Categories
ବିଶେଷ ଖବର

କେଉଁଝର ଟ୍ରକ ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ: ଅନୁକମ୍ପା ସହାୟତା ଘୋଷଣା

ଭୁବନେଶ୍ବର: ଗତ ରାତିରେ କେଉଁଝର ଜିଲ୍ଲା ଷଠୀଘର ଠାରେ ହୋଇଥିବା ଟ୍ରକ ଦୁର୍ଘଟଣାରେ ପାଞ୍ଚ ଜଣ ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

ଏହି ଦୁର୍ଘଟଣାରେ ଆହତ ମାନଙ୍କୁଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

କେଉଁଝର ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ଯୋଗଦେଲେ ମନ୍ତ୍ରୀ ପ୍ରମିଳା ମଲ୍ଲିକ

କେଉଁଝର: ଆଜି ସାରା ଦେଶରେ ପାଳିତ ହୋଇଯାଇଛି ୭୬ତମ ସ୍ୱାଧୀନତା ଦିବସ। ସେହିପରି ଏହି ଉତ୍ସବ କେଉଁଝର ଜିଲ୍ଲାରେ ମଧ୍ୟ ପାଳନ କରାଯାଇଛି। ଏଥିରେ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏଥିସହିତ ସେ ପାରେଡ ଅଭିବାଦନ ଗ୍ରହଣ କରିଥିଲେ।

ଏହି ଅବସରରେ ମନ୍ତ୍ରୀ ଜିଲ୍ଲାର ପ୍ରମୁଖ ଚାଷୀ ତଥା କ୍ରୀଡାବିତଙ୍କୁ ପୁରସ୍କୃତ କରିଥିଲେ। ଏଥିସହିତ ସେ ଲାବଣ୍ୟ ଛକ ନିକଟରେ ଉନ୍ନୀତ ପରିବେଷ ଉଦ୍ୟାନର ଲୋକର୍ପଣ କରିଥିଲେ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ଓଡ଼ିଶାର ସୀମା ସୁରକ୍ଷାରେ ସରକାର ବିଫଳତା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନିରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର, କୋଟିଆ ବିବାଦ ସଂକ୍ରାନ୍ତରେ ଆଜି ରାଜ୍ୟ ସରକାରଙ୍କୁ ଶାଣିତ ଆକ୍ରମଣ କରିଛନ୍ତି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ । ଆଜି କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମଳନୀରେ ରାଜ୍ୟ ସରକାରଙ୍କର ସମାଲୋଚନା କରିଛନ୍ତି ନିରଂଜନ। ସେ କହିଛନ୍ତି ଯେ, ରାଜ୍ୟ ସରକାରଙ୍କ ଅପାରଗତା ଓ ଦୂର ଦୃଷ୍ଟି ହୀନତା ପାଇଁ ଆମ ମାତୃଭୂମିର ମାଟିକୁ ଆମେ ହରାଇବାକୁ ଯାଉଛୁ । ଆଗରୁ ମହାନଦୀର ପାଣିକୁ ଆମେ ହରାଇଥିଲୁ, ଏବେ କୋଟିଆ ପରି ଅଂଚଳ ଗୁଡ଼ିକ ପାଇଁ ପ୍ରଶ୍ନବାଚୀ ହୋଇଛି । ଏହା ଦୁର୍ଭାଗ୍ୟଜନକ ଓ ଅକ୍ଷମଣୀୟ ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି।

ଓଡ଼ିଶାର ସୀମାନ୍ତରେ ୭୬ଟି ଗାଁ ବିବାଦୀୟ ବୋଲି ଚିହ୍ନଟ ହୋଇଛି । କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୁରଭଞ୍ଜ, କେଉଁଝର ଓ ବାଲେଶ୍ୱର ଜିଲ୍ଲା ମାନଙ୍କରେ ଥିବା ଏହି ୭୬ଟି ଗାଁ ଗୁଡ଼ିକ ଆନ୍ଧ୍ରପ୍ରଦେଶ, ଝାଡଖଣ୍ଡ ଓ ପଶ୍ଚିମବଙ୍ଗ ସହିତ ବିବାଦୀୟ ହୋଇ ରହିଛି । ଏହି ବିବାଦର ବର୍ତମାନ ସ୍ଥିତି କ’ଣ ଓ ରାଜ୍ୟ ସରକାର ଏହି ବିବାଦର ସମାଧାନ ଦିଗରେ କ’ଣ କରିଛନ୍ତି ଓ କରିବାକୁ ଯାଉଛନ୍ତି, ସେ ବିଷୟରେ ରାଜ୍ୟବାସୀଙ୍କୁ ଅବଗତ କରାନ୍ତୁ ବୋଲି କଂଗ୍ରେସ ଦାବି କରିଛି ।

ଆଜି ଏ ସଂକ୍ରାନ୍ତରେ ଏକ ଚିଠି ମୁଖ୍ୟମନ୍ତ୍ରୀଙ୍କୁ ଲେଖିଛନ୍ତି ଶ୍ରୀ ପଟ୍ଟନାୟକ । ଏହି ଚିଠିରେ ସେ ଉଲ୍ଲେଖ କରିଛନ୍ତି, ଆନ୍ଧ ସରକାର ଯେତେବେଳେ କୋଟିଆ ର ୨୨ଟି ଗାଁରେ ନିର୍ବାଚନ ପ୍ରକ୍ରିୟା ଆରମ୍ଭ କଲେ ଓଡ଼ିଶା ସରକାର ଏବଂ ଜିଲ୍ଲା ପ୍ରଶାସନ କେମତି ତା’ର ସୁରାକ ପାଇଲା ନାହିଁ? ସରକାର ଏବଂ ପ୍ରଶାସନର ଦାୟିତ୍ୱ ହୀନତା ପାଇଁ କୋଟିଆ ପ୍ରସଙ୍ଗ ଆଜି ଏଭଳି ବିଷ୍ପୋରକ ସ୍ଥିତିକୁ ଯାଇଛି ଏବଂ ଆମ ହାତରୁ କୋଟିଆ ଗାଁ ଗୁଡ଼ିକୁ ଖସି ଯିବାକୁ ଯାଉଛି । ରାଜ୍ୟ ସରକାର କାହିଁକି ଠିକ୍ ସମୟରେ ସୁପ୍ରିମ କୋର୍ଟର ଦ୍ୱାରସ୍ଥ ହେଲେ ନାହିଁ ବୋଲି ସେ ପ୍ରଶ୍ନ କରିଛନ୍ତି ।

ଓଡିଶାର ସୀମାବର୍ତୀ ଗାଁ ଗୁଡ଼ିକର ଲୋକଙ୍କୁ ସର୍ବନିମ୍ନ ମୌଳିକ ସୁବିଧା ସୁଯୋଗ ଯୋଗାଇ ପାରି ନାହାନ୍ତି । ଶିକ୍ଷା, ସ୍ୱାସ୍ଥ୍ୟ, ସାମାଜିକ ନିରପତା, ଜୀବିକା ଇତ୍ୟାଦି ସୁନ୍ତିଶ୍ଚିତ କରିବା କ୍ଷେତ୍ରରେ ଓଡ଼ିଶା ସରକର ବିଫଳ ହୋଇଛି ଏବଂ ତାର ସୁଯୋଗ ନେଉଛନ୍ତି ପଡୋଶୀ ରାଜ୍ୟମାନେ । କେବଳ ଆମ ଜନ୍ମ ଭୂମିର ମାଟି ନୁହେଁ , ଆମର ଭାଷା ଉପରେ ମଧ୍ୟ ଅକ୍‌ତିଆର ଜାହିର କରୁଛନ୍ତି । ପଡୋଶୀ ରାଜ୍ୟମାନେ। ପ୍ରାୟ ୨୦୦ ସ୍କୁଲ ଗୁଡ଼ିକରେ ଓଡ଼ିଶା ଶିକ୍ଷକ ନାହାନ୍ତି । ଏ ଗୁଡ଼ିକରେ ତେଲଗୁ ଶିକ୍ଷକମାନେ ନିଯୁକ୍ତି ପାଇଛନ୍ତି । ଆମ ରାଜ୍ୟରେ ପ୍ରାକୃତିକ ସଂପଦଗୁଡ଼ିକୁ ମଧ୍ୟ ଲୁଟ କରିବାକୁ ପଛାଉ ନାହାନ୍ତି ପଡ଼ୋଶୀ ରାଜ୍ୟ।ଏଥିପ୍ରତି ସରକାରଙ୍କର ନିଘା ନାହିଁ । ବିଭିନ୍ନ ନଦୀର ବାଲିକୁ ପଡ଼ୋଶୀ ରାଜ୍ୟମାନେ ଲୁଟ କରୁଛନ୍ତି । ସରକାର ନିରବ କେମିତି ଅଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି।

ଆଜିର ଏହି ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ପଟ୍ଟନାୟକଙ୍କ ସହିତ ପୂର୍ବତନ ଅର୍ଥମନ୍ତ୍ରୀ ପଂଚାନନ କାନୁନଗୋ ଓ ରାଜ୍ୟ ପ୍ରବକ୍ତା ସୁଦର୍ଶନ ଦାସ ଉପସ୍ଥିତି ଥିଲେ ।

Categories
ଆଜିର ଖବର ରାଜ୍ୟ ଖବର

23ଟି ଜିଲ୍ଲାରୁ 264ଜଣ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ, କେଉଁ ଜିଲ୍ଲାରୁ ରହିଛନ୍ତି କେତେ

ଭୁବନେଶ୍ବର : ଆଜି ରାଜ୍ୟରୁ ନୂତନ 264ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି 23ଟି ଜିଲ୍ଲାରୁ ମୋଟ୍‌ 264ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ 76 ଜଣ ଚିହ୍ନଟ ହୋଇଥିବାବେଳେ ଯାଜପୁରରୁ 41 ଜଣ ଚିହ୍ନଟ ହୋଇଛନ୍ତି। କେଉଁଝରରୁ 25 ଚିହ୍ନଟ ଜଣ ଚିହ୍ନଟ ହୋଇଥିବା ସ୍ଥଳେ ଝାରସୁଗୁଡା ଓ ବରଗଡରୁ 18 ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧା ଓ ମୟୂରଭଞ୍ଜର 15 ଜଣ ଲେଖାଏ ଚିହ୍ନଟ ହୋଇଛନ୍ତି । ସେହିପରି ବାଲେଶ୍ବର ଓ କଟକରୁ 12 ଜଣ ଲେଖାଏଁ ରହିଛନ୍ତି । ପୁରୀରୁ 7 ଜଣ ଚିହ୍ନଟ ହୋଇଥିବା ସ୍ଥଳେ ସୁନ୍ଦରଗଡ, ଜଗତସିଂହପୁର ଓ ଅନୁଗଳୁରୁ 4 ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ମାଲ୍‌କାନଗିରି, ନୟାଗଡ ଓ ବଲାଙ୍ଗିରରୁ ଦୁଇଜଣ ଲେଖାଏଁ ଚିହ୍ନଟ ହୋଇଥିବାବେଳେ କନ୍ଧମାଳ,ସମ୍ବଲପୁର, କଳାହାଣ୍ଡି, ଗଜପତି, ନୂଆପଡା, ଭଦ୍ରକ, କୋରାପୁଟରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି ।