Categories
ଆଞ୍ଚଳିକ

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଯୁକ୍ତ ଦୁଇ ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଆଜି ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରଛାତ୍ରୀମାନଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଉତ୍ସବରେ ମହାବିଦ୍ୟାଳୟର ଶୈକ୍ଷିକ ପରମ୍ପରା ସହ ଛାତ୍ର ଛାତ୍ରୀମାନଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ କଲ୍ୟାଣ ମୂଳକ କାର୍ଯ୍ୟକ୍ରମ ତଥା ବୃତ୍ତି ସମ୍ପର୍କରେ ଅବଗତ କରାଯାଇଛି। ଏଥିପାଇଁ ଉଦ୍ଦିଷ୍ଟ ପ୍ରବେଶ ଉତ୍ସବରେ ପ୍ରଥମେ ଯୁକ୍ତ ତିନି ଛାତ୍ର ଛାତ୍ରୀମାନେ ଚନ୍ଦନ ପୁଷ୍ପ ଅର୍ପଣ କରି ଛାତ୍ରଛାତ୍ରୀ ମାନଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ।

ମହାବିଦ୍ୟାଳୟର ଅଧ୍ୟକ୍ଷା ବିନତି ମଞ୍ଜରୀ ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ଯୁକ୍ତ ଦୁଇ ଅଧ୍ୟକ୍ଷା ଡକ୍ଟର କଳ୍ପନା ଦାଶ, ପ୍ରାଧ୍ୟାପିକା ଡକ୍ଟର ଜୟନ୍ତୀ ସାମଲ, ପ୍ରାଧ୍ୟାପକ ଅକ୍ଷୟ କୁମାର ମହାପାତ୍ର, ଡକ୍ଟର କୈଳାସ ଚନ୍ଦ୍ର ମହାରଣା, ବିଦ୍ୟାଧର ଜୁଝାରସିଂହ, ପତିତପାବନ ପଣ୍ଡା, ବିଜୟ କୁମାର ରାଉତ ପ୍ରମୁଖ ଯୋଗଦେଇ ମହାବିଦ୍ୟାଳୟର ଇତିହାସ, ବିକାଶ, ବୃତ୍ତିଗତ ସୁବିଧା, କ୍ରୀଡା ପ୍ରତିଯୋଗିତା, ବୌଦ୍ଧିକ କାର୍ଯ୍ୟକ୍ରମ, ପରୀକ୍ଷା ବ୍ୟବସ୍ଥା, ସର୍ଜନତ୍ମକ କାର୍ଯ୍ୟକ୍ରମ, ସହ-ପାଠ୍ୟକ୍ରମ, କୋଭିଡ୍ କଟକଣା, ଦୈନନ୍ଦିନ ନିୟମାବଳୀ ଆଦି ଅନେକ ସୁବିଧା ସୁଯୋଗ ସମ୍ପର୍କରେ ଅବଗତ କରାଇଛନ୍ତି।

ଛାତ୍ରୀ ମନସ୍ମିନି ପଣ୍ଡା ଓ ସସ୍ମିତା ଦାଶ ସେମାନଙ୍କର ପ୍ରଥମ ଦିନର ଅଭିଜ୍ଞତା ବର୍ଣ୍ଣନା କରିଥିଲେ। କାର୍ଯ୍ୟକ୍ରମକୁ ଡକ୍ଟର କୈଳାସ ଚନ୍ଦ୍ର ମହାରଣା ସଂଯୋଜନା କରିବା ସହ ଧନ୍ୟବାଦ ପ୍ରଦାନ କରିଥିଲେ।