Categories
ଆଜିର ଖବର ଜାତୀୟ ଖବର ମନୋରଂଜନ ସିନେମା

ପ୍ରଖ୍ୟାତ କଣ୍ଠଶିଳ୍ପୀ କେକେଙ୍କ ବିୟୋଗରେ ସ୍ତବ୍ଧ ହେଲା ସଂଗୀତ ଜଗତ

କୋଲକାତା: ପ୍ରଖ୍ୟାତ କଣ୍ଠଶିଳ୍ପୀ କେକେ ବା କ୍ରିଷ୍ଣକୁମାର କୁନ୍ନାଥଙ୍କ ଅକାଳରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୫୩ ବର୍ଷ ହୋଇଥିଲା।  କୋଲକାତାର ନଜୁରଲ ମଞ୍ଚରେ ଗାଇବା ପରେ ହଠାତ୍‌ ଅସୁସ୍ଥ ହୋଇ ତଳେ ପଡିଗଲେ। ତାଙ୍କୁ ତୁରନ୍ତ ସ୍ଥାନୀୟ ସିଏମଆରଆଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ହୃଦଘାତରେ କେକେଙ୍କର ମୃତ୍ୟୁ ହୋଇଛି ବୋଲି କୁହାଯାଉଛି।

କେକେ ସାରା ଭାରତରେ ଜଣେ ଲୋକପ୍ରିୟ ଗାୟକ ଭାବେ ପରିଚିତ ଥିଲେ। ତାଙ୍କ ମୃତ୍ୟୁରେ ବଲିଉଡରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ସିନେ କଳାକାର ମୃତ୍ୟୁରେ ଗଭୀର ଶୋକ ପ୍ରକାଶ କରିଛନ୍ତି।