Categories
ଆଜିର ଖବର ରାଜ୍ୟ ଖବର

କର୍ଲାମୁଣ୍ଡାଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତାରେ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: ସୋମବାର ଦିନ କର୍ଲାମୁଣ୍ଡା ପଞ୍ଚାୟତ ସମିତି ସଭା ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ ଡ଼ ବିଶ୍ୱଜିତ୍ ଦାସ, ବ୍ଲକ ଅଧ୍ୟକ୍ଷା କୁନି ସାହୁଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଓ କର୍ଲାମୁଣ୍ଡା ବ୍ଲକ ସ୍ତରୀୟ ଅଧିକାରୀଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ୍ ୨୨୭ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୦୧ଟି ବ୍ୟକ୍ତିଗତ ସମସ୍ୟା ଜର୍ଜରିତ ଅଭିଯୋଗ ଓ ୨୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୩୮ଟି ଅଭିଯୋଗର ସମାଧାନ ତୁରନ୍ତ କରାଯାଇଥିଲା।