Categories
ଆଞ୍ଚଳିକ

ଗଞ୍ଜାମ ତହସିଲ ରାଜସ୍ୱ କାର୍ଯ୍ୟାଳୟରେ ନୂତନ ତହସିଲଦାର ଭାବେ ଯୋଗ ଦେଲେ କୁଞ୍ଜବିହାରୀ ବଡ଼ଜେନା

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲାର ଗଞ୍ଜାମ ତହସିଲ ରାଜସ୍ୱ କାର୍ଯ୍ୟାଳୟରେ କୁଞ୍ଜବିହାରୀ ବଡ଼ଜେନା ନୁତନ ତହସିଲଦାର ଭାବେ ଯୋଗ ଦେଇଛନ୍ତି। ସେ ଏହା ପୁର୍ବରୁ ଖୋର୍ଦ୍ଧା ଜିଲ୍ଲା ବାଣପୁର ତହସିଲଦାର ଭାବେ କାର୍ଯ୍ୟ କରୁଥିଲେ ଓ ଗଞ୍ଜାମ ତହସିଲଦାର ଭାବେ ଯୋଗ ଦେବା ପରେ ଅଞ୍ଚଳର ଜନସାଧାରଣଙ୍କର ତୃଣମୂଳ ସ୍ତରରେ ଥିବା ସମସ୍ୟାର ସମାଧାନ ପାଇଁ ଅଞ୍ଚଳବାସୀଙ୍କ ସହଯୋଗ କାମନା କରିଛନ୍ତି।

Categories
ଆଞ୍ଚଳିକ

ବଦଳିଲେ ବାଣପୁର ତହସିଲଦାର କୁଞ୍ଜବିହାରୀ ବଡ଼ଜେନା, ଚିଲିକା ପାଇଁ ନିଯୁକ୍ତ ହେଲେ ଚକ୍ରଧର ପାଢ଼ୀ

ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ତହସିଲଦାର କୁଞ୍ଜବିହାରୀ ବଡ଼ଜେନାଙ୍କ ବଦଳି ହୋଇଛି। ଶ୍ରୀ ବଡ଼ଜେନାଙ୍କ କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ତହସିଲଦାର ଭାବେ ବଦଳି ହୋଇଛି। ଶ୍ରୀ ବଡ଼ଜେନାଙ୍କ ନିଜ ଜିଲ୍ଲା ଖୋର୍ଦ୍ଧା ହୋଇଥିବାରୁ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଉକ୍ତ ବଦଳି ହୋଇଥିବା ଆଲୋଚନା ହେଉଛି।

ଶ୍ରୀ ବଡ଼ଜେନା ବାଣପୁରରେ ଏକ ବର୍ଷ ଦଶ ମାସ କାର୍ଯ୍ୟକାଳ ମଧ୍ୟରେ ବହୁ ଉଲ୍ଲେଖନୀୟ କାର୍ଯ୍ୟ କରିଛନ୍ତି। ଜନସାଧାରଣଙ୍କୁ ତହସିଲ ସେବା କିପରି ହାତ ପାହାନ୍ତାରେ ମିଳିପାରିବ ସେ ଦିଗରେ ଯଥେଷ୍ଟ କାର୍ଯ୍ୟ କରିଛନ୍ତି ଶ୍ରୀ ବଡ଼ଜେନା।

ଅନୁରୂପ ଭାବେ ୫-ଟି ଉପକ୍ରମରେ ବିଭିନ୍ନ ରାଜସ୍ବ ସେବା କିପରି ସରଳ ଭାବେ ଜନସାଧାରଣ ମାନେ ପାଇପାରିବେ ସେ ଦିଗରେ ଶ୍ରୀ ବଡ଼ଜେନା କାର୍ଯ୍ୟ କରିଛନ୍ତି।  ବେଆଇନ ଲଘୁ ଖଣିଜ ଦ୍ରବ୍ୟ ଚାଲାଣ ରୋକ ଦିଗରେ ମଧ୍ୟ ଶ୍ରୀ ବଡ଼ଜେନା ଏକାଧିକ କାର୍ଯ୍ୟାନୁଷ୍ଠାନ ନେଇଥିବାର ନଜିର ଅଛି।

ମୂଳତଃ ଶିକ୍ଷକରୁ ପ୍ରଶାସକ ହୋଇଥିବା ତହସିଲଦାର ଶ୍ରୀ ବଡ଼ଜେନା ନିଜର ବ୍ୟବହାର ଏବଂ ସରଳତା ପାଇଁ ସମସ୍ତଙ୍କ ନିକଟରେ ଆଦୃତ ହୋଇପାରିଛନ୍ତି। ତେବେ ବାଣପୁରକୁ ନୂତନ ତହସିଲଦାର ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ ହୋଇନାହିଁ।

ଅନୁରୂପ ଭାବେ ଚିଲିକା ତହସିଲଦାର ଦିଲ୍ଲୀପ କୁମାର ଷଡ଼ଙ୍ଗୀଙ୍କ ବଦଳି ହୋଇଥିବା ବେଳେ ତାଙ୍କ ବଦଳରେ ନୂତନ ତହସିଲଦାର ଭାବେ ଗଜପତି ଜିଲ୍ଲା ଡେପୁଟି କଲେକ୍ଟର ଚକ୍ରଧର ପାଢ଼ୀଙ୍କୁ ନିଯୁକ୍ତି ଦିଆଯାଇଛି।

ସୂଚନା ଥାଉକି ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗତକାଲି ଏକକାଳୀନ ଭାବେ ମୋଟ ୨୯୫ ଜଣ ଓଏଏସ ଅଧିକାରୀଙ୍କ ବଦଳି କରିଛନ୍ତି। ତନ୍ମଧ୍ୟରୁ ୧୦୬ ଜଣ ବିଡ଼ିଓ ଏବଂ ୧୮୯ ଜଣ ତହସିଲଦାର ଅଛନ୍ତି।

ଗତକାଲି ରାତିରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ଏବଂ ପଞ୍ଚାୟତରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ଉକ୍ତ ବଦଳି ନିର୍ଦ୍ଦେଶନାମା ପ୍ରକାଶ ପାଇଛି।

Categories
ଆଜିର ଖବର ରାଜ୍ୟ ଖବର

ବାଣପୁର: ନୂତନ ତହସିଲଦାର ଭାବେ ଯୋଗଦେଲେ ଓଏଏସ ଅଧିକାରୀ କୁଞ୍ଜବିହାରୀ ବଡ଼ଜେନା

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ତହସିଲରେ ଆଜି ନୂତନ ତହସିଲଦାର ଭାବେ କାର୍ଯ୍ୟରେ ଯୋଗଦେଇଛନ୍ତି ଓଏଏସ ଅଧିକାରୀ କୁଞ୍ଜବିହାରୀ ବଡ଼ଜେନା। ଶ୍ରୀ ବଡ଼ଜେନା ଏହା ପୂର୍ବରୁ ନୟାଗଡ଼ ଜିଲ୍ଲାରେ ସହକାରୀ ଜିଲ୍ଲାପାଳ ଭାବେ କାର୍ଯ୍ୟରତ ଥିଲେ। ତେବେ ବାଣପୁର ତହସିଲ ଖୋର୍ଦ୍ଧା ଜିଲ୍ଲାର ଏକ ଗୁରୁତ୍ୱପୂର୍ଣ୍ଣ ତହସିଲ ହୋଇଥିବାବେଳେ ଏଠାରେ ଜନସାଧାରଣଙ୍କ ଅଭିଯୋଗକୁ ପ୍ରାଥମିକତା ଭିତ୍ତିରେ ସମାଧାନ କରିବେ ବୋଲି ତହସିଲଦାର ଆମ ପ୍ରତିନିଧିଙ୍କୁ କହିଛନ୍ତି।

ଅନୁରୂପ ଭାବେ ମ୍ୟୁଟେସନ, ଜମି ପଟ୍ଟା ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟଗୁଡିକୁ ଏକ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ଆବେଦନକାରୀଙ୍କୁ ପ୍ରଦାନ କରାଯିବ ବୋଲି ଶ୍ରୀ ବଡ଼ଜେନା କହିଛନ୍ତି। ବେଆଇନ ଲଘୁ ଖଣିଜ ଦ୍ରବ୍ୟ ଚୋରାଚାଲାଣକୁ ଆଦୌ ପ୍ରଶ୍ରୟ ଦିଆଯିବନାହିଁ ଏବଂ ସରକାରୀ ରାଜସ୍ୱ ଲୁଟୁଥୁବା ଚୋରା ଲଘୁ ଖଣିଜଦ୍ରବ୍ୟ ମାଫିଆଙ୍କୁ ଦୃଢ଼ହସ୍ତରେ ଦମନ କରାଯିବ ବୋଲି ତହସିଲଦାର କହିଛନ୍ତି।

ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ସୋସିଆଲ ମିଡ଼ିଆ ‘ଟ୍ୱିଟର’ ଦ୍ୱାରା ଜନସାଧାରଣଙ୍କ ଅଭିଯୋଗକୁ ସମାଧାନ କରିବାକୁ ପ୍ରାଥମିକତା ଦିଆଯିବ ବୋଲି ତହସିଲଦାର କହିଛନ୍ତି।  ତେବେ ଆଜି କାର୍ଯ୍ୟଭାର ସମ୍ଭାଳିବା ପରେ ତହସିଲର ସମସ୍ତ କର୍ମଚାରୀମାନେ ନୂତନ ତହସିଲଦାରଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିବା ସହ ଶୁଭେଚ୍ଛା ଜଣାଇଥିଲେ।

ସୂଚନା ଥାଉକି ଗତ ଜୁନ ମାସ ୩୦ ତାରିଖରେ ପୂର୍ବତନ ତହସିଲଦାର ମନ୍ମଥ ବେହରାଙ୍କ କାର୍ଯ୍ୟକାଳ ସରିବା ପରଠାରୁ ଦୀର୍ଘ ଚାରି ମାସ ହେଲା ଉକ୍ତ ଗୁରୁତ୍ୱପୂର୍ଣ୍ଣ ପଦବୀ ଖାଲି ପଡିଥିଲା।