନ୍ଦୁଝରରୁ ୭, ଖୋର୍ଦ୍ଧା ଜିଲ୍ଲାରୁ ୧୮ ଜଣ, ମୟୁରଭଞ୍ଜ ଜିଲ୍ଲାରୁ  ୮ ଜଣ, ନୂଆପଡ଼ା ଜିଲ୍ଲାରୁ ୬ ଜଣ, ପୁରୀ ଜିଲ୍ଲାରୁ ୪ ଜଣ, ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁର ଜିଲ୍ଲାରୁ ୧୬, ସୁନ୍ଦରଗଡ ଜିଲ୍ଲାରୁ ୨୬, ସୋନପୁର ଜିଲ୍ଲାରୁ ୩ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୪୧ ଜଣ ଚିହ୍ନଟ ହୋଇଥିବାବେଳେ ୧୦୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୩୯୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୭ ହଜାର ୨୯୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୧୬୩ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୦ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୩ ଟି ଜିଲ୍ଲାରୁ ମୋଟ୍‌ ୨୪୫ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ବଲାଙ୍ଗୀରି ଜିଲ୍ଲାରୁ ୪୦ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡ ଜିଲ୍ଲାରୁ ୨୯, ଅନୁଗୁଳ ଜିଲ୍ଲାରୁ ୨୦ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୬ ଜଣ, ବରଗଡ଼ ଜିଲ୍ଲାରୁ ୧୩ ଜଣ, ଭଦ୍ରକ ଜିଲ୍ଲାରୁ ୩,   ବୌଦ୍ଧ ଜିଲ୍ଲା ରୁ ୨ ଜଣ, କଟକରୁ ୫ ଜଣ, ଦେବଗଡ଼ରୁ ୩, ଢେଙ୍କାନାଳ ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୧୨, ଝାରସୁଗୁଡା ଜିଲ୍ଲାରୁ ୧୬, କେନ୍ଦ୍ରାପଡା ଜିଲ୍ଲାରୁ ୫, କେନ୍ଦୁଝରରୁ ୧୦, ଖୋର୍ଦ୍ଧା ଜିଲ୍ଲାରୁ ୨୫ ଜଣ, ମୟୁରଭଞ୍ଜ ଜିଲ୍ଲାରୁ  ୧୩ ଜଣ, ନୟାଗଡ ଜିଲ୍ଲାରୁ ୨, ନୂଆପଡ଼ା ଜିଲ୍ଲାରୁ ୭ ଜଣ, ପୁରୀ ଜିଲ୍ଲାରୁ ୬ ଜଣ, ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁର ଜିଲ୍ଲାରୁ ୩, ସୋନପୁର ଜିଲ୍ଲାରୁ ୪ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ କରୋନାରେ ମୃତ୍ୟୁବରଣ କଲେ ୨ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ କରୋନାରେ ୨ ଜଣଙ୍କର ମୃତ୍ୟୁ ହୋଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୫ କୁ ବୃଦ୍ଧି ହୋଇଛି।

ମୃତକଙ୍କ ମଧ୍ୟରେ ବାଲେଶ୍ଵରରୁ ଜଣେ ଆକ୍ରାନ୍ତ ଥିବା ବେଳେ ସୁନ୍ଦରଗଡରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ବାଲେଶ୍ଵରରୁ ଜଣେ ୫୨ ବର୍ଷିୟ ପୁରୁଷଙ୍କ ଏହି ଭୂତାଣୁ ଯୋଗୁଁ ପ୍ରାଣହାନୀ ଘଟିଥିବା ବେଳେ ସୁନ୍ଦରଗଡରୁ ଜଣେ ୩୭ ବର୍ଷୀୟ ପୁରୁଷଙ୍କ ପ୍ରାଣହାନୀ ଘଟିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ କରୋନାରେ ମୃତ୍ୟୁବରଣ କଲେ ୩ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ କରୋନାରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୩ କୁ ବୃଦ୍ଧି ହୋଇଛି। ମୃତକଙ୍କ ମଧ୍ୟରେ ବଲାଙ୍ଗିରିରୁ ଜଣେ ଆକ୍ରାନ୍ତ ଥିବା ବେଳେ, ଗଞ୍ଜାମରୁ ଜଣେ ଏବଂ ସୁନ୍ଦରଗଡରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Categories
ଆଜିର ଖବର ଜାତୀୟ ଖବର

କରୋନା ଅପଡେଟ୍‌ : ଗତ ୨୪ ଘଣ୍ଟାରେ ଦେଶରେ ୨୧,୮୨୧ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ :  ଗତ ୨୪ ଘଣ୍ଟାରେ ଦେଶରେ ୨୧,୮୨୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୨୯୯ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୨ ଲକ୍ଷ ୬୬ ହଜାର ୬୭୪ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୮ହଜାର ୭୩୮ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୯୮ଲକ୍ଷ ୬୦ ହଜାର ୨୮୦ରେ ପହଁଞ୍ଚିଛି । ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୩ଲକ୍ଷ ତଳେ ରହିଛି । ଦେଶରେ କରୋନାରୁ ୨,୫୭,୬୫୬ ଆକ୍ଟିଭ୍‌ କେସ୍ ରହିଛି । ଆଇସିଏମ୍‌ଆର ସୂଚନା ଅନୁସାରେ ଡିସେମ୍ବର 30 ତାରିଖ ସୁଦ୍ଧା ଦେଶରେ ୧୭ କୋଟି ୨୦ ଲକ୍ଷ କରୋନା ନମୁନା ପରୀକ୍ଷଣ ହୋଇଛି ।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ 14 ଜଣ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 14 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂତନ 14 କରୋନା ଆକ୍ରାନ୍ତଙ୍କ ମଧ୍ୟରେ 5 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ 09 ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ବୋଲି ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି।

ସେହିପରି ଆଜି ଭୁବନେଶ୍ବରରୁ 32 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜିର ନୂତନ ସଂକ୍ରମିତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରୁ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା ମୋଟ 31 ହଜାର 488ରେ ପହଞ୍ଚିଛି । ସେହିପରି ଏବେ ସୁଦ୍ଧା 30 ହଜାର 882ଜଣ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଭୁବନେଶ୍ବରରୁ 235ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଏବେ ସୁଦ୍ଧା 350 ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

Categories
ଆଜିର ଖବର ଜାତୀୟ ଖବର

ଗତ 24 ଘଣ୍ଟାରେ କେରଳରେ 6 ହଜାରରୁ ଉର୍ଦ୍ଧ୍ବ ନୂତନ କେସ୍‌

କେରଳ : କେରଳରେ ଗତ 24 ଘଣ୍ଟା ମଧ୍ୟରେ 6ହଜାର 1698ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 7 ଲକ୍ଷ 21 ହଜାର 510ରେ ପହଞ୍ଚିଛି । ସେହିପରି 22ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ରାଜ୍ୟରେ କରୋନା ଜନିତ ମୃତକଙ୍କ ସଂଖ୍ୟା 2 ହଜାର 892ରେ ପହଞ୍ଚିଛି । ସ୍ବାସ୍ଥ୍ୟମନ୍ତ୍ରୀ କେ. ଶୈଳଜା ରାଜ୍ୟରେ ଅଚାନକ କରୋନା ମାମଲା ବୃଦ୍ଧିକୁ ନେଇ କରୋନାର ନୂଆ ଷ୍ଟ୍ରେନ୍‌କୁ ନେଇ ଆଶଙ୍କା କରିଛନ୍ତି ।

କେ. ଶୈଲଜା କହିଛନ୍ତି ଯେ, ନୂଆ ଷ୍ଟ୍ରେନ୍‌କୁ ନେଇ ଆଶଙ୍କା ରହିଥିବାବେଳେ ୟୁରୋପ, ଇଟାଲୀ, ୟୁକେରୁ ଆସୁଥିବା ଯାତ୍ରୀଙ୍କୁ କେରଳ ଏୟାରପୋର୍ଟରେ ଟେଷ୍ଟ କରାଯାଉଛି । ସମସ୍ତଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ କୁହାଯାଇଛି ।

ସୂଚନାଯୋଗ୍ୟ, ରାଜ୍ୟରେ ଏବେ 62 ହଜାର 803 ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ସଂକ୍ରମିତ ହୋଇଥିବା ମୋଟ୍‌ ଲୋକଙ୍କ ମଧ୍ୟରୁ 5 ହଜାର 349ଜଣ ସ୍ଥାନୀୟ ସ୍ତରରେ କରୋନାରେ ସଂକ୍ରମିତ ହୋଇଥିବାବେଳେ 62 ଜଣଙ୍କର ସଂକ୍ରମଣର ସ୍ତ୍ରୋତ ଜଣାପଡିନାହିଁ। ସେହିପରି ସଂକ୍ରମିତଙ୍କ ମଧ୍ୟରୁ 98 ଜଣ ରାଜ୍ୟ ବାହାରର । 60 ଜଣ ସ୍ବାସ୍ଥ୍ୟକର୍ମୀ ରହିଛନ୍ତି । ଏର୍ଣ୍ଣାକୁଲମ୍‌ରେ ସବୁଠୁ ଅଧିକ 953ଜଣ କରୋନା ଆକ୍ରାନ୍ତ ରହିଛନ୍ତି । (ଏଜେନ୍ସି)

Categories
ଆଜିର ଖବର ଜାତୀୟ ଖବର

ବ୍ରିଟେନ୍‌ରୁ ଭାରତକୁ ଫେରିଥିବା 5 କରୋନା ପଜିଟିଭ୍‌ ଆକ୍ରାନ୍ତ ଦିଲ୍ଲୀ ବିମାନ ବନ୍ଦରରୁ ଗାୟବ

ନୂଆଦିଲ୍ଲୀ : ବ୍ରିଟେନ୍‌ରେ କରୋନାର ନୂଆ ଷ୍ଟ୍ରେନ୍‌ ଜଣାପଡିବା ପରେ ସାରା ଦୁନିଆରେ ଏହାକୁ ନେଇ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି । କିନ୍ତୁ ଭାରତରେ ଏହାକୁ ନେଇ ଦାୟିତ୍ବହୀନତା ଦେଖିବାକୁ ମିଳିଛି । କେନ୍ଦ୍ର ସରକାର ବ୍ରିଟେନ୍ ଫେରନ୍ତାଙ୍କ ପାଇଁ ଏସ୍‌ଓପି  ଜାରି କରିବା ପରେ ବି ବ୍ରିଟେନ୍‌ରୁ ଫେରିଥିବା ପାଞ୍ଚଜଣ ଯାତ୍ରୀ ଚକ୍‌ମା ଦେଇ ଦିଲ୍ଲୀ ଏୟାରପୋର୍ଟରୁ ଗାୟବ ହୋଇଯାଇଛନ୍ତି। ଅବଶ୍ୟ ଏହି ପାଞ୍ଚଜଣଙ୍କ ମଧ୍ୟରୁ ତିନିଜଣଙ୍କୁ ଟ୍ରେସ୍‌ କରାଯାଇ ତାଙ୍କୁ ଦିଲ୍ଲୀସ୍ଥିତ ଲୋକନାୟକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହାବ୍ୟତୀତ ଅନ୍ୟ ଦୁଇଜଣଙ୍କ ମଧ୍ୟରୁ ଜଣେ ସଂକ୍ରମିତ ଲୁଧିଆନା ଓ ଆଉ ଜଣେ ସଂକ୍ରମିତ ଆନ୍ଧ୍ରପ୍ରଦେଶରେ ପହଞ୍ଚିଛନ୍ତି । ଦୁହିଁଙ୍କୁ ବୁଧବାର ଦିନ ଚିହ୍ନଟ କରାଯାଇ କ୍ବାରେଣ୍ଟାଇନ୍‌ କରାଯାଇଛି ।

Categories
ଆଜିର ଖବର ଜାତୀୟ ଖବର

ବ୍ରିଟେନରୁ ଦିଲ୍ଲୀକୁ ଫେରିଥିବା ଯାତ୍ରୀଙ୍କ ମଧ୍ୟରେ ପାଞ୍ଚ ପଜିଟିଭ

ଦିଲ୍ଲୀ: ବ୍ରିଟେନ୍‌ରେ ଦେଖାଦେଇଥିବା କରୋନାର ନୂଆ ଷ୍ଟ୍ରେନ୍‌ ଏବେ ସମସ୍ତଙ୍କୁ ଚିନ୍ତାରେ ପକାଇଛି । ଏବେ ବ୍ରିଟେନରୁ ଭାରତ ଫେରିଥିବା 5ଜଣ ଯାତ୍ରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍ ଆସିଥିବା ଜଣାପଡ଼ିଛି। ବ୍ରିଟେନ୍‌ରୁ ନୂଆଦିଲ୍ଲୀର ବିମାନବନ୍ଦରରେ ଆସି ପହଞ୍ଚିଥିବା 266 ଯାତ୍ରୀଙ୍କର ନମୁନା ଯାଞ୍ଚ୍ କରାଯାଇଥିଲା। 5ଜଣଙ୍କ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ । ତେବେ ଅଧିକ ପରୀକ୍ଷା ପାଇଁ ସମ୍ପୃକ୍ତ ପାଞ୍ଚ ଜଣଙ୍କ ନମୁନାକୁ ନ୍ୟାଶନାଲ ସେଣ୍ଟର ଫର୍ ଡିଜିଜ୍ କଣ୍ଟ୍ରୋଲକୁ ପଠାଇ ଦିଆଯାଇଛି।

ବ୍ରିଟେନରେ ଦେଖାଦେଇଥିବା କରୋନାର ନୂଆ ଷ୍ଟ୍ରେନ୍‌ ଅଧିକ ଶକ୍ତିଶାଳୀ ହେବା ସହିତ ଦ୍ରୁତ ଗତିରେ ସଂକ୍ରମିତ ହେଉଥିବାରୁ ୟୁରୋପୀୟ ରାଷ୍ଟ୍ରମାନେ ବ୍ରିଟେନ୍‌ ସହିତ ବିମାନ ସେବା ବନ୍ଦ ରଖିଛନ୍ତି । ସାଉଦୀ ଆରବ ଏକସପ୍ତାହ ପାଇଁ ଦେଶର ସୀମାକୁ ସିଲ୍‌ କରିଛି । ସେହିପରି ଭାରତ ମଧ୍ୟ ବ୍ରିଟେନ୍‌କୁ ବିମାନସେବା ଉପରେ କଟକଣା ଜାରି ରଖିଛି । ବ୍ରିଟେନ୍‌ରୁ ଆସୁଥିବା ସମସ୍ତ ଯାତ୍ରୀଙ୍କ ଆର୍‌ଟିପିସିଆର ଯାଞ୍ଚ ନିର୍ଦ୍ଦେଶ ଦିଆଯାଇଛି । ସେମାନଙ୍କଠାରେ ନୂଆ କରୋନା ଭୂତାଣୁ ରହିଛି କି ନାହିଁ ତାହାର ପରୀକ୍ଷା କରାଯିବ। ଏନେଇ ଖବର ପ୍ରଚାରିତ ହେବା ପରେ ଦିଲ୍ଲୀରେ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି।

Categories
ଆଜିର ଖବର ଜାତୀୟ ଖବର

କରୋନା ଅପଡେଟ୍‌ : ଗତ 24 ଘଣ୍ଟାରେ 24 ହଜାର10ଜଣ ନୂତନ ଆକ୍ରାନ୍ତ ଚିହ୍ନଟ, 355 ମୃତ

ନୂଆଦିଲ୍ଲୀ : ଭାରତରେ ଲଗାତାର ଚତୁର୍ଥ ଦିନ ପାଇଁ 30 ହଜାରରୁ କମ୍‌ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ 24 ଘଣ୍ଟା ମଧ୍ୟରେ 24 ହଜାର 010ଜଣ ନୂତନ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ 355ଜଣଙ୍କର ମୃତ୍ୟୁ ହୋଇଛି । ଲଗାତାର 18 ଦିନ ଧରି ଦେଶରେ 40 ହଜାରରୁ କମ୍‌ ସଂଖ୍ୟକ ପଜିଟିଭ୍‌ ଚିହ୍ନଟ ହେଉଛନ୍ତି । ତେବେ ଏହି ଦଶ ଦିନ ମଧ୍ୟରେ ପଞ୍ଚମ ଥର ପାଇଁ ଦେଶରେ 30 ହଜାରରୁ କମ୍‌ ମାମଲା ଚିହ୍ନଟ ହୋଇଛି ।

ସ୍ବାସ୍ଥ୍ୟମନ୍ତ୍ରାଳୟ ତରଫରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ସର୍ବମୋଟ କରୋନା ମାମଲା 99ଲକ୍ଷ 56 ହଜାର ହୋଇଛି । ସେହିପରି କରୋନା ଜନିତ ମୃତ୍ୟୁ ସଂଖ୍ୟା 1 ଲକ୍ଷ 44 ହଜାର 451ରେ ପହଞ୍ଚିଛି । ମୋଟ୍‌ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 3 ଲକ୍ଷ 22 ହଜାର ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି 94 ଲକ୍ଷ 89 ହଜାର ।

ଆଇସିଏମ୍‌ଆରର ସୂଚନା ମୁତାବକ ଦେଶରେ ମୋଟ୍‌ 15 କୋଟି 78 ଲକ୍ଷ କରୋନା ସାମ୍ପଲ୍‌ ଟେଷ୍ଟ ହୋଇଛି । ଦେଶରେ 26ଟି ରାଜ୍ୟର ଓ କେନ୍ଦ୍ର ଶାସିତ ପ୍ରଦେଶରେ ମୋଟ୍‌ ଆକ୍ଟିଭ୍‌ କେସ୍‌ 20,000ରୁ କମ୍‌ ରହିଥିବାବେଳେ 9ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ 20,000ରୁ ଉର୍ଦ୍ଧ୍ବ କରୋନା ମାମଲା ରହିଛି ।

Categories
ଆଜିର ଖବର ଜାତୀୟ ଖବର

ଜେପି ନଡ୍ଡାଙ୍କୁ କରୋନା

ନୂଆଦିଲ୍ଲୀ: ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଖୋଦ୍ ନଡ୍ଡା ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ତାଙ୍କ ଭିତରେ କରୋନାର ଲକ୍ଷଣ ଦେଖା ଦେଇଥିଲା। ଯାହା ପରେ ସେ ନିଜର କୋଭିଡ୍ ଟେଷ୍ଟ କରାଇଥିଲେ, ଯେଉଁଥିରେ ରିପୋର୍ଟ ପଜିଟିଭ୍ ଆସିଛି। ନଡ୍ଡା କହିଛନ୍ତି ଯେ, ତାଙ୍କଠାରେ କରୋନା ପ୍ରାରମ୍ଭିକ ଲକ୍ଷଣ ଦେଖାଯିବା ପରେ ସେ ଟେଷ୍ଟ କରାଇଥିଲେ । ରିପୋର୍ଟ ପଜିଟିଭ୍‌ ଆସିବା ପରେ ସେ ନିଜକୁ ହୋମ୍‌ ଆଇସୋଲେସନ୍‌ରେ ରହିଛନ୍ତି । ଡାକ୍ତରଙ୍କ ପରାମର୍ଶକୁ ଗ୍ରହଣ କରିଛନ୍ତି । ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ସେ କରୋନା ଟେଷ୍ଟ କରାଇବା ସହ ଆଇସୋଲେଟ୍‌ କରନ୍ତୁ ବୋଲି କହିଛନ୍ତି ।

ସୂଚନାଯୋଗ୍ୟ, ନିକଟରେ ନଡ୍ଡା ପଶ୍ଚିମବଙ୍ଗ ଗସ୍ତ  କରିଥିଲେ । ନଡ୍ଡାଙ୍କ ସହଯୋଗୀ ଆଦିତ୍ୟ ମଧ୍ୟ କରୋନା ସଂକ୍ରମିତ ହୋଇଛନ୍ତି । (ଏଜେନ୍ସି)

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଉ  5 ଜଣ ଆକ୍ରାନ୍ତଙ୍କର ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ  ମଧ୍ୟ ହ୍ରାସ ଦେଖାଦେଇଛି। ରାଜ୍ୟରେ ଆଉ 5 ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1807କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ମୟୂରଭଞ୍ଜ ଜିଲ୍ଲାରୁ 2 ଜଣ ଲେଖାଏଁ ଆକ୍ରାନ୍ତ ଥିବାବେଳେ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

ଭୁବନେଶ୍ବରରୁ 59 ବର୍ଷୀୟ ବ୍ୟକ୍ତି, ଖୋର୍ଦ୍ଧାରୁ 64 ବର୍ଷୀୟ ବ୍ୟକ୍ତି, ମୟୂରଭଞ୍ଜରୁ 58 ବର୍ଷୀୟ ବ୍ୟକ୍ତି ଓ 68 ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବାବେଳେ ସୁନ୍ଦରଗଡରୁ 59 ବର୍ଷୀୟ ପୁରୁଷଙ୍କ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Categories
ଆଜିର ଖବର ଜାତୀୟ ଖବର

କରୋନା ଅପଡେଟ୍ : ଦେଶରେ ଗତ ୨୪ ଘଣ୍ଟାରେ ୩୦ ହଜାର ଆକ୍ରାନ୍ତ, ୪୪୨ମୃତ

ନୂଆଦିଲ୍ଲୀ :ଦେଶରେ କରୋନା ସଂକ୍ରମଣ ହାର ଖସିବାରେ ଲାଗିଛି । ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାର ୬ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ୪୪୨ ଜଣଙ୍କର ମୃତ୍ୟୁ ଘଟିଛି । ସ୍ବାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ମିଳିଥିବା ସୂଚନା ଅନୁସାରେ ଭାରତରେ କରୋନାର ସର୍ବମୋଟ ମାମଲା ୯୮ ଲକ୍ଷ ୨୬ ହଜାର ୭୭୫ରେ ପହଞ୍ଚିଥିବାବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଏକ ଲକ୍ଷ ୪୨ ହଜାର ୬୨୮ରେ ପହଞ୍ଚିଛି ।

ସେହିପରି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ହାର ହ୍ରାସ ପାଇବାରେ ଲାଗିଛି । ଦେଶରେ ଏବେସୁଦ୍ଧା ୩ ଲକ୍ଷ ୫୯ ହଜାର ୮୧୯ ସକ୍ରିୟ ଆକ୍ରାନ୍ତ ରହିଥିବାବେଳେ ୯୩ ଲକ୍ଷ ୨୪ ହଜାର ୩୨୮ ଜଣ ଲୋକ ସୁସ୍ଥ ହୋଇଛନ୍ତି ।

ସମଗ୍ର ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ କୋଟି ୧ ଲକ୍ଷ ୭୪ ହଜାର ୩୨୧ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରୁ ୪ କୋଟି ୫୩ ଲକ୍ଷ ୨୭ ହଜାର ୩୦୨ ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୩୨ ଲକ୍ଷ ୫୩ ହଜାର ୭୮୨ ରେ ପହଞ୍ଚିଛି । ସମୁଦାୟ ମୃତ୍ୟୁ ସଂଖ୍ୟା ୧୫ ଲକ୍ଷ ୯୩ ହଜାର ୨୩୭ରେ ପହଞ୍ଚିଛି ।

Categories
ଆଜିର ଖବର ରାଜ୍ୟ ଖବର

ଜାନୁଆରୀରେ ଖୋଲିବ ସ୍କୁଲ !

ଭୁବନେଶ୍ବର : ଆସନ୍ତା ଜାନୁଆରୀ ମାସରେ ରାଜ୍ୟରେ ସ୍କୁଲ ଖୋଲିପାରେ । ରାଜ୍ୟରେ ସ୍କୁଲ ଖୋଲିବା ସମ୍ଭାବନା ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ପ୍ରଥମେ ଦଶମ ଓ ଦ୍ବାଦଶ ଶ୍ରେଣୀ ଖୋଲିବାକୁ ପ୍ରାଥମିକତା ଦିଆଯିବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ। ଯଦି ଜାନୁଆରୀରେ ସ୍କୁଲ ଖୋଲେ, ଛୁଟିଦିନରେ ବି କ୍ଲାସ୍‌ ହେବ । କେବଳ ପର୍ବପର୍ବାଣୀ ଛୁଟିକୁ ଛାଡି, ଅନ୍ୟ ଛୁଟିରେ କ୍ଲାସ୍‌ ହେବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ତେବେ ଡିସେମ୍ବରରେ ସ୍କୁଲ ଖୋଲିହେବ ବୋଲି ଏସ୍‌ଆରସି ପୂର୍ବରୁ କହିଥିଲେ । କିନ୍ତୁ ବର୍ତ୍ତମାନ ପରିସ୍ଥିତି ଯାହା ଡିସେମ୍ବରେ ସ୍କୁଲ ଖୋଲିବା ସମ୍ଭାବନା ନୁହେଁ । ତେବେ ଜାନୁଆରୀରୁ ସ୍କୁଲ ଖୋଲାଯିବା ନେଇ ସମ୍ଭାବନା ରହିଛି । ସୂଚନାଯୋଗ୍ୟ, କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମାର୍ଚ୍ଚ ମାସରୁ ରାଜ୍ୟରେ ସମସ୍ତ ସ୍କୁଲ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି । ସେହିପରି ନୂଆବର୍ଷରୁ ରାଜ୍ୟରେ କଲେଜ ଖୋଲିବାର ସମ୍ଭାବନା ରହିଥିବା ନେଇ ଆଜି ଉଚ୍ଚଶିକ୍ଷା ସଚିବ ମଧ୍ୟ ଆଶା ପ୍ରକଟ କରିଛନ୍ତି ।