Categories
ଆଜିର ଖବର ରାଜ୍ୟ ଖବର

ସାରା ରାଜ୍ୟରେ ଘଡଘଡି ସହ ବର୍ଷା, ପ୍ରବଳ ତାତିରୁ ମିଳିଲା ଅସ୍ବସ୍ଥି

ଭୁବନେଶ୍ବର: ଆଜି ସାରା ରାଜ୍ୟରେ ପ୍ରବଳ ବର୍ଷା ଅନୁଭୂତ ହୋଇଛି। କାଳ ବୈଶାଖୀ ଯୋଗୁଁ ବିଭିନ୍ନ ସ୍ଥାନରେ ବର୍ଷା ସହିତ ବଜ୍ରପାତ ମଧ୍ୟ ଦେଖାଦେଇଛି। କେତେକ ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇଥିବାର ଜଣାପଡିଛି। ଏ ନେଇ ପୂର୍ବରୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରୀ କରିଥିଲା।

ଆଜି ଅପରାହ୍ନ 4ଟୀ ବେଳୁ ଆକାଶ ମେଘାଛନ୍ନ ରହି ଅନ୍ଧକାର ଘୋଟିଯାଇଥିଲା। ଏହାପରେ ପ୍ରବଳ ବର୍ଷା ଓ ପବନ ପ୍ରବାହିତ ହୋଇଥିଲା। ଦୀର୍ଘ ଦିନ ଧରି ରାଜ୍ୟରେ ପ୍ରବଳ ଗରମ ଅନୂଭୂତ ପରେ ଏହି ବର୍ଷା ଲୋକଙ୍କୁ ଅଶ୍ବସ୍ଥି ପ୍ରଦାନ କରିଛି। ତେବେ ଭୁବନେଶ୍ବର ପାଣିପାଗ ବିଭାଗ ଅନୁସାରେ ଏହି ବର୍ଷା ଆସନ୍ତା କାଲି ପର୍ଯ୍ୟନ୍ତ ମଧ୍ୟ ଜାରୀ ରହିବ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ଆଜି ଚାରିଟି ସହରର ତାପମାତ୍ର 43 ଡିଗ୍ରୀ ଟପିଲା, କାଲିଠାରୁ ମିଳିପାରେ ଅସ୍ବସ୍ଥି

ଭୁବନେଶ୍ବର: ଆଜି ରାଜ୍ୟର ଚାରିଟି ସହରର ତାପମାତ୍ର 43 ଡିଗ୍ରୀ ଟପିଛି। ଆସନ୍ତାକାଲିଠାରୁ ତାପମାତ୍ରରେ ସାମାନ୍ୟ ଅସ୍ବସ୍ଥି ମିଳିଥିଲେ ମଧ୍ୟ ତାତିରୁ ମୁକ୍ତି ମିଳି ନାହିଁ। ଆଜିର ତାପମାତ୍ରା ଅନୁସାରେ ଅନୁଗୁଳ ଓ ଟିଟିଲାଗଡର ତାପମାତ୍ର 43 ଡିଗ୍ରୀ ଟପିଛି।

 

ପାଣିପାଗ ବିଭାଗ ଅନୁସାରେ ଆସନ୍ତାକାଲି ତାତିରୁ ମିଳିବ ମୁକ୍ତି ବୋଲି କୁହାଯାଇଛି। କାରଣ ଆସନ୍ତାକାଳି କାଳ ବୈଶାଖୀ ଦେଖାଯିବାର ସମ୍ଭାବନା ରହିଛି। ଏହାଦ୍ବାରା ପବନ ପ୍ରବାହିତ ହେବା ସହିତ ବର୍ଷା ମଧ୍ୟ ହେବ ବୋଲି କୁହାଯାଇଛି। ଦୀର୍ଘଦିନର ଗରମ ପରେ ଲୋକଙ୍କୁ ଆସ୍ବସ୍ଥି ମିଲିବ ବୋଲି ପାଣିପାଗ ବିଭାଗ କହିଛି।

Categories
ବିଶେଷ ଖବର ରାଜ୍ୟ ଖବର

ମାଲକାନଗିରିରେ ୪ ଜଣଙ୍କ ମୃତ୍ୟୁ ଘଟଣା, ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗତକାଲି ମାଲକାନଗିରି ଜିଲ୍ଲାରେ କାଳବୈଶାଖୀ ଯୋଗୁ ବ୍ୟାପକ କ୍ଷୟକ୍ଷତି ସହିତ ଦୁଇଟି ଭିନ୍ନଭିନ୍ନ ଦୂର୍ଘଟଣାରେ ଚାରି ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହିତ ମୃତକଙ୍କ ନିକଟତମ ଆତ୍ମୀୟ ମାନଙ୍କ ପାଇଁ ଚାରି ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏ ସହାୟତା ପ୍ରଦାନ କରିବା ପାଇଁ ସେ ସ୍ୱତନ୍ତ୍ର ରିଲିଫ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ, କାଳବୈଶାଖୀ ଯୋଗୁ ମାଲକାନଗିରିରେ ଡଙ୍ଗା ବୁଡି ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏୟାରଷ୍ଟ୍ରିପର ପାଚେରୀ ଭୁଷୁଡି ଦୁଇଜଣଙ୍କ ମୃତ୍ୟୁ ଘଟିଛି। ଏତତ୍‌ବ୍ୟତିତ ଆହାତମାନଙ୍କୁ ବିନା ମୂଲ୍ୟରେ ଉନ୍ନତମାନର ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ସେହିପରି ଗଂଜାମ ଜିଲ୍ଲାର ଛତ୍ରପୁର ବ୍ଲକରେ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳରେ ଗାଧେଇବା ବେଳେ ଦୁଇଜଣ ଛାତ୍ରୀଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହିତ ସେମାନଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ଚାରି ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କରିଛନ୍ତି। ମୃତ ଛାତ୍ରୀଙ୍କ ପରିବାରବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ପ୍ରକାଶ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଭୁବନେଶ୍ବରରେ ଆରମ୍ଭ ହେଲା ବର୍ଷା, ଆସନ୍ତା ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ

ଭୁବନେଶ୍ବର: ଆଜି ରାଜଧାନୀରେ ଆରମ୍ଭ ହୋଇଯାଇଛି ଝିପିଝିପି ବର୍ଷା। କଳାହାଣ୍ଡିଆ ମେଘ ସହିତ କୋହଲା ପବନ ରାଜଧାନୀକୁ ଅନ୍ଧାର କରିଦେଇଛି। ଭୁବନେଶ୍ବର ପାଣିପାଗ ବିଭାଗ ସୂଚନା ଅନୁସାରେ ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ସମ୍ଭାବନା ରହିଛି। ଫଳରେ ବର୍ଷା ସହିତ ପବନ ଲାଗିରହିବ ବୋଲି ବିଭାଗ କହିଛି।

ପାଣିପାଗ ବିଭାଗ ଅନୁସାରେ ଆଜି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗଂଜାମ , ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସୁତ୍ରରୁ ଜଣାପଡିଛି।

Categories
ଆଜିର ଖବର ରାଜ୍ୟ ଖବର

ଆଜି କାଳବୈଶାଖୀ ସମ୍ଭାବନା, ଦିଆଗଲା ଅରେଞ୍ଜ ଚେତାବନୀ

ଭୁବନେଶ୍ବର: ଆଜି କାଳବୈଶାଖୀ ହେବ। ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ଚେତାବନୀ ଦେଇଛି। କାଳବୈଶାଖୀ ସକାଶେ ଅରେଞ୍ଜ ଚେତାବନୀ ଦିଆଯାଇଛି। ଫଳରେ ଆଜି ଅର୍ଥାତ ୨୩ ଅପ୍ରେଲରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ଏବଂ ଝଡ-ପବନ ହେବ।

ଘଣ୍ଟା ପ୍ରତି ୪୦ ରୁ ୫୦ କିମି ହେବାର ସମ୍ଭାବନା ରହିଛି। ସେହିପରି ୨୪ ଅପ୍ରେଲରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବ। କିଛି ସ୍ଥାନରେ ପ୍ରବଳ ବର୍ଷା ଏବଂ ଝଡ଼ ପବନ ସହ ଘଣ୍ଟା ପ୍ରତି ୪୦ ରୁ ୫୦ କିମି ପବନ ପ୍ରବାହିତ ହେବ। ଏହାଦ୍ବାରା ପ୍ରାୟ ୭ ରୁ ୧୧ ସେମି ବର୍ଷା ସମ୍ଭାବନା ରହିଛି।

Categories
ଆଜିର ଖବର ରାଜ୍ୟ ଖବର

ପୁଣି ଆସୁଛି କାଳବୈଶାଖୀ, ପ୍ରବଳ ବର୍ଷା ସହ କୁଆ ପଥର ମାଡ ସମ୍ଭାବନା

ଭୁବନେଶ୍ବର: ଆଗାମୀ ୩ ରୁ ୪ ଦିନ ଯାଏଁ ରାଜ୍ୟରେ କିଛି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଫଳରେ ପ୍ରବଳ ବର୍ଷା ସହିତ କୁଆପଥର ମାଡ ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ କରାଇଛି।

ବିଭାଗ କହିଛି ଯେ, ଆଜି ଅର୍ଥାତ ୨୨ ଅପ୍ରେଲରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ଏବଂ ଝୁଙ୍କ ପବନ ସମ୍ଭାବନା ରହିଛି। ସେହିପରି ୨୩ ଅପ୍ରେଲରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ଏବଂ ଝୁଙ୍କ ପବନ ହେବ। ୨୪ ଅପ୍ରେଲରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ଏବଂ ଝୁଙ୍କ ପବନ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Categories
ଆଜିର ଖବର ରାଜ୍ୟ ଖବର

ପ୍ରଚଣ୍ଡ ଗରମରୁ ମିଳିବ ଆଶ୍ଵସ୍ତି: ୨୨ ରୁ କାଳ ବୈଶାଖୀ ସମ୍ଭାବନା

ଭୁବନେଶ୍ଵର: ପାଣିପାଗକୁ ନେଇ ଏକ ଭଲ ଖବର ଆସିଛି। ଅସହ୍ୟ ତାତି ଯୋଗୁଁ ସାରା ଓଡିଶାରେ ଜନଜୀବନ ଅସ୍ତବ୍ୟସ୍ତ ହେଉଥିବା ବେଳେ ଆସନ୍ତା ୨୨ ତାରିଖରୁ ତାପମାତ୍ରା ହ୍ରାସ ପାଇବ ବୋଲି ଅନୁମାନ କରାଯାଉଛି। ବର୍ତ୍ତମାନ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ୨୨ ତାରିଖ ରାତିରୁ କାଳ ବୈଶାଖୀ ସମ୍ଭାବନା ରହିଛି। ଯାହାଫଳରେ ରାଜ୍ୟରୁ ତାପମାତ୍ରା କମିବ ବୋଲି ଆଶା କରାଯାଉଛି। ଏହି କାଳ ବୈଶାଖୀ ଆସନ୍ତା ୨୫ ତାରିଖ ଯାଏଁ ଚାଲିବ। ଏନେଇ ଆଇଏମଡି ବୈଜ୍ଞାନିକ ରାଜେନ୍ଦ୍ର ଜେନାମଣି ସୂଚନା ଦେଇଛନ୍ତି।

Categories
ଆଞ୍ଚଳିକ

ନାଚୁଣୀ: ବଜ୍ରାଘାତରେ ମତ୍ସ୍ୟଜୀବୀଙ୍କ ପ୍ରାଣହାନୀ

ସୀତାରାମ ଅଗ୍ରୱାଲ

ନାଚୁଣୀ: ବଜ୍ରାଘାତରେ ଜଣେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ନାମ ନାରାୟଣ ବେହେରା (୫୮)। ଘର ବାଣପୁର ଥାନା ନାଚୁଣୀ ଫାଣ୍ଡି ଅନ୍ତର୍ଗତ ନଈରୀ ଗ୍ରାମରେ।

ନାରାୟଣ ବେହେରା ନିଜ ଗ୍ରାମରେ ବସିଥିଵା ବେଳେ ବଜ୍ରାଘାତ ହୋଇଥିଲା। ଫଳରେ ଘଟଣା ସ୍ଥଳରେ ସେ ଗୁରୁତର ହୋଇ ପଡିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଟାଙ୍ଗୀ ମେଡିକାଲରେ ଭର୍ତ୍ତି କରିଥିଲେ। କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

୧୪ ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବଜ୍ରପାତ ଓ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତାକାଲି ତଥା ୧୯ ତାରିଖ ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ୧୪ ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ୧୪ ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବ ନେଇ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ବଜ୍ରପାତ ସମୟରେ ଲୋକଙ୍କୁ ଖୋଲାସ୍ଥାନକୁ ବାହାରିବା ପାଇଁ ବାରଣ କରାଯାଇଛି।

Categories
ବିଶେଷ ଖବର ରାଜ୍ୟ ଖବର

ସୃଷ୍ଟି ହେଲା ଲଘୁଚାପ, ଆଜି ମଧ୍ୟ କାଳ ବୈଶାଖୀର ତାଣ୍ଡବ ଚାଲିବ, ୨୨ଟି ଜିଲ୍ଲାକୁ ସତର୍କ

ଭୁବନେଶ୍ବର: ଗତକାଲିର ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଲଘୁଚାପ କ୍ଷେତ୍ର ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ପରବର୍ତ୍ତୀ ୪୮ଘଣ୍ଟା ରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।

ଏଥିସହିତ ରାଜ୍ୟରେ କାଳବୈଶାଖୀର ପ୍ରଭାବ ମଧ୍ୟ ଜାରୀ ରହିବ ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି। ଗତକାଲି ଏହାର ପ୍ରଭାବ ସାରା ଓଡିଶାରେ ପରିଲକ୍ଷିତ ହୋଇଥିଲା। ଫଳରେ ବିଭିନ୍ନ ସ୍ଥାନରେ ଗଛ ଉପୁଡି ପଡିବା ସହିତ ପ୍ରବଳ ବର୍ଷା ମଧ୍ୟ ହୋଇଥିଲା। ଗତକାଲି ରାତିରୁ ଆଜି ସକାଳ ପର୍ଯ୍ୟନ୍ତ ମଧ୍ୟ ରାଜ୍ୟରେ ଏହାର ପ୍ରଭାବ ଲାଗି ରହିଛି।

ଏହି କାଳ ବୈଶାଖୀର ପ୍ରଭାବ ଏପରି ଥିଲା ଯେ, କେତେକ ସ୍ଥାନରେ ଟେଲିଫୋନ ଟାୱାର ଭଙ୍ଗି ପଡିବା ସହିତ ଗଛ ଉପୁଡି ରାସ୍ତାଘାଟ ବନ୍ଦ ହୋଇଯାଇଥିଲା। ସେହିପରି ଚିଲିକାରେ ଡଙ୍ଗା ବୁଡି ଘଟଣା ମଧ୍ୟ ପରିଲକ୍ଷିତ ହୋଇଥିଲା। ଗତକାଲି ଅପରାହ୍ନରୁ ଏକ ପ୍ରକାର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଥିଲା। ଅନେକ ସ୍ଥାନରେ ବିଦ୍ୟୁତ ଖୁଣ୍ଟ ଉପୁଡି ପଡିବା ଏବଂ ତାର ଛିଣ୍ଡିବା ଯୋଗୁଁ ବିଦ୍ୟୁତ ସରବାରହ ମଧ୍ୟ ବନ୍ଦ ରହିଛି।

ତେବେ ପାଣିପାଗ ବିଭାଗ ଅନୁସାରେ ଆଜି ମଧ୍ୟ ଏହି କାଳ ବୈଶାଖୀ ପ୍ରଭାବ ଜାରୀ ରହିବ। ସେଥିପାଇଁ ୨୨ଟି ଜିଲ୍ଲାକୁ ସତର୍କତା ଜାରୀ କରାଯାଇଛି। କାରଣ ଏହି କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି। ଏପରିକି କିଛି ସ୍ଥାନରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ବୋଲି କୁହାଯାଇଛି।

ତେବେ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତି ସମୟରେ ବାତ୍ୟାର ରୂପ ନେବ କି ନାହିଁ ତାହା ଜଣାପଡି ନାହିଁ। ବର୍ତ୍ତମାନ ଏହି ଲଘୁଚାପକୁ ପାଣିପାଗ ବିଭାଗ ଟ୍ରାକ କରିବାରେ ଲାଗିଛି। ଆଜି ସଂଧ୍ୟା କିମ୍ବା ଆସନ୍ତାକାଲି ସୁଦ୍ଧା ଏହି କେଉଁ ପ୍ରକାରର ରୂପ ନେବା ତାହା ଜଣପାଡିବ।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ କାଳବୈଶାଖୀ ପ୍ରଭାବ, ଭୁବନେଶ୍ବରରେ ବର୍ଷା, ଆଜି ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ବର: ଗତକାଲି ରାତିରୁ ରାଜଧାନୀରେ ପ୍ରବଳ ବର୍ଷା ଅନୁଭୂତ ହେବାରେ ଲାଗିଛି। ଦୀର୍ଘଦିନ ଧରି ସାରା ରାଜ୍ୟରେ ଯେପରି ଗ୍ରୀଷ୍ଣ ପ୍ରବାହ ହେଉଥିଲା ସେଥିରେ ଅସ୍ବସ୍ତି ମିଳିଛି। ଆଜି ମଧ୍ୟ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଏହି ବର୍ଷା କାଳ ବୈଶାଖୀର ପ୍ରଭାବ ଯୋଗୁ ହେଉଛି ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି।

ତେବେ ଆଜି ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ କହିଛି। ଏହା ଆସନ୍ତା 6 ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହେବ। ଏହାର ପ୍ରଭାବରେ ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶର ଉପକୂଳରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ପରବର୍ତ୍ତି ସମୟରେ ଏହା ବାତ୍ୟା ରୂପ ନେବ କି ନାହିଁ ତାହା ଜଣାପଡି ନାହିଁ।

Categories
ଆଜିର ଖବର ରାଜ୍ୟ ଖବର

ଓଡିଶାରେ ଆରମ୍ଭ ହେଲା କାଳ ବୈଶାଖୀର ପ୍ରଭାବ, ଭୁବନେଶ୍ବରରେ ଝିପିଝିପି ବର୍ଷା

ଭୁବନେଶ୍ବର: ଆଜିଠୁ ଓଡିଶାରେ ସକ୍ରିୟ ହେବ କାଳବୈଶାଖୀ ପ୍ରଭାବ। ଏହି କାଳବୈଶାଖୀ ପ୍ରକ୍ରିୟା ଅଧିକ ସକ୍ରିୟ ହୋଇ ବିଜୁଳି ଘଡଘଡି ପରିଲକ୍ଷିତ ହେବ ବୋଲି ଭୁବନେଶ୍ବର ପାଣିପାଗ ବିଭାଗ ତରଫରୁ କୁହାଯାଇଛି। ଏଥିସହିତ ଘଣ୍ଟାକୁ  ୪୦ ରୁ ୫୦ କିମି ବେଗରେ ପବନ ପ୍ରବାହିତ ହେବାର ସମ୍ଭାବନା ମଧ୍ୟ ରହିଛି। ସେଥିପାଇଁ କେତେକ ଜିଲ୍ଲାକୁ ଚେତାବନୀ ମଧ୍ୟ ଦିଆଯାଇଛି। ଆଜି ସକାଳୁ ଭୁବନେଶ୍ବରର ପାଣିପାଗ ମେଘୁଆ ରହିଛି। ଏପରିକି ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ମଧ୍ୟ ଆରମ୍ଭ ହୋଇଯାଇଛି।

ମୁଖ୍ୟତଃ ଦକ୍ଷିଣ ତଥା ଦକ୍ଷିଣ-ପୂର୍ବ ଦିଗରୁ ରାଜ୍ୟ ମଧ୍ୟକୁ ସାମୁଦ୍ରିକ ବାୟୁ କ୍ରମାଗତ ଭାବେ ପ୍ରବେଶ କରୁଛି। ଜଳୀୟବାଷ୍ପ -ପୂର୍ଣ୍ଣ ସାମୁଦ୍ରିକ ବାୟୁ ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସି ଏହି କାଳ ବୈଶାଖୀ ପ୍ରଭାବ ପରିଲକ୍ଷିତ ହେବ ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି। ଏହି କାଳ ବୈଶାଖୀ ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଦିନର ତାପମାତ୍ରା ସାମାନ୍ୟ ତଳକୁ ଖସିବା ସମ୍ଭାବନା  ରହିଛି। ଆସନ୍ତା ମେ ୪ ତାରିଖରେ ଆଣ୍ଡାମାନ ସାଗରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେଉଛି। ଏହାର ପ୍ରଭାବରେ ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ତଥା ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ମଧ୍ୟ ସୃଷ୍ଟି ହେବର ସମ୍ଭାବନା ରହିଛି।

Categories
ଆଜିର ଖବର ରାଜ୍ୟ ଖବର

BREAKING: ଓଡିଶାର ପାଣିପାଗ ନେଇ ଆଜି ଆସିଲା ଏକ ବଡ ସୂଚନା

ଭୁବନେଶ୍ବର: ଆଜି ସକାଳୁ ପାଣିପାଗ ବିଭାଗ ତରଫରୁ ଆସିଛି ଏକ ବଡ ସୂଚନା। ସେହି ଅନୁସାରେ ଆସନ୍ତାକାଲିଠାରୁ ରାଜ୍ୟରେ ଦେଖାଦେବ କାଳବୈଶାଖୀ। ଆସନ୍ତା କାଲିଠାରୁ ୩ ଦିନ ଯାଏଁ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ବଙ୍ଗୋପସାଗର ମଧ୍ୟରୁ ଦକ୍ଷିଣ, ଦକ୍ଷିଣ ପୂର୍ବ ଦିଗରୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଛି ଜଳୀୟବାଷ୍ପ ପୁର୍ଣବାୟୁ। ଏହାର ପ୍ରଭାବରେ ଏହି କାଳ ବୈଶାଖୀ ସମ୍ଭାବନା ରହିଛି ବୋଲି କୁହାଯାଇଛି।

ଏହି କାଳବୈଶାଖୀ ପ୍ରଭାବରେ ୨ ରୁ ୩ ଦିନ ମଧ୍ୟରେ ୨ ଡ଼ିଗ୍ରୀ ଯାଏଁ ଓଡିଶାର ତାପମାତ୍ରା ଖସିବ ବୋଲି ଅନୁମାନ କରାଯାଇଛି। ଅନ୍ୟପକ୍ଷରେ ଆସନ୍ତା ୪ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେଉଛି। ଏହାର ପ୍ରଭାବରେ ୫ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ମଧ୍ୟ ରହିଛି। ତେବେ ଆଜି ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ପୂର୍ବପରି ଜାରୀ ରହିବାର ସମ୍ଭାବନା ଅଛି।

Categories
ଆଜିର ଖବର ରାଜ୍ୟ ଖବର

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୨ ଟି ଜିଲ୍ଲାରେ କାଳବୈଶାଖୀ ସତର୍କ ସୂଚନା

ଭୁବନେଶ୍ଵର: ରାଜ୍ୟରେ ୧୨ ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଆସନ୍ତାକାଲି ସକାଳ ୮ ଟା ୩୦ ପର୍ଯ୍ୟନ୍ତ ୧୨ ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଦେବଗଡ, କେନ୍ଦୁଝର, ସୁନ୍ଦରଗଡ, ମୟୂରଭଞ୍ଜ, ବାଲେଶ୍ଵର ଏବଂ ଭଦ୍ରକ ଜିଲ୍ଲାରେ କାଳବୈଶାଖୀର ସତର୍କ ସୂଚନା ଦିଆଯାଇଛି। ଏହି ଜିଲ୍ଲାଗୁଡିକରେ ବଜ୍ରପାତ ହେବା ନେଇ ଅନୁମାନ କରାଯାଇଛି। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏନେଇ ସତର୍କ କରାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ୩ ଦିନ ଯାଏଁ ହେବ କାଳବୈଶାଖୀ: ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ବର: ଆସନ୍ତା ୩ ଦିନ ଯାଏଁ ରାଜ୍ୟର ଅନେକ ଜିଲ୍ଲାରେ ଝଡବର୍ଷା ସହ ବଜ୍ରପାତ ନେଇ ଆଶଙ୍କା କରାଯାଇଛି। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏନେଇ ଅନୁମାନ କରିଛି। ତେବେ ଏହାକୁ ଦେଖି ପ୍ରଭାବିତ ଜିଲ୍ଲାଗୁଡିକ ପାଇଁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଏସଆରସି ସତର୍କ କରିଛନ୍ତି।

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ସୁନ୍ଦରଗଡ ଓ ଝାରସୁଗୁଡା ଜିଲ୍ଲାକୁ ଆଜିଠାରୁ ୯ ତାରିଖ ସକାଳ ୮ଟା ୩୦ ଯାଏଁ ସତର୍କ ସୂଚନା ଦିଆଯାଇଛି। ଏହି ଜିଲ୍ଲାଗୁଡିକରେ ଝଡବର୍ଷା ସହ ବଜ୍ରପାତ ହେବା ନେଇ ଆଶଙ୍କା କରାଯାଇଥିବେଳେ ପବନର ବେଗ ପ୍ରତି ଘଣ୍ଟା ୪୦ ରୁ ୫୦ କିଲୋମିଟର ରହିବ ବୋଲି ଅନୁମାନ କରାଯାଇଛି ଏବଂ ଯାଜପୁର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର ଜିଲ୍ଲାରେ କୁଆପଥର ବର୍ଷା ହେବା ନେଇ ସତର୍କ କରାଯାଇଛି।

ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ, ବୌଦ୍ଧ, ସୋନପୁର, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର, ବାଲେଶ୍ବରରୁ, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ ଓ ସୁନ୍ଦରଗଡ ଜିଲ୍ଲାରେ ୯ ତାରିଖ ୮ ଟା ୩୦ରୁ ୧୦ ତାରିଖ ସକାଳ ୮ଟା ୩୦ ଯାଏଁ କାଳବୈଶାଖୀ ସମ୍ଭାବନା ରହିଛି।

ସେହିଭଳି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ ଓ ଢେଙ୍କାନାଳ ଜିଲ୍ଲାକୁ ୧୦ ତାରିଖରୁ ୧୧ ସକାଳ ୮ଟା ୩୦ ଯାଏଁ ଝଡବର୍ଷା ସହ ବଜ୍ରପାତ ନେଇ ସତର୍କ କରାଯାଇଛି। ଏହାସହିତ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ଅନୁମାନ କରାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ଆଗାମୀ ୫ ଦିନ ଯାଏଁ ହେବ କାଳବୈଶାଖୀ: ୧୬ ଟି ଜିଲ୍ଲାକୁ ୟେଲ୍ଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର: ରାଜ୍ୟରେ ୧୬ ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଆଗାମୀ ୫ ଦିନ ଯାଏଁ ରାଜ୍ୟର ୧୬ ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବା ନେଇ ଆକଳନ କରାଯାଇଛି। ଆଜି ଠାରୁ ୧୬ ତାରିଖ ଯାଏଁ ଝଡ ବର୍ଷା ସହ ବଜ୍ରପାତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି।

ତେବେ ବାଲେଶ୍ବର, ବରଗଡ଼, ଭଦ୍ରକ, ଗଜପତି, ଯାଜପୁର, ଝାରସୁଗୁଡ଼ା, କେନ୍ଦୁଝର, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ନୟାଗଡ଼, ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲ୍ଲୋ ୱାର୍ଣ୍ଣିଂ ଜାରି କରିଛି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ କାଳବୈଶାଖୀ ଓ ଘୂର୍ଣ୍ଣିଝଡ଼ ସତର୍କ ସୂଚନା: ୫ ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟରେ କାଳବୈଶାଖୀ ଓ ଘୂର୍ଣ୍ଣିଝଡ଼ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟର ୫ ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଆଗାମୀ ୩ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ରହିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ସେଥିପାଇଁ , ଖୋର୍ଦ୍ଧା, ଗଜପତି, ଗଞ୍ଜାମ, କନ୍ଧମାଳ ଏବଂ ନୟାଗଡ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।

ତେବେ ଆଜି ରାଜଧାନୀର ତାପମାତ୍ରାରେ ହ୍ରାସ ପାଇ ୩୮.୨ ଡିଗ୍ରୀରେ ପହଞ୍ଚିଥିବା ବେଳେ ଆଗାମୀ ୩ ଦିନରେ ଅସହ୍ୟ ତାତିରୁ ଲୋକଙ୍କୁ ଆଶ୍ଵସ୍ତି ମିଳିବ ବୋଲି ଅନୁମାନ କରାଯାଉଛି।

Categories
ଆଜିର ଖବର ରାଜ୍ୟ ଖବର

7ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟରେ ତାପମାତ୍ରା ହ୍ରାସ ପାଇବା ସହ ବହୁତ ଶୀଘ୍ର ମୌସୁମୀ ଓଡ଼ିଶା ଛୁଇଁବା ନେଇ ସୂଚନା ରହିଛି । ଏହାସହ ସ୍ଥାନେ ସ୍ଥାନେ କାଳବୈଶାଖୀ ମଧ୍ୟ ହେଉଛି । ସେହିପରି ଆଜି 7ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା ଜାରି କରାଯାଇଛି । ବାଲେଶ୍ୱର, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଖୋର୍ଦ୍ଧା, ପୁରୀ ଓ ଗଜପତି ଜିଲ୍ଲା ପାଇଁ ଏହି ସତର୍କ ସୂଚନା ଜାରି କରାଯାଇଛି । ଏହି ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । (ଏଜେନ୍ସି)