Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, କେନ୍ଦୁପତ୍ର ତୋଳାଳୀଙ୍କୁ ମିଳିବ ୫୦ ପ୍ରତିଶତ ବୋନସ୍‌

ଭୁବନେଶ୍ଵର:  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦୁ ପତ୍ର ତୋଳାଳୀ ଓ କର୍ମଚାରୀଙ୍କ କଲ୍ୟାଣ ପାଇଁ କେତେକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ଅନୁଯାୟୀ କେନ୍ଦୁ ପତ୍ର ତୋଳାଳୀମାନଙ୍କୁ ଚଳିତ ଫସଲ ଋତୁ ପାଇଁ ୫୦ ପ୍ରତିଶତ ବୋନସ୍‌ ମିଳିବ। ଏହି ବୋନସ୍ ପରିମାଣ ଗତ ବର୍ଷଠାରୁ ଦୁଇ ଗୁଣ ଅଟେ। ଏହା ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧା ଜମା ହେବ। ସେହିପରି କେନ୍ଦୁ ପତ୍ର ବନ୍ଧେଇ ଶ୍ରମିକ ଓ ସାମୟିକ କର୍ମଚାରୀଙ୍କ ପାଇଁ ୧୦ ପ୍ରତିଶତ incentive ର ବ୍ୟବସ୍ଥା କରାଯାଇଛି। ସାମୟିକ କର୍ମଚାରୀଙ୍କୁ ଏକ ମାସ ଅଧିକ କାମ ଦିଆଯିବ.

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କେନ୍ଦୁ ପତ୍ର ପ୍ରତି ବିଡା ମୂଲ୍ୟରେ ବୃଦ୍ଧି ଘୋଷଣା କରିଛନ୍ତି। କୋଡିଏ ପତ୍ର ବିଶିଷ୍ଟ ବିଡାର ମୂଲ୍ୟ ୧ ଟଙ୍କା ୪୦ ପଇସାରୁ 1 ଟଙ୍କା ୬୦ ପଇସାକୁ ବୃଦ୍ଧି କରାଯାଇଛି। ସେହିପରି ଚାଳିଶ ପତ୍ର ବିଶିଷ୍ଟ ବିଡାର ମୂଲ୍ୟ ୨ ଟଙ୍କା ୮୦ ପଇସାରୁ ୩ ଟଙ୍କା ୨୦ ପଇସାକୁ ବୃଦ୍ଧି କରାଯାଇଛି ।

ସୂଚନାଯୋଗ୍ୟ ଯେ ସାମୟିକ କର୍ମଚାରୀ ମାନଙ୍କ ମଜୁରୀ ସଂଶୋଧନ ପ୍ରସ୍ତାବକୁ ମଧ୍ୟ ସରକାର ଗ୍ରହଣ କରିଛନ୍ତି। ସେମାନଙ୍କର T.A. ଓ Cycle Allowance ରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି। କେନ୍ଦୁପତ୍ର ତୋଳାଳି ମାନେ ୬୨ ବର୍ଷ ବୟସ ପର୍ଯ୍ୟନ୍ତ ସାମାଜିକ ସୁରକ୍ଷା ଯୋଜନାରେ ସାମିଲ ହୋଇପାରିବେ। ପୂର୍ବରୁ ଏହି ବୟସ ସୀମା ୬୦ ବର୍ଷ ଥିଲା।

ଘୋଷଣା ଅନୁଯାୟୀ ଆଗାମୀ ଅପ୍ରେଲ ମାସରୁ ଆରମ୍ଭ ହେଉଥିବା ନୂଆ ଫସଲ ଋତୁରେ କେନ୍ଦୁପତ୍ର ତୋଳାଳି ପରିବାରକୁ ଦୁଇଟି ଝିଅ ବାହାଘର ପାଇଁ ସହାୟତା ମିଳିବ। ପ୍ରତ୍ୟେକ ଝିଅ ବାହାଘର ପାଇଁ ୨୫ ହଜାର ଟଙ୍କା ଲେଖାଏଁ ସହାୟତା ମିଳିବ।
5T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ୍ ଆଜି ତାଙ୍କର ସମ୍ବଲପୁର ଜିଲ୍ଲା ଗସ୍ତ ଅବସରରେ ରେଢ଼ାଖୋଲ ସଭାରେ ମୁଖ୍ୟମନ୍ତ୍ରୀ ଙ୍କ ନିଷ୍ପତ୍ତି ବିଷୟରେ ସୂଚନା ଦେଇଥିଲେ .ଏବଂ ମୁଖ୍ୟମନ୍ତ୍ରୀଙ୍କ ଏ ସମ୍ପର୍କୀତ video message ବଜାଇ ଶୁଣାଇଥିଲେ

ସୂଚନାଯୋଗ୍ୟ ଯେ କେନ୍ଦୁପତ୍ର ହିତାଧିକାରୀମାନଙ୍କ ମଧ୍ୟରୁ ଶତକଡା ୮୦ ଭାଗ ମହିଳା ଅଟନ୍ତି ଏବଂ ୯୫ ପ୍ରତିଶତରୁ ଅଧିକ କେନ୍ଦୁପତ୍ର ହିତାଧିକାରୀ ମୁଖ୍ୟତଃ ଅନୁସୂଚିତ ଜାତି, ଜନଜାତି ଓ ଅନ୍ୟାନ୍ୟ ପଛୁଆ ବର୍ଗର ଅଟନ୍ତି।

କେନ୍ଦୁ ପତ୍ର ତୋଳାଳୀ ଓ କର୍ମଚାରୀଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏହିସବୁ ପଦକ୍ଷେପ ଦ୍ବାରା ପ୍ରାୟ ୯ ଲକ୍ଷ କେନ୍ଦୁପତ୍ର ତୋଳାଳି, ବନ୍ଧେଇ ଶ୍ରମିକ ଓ ସାମୟିକ କର୍ମଚାରୀ ଉପକାର ପାଇବେ ଏବଂ ରାଜ୍ୟ ସରକାର ଏଥିପାଇଁ ୧୫୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିବେ ।

Categories
ଆଜିର ଖବର ବ୍ୟବସାୟ ରାଜ୍ୟ ଖବର

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଘୋଷଣା ହେବ ନୂଆ ପ୍ୟାକେଜ, ସୂଚନା ଦେଲେ ପାଣ୍ଡିଆନ

ଭୁବନେଶ୍ବର: ଖୁବଶୀଘ୍ର କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ନୂଆ ପ୍ୟାକେଜ ମୁଖ୍ୟମନ୍ତ୍ରୀ ଘୋଷଣା କରିବେ ବୋଲି କହିଛନ୍ତି କାର୍ତ୍ତିକ ପାଣ୍ଡିଆନ। କେନ୍ଦୁପତ୍ର ତୋଳାଳିଙ୍କ ଆବେଦନ କ୍ରମେ ସେମାନଙ୍କ ପରିବାର ସଦସ୍ୟଙ୍କ ବିବାହ ପାଇଁ ରାଜ୍ୟ ସରକାର ଆର୍ଥିକ ସହାୟତା ପ୍ରଦାନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ପାଣ୍ଡିଆନ ସୂଚନା ଦେଇଛନ୍ତି। ଖୁବ ଶୀଘ୍ର ମୁଖ୍ୟମନ୍ତ୍ରୀ ଏ ନେଇ ଘୋଷଣା କରିବେ ବୋଲି ପାଣ୍ଡିଆନ କହିଛନ୍ତି।

ସମ୍ବଲପୁରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପାଣ୍ଡିଆନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ, ପଦ୍ମପୁର ଉପନିର୍ବାଚନ ସମୟରେ କେନ୍ଦୁପତ୍ର ଉପରୁ ଜିଏସଟି ଛାଡ ପାଇଁ କେନ୍ଦ୍ରମନ୍ତ୍ରୀ ଘୋଷଣା କରିଥିଲେ। ହେଲେ ପ୍ରତ୍ୟାହାର ପ୍ରସଂଗରେ କେନ୍ଦ୍ରମନ୍ତ୍ରୀଙ୍କ ଉଦାସୀନତା ନେଇ ସମାଲୋଚନା କରିଥିଲେ କାର୍ତ୍ତିକ ପାଣ୍ଡିଆନ।

ଏପର୍ଯ୍ୟନ୍ତ କେନ୍ଦ୍ରମନ୍ତ୍ରୀ ତାଙ୍କ ପ୍ରତିଶ୍ରୁତି ପାଳନ କରି ନ ଥିବା ବେଳେ ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର ଉପରୁ ନିଜ ଭାଗର ୮ ପ୍ରତିଶତ ଟିକସ ଛାଡ କରିଛନ୍ତି। ରାଜ୍ୟ ସରକାର ସମଗ୍ର ଦେଶରେ ପ୍ରଥମ ରାଜ୍ୟ ଭାବେ କେନ୍ଦ୍ରୁପତ୍ର ତୋଳାଳିଙ୍କୁ ବୋନସ ଦେଉଛି ବୋଲି ସେ କହିଛନ୍ତି।

Categories
ବିଶେଷ ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ କେନ୍ଦୁପତ୍ର ତୋଳାଳୀଙ୍କ ବୋନସ ଘୋଷଣାକୁ ନେଇ ବିଜେଡି ବିଜେପି ମୁହାଁମୁହିଁ

ଭୁବନେଶ୍ୱର : କେନ୍ଦୁ ପତ୍ର ଶ୍ରମିକଙ୍କୁ ବୋନସ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ତେବେ ଏହି ଘୋଷଣା ପରେ ବିଜେପି ଏହାକୁ ସମାଲୋଚନା କରିବା ଆରମ୍ଭ କରିଛି। ବିଜେପି କହିଛି ଓଡିଶାରେ କେନ୍ଦୁପତ୍ର ସଂସ୍ଥାରେ କାର୍ଯ୍ୟରତ ୮ଲକ୍ଷ କେନ୍ଦୁପତ୍ର ତୋଳାଳୀ, ୪୦ହଜାର ବନ୍ଧେଇ ଶ୍ରମିକ ଓ ୨୨ହଜାର ସିଜିନାଲ କର୍ମଚାରୀ ମାନଙ୍କୁ ଓଡିଶାର ମୁଖ୍ୟମନ୍ତ୍ରୀ ଧୋକା ଦେଇ “ଲଲିପପ୍‌” ଧରାଇ ଦେଲେ ବୋଲି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ତଥା ପୂର୍ବତନ ବିଧାୟକ ଶ୍ରୀ ପ୍ରଦୀପ ପୁରୋହିତ କହିଛନ୍ତି।

ତେବେ ବିଜେପିର ଏହି ସମାଲୋଚନାକୁ ଜବାବ ଦେଇଛି ବିଜେଡି। ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଓଡ଼ିଶା ବିଜେପିର କୌଣସି ଦରଦ ନାହିଁ। ସେମାନେ କେବଳ କେନ୍ଦୁପତ୍ର ତୋଳାଳିଙ୍କୁ ନେଇ ରାଜନୀତି କରିବା ଜାଣନ୍ତି। କେନ୍ଦୁପତ୍ର ତୋଳାଳିଙ୍କ ପ୍ରତି ରାଜ୍ୟ ସରକାରଙ୍କ ଅବଦାନକୁ ସ୍ବୀକାର କରିବାକୁ ରାଜ୍ୟ ବିଜେପି ନେତାମାନଙ୍କ ସତ୍ ସାହାସ ନାହିଁ। କେନ୍ଦୁପତ୍ର ତୋଳାଳିଙ୍କୁ ବୋନସ୍ ଓ ପ୍ରୋତ୍ସାହନ ରାଶି ପ୍ରଦାନ ପ୍ରସଙ୍ଗରେ ବିଜେପି ନେତା ପ୍ରଦୀପ ପୁରୋହିତଙ୍କ ବୟାନକୁ ନେଇ ରାଜ୍ୟ ବିଜେପି ଉପରେ ଏମିତି ବର୍ଷିଛି ବିଜେଡି।

ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ବିଜୁ ଜନତା ଦଳର ନେତା ତଥା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘର ରାଜ୍ୟ ସଂପାଦକ ସଂଜିତ ମହାନ୍ତି କହିଛନ୍ତି ଯେ ମାନବ୍ୟର ମୁଖ୍ୟମନ୍ତ୍ରୀ ୨୦୨୨ ଶସ୍ୟ ବର୍ଷ ପାଇଁ ରାଜ୍ୟର ୮ ଲକ୍ଷରୁ ଅଧିକ କେନ୍ଦୁପତ୍ର ତୋଳାଳି ଓ ହିତାଧିକାରୀଙ୍କୁ ୩ଟି ପର‌୍ୟ୍ୟାୟରେ ୨୫୦ କୋଟି ୭୮ ଲକ୍ଷ ଟଙ୍କା ବୋନସ୍, ପ୍ରୋତ୍ସାହନ ରାଶି ଓ ଆର୍ଥିକ ସହାୟତା ଦେଇ ସାରିଲେଣି। ସେଥିରୁ ୫୬ କୋଟି ଟଙ୍କା ଗତକାଲି ତୃତୀୟ ପର‌୍ୟ୍ୟାୟରେ ପ୍ରଦାନ କରିଛନ୍ତି।

କୌଣସି ରାଜ୍ୟରେ କେବେ ବି କେନ୍ଦୁପତ୍ର ତୋଳାଳି ଓ ହିତାଧିକାରୀଙ୍କୁ ଗୋଟିଏ ବର୍ଷରେ ଏତେ ଟଙ୍କାର ପ୍ରୋତ୍ସାହନ ରାଶି କେହି ଦେଇ ନାହାନ୍ତି। ଏ କଥା ରାଜ୍ୟର ଲକ୍ଷଲକ୍ଷ କେନ୍ଦୁପତ୍ର ତୋଳାଳି ଏବଂ ଏଥିସହ ସଂପୃକ୍ତ ସମସ୍ତ ହିତାଧିକାରୀ ଭଲ ଭାବେ ଜାଣିଛନ୍ତି। ମାତ୍ର ବିଡ଼ମ୍ବନା ହେଲା, ନିଜକୁ କେନ୍ଦୁପତ୍ର ତୋଳାଳି ସଂଘର ନେତା ବୋଲାଉଥିବା ବିଜେପି ନେତା ପ୍ରଦୀପ ପୁରୋହିତ କେବେବି ଏ ବିଷୟରେ ମୁହଁ ଖୋଲିବେନି। କାରଣ ସତ କହିଲେ ତାଙ୍କ ଛାତି ଫାଟିଯିବ।

ଶ୍ରୀ ମହାନ୍ତି ଆହୁରି କହିଛନ୍ତି ଯେ କେନ୍ଦୁପତ୍ର ଉପରୁ କେନ୍ଦ୍ର ସଂଗ୍ରହ କରୁଥିବା ୧୮ ପ୍ରତିଶତର ଜିଏସ୍ଟି ଛାଡ଼ କରିବାକୁ ରାଜ୍ୟ ସରକାର ବାରମ୍ବାର ଦାବି କରି ଆସୁଛନ୍ତି। ହେଲେ ଓଡ଼ିଶାର ବିଜେପି ନେତାମାନେ କେବେ କେନ୍ଦ୍ର ସରକାରଙ୍କ ଆଗରେ ଲକ୍ଷଲକ୍ଷ କେନ୍ଦୁପତ୍ର ତୋଳାଳିଙ୍କ ଏହି ଦାବିକୁ ଉଠାଇଛନ୍ତି କି? ମଧ୍ୟପ୍ରଦେଶ ଭଳି ବିଜେପି ଶାସିତ ରାଜ୍ୟରେ ମଧ୍ୟ ଲକ୍ଷଲକ୍ଷ ଗରିବ କେନ୍ଦୁପତ୍ର ତୋଳାଳି ରହିଛନ୍ତି।

ପ୍ରଦୀପ ପୁରୋହିତ କହିପାରିବେ କି ଏସବୁ ରାଜ୍ୟରେ କେନ୍ଦୁପତ୍ର ତୋଳାଳିଙ୍କୁ ତାଙ୍କ ରାଜ୍ୟ ସରକାର କେତେ ଟଙ୍କାର ପ୍ରୋତ୍ସାହନ ରାଶି ଦେଉଛନ୍ତି? ବିଭିନ୍ନ ଅପରାଧିକ ମାମଲାରେ ଅଭିଯୁକ୍ତ ପ୍ରଦୀପ ପୁରୋହିତଙ୍କ ଭଳି ବ୍ୟକ୍ତିଙ୍କର କେନ୍ଦୁପତ୍ର ତୋଳାଳିଙ୍କ ପ୍ରତି କୌଣସି ଦରଦ କେବେ ନଥିଲା କି ଆଜି ମଧ୍ୟ ନାହିଁ।

ସେ କେବଳ ସେମାନଙ୍କୁ ନେଇ ରାଜନୀତି କରିବା ଜାଣନ୍ତି। ଏହି କାରଣରୁ ଅଧିକାଂଶ କେନ୍ଦୁପତ୍ର ତୋଳାଳି ଥିବା ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ତାଙ୍କୁ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି ଏବଂ ପଦ୍ମପୁରବାସୀ ତାଙ୍କୁ ପ୍ରତ୍ୟାଖ୍ୟାନ କରିଛନ୍ତି ବୋଲି ଶ୍ରୀ ମହାନ୍ତି କହିଛନ୍ତି।

Categories
ବିଶେଷ ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, କେନ୍ଦୁପତ୍ର ହିତାଧିକାରୀ ପାଇବେ ୫୬ କୋଟି ଟଙ୍କାର ବୋନସ୍‌

ଭୁବନେଶ୍ବର: ରାଜ୍ୟର କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୨୦୨୨ ଶସ୍ୟବର୍ଷର ତୃତୀୟ ପର୍ଯ୍ୟାୟରେ ୫୬ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ଏହା ଦ୍ୱାରା ୮ ଲକ୍ଷରୁ ଉର୍ଦ୍ଧ୍ବ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ।

ଏହି ବୋନସ୍‌ ଓ ପ୍ରୋତ୍ସାହନ ରାଶି ଚଳିତ ଜୁଲାଇ ମାସରେ ପାଇବେ। ୨୦୨୨ ଶସ୍ୟବର୍ଷ ପାଇଁ ତୃତୀୟ ପର୍ଯ୍ୟାୟରେ ରାଜ୍ୟର ୭ ଲକ୍ଷ ୭୫ ହଜାର କେନ୍ଦୁପତ୍ର ତୋଳାଳିଙ୍କୁ ୨୫ ପ୍ରତିଶତ ବୋନସ୍‌ ଓ ୪୦ ହଜାର କେନ୍ଦୁପତ୍ର ବନ୍ଧାଳି ଓ ସାମୟିକ କର୍ମଚାରୀଙ୍କୁ ୫ ପ୍ରତିଶତ ପ୍ରୋତ୍ସାହନ ରାଶି, ଏହିପରି ମୋଟ ୫୬.୨୩ କୋଟି ଟଙ୍କା ସହାୟତା ପ୍ରଦାନ କରାଯିବ।

୨୦୨୨ ଶସ୍ୟବର୍ଷ ପାଇଁ ପ୍ରଥମ ପର୍ଯ୍ୟାୟରେ ପ୍ରତ୍ୟେକ କେନ୍ଦୁପତ୍ର ତୋଳାଳିଙ୍କୁ ଏକ ହଜାର ଟଙ୍କା ଏବଂ ବନ୍ଧାଳି ଓ ସାମୟିକ କର୍ମଚାରୀଙ୍କୁ ୧୫ ଶହ ଟଙ୍କା ଲେଖାଏଁ, ଏହିପରି ମୋଟ ୮୩.୩୪ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା।

ସେହିପରି ୨୦୨୨ ଶସ୍ୟବର୍ଷର ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୭ ଲକ୍ଷ ୭୫ ହଜାର କେନ୍ଦୁପତ୍ର ତୋଳାଳିଙ୍କୁ ଏକ ହଜାର ଟଙ୍କା ଆର୍ଥିକ ସହାୟତା, ପାଣି ବୋତଲ ପାଇଁ ୨୦୦ ଟଙ୍କା ଏବଂ ଚପଲ ପାଇଁ ୧୬୦ ଟଙ୍କା, ଏହିପରି ଭାବେ ପ୍ରତ୍ୟେକ କେନ୍ଦୁପତ୍ର ତୋଳାଳିଙ୍କୁ ୧୩୬୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା।

ଏହି ପର୍ଯ୍ୟାୟରେ ମଧ୍ୟ ୪୦ ହଜାର କେନ୍ଦୁପତ୍ର ବନ୍ଧାଳି ଏବଂ ସାମୟିକ କର୍ମଚାରୀଙ୍କୁ ପ୍ରତ୍ୟେକ ୧୫୦୦ ଟଙ୍କାର ସହାୟତା ରାଶି, ଏହିପରି ମୋଟ ୧୧୧.୨୧ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଥିଲା।

ତୃତୀୟ ପର୍ଯ୍ୟାୟକୁ ମିଶାଇ ୨୦୨୨ ଶସ୍ୟବର୍ଷ ପାଇଁ କେନ୍ଦୁପତ୍ର ହିତାଧିକାରୀମାନଙ୍କୁ ବୋନସ, ପ୍ରୋତ୍ସାହନ ରାଶି ଓ ଆର୍ଥିକ ସହାୟତା ବାବଦକୁ ଦିଆଯାଇଥିବା ମୋଟ ସହାୟତା ପରିମାଣ ୨୫୦.୭୮ କୋଟି ଟଙ୍କା ହେବ । ଯାହା କି ଗୋଟିଏ ଫସଲ ବର୍ଷରେ ସର୍ବକାଳୀନ ରେକର୍ଡ।

ସୂଚନାଯୋଗ୍ୟ ଯେ, ୨୦୨୧ ମସିହା ପାଇଁ ୨୦୨୨ ମସିହାରେ କେନ୍ଦୁପତ୍ର ତୋଳାଳିଙ୍କୁ ୧୧୮. ୮୩ କୋଟି ଟଙ୍କାର ବୋନସ ଓ ସହାୟତା ପ୍ରଦାନ କରାଯାଇଥିଲା। ୨୦୨୨ ଶସ୍ୟବର୍ଷ ପାଇଁ କେନ୍ଦୁପତ୍ର ହିତାଧିକାରୀମାନଙ୍କୁ ୨୦୨୧ ମସିହା ଠାରୁ ୧୧୧ ପ୍ରତିଶତ ଅଧିକ ସହାୟତା ରାଶି ପ୍ରଦାନ କରାଯାଉଛି।

କେନ୍ଦୁପତ୍ର ହିତାଧିକାରୀମାନେ ମୁଖ୍ୟତଃ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଅଟନ୍ତି। ସେମାନଙ୍କ ଜୀବନଧାରଣ ମାନର ଉନ୍ନତିରେ ଏହି ଆର୍ଥିକ ସହାୟତା ବିଶେଷ ସହାୟକ ହେବ।

Categories
ବିଶେଷ ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀ କଲେ ବଡ ଘୋଷଣା, ୮ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ମିଳିବ ୧୧୧ କୋଟି ଟଙ୍କା

ଭୁବନେଶ୍ବର: କେନ୍ଦୁପତ୍ର ହିତାଧିକାରୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦ୍ବିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି । ୨୦୨୨ ଫସଲ ବର୍ଷ ପାଇଁ ଏହି ସହାୟତା ମିଳିବ। ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୮୩ କୋଟି ଟଙ୍କାର ସହାୟତା ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ସିଧାସଳଖ ଜମା କରାଯାଇଛି ।

ଦୁଇଟି ପର୍ଯ୍ୟାୟକୁ ମିଶାଇ କେନ୍ଦୁପତ୍ର ହିତାଧିକାରୀମାନେ ୧୯୪ କୋଟି ଟଙ୍କାର ସହାୟତା ପାଇବେ, ଯାହା କି ଗୋଟିଏ ଫସଲ ବର୍ଷରେ ଏକ ସର୍ବକାଳୀନ ରେକର୍ଡ। ରାଜ୍ୟ ସରକାରଙ୍କ ଏହି ଘୋଷଣା ଦ୍ବାରା ୮ ଲକ୍ଷରୁ ଅଧିକ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ। ୭.୭୫ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଏବଂ ୪୦ ହଜାର ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଏହି ସହାୟତା ମିଳିବ।

ପ୍ରତ୍ୟେକ ତୋଳାଳୀଙ୍କୁ ଏକ ହଜାର ଟଙ୍କାର ଆର୍ଥିକ ସହାୟତା ସହିତ ପାଣିବୋତଲ ଓ ଚପଲ ପାଇଁ ଯଥାକ୍ରମେ ୨୦୦ ଓ ୧୬୦ ଟଙ୍କା ମିଳିବ। ସେହିପରି ପ୍ରତ୍ୟେକ ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଆର୍ଥିକ ସହାୟତା ଭାବରେ ୧୫୦୦ ଟଙ୍କା ଦିଆଯିବ।

କେନ୍ଦୁପତ୍ର ସଂଗ୍ରହ ହେଉଥିବା ରାଜ୍ୟର ୨୨ଟି ଜିଲ୍ଲା ମଧ୍ୟରୁ ଝାରସୁଗୁଡା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାର ହିତାଧିକାରୀମାନେ ଏହି ସହାୟତା ପାଇବେ । ନିର୍ବାଚନ ଆଚରଣ ବିଧି ଉଠିବା ପରେ ଝାରସୁଗୁଡାର ହିତାଧିକାରୀମାନଙ୍କୁ ଏହି ସହାୟତା ମିଳିବ।

ସୂଚନାଯୋଗ୍ୟ ଯେ ପ୍ରଥମ ପର୍ଯ୍ୟାୟରେ ହିତାଧିକାରୀ ମାନଙ୍କୁ ୮୩ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। କେନ୍ଦୁପତ୍ର ହିତାଧିକାରୀ ମାନେ, ଯେଉଁମାନେ କି ମୁଖ୍ୟତଃ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଅଟନ୍ତି, ସେମାନଙ୍କ ଜୀବନଧାରଣ ମାନର ଉନ୍ନତିରେ ଏହି ଘୋଷଣା ସହାୟକ ହେବ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଆଜି ରାଜ୍ୟର କେନ୍ଦୁପତ୍ର ଶ୍ରମିକଙ୍କୁ ସହାୟତା ରାଶି ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର କେନ୍ଦୁପତ୍ର ଶ୍ରମିକଙ୍କ ପାଇଁ ସହାୟତା ରାଶି ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ। ଲୋକସେବା ଭବନର ୩ୟ ମହଲା ସମ୍ମିଳନୀ କକ୍ଷରେ ଅପରାହ୍ନ ଘ. ୫.୩୦ ମିନିଟରେ ଏହାର ଶୁଭାରମ୍ଭ କରିବେ।

ଗତ 23 ତାରିଖରେ ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର ଶ୍ରମିକ ତଥା ତୋଳାଳୀଙ୍କ ପାଇଁ ସହାୟତା ରାଶି ଘୋଷଣା କରିଥିଲେ। ଏଥିରେ ଯାହା ଘୋଷଣା କରାଯାଇଥିଲା ତାହା ଥିଲା

• ପ୍ରଥମ ପର୍ଯ୍ୟାୟରେ ପ୍ରତି ତୋଳାଳୀଙ୍କୁ ୧୦୦୦ ଟଙ୍କା ଓ ପ୍ରତ୍ୟେକ ସିଜିନାଲ ଷ୍ଟାଫଙ୍କୁ ୧୫୦୦ ଟଙ୍କା ଲେଖାଏ ଦିଆଯିବ।

• ସବୁ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ କରାଯିବ।

• କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ପିଲା ମାନଙ୍କୁ ବୃତ୍ତି ପ୍ରଦାନ କରାଯିବ। ମେଧାବୀ ଛାତ୍ରଛାତ୍ରୀ ମାନଙ୍କୁ ଜିଲ୍ଲାସ୍ତରରେ ପୁରସ୍କୃତ କରାଯିବ।

• ସର୍କଲ ଚେକ୍‌ରସ୍‌ ଓ ବାଇଣ୍ଡିଂ ଚେକର୍‌ସ ମାନଙ୍କ ଗ୍ରାଚୁଇଟି ଦେୟ ସାତ ଦିନ ରୁ ବୃଦ୍ଧି କରି କୁ ୧୫ ଦିନ କରାଯିବ।

• ସମସ୍ତ ତୋଳାଳୀ ମାନଙ୍କୁ ତୋଳାଳୀ ପରିଚୟ ପତ୍ର ପ୍ରଦାନ କରାଯିବ।

• କେନ୍ଦୁପତ୍ର ବ୍ୟବସାୟ ଉପରେ କେନ୍ଦ୍ର ସରକାର 18% ଜିଏସଟି ରଖିଛନ୍ତି ଏହା ବହୁତ ଅଧିକ

Categories
ଜାତୀୟ ଖବର ବିଶେଷ ଖବର ବ୍ୟବସାୟ ରାଜ୍ୟ ଖବର

BREAKING: କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ କଲେ ବଡ ଘୋଷଣା

ଭୁବନେଶ୍ବର: ରାଜ୍ୟର କେନ୍ଦୁପତ୍ର ତୋଳାଳୀଙ୍କ ପାଇଁ ମୁଖ୍ୟମନ୍ତ୍ର ନବୀନ ପଟ୍ଟନାୟକ ବଡ ଘୋଷଣା କରିଛନ୍ତି। ଏହି ଘୋଷଣା ଅବସରରେ ନବୀନ କହିଛନ୍ତି ଯେ, ‘ ଆପଣମାନେ ଜାଣନ୍ତି, ଆମ ରାଜ୍ୟରେ ଆଠ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ଅଛନ୍ତି। ଏମାନେ ସମସ୍ତେ ଗରିବ ଲୋକ। ବହୁ ଜନଜାତି ମା ମାନେ ମଧ୍ୟ କେନ୍ଦୁପତ୍ର ତୋଳିବା କାମ କରନ୍ତି।

କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ କଲ୍ୟାଣ ପାଇଁ ମୋ ସରକାର ସବୁବେଳେ କାମ କରି ଆସୁଛି। ଓଡିଶା ହେଉଛି ଦେଶର ପ୍ରଥମ ରାଜ୍ୟ ଯେଉଁଠାରେ କେନ୍ଦୁପତ୍ର ତୋଳାଳୀ ମାନଙ୍କୁ ବୋନସ ଦିଆଯାଉଛି। ଆମର ଏହି ନୀତି ଅନ୍ୟ ରାଜ୍ୟ ମାନଙ୍କ ପାଇଁ ମଡେଲ ହୋଇଛି। ଗତ ସପ୍ତାହ ମଧ୍ୟରେ ମୁଁ କେନ୍ଦୁପତ୍ର ତୋଳାଳୀ ମାନଙ୍କ ବିଭିନ୍ନ ସମସ୍ୟା ସଂପର୍କରେ ତିନି ତିନିଥର ଆଲୋଚନା କରିଛି ବୋଲି ନବୀନ କହିଛନ୍ତି।

ଏହି ଆଲୋଚନା ପରେ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ସ୍ବାର୍ଥ କୁ ଦୃଷ୍ଟି ରେ ରଖି ମୁଁ ଏହି ପ୍ୟାକେଜ ଘୋଷଣା କରୁଛି ।

• ପ୍ରଥମ ପର୍ଯ୍ୟାୟରେ ପ୍ରତି ତୋଳାଳୀଙ୍କୁ ୧୦୦୦ ଟଙ୍କା ଓ ପ୍ରତ୍ୟେକ ସିଜିନାଲ ଷ୍ଟାଫଙ୍କୁ ୧୫୦୦ ଟଙ୍କା ଲେଖାଏ ଦିଆଯିବ।

• ସବୁ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ କରାଯିବ।

• କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ପିଲା ମାନଙ୍କୁ ବୃତ୍ତି ପ୍ରଦାନ କରାଯିବ। ମେଧାବୀ ଛାତ୍ରଛାତ୍ରୀ ମାନଙ୍କୁ ଜିଲ୍ଲାସ୍ତରରେ ପୁରସ୍କୃତ କରାଯିବ।

• ସର୍କଲ ଚେକ୍‌ରସ୍‌ ଓ ବାଇଣ୍ଡିଂ ଚେକର୍‌ସ ମାନଙ୍କ ଗ୍ରାଚୁଇଟି ଦେୟ ସାତ ଦିନ ରୁ ବୃଦ୍ଧି କରି କୁ ୧୫ ଦିନ କରାଯିବ।

• ସମସ୍ତ ତୋଳାଳୀ ମାନଙ୍କୁ ତୋଳାଳୀ ପରିଚୟ ପତ୍ର ପ୍ରଦାନ କରାଯିବ।

• କେନ୍ଦୁପତ୍ର ବ୍ୟବସାୟ ଉପରେ କେନ୍ଦ୍ର ସରକାର 18% ଜିଏସଟି ରଖିଛନ୍ତି ଏହା ବହୁତ ଅଧିକ

କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀମାନେ ଏମାନେ ସମସ୍ତେ ଗରିବ ଲୋକ।  ତେଣୁ କେନ୍ଦୁପତ୍ର ଉପରୁ GST ଉଠାଇ ଦେବା ପାଇଁ କେନ୍ଦ୍ର ସରକାରଙ୍କୁ ମୁଁ ବାରମ୍ଵାର ଅନୁରୋଧ କରିଛି । ଗରିବ ଲୋକଙ୍କ ହିତ ଦୃଷ୍ଟି ରୁ ଜିଏସଟି ସମ୍ପୂର୍ଣ୍ଣ ଉଚ୍ଛେଦ କରିବାକୁ ମୁଁ ପୁଣିଥରେ କେନ୍ଦ୍ର ସରକାରଙ୍କ ନିକଟରେ ଦାବୀ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Categories
ବିଶେଷ ଖବର ରାଜ୍ୟ ଖବର

କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ ବୃଦ୍ଧି, ମୋଟ ୭.୫୦ ଲକ୍ଷ କେନ୍ଦୁପତ୍ର ତୋଳାଳୀ ପାଇବେ ୨୪୦ କୋଟି ଟଙ୍କା

ଭୁବନେଶ୍ବର: ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦୁପତ୍ରର ସଂଗ୍ରହ ମୂଲ୍ୟ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ଏହି ନିଷ୍ପତ୍ତି ଅନୁଯାୟୀ ୨୦୨୨ ଫସଲ ବର୍ଷ ପାଇଁ ଉଭୟ ପ୍ରୋସେସ ଅଞ୍ଚଳ ଓ ଫାଲ ଅଂଚଳରେ କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ ରେ ବୃଦ୍ଧି କରାଯାଇଛି। ଏହାଦ୍ଵାରା ରାଜ୍ୟରେ ୭.୫୦ ଲକ୍ଷ ଗରୀବ କେନ୍ଦୁପତ୍ର ତୋଳାଳୀ ୨୪୦ କୋଟି ଟଙ୍କାର ଅଧିକ ରୋଜଗାର ପାଇପାରିବେ. ଏମାନଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି ଜନଜାତି ମହିଳା ।

ଏହାସହିତ ରାଜ୍ୟ ସରକାରଙ୍କ ପକ୍ଷରୁ ବୋନସ ଓ ବିଭିନ୍ନ ଭତ୍ତା ବାବଦରେ ମଧ୍ୟ୍ୟ ୧୨୦ କୋଟି ଟଙ୍କା ମଂଜୁର କରାଯାଇଛି। ଏହାଦ୍ଵାରା ୮ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀ (Seasonal Staff) ଉପକୃତ ହେବେ ।

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର କେନ୍ଦୁପତ୍ର ବ୍ୟବସାୟର ସମସ୍ତ ଲାଭକୁ (Trade surplus) କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀ (Seasonal Staff) ମାନଙ୍କ କଲ୍ୟାଣ ପାଇଁ ବିନିଯୋଗ କରୁଛନ୍ତି ।”

Categories
ଆଜିର ଖବର ରାଜ୍ୟ ଖବର

କେନ୍ଦୁପତ୍ର ତୋଳାଳୀ ଓ ଅନ୍ୟାନ୍ୟ କର୍ମଚାରୀଙ୍କ କଲ୍ୟାଣ ନିମନ୍ତେ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କେନ୍ଦୁପତ୍ର ତୋଳାଳୀ ଓ ଅନ୍ୟାନ୍ୟ କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୯୨.୩୭ କୋଟି ଟଙ୍କାର ବୋନସ ଏବଂ ଅନ୍ୟାନ୍ୟ ସହାୟତା ଘୋଷଣା କରିଛନ୍ତି। ତନ୍ମଧ୍ୟରୁ କେବଳ ବୋନସର ପରିମାଣ ୫୯.୭୮ କୋଟି ଟଙ୍କା ରହିଛି। ଏହା ସହିତ କେନ୍ଦୁପତ୍ର କର୍ମଚାରୀଙ୍କ ମୃତ୍ୟୁ ବା ସମ୍ପୂର୍ଣ୍ଣ ଶାରୀରିକ ଅକ୍ଷମତା କ୍ଷେତ୍ରରେ ଅନୁକମ୍ପାମୂଳକ ସହାୟତାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଏକ ଲକ୍ଷ ଟଙ୍କାରୁ ଦୁଇ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି।

ଆଜି କେନ୍ଦୁପତ୍ର କଲ୍ୟାଣ ବୋର୍ଡରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଭିଡିଓ କନ୍‌ଫରେନସିଂ ଜରିଆରେ ଅନୁଷ୍ଠିତ ବୈଠକରେ ମୁଖ୍ୟମନ୍ତ୍ରୀ ଅଧ୍ୟକ୍ଷତା କରିଥିଲେ।  କେନ୍ଦୁପତ୍ର ତୋଳାଳୀ, ବନ୍ଧେଇ ଶ୍ରମିକ ଓ ସାମୟିକ କର୍ମଚାରୀଙ୍କ କଲ୍ୟାଣ ନିମନ୍ତେ ଚଳିତ ବର୍ଷ ବୋନସ୍‌, ଅନ୍ୟାନ୍ୟ ସହାୟତା ଓ ଭିତ୍ତିଭୁମି ବିକାଶ ଉଦ୍ଦେଶ୍ୟରେ ୯୨.୩୭ କୋଟି ଟଙ୍କା ବୋର୍ଡ ମଞ୍ଜୁର କରିଛି।

କେନ୍ଦୁପତ୍ର ସଂଗ୍ରହ, ବନ୍ଧେଇ ଓ ପ୍ରକ୍ରିୟାକରଣ କାର୍ଯ୍ୟରେ ସାଧାରଣତଃ ଗରିବ ଲୋକମାନେ ନିୟୋଜିତ ହୋଇଥାନ୍ତି। ସେମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ସବୁବେଳେ ଉଦ୍ୟମ ଜାରି ରଖିଛନ୍ତି। ୨୦୧୪ ମସିହାରେ ଏକ ଐତିହାସିକ ନିଷ୍ପତ୍ତି ନେଇ ରାଜ୍ୟ ସରକାର କେନ୍ଦୁପତ୍ର ବ୍ୟବସାୟରୁ ପାଉଥିବା ଲାଭାଂଶରେ କେନ୍ଦୁପତ୍ର ତୋଳାଳୀମାନଙ୍କୁ ସାମିଲ କରିଛନ୍ତି।

କୋଭିଡ୍‌ ମହାମାରୀ ସମୟରେ ବିଭାଗ ୬୦ ଲକ୍ଷରୁ ଅଧିକ କର୍ମ ଦିବସ ସୃଷ୍ଟି କରିପାରିଥିଲା। ଏହା ଦ୍ବାରା ୭ ଲକ୍ଷ ୫୪ ହଜାରେ ୬୩୧ କେନ୍ଦୁପତ୍ର ତୋଳାଳୀ, ୧୮୨୨୩ ବନ୍ଧେଇ ଶ୍ରମିକ ଏବଂ ୧୬୫୩୩ ଜଣ ସାମୟିକ କର୍ମଚାରୀ ଉପକୃତ ହୋଇଛନ୍ତି। ୨୦୨୦ ଶସ୍ୟ ବର୍ଷରେ ଏ ବାବଦରେ ୨୫୦ କୋଟି ଟଙ୍କା ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଡିବିଟି ଜରିଆରେ ପଇଠ କରାଯାଇଛି।

ଏହି ବୈଠକରେ ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଇସ୍ପାତ ଓ ଖଣି ଏବଂ ପୁର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ପ୍ରମୁଖ ଯୋଗ ଦେଇ ସେମାନଙ୍କର ମତାମତ ରଖିଥିଲେ। ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (କେନ୍ଦୁପତ୍ର) ପ୍ରଭାକର ବେହେରା ବୋର୍ଡର କାର୍ଯ୍ୟକ୍ରମ ସମ୍ପର୍କରେ ଉପସ୍ଥାପନା ରଖିଥିଲେ।

ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଙ୍ଗଲ ଓ ପରିବେଶ ଡ. ମୋନା ଶର୍ମା ସ୍ବାଗତ ଭାଷଣ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ ଟି) ଭି.କେ. ପାଣ୍ଡିଆନ ଏବଂ ଜଙ୍ଗଲ ଓ ପରିବେଶ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।