Categories
ଆଜିର ଖବର ରାଜ୍ୟ ଖବର

ସୋଆ କୃଷି ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌)ରୁ ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀଙ୍କୁ ବିଶ୍ୱବିଦ୍ୟାଳୟ ଦ୍ୱାରା ଆଜି ଡିଗ୍ରୀ ପ୍ରଦାନ କରାଯାଇଛି।

ଆଇଏଏସ୍‌ର ୨୦୨୦, ୨୦୨୧ ଓ ୨୦୨୨ ବ୍ୟାଚର ବିଏସ୍‌ସି ଏଗ୍ରିକଲ୍‌ଚର (ଅନର୍ସ) ଓ ୨୦୨୧ ଏବଂ ୨୦୨୨ ବ୍ୟାଚର ଏମ୍‌.ଏସ୍‌ସି ଏଗ୍ରିକଲ୍‌ଚର ଛାତ୍ରଛାତ୍ରୀଗଣ ଆୟୋଜିତ ଏହି ସ୍ୱତନ୍ତ୍ର ଗ୍ରାଜୁଏସନ୍ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦଙ୍କ ଠାରୁ ଡିଗ୍ରୀ ଗ୍ରହଣ କରିଥିଲେ।
ଏହି ଉତ୍ସବରେ କୁଳପତି ପ୍ରଫେସର ନନ୍ଦ ଛାତ୍ରଛାତ୍ରୀମାନଙ୍କୁ ଶପଥ ପାଠ କରାଇବା ସହ ଶୁଭେଚ୍ଛା ଜଣାଇଥିଲେ। କୋଭିଡ ମହାମାରୀ ସମୟରେ ଏହି ଛାତ୍ରଛାତ୍ରୀମାନେ ଖୁବ୍ ସମସ୍ୟାର ସମ୍ମୁଖୀନ ହୋଇଥିଲେ ମଧ୍ୟ ନିଜର ଶିକ୍ଷା ଉତମ ଭାବେ ସମାପ୍ତ କରିଥିବାରୁ ସେମାନଙ୍କୁ ସାଧୁବାଦ ଜଣାଇଥିଲେ। ଦେଶର ଶ୍ରେଷ୍ଠ ୧୫ ତମ ବିଶ୍ୱବିଦ୍ୟାଳୟରୁ ଶିକ୍ଷା ସମାପ୍ତ କରିଥିବାରୁ ସୋଆର ମାନ ଉଚ୍ଚକୁ ନେବା ପାଇଁ ସେ ଛାତ୍ରଛାତ୍ରୀମାନଙ୍କୁ ଆହ୍ୱାନ ଦେଇଥିଲେ।

ଏହି ଅବସରରେ ଆଇଏଏସ୍‌ର ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ କୁଷି ମହାବିଦ୍ୟାଳୟର ରିପୋର୍ଟ ପ୍ରଦାନ କରିଥିବା ବେଳେ ଏଂଟୋମୋଲୋଜି ବିଭାଗର ମୁଖ୍ୟ ପ୍ରଫେସର ବି.କେ ମିଶ୍ର ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ସୋଆର ଉପକୁଳପତି ପ୍ରଫେସର ଶିତିକଣ୍ଠ ମିଶ୍ର, କଂଟ୍ରୋଲର ଅଫ୍ ଏଗଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ, ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ଆଇଏଏସ୍‌ର ଉପଦେଷ୍ଟା ପ୍ରଫେସର ବିଜୟ କୁମାର ସାହୁଙ୍କ ସମେତ ଏକାଡେମିକ କାଉନ୍‌ସିଲ୍‌ର ସଦସ୍ୟ ଓ ଫ୍ୟାକଲ୍ଟି ମେମ୍ବର୍ସମାନେ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ ‘ଗାଜରଘାସ ସଚେତନତା ସପ୍ତାହ’ ପାଳିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ ( ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲଚରାଲ (ଆଇଏଏସ୍‌) ଏବଂ ସୋଆ ପରିଚାଳିତ ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ର ମିଳିତ ସହଯୋଗରେ ଗତ ମଙ୍ଗଳବାର ଦିନ ଗାଜର ଘାସ ସଚେତନତା ସପ୍ତାହ ପାଳିତ କରାଯାଇଛି।

ଏହି ସଚେତନତା ସପ୍ତାହ ଉପଲକ୍ଷେ ଭୋଳା ଗ୍ରାମରେ ଥିବା ରୋଟାରୀ କ୍ଲବ୍‌ର ସଭାପତି ଭାଗ୍ୟଧର ଦାସଙ୍କ ସହାୟତାରେ ଗାଜର ଘାସ ସଚେତନତା ଉପରେ ଏକ ରାଲି ଏବଂ ସଚେତନତା ସଭା ଆୟୋଜିତ ହୋଇଥିଲା। ଏହି ରାଲିରେ କୃଷି ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସମେତ ଅଧ୍ୟାପକମାନେ ମଧ୍ୟ ଯୋଗ ଦେଇ ଗ୍ରାମବାସୀ ମାନଙ୍କୁ ଗାଜର ଘାସ ର ଭୟାବହତା ସଂପର୍କରେ ଅବଗତ କରାଇଥିଲେ।

ଏହି ସଚେତନତା ସଭାରେ ପ୍ରୋଗ୍ରାମର ସଂଯୋଜକ ପ୍ରଫେସର ସନ୍ତୋଷ କୁମାର ମହାନ୍ତି ସ୍ୱାଗତ ଭାଷଣ ଦେଇଥିବାବେଳେ ସୋଆର ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଂଜନ ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କର ବୈଷୟିକ ଜ୍ଞାନ କୌଶଳ କିପରି ଭାବରେ ବୃଦ୍ଧି ପାଇବ ସେଇ ବିଷୟରେ ବକ୍ତବ୍ୟ ରଖିଥିଲେ। କୃଷି ମହାବିଦ୍ୟାଳୟର ଡିିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ, ଏନ୍‌ଏସଏସ୍ ସଂଯୋଜକ ପ୍ରଫେସର ନଚିକେତା କେ ଶର୍ମା, ଆଡିସ୍‌ନାଲ ଡିନ୍ (ରିସର୍ଚ୍ଚ) ପ୍ରଫେସର ପ୍ରିୟବତ୍ର ପଟ୍ଟନାୟକ , ଡକ୍ଟର ରାମପ୍ରସାଦ ନନ୍ଦି, ଡକ୍ଟର ରାକେଶ ରୋଶନ ଶତପଥି, ହଂସରାଜ ପ୍ରଧାନ ଏବଂ ମୋନାଲିସା ପଣ୍ଡା ଯୋଗଦେଇଥିଲେ।

ପ୍ରଫେର ସନ୍ତୋଷ କୁମାର ରାଉତ ,ପ୍ରଫେସର ନଚିକେତା ଶର୍ମା ଏବଂ ଆଡିସ୍‌ନାଲ ଡିନ୍ (ରିସର୍ଚ୍ଚ) ପ୍ରଫେସର ପ୍ରିୟବତ୍ର ପଟ୍ଟନାୟକ ଗାଜର ଘାସ ନିରାକରଣ ନିମନ୍ତେ ଗ୍ରାମବାସୀଙ୍କୁ ସଂକ୍ଷିପ୍ତ ବିବରଣୀ ପ୍ରଦାନ କରିଥିଲେ। ପ୍ରଫେସର ବାସୁଦେବ ବେହେରା ଏବଂ ଡକ୍ଟର ଶୁଭପ୍ରଦ ଦାଶ ଗାଜର ଘାସ ର ଭୟାବହତା ଏବଂ ନିରାକରଣ ବିସ୍ତୃତ ବିବରଣୀ ଦେଇଥିଲେ। ସହକାରୀ ଅଧ୍ୟାପକ ଜଗଦୀଶ ଜେନା କାର୍ଯ୍ୟକ୍ରର୍ମରେ ଅଂଶ ଗ୍ରହଣ କରିଥିବା ଅତିଥି , ପ୍ରଫେସର , ଛାତ୍ରଛାତ୍ରୀ ଏବଂ ଗ୍ରାମବାସୀମାନଙ୍କୁ ଧନ୍ୟବାଦ ଦେଇଥିଲେ।

ଗାଜର ଘାସ ସଚେତନତା ସପ୍ତାହ ‘ ପାର୍ଥେନିୟମ୍ ସଚେତନତା ସପ୍ତାହ’ ଉପଲକ୍ଷେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଏହାର ଜିଜ୍ଞାସା ଏବଂ ସଚେତନତା ଆଣିବା ନିମନ୍ତେ ସୋଆ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ୍ ୪ ସ୍ଥିତ କୃଷି ମହାବିଦ୍ୟାଳୟରେ “ ଗାଜର ଘାସ ଏବଂ ଏହାର ନିରାକରଣ” ବିଷୟରେ ଏକ ପ୍ରବନ୍ଧ ପ୍ରତିଯୋଗିତା ହୋଇଥିଲା।
ଏହି ପ୍ରତିଯୋଗିତାକୁ କ୍ଷେତ୍ର ବିଜ୍ଞାନ ବିଭାଗର ସହକାରୀ ଅଧ୍ୟାପକ ଓ ଅଧ୍ୟାପିକା ଡକ୍ଟର ସ୍ତୁତି ଦେବପ୍ରିୟା ବେହେରା, ଶ୍ୱେତା ରଥ, ଜିତେନ୍ଦ୍ର କୁମାର ନାୟକ, କୁମାର ସମ୍ଭବ ଗିରୀ, ସ୍ୱାଗତ ଶୁଭଦର୍ଶୀ ଏବଂ ଅଙ୍କିତା ପ୍ରିୟଦର୍ଶୀ ପରିଚାଳନା କରିଥିଲେ।

ପୁରସ୍କାର ବିତରଣ ସମାରୋହରେ ଅନୁଷ୍ଠାନର ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତଙ୍କ ସମେତ ସୋଆ ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଂଜନ ଦାସ, ଅନୁଷ୍ଠାନର ଉପଦେଷ୍ଟା ପ୍ରଫେସର ବିଜୟ କୁମାର ସାହୁ ଏବଂ ଅନ୍ୟ ଅଧ୍ୟାପକ ଓ ଅଧ୍ୟାପିକାମାନେ ଯୋଗ ଦେଇଥିଲେ।

ଏହି କାର୍ଯ୍ୟକ୍ରମକୁ ପ୍ରଫେସର ସରୋଜ କୁମାର ମହାନ୍ତି ସଂଯୋଜକ କରିଥିବାବେଳେ ଡକ୍ଟର ଶୁଭପ୍ରଦ ଦାଶ ଏବଂ ଡକ୍ଟର ଜଗଦୀଶ ଜେନା ସହ ସଂଯୋଜକ କରି ପରିଚାଳନା କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଓଏଏସ୍‌ରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କୁ ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ସମ୍ବର୍ଦ୍ଧିିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌) ର ତିନି ଜଣ ଛାତ୍ରଛାତ୍ରୀ ଚଳିତ ବର୍ଷ ଓଡିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ବେଳେ ଶନିବାର ସେମାନଙ୍କୁ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଂଜନ ନାୟକ ସମ୍ବର୍ଦ୍ଧିତ କରିଛନ୍ତି।

ଚଳିତ ବର୍ଷ ଓଏଏସ୍ ପରୀକ୍ଷାରେ ୩୦ତମ ର‌୍ୟାଙ୍କ୍ ଅଧିକାର କରିଥିବା ଶ୍ୱେତଲିନା ସାହୁ ସୋଆ କୃଷି ମହାବିଦ୍ୟାଳୟର ୨୦୧୪ -୨୦୧୭ ବ୍ୟାଚ୍ ବି.ଏସ.ସି (କୃଷି) ଛାତ୍ରୀ ଅଟନ୍ତି। ସେହିପରି ଏହି ପରୀକ୍ଷାରେ ୬୭ତମ ସ୍ଥାନ ହାସଲ କରିଥିବା ଡେସାଲିନ୍ ସେଠୀ ୨୦୧୫ – ୨୦୧୮ ବ୍ୟାଚ୍‌ର ଛାତ୍ରୀ ଏବଂ ୨୨୯ତମ ସ୍ଥାନ ଅଧିକାର କରିଥିବା ଏସ୍‌.ଡି. କିରଣ କୁମାର ୨୦୧୪ -୨୦୧୮ ବ୍ୟାଚ୍ ର ଛାତ୍ର ଅଟନ୍ତି। ଏହି ତିନି ଜଣ ଛାତ୍ରଛାତ୍ରୀଙ୍କୁ ପ୍ରଫେସର ନାୟକ ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କୁ ଶୁଭେଚ୍ଛା ଜଣାଇ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ।

ଏହି ତିନିଜଣ ଛାତ୍ରଛାତ୍ରୀ ସମ୍ବର୍ଦ୍ଧିତ ହେବା ଅବସରରେ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ ଉତମ ର‌୍ୟାଙ୍କ୍ ରଖିଥିବାରୁ ନିଜର ଖୁସି ବ୍ୟକ୍ତ କରିବା ସହ ଏହାର ସମସ୍ତ ଶ୍ରେୟ ସୋଆ ଏବଂ କୃଷି ମହାବିଦ୍ୟାଳୟର ଡିନ୍‌ଙ୍କ ସମେତ ଅଧ୍ୟାପକ ଓ ଅଧ୍ୟାପିକାଙ୍କୁ ଦେଇଛନ୍ତି। ପରୀକ୍ଷାରେ ପ୍ରସ୍ତୁତି ନିମନ୍ତେ ସେମାନେ କୃଷି ମହାବିଦ୍ୟାଳୟର ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ ଓ ଅନ୍ୟାନ୍ୟ ବରିଷ୍ଠ ଅଧ୍ୟାପକ ଓ ଅଧ୍ୟାପିକା ମାନଙ୍କୁ ମଧ୍ୟ ସେମାନଙ୍କର ସହଯୋଗ ନିମନ୍ତେଧନ୍ୟବାଦ ଜଣାଇଛନ୍ତି।

ଏହି ଅବସରରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏହି ତିନିଜଣ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ।

କୃଷି ମହାବିଦ୍ୟାଳୟର ଡିନ୍ ପ୍ରଫେସର ରାଉତ, ଉପଦେଷ୍ଟା ପ୍ରଫେସର ବିଜୟ କୁମାର ସାହୁ ଛାତ୍ରଛାତ୍ରୀ ମାନଙ୍କର ସଫଳତାରେ ସେମାନଙ୍କୁ ଶୁଭେଚ୍ଛା ଜଣାଇ ସେମାନଙ୍କର ଏହି ସଫଳତା ବିଶ୍ୱବିଦ୍ୟାଳୟ ପାଇଁ ଏକ ଗୌରବର ବିଷୟ ବୋଲି କହିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ସୋଆ କୃଷି ମହାବିଦ୍ୟାଳୟରେ ମୋଲିକ୍ୟୁଲାର ବାୟୋଲୋଜି ଓ ବାୟୋଟେକ୍ନୋଲୋଜି ଲ୍ୟାବ ଉଦ୍‌ଘାଟିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌)ରେ ଏକ ମୋଲିକ୍ୟୁଲାର ବାୟୋଲୋଜି ଓ ବାୟୋଟେକ୍ନୋଲୋଜି ଲ୍ୟାବ ଗତ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି।

ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏହି ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ୨ଟି ଲ୍ୟାବର ଉଦ୍‌ଘାଟନ କରିଥିଲେ। ଏହି ଅତ୍ୟାଧୁନିକ ଜ୍ଞାନ କୌଶଳଯୁକ୍ତ ପ୍ରୟୋଗଶାଳାର ଉଦ୍‌ଘାଟନ କରିବା ଅବସରରେ ପ୍ରଫେସର ନନ୍ଦ କହିଥିଲେ ଯେ ସାମ୍ପ୍ରତିକ ଜୀବ ବିଜ୍ଞାନରେ ଉପଯୋଗ କରିବା ଭଳି ଅତ୍ୟାଧୁନିକ ଜ୍ଞାନକୌଶଳକୁ ଅଧିକ ଜାଣିବା ପାଇଁ ଏହି ପ୍ରୟୋଗଶାଳା ବ୍ୟବହୃତ ହେବ। ଏହା ଦ୍ୱାରା ସ୍ନାତକୋତର ଓ ପିଏଚ୍‌ଡି ଶିକ୍ଷାର ମାନ ବୃଦ୍ଧି ପାଇବ ତଥା କୃଷି ଓ ଜୀବ ବିଜ୍ଞାନର ଗବେଷଣା କ୍ଷେତ୍ରରେ ନୂତନ ଦିଗ ଉନ୍ମୁକ୍ତ ହେବ ବୋଲି ପ୍ରଫେସର ନନ୍ଦ କହିଥିଲେ।

ଏହି ଅବସରରେ ଆଇଏଏସ୍ ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ, ଉପଦେଷ୍ଟା ପ୍ରଫେସର ବିଜୟ କୁମାର ସାହୁ, ଆଇଟିଇଆର୍ ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ, ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ଆଡିସ୍‌ନାଲ୍ ଡିନ୍ (ରିସର୍ଚ୍ଚ) ପ୍ରଫେସର ପ୍ରିୟବ୍ରତ ପଟ୍ଟନାୟକ ଓ ଜୈବ ପ୍ରଯୁକ୍ତି ବିଦ୍ୟା ବିଭାଗର ମୁଖ୍ୟ ପ୍ରଫେସର ଜ୍ଞାନ ରଞ୍ଜନ ରାଉତ ଉପସ୍ଥିତ ଥିଲେ।

ଏହି କାର୍ଯ୍ୟକ୍ରମରେ ଆଇଏଏସ୍‌ର ସମସ୍ତ ବିଭାଗୀୟ ମୁଖ୍ୟମାନଙ୍କ ସହ ଅଧ୍ୟାପକ, ଅଧ୍ୟାପିକା ଓ ଗବେଷଣାରତ ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ ଛତୁଚାଷ ପ୍ରଶିକ୍ଷଣ ଶିବିର ଆୟୋଜିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍‌ର ଏନ୍‌ଏସ୍‌ଏସ୍ ଶାଖା ପକ୍ଷରୁ ଚନ୍ଦକା ପଂଚାୟତ କୁଜିମହଲ ଠାରେ ଉନ୍ନତ ଭାରତ ଯୋଜନା ପରିପ୍ରେକ୍ଷୀରେ ଏକ ଛତୁ ଚାଷ ସମ୍ବନ୍ଧୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।

ଏହି ଶିବିରରେ ଦଶ ଜଣ ଚାଷୀ ଓ ଏନଏସ୍‌ଏସ୍‌ର ସ୍ୱେଚ୍ଛା ସେବୀ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ସୋଆର କୁଳପତି ପ୍ରଫେସର ବିଜୟ କୁମାର ସାହୁ ଏବଂ ପ୍ରୋଗ୍ରାମ ଅଫିସର ପ୍ରଫେସର ସରୋଜ କୁମାର ମହାନ୍ତି ଯୋଗ ଦେଇ ଏହି ଶିବିରର ମୁଖ୍ୟ ଉଦ୍ଦେଶ୍ୟ ବିଷୟରେ ବକ୍ତବ୍ୟ ରଖିଥିଲେ।

ଏହି କାର୍ଯ୍ୟକ୍ରମରେ ଛତୁଚାଷ ବିଶାରଦ ରାକେଶ ରୋଶନ ଶତପଥି ଓ ତାଙ୍କ ସହକାରୀ ଦିବ୍ୟ ଜ୍ୟୋତି ସ୍ୱାଇଁ ଯୋଗ ଦେଇ ଛତୁଚାଷ କୁ କିପରି ବ୍ୟବସାୟ ଭିତିକ କରିହେବ ସେହି ବିଷୟରେ ଚାଷୀମାନଙ୍କ ସହିତ ବିସ୍ତୃତ ଭାବେ ଆଲୋଚନା କରିଥିବାବେଳେ ଛତୁଚାଷ ଜନିତ ବିଭିନ୍ନ ପ୍ରକାର ସମସ୍ୟାର ସମାଧାନର ପ୍ରଣାଳୀ ସମ୍ପର୍କରେ ଚାଷୀମାନଙ୍କୁ ବୁଝାଇଥିଲେ।
ଏହି କାର୍ଯ୍ୟକ୍ରମର ଶେଷରେ ସମସ୍ତ ଚାଷୀମାନଙ୍କୁ ଛତୁ ଚାଷ ପାଇଁ ଆବଶ୍ୟକ ସାମଗ୍ରୀ ବଟଂନ କରାଯାଇଥିଲା।

ଏନ୍‌ଏସ୍‌ଏସ୍‌ର କୋର୍ଡିନେଟର ପ୍ରଫେସର ନଚିକେତା ଶର୍ମା ଏବଂ ପ୍ରୋଗ୍ରାମ ଅଫିସର ରାଜୀବ କୁମାର ବେହେରାଙ୍କ ଦ୍ୱାରା ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।