Categories
ଆଜିର ଖବର

‘ବିକଶିତ ଭାରତ ୨୦୪୭’ ଫଟୋଚିତ୍ର ପ୍ରଦର୍ଶନୀ ଉଦଘାଟିତ

ଭୁବନେଶ୍ୱର: ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ କେନ୍ଦ୍ର ସରକାରଙ୍କ ‘ବିକଶିତ ଭାରତ -୨୦୪୭’ ସମ୍ପର୍କିତ ଏକ ଫଟୋଚିତ୍ର ପ୍ରଦର୍ଶନୀ ଏବଂ ସଚେନତତା କାର୍ଯ୍ୟକ୍ରମ ଶୁକ୍ରବାର କଟକ ବାଲିଯାତ୍ରା ପଡ଼ିଆରେ ଉଦଘାଟିତ ହୋଇଯାଇଛି। ଦୀର୍ଘ ଆଠ ଦିନବ୍ୟାପୀ ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମକୁ କଟକ ଲୋକସଭା ନିର୍ବାଚନ ମଣ୍ଡଳୀ ସାଂସଦ ଶ୍ରୀ ଭର୍ତ୍ତୃହରି ମହତାବ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଉଦଘାଟନ କରିଥିଲେ। ଭାରତକୁ ୨୦୪୭ ମସିହା ସୁଦ୍ଧା ଏକ ବିକଶିତ ଓ ବିଶ୍ୱର ପ୍ରମୁଖ ସମୃଦ୍ଧଶାଳୀ ରାଷ୍ଟ୍ର ଭାବରେ ଗଢ଼ି ତୋଳିବା ପାଇଁ ସରକାରଙ୍କ ଉଦ୍ୟମକୁ ପ୍ରଶଂସା କରି ସେ କହିଥିଲେ, ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୃଷ୍ଟିକୋଣ ଏବଂ ଉଚ୍ଚ ଚିନ୍ତାଧାରା ଭାରତକୁ ଏକ ଶକ୍ତିଶାଳୀ ରାଷ୍ଟ୍ର ଭାବରେ ଗଢ଼ି ତୋଳୁଛି। ତାଙ୍କ ନେତୃତ୍ୱରେ ଭାରତ ଅନେକ ସ୍ୱପ୍ନକୁ ଆଜି ବାସ୍ତବତାର ରୂପ ଦେଇପାରିଛି। ବିଶ୍ୱ ଦରବାରରେ ଭାରତକୁ ଏକ ନୂତନ ପରିଚୟ ମିଳିପାରିଛି ବୋଲି ଶ୍ରୀ ମହତାବ ମତବ୍ୟକ୍ତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜଗତସିଂହପୁର ସାଂସଦ ବିଭୁପ୍ରସାଦ ତରାଇ ଏବଂ କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।

କାର୍ଯ୍ୟକ୍ରମରେ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ଏବଂ ପତ୍ର ସୂଚନା କାର୍ଯ୍ୟାଳୟର ଅତିରିକ୍ତ ମହାନିର୍ଦ୍ଦେଶକ ଅଖିଳ କୁମାର ମିଶ୍ର ଯୋଗଦେଇ ଏହି ପ୍ରଦର୍ଶନୀର ଲକ୍ଷ୍ୟ ଏବଂ ଉଦ୍ଦେଶ୍ୟ ସମ୍ପର୍କରେ ଆଲୋଚନା କରିଥିଲେ। ଅଧିକରୁ ଅଧିକ ଲୋକ ଏହାକୁ ବୁଲି ଦେଖିବା ସହ କେନ୍ଦ୍ର ସରକାରଙ୍କ ଯୋଜନା ଓ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଅବଗତ ହେବାକୁ ସେ ଆହ୍ୱାନ ଦେଇଥିଲେ। ଏହି ଅବସରରେ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ଭୁବନେଶ୍ୱରର ନିର୍ଦ୍ଦେଶକ ଡକ୍ଟର ଗିରିଶ ଚନ୍ଦ୍ର ଦାଶ ଓ ପତ୍ର ସୂଚନା କାର୍ଯ୍ୟାଳୟର ଉପନିର୍ଦ୍ଦେଶକ ମନୋଜ କୁମାର ଜାଲି ଉପସ୍ଥିତ ଥିଲେ। କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ଭୁବନେଶ୍ୱର କ୍ଷେତ୍ର ପ୍ରଦର୍ଶନୀ ଅଧିକାରୀ ମହେନ୍ଦ୍ର ପ୍ରସାଦ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ଏହି ପ୍ରଦର୍ଶନୀରେ ଭାରତ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ସମ୍ପର୍କରେ ସୂଚନା ଦିଆଯାଇଥିବା ବେଳେ ବାଲିଯାତ୍ରା ବୁଲିବାକୁ ଆସୁଥିବା ଲକ୍ଷ ଲକ୍ଷ ଲୋକ ଏହାଦ୍ୱାରା ସଚେତନ ଏବଂ କେନ୍ଦ୍ର ସରକାରଙ୍କ ଯୋଜନାର ସୁଫଳ ପାଇପାରିବେ। ଆଠ ଦିନବ୍ୟାପୀ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ପ୍ରଦର୍ଶନୀ ମଞ୍ଚରେ ବିଭିନ୍ନ ସଚେତନଧର୍ମୀ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ଆଲୋଚନାଚକ୍ର ଏବଂ ପ୍ରତିଯୋଗିତା ଆୟୋଜନ ମୁଖ୍ୟ ଆକର୍ଷଣ ହେବ।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟର ବିଭିନ୍ନ ସ୍ଥାନରେ ଜାତୀୟ ପୋଷଣ ମାସ ଏବଂ ‘ମା’ଙ୍କ ପାଇଁ ଗଛଟିଏ’ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନରେ ସପ୍ତମ ଜାତୀୟ ପୋଷଣ ମାସ ଏବଂ ‘ମା’ଙ୍କ ପାଇଁ ଗଛଟିଏ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅଧୀନ କେନ୍ଦେଇପୋଷି ଗ୍ରାମ ପଞ୍ଚାୟତଠାରେ ଜାତୀୟ ପୋଷଣ ମାସ ଏବଂ ‘ମା’ଙ୍କ ପାଇଁ ଗଛଟିଏ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଦୁଇ ଦିନ ଧରି ଚାଲିଥିବା ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସୂଚନାଧର୍ମୀ ବିଷୟବସ୍ତୁ ସ୍ଥାନ ପାଇଥିଲା।

କାର୍ଯ୍ୟକ୍ରମରେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସ୍ଥାନୀୟ ଗ୍ରାମବାସୀ ଏବଂ ମହିଳାମାନଙ୍କୁ ନେଇ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଶିକ୍ଷାବିତ ତଥା ପରିବେଶବିତ କୈଳାସ ଚନ୍ଦ୍ର ବାରିକ ମୁଖ୍ୟବକ୍ତା, କେନ୍ଦେଇପୋଷି ସରପଞ୍ଚ ମିନାକ୍ଷୀ ନାୟକ ଏବଂ ମୈଦାନକେଲ ସରପଞ୍ଚ ଭାଗିରଥି ସିଂ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିବା କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା।

ସେହିପରି ଫୁଲବାଣୀସ୍ଥିତ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ କ୍ଷେତ୍ର କାର୍ଯ୍ୟାଳୟ ପକ୍ଷରୁ କନ୍ଧମାଳ ଜିଲ୍ଲାର ଚକାପାଦ ବ୍ଲକ୍‌ ସୀତାଜଡ଼ା ଠାରେ ପୋଷଣ ମାସ ଏବଂ ‘ମା’ଙ୍କ ପାଇଁ ଗଛଟିଏ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ, ଅଙ୍ଗନୱାଡ଼ି କର୍ମୀ, ଆଶା କର୍ମୀ, ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟା ଓ ସ୍ଥାନୀୟ ଜନସାଧାରଣ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ସଚେତନତା ଶୋଭାଯାତ୍ରା ଓ ପଥପ୍ରାନ୍ତ ନାଟକ ମାଧ୍ୟମରେ କାର୍ଯ୍ୟକ୍ରମ ସମ୍ପର୍କରେ ସ୍ଥାନୀୟ ଲୋକଙ୍କୁ ସଚେତନ କରାଯାଇଥିଲା।

କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ବାଲେଶ୍ୱର କ୍ଷେତ୍ର କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ‘ମାଙ୍କ ପାଇଁ ଗଛଟିଏ’ ଏବଂ ପୋଷଣ ମାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଭଦ୍ରକ ଜିଲ୍ଲାର ବ୍ରହ୍ମପୁର ପଞ୍ଚାୟତରେ ଆଜି ଚାରାରୋପଣ କରାଯାଇଥିଲା। ଏଥିରେ ବହୁସଂଖ୍ୟାରେ ମହିଳା ଓ ସ୍ଥାନୀୟ ଜନସାଧାରଣ ଭାଗ ନେଇଥିଲେ।

ଅନ୍ୟପକ୍ଷରେ ସମ୍ବଲପୁର ଜିଲ୍ଲା ନାକଟିଦେଉଳ ମୁଖ୍ୟାଳୟରେ ରାଷ୍ଟ୍ରୀୟ ପୋଷଣ ମାସ ଏବଂ ପୁଷ୍ଟିକର ଖାଦ୍ୟ ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସମ୍ବଲପୁରସ୍ଥିତ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ପକ୍ଷରୁ ଆୟୋଜିତ ପଦଯାତ୍ରାକୁ ନାକଟିଦେଉଳ ପଞ୍ଚାୟତ ସମିତି ଅଧ୍ୟକ୍ଷା ସ୍ବରୂପା ରାଣୀ ଉଦଘାଟନ କରିଥିଲେ। ସ୍ଥାନୀୟ ଅଙ୍ଗନୱାଡ଼ି କର୍ମୀମାନେ ପୁଷ୍ଟିକର ଖାଦ୍ୟ ପ୍ରଦର୍ଶନୀ ଆୟୋଜନ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ସେବା, ସୁଶାସନ, ଗରିବ କଲ୍ୟାଣ ଓ ମିଶନ ଲାଇଫ ସମ୍ପର୍କିତ କର୍ମଶାଳା

ନୂଆଦିଲ୍ଲୀ: ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ, ବାଲେଶ୍ୱର ପକ୍ଷରୁ ନଅ ବର୍ଷର ସେବା, ସୁଶାସନ, ଗରିବ କଲ୍ୟାଣ ଏବଂ ମିଶନ ଲାଇଫ ସମ୍ପର୍କୀତ କର୍ମଶାଳା ଭଦ୍ରକ ଜିଲ୍ଲାର ଧାମନଗର ବ୍ଲକ ଅନ୍ତର୍ଗତ ଧୁଷୁରୀ ପଞ୍ଚାୟତରେ ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାକୁ ଧାମନଗର ବିଧାୟକ ସୁରଜ ସୂର୍ଯ୍ୟବଂଶୀ ମୁଖ୍ୟ ଅତିଥିଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜଳନ ପୂର୍ବକ ଉଦ୍‌ଘାଟନ କରିଥିଲେ।

କର୍ମଶାଳା ବ୍ୟତୀତ ଦୁଇଦିନିଆ ଫଟୋ ଚିତ୍ର ପ୍ରଦର୍ଶନୀକୁ ମଧ୍ୟ ଫିତାକାଟି ଉଦ୍‌ଘାଟନ କରିଥିଲେ। ଏହି ଫଟୋଚିତ୍ର ପ୍ରଦର୍ଶନୀରେ ଭାରତ ସରକାରଙ୍କ ୯ବର୍ଷର ସେବା, ସୁଶାସନ, ଗରିବ କଲ୍ୟାଣ ଅନ୍ତର୍ଗତ ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ଏବଂ ମିଶନ ଲାଇଫ ସମ୍ପର୍କରେ ପ୍ରଦର୍ଶନ କରାଯାଇଛି। ସମ୍ମାନୀତ ଅତିଥିଭାବେ ଧୁଷୁରୀ ସରପଞ୍ଚ ଅନ୍ତର୍ଯ୍ୟାମୀ ପତି, ରାଧାବଲ୍ଲଭପୁର ପଞ୍ଚାୟତର ସରପଞ୍ଚ ସରୋଜ କୁମାର ସ୍ୱାଇଁ ଯୋଗଦେଇଥିବାବେଳେ ଅତିଥି ବକ୍ତାଭାବେ ଆଖଣ୍ଡଳମଣି ମହାବିଦ୍ୟାଳୟର ଅଧ୍ୟାପକ ନିହାର ରଞ୍ଜନ କର, ଧୁଷୁରୀ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁଜାତା ମହାନ୍ତି ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଧୁଷୁରୀ ପଞ୍ଚାୟତର ସ୍ୱଂୟ ସହାୟିକା ଗୋଷ୍ଠୀର ମହିଳା, ଗ୍ରାମବାସୀ ଓ ଛାତ୍ରଛାତ୍ରୀମାନେ ଯୋଗଦେଇଥିଲେ।

କାର୍ଯ୍ୟକ୍ରମ ପ୍ରାରମ୍ଭରେ ଏକ ସଚେତନତା ପଦଯାତ୍ରାରେ ଅଂଶଗ୍ରହଣକାରୀ ମାନଙ୍କୁ ନେଇ ଗ୍ରାମ ପରିକ୍ରମା କରାଯାଇଥିଲା। କାର୍ଯ୍ୟକ୍ରମର ପୂର୍ବଦିନ ଅନୁଷ୍ଠିତ ଚିତ୍ରାଙ୍କନ ଏବଂ ବକ୍ତୃତା ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ମୁଖ୍ୟ ଅତିଥି ପୁରସ୍କାର ଏବଂ ମାନପତ୍ର ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମ ଦୁଇଦିନ ବ୍ୟାପୀ ଚାଲିବ। ପ୍ରତ୍ୟେକ ଦିନ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। କ୍ଷେତ୍ର ପ୍ରଚାର ଅଧିକାରୀ ନିର୍ମାଲ୍ୟ ବେହେରା ସଭା ପରିଚାଳନା କରିଥିବାବେଳେ ସହଯୋଗୀ ଖଗେଶ ବାଇପାଇ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର: ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି) ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।

ଭୁବନେଶ୍ୱରସ୍ଥିତ ତପୋବନ ଉଚ୍ଚ ବିଦ୍ୟାଳୟ ଓ ୟୁନିଟ୍-୧ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ସ୍ୱଚ୍ଛତା ହିଁ ସେବା ଅଭିଯାନ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀମାନେ ଉତ୍ସାହର ସହିତ ଏଥିରେ ଭାଗ ନେଇ ସ୍କୁଲ ପରିସର ସଫେଇ କରିଥିଲେ।

ଅନ୍ୟପଟେ କେନ୍ଦୁଝର ସ୍ଥିତ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ କ୍ଷେତ୍ରୀୟ କାର୍ଯ୍ୟାଳୟ ଦ୍ୱାରା ଜିଲ୍ଲାର ରଘୁନାଥେଶ୍ୱର ଉଚ୍ଚ ବିଦ୍ୟାଳୟ ଠାରେ ସ୍ୱଚ୍ଛତା ହିଁ ସେବା ଅଭିଯାନ ଅନ୍ତର୍ଗତ ବିଦ୍ୟାଳୟ ପରିସରକୁ ସଫା କରାଯାଇଥିଲା। ଏଥିରେ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ଅଂଶଗ୍ରହଣ କରି ସ୍କୁଲ ହତା ସଫା କରିବା ସହିତ ସ୍ୱଚ୍ଛତା ପାଇଁ ଶପଥ ପାଠ କରିଥିଲେ।

ବ୍ରହ୍ମପୁର କେନ୍ଦ୍ରୀୟ ବିଦ୍ୟାଳୟ ଠାରେ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ବ୍ରହ୍ମପୁର କ୍ଷେତ୍ର କାର୍ଯ୍ୟାଳୟ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷକମାନେ ସ୍ୱଚ୍ଛତା ପାଇଁ ସାମୂହିକ ଶପଥ ପାଠ କରିଥିଲେ।

ଅନୁରୂପ ଭାବେ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ବାଲେଶ୍ୱର କ୍ଷେତ୍ର କାର୍ଯ୍ୟାଳୟ ପକ୍ଷରୁ ବାଲେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ ୧ରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସ୍କୁଲର ଛାତ୍ରଛାତ୍ରୀ ଉତ୍ସାହର ସହିତ ଏହି କାର୍ଯ୍ୟକ୍ରମରେ ଭାଗ ନେଇ ଆଖପାଖ ପରିବେଶକୁ ସଫା କରିବା ସହିତ ସ୍ୱଚ୍ଛତା ପାଇଁ ସାମୂହିକ ଶପଥ ପାଠ କରିଛନ୍ତି।

କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ଅଧିକାରୀମାନଙ୍କ ତତ୍ତ୍ୱାବଧାନରେ ସମସ୍ତ କାର୍ଯ୍ୟକ୍ରମ ସମ୍ପାଦିତ ହୋଇଥିଲା।

Categories
ଆଜିର ଖବର ରାଜ୍ୟ ଖବର

କେନ୍ଦୁଝର ଜନାର୍ଦ୍ଦନପୁରରେ ମେରୀ ମାଟି ମେରା ଦେଶ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ଵର: ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ କେନ୍ଦୁଝର କ୍ଷେତ୍ର କାର୍ଯ୍ୟାଳୟ ପକ୍ଷରୁ ଆଜି ମେରୀ ମାଟି ମେରା ଦେଶ ଅଭିଯାନ ଏବଂ ଆଜାଦୀ କା ଅମୃତ ମହୋତ୍ସବ କାର୍ଯ୍ୟକ୍ରମର ଅଂଶବିଶେଷ ସ୍ୱରୂପ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି।

ବୈଠକରେ ଦେଶ ପାଇଁ ସହିଦ ହୋଇଥିବା ବୀରମାନଙ୍କର ସ୍ମୃତିଚାରଣ କରାଯାଇଥିଲା। କେନ୍ଦୁଝର ସଦର ବ୍ଲକ ଜନାର୍ଦ୍ଦନପୁର ଗ୍ରାମ ପଞ୍ଚାୟତରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।

ଏହି ଅବସରରେ ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ସ୍ଥାନୀୟ ଗ୍ରାମବାସୀଙ୍କୁ ନେଇ ଏକ ବିଶାଳ ଶୋଭାଯାତ୍ରା ଆୟୋଜନ କରାଯାଇଥିଲା। ଏଥିସହିତ ଦେଶାତ୍ମବୋଧ ସାଂସ୍କୃତିକ କାର୍ଯ୍ୟକ୍ରମ, ବିଭିନ୍ନ ପ୍ରତିଯୋଗିତା ଓ ପୁରସ୍କାର ବିତରଣ ସମାରୋହ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ବହୁ ଦେଶପ୍ରେମୀ ଜନସାଧାରଣ ଏବଂ ବୁଦ୍ଧିଜୀବୀମାନେ ସାମିଲ ହୋଇଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ରେଳ ମନ୍ତ୍ରୀ: ଜାଣନ୍ତୁ ଆଜିର କାର୍ଯ୍ୟକ୍ରମ

ଭୁବନେଶ୍ଵର: ରେଳ, ଯୋଗାଯୋଗ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗତକାଲି ଠାରୁ ତିନି ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି।

ଆଜି ପୂର୍ବାହ୍ନରେ ଶ୍ରୀ ବୈଷ୍ଣବ ପୁରୀରେ ରଥ ଯାତ୍ରା ଦର୍ଶନ କରିବେ। ପୁରୀ ବଡ଼ ଦାଣ୍ଡ ଠାରେ ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି), ଭୁବନେଶ୍ୱର ପକ୍ଷରୁ ଆୟୋଜିତ ଏକ ପ୍ରଦର୍ଶନୀକୁ କେନ୍ଦ୍ର ମନ୍ତ୍ରୀ ଉଦଘାଟନ କରିବେ। ଏହି ପ୍ରଦର୍ଶନୀ ‘‘କେନ୍ଦ୍ର ସରକାରଙ୍କ ୯ ବର୍ଷର ସେବା, ସୁଶାସନ, ଗରିବ କଲ୍ୟାଣ ଓ ମିଶନ ଲାଇଫ୍ ବିଷୟବସ୍ତୁ ଉପରେ ଆୟୋଜନ କରାଯିବ। ଏହା ପରେ କେନ୍ଦ୍ର ମନ୍ତ୍ରୀ ବାଲେଶ୍ୱର ଜିଲ୍ଲା ବାହାନାଗା ବଜାରକୁ ଯାଇ ସ୍ଥାନୀୟ ଲୋକଙ୍କ ସହ କଥାବାର୍ତ୍ତା ହେବେ।

ସେ ମଧ୍ୟ ଅପରାହ୍ନରେ ବାଲେଶ୍ୱର ଜିଲ୍ଲା ଡାକ୍ତରଖାନା ଏବଂ ଜିଲ୍ଲା ପ୍ରଶାସନର ଅଧିକାରୀଙ୍କ ସହ ଆଲୋଚନା କରିବେ। ଏହା ବ୍ୟତୀତ ଶ୍ରୀ ବୈଷ୍ଣବ ବାଲେଶ୍ୱର ରେଳ ଷ୍ଟେସନର ବିକାଶ ଯାଞ୍ଚ କରିବା ସହିତ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବେ।