Categories
ଆଞ୍ଚଳିକ

ବାଣପୁରରେ ଚିହ୍ନଟ ହେଲା ପ୍ରଥମ ଓମିକ୍ରନ ଆକ୍ରାନ୍ତ: କୋଭିଡ଼ ନିୟମକୁ ମାନିବା ଲାଗି ନିବେଦନ କଲା ପ୍ରଶାସନ

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ଆୟତ୍ତପୁର ପଞ୍ଚାୟତରୁ ଆଜି ପ୍ରଥମ ଓମ୍ରିକନ ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏ ନେଇ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି। ଆକ୍ରାନ୍ତ ଜଣକ ୨୨ ବର୍ଷୀୟ ଯୁବକ ବୋଲି ଜଣାପଡିଛି। ସେ ନିକଟରେ କତ୍ତରରୁ ଫେରିଥିବା ଜଣାପଡିଛି।

ଗତ ୩ ତାରିଖରେ ମେଡିକାଲ ପ୍ରଶାସନ ପକ୍ଷରୁ ତାଙ୍କର ଆରଟିପିସି ଆର ଏବଂ ଜିନମସିକ୍ଵେନସିଂ ପାଇଁ ନମୁନା ପଠାଯାଇଥିବା ବେଳେ ଗତକାଲି ରାତିରେ ଓମ୍ରିକନ ପଜିଟିଭ ଆସିଥିବା ଜଣାପଡିଛି।

ତେବେ ପ୍ରାଥମିକ ପଦକ୍ଷେପ ରୂପେ ମେଡିକାଲ ପ୍ରଶାସନ ପକ୍ଷରୁ ଜନୈକ ସଂକ୍ରମିତଙ୍କୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି। ଏହାସହ ଆକ୍ରାନ୍ତଙ୍କ ସଂସ୍ପର୍ଶରେ କେଉଁ କେଉଁ ମାନେ ଆସିଛନ୍ତି ତାହାର ତଦନ୍ତ ଜାରି ରହିଛି।  ସେହିପରି ଭାବେ ଆରଆରଟି ଟିମ ବର୍ତ୍ତମାନ ସର୍ଭେ ଆରମ୍ଭ କରିଦେଇଛନ୍ତି।

ତେବେ ଜନସାଧାରଣଙ୍କୁ ଭୟଭୀତ ନହେବା ପାଇଁ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର କର୍ତ୍ତୃପକ୍ଷ ଅନୁରୋଧ କରିଛନ୍ତି। ଅନୁରୂପ ଭାବେ କୋଭିଡ଼ ଗାଇଡ଼ଲାଇନକୁ କଡ଼ାକଡି ଭାବେ ମାନିବା ଲାଗି ଜନସାଧାରଣଙ୍କୁ ମେଡିକାଲ କର୍ତ୍ତୃପକ୍ଷ ନିବେଦନ କରିଛନ୍ତି।

Categories
ବିଶେଷ ଖବର ରାଜ୍ୟ ଖବର ସଂସ୍କୃତି

ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା: ମହାପ୍ରଭୁଙ୍କ ନୀତିକାନ୍ତି ତଥା କୋଭିଡ ନିୟମ ପାଳନ ଉପରେ ଦେଲେ ଗୁରୁତ୍ଵ

ଭୁବନେଶ୍ବର: ଚଳିତ ବର୍ଷ ଜଗନ୍ନାଥ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରାର ସୁପରିଚଳନା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ରଥଯାତ୍ରା ପ୍ରସ୍ତୁତି ବୈଠକରୁ ଏହା ଜଣା ଯାଇଛି। ଗତବର୍ଷ ସମସ୍ତଙ୍କ ସହଯୋଗରେ ରଥଯାତ୍ରା ସୁରୁଖୁରୁରେ ଅନୁଷ୍ଠିତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଦେଇ ଏବର୍ଷ ମଧ୍ୟ ଯେପରି ରଥଯାତ୍ରା ସୁଚାରୁ ରୂପେ ପାଳିତ ହେବ ଏବଂ ଭକ୍ତ ମାନେ ଘରେ ରହି ମହାପ୍ରଭୁଙ୍କ ଘୋଷଯାତ୍ରା ଦେଖିବେ ସେଥିପାଇଁ ମୁଖ୍ୟମନ୍ତ୍ରୀ ପୁରୀ ସହରବାସୀ, ସେବାୟତ ମାନଙ୍କର ସହଯୋଗ କାମନା କରିଥିଲେ।

ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଗତବର୍ଷ ପରି ଏ ବର୍ଷ ମଧ୍ୟ ମହାପ୍ରଭୁଙ୍କ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ଏକ ଅସାଧାରଣ ପରିସ୍ଥିତିରେ ହେବାକୁ ଯାଉଛି। ସାରା ବିଶ୍ଵ ଟେଲିଭିଜନ ଓ ସୋସିଆଲ ମିଡିଆ ମାଧ୍ୟମରେ ହିଁ କାଳିଆ ଠାକୁରଙ୍କୁ ଦର୍ଶନ କରିବେ। ତେଣୁ ମହାପ୍ରଭୁଙ୍କ ନୀତି ଠିକ ସମୟରେ ଶେଷ ହେବା ଦରକାର। ତା ସହିତ କୋଭିଡ ନିୟମକୁ ମଧ୍ୟ ଯାତ୍ରା ସମୟରେ ଠିକ ଭାବରେ ପାଳନ କରାଯିବା ଜରୁରୀ।

କୋଭିଡ଼ ମହାମାରୀ ସମ୍ପର୍କରେ ସଚେତନ କରାଇ ମୁଖ୍ୟମନ୍ତ୍ରୀ କହିଲେ ଯେ କୋଭିଡର ଦ୍ଵିତୀୟ ଲହର କମି ଆସୁଥିଲେ ମଧ୍ୟ ବିପଦ ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ। ଚଳିତ ବର୍ଷ ରଥଯାତ୍ରା ଯେପରି ସୁରୁଖୁରୁ ରେ ଶେଷ ହେବ ସେଥିପାଇଁ ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କ ଆଶୀର୍ବାଦ କାମନା କରିଥିଲେ।

ବୈଠକରେ ଯୋଗ ଦେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ଯାଣ ମନ୍ତ୍ରୀ ନବ ଦାସ ରଥଯାତ୍ରା ସମୟରେ ସ୍ୱାସ୍ଥ୍ୟ ସେବା ଉପରେ ଗୁରୁତ୍ଵ ଦିଆଯାଇ ସ୍ଵତନ୍ତ୍ର ବ୍ୟବସ୍ତା କରାଯାଇଛି ବୋଲି କହିଥିଲେ। ସେବାୟତ ଓ ସମସ୍ତ ସମ୍ପୃକ୍ତ ଅଧିକାରୀ ମାନଙ୍କ ପାଇଁ କୋଭିଡ଼ ଟେଷ୍ଟ, ଟୀକାକରଣ ବ୍ୟବସ୍ତା ସହିତ ଫାଷ୍ଟ ଏଡ କେନ୍ଦ୍ର, ଆମ୍ବୁଲାନ୍ସ , ମେଡ଼ିକାଲ ଏଡ ପୋଷ୍ଟ ଏବଂ ପୁରୀ ମୁଖ୍ୟ ଚିକିତ୍ସାଳୟରେ ସମସ୍ତ ଜରୁରୀକାଳୀନ ଆବଶ୍ୟକତା ପାଇଁ ବ୍ୟବସ୍ଥା କରାଯାଇଛି ବୋଲି ମନ୍ତ୍ରୀ ଶ୍ରୀ ଦାସ କହିଥିଲେ।

ଆଇନ ମନ୍ତ୍ରୀ ପ୍ରତାପ ଜେନା କହିଥିଲେ ଯେ ଗତବର୍ଷ ପରି ଏ ବର୍ଷ ମଧ୍ୟ ରଥଯାତ୍ରା ସୁରୁଖୁରୁ ରେ ଶେଷ ହେବ ବୋଲି ଆଶା ପ୍ରକାଶ କରିଥିଲେ। ଏ ବର୍ଷ ମଧ୍ୟ ସମସ୍ତଙ୍କ ସହଯୋଗରେ ରଥଯାତ୍ରା ସୁରୁଖୁରୁରେ ପାଳିତ ହେବ ବୋଲି ଆଶା ପ୍ରକାଶ କରିଥିଲେ।

ବୈଠକରେ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ସୁରକ୍ଷା ବନ୍ଦୋବସ୍ତ କରାଯାଇଛି ବୋଲି ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ ଜଣାଇ ଥିଲେ। କାର୍ଯ୍ୟକ୍ରମରେ ସ୍ଵାଗତ ଭାଷଣ ଦେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଥଯାତ୍ରା ପାଇଁ କରାଯାଇଥିବା ସମସ୍ତ ବ୍ୟବସ୍ଥା ସମ୍ପର୍କରେ ସୂଚନା ଦେଇଥିଲେ। ପୁରୀ ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ. ପାଣ୍ଡିଆନ ଆଲୋଚନା ପରିଚାଳନା କରିଥିଲେ।

କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପି କେ ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଚାନ୍ଦପୁରରେ ଦଣ୍ଡ ଯାତ୍ରା ପାଇଁ ଚାଲିଥିଲା ପ୍ରସ୍ତୁତି: ନିୟମ ଉଲ୍ଲଂଘନ ଅଭିଯୋଗରେ ଚିତ୍ରାଳୟ ଗାଡି ସହ ୨ ଅଟକ

ଚାନ୍ଦପୁର: କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର କୋଭିଡ଼ ନିୟମକୁ କଡାକଡି କରିଛନ୍ତି। ସେଥିପାଇଁ ଧର୍ମାନୁଷ୍ଠାନ ଉପରେ ରାଜ୍ୟସରକାର କଟକଣା ଲଗାଇଛନ୍ତି। ଚୈତ୍ର ମାସରେ ହେଉଥିବା ଦଣ୍ଡ ଯାତ୍ରାରେ ମଧ୍ୟ ସରକାର କଟକଣା ଲଗାଇଛନ୍ତି। କେବଳ ସୀମିତ ଲୋକଙ୍କୁ ନେଇ ଦଣ୍ଡ ପୂଜା କରିବାକୁ ଅନୁମତି ରହିଥିବା ବେଳେ ଯାତ୍ରା ଉପରେ କଟକଣା ଲାଗିଛି।

ହେଲେ ଚାନ୍ଦପୁର ଥାନା ଅନ୍ତର୍ଗତ କନ୍ଧ ନୟାଗଡ ଗ୍ରାମରେ ଯାତ୍ରା କରିବା ପାଇଁ ପ୍ରସ୍ତୁତି ଚାଲିଥିଲା। ଖବର ପାଇ ଚାନ୍ଦପୁର ପୋଲିସ୍ ଘଟଣା ସ୍ଥଳରେ ପହଂଚିଥିଲା। ଏବଂ ଗାଡି ସହ ଚିତ୍ରାଳୟ ସାମଗ୍ରୀ ପୋଲିସ ଜବତ କରିଛି। ଏହି ଘଟଣାରେ ଗାଡି ଚାଳକ ସହ ୨ ଜଣଙ୍କୁ ପୋଲିସ ଅଟକ ରଖି ତଦନ୍ତ ଚଳାଇଛି। ତେବେ ଏହି ଘଟଣାରେ ସମ୍ପୃକ୍ତ ଆୟୋଜକଙ୍କ ଠାରୁ ୨୫ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି ବୋଲି ସୂଚନା ରହିଛି।

ସୂଚନା ଥାଉ କି, ଗତ କିଛି ଦିନ ହେଲା ଚାନ୍ଦପୁରରେ ଆଇଆଇସି ରଶ୍ମି ରଞ୍ଜନ ଦାଶ କୋଭିଡ଼ ନିୟମକୁ କଡାକଡି ଭାବେ ତଦାରଖ କରୁଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଏପ୍ରିଲ ୧ ରେ ଉତ୍କଳ ଦିବସ: କଟକଣା ଭିତରେ ପାଳନ ଲାଗି ଏସଆରସିଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ରାଜ୍ୟର କରୋନା ଗ୍ରାଫ ଉପର ମୁହାଁ ହେବାରେ ଲାଗିଛି। ଦୁଇ ଦିନରେ ୪୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଧାର୍ମିକ କାର୍ଯ୍ୟକ୍ରମ ଉପରେ ରାଜ୍ୟ ସରକାର କଟକଣା ଲଗାଇଥିବା ବେଳେ ଏପ୍ରିଲ୧ ତାରିଖରେ ଉତ୍କଳ ଦିବସ ପାଇଁ କଟକଣା ଲାଗିଛି। ଏନେଇ ସ୍ଵତନ୍ତ୍ର ରିଲିଫ କମିଶନର ଚିଠି ମାଧ୍ୟମରେ ସୂଚନା ଦେଇଛନ୍ତି।

୧- ଉତ୍କଳ ଦିବସ ପାଇଁ ଜନସମାବେଶ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମକୁ ବାରଣ କରାଯାଇଛି।

୨- ଉତ୍କଳ ଦିବସ ଉପଲକ୍ଷେ ସରକାରୀ କାର୍ଯ୍ୟକ୍ରମରେ ସର୍ବାଧିକ ୨୦୦ ଲୋକଙ୍କୁ ଅନୁମତି। କୋଭିଡ଼ ନିୟମ ଅନୁଯାୟୀ ସାମାଜିକ ଦୁରତ୍ଵ, ମାସ୍କ ପରିଧାନ, ସାନିଟାଇଜର ବ୍ୟବାହାର କରିବା ନିତ୍ୟାନ୍ତ ଜରୁରୀ। ଏହାସହିତ ଅନ୍ୟ କୌଣସି କାର୍ଯ୍ୟକ୍ରମ ଉପରେ ପ୍ରତିବନ୍ଧକ ଲାଗିଛି।

୩- ଉତ୍କଳ ଦିବସ ପାଳନ ଲାଗି ଯଦି କୌଣସି ସଂଗଠନ କିମ୍ବା ଘରୋଇ ସଂସ୍ଥା ଇଚ୍ଛା ପ୍ରକାଶ କରନ୍ତି, ତେବେ ସ୍ଥାନୀୟ ପ୍ରଶାସନ, ଜିଲ୍ଲାପାଳ ଏବଂ କମିଶନରଙ୍କ ଠାରୁ ଅନୁମତି ଆଣିବା ଆବଶ୍ୟକ।

Categories
ଆଜିର ଖବର ରାଜ୍ୟ ଖବର

କଟକରେ କୋଭିଡ଼ ନିୟମକୁ କଡାକଡି: କୋଚିଂ ସେଣ୍ଟରକୁ ସିଲ୍ କଲା ସିଏମସି

କଟକ: କଟକର ଚଣ୍ଡୀ ଛକ ନିକଟରେ ଥିବା ଏକ କୋଚିଂ ସେଣ୍ଟରକୁ ସିଲ୍ କରାଯାଇଛି। କୋଭିଡ଼ କଟକଣା ନିୟମକୁ ପାଳନ କରିନଥିବାରୁ ଉକ୍ତ କୋଚିଂ ସେଣ୍ଟରକୁ ସିଲ୍ କରାଯାଇଛି। କୋଭିଡ଼ ନିୟମ ଉଲ୍ଲଂଘନ ଅଭିଯୋଗ ହୋଇଥିବାରୁ କଟକ ମ୍ୟୁନିସିପାଲ କର୍ପୋରେସନ ସିଲ୍ କରିଛି।

ଏହା ପୂର୍ବରୁ ସକାଳେ ରଣିହାଟରେ ଏକ ସପିଙ୍ଗ୍ କମ୍ପ୍ଲେକ୍ସକୁ ମଧ୍ୟ ସିଏମସି ସିଲ୍ କରିଥିଲା।

Categories
ଆଜିର ଖବର ବିଶେଷ ଖବର ରାଜ୍ୟ ଖବର

ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ: କୋଭିଡ ନିୟମ ମାନିବାକୁ ଦେଲେ ପରାମର୍ଶ

ଭୁବନେଶ୍ବର: ଆଜି ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବୋଧନ ଦେଇଛନ୍ତି। ବର୍ତ୍ତମାନ ଦେଶରେ କରୋନା ସଂକ୍ରମଣ ପୁଣି ଥରେ ଉପର ମୁହାଁ ହେଉଥିବାରୁ ଏନେଇ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି।

କରୋନା ସଂପର୍କରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ‘ଜିରୋ ସଂକ୍ରମଣ ଆମର ଲକ୍ଷ୍ୟ। ଆପଣମାନଙ୍କ ତ୍ୟାଗ ଓ ସହଯୋଗରେ କରୋନା ରାଜ୍ୟରେ ନିୟନ୍ତ୍ରଣରେ ରହିଛି। ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ଏନେଇ ଆମ ରାଜ୍ୟକୁ ପ୍ରଶଂସା କରିଛି। କିନ୍ତୁ ଏଥିପାଇଁ ଆମେ ବେଶୀ ଖୁସି ହେବା ଆବଶ୍ୟକ ନୁହେଁ। ଆମର ଦୈନିକ ସଂକ୍ରମଣ ୧୦୦ ତଳେ ରହିଛି, କିନ୍ତୁ ଆତ୍ମସନ୍ତୋଷ ଠିକ୍ ନୁହେଁ, ବିପଦ ସମ୍ପୂର୍ଣ୍ଣ ଟଳି ନାହିଁ; ମହାରାଷ୍ଟ୍ର, ପଞ୍ଜାବ, ଛତିଶଗଡ଼, ମଧ୍ୟପ୍ରଦେଶରେ ସ୍ଥିତି ବିଗିଡ଼ିଛି। ‘

ଏହା ସହିତ ମହାରାଷ୍ଟ୍ରରେ ସଂକ୍ରମଣ ପାଇଁ ପୁଣି ଥରେ ଲକଡାଉନ ଫେରିଛି। ଆମେ ସତର୍କ ରହିଲେ, ଓଡ଼ିଶାକୁ ଲକଡାଉନ୍ ଆଉ ଫେରିବନି। ବାହାରକୁ ଗଲେ ସଠିକ ବାହାବେ ମାସ୍କ ପିନ୍ଧିବା, ବେକରେ ଝୁଲାଇ ରଖିବା ନାହିଁ। ମୋର ଅନୁରୋଧ, ସମସ୍ତେ କୋଭିଡ ନିୟମ ମାନନ୍ତୁ। ‘

ତେବେ ମୁଖ୍ୟମନ୍ତ୍ରୀ ତାଙ୍କ ଉଦବୋଧନରେ ଯାହା କହିଲେ ତାହା ହେଲା

ପ୍ରିୟ ଭାଇ ଓ ଭଉଣୀମାନେ, ଆପଣମାନଙ୍କ ସହଯୋଗରେ ଓଡ଼ିଶା କରୋନା ନିୟନ୍ତ୍ରଣରେ ଆଜି ଭଲ ସ୍ଥିତିରେ ରହିଛି । ଏ ଦିଗରେ ଆମ ପଦକ୍ଷେପକୁ ‘ହୁ’ ମଧ୍ୟ ପ୍ରଶଂସା କରିଛି । ଏବେ ଆମର ଦୈନିକ ସଂକ୍ରମଣ ୧୦୦ ତଳେ ରହୁଛି । ଶୂନ୍ୟ ସଂକ୍ରମଣ ଆମର ଲଖ୍ୟ । ମୁଁ ଆଗରୁ କହିଛି, ଏବେ ମଧ୍ୟ ପୁଣି ଥରେ କହୁଛି ରୋଗ କ୍ଷେତ୍ରରେ ଆତ୍ମ ସନ୍ତୋଷ ଠିକ୍‍ ନୂହେଁ କାରଣ ବିପଦ ଏବେ ବି ଟଳି ନାହିଁ ।

ମହାରାଷ୍ଟ୍ର, ପଞ୍ଜାବ, ଛତିଶଗଡ଼, ମଧ୍ୟପ୍ରଦେଶ ଆଦି କେତେକ ରାଜ୍ୟରେ ସ୍ଥିତି ଏବେ ବିଗିଡ଼ିବାରେ ଲାଗିଛି । ମହାରାଷ୍ଟ୍ରର କେତେକ ଅଞ୍ଚଳରେ ଲକ୍‍ଡାଉନ୍‍ ପୁଣି ଫେରିଛି । ଲକ୍‍ଡାଉନ୍‍ ସମୟର କଷ୍ଟ ଆମ ସ୍ମୃତିରେ ଏବେ ବି ତାଜା ଅଛି । ଆମର ଅର୍ଥନୀତି, ଆମର ସାମାଜିକ ଜୀବନ, ପିଲାମାନଙ୍କ ପାଠ ପଢ଼ା ସବୁ କ୍ଷେତ୍ରକୁ ଏହା ଗଭୀର ଭାବରେ ପ୍ରଭାବିତ କରିଛି ।

ଆପଣମାନଙ୍କ ତ୍ୟାଗ ଓ ସହଯୋଗ ଯୋଗୁଁ ବର୍ତ୍ତମାନ ସ୍ୱଭାବିକ ଅବସ୍ଥା ଫେରିଛି । ଆମେ କେହି ଲକ୍‍ଡାଉନ୍‍କୁ ଫେରିବାକୁ ଚାହୁଁ ନାହୁଁ । ଆଉ ଲକ୍‍ଡାଉନ୍‍କୁ ନ ଫେରିବାର ଗୋଟିଏମାତ୍ର ଉପାୟ ହେଉଛି ସତର୍କତା । ଆମେ ସତର୍କ ରହିଲେ ଲକ୍‍ଡାଉନ୍‍ ଭଳି ସ୍ଥିତି ଉପୁଜିବ ନାହିଁ । ତେଣୁ ମୋର ଅନୁରୋଧ ଆମେ ସମସ୍ତେ ପୂର୍ବଭଳି କୋଭିଡ଼୍‍ ଗାଇଡ୍‍ଲାଇନ୍‍କୁ କଡ଼ା କଡ଼ି ଭାବରେ ପାଳନ କରିଚାଲିବା ।

ବାହାରକୁ ଗଲେ ମାସ୍କ୍‍ ନିଶ୍ଚୟ ପିନ୍ଧିବା । ବେକରେ ଝୁଲାଇକରି ନୁହେଁ, ଠିକ୍‍ ଭାବରେ ପାଟି ଓ ନାକକୁ ଘୋଡାଇ ରଖି ପିନ୍ଧିବା । ଘରକୁ ଫେରିଲେ ସାବୁନ୍‍ରେ ଭଲକରି ହାତ ଧୋଇବା । ମୁଁହ, ନାକ ଓ ଆଖିରେ ବାରମ୍ବାର ହାତ ମାରିବା ନାହିଁ । ସମାଜିକ ଦୂରତ୍ୱ ରକ୍ଷାକରି ହାଟ ବଜାର ଆଦି ସ୍ଥାନକୁ ଯିବା ଏବଂ ଅନାବଶ୍ୟକ ଭାବରେ ବାହାରେ ବୁଲାବୁଲି କରିବା ନାହିଁ ।
ବର୍ତ୍ତମାନ କରୋନା ପାଇଁ ଟୀକା କରଣ ଆମ ରାଜ୍ୟରେ ସଫଳ ଭାବରେ ଚାଲିଛି । ଏ ଦିଗରେ ମୁଁ ଆପଣମାନଙ୍କର ସହଯୋଗ କାମନା କରୁଛି ।

କରୋନା ବିରୁଦ୍ଧରେ ଆମର ଲଢ଼େଇରେ ଆମେ ଆମର ବହୁ ଯୋଦ୍ଧାଙ୍କୁ ହରାଇଛୁ । ସେମାନଙ୍କର ପରିବାର ଆଖିରୁ ଆଜି ମଧ୍ୟ ଲୁହ ଶୁଖି ନାହିଁ । ସେହି ଯୋଦ୍ଧାମାନଙ୍କର ବଳିଦାନକୁ ଆମେ କେବେ ବି ବ୍ୟର୍ଥ ଯିବାକୁ ଦେବା ନାହିଁ । ସତର୍କ ରହିବା ହିଁ ସହିଦ୍‍ କରୋନା ଯୋଦ୍ଧାଙ୍କ ପାଇଁ ଶ୍ରେଷ୍ଠ ଶ୍ରଦ୍ଧାଞ୍ଚଳି । କରୋନା ନିୟମାବଳୀର ଅନୁପାଳନକୁ କଡ଼ାକଡ଼ିଭାବରେ ତଦାରଖ କରିବା ପାଇଁ ମୁଁ ପ୍ରଶାସନ ଓ ପୋଲିସ୍‍ କୁ ନିର୍ଦ୍ଦେଶ ଦେଇଛି । ଆମେ ନିଜେ ସତର୍କ ରହିବା ହିଁ ସବୁଠାରୁ ଭଲ । ଆପଣମାନଙ୍କ ଉପରେ ମୋର ପୂର୍ଣ୍ଣ ଭରସା ରହିଛି । ଆପଣମାନେ ମୋର ଅନୂରୋଧ ରକ୍ଷା କରିବେ ଏବଂ ସତର୍କ ରହିବେ । ଆମେ ସମସ୍ତେ ମିଶି ଶୂନ୍ୟ ସଂକ୍ରମଣ ଲଖ୍ୟ ହାସଲ କରିପାରିବା ।

Categories
ଆଜିର ଖବର ରାଜ୍ୟ ଖବର

ମୂଖ୍ୟମନ୍ତ୍ରୀଙ୍କ ଲୋକାର୍ପଣ ଉତ୍ସବରେ କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗ: କଂଗ୍ରେସ ପକ୍ଷରୁ ଥାନାରେ ମାମଲା

ଦୁଷ୍ମନ୍ତ କୁମାର ପଣ୍ଡା

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାରେ ଗତ ୧୪ ତାରିଖ ଦିନ ଓଡିଶାର ମୂଖ୍ୟମନ୍ତ୍ରୀଙ୍କ ଗସ୍ତ ଓ ଉଠାଜଳସେଚନ ପ୍ରକଳ୍ପର ଲୋକାର୍ପଣ ଉତ୍ସବରେ କୋଭିଡ ନିୟମକୁ ଖୋଲାଖୋଲି ଉଲ୍ଲଂଘନ ଅଭିଯୋଗ ହୋଇଛି। ଏନେଇ କଂଗ୍ରେସ ଦଳ ପକ୍ଷରୁ ବିଭିନ୍ନ ଥାନାରେ ମାମଲା ଦାଏର କରାଯାଇଥିବା ଜଣାପଡିଛି।

ଅଭିଯୋଗ ଅନୁସାରେ ଜୟପାଟଣା ବ୍ଲକ ମଙ୍ଗଳପୁର ଠାରେ ମୂଖ୍ୟମନ୍ତ୍ରୀଙ୍କ ସମେତ ଗୃହ ରାଷ୍ଟ୍ର ମନ୍ତ୍ରୀ ଓ ବହୁ ମନ୍ତ୍ରୀ, ବିଧାୟକ, ୫ଟି ସଚିବ ଓ ଅନ୍ୟାନ୍ୟ ପ୍ରଶାସନିକ ଅଧିକାରୀ ସଭା ମଂଚରେ ଉପସ୍ଥିତ ଥିବା ବେଳେ କୋଭିଡ ନିୟମ ଉଲ୍ଲଂଘନ କରାଯାଇ ୩ ହଜାରରୁ ଅଧିକ ଜନସମାଗମ କରାଯାଇଥିଲା।

ସରକାରୀ କାର୍ଯ୍ୟକ୍ରମରେ ବହୁମାତ୍ରାରେ ଦଳୀୟ ପତାକା ବ୍ୟବହାର କରାଯାଇ ରାଜକୋଷରୁ ପ୍ରଚୁର ଅର୍ଥ ଖର୍ଚ୍ଚ କରାଯାଇଥିବା ଅଭିଯୋଗ ହୋଇଛି। ସେହିପରି ୧୩ ତାରିଖ ଦିନ ମନ୍ତ୍ରୀ, ଏମଏଲଏ ମାନେ ବିଭିନ୍ନ ଗ୍ରାମକୁ ଯାଇ କୋଭିଡ ନିୟମ ଉଲ୍ଲଂଘନ କରି ଲୋକଙ୍କୁ ଠୁଳ କରିଥିବା ବେଳେ ସେମାନଙ୍କ ଉପରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ ବୋଲି କଂଗ୍ରେସ ପକ୍ଷରୁ କୁହାଯାଇଛି। ଏନେଇ କଂଗ୍ରେସ ଦଳ ପକ୍ଷରୁ ଧର୍ମଗଡ, କୋକସରା ଏବଂ ଜୟପାଟଣା ଥାନାରେ ପୃଥକ ଅଭିଯୋଗ ପତ୍ର ଦାଖଲ କରାଯାଇଥିବା ଜଣାପଡିଛି।