ନୂଆଦିଲ୍ଲୀ: କରୋନା ପୁଣି ଥରେ ଭାରତରେ ଗତି ବଢିବାରେ ଲାଗିଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ରିପୋର୍ଟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୩ ହଜାର ୩୧୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୦ ହଜାର ୯୭୨ ଜଣ ଲୋକ ଏହି ରୋଗରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ସମୟରେ ୩୮ ଜଣଙ୍କର ମୃତ୍ୟୁ ହୋଇଛି। ଦେଶରେ ସକ୍ରିୟ ମାମଲା ୮୩ ହଜାର ୯୯୦ କୁ ବୃଦ୍ଧି ପାଇଛି। ଏହାପୂର୍ବରୁ ଜୁନ୍ ୨୨ ତାରିଖରେ ୧୨ ହଜାର ୨୪୯ ଟି ମାମଲା ପଞ୍ଜିକୃତ ହୋଇଥିଲା।
