Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଓଡ଼ିଶା ଟେକ୍ନୋଲୋଜି ଏବଂ ରସର୍ଚ୍ଚ ବିଶ୍ବବିଦ୍ୟାଳୟକୁ ମିଳିଲା ନୂଆ କୁଳପତି

ଭୁବନେଶ୍ୱର: ଓଡିଶା ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟର କୁଳାଧିପତି ପ୍ରଫେସର ଗଣେଶୀ ଲାଲ ପ୍ରଫେସର ବିଭୂତି ଭୁଷଣ ବିଶ୍ବାଳଙ୍କୁ ଚାରି ବର୍ଷ ପାଇଁ ଓଡ଼ିଶା ଟେକ୍ନୋଲୋଜି ଏବଂ ରସର୍ଚ୍ଚ ବିଶ୍ବବିଦ୍ୟାଳୟର କୁଳପତି ଭାବରେ ନିଯୁକ୍ତ କରିଛନ୍ତି। ସେ ଯେଉଁ ଦିନ କାର୍ଯ୍ୟଭାର ଗ୍ରହଣ କରିବେ ସେହି ଦିନଠାରୁ କିମ୍ବା ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଦାୟିତ୍ବରେ ରହିବେ।

ପ୍ରଫେସର ବିଶ୍ବାଳ ବର୍ତ୍ତମାନ  ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି, ମେଘାଳୟର ନିର୍ଦ୍ଦେଶକ ଅଛନ୍ତି। ତାଙ୍କର ୩୬ ବର୍ଷରୁ ଅଧିକ ସମୟର ଶିକ୍ଷାଦାନ ଅଭିଜ୍ଞତା ରହିଛି। ସେ ୩ଟି ପୁସ୍ତକ ରଚନା କରିଛନ୍ତି ଏବଂ ୨୪ ପିଏଚଡି ଏବଂ ୪୫ ପିଜି ସ୍କର୍ଲାରଙ୍କୁ ସଫଳତାର ସହ ମାର୍ଗଦର୍ଶନ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଭିସୁଟ୍ କୁଳପତି ଭାବେ ନିଯୁକ୍ତି ପାଇଲେ ପ୍ରଫେସର ବଂଶୀଧର ମାଝୀ

ଭୁବନେଶ୍ବର: ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ପ୍ରଫେସର ବଂଶୀଧର ମାଝୀ ନିଯୁକ୍ତି ପାଇଛନ୍ତି। ନୂତନ କୁଳପତିଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନିଯୁକ୍ତି ଦେଇଛନ୍ତି। ୩ ବର୍ଷ ପାଇଁ କୁଳପତି ଭାବେ ପ୍ରଫେସର ବଂଶୀଧର ମାଝୀଙ୍କୁ ରାଜ୍ୟପାଳ ନିଯୁକ୍ତି ଦେଇଛନ୍ତି। ବର୍ତ୍ତମାନ କାଞ୍ଚିପୁରମ ଆଇଆଇଆଇଟିଡିଏମର ନିର୍ଦ୍ଦେଶକ ଭାବେ ପ୍ରଫେସର ମାଝୀ କାର୍ଯ୍ୟ ତୁଲାଉଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟର ୬ଟି ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍

ଭୁବନେଶ୍ୱର: ରାଜ୍ୟର ୬ଟି ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରାଯାଇଛି। ଉତ୍କଳ ବିଶ୍ୱବିଦ୍ୟାଳୟ, ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ, ରମାଦେବୀ ବିଶ୍ୱବିଦ୍ୟାଳୟ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ, ଫକୀର ମୋହନ ବିଶ୍ୱବିଦ୍ୟାଳୟ ଏବଂ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ କରାଯାଇଛି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଏହି ସମସ୍ତ ୬ଟି ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ କରିଛନ୍ତି। ତେବେ ଉତ୍କଳ ବିଶ୍ୱବିଦ୍ୟାଳୟ ପାଇଁ ସବିତା ଆଚାର୍ଯ୍ୟ, ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ପାଇଁ କିଶୋର ବାସା, ରମାଦେବୀ ବିଶ୍ୱବିଦ୍ୟାଳୟ ପାଇଁ ଅପରାଜିତା ଚୌଧୁରୀ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପାଇଁ ଏନ୍‌. ନାଗରାଜୁ, ଫକୀର ମୋହନ ବିଶ୍ୱବିଦ୍ୟାଳୟ ପାଇଁ ଦୀନବନ୍ଧୁ ସାହୁ ଏବଂ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ପାଇଁ ପ୍ରଫୁଲ୍ଲ ମହାନ୍ତି ମିଶ୍ରଙ୍କୁ କୁଳପତି ଭାବେ ରାଜ୍ୟପାଳ ନିଯୁକ୍ତି ଦେଇଛନ୍ତି।