Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୬ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ  ମଧ୍ୟ ହ୍ରାସ ଦେଖାଦେଇଛି। ରାଜ୍ୟରେ ଆଉ ୬ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୭୭୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଦୁଇଜଣ କରୋନା ରୋଗୀ ଆଖି ବୁଜିଥିବାବେଳେ ବାଲେଶ୍ଵର, ବଲାଙ୍ଗିରି, କଳାହାଣ୍ଡି, ଓ ନୂଆପଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ କରୋନାରେ ପ୍ରାଣ ହରାଇଲେ ଆଉ ପାଞ୍ଚ ଜଣ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ  ମଧ୍ୟ ହ୍ରାସ ଦେଖାଦେଇଛି। ରାଜ୍ୟରେ ଆଉ ପାଞ୍ଚଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୭୬୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆଜି ଭୁବନେଶ୍ବରରୁରୁ ସର୍ବାଧିକ ଦୁଇଜଣ କରୋନା ରୋଗୀ ଆଖି ବୁଜିଥିବାବେଳେ ଜଗତସିଂହପୁର, ନୟାଗଡ ଏବଂ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

ଭୁବନେଶ୍ୱରରୁ କରୋନା ସଂକ୍ରମିତ ଜଣେ ୫୫ ବର୍ଷୀୟ ପୁରୁଷ ଓ ଜଣେ ୭୯ ବର୍ଷୀୟ ମହିଳା ମୃତ୍ୟୁବରଣ କରିଛନ୍ତି। ନୟାଗଡ଼ ଜିଲ୍ଲାରୁ ଜଣେ ୫୦ ବର୍ଷୀୟ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ପୁରୀରେ ଜଣେ ୭୨ ବର୍ଷୀୟ ବୃଦ୍ଧ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଜି ୩୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୩୭୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୧୫ଜଣ ଚିହ୍ନଟ ହୋଇଥିବାବେଳେ ୧୬୨ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୦ହଜାର ୩୯୪କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୧୪ ହଜାର ୦୨୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର  ୫୫୮ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୭୫୫ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୭ ଟି ଜିଲ୍ଲାରୁ ମୋଟ୍‌ ୩୭୭ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୫୬ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୨୮, ବାଲେଶ୍ଵରରୁ ୧୬, ବରଗଡରୁ ୧୧, ଭଦ୍ରକରୁ ୯, ବଲାଙ୍ଗିରରୁ ୨, କଟକରୁ ୧୮, ଦେବଗଡରୁ ୨, ଢେଙ୍କାନାଳରୁ ୩,  ଗଞ୍ଜାମରୁ ୬, ଜଗତସିଂହପୁରରୁ ୧୧, ଯାଜପୁରରୁ ୧୨, ଝାରସୁଗୁଡାରୁ ୮, କଳାହାଣ୍ଡିରୁ ୭,  କେନ୍ଦ୍ରାପଡାରୁ ୭, କେଉଁଝରରୁ ୧୩, କୋରାପୁଟରୁ ୮, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୨୫, ନବରଙ୍ଗପୁରରୁ ୬, ନୂଆପଡାରୁ ୧୪,  ପୁରୀରୁ ୧୩, ରାୟଗଡାରୁ ୨, ସମ୍ବଲପୁରରୁ ୮, ସୁନ୍ଦରଗଡ଼ରୁ ୪୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୧୨ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ୬୬୯ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୬୬୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ମୟୂରଭଞ୍ଜରୁ ସର୍ବାଧିକ ୮୨ ଜଣ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୫୮, ସୁନ୍ଦରଗଡରୁ ୫୭, କେନ୍ଦୁଝରରୁ ୪୮, ଝାରସୁଗୁଡାରୁ ୪୭, ଅନୁଗୁଳରୁ ୪୪, କଟକରୁ ୪୦, ଜଗତସିଂହପୁରରୁ ୩୮, କେନ୍ଦ୍ରାପଡାରୁ ୩୧, ଯାଜପୁରରୁ ୨୮, ବରଗଡରୁ ୨୭, ନୂଆପଡାରୁ ୨୪, ସମ୍ବଲପୁରରୁ ୨୩, କଳାହାଣ୍ଡିରୁ ୨୦, ବାଲେଶ୍ଵରରୁ ୧୮, ବଲାଙ୍ଗିରିରୁ ୧୬, ଗଞ୍ଜାମରୁ ୧୩, ନବରଙ୍ଗପୁରରୁ ୧୨, ଭଦ୍ରକରୁ ୭, ପୁରୀରୁ ୭, ବୌଦ୍ଧରୁ ୬, ନୟାଗଡରୁ ୫, ସୋନପୁରରୁ ୫, ଢେଙ୍କାନାଳରୁ ୪, ମାଲକାନଗିରିରୁ ୪, କନ୍ଧମାଳରୁ ୩, କୋରାପୁଟରୁ ୩, ଦେବଗଡରୁ ୨, ରାୟଗଡାରୁ ୧ ଓ ଷ୍ଟେଟ୍ ପୁଲରୁ ୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୧୨ ହଜାର ୭୩୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୯ ହଜାର ୧୦୩ ମଧ୍ୟରୁ ୪ ହଜାର ୫୭୨ ଜଣ ଚିକିତ୍ସିଧୀନ ଥିବା ବେଳେ ୧୭୪୪ ଜଣ କରୋନାରେ ମୃତ୍ୟୁବରଣ କରଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

କରୋନାକୁ ପରାସ୍ତ କରି ସମ୍ କୋଭିଡ୍ ହସ୍ପିଟାଲରୁ ସୁସ୍ଥ ହେଲେ ୯୭ ବର୍ଷୀୟ ବୟୋଜ୍ୟେଷ୍ଠ

ଭୁବନେଶ୍ୱର: କରୋନାକୁ ପରାସ୍ତ କରୁଛନ୍ତି ବୟୋଜ୍ୟେଷ୍ଠ ଏବଂ ହାର ମାନୁଛି କରୋନା। ଉପଯୁକ୍ତ ଚିକିତ୍ସା ଓ ଯତ୍ନ ମିଳିଲେ ପରିଣତ ବୟସରେ ପହଂଚିଥିବା ବ୍ୟକ୍ତିମାନେ ଯେ କରୋନାରୁ ସୁସ୍ଥ ହୋଇପାରିବେ ଏକଥା ପୁଣି ଥରେ ପ୍ରମାଣିତ ହୋଇଛି ସମ୍ କୋଭିଡ ହସ୍ପିଟାଲ୍‌ରେ। ସମ୍ କୋଭିଡ୍ ହସ୍ପିଟାଲ୍‌ରୁ କୋଭିଡ୍‌ରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୯୭ ବର୍ଷୀୟ ବୃଦ୍ଧ ଶ୍ରୀ ନଟବର ଦାଶ।

କଟକ ଜିଲ୍ଲା କିଶୋର ନଗର ଅଂଚଳର ୯୭ ବର୍ଷୀୟ ଶ୍ରୀ ନଟବର ଦାସ କୋଭିଡ ପଜିଟିଭ ଚିହ୍ନଟ ହେବା ପରେ ସମ୍ କୋଭିଡ ହସ୍ପିଟାଲ୍‌ରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ।  ନଟବରଙ୍କର ଶ୍ୱାସ ଜନିତ ସମସ୍ୟା, ଉଚ୍ଚ ରକ୍ତଚାପ ଓ ମଧୁମେହ ଭଳି ବ୍ୟାଧି ମଧ୍ୟ ରହିଥିଲା। କୋଭିଡ ପଜିଟିଭ୍ ହେବା ପରେ ସେ ନିମୋନିଆରେ ମଧ୍ୟ ଆକ୍ରାନ୍ତ ହୋଇଥିଲେ। ସମ୍ କୋଭିଡରେ ଭର୍ତି ହେବା ପରେ ତାଙ୍କୁ ତୁରନ୍ତ ଆଇସିୟୁରେ ରଖାଯାଇ ଚିକିତ୍ସା ଆରମ୍ଭ କରାଯାଇଥିଲା।

ତେବେ ସମ୍ କୋଭିଡ ଟିମ୍‌ର ଅପ୍ରାଣ ଉଦ୍ୟମ, ଉତମ ଚିକିତ୍ସା ଓ ଯତ୍ନ ଫଳରେ କରୋନାରୁ ସୁସ୍ଥ ହୋଇଛନ୍ତି ଏହି ୯୭ ବର୍ଷୀୟ ବୟସ୍କ ବ୍ୟକ୍ତି ଜଣକ। ଗତ ନଭେମ୍ବର ୧୮ ତାରିଖରେ ସେ କରୋନା ସଂକ୍ରମିତ ହୋଇ ସମ୍ କୋଭିଡ୍‌ରେ ଭର୍ତ୍ତି ହୋଇଥିବା ବେଳେ ମଙ୍ଗଳବାର ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଘରକୁ ଫେରିବା ସମୟରେ ନଟବର ସମ୍ କୋଭିଡ୍ ଟିମ୍‌କୁ ଉଚ୍ଚ ପ୍ରଶଂସା କରିଥିବା ବେଳେ ତାଙ୍କ ପୁଅ କିଶୋର ଚନ୍ଦ୍ର ଦାଶ ଧନ୍ୟବାଦ ଓ କୃତଜ୍ଞତା ଜ୍ଞାପନ କରିଛନ୍ତି। ନଟବରଙ୍କ ଭଳି ଅନେକ ବୟୋଜ୍ୟେଷ୍ଠ ବ୍ୟକ୍ତି କରୋନା ଆକ୍ରାନ୍ତ ହୋଇ ସମ୍ କୋଭିଡ ହସ୍ପିଟାଲ୍‌ରେ ଚିକିତ୍ସିତ ହେବା ସହ ସୁସ୍ଥ ହୋଇ ଘରକୁ ଫେରିବାର ନଜିର ରହିଛି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଜି ୫୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୫୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୯୭ ଜଣ ଚିହ୍ନଟ ହୋଇଥିବାବେଳେ ୨୨୧ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୮ହଜାର୩୦୭କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୧୦ହଜାର ୫୪୯ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୯୭୧ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୭୩୦ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୭ଟି ଜିଲ୍ଲାରୁ ମୋଟ୍‌ ୫୧୮ଜଣ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡରୁ ସର୍ବାଧିକ ୫୨ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୩୬,  ବାଲେଶ୍ଵରରୁ ୨୬, ବରଗଡରୁ ୨୪, ଭଦ୍ରକରୁ ୬, ବଲାଙ୍ଗିରରୁ ୩୭, କଟକରୁ ୪୫, ଦେବଗଡରୁ ୧, ଢେଙ୍କାନାଳରୁ ୮,  ଗଞ୍ଜାମରୁ ୧୦, ଜଗତସିଂହପୁରରୁ ୧୬, ଯାଜପୁରରୁ ୧୮, ଝାରସୁଗୁଡାରୁ ୧୬, କଳାହାଣ୍ଡିରୁ ୬, କନ୍ଧମାଳରୁ ୪, କେନ୍ଦ୍ରାପଡାରୁ ୧୭, କେଉଁଝରରୁ ୨୫, ଖୋରଧାରୁ ୪୦, କୋରାପୁଟରୁ ୯, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୪୯, ନବରଙ୍ଗପୁରରୁ ୧, ନୂଆପଡାରୁ ୨୩,  ପୁରୀରୁ ୧୫, ରାୟଗଡାରୁ ୧,  ସମ୍ବଲପୁରରୁ ୧୭,  ସୋନପୁରରୁ ୪, ସୁନ୍ଦରଗଡରୁ ୫୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୮ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

Categories
ଆଜିର ଖବର ଆଞ୍ଚଳିକ ରାଜ୍ୟ ଖବର

କରୋନା ସମୟରେ ଶିକ୍ଷକଙ୍କ ସର୍ବୋଚ୍ଚ ବଳିଦାନ ପାଇଁ କ୍ଷତିପୂରଣ ରାଶି ପ୍ରଦାନ

ହେମାଙ୍ଗ ପ୍ରସାଦ ରାଉଳ

ବ୍ରହ୍ମପୁର: ସାରା ରାଜ୍ୟରେ ବିଭିନ୍ନ ଜିଲ୍ଲା ମଧ୍ୟରୁ ଗଂଜାମ ଜିଲ୍ଲାରେ ବହୁ ସଂଖ୍ୟକ ସଂକ୍ରମିତ ବ୍ୟକ୍ତି ଚିହ୍ନଟ ହୋଇଥିଲେ। ସରକାର ଅନ୍ୟ ରାଜ୍ୟରୁ ନିଜ ରାଜ୍ୟକୁ ଆସୁଥିବା ପ୍ରବାସୀଙ୍କ ପାଇଁ କ୍ୱାରେଣ୍ଟାଇନ୍ ବ୍ୟବସ୍ଥା କରିଥିଲେ। ସେଠାରେ ସେମାନଙ୍କ ରହିବା, ଖାଇବା ଏବଂ ଚିକିତ୍ସା ପାଇଁ ସରକାର ବହୁ କୋଭିଡ଼୍ ଯୋଦ୍ଧାଙ୍କୁ ନିୟୋଜିତ କରିଥିଲେ।

ଏହି ପରିପ୍ରେକ୍ଷୀରେ ଗଂଜାମ ଜିଲ୍ଲାର ବହୁ ଶିକ୍ଷକ, ପ୍ରବାସୀ ଏବଂ ଅନ୍ୟାନ୍ୟ ଲୋକଙ୍କ ରହିବା, ଖାଇବା ଏବଂ ଅନ୍ୟାନ୍ୟ ସୁବିଧା ପାଇଁ ସ୍କୁଲ, କଲେଜ, ଅନ୍ୟାନ୍ୟ କୋଭିଡ଼୍ କେୟର ସେଣ୍ଟରରେ ନିୟୋଜିତ ହୋଇଥିଲେ। ଏହି ସମୟରେ ସେମାନେ ସଂକ୍ରମିତ ହୋଇ ନିଜ ଜୀବନହାରି ସର୍ବୋଚ୍ଚ ବଳିଦାନ ଦେଇଥିଲେ। ରାଜ୍ୟ ସରକାରଙ୍କ ପୂର୍ବରୁ ଘୋଷିତ କୋଭିଡ଼୍ ଯୋଦ୍ଧାଙ୍କ ପାଇଁ କ୍ଷତିପୂରଣ ରାଶି ପ୍ରଦାନ ପରିପ୍ରେକ୍ଷୀରରେ ଆଜି ଗଂଜାମ ଜିଲ୍ଲାର ତିନିଜଣ ଶିକ୍ଷକଙ୍କ ପରିବାର ବର୍ଗଙ୍କୁ କ୍ଷତିପୂରଣ ରାଶି ପ୍ରଦାନ କରାଯାଇଛି।

ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ୫୦ ଲକ୍ଷ ଟଙ୍କା ଲେଖାଏଁ ଚେକ୍ ଗଂଜାମ ଜିଲ୍ଲା ଶିକ୍ଷାଧିକାରୀ ଅମୂଲ୍ୟ କୁମାର ପ୍ରଧାନ ଆଜି ସେମାନଙ୍କ ପରିବାର ବର୍ଗଙ୍କୁ ତାଙ୍କ କାର୍ଯ୍ୟାଳୟରେ ପ୍ରଦାନ କରିଛନ୍ତି। କୋଭିଡ଼୍ ଯୋଦ୍ଧା ଶିକ୍ଷକ ସ୍ୱର୍ଗତ ଗୌରହରୀ ବେହେରାଙ୍କ ସ୍ତ୍ରୀ ବାସନ୍ତି ବେହେରାଙ୍କୁ, ଶିକ୍ଷକ ସ୍ୱର୍ଗତ ବଂଶୀଧର ବେହେରାଙ୍କ ସ୍ତ୍ରୀ ସୁଜାତା ବେହେରାଙ୍କୁ ଏବଂ ସ୍ୱର୍ଗତ ଡି. ରମେଶ୍ୱର ଆଚାରୀଙ୍କ ସ୍ତ୍ରୀ ଡ଼ି ସଂଜୁକ୍ତା ବେହେରାଙ୍କୁ ଆଜି ୫୦ ଲକ୍ଷ ଟଙ୍କା ଲେଖାଏଁ ଚେକ୍ ଶିକ୍ଷାଧିକାରୀ ଶ୍ରୀ ପ୍ରଧାନ ପ୍ରଦାନ କରିଥିଲେ।

ସେ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ ଶିକ୍ଷକମାନେ କରୋନା ସମୟରେ ଲୋକଙ୍କ ସୁବିଧା ପାଇଁ ଜୀବନକୁ ବାଜି ଲଗାଇ ନିଜର କର୍ତ୍ତବ୍ୟ ସଂପାଦନ କରିଥିଲେ। କରୋନାରେ ସଂକ୍ରମିତ ହୋଇ ସେମାନେ ଜୀବନ ଦେଇଛନ୍ତି। ତେଣୁ ସେମାନେ ସତରେ ଜଣେ ଜଣେ ଯୋଦ୍ଧା। ସୈନିକମାନେ ଯେପରି ଦେଶସେବା ପାଇଁ ନିଜ ଜୀବନ ଉତ୍ସର୍ଗ କରୁଛନ୍ତି ଏମାନେ ମଧ୍ୟ କୌଣସି ଗୁଣରେ କମ୍ ନୁହଁନ୍ତି। ଏଭଳି ଶିକ୍ଷକଙ୍କୁ କୋଟି କୋଟି ପ୍ରଣାମ ବୋଲି ଶ୍ରୀ ପ୍ରଧାନ କହିଥିଲେ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୦୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୮୦୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୦୪ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୮୦, କଟକରୁ ୭୦, ମୟୂରଭଞ୍ଜରୁ ୫୬, ନୂଆପଡାରୁ ୪୯, ଅନୁଗୁଳରୁ ୪୩, କେନ୍ଦ୍ରାପଡାରୁ ୩୨, ବଲାଙ୍ଗିରିରୁ ୨୯, ପୁରୀରୁ ୨୭, କୋରାପୁଟରୁ ୨୬, ଯାଜପୁରରୁ ୨୫, କେନ୍ଦୁଝରରୁ ୨୨, ବରଗଡରୁ ୨୧, ଭଦ୍ରକରୁ ୨୧, କଳାହାଣ୍ଡିରୁ ୨୦, ସମ୍ବଲପୁରରୁ ୧୯, ବାଲେଶ୍ଵରରୁ ୧୫, ଝାରସୁଗୁଡାରୁ ୧୧, , ମାଲକାନଗିରିରୁ ୧୧, ଗଞ୍ଜାମରୁ ୧୦, ନବରଙ୍ଗପୁରରୁ ୧୦, ଢେଙ୍କାନାଳରୁ ୮, ରାୟଗଡାରୁ ୩, ଦେବଗଡ଼ରୁ ୨, ଗଜପତିରୁ ୨ ଓ ଷ୍ଟେଟ୍ ପୁଲରୁ ୨୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୧୦ ହଜାର ୫୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୭ ହଜାର ୭୮୯ ମଧ୍ୟରୁ ୫ ହଜାର ୪୫୭ ଜଣ ଚିକିତ୍ସିଧୀନ ଥିବା ବେଳେ ୧୭୩୦ ଜଣ କରୋନାରେ ମୃତ୍ୟୁବରଣ କରଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ପୁଣି ଥରେ ଦେଶରେ ଲାଗୁ ହୋଇପାରେ ଲକ ଡାଉନ, ଡିସେମ୍ବରରେ ବଢିପାରେ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ବର୍ତ୍ତମାନ ଦେଶରେ କରୋନା ସ୍ଥିତି ଦିନକୁ ଦିନ ଅଣଆୟତ ହେବାରେ ଲାଗିଛି। ଫଳରେ ଏହାକୁ ନେଇ ଆକ୍ରାନ୍ତ ଏବଂ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି.। ମୁଖ୍ୟତଃ ଦିଲ୍ଲୀ, ମୁମ୍ବାଇ ଏବଂ ଅହମଦାବାଦ ପରି ସହରରେ ଏହା ସ୍ଥିତ ଆହୁର ଗମ୍ଭୀର ହେବାରେ ଲାଗିଛି। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ କହିବା ଅନୁସାରେ ଆସନ୍ତା ଡିସେମ୍ବରରେ ଏହାର ସ୍ଥିତି ଆହୁରି ଖରାପ ହେବ। ସେତେବେଳେ କରୋନା ଦ୍ବିତୀୟ ପର୍ଯ୍ୟାୟ ଆସିବ ବୋଲି କୁହାଯାଉଛି। ଫଳରେ ପୁଣିଥରେ ବିଭିନ୍ନ ସ୍ଥାନରେ ଲକଡାଉନ ପରି ଆଇନ ଲାଗୁ କରାଯିବ।

ବର୍ତ୍ତମାନ ଦିଲ୍ଲୀର ସ୍ଥିତି ଯାହା ତାହା ସବୁଠାରୁ ବ୍ୟତିବ୍ୟସ୍ତ କରିଦେଇଛି। ଦିଲ୍ଲୀରେ ପ୍ରତି ଘଣ୍ଟାରେ ଜଣେ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଥିବାର ଜଣାପଡିଛି। ଦିଲ୍ଲୀ ସରକାର ବିଭିନ୍ନ କଟକଣା ହଟାଇ ଦେବା ପରେ ଏହି ସ୍ଥିତ ବିଗିଡି ଯାଇଛି ବୋଲି କୁହାଯାଉଛି। ମୁଖ୍ୟ କଥା ହେଲା ଦିଲ୍ଲୀ ପାଇଁ ଦେଶର ଅନ୍ୟାନ୍ୟ ରାଜ୍ୟରେ ମଧ୍ୟ ଏହି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବିଢିବାରେ ଲାଗିଛି। ସେଥିପାଇଁ ମହାରାଷ୍ଟ୍ର ସରକାର ବାହାର ରାଜ୍ୟରୁ ଆସିଲେ କରୋନା ନେଗେଟିଭି ରିପୋର୍ଟ ଆଣିଲେ ଭିତରକୁ ଛଡା ଯିବ ବୋଲି ନିଷ୍ପତି କରାଯାଇଛି। ତଥାପି ମୁମ୍ବାଇରେ କରୋନା ନିୟନ୍ତ୍ରଣ ହେବାରେ ନାଆଁ ଧରୁ ନାହିଁ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ୧ ହଜାର ୩୦୩ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୩୦୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। କଟକରୁ ସର୍ବାଧିକ ୧୦୮ ଜଣ ସୁସ୍ଥ ହୋଇଥିବା ବେଳେ ଅନୁଗୁଳରୁ ୧୦୩, ମୟୂରଭଞ୍ଜରୁ ୧୦୧, ସୁନ୍ଦରଗଡରୁ ୯୭, ଖୋର୍ଦ୍ଧାରୁ ୯୬, ଝାରସୁଗୁଡାରୁ ୮୬, ଜଗତସିଂହପୁରରୁ ୫୫, ବାଲେଶ୍ବରରୁ ୫୪, କେନ୍ଦ୍ରାପଡ଼ାରୁ ୫୩, କେନ୍ଦୁଝରରୁ ୫୦, କଳାହାଣ୍ଡିରୁ ୪୭, ବଲାଙ୍ଗିରିରୁ ୪୬, ନୟାଗଡରୁ ୪୦, କୋରାପୁଟରୁ ୩୮, ବରଗଡରୁ ୩୭, ନୂଆପଡ଼ାରୁ ୩୭, ପୁରୀରୁ ୩୪, ସମ୍ବଲପୁରରୁ ୩୨, ଯାଜପୁରରୁ ୩୦, ଗଞ୍ଜାମରୁ ୨୬, ସୋନପୁରରୁ ୨୫, ନବରଙ୍ଗପୁରରୁ ୨୨, ରାୟଗଡାରୁ ୧୪, ଢେଙ୍କାନାଳରୁ ୧୧, ମାଲକାନଗିରିରୁ ୧୦, କନ୍ଧମାଳରୁ ୯, ଗଜପତିରୁ ୪, ଦେବଗଡ଼ରୁ ୩, ଭଦ୍ରକରୁ ୨ ଏବଂ ଷ୍ଟେଟ ପୁଲରୁ ୨୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୧ ହଜାର ୪୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୦ ହଜାର ୯୨୦ ମଧ୍ୟରୁ ୭ ହଜାର ୫୧୫ ଜଣ ଚିକିତ୍ସିଧୀନ ଥିବା ବେଳେ ୧୫୭୫ ଜଣ କରୋନାରେ ମୃତ୍ୟୁବରଣ କରଛନ୍ତି।

 

 

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଜି ୮୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର:  ରାଜ୍ୟରେ ଆଜି ୮୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୦୨ ଜଣ ଚିହ୍ନଟ ହୋଇଥିବାବେଳେ ୩୬୬ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ 10ହଜାର 920କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୪୭୪ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 8 ହଜାର 818 ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୫୭୫ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ 868 ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ 102ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୪୧, ବାଲେଶ୍ଵରରୁ ୫୨,  ବରଗଡରୁ ୨୬, ଭଦ୍ରକରୁ ୬, ବଲାଙ୍ଗିରରୁ ୩୬, ବୌଦ୍ଧରୁ ୪,  କଟକରୁ ୬୫, ଦେବଗଡରୁ ୯,  ଢେଙ୍କାନାଳରୁ ୧୫, ଗଜପତିରୁ ୧,  ଗଞ୍ଜାମରୁ ୨୫, ଜଗତସିଂହପୁରରୁ  ୩୮, ଯାଜପୁରରୁ ୩୧, ଝାରସୁଗୁଡାରୁ ୨୨, କଳାହାଣ୍ଡିରୁ ୩୬, କନ୍ଧମାଳରୁ ୧୦, କେନ୍ଦ୍ରାପଡାରୁ ୩୯, କେଉଁଝରରୁ ୧୯, କୋରାପୁଟରୁ ୧୫, ମାଲକାନଗିରିରୁ ୩, ମୟୂରଭଞ୍ଜରୁ ୪୬, ନବରଙ୍ଗପୁରରୁ ୧୨, ନୟାଗଡରୁ ୫, ନୂଆପଡାରୁ ୩୩, ପୁରୀରୁ ୩୦, ରାୟଗଡାରୁ ୨୧,  ସମ୍ବଲପୁରରୁ ୨୨, ସୋନପୁରରୁ ୨ଜଣ, ସୁନ୍ଦରଗଡରୁ ୮୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୨୦ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧ ହଜାର ୩୧୫ ଜଣ କରୋନା ଆକ୍ରାନ୍ତ: ଆରୋଗ୍ୟ ସଂଖ୍ୟା ୩ ଲକ୍ଷ ଡେଇଁଲା

ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୩୧୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। କଟକରୁ ସର୍ବାଧିକ ୧୪୪ ଜଣ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୪୩, ସୁନ୍ଦରଗଡରୁ ୧୧୬, ମୟୂରଭଞ୍ଜରୁ ୮୭, ପୁରୀରୁ ୭୭, ଜଗତସିଂହପୁରରୁ ୭୪, ବରଗଡରୁ ୬୨, ଯାଜପୁରରୁ ୫୫, କେନ୍ଦ୍ରାପଡ଼ାରୁ ୫୪, ବାଲେଶ୍ବରରୁ ୫୩, ଅନୁଗୁଳରୁ ୪୪, ବଲାଙ୍ଗିରିରୁ ୪୨, କେନ୍ଦୁଝରରୁ ୪୨, ନୂଆପଡାରୁ ୪୧, ସମ୍ବଲପୁରରୁ ୩୭, କଳାହାଣ୍ଡିରୁ ୩୫, କୋରାପୁଟରୁ ୩୧, ଭଦ୍ରକରୁ ୨୩, ନୟାଗଡରୁ ୨୩, ସୋନପୁରରୁ ୧୯, ଢେଙ୍କାନାଳରୁ ୧, ମାଲକାନଗିରିରୁ ୧୬, ନବରଙ୍ଗପୁରରୁ ୧୪, ଗଞ୍ଜାମରୁ ୧୨, ଝାରସୁଗୁଡାରୁ ୮, କନ୍ଧମାଳରୁ ୯, ବୌଦ୍ଧରୁ ୫, ଦେବଗଡରୁ ୨, ରାୟଗଡାରୁ ୩, ଗଜପତିରୁ ଜଣେ ଏବଂ ଷ୍ଟେଟ ପୁଲରୁ ୨୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୪୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୦ ହଜାର ୫୨ ମଧ୍ୟରୁ ୭ ହଜାର ୯୬୫ ଜଣ ଚିକିତ୍ସିଧୀନ ଥିବା ବେଳେ ୧୫୭୦ ଜଣ କରୋନାରେ ମୃତ୍ୟୁବରଣ କରଛନ୍ତି।

 

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଜି ୬୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର:  ରାଜ୍ୟରେ ଆଜି ୬୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୭୧ ଜଣ ଚିହ୍ନଟ ହୋଇଥିବାବେଳେ ୨୭୩ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ 10ହଜାର ୫୨କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୯୯ ହଜାର ୧୫୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୯ ହଜାର ୨୮୦ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୫୨୭ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୭୪୯ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୭୩ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୨୯, ବାଲେଶ୍ଵରରୁ ୧୩,  ବରଗଡରୁ ୧୪, ଭଦ୍ରକରୁ ୧୯, ବଲାଙ୍ଗିରରୁ ୩୨, ବୌଦ୍ଧରୁ ୩,  କଟକରୁ ୩୮, ଦେବଗଡରୁ ୩,  ଢେଙ୍କାନାଳରୁ ୬, ଗଜପତିରୁ ୩,  ଗଞ୍ଜାମରୁ ୭, ଜଗତସିଂହପୁରରୁ  ୨୭, ଯାଜପୁରରୁ ୧୭, ଝାରସୁଗୁଡାରୁ ୨୬, କଳାହାଣ୍ଡିରୁ ୧୫, କନ୍ଧମାଳରୁ ୫, କେନ୍ଦ୍ରାପଡାରୁ ୨୯, କେଉଁଝରରୁ ୩୭, କୋରାପୁଟରୁ ୧, ମାଲକାନଗିରିରୁ ୧୬, ମୟୂରଭଞ୍ଜରୁ ୫୯, ନବରଙ୍ଗପୁରରୁ ୧୫, ନୟାଗଡରୁ ୯, ନୂଆପଡାରୁ ୯, ପୁରୀରୁ ୩୪, ରାୟଗଡାରୁ ୧,  ସମ୍ବଲପୁରରୁ ୧୫, ସୋନପୁରରୁ ୧୦ଜଣ, ସୁନ୍ଦରଗଡରୁ ୬୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୧୭ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

Categories
ଆଜିର ଖବର ଜାତୀୟ ଖବର

କରୋନା ଯୁଦ୍ଧରେ ହାରିଗଲେ ଉତ୍ତରାଖଣ୍ଡ ବିଧାୟକ ସୁରେନ୍ଦ୍ର ସିଂହ

ନୂଆଦିଲ୍ଲୀ: କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ବିଧାୟକ। ଉତ୍ତରାଖଣ୍ଡ ବିଜେପି ବିଧାୟକ ସୁରେନ୍ଦ୍ର ସିଂହ ଜୀନା କରୋନା ଯୁଦ୍ଧରେ ଲଢେଇ କରି ହାରିଯାଇଛନ୍ତି। ସୁରେନ୍ଦ୍ର ସିଂହ କରୋନା ସୁରେନ୍ଦ୍ର କରୋନା ଆକ୍ରାନ୍ତ ହେବା ପରେ ତାଙ୍କ ଅବସ୍ଥା ଗୁରୁତର ହୋଇଥିଲା। ସେ ଦିଲ୍ଲୀ ସ୍ଥିତ ଗଙ୍ଗାରାମ ହସ୍‌ପିଟାଲ୍‌ରେ ଚିକିତ୍ସା ପାଇଁ  ଭର୍ତ୍ତି ହୋଇଥିଲେ। ହେଲେ ସେଠାରେ ତାଙ୍କର ପରଲୋକ ହୋଇଯାଇଛି।

ସୁରେନ୍ଦ୍ର ସିଂ ଅଲ୍‌ମୋଡା ଜିଲ୍ଲାର ସଲ୍‌ଟ ସିଟ୍‌ର ବିଧାୟକ ଥିଲେ। କିଛି ଦିନ ପୂର୍ବରୁ ତାଙ୍କର ପତ୍ନୀଙ୍କ ହୃଦଘାତରେ ମୃତ୍ୟୁ ଘଟିଥିଲା। ସୁରେନ୍ଦ୍ର ସିଂହଙ୍କ ନିଧନ ଖବର ପ୍ରଚାର ହେବା ପରେ ଉତ୍ତରାଖଣ୍ଡରେ ଶୋକର ଛାୟା ଖେଳି ଯାଇଛି। ସୁରେନ୍ଦ୍ର ସିଂହ ଉତ୍ତରାଖଣ୍ଡର ଜଣେ ଦକ୍ଷ ଯୁବନେତା ଥିଲେ। ସେ ତିନି ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ଆରୋଗ୍ୟ ଲାଭ ଆଉ ୧ ହଜାର ୬୮୩ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୬୮୩ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।  ଖୋର୍ଦ୍ଧାରୁ ସର୍ବାଧିକ ୨୧୭ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ ୧୧୩, କଟକରୁ ୧୦୪, ବୌଦ୍ଧରୁ ୯୧, କଳାହାଣ୍ଡିରୁ ୮୩, ମୟୂରଭଞ୍ଜରୁ ୮୦, ବାଲେଶ୍ବରରୁ ୭୮, ନୂଆପଡ଼ାରୁ ୭୬, ପୁରୀରୁ ୭୬, ଅନୁଗୁଳରୁ ୬୪, କୋରାପୁଟରୁ ୬୧, କେନ୍ଦୁଝରରୁ ୫୯, ଜଗତସିଂହପୁରରୁ ୫୫, ଢେଙ୍କାନାଳରୁ ୫୨, କେନ୍ଦ୍ରାପଡାରୁ ୫୨, ବଲାଙ୍ଗିରିରୁ ୪୬, ଭଦ୍ରକରୁ ୪୦, ଯାଜପୁରରୁ ୩୪, ନୟାଗଡରୁ ୩୪, ମାଲକାନଗିରୁ ୩୩, ବରଗଡରୁ ୩୨, ନବରଙ୍ଗପୁରରୁ ୩୨, ଝାରସୁଗୁଡାରୁ ୨୭, ଗଞ୍ଜାମରୁ ୨୬, ସୋନପୁରରୁ ୨୩, ସମ୍ବଲପୁରରୁ ୨୦, କନ୍ଧମାଳରୁ ୧୨, ରାୟଗଡ଼ାରୁ ୧୪, ଦେବଗଡ଼ରୁ ୭, ଗଜପତିରୁ ୭, ଏବଂ ଷ୍ଟେଟ ପୁଲରୁ ୩୫ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୮୬ ହଜାର ୮୫୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୪୦ ମଧ୍ୟରୁ ୧୧ ହଜାର ୮୨୦ ଜଣ ଚିକିତ୍ସିଧୀନ ଥିବା ବେଳେ ୧୪୧୦ ଜଣ କରୋନାରେ ମୃତ୍ୟୁବରଣ କରଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ଆରୋଗ୍ୟ ଲାଭ କଲେ ଆଉ ୧ ହଜାର ୪୬୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୪୬୦ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।  ଖୋର୍ଦ୍ଧାରୁ ସର୍ବାଧିକ ୧୬୯ ଜଣ ସୁସ୍ଥ ହୋଇଥିବା ବେଳେ  ବାଲଶ୍ୱରରୁ ୧୧୦, କଟକରୁ ୧୦୭, ସୁନ୍ଦରଗଡପୁ ୯୭, ଜଗତସିଂହପୁରରୁ ୯୩, କେନ୍ଦୁଝରରୁ ୯୦, ଅନୁଗୋଳରୁ ୮୪, ବଲାଙ୍ଗୀରରରୁ ୬୭, ମୟୂରଭଞ୍ଜରୁ ୬୦, ନୂଆପଡାରୁ ୬୦, କେନ୍ଦ୍ରାପଡାରୁ ୫୦, ଢେଙ୍କାନାଳରୁ ୪୧, କଳାହାଣ୍ଡିରୁ ୪୦, ନୟାଗଡରୁ ୩୫, ଝାରସୁଗୁଡାରୁ ୩୩, ବରଗଡରୁ-ପୁରୀରୁ ୩୨, ଯାଜପୁରରୁ ୨୯, ନବରଙ୍ଗପୁରରୁ ୨୮, ଗଞ୍ଜାମରୁ ୨୬, ସମ୍ବଲପୁରରୁ ୨୩, କୋରାପୁଟରୁ ୨୨, କନ୍ଧମାଳରୁ ୧୯, ବୌଦ୍ଧରୁ ୧୫, ଭଦ୍ରକରୁ ୧୪, ସୋନପୁରରୁ ୧୩, ଦେବଗଡରୁ-ମାଲକାନଗିରିରୁ ୧୧, ଗଜପତିରୁ ୧୦ ଓ ରାୟଗଡାରୁ ୮ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୮୩ ହଜାର ୫୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୭ ହଜାର ୨୭୪ ମଧ୍ୟରୁ ୧୨ ହଜାର ୩୧୦ ଜଣ ଚିକିତ୍ସିଧୀନ ଥିବା ବେଳେ ୧୩୭୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

 

 

Categories
ଆଜିର ଖବର ଆଞ୍ଚଳିକ

ଗଂଜାମକୁ ଲେଉଟିଲା କରୋନା: ଆଜି ୬୧ ଚିହ୍ନଟ

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: କିଛି ମାସ ମଧ୍ୟରେ ସର୍ବାଧିକ କରୋନା ରୋଗୀ ଆଜି ଗଂଜାମରେ ଚିହ୍ନଟ ହୋଇଛନ୍ତି। ପ୍ରଶାସନ ପକ୍ଷରୁ ବାରମ୍ବାର ତାଗିଦ୍ ସତ୍ତ୍ୱେ ଲୋକେ ସଚେତନ ନହେବାରୁ ଗଂଜାମରେ ବୋଧହୁଏ କରୋନାର ଦ୍ୱିତୀୟ ତରଙ୍ଗ ଆରମ୍ଭ ହୋଇଗଲାଣି। ଶୀତଦିନରେ ଅଧିକ ସଚେତନ ରହିବାକୁ ସରକାରଙ୍କ ପକ୍ଷରୁ ବାରମ୍ବାର ତାଗିଦ୍ ସତ୍ତ୍ୱେ କରୋନା ଚାଲିଯାଇଛି ଭାବି ଲୋକେ ସଚେତନ ହେଉନାହାନ୍ତି। ରାସ୍ତା, ଦୋକାନଘାଟ, ବଜାର, ପରିବାର ମାର୍କେଟ, ମାଛ ମାର୍କେଟ, ଅଟୋ, ବସ୍‌, ରିକ୍‌ସା ସବୁଠେ ଅହେତୁକ ଭିଡ଼। ସାମାଜିକ ଦୂରତାକୁ ଫୁ କରି ଲୋକେ ଉଡ଼ାଇ ଦେଇଛନ୍ତି। ଜଣେ ବି ମାସ୍କ ପନ୍ଧୁଥିବା ବଜାର ଘାଟରେ ଦେଖିବାକୁ ମିଳିନାହିଁ। ଫଳରେ ପୁଣିଥରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ୩୯୦୦ଟି ସ୍ୱାବ୍ ପରୀକ୍ଷା କରାଯାଇଥିବାବେଳେ ଆଜି ୬୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୫୬ ସ୍ଥାନୀୟ ଓ ୫ ଜଣ କରୋନା ଯୋଦ୍ଧା ଅଛନ୍ତି।

ବ୍ରହ୍ମପୁର ମହାନଗର ନିଗମରେ ସର୍ବାଧିକ ୨୦ ଜଣ ସ୍ଥାନୀୟ ସଂକ୍ରମିତ ଏବଂ ୩ ଜଣ କରୋନା ଯୋଦ୍ଧା ରହିଥିବାବେଳେ ବେଲଗୁଣ୍ଠା ବ୍ଲକ୍‌ରେ ୨, ଭଂଜନଗରରେ ୧, ବୁଗୁଡ଼ାରେ ୪, ଛତ୍ରପୁରରେ ୧, ଧରକୋଟରେ ୨, ଦିଗପହଣ୍ଡିରେ ୧, ଗଂଜାମରେ ୨, ହିଂଜିଳିକାଟୁରେ ୩, ଜଗନ୍ନାଥପ୍ରସାଦ ୧, କୁକୁଡ଼ାଖଣ୍ଡିରେ ୪, ପାତ୍ରପୁରରେ ୧, ପୋଲସରାରେ ୧, ପୁରୁଷୋତ୍ତମପୁରରେ ୧, ରଙ୍ଗେଇଲୁଣ୍ଡାରେ ୬, ଶେରଗଡ଼ରେ ୩, ସୋରଡ଼ାରେ ୨, ଅନ୍ୟାନ୍ୟ ୧ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ଆରୋଗ୍ୟ ଲାଭ ଆଉ ୧ ହଜାର ୯୧୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୯୧୧ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବଧିକ ୨୪୫ ଜଣ ଆରୋଗ୍ୟ ଲାଭ କରିଥିବା ବେଳେ କଟକରୁ ୧୫୩, ବଲାଙ୍ଗିରିରୁ ୧୩୮, ସୁନ୍ଦରଗଡରୁ ୧୦୧, ମୟୂରଭଞ୍ଜରୁ ୯୬, ଜଗତସିଂହପୁରରୁ ୮୧, ଅନୁଗୁଳରୁ ୭୮, କଳାହାଣ୍ଡିରୁ ୭୮, ନୂଆପଡ଼ାରୁ ୭୬, ବାଲେଶ୍ବରରୁ ୭୪, ଯାଜପୁରରୁ ୭୨, କେନ୍ଦୁଝରରୁ ୭୧, ବରଗଡରୁ ୬୩, କେନ୍ଦ୍ରାପଡାରୁ ୫୨, ଭଦ୍ରକରୁ ୫୦, ପୁରୀରୁ ୫୦, ସମ୍ବଲପୁରରୁ ୫୦, ଢେଙ୍କାନାଳରୁ ୪୬, ନବରଙ୍ଗପୁରରୁ ୪୫, କୋରାପୁଟରୁ ୪୨, ଝାରସୁଗୁଡାରୁ ୩୬, ନୟାଗଡରୁ ୩୩, ଗଞ୍ଜାମରୁ ୨୬, ମାଲକାନଗିରିରୁ ୨୫, କନ୍ଧମାଳରୁ ୨୪, ସୋନପୁରରୁ ୨୦, ରାୟଗଡାରୁ ୧୬, ଗଜପତିରୁ ୮, ଦେବଗଡରୁ ୯, ବୌଦ୍ଧରୁ ୨ ଏବଂ ଷ୍ଟେଟ ପୁଲରୁ ୪୮ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୭୫ ହଜାର ୭୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୦ ହଜାର ୧୧୬ ମଧ୍ୟରୁ ୧୨ ହଜାର ୯୯୪ ଜଣ ଚିକିତ୍ସିଧୀନ ଥିବା ବେଳେ ୧୩୨୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଜି ଆଉ ୧ ହଜାର ୨୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଆଜି ୧ ହଜାର ୨୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୭୨୯ ଜଣ ଚିହ୍ନଟ ହୋଇଥିବାବେଳେ ୫୧୮ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୩ ହଜାର ୯୪୨କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୬୬ ହଜାର ୧୦୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୬ ହଜାର ୫୧୨ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୨୫୯ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ମୋଟ୍‌ ୧ ହଜାର ୨୪୭ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୦୬ ଚିହ୍ନଟ ହୋଥିବାବେଳେ ଅନୁଗୁଳରୁ ୬୯, ବାଲେଶ୍ବରରୁ ୨୩, ବରଗଡରୁ ୩୨, ଭଦ୍ରକରୁ ୭, ବଲାଙ୍ଗିରରୁ ୬୮, ବୌଦ୍ଧରୁ ୩୭, କଟକରୁ ୧୦୫,  ଦେବଗଡରୁ ୧୬,  ଢେଙ୍କାନାଳରୁ ୪୦, ଗଞ୍ଜାମରୁ ୧୭, ଜଗତସିଂହପୁରରୁ  ୫୪, ଯାଜପୁରରୁ ୩୨, ଝାରସୁଗୁଡାରୁ ୩୫, କଳାହାଣ୍ଡିରୁ ୪୦, କନ୍ଧମାଳରୁ ୧୧, କେନ୍ଦ୍ରାପଡାରୁ ୪୯, କେଉଁଝରରୁ ୪୧, କୋରାପୁଟରୁ ୨୬, ମାଲକାନଗିରିରୁ ୧୧,  ମୟୂରଭଞ୍ଜରୁ ୭୧, ନବରଙ୍ଗପୁରରୁ ୧୨, ନୟାଗଡରୁ ୧୪, ନୂଆପଡାରୁ ୩୮, ପୁରୀରୁ ୨୨, ରାୟଗଡାରୁ ୪,  ସମ୍ବଲପୁରରୁ ୨୪, ସୋନପୁରରୁ ୧୮, ସୁନ୍ଦରଗଡରୁ ୯୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୨୯ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।  ସେହିପରି ଷ୍ଟେଟ୍‌ପୁଲ୍‌ରୁ ୨୬ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

Categories
ଅନ୍ତରାଷ୍ଟ୍ରୀୟ ଜାତୀୟ ଖବର ବିଶେଷ ଖବର

ଏକ ମାଇଲଖୁଣ୍ଟ ଅତିକ୍ରମ କଲା ଭାରତ, ପ୍ରଥମ ଥର ପାଇଁ ଦୁଇ ମାସ ମଧ୍ୟରେ ସକ୍ରିୟ କରୋନା ମାମଲା ୭ ଲକ୍ଷ ତଳେ ରହିଛି

ନୂଆଦିଲ୍ଲୀ, କୋଭିଡ ବିରୋଧରେ ଲଢ଼େଇରେ ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଅତିକ୍ରମ କରିଛି । ଦୁଇ ମାସ ମଧ୍ୟରେ ପ୍ରଥମ ଥର ପାଇଁ ଦେଶରେ ସକ୍ରିୟ ମାମଲା ୭ ଲକ୍ଷରୁ କମ୍ ରହିଛି । ପୂର୍ବରୁ ଅଗଷ୍ଟ ୨୨ ତାରିଖରେ ସକ୍ରିୟ ମାମଲା ୭ ଲକ୍ଷ (୬,୯୭,୩୩୦)ରୁ ତଳେ ରହିଥିଲା ।

ଦେଶରେ ଆଜି ମୋଟ ସକ୍ରିୟ ମାମଲାର ସଂଖ୍ୟା ରହିଛି ୬,୯୫,୫୦୯ । ଏହା ମୋଟ ପଜିଟିଭ୍ ମାମଲାର ୮.୯୬% ରହିଛି । ପ୍ରତିଦିନ ଅଧିକରୁ ଅଧିକ କୋଭିଡ ଆକ୍ରାନ୍ତ ସୁସ୍ଥ ହେଉଛନ୍ତି ଏବଂ ମୃତ୍ୟୁ ହାର କ୍ରମେ ହ୍ରାସ ପାଇବାରେ ଲାଗିଛି । ଭାରତରେ ସକ୍ରିୟ ମାମଲା ମଧ୍ୟ ହ୍ରାସ ପାଇ ଚାଲିଛି ।

ଭାରତରେ ସୁସ୍ଥତା ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି ମୋଟ ସୁସ୍ଥଙ୍କ ସଂଖ୍ୟା ପ୍ରାୟ ୭୦ ଲକ୍ଷ (୬୯,୪୮,୪୯୭) ହୋଇଛି । ସକ୍ରିୟ ମାମଲା ଏବଂ ସୁସ୍ଥ ସଂଖ୍ୟା ମଧ୍ୟରେ ପାର୍ଥକ୍ୟ ମଧ୍ୟ କ୍ରମେ ବୃଦ୍ଧି ପାଇ ୬୨,୫୨,୯୮୮ ହୋଇଛି । ସୁସ୍ଥ ସଂଖ୍ୟା ସକ୍ରିୟ ମାମଲାର ପ୍ରାୟ ୧୦ ଗୁଣ ହୋଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୭୩,୯୭୯ ଜଣ ସୁସ୍ଥ ହୋଇ ହସପିଟାଲରୁ ଡିସଚାର୍ଜ ହୋଇଥିବା ବେଳେ ୫୪,୩୬୬ ନୂଆ ପଜିଟିଭ୍ ମାମଲା ସାମନାକୁ ଆସିଛି । ଜାତୀୟ ସୁସ୍ଥତା ହାର ୮୯.୫୩%କୁ ବୃଦ୍ଧି ପାଇଛି ।

ଦେଶବ୍ୟାପୀ ହସପିଟାଲରେ ଭିତ୍ତିଭୂମିରେ ବିକାଶ, କେନ୍ଦ୍ର ଦ୍ୱାରା ନିର୍ଦ୍ଧାରିତ ଚିକିତ୍ସା ପ୍ରଣାଳୀକୁ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ଗ୍ରହଣ କରିବା, ଡାକ୍ତର, ପାରାମେଡିକ୍ ଏବଂ ଆଗଧାଡ଼ିର ସ୍ୱାସ୍ଥ୍ୟକର୍ମୀମାନଙ୍କ ଉତ୍ସର୍ଗୀକୃତ ମନୋଭାବ ଯୋଗୁ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି ଏବଂ ମୃତ୍ୟୁହାର ହ୍ରାସ ପାଉଛି । ଆଜି ଏହା ୧.୫୧% ରହିଛି । ଏହାଦ୍ୱାରା ସକ୍ରିୟ ମାମଲା ମଧ୍ୟ ହ୍ରାସ ପାଇଚାଲିଛି ।

୨୪ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରେ ସକ୍ରିୟ ମାମଲା ୨୦ ହଜାରରୁ କମ୍ ରହିଛି ।
ନୂଆ ସୁସ୍ଥଙ୍କ ମଧ୍ୟରୁ ୮୧% କେବଳ ୧୦ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରୁ ଆସିଛନ୍ତି । ମହାରାଷ୍ଟ୍ରରେ ଗୋଟିଏ ଦିନରେ ୧୬ ହଜାରରୁ ଅଧିକ ସୁସ୍ଥ ହୋଇଛନ୍ତି । ଏହା ପଛକୁ କର୍ଣ୍ଣାଟକରେ ୧୩ ହଜାରରୁ ଅଧିକ ସୁସ୍ଥ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୪,୩୬୬ଟି ନୂଆ ପଜିଟିଭ୍ ମାମଲା ସାମନାକୁ ଆସିଛି ।

ତନ୍ମଧ୍ୟରୁ ୭୮% ୧୦ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରୁ ଆସିଛି । ମହାରାଷ୍ଟ୍ର ଓ କେରଳରୁ ସର୍ବାଧିକ ୭ ହଜାରରୁ ଅଧିକ ମାମଲା ଆସିଥିବା ବେଳେ ଏହା ପଛକୁ କର୍ଣ୍ଣାଟକରୁ ୫ ହଜାରରୁ ଅଧିକ ମାମଲା ଆସିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୯୦ ଜଣଙ୍କର ମୃତ୍ୟୁ ଘଟିଛି । ଏଥିରୁ ୮୧% ୧୦ଟି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରେ ହୋଇଛି । ମହାରାଷ୍ଟ୍ରରେ ଏହି ଦିନରେ ସର୍ବାଧିକ  ୧୯୮ ଜଣଙ୍କର  ତ୍ମୃତ୍ୟୁ ଘଟିଛି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଜି 1982 ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ ଆଜି ୧ ହଜାର ୯୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୧୫୬ ଜଣ ଚିହ୍ନଟ ହୋଇଥିବାବେଳେ ୮୨୬ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୦ହଜାର ୩୪୬କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୪୬ ହଜାର ୮୩୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୨ହଜାର ୩୦୪ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୧୩୫ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୧ ହଜାର ୯୮୨ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୦୦ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳୁରୁ ୧୧୯, ବାଲେଶ୍ବରରୁ ୮୬, ବରଗଡରୁ ୪୬, ଭଦ୍ରକରୁ ୬୩, ବଲାଙ୍ଗିରରୁ ୮୮, ବୌଦ୍ଧରୁ ୧୧, କଟକରୁ ୧୪୫,  ଦେବଗଡରୁ ୧୪,  ଢେଙ୍କାନାଳରୁ ୫୫, ଗଜପତିରୁ ୧୦, ଗଞ୍ଜାମରୁ ୨୪, ଜଗତସିଂହପୁରରୁ ୫୫, ଯାଜପୁରରୁ ୮୬, ଝାରସୁଗୁଡାରୁ ୫୦, କଳାହାଣ୍ଡିରୁ ୪୩, କନ୍ଧମାଳରୁ ୨୩, କେନ୍ଦ୍ରାପଡାରୁ ୬୫, କେଉଁଝରରୁ ୫୯, କୋରାପୁଟରୁ ୪୨, ମାଲକାନଗିରିରୁ ୪୧,  ମୟୂରଭଞ୍ଜରୁ ୧୦୭, ନବରଙ୍ଗପୁରରୁ ୫୨, ନୟାଗଡରୁ ୩୩, ନୂଆପଡାରୁ ୩୭, ପୁରୀରୁ ୭୨, ରାୟଗଡାରୁ ୧୦,  ସମ୍ବଲପୁରରୁ ୩୮, ସୋନପୁରରୁ ୪୫, ସୁନ୍ଦରଗଡରୁ ୯୮ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୬୫ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।