Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଉପରେ ଘୋଷଣା, ଏବେ କୃଷକ ସାଥିଙ୍କ ଖର୍ଚ୍ଚ ପରିମାଣ ୧୨ ହଜାରୁ ୧୮ ହଜାରକୁ ବୃଦ୍ଧି

ଭୁବନେଶ୍ବର:  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର କୃଷକ ସାଥି ମାନଙ୍କ ଆବଶ୍ୟକ ଖର୍ଚ୍ଚ (Contigent Exptenditure) ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା କରିଛନ୍ତି ।

ସେମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ପରିମାଣ ବର୍ଷକୁ ୧୨ ହଜାର ଟଙ୍କାରୁ ୧୮ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି । ଏହାଦ୍ବାରା ରାଜ୍ୟର ୧୩,୬୦୦ କୃଷକ ସାଥି ଉପକୃତ ହେବେ। ଏହି ବର୍ଦ୍ଧିତ ପରିମାଣ ପିଛିଲା ଭାବେ ଅକ୍ଟୋବର ୨୦୨୩ରୁ ଲାଗୁ ହେବ ।

ସୂଚନାଯୋଗ୍ୟ ଯେ କୃଷି ପ୍ରସାରଣ କାର୍ଯ୍ୟରେ ସହାୟତା ପାଇଁ ରାଜ୍ୟ ସରକାର ୨୦୦୭-୨୦୦୮ ମସିହାରେ ରାଜ୍ୟର ଅଗ୍ରଣୀ ଚାଷୀ ମାନଙ୍କୁ କୃଷକ ସାଥି ଭାବେ ନିଯୁକ୍ତି ଦେଇଥିଲେ । ପ୍ରତ୍ୟେକ ଗ୍ରାମ ପଞ୍ଚାୟତରେ ଦୁଇ ଜଣ ଲେଖାଏ କୃଷକ ସାଥି କାମ କରୁଛନ୍ତି ।

କୃଷକ ସାଥିମାନେ କୃଷି କାର୍ଯ୍ୟ ସଂପର୍କିତ ବିଭିନ୍ନ ବିଷୟରେ ଚାଷୀ ମାନଙ୍କୁ ସଚେତନ କରିବା ସହିତ ଆବଶ୍ୟକ ପରାମର୍ଶ ମଧ୍ୟ ଦେଇଥାନ୍ତି।