Categories
ଜାତୀୟ ଖବର ନିର୍ବାଚନ ଖବର ବିଶେଷ ଖବର ରାଜ୍ୟ ଖବର

ନବୀନଙ୍କ ପୁଣି ବଡ ଘୋଷଣା, ବଢିଲା କଳାକାର ଭତ୍ତା, ମିଳିବ ମାସକୁ ୨୦୦୦, ବୟସ୍କଙ୍କୁ ୨୫୦୦ ଟଙ୍କା

ଭୁବନେଶ୍ବର: ଆମର ଲୋକକଳା ଆମର ଅସ୍ମିତା ଏବଂ କଳାକାର ମାନେ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି। କଳାକାର ମାନଙ୍କ ହିତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି “ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା”ରେ କଳାକାର ମାନଙ୍କ ସହାୟତା ରାଶି ବୃଦ୍ଧି ଘୋଷଣା କରିଛନ୍ତି।

ଏହି ନୂଆ ଘୋଷଣା ଅନୁଯାୟୀ, ଏହି ଯୋଜନାର ହିତାଧିକାରୀ ମାନେ ଏବେ ମାସକୁ ୧୨୦୦ ପରିବର୍ତ୍ତେ ୨୦୦୦ ଟଙ୍କା ସହାୟତା ପାଇବେ। ୮୦ ବର୍ଷରୁ ଉର୍ଦ୍ଧ କଳାକାର ମାସକୁ ୨୫୦୦ ଟଙ୍କା ସହାୟତା ପାଇବେ। ଏହାଦ୍ବାରା ରାଜ୍ୟର ୮୦ ହଜାର କଳାକାର ଉପକାର ପାଇବେ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ କଳାକାରମାନେ ସହାୟତା ରାଶି ବୃଦ୍ଧି ନିମିତ୍ତ ଅନୁରୋଧ କରିଥିଲେ ଏବଂ ସେମାନଙ୍କର ସଂଗଠନ ମାନେ ଦାବି ଉପସ୍ଥାପନ କରିଥିଲେ।

ଏହା ବ୍ଯତୀତ ଲୋକସେବା ଭବନର କନଭେନସନ କେନ୍ଦ୍ରରେ 5T ଅଧ୍ୟକ୍ଷଙ୍କ ସହିତ ଯୋଗାଯୋଗ ସମୟରେ କଳାକାରମାନେ ସହାୟତା ରାଶି ବୃଦ୍ଧି ନିମିତ୍ତ ଅନୁରୋଧ ମଧ୍ୟ କରିଥିଲେ।

ପୂର୍ବରୁ ଏହି ଯୋଜନାର ୫୦,୦୦୦ କଳାକାର ମାନଙ୍କୁ ମାସିକ ଟ୧୨୦୦/-ଙ୍କା(ବାରଶହ) ଆଧାରରେ ସହାୟତା ରାଶି ପ୍ରଦାନ କରାଯାଉଥିଲା। ମାତ୍ର ବର୍ତ୍ତମାନ ଏହି ଯୋଜନାର ଧାର୍ଯ୍ୟ ଲକ୍ଷ୍ୟ ୮୦,୦୦୦ କୁ ବୃଦ୍ଧି କରାଯାଇଅଛି ଯାହାଦ୍ୱାରା ଆହୁରି ରାଜ୍ୟର ୩୦,୦୦୦ କଳାକାର ଏଥିରେ ଉପକୃତ ହୋଇପାରିବେ।

ଏହି କ୍ରମରେ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ନିୟମାବଳୀର ନିୟମ ୪, ଉପ ନିୟମ (ii)ରେ ଉଲ୍ଲେଖଥିବା କଳାକାରମାନଙ୍କର ବାର୍ଷିକ ଆୟର ସୀମାକୁ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ନିର୍ବିଶେଷରେ ଏକ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଅଛି।

ଅଶି ବର୍ଷ ପର୍ଯ୍ୟନ୍ତ କଳାକାରମାନଙ୍କର କଳାକାର ସହାୟତା ରାଶି ଟ୧୨୦୦/-ଙ୍କା (ବାରଶହ ଟଙ୍କା)ରୁ ଟ୨୦୦୦/-ଙ୍କା (ଦୁଇ ହଜାର ଟଙ୍କା)କୁ ଓ ଅଶି ବର୍ଷରୁ ଊର୍ଦ୍ଧ୍ଵ କଳାକାରମାନଙ୍କର କଳାକାର ସହାୟତା ରାଶି ଟ୧୨୦୦/-ଙ୍କା (ବାରଶହ ଟଙ୍କା)ରୁ ଟ୨୫୦୦/-ଙ୍କା (ଦୁଇ ହଜାର ପାଞ୍ଚଶହ ଟଙ୍କା)କୁ ବୃଦ୍ଧି କରାଯାଇଅଛି।

ଉକ୍ତ ବର୍ଦ୍ଧିତ ସହାୟତା ରାଶି ଚଳିତ ଫେବୃଆରୀ ମାସରୁ ଲାଗୁ କରାଯିବ ଏବଂ DBT ମାଧ୍ୟମରେ ଫେବୃଆରୀ ମାସ ୨୦ତାରିଖରୁ ୨୫ତାରିଖ ମଧ୍ୟରେ ପ୍ରଦାନ କରାଯିବ।

ଏହି ଯୋଜନାରେ ସହାୟତା ରାଶି ବୃଦ୍ଧି ଯୋଗୁଁ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଅନେକ କଳାକାରମାନେ ଉପକୃତ ହେବେ। ଏହା ଦ୍ଵାରା ଆମର କଳାର ସଂରକ୍ଷଣ, ବିକାଶ, ପ୍ରଚାର ଓ ପ୍ରସାର ହେବା ସହିତ ଓଡ଼ିଶାର କଳା ଓ ସଂସ୍କୃତିକୁ ଏହା ଋଦ୍ଧିମନ୍ତ କରିବ।

Categories
ବିଶେଷ ଖବର ରାଜ୍ୟ ଖବର ସଂସ୍କୃତି

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ବଢିଲା କଳାକାର ଭତ୍ତା ହିତାଧିକାରୀଙ୍କ ସଂଖ୍ୟା, ଏବେ ୮୦ ହଜାରକୁ ବୃଦ୍ଧି

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ ରେ ଆଉ ତିରିଶ ହଜାର କଳାକାର ଙ୍କୁ ସାମିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଏକ ପ୍ରମୁଖ ଯୋଜନା।

5T ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତ ସମୟରେ ଏହି ଯୋଜନାରେ ଅଧିକ କଳାକାର ଙ୍କୁ ସାମିଲ କରିବା ପାଇଁ କଳାକାର ଓ ସେମାନଙ୍କର ସଂଗଠନ ଅନୁରୋଧ କରି ପ୍ରସ୍ତାବ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଏହାପରେ ଏହି ଯୋଜନାରେ ହିତାଧିକାରୀଙ୍କ ସଂଖ୍ୟା ବୃଦ୍ଧି କରିବା ପାଇଁ ନିଷ୍ପତି ନେଇ ଛନ୍ତି।

ଏହି ଯୋଜନାରେ ୫୦,୦୦୦ କଳାକାର ମାନଙ୍କୁ ମାସିକ ୧୨୦୦ ଟଙ୍କା (ବାର ଶହ ଟଙ୍କା) ସହାୟତା ରାଶି ପ୍ରଦାନ କରାଯାଉଛି।

ବର୍ତ୍ତମାନ ଏହି ଯୋଜନା ର ହିତାଧିକାରୀ ଙ୍କ ସଂଖ୍ୟା ୫୦ ହଜାରରୁ ୮୦ ହଜାରକୁ ବୃଦ୍ଧି କରା ଯାଇଛି। ଏହା ଦ୍ୱାରା ରାଜ୍ୟର ଆଉ ୩୦ ହଜାର କଳାକାର ଏଥିରେ ଉପକୃତ ହେବେ। ଆମର ଲୋକକଳା ଗୁଡିକ ଆମ ଜାତିର ଅସ୍ମିତା ଅଟନ୍ତି ଏବଂ କଳାକାର ମାନେ ଭାଷା, ସାହିତ୍ଯ ଓ ସଂସ୍କୃତିର ପ୍ରଚାରକ ତଥା ବାର୍ତ୍ତାବହ ଅଟନ୍ତି।

ଏହି ଯୋଜନାରେ ଅଧିକ କଳାକାର ଙ୍କୁ ସାମିଲ କରାଯିବା ଯୋଗୁଁ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଅନେକ କଳାକାରମାନେ ଉତ୍ସାହିତ ଓ ଉପକୃତ ହେବେ। ଏହା ଦ୍ଵାରା ଆମର କଳାର ସଂରକ୍ଷଣ, ବିକାଶ, ପ୍ରଚାର ଓ ପ୍ରସାର ହେବା ସହିତ ଓଡ଼ିଶାର କଳା ଓ ସଂସ୍କୃତିକୁ ଋଦ୍ଧିମନ୍ତ କରିବ।