Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଭୁବନେଶ୍ଵରରେ ସିଲ୍ ହେଲା ଆପାର୍ଟମେଣ୍ଟ: ୧୦ ଦିନ ପାଇଁ ଲାଗିଲା କଟକଣା

ଭୁବନେଶ୍ବର: ଭୁବନେଶ୍ଵରରେ ଏକ ଆପାର୍ଟମେଣ୍ଟକୁ ସିଲ୍ କରି ଦିଆଯାଇଛି। ଟଙ୍କପାଣି ରୋଡସ୍ଥିତ ତରୁ ଆପାର୍ଟମେଣ୍ଟ ସିଲ୍ ହୋଇଛି। ଏହି ଆପାର୍ଟମେଣ୍ଟରୁ ଏକାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ବିଏମସି ଏଭଳି ନିଷ୍ପତ୍ତି ନେଇଛି। ଆଜିଠାରୁ ୧୬ ତାରିଖ ପର୍ଯ୍ୟନ୍ତ ଆପାର୍ଟମେଣ୍ଟକୁ ସିଲ୍ କରାଯାଇଛି।

ଆପାର୍ଟମେଣ୍ଟ ଭିତରୁ କୌଣସି ବ୍ୟକ୍ତି ବାହାରକୁ ଆସିବା ପାଇଁ ବାରଣ କରାଯାଇଥିବା ବେଳେ ବାହାରୁ କେହି ଭିତରକୁ ଯାଇପାରିବେ ନାହିଁ। କେବଳ ସ୍ବୀକୃତିପ୍ରାପ୍ତ ବିଏମସି କର୍ମଚାରୀଙ୍କୁ ଆପାର୍ଟମେଣ୍ଟ ଭିତରକୁ ପ୍ରବେଶ ପାଇଁ ଅନୁମତି ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୯୧ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୩ ଜଣ ଚିହ୍ନଟ ହୋଇଥିବା ବେଳେ ୩୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୬୨୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୪ ହଜାର ୮୩୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୧୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୭ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୧୮ ଟି ଜିଲ୍ଲାରୁ ୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ସମ୍ବଲପୁର ଜିଲ୍ଲାରୁ ୧୪ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୩, ଖୋର୍ଦ୍ଧା ଜିଲ୍ଲାରୁ ୧୦ ଜଣ, ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ଵର ଜିଲ୍ଲାରୁ ୧୨ ଜଣ, ଭଦ୍ରକ ଜିଲ୍ଲାରୁ ୯ ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ଜଣେ, ଦେବଗଡ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୬ ଜଣ, ଝାରସୁଗୁଡା ଜିଲ୍ଲାରୁ ୩ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୬ ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୩ ଜଣ, ରାୟଗଡା ଜିଲ୍ଲାରୁ ଜଣେ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୮୧ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୯ ଜଣ ଚିହ୍ନଟ ହୋଇଥିବା ବେଳେ ୩୨ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୫୨୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୪ ହଜାର ୭୦୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୯୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୭ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୨ ଟି ଜିଲ୍ଲାରୁ ୮୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ସମ୍ବଲପୁର ଜିଲ୍ଲାରୁ ୧୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୬ ଜଣ, ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବରଗଡ ଜିଲ୍ଲାରୁ ୭ ଜଣ, ଭଦ୍ରକ ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ୩ ଜଣ, ଦେବଗଡ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୪ ଜଣ, ଯାଜପୁର ଜିଲ୍ଲାରୁ ୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୫ ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୂରଭଞ୍ଜ ଜିଲ୍ଲାରୁ ୮ ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨ ଜଣ, ସୋନପୁର ଜିଲ୍ଲାରୁ ଜଣେ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 

Categories
ଆଜିର ଖବର ଆଞ୍ଚଳିକ

ଜଗତସିଂହପୁର ଜିଲ୍ଲାରୁ ଆଜି ଚିହ୍ନଟ ହେଲେ ୪୮, ସୁସ୍ଥ ହେଲେ ୧୫ ଜଣ କରୋନା ଆକ୍ରାନ୍ତ

ରମେଶ ମହାନ୍ତି

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରୁ ଆଜି ୪୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁସ୍ଥ ହୋଇଛନ୍ତି ୧୫ ଜଣ। ଏଥିସହିତ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସମୁଦାୟ ୧୨୮୧ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୯୩୯ ଜଣ ସୁସ୍ଥ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି ଓ ବର୍ତ୍ତମାନ ୩୫୫ ଜଣ ଆକ୍ରାନ୍ତ ସକ୍ରିୟ ରହିଛନ୍ତି ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ବାଲିକୁଦା ବ୍ଲକରୁ ୩ଜଣ, ଏରସମା ବ୍ଲକରୁ ୫ଜଣ, ଜଗତସିଂହପୁର ମ୍ୟୁନିସିପାଲିଟିରୁ ୫ଜଣ, ନାଉଗାଁ ବ୍ଲକରୁ ୭ଜଣ, ରଘୁନାଥପୁର ବ୍ଲକରୁ ୬ଜଣ, କୁଜଙ୍ଗ ବ୍ଲକରୁ ୧୪ଜଣ, ତିର୍ତ୍ତୋଲ ବ୍ଲକରୁ ୪ଜଣ, ପାରାଦ୍ଵୀପରୁ ୨ଜଣ ଏବଂ ବିରିଡ଼ି ଓ ଜଗତସିଂହପୁର ବ୍ଲକରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି।