Categories
ଆଞ୍ଚଳିକ

ଖୋର୍ଦ୍ଧାକୁ ଓଡ଼ିଶାର ପ୍ରଥମ ସବୁଜ ଶିଳ୍ପାଞ୍ଚଳ କରିବା ପ୍ରୟାସ: ଗଛ ଲଗାଇ ଶୁଭାରମ୍ଭ କଲେ ବିଧାୟକ ଜ୍ୟୋତିରେନ୍ଦ୍ର

ଭୁବନେଶ୍ୱର: ଖୋର୍ଦ୍ଧା ବରୁଣେଇ ଇଣ୍ଡଷ୍ଟ୍ରିଆଲ ଆସୋସିଏସନ ତରଫରୁ କରାଯାଇଥିବା କାଳୀପୂଜାର ଅନ୍ତିମ ଦିବସରେ ଖୋର୍ଦ୍ଧା ବିଧାୟକ ଜ୍ୟୋତିରେନ୍ଦ୍ର ନାଥ ମିତ୍ରଙ୍କ ଦ୍ୱାରା ବରୁଣେଇ ଶିଳ୍ପାଞ୍ଚଳ ସଂଘର ଗୃହ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଅଛି। ଖୋର୍ଦ୍ଧା ଶିଳ୍ପାଞ୍ଚଳକୁ ଓଡ଼ିଶାର ପ୍ରଥମ ସବୁଜ ଶିଳ୍ପାଞ୍ଚଳ କରିବା ପାଇଁ ଶିଳ୍ପସଂଘ ତରଫରୁ କରାଯାଇଥିବା ପ୍ରୟାସକୁ ବିଧାୟକ ଶ୍ରୀଯୁକ୍ତ ମିତ୍ର ଫଳଗଛ ଲଗାଇ ଶୁଭାରମ୍ଭ କରିଥିଲେ।

ଓଡ଼ିଶାର ଅଗ୍ରଗଣ୍ୟ ଶିଳ୍ପସଂଘ ମାନଙ୍କର ମୁଖ୍ୟମାନେ ଏହି ଅଭିଯାନରେ ଯୋଗଦେଇ ଗୋଟିଏ ଗୋଟିଏ ବୃକ୍ଷରୋପଣ କରିଥିଲେ। ଜିଲ୍ଲା ଶିଳ୍ପସଂଘର ସଭାପତି ବଟକୃଷ୍ଣ ଓଝା, ସମ୍ପାଦକ ଅମୀୟ କୁମାର ମହାଲିକ, ଆଇୱାର ପୂର୍ବତନ ସମ୍ପାଦକ ମହେନ୍ଦ୍ର କୁମାର ପାତ୍ର, ଓସେମ ତରଫରୁ ପ୍ରଦୀପ୍ତ କୁମାର ମହାରଣା ପ୍ରମୁଖ ଯୋଗ ଦେଇଥିଲେ।

ଏହି କାର୍ଯ୍ୟକ୍ରମକୁ ବରୁଣେଇ ଶିଳ୍ପ ସଂଘର ସଭାପତି ଶିବନାରାୟଣ ମିଶ୍ର ପରିଚାଳନା କରିଥିଲେ। ସଂଘର ଉପଦେଷ୍ଟା ଅଶୋକ କୁମାର ଶର୍ମା, ଉପସଭାପତି ସୀତାକାନ୍ତ ସାହୁ, ସମ୍ପାଦିକା ସବିତା ଶତପଥୀ, ବରିଷ୍ଠ କର୍ମକର୍ତ୍ତା ଦିଲ୍ଲୀପ କୁମାର ମିଶ୍ର, ପ୍ରଦୋଶ କୁମାର ମହାପାତ୍ର, ଶ୍ୟାମସୁନ୍ଦର ମହାରଣା, ସନ୍ତୋଷ କୁମାର ନାୟକ, ଅଞ୍ଜନ କୁମାର ମୁୁଦୁଲି ସକ୍ରିୟ ସହଯୋଗ କରିଥିଲେ। ସଂଘର ସମସ୍ତ ସଦସ୍ୟ ଏଥିରେ ଯୋଗ ଦେଇଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ବାଣପୁର-ବାଲୁଗାଁର କେତେକ ପେଟ୍ରୋଲ ପମ୍ପରେ ବିଭିନ୍ନ ବିଭାଗର ମିଳିତ ଚଢ଼ାଉ

ରିପୋର୍ଟ- ସୀତାରାମ ଅଗ୍ରୱାଲା

ବାଣପୁର: କିଛିଦିନ ହେବ ଖୋର୍ଦ୍ଧା ଜିଲ୍ଲା ବାଣପୁର ବାଲୁଗାଁ ଅଞ୍ଚଳରେ ବିଭିନ୍ନ ପେଟ୍ରୋଲ ପମ୍ପ ଗୁଡିକରେ ଅପମିଶ୍ରଣ ଏବଂ ପେଟ୍ରୋଲ, ଡ଼ିଜେଲ ମାପରେ ଅନିୟମିତତା ହେଉଥିବାର ବାରମ୍ବାର ଅଭିଯୋଗ ହୋଇଆସୁଅଛି। ତେବେ ଏହାକୁ ଗୁରୁତର ସହ ନେଇ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ନିର୍ଦେଶ କ୍ରମେ ଗତକାଲି ଯୋଗାଣ ଓ ମାପ ଓଜନ ବିଭାଗ ପକ୍ଷରୁ ବାଣପୁର ଏବଂ ବାଲୁଗାଁର ବିଭିନ୍ନ ପେଟ୍ରୋଲ ପମ୍ପ ଗୁଡିକରେ ମିଳିତ ଚଢ଼ାଉ କରାଯାଇଥିଲା।

ଉକ୍ତ ଚଢ଼ାଓ ର ନେତୃତ୍ୱ ନେଇଥିଲେ ଖୋର୍ଦ୍ଧା ଜିଲ୍ଲା ସହକାରୀ ଯୋଗାଣ ଅଧିକାରୀ ବିଷ୍ଣୁ ଚରଣ ପରିଡା ଏବଂ ତ୍ରିଲୋଚନ ସାହୁ। ଉଭୟ ଅଧିକାରୀ କାଲି ବିଳମ୍ବିତ ସନ୍ଧ୍ୟା ପର୍ଯ୍ୟନ୍ତ ବାଣପୁର ଓ ବାଲୁଗାଁର ତିନି ଗୋଟି ପେଟ୍ରୋଲ ପମ୍ପ ଉପରେ ଚଢ଼ାଉ ଜାରି ରଖିଥିଲେ। ତେବେ ବାଣପୁର ସ୍ଥିତ ପେଟ୍ରୋଲ ପମ୍ପ ଠାରୁ କାଗଜପତ୍ର ବାବଦକୁ 5000 ଟଙ୍କା ଜରିମାନା ଆଦାୟ କରାଯାଇଥିବା ବେଳେ ବାଲୁଗାଁର ଦୁଇ ଗୋଟି ପେଟ୍ରୋଲ ପମ୍ପ ନିକଟରୁ କାଗଜପତ୍ର ଏବଂ ଜନସାଧାରଣଙ୍କ ମୌଳିକ ସୁବିଧା ନିମନ୍ତେ ଭିତ୍ତିଭୂମି ଅଭାବ ବାବଦକୁ 10 ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି ବୋଲି ସୂଚନା ଦେଇଛନ୍ତି ଶ୍ରୀ ପରିଡ଼ା।

ତେବେ ସମସ୍ତ ପେଟ୍ରୋଲ ପମ୍ପ ଗୁଡିକରେ ପେଟ୍ରୋଲ, ଡ଼ିଜେଲ ମାପରେ କୌଣସି ତ୍ରୁଟି ନଥିବା ଏବଂ ମିଟର ରିଡିଙ୍ଗ ଯନ୍ତ୍ର ସଠିକ ଥିବା ଜିଲ୍ଲା ସହକାରୀ ଅଧିକାରୀ ପ୍ରକାଶ କରିଛନ୍ତି। ତେବେ ଏହିପରି ଚଢ଼ାଉ ଆଗକୁ ମଧ୍ୟ ଜାରି ରହିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି। ଉକ୍ତ ଚଢ଼ାଉରେ ବାଲୁଗାଁ ଓଜନ ଏବଂ ମାପ ଅଧିକାରୀ ପ୍ରଦୋଷ ହରିଚନ୍ଦନ, ବାଣପୁର ବ୍ଲକ ଯୋଗାଣ ନିରୀକ୍ଷକ ଶିବରାମ ବିଶ୍ୱାଳ ଏବଂ ଚିଲିକା ବ୍ଲକ ଯୋଗାଣ ନିରୀକ୍ଷକ ଅରୁଣ ଲେଙ୍କା ଆଦି ସାମିଲ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

କାର୍ଯ୍ୟରେ ଯୋଗ ଦେଲେ ଖୋର୍ଦ୍ଧାର ନୂତନ ଜିଲ୍ଲାପାଳ: ଚିଲିକାର ସମସ୍ୟାକୁ ନେଇ ରଖିଲେ ପ୍ରତିକ୍ରିୟା

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧାର ନୂତନ ଜିଲ୍ଲାପାଳ ଭାବେ ବରିଷ୍ଠ ପ୍ରଶାସକ ସଂଗ୍ରାମ କେଶରୀ ମହାପାତ୍ର କାର୍ଯ୍ୟରେ ଯୋଗଦେଇଛନ୍ତି। ଗତକାଲି ନୂତନ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର କାର୍ଯ୍ୟରେ ଯୋଗଦେଇଛନ୍ତି। କାର୍ଯ୍ୟର ପ୍ରଥମ ଦିନରେ ଜିଲ୍ଲାର ବିଭିନ୍ନ ଅଧିକାରୀଙ୍କ ସହ ଏକାଧିକ ବୈଠକ କରି ଜିଲ୍ଲାର ଥିବା ବିଭିନ୍ନ ସମସ୍ୟାର ସମାଧାନ ଉପରେ ଗୁରୁତ୍ୱାରୋପ କରିଛନ୍ତି ଶ୍ରୀ ମହାପାତ୍ର।

ତେବେ ଚିଲିକା ନିର୍ବାଚନମଣ୍ଡଳି ପାଇଁ ପ୍ରାଥମିକତା କଣ ରହିବ ବୋଲି ଆମ ପ୍ରତିନିଧି ଜିଲ୍ଲାପାଳଙ୍କୁ ପଚାରିବାରୁ ସେ ଖୁବ ଶୀଘ୍ର ଚିଲିକା ଗସ୍ତରେ ଆସିବେ ଏବଂ ସମସ୍ତ ବିଭାଗୀୟ ଅଧିକାରୀଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକ କରି ସମସ୍ତ ସମସ୍ୟାଗୁଡିକର ପୁଙ୍ଖାନୁପୁଙ୍ଖ ଆଲୋଚନା କରିବେ ବୋଲି କହିଥିଲେ। ବାଣପୁର ଓ ବାଲୁଗାଁ ଏନଏସି ରେ ଡ୍ରେନେଜ ସମସ୍ୟା, ଷ୍ଟ୍ରିଟ ଲାଇଟ ସମସ୍ୟା, ବାଣପୁର ସବ ରେଜିଷ୍ଟ୍ରର ପଦବୀ ପୂରଣ, ବିଭିନ୍ନ ସରକାରୀ କାର୍ଯ୍ୟାଳୟ ଓ ପୋଲିସ ଥାନାରେ ସାଧାରଣ ଜନତା ସାମ୍ନା କରୁଥିବା ବିଭିନ୍ନ ସମସ୍ୟାଗୁଡିକ ବିଷୟରେ ଆମ ପ୍ରତିନିଧିଙ୍କ ଦ୍ୱାରା ଦୃଷ୍ଟି ଆକର୍ଷଣ କରାଯିବାରୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ ପୋଲିସ ଥାନାରେ ଟ୍ୱିଟର ହ୍ୟାଣ୍ଡଲ ଖୋଲିବା ପାଇଁ ଜିଲ୍ଲପାଳ ନିର୍ଦ୍ଦେଶ ଦେଇଥିବାର କହିଛନ୍ତି। ଏବଂ ଖୋର୍ଦ୍ଧା ଏସପିଙ୍କ ସହ ମଧ୍ୟ ଏ ବିଷୟରେ ଆଲୋଚନା କରିଥିବାର ସୂଚନା ଦେଇଛନ୍ତି।

ଆଜିକାଲି ସାମାଜିକ ଗଣମାଧ୍ୟମର ଗୁରୁତ୍ୱ ବଢ଼ିବାରେ ଲାଗିଛି ଏବଂ ଗଣମାଧ୍ୟମ ଏହାର ଏକ ପ୍ରମୁଖ ଅଂଶ ବୋଲି ଜିଲ୍ଲାପାଳ କହିଛନ୍ତି। ଜିଲ୍ଲାପାଳ କହିଛନ୍ତି ଯେ, ସମଗ୍ର ଜିଲ୍ଲାରେ ଇ-ୱାର୍କ କୁ ଗୁରୁତ୍ୱ ଦିଆଯିବ। ସମସ୍ତ ଜନସାଧାରଣ ଘରେ ବସି ସେମାନଙ୍କ ଅଭିଯୋଗ ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ ଦାଖଲ କରିବା ସହ ଫାଇଭ-ଟି ଅନ୍ତର୍ଗତ ସରକାରଙ୍କ ବିଭିନ୍ନ ଯୋଜନାର କିପରି ସିଧାସଳଖ ସେମାନେ ସୁଫଳ ପାଇପାରିବେ ତାହା ଉପରେ ଧ୍ୟାନ ଦିଆଯିବ।

ସେହିପରି ଭାବେ ଜିଲ୍ଲାପାଳ ସ୍ଵତଃପ୍ରବୃତ୍ତ ଭାବେ ନିଜ ସମ୍ପତ୍ତି ତାଲିକା ଏନଆଇସି ୱେବସାଇଟରେ ପ୍ରକାଶ କରିସାରିଛନ୍ତି ଏବଂ ଜିଲ୍ଲାର ଅନ୍ୟ ସରକାରୀ ଅଧିକାରୀମାନେ ମଧ୍ୟ ନିଜ ସମ୍ପତ୍ତି ତାଲିକା ଖୁବଶୀଘ୍ର ସାର୍ବଜନୀନ କରନ୍ତୁ ବୋଲି ଜିଲ୍ଲାପାଳ ଆହ୍ଵାନ ଦେଇଛନ୍ତି।  ଏହାଦ୍ୱାରା ସମସ୍ତ ଅଧିକାରୀ ମାନେ ଜନସାଧାରଣଙ୍କ ବିଶ୍ୱାସଭାଜନ ହୋଇପାରିବେ।

ସେହିପରି ଭାବେ ଜିଲ୍ଲାର ଯେକୌଣସି ନାଗରିକ ସିଧାସଳଖ ଜିଲ୍ଲାପାଳଙ୍କୁ ତାଙ୍କ କାର୍ଯ୍ୟାଳୟରେ ସାକ୍ଷାତ କରି ନିଜ ସମସ୍ୟା ଉପସ୍ଥାପନ କରିପାରିବେ ବୋଲି ଜିଲ୍ଲାପାଳ ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି। ତେବେ ପ୍ରଥମ ଦିନରୁ ଜିଲ୍ଲାପାଳଙ୍କ ଏପରି କାର୍ଯ୍ୟପନ୍ଥା ଦେଖି ଆଗାମୀ ଦିନରେ ଖୋର୍ଦ୍ଧା ଜିଲ୍ଲାର ଉନ୍ନତି ହେବାସହ ଦୀର୍ଘଦିନ ଧରି ଜିଲ୍ଲାରେ ଲାଗିରହିଥିବା ଏକାଧିକ ସମସ୍ୟାଗୁଡିକର ସମାଧାନ ହୋଇପାରିବ ବୋଲି ଜିଲ୍ଲାବାସି ଆଶା କରିଛନ୍ତି।

ସୂଚନା ଥାଉକି ନିକଟରେ ଖୋର୍ଦ୍ଧାର ବିଦାୟୀ ଜିଲ୍ଲାପାଳ ସନତ କୁମାର ମହାନ୍ତିଙ୍କୁ ଟିଇ ଏବଂ ଏସସିଇଆରଟିର ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି।

Categories
ଅପରାଧ ଆଜିର ଖବର ସିନେମା

ବ୍ରାଉନସୁଗାର ଜବତ କଲା ଟାଙ୍ଗୀ ଅବକାରୀ ବିଭାଗ: ଅଭିଯୁକ୍ତ ଗିରଫ

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଟାଙ୍ଗୀ ଅବକାରୀ ବିଭାଗକୁ ଆଜି ସକାଳେ ଏକ ବଡ଼ ସଫଳତା ମିଳିଛି। ବ୍ରାଉନସୁଗାର ସହ ଜଣେ ବ୍ୟକ୍ତିଙ୍କୁ ଅବକାରୀ ବିଭାଗ ଗିରଫ କରିଛି।

ସୂଚନା ମୁତାବକ ଜଙ୍କିଆ ଥାନା ଛଣଗିରି ଅଞ୍ଚଳରେ ବ୍ରାଉନ ସୁଗାର କାରବାର ଚାଲିଥିବାର ଅବକାରୀ ବିଭାଗ ପୂର୍ବରୁ ଖବର ପାଇଥିଲା। ଏହି ପରିପ୍ରେକ୍ଷୀରେ ଆଜି ସକାଳେ ଏକ ସୁପରିକଳ୍ପିତ ଯୋଜନା କରି ଟାଙ୍ଗୀ ଅବକାରୀ ଇନ୍ସପେକ୍ଟର ଆଲୋକ ପ୍ରଧାନଙ୍କ ନେତୃତ୍ୱରେ ଏକ ଟିମ ଗଠନ କରାଯାଇ ଛଣଗିରି ଗ୍ରାମ ତାରିଣୀ ମନ୍ଦିରରେ ଚଢ଼ାଉ କରାଯାଇଥିଲା।  ମନ୍ଦିରରୁ ଅରୁଣ ବେହେରା (୪୬) ଙ୍କୁ ଅବକାରୀ ବିଭାଗ ଗିରଫ କରିବା ସହ ତାଙ୍କ ନିକଟରୁ ୮ ଗ୍ରାମ ବ୍ରାଉନ ସୁଗାର ଜବତ କରାଯାଇଥିଲା।

ଉକ୍ତ ଚଢ଼ାଉରେ  ଅବକାରୀ ଇନ୍ସପେକ୍ଟର ଭୈରବ ସାହୁ ଏବଂ ବାଲୁଗାଁ ଅବକାରୀ ସବ ଇନ୍ସପେକ୍ଟର ମନୋଜ ବାରିକ ସାମିଲ ଥିଲେ। ଏ ସଂକ୍ରାନ୍ତରେ ଟାଙ୍ଗୀ ଅବକାରୀ ପକ୍ଷରୁ ପିଆର ନମ୍ବର ୪୦/୨୧-୨୨ ରେ ମାମଲା ରୁଜୁ କରାଯାଇଛି। ଜବତ ବ୍ରାଉନସୁଗାରର ମୂଲ୍ୟ ୮୦ ହଜାର ଟଙ୍କା ହେବ ବୋଲି ଜଣାପଡିଛି।

Categories
ଆଜିର ଖବର ରାଜ୍ୟ ଖବର

ବଙ୍ଗୋବ ସାଗରରେ ଘୂର୍ଣ୍ଣିବଳୟ ହେଲା ସକ୍ରିୟ, ଆଜି ରାଜ୍ୟର ୧୫ ଜିଲ୍ଲାକୁ ଜାରି ହେଲା ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ବଙ୍ଗୋବ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣ ବଳୟ ସକ୍ରିୟ ହେବାରେ ଲାଗିଛି। ଫଳରେ ଏହାର ପ୍ରଭାବରେ ରାଜ୍ୟର ୧୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି। ସେହି ଜିଲ୍ଲାଗୁଡିକ ହେଲା ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ସମ୍ବଲପୁର, ମୟୂରଭଞ୍ଜ, ଦେବଗଡ଼ ଓ କେନ୍ଦୁଝର।

ଫଟୋ- ଆଜି ସକାଳେ ଉପଗ୍ରହରୁ ମିଳିଥିବା ଚିତ୍ର

Categories
ଆଜିର ଖବର ରାଜ୍ୟ ଖବର

ଖୋର୍ଦ୍ଧା ବାଣପୁରରେ ଅଗ୍ନିକାଣ୍ଡ: ୬ ଗୁରୁତରଙ୍କୁ ଏମ୍ସ ଆଉ କଟକ ବଡ ମେଡିକାଲକୁ କରାଗଲା ସ୍ଥାନାନ୍ତରିତ

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଗମ୍ଭାରୀମୁଣ୍ଡା ଗ୍ରାମରେ ଅଗ୍ନିକାଣ୍ଡ ଘଟିଛି। ଯେଉଁଥିରେ ୬ ଜଣ ଗୁରୁତର ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି।

ସୂଚନା ମୁତାବକ ଆଜି ସକାଳ ୮.୩୦ ଘଟିକା ସମୟରେ ଗମ୍ଭାରୀମୁଣ୍ଡା ଗ୍ରାମର ରବୀନ୍ଦ୍ର ପ୍ରଧାନଙ୍କ ଘରେ କୌଣସି କାରଣବଶତଃ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ ନିଆଁ ସମଗ୍ର ଘରକୁ କବଳିତ କରିଦେଇଥିଲା। ଏହା ଦେଖି ସାହି ପଡିଶା ଲୋକ ଘର ଭିତରକୁ ପ୍ରବେଶ କରିବା ସମୟରେ ଏକ ବଡ ବିସ୍ଫୋରଣ ହୋଇଥିଲା। ଯେଉଁଥିରେ ଗୁରୁତର ଭାବେ ୬ ଜଣ ଆହତ ହୋଇଥିବା ବେଳେ ୨ ଜଣ ସାମାନ୍ୟ ଆହତ  ହୋଇଛନ୍ତି।

ତେବେ ଗୁରୁତର ଆହତଙ୍କ ମଧ୍ୟରୁ ୪ ଜଣଙ୍କୁ ଏମ୍ସ ହସ୍ପିଟାଲ ସ୍ଥାନାନ୍ତରିତ କରାଯାଇଥିବେ ବେଳେ ଅନ୍ୟ ୨ ଗୁରୁତରଙ୍କୁ କଟକ ବଡ ଏସସିବି ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି।

ବର୍ତ୍ତମାନ ଘଟଣାସ୍ଥଳରେ ବାଣପୁର ଅଗ୍ନିଶମ ଅଧିକାରୀ ବିବେକାନନ୍ଦ ଦାସ ସଦଳବଳେ ଅଗ୍ନିକୁ ଆୟତ୍ତ କରିବାରେ ଲାଗି ପଡ଼ିଥିବାବେଳେ, ଗମ୍ଭାରୀମୁଣ୍ଡା ବିଟ ହାଉସ ଅଧିକାରୀ ରଂଜିତ ନାୟକ ଏବଂ ସରପଞ୍ଚ ଅଜୟ କୁମାର ମହାରଥା ଆଦି ଉପସ୍ଥିତ ଅଛନ୍ତି।

ତେବେ ଗ୍ୟାସ ଟାଙ୍କିରୁ ଗ୍ୟାସ ଲିକ ହୋଇ ଠାକୁର ଘର ଦୀପ ଦ୍ୱାରା ନିଆଁ ଲାଗିଥିବାର ଅନୁମାନ କରାଯାଉଛି। ଏବଂ ଯାହା ବିସ୍ଫୋରଣ ହୋଇଥିଲା ତାହା ଏକାଧିକ କବାଟ ଭାଙ୍ଗିବାରୁ ହୋଇଥିବାର କୁହାଯାଉଛି। ତେବେ ଗ୍ୟାସ ଟାଙ୍କି ଫାଟିନଥିବାର ସୂଚନା ଦେଇଛନ୍ତି ଅଗ୍ନିଶମ ଅଧିକାରୀ। ଘରେ ଥିବା ସମସ୍ତ ୩ ଟି ଗ୍ୟାସ ଟାଙ୍କି ସୁରକ୍ଷିତ ଅଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଖୋର୍ଦ୍ଧା: ଟୀକା ଯୋଗୁଁ ବିଦେଶ ଯାତ୍ରା କରିବାରେ ହେଉଛି କି ସମସ୍ୟା, ଜାଣନ୍ତୁ ଦ୍ଵିତୀୟ ଡୋଜ ପାଇଁ କଣ ରହିଛି ବ୍ୟବସ୍ଥା

ଖୋର୍ଦ୍ଧା: ଆପଣ ବିଦେଶକୁ ଚାକିରୀ ଉଦ୍ଦେଶ୍ୟରେ ଯିବା ପାଇଁ ଚାହୁଁଛନ୍ତି କି? ଆପଣ ଟୀକା ନେଇ ପାରିନଥିବାରୁ ବିଦେଶ ଯାତ୍ରା ପାଇଁ ବାଧା ସୃଷ୍ଟି ହେଉଛି କି? ବିଦେଶରେ ଚାକିରୀ କରିଥିବା ଯୁବକମାନଙ୍କ ମଧ୍ୟରେ ବର୍ତ୍ତମାନ ଏଭଳି ସମସ୍ୟା ଉପୁଜୁଛି।

ତେବେ ବିଦେଶଗସ୍ତ କରିବାକୁ ଥିବା ବ୍ୟକ୍ତିଙ୍କ ପାଇଁ ଏବେ ଖୋର୍ଦ୍ଧା ଜିଲ୍ଲାରେ ଟୀକାକରଣରେ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି।

ବିଦେଶଗସ୍ତ ପାଇଁ ଟୀକାକୁ ଅପେକ୍ଷା କରିଥିବା ବ୍ୟକ୍ତି ଯଦି ପ୍ରଥମ ଡୋଜର କୋଭିସିଲ୍ଡ ଟୀକା ନେଇଛନ୍ତି, ତେବେ ଦ୍ଵିତୀୟ ଡୋଜ ନେବା ଲାଗି ତାଙ୍କୁ ଆଉ ୮୪ ଦିନ ଅପେକ୍ଷା କରିବାକୁ ପଡିବ ନାହିଁ। ପ୍ରଥମ ଡୋଜ ନେଇଥିବା ଲୋକ ଏବେ ୨୮ ଦିନ ପରେ ଦ୍ଵିତୀୟ ଡୋଜ ଟୀକା ନେଇ ବିଦେଶ ଗସ୍ତ କରିପାରିବ।

ସେଥିପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି। ଜିଲ୍ଲାବାସୀଙ୍କ ପାଇଁ ପ୍ରାଣନାଥ ସ୍ୱାୟଂଶାସିତ ମହାବିଦ୍ୟାଳୟରେ ସ୍ୱତନ୍ତ୍ର ଟୀକା କେନ୍ଦ୍ର କରାଯାଇଛି। ତେବେ ଉକ୍ତ ଦ୍ଵିତୀୟ ଡୋଜ ଟୀକା ସମୟ ପୂର୍ବରୁ ବିଦେଶକୁ ଯିବା ଉଦ୍ଦେଶ୍ୟରେ ନେବାକୁ ହେଲେ ଆପଣଙ୍କୁ ନିମ୍ନଲିଖିତ କାଗଜପତ୍ରର ନକଲ ଟୀକା କେନ୍ଦ୍ରରେ ଦାଖିଲ କରିବାକୁ ପଡିବ।

୧- ଆଧାର କାର୍ଡ ନକଲ

୨- ଭିସା ଆବେଦନର ନକଲ କିମ୍ବା ଭିସାର ନକଲ

– ପାସପୋର୍ଟ ନକଲ

୪- ଯେଉଁ କମ୍ପାନୀରେ କାମ କରୁଥିବେ ତାର ନିଯୁକ୍ତି ପତ୍ରର ନକଲ

୫- ପ୍ରଥମ ଡୋଜ ଟୀକା ରସିଦ

ଉଲ୍ଲେଖ ଯୋଗ୍ୟ ଯେ, ପ୍ରଥମ ଡୋଜ ଟୀକା ନେବାର ଅତି କମରେ ୨୮ ଦିନ ବିତିଯାଇଥିବା ଲୋକ ଦ୍ଵିତୀୟ ଡୋଜ ପାଇଁ ଯୋଗ୍ୟ ବିବେଚିତ ହେବେ। ଏହି ଟୀକାକରଣରେ ସାମିଲ ହେବା ପାଇଁ ସକାଳ ୯ ଘଟିକାଠାରୁ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହେଉଛି। ଜିଲ୍ଲା ଅତିରିକ୍ତ ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ମିଶ୍ର ଏନେଇ ସୂଚନା ଦେଇଛନ୍ତି।

Categories
ଆଞ୍ଚଳିକ

ଖୋର୍ଦ୍ଧା ଉପଜିଲ୍ଲାପାଳଙ୍କ ପ୍ରଥମ ବାଣପୁର ଗସ୍ତ: ସେପ୍ଟେଜ ଟ୍ରିଟମେଣ୍ଟ ପ୍ଲାଣ୍ଟର ନିର୍ମାଣ ସ୍ଥାନ କଲେ ପରିଦର୍ଶନ

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ପ୍ରଥମ ଥର ପାଇଁ ଖୋର୍ଦ୍ଧା ନୂତନ ଉପଜିଲ୍ଲାପାଳ ଆଇଏଏସ ଗୌରବ ଶିବାଜୀ ଇଶାଲୱର ବାଣପୁର ଗସ୍ତରେ ଯାଇଥିଲେ। ବନବାସପୁର ନିକଟରେ ବାଣପୁର ଏନଏସି ଦ୍ୱାରା ନିର୍ମାଣ ହେବାକୁ ଥିବା ସେପ୍ଟେଜ ଟ୍ରିଟମେଣ୍ଟ ପ୍ଲାଣ୍ଟ ସ୍ଥାନ ପରିଦର୍ଶନ କରିବାକୁ ଉପଜିଲ୍ଲାପାଳ ଶ୍ରୀ ଇଶାଲୱ ଯାଇଥିଲେ ଏବଂ ପ୍ଲାଣ୍ଟର ବ୍ଲୁ ପ୍ରିଣ୍ଟ ବିଷୟରେ ସ୍ଥାନୀୟ ପ୍ରଶାସନଠାରୁ ପଚାରି ବୁଝିଥିଲେ।

ଏହାପରେ ଉପଜିଲ୍ଲାପାଳ ବାଣପୁର ତହସିଲ କାର୍ଯ୍ୟାଳୟକୁ ଯାଇ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିବା ସହ ତହସିଲ କର୍ମଚାରୀଙ୍କ ସହ ସ୍ୱଳ୍ପ ସମୟ ପାଇଁ ଆଲୋଚନା ମଧ୍ୟ କରିଥିଲେ।  ଉପଜିଲ୍ଲାପାଳଙ୍କ ଉକ୍ତ ଗସ୍ତ ସମୟରେ ବାଣପୁର ତହସିଲଦାର ପ୍ରମୋଦ କୁମାର ପାଢ଼ୀ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମହାନ୍ତି, ଉପଜିଲ୍ଲାପାଳ କାର୍ଯ୍ୟାଳୟର ସହାୟକ ଜିଲ୍ଲାପାଳ ତରୁଣ କୁମାର ଦାସ ଏବଂ ଅନ୍ୟାନ୍ୟ କର୍ମଚାରୀ ମାନେ ଉପସ୍ଥିତି ଥିଲେ।

Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ଶାଳିଆ ଡ୍ୟାମ ରାସ୍ତାରେ ବଢୁଛି ଡକାୟତି: କ୍ରମାଗତ ୩ଟି ଲୁଟ୍ ଘଟଣା ପରେ ବି ଲୁଟେରାଙ୍କ ଟେର ପାଉନି ପୋଲିସ

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଏବଂ ଗଞ୍ଜାମ ଜିଲ୍ଲା ସୀମାନ୍ତରେ ଥିବା ଶାଳିଆ ଡ୍ୟାମ ଉଭୟ ଜିଲ୍ଲା ପାଇଁ ଗର୍ବର ବିଷୟ ହୋଇଥିବାବେଳେ ଏଠାରେ ଦିନକୁ ଦିନ ରାହାଜାନି, ଲୁଟ ଆଦି ବଢ଼ୁଥୁବାରୁ ବର୍ତ୍ତମାନ ପର୍ଯ୍ୟଟକ ତଥା ବ୍ୟବସାୟୀ ଉକ୍ତ ରାସ୍ତା ଦେଇ ଯିବା ଆସିବାକୁ ସୁରକ୍ଷିତ ମଣୁନାହାନ୍ତି। ଗତ ଦୁଇ ମାସ ଭିତରେ ଏଠାରେ ଦୁଇ ଥର ଲୁଟ ହୋଇଥିବାବେଳେ ଗତ କାଲି ରାତିରେ ପୁଣି ଶାଳିଆ ଡ୍ୟାମ ଠାରୁ ମାତ୍ର ୩୦୦ ମିଟର ଦୂରରେ ଜଣେ ଦମ୍ପତିଙ୍କ ନିକଟରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟିନେବା ସହ ଦୁର୍ବୃତ୍ତମାନେ ମହିଳାଙ୍କୁ ଛୁରା ମାଡ଼ ମଧ୍ୟ କରିଛନ୍ତି। ଏନେଇ ଦମ୍ପତି ଜଣକ ଆଜି ବାଣପୁର ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି।

ଅଭିଯୋଗ ମୁତାବକ ଗଞ୍ଜାମ ଜିଲ୍ଲା କୋଦଳା ଥାନା ଅନ୍ତର୍ଗତ ବୁରୁଝୁରି ନୂଆଗାଁ ଅଞ୍ଚଳର କଲ୍ୟାଣ କୁମାର ଜେନା ଏବଂ ତାଙ୍କ ପତ୍ନୀ ପୂଜା ନାହାକ ଉଭୟ ଗତକାଲି ବାଇକ ଯୋଗେ ବାଣପୁର ଥାନା ଅନ୍ତର୍ଗତ ଅରଖଡିହ ଗ୍ରାମ ସ୍ଥିତ ନିଜ ବନ୍ଧୁ ଘରକୁ ଯାଇଥିଲେ। କାମସାରି ସଂଧ୍ୟାରେ ଉଭୟ ନିଜ ଗ୍ରାମକୁ ଫେରୁଥିବା ବେଳେ ପାଖାପାଖି ୭ ଘଟିକା ସମୟରେ ଶାଳିଆ ଡ୍ୟାମ ଠାରୁ ୩୦୦ ମିଟର ଆଗରେ ୩ଜଣ ଦୁର୍ବୁତ୍ତ ଏକ ଧଳା ରଙ୍ଗର ସ୍କୁଟିରେ ଆସି ଉଭୟଙ୍କୁ ପଛପଟୁ ଅଟକାଇଥିଲେ।

ପରବର୍ତ୍ତୀ ସମୟରେ ପୂଜାଙ୍କୁ ବନ୍ଧୁକ ଏବଂ ଛୁରୀ ଦେଖାଇ ତାଙ୍କ ନିକଟରୁ ପାଖାପାଖି ୧୦୦ ଗ୍ରାମ ସୁନା ଗହଣା ଲୁଟିନେଇଥିଲେ। ତେବେ ଉଭୟ ଜୋରରେ ପାଟି କରିବାରୁ ଦୁର୍ବୃତ୍ତମାନେ ଛୁରୀରେ ପୂଜାଙ୍କ ହାତକୁ ଆକ୍ରମଣ କରି ବାଣପୁର ଅଭିମୁଖେ ଫେରାର ହୋଇଯାଇଥିଲେ। ସଙ୍ଗେ ସଙ୍ଗେ ପୂଜାଙ୍କ ଚିକିତ୍ସା ନିମନ୍ତେ ତାଙ୍କ ସ୍ୱାମି କଲ୍ୟାଣ ୧୦୮ ଆମ୍ବୁଲାନ୍ସ ଦ୍ୱାରା ପ୍ରଥମେ ତାଙ୍କୁ ସୁମଣ୍ଡଳ ଏବଂ ପରେ କୋଦଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ନେଇ ଥିଲେ।

ଆଜି ଚିକିତ୍ସତ ହେବାପରେ ଦମ୍ପତି ଜଣକ ବାଣପୁର ଥାନାରେ ହାଜର ହୋଇ ଏ ନେଇ ଲିଖିତ ଅଭିଯୋଗ କରିବା ସହ ଯଥାଶୀଘ୍ର ଦୁର୍ବୃତ୍ତମାନଙ୍କୁ ଗିରଫ କରିବା ସହ ଚୋରି ହୋଇଥିବା ଅଳଙ୍କାର ଗୁଡିକୁ ଜବତ କରିବା ପାଇଁ ଥାନାଧିକାରୀଙ୍କୁ କୋହଭରା କଣ୍ଠରେ ଅନୁରୋଧ କରିଛନ୍ତି।

ସୂଚନା ଥାଉ କି ଏହି ସ୍ଥାନରେ ୨ ମାସ ଆଗରୁ ନୂଆଗଡର ଜଣେ ବ୍ୟବସାୟୀଙ୍କ ଠାରୁ ଦୁର୍ବୃତ୍ତମାନେ ଟଙ୍କା ଓ ମୋବାଇଲ ଲୁଟ କରିବା ସହ ମାତ୍ର ୧୫ ଦିନ ପୂର୍ବେ ଅଂଗରଗାଁର ଏକ ବ୍ୟବସାୟୀଙ୍କ ଠାରୁ ଗାଡି ଓ ଟଙ୍କା ଲୁଟ ହୋଇଥିଲା। ଆଜିର ଲୁଟ ସେହି ସ୍ଥାନରେ ୩ୟ ଘଟଣା। ହେଲେ ଏପର୍ଯ୍ୟନ୍ତ ପୋଲିସର ହାତ ଖାଲି ରହିଛି।

ସୀମାନ୍ତବର୍ତ୍ତୀ ଅଞ୍ଚଳ ତଥା ଦୁର୍ଗମ ରାସ୍ତା ହୋଇଥିବାରୁ ଉଭୟ ଜିଲ୍ଲାର ଥାନା ପକ୍ଷରୁ ଏଠାରେ ପାଟ୍ରୋଲିଂ ମଧ୍ୟ ହେଉନାହିଁ। ଏହିପରି ଲୁଟ, ରାହାଜାନି ଏଠାରେ ବାରମ୍ବାର ଘଟୁଥିବା ବେଳେ ପୋଲିସ ଦୁର୍ବୃତ୍ତମାନଙ୍କ ଟେର ନପାଇବା ଆଶ୍ଚର୍ଯ୍ୟର କଥା। ଉକ୍ତ ଅଞ୍ଚଳରେ ନିହାତି ଏକ ପୋଲିସ ଆଉଟପୋଷ୍ଟ ପ୍ରତିଷ୍ଠା ପାଇଁ ସାଧାରଣରେ ଦାବି ହେଉଛି।

Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ଖୋର୍ଦ୍ଧାରେ ବେଆଇନ ଖୁଚୁରା ମେଡ଼ିସିନ କାରବାର: ଲକ୍ଷାଧୀକ ଟଙ୍କାର ଔଷଧ ଜବତ, ଦୋକାନକୁ କରାଗଲା ସିଲ୍

ଖୋର୍ଦ୍ଧା: ବେଆଇନ ଖୁଚୁରା ମେଡ଼ିସିନ ଦୋକାନ ଉପରେ ଚଢାଉ କରି ଖୋର୍ଦ୍ଧା ଡ୍ରଗ୍ସ ଇନସପେକ୍ଟର ବଡ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ସମ୍ପୃକ୍ତ ଦୋକାନରୁ ଲକ୍ଷାଧୀକ ଟଙ୍କାର ଔଷଧ ଜବତ କରିବା ସହ ଦୋକାନକୁ ସିଲ୍ କରାଯାଇଛି।

ସୂଚନା ମୁତାବକ ଖୋର୍ଦ୍ଧା ବଜାରରେ ଅବସ୍ଥିତ ଥିବା ମହାବୀର ମେଡ଼ିସିନ ଷ୍ଟୋର ନାମକ ଏକ ଔଷଧ ଦୋକାନ ବିନା ଲାଇସେନ୍ସରେ ଚାଲିବା ସହ ସେଠାରେ ନିମ୍ନ ମାନର ଔଷଧ ବିକ୍ରି ହେଉଥିବାର ଅଭିଯୋଗ ହୋଇଥିଲା। ଖୋର୍ଦ୍ଧା ଡ୍ରଗସ ଇନ୍ସପେକ୍ଟର ତୁଷାର ରଞ୍ଜନ ପାଣିଗ୍ରାହୀଏହି ବିଷୟରେ ଜାଣିପାରି ସମ୍ପୃକ୍ତ ଦୋକାନ ଉପରେ ଚଢାଉ ଆରମ୍ଭ କରିଥିଲେ।

ବିନା ଲାଇସେନ୍ସ ସହ ନିମ୍ନମାନର ଔଷଧ ବିକ୍ରି କରିବା ବେଆଇନ ହୋଇଥିବାରୁ ଆଜି ମଧ୍ୟାହ୍ନରେ ସମ୍ପୃକ୍ତ ଦୋକାନ ଉପରେ ଚଢାଉ କରାଯାଇଥିଲା। ଡ୍ରଗସ ବିଭାଗ ଇନସପେକ୍ଟର ଉକ୍ତ ଦୋକାନରୁ ଲକ୍ଷାଧିକ ଟଙ୍କାର ଔଷଧ ଜବତ କରି ଦୋକାନକୁ ସିଲ କରିଛନ୍ତି ଏବଂ କେତେଗୋଟି ଔଷଧର ନମୁନା ପରୀକ୍ଷା ପାଇଁ ଲାବରେଟୋରୀକୁ ମଧ୍ୟ ପଠାଇଛନ୍ତି।

ଅନୁରୂପ ଭାବେ ସମ୍ପୃକ୍ତ ଦୋକାନୀଙ୍କ ବିରୋଧରେ ଖୋର୍ଦ୍ଧା କୋର୍ଟରେ ଏକ ଫୌଜଦାରୀ ମାମଲା ରୁଜୁ କରାଯାଇଛି ବୋଲି ଖୋର୍ଦ୍ଧା ଡ୍ରଗସ ଇନ୍ସପେକ୍ଟର ତୁଷାର ରଞ୍ଜନ ପାଣିଗ୍ରାହୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ଉକ୍ତ ଚଢାଉରେ ଖୋର୍ଦ୍ଧା ଡ୍ରଗସ ଇନସପେକ୍ଟର ତୁଷାର ରଞ୍ଜନ ପାଣିଗ୍ରାହୀଙ୍କ ସମେତ ଭୁବନେଶ୍ୱର-୧ ଡ୍ରଗସ ଇନସପେକ୍ଟର ପ୍ରବେଶ କୁମାର ଲେଙ୍କା ଏବଂ ଭୁବନେଶ୍ୱର-୩ ଡ୍ରଗସ ଇନ୍ସପେକ୍ଟର ଡା. ସୁଦର୍ଶନ ବିଶ୍ୱାଳ ସାମିଲ ଥିଲେ।

Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ଖୋର୍ଦ୍ଧା: ମଦ ବୋଝେଇ କାରକୁ ଜବତ କଲା ନିରାକାରପୁର ପୋଲିସ

ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ନିରାକାରପୁର ଥାନା ଅଞ୍ଚଳରେ ମଦ ବୋଝେଇ ଏକ କାରକୁ  ପୋଲିସ ଜବତ କରିଛି। ସୂଚନା ମୁତାବକ ନିରାକାରପୁର ଆଇଆଇସି ଗୀତାଞ୍ଜଳି ନାୟକ ଆଜି ଅପରାହ୍ନରେ ହାଇୱେ ପେଟ୍ରୋଲିଂ କରୁଥିବା ବେଳେ ଏକ ମଦ ବୋଝେଇ କାର ଯାଉଥିବାର ସୂଚନା ପାଇଥିଲେ।

ତେବେ ଉକ୍ତ କାରକୁ ଠାବ କରିବା ସମୟରେ କାଶୀପୁର ନିକଟରେ ଗାଡି ଚାଳକ ଏବଂ ତାଙ୍କ ସହଯୋଗି କାର ଛାଡି ଫେରାର ହୋଇଯାଇଥିଲେ। ପୋଲିସ ଉକ୍ତ କାରଟିକୁ ଜବତ କରି ତନ୍ମଧ୍ୟରୁ ୧୨୯ ଲିଟର ମଦ ଜବତ କରିଛି ଯେଉଁଥିରେ ୬୦ ଲିଟର ଦେଶୀ ମଦ ଥିବାବେଳେ ଅବଶିଷ୍ଟ ବିଦେଶୀ ମଦ ଅଟେ।

ଏ ଘଟଣାରେ ନିରାକାରପୁର ଥାନା ପୋଲିସ କେସ ନମ୍ବର ୧୦୫/୨୧ ରେ ଏକ ମାମଲା ରୁଜୁ କରିବା ସହ ଫେରାର ଅଭିଯୁକ୍ତ ମାନଙ୍କ ତଲାସ ଜାରି ରଖିଥିବାର ଆଇଆଇସି ଶ୍ରୀମତୀ ନାୟକ ସୂଚନା ଦେଇଛନ୍ତି।

Categories
ଅପରାଧ ଆଜିର ଖବର ରାଜ୍ୟ ଖବର

୩ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କାର ବ୍ରାଉନସୁଗାର ସହ ଜଣେ ମହିଳାକୁ ଗିରଫ କଲା ଖୋର୍ଦ୍ଧା ଟାଉନ ଥାନା ପୋଲିସ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଟାଉନ ଥାନା ପୋଲିସକୁ ମିଳିଛି ପୁଣି ଏକ ବଡ଼ ସଫଳତା। ଚାରି ଲକ୍ଷ ଟଙ୍କାର ବ୍ରାଉନ ସୁଗାର ସହ ଜଣେ ମହିଳାଙ୍କୁ  ଗିରଫ କରିଛି ପୋଲିସ।

ସୂଚନା ମୁତାବକ ଆଜି ସକାଳୁ ଖୋର୍ଦ୍ଧା ଏସପି ବ୍ରାଉନସୁଗାର କାରବାରର କୌଣସିମତେ ସୂଚନା ପାଇ ସଙ୍ଗେସଙ୍ଗେ ଖୋର୍ଦ୍ଧା ଏସଡ଼ିପିଓ ସୁଶୀଲ କୁମାର ମିଶ୍ର ଏବଂ ଟାଉନ ଥାନା ଆଇଆଇସି ସଞ୍ଜୟ କୁମାର ପଟ୍ଟନାୟକଙ୍କ ତତ୍ୱାବଧାନରେ ଏକ ଟିମ ଗଠନ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଉକ୍ତ ଟିମ ସାମନ୍ତରାୟପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ମୁଖରୁ ସକାଳ ୮ ଘଟିକା ସମୟରେ ଜଣେ ସଂନ୍ଦିଗ୍ଧ ମହିଳାଙ୍କୁ ବ୍ରାଉନ ସୁଗାର ବିକୁଥୁବା ସମୟରେ ଗିରଫ କରିଥିଲେ।  ମହିଳା ଜଣକ ହେଉଛନ୍ତି ସାମନ୍ତରାୟପୁରର ଟୁନି ଦଳେଇ (୩୫)। ତାଙ୍କ ନିକଟରୁ ପୋଲିସ ୩୦.୪୧ ଗ୍ରାମ ବ୍ରାଉନ ସୁଗାର ଜବତ କରିଛି, ଯାହାର ମୂଲ୍ୟ ୩ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କା ହେବ।

ଏହାସହ ଉକ୍ତ ମହିଳାଙ୍କ ନିକଟରୁ ୧ ଲକ୍ଷ ୮୦ ହଜାର ନଗଦ ଟଙ୍କା ଏବଂ ୫୫ ଟି ଛୋଟ ରଙ୍ଗୀନ କାଗଜ ମଧ୍ୟ ଜବତ କରିଛି ପୋଲିସ।

ତେବେ ଟାଉନ ଥାନା ପୋଲିସ ତାଙ୍କ ବିରୋଧରେ ଏନଡ଼ିପିଏସ ଆଇନ ଧାରା ୨୧(ଖ)/୨୯ ଅନୁଯାୟୀ କେସ ନମ୍ବର ୨୨୬/୨୧ ରେ ମାମଲା ରୁଜୁକରି ଆଜି କୋର୍ଟଚାଲାଣ କରିଛି ବୋଲି ଟାଉନ ଥାନା ଆଈଆଈସି ସଞ୍ଜୟ କୁମାର ପଟ୍ଟନାୟକ ସୂଚନା ଦେଇଛନ୍ତି।  ଉକ୍ତ ଚଢ଼ାଉରେ ଏସଆଇ ଅନୁଭା ଦାସ, ଦିଗବିଜୟ ବିଶ୍ୱାଳ, ରଶ୍ମି ରଞ୍ଜନ ଦାସ, ଏଏସଆଇ ବସନ୍ତ ପଟ୍ଟନାୟକ ଏବଂ ଅନ୍ୟ କର୍ମଚାରୀମାନେ ସାମିଲ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮ ହଜାର ୮୩୬ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮ ହଜାର ୮୩୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୦୯୫, କଟକରୁ ୯୫୬, ସୁନ୍ଦରଗଡରୁ ୫୯୦, ଯାଜପୁରରୁ ୪୯୯, ଅନୁଗୁଳରୁ ୪୯୦, ଭଦ୍ରକରୁ ୪୬୨, ମୟୂରଭଞ୍ଜରୁ ୪୫୩, ପୁରୀରୁ ୪୦୫, କେନ୍ଦ୍ରାପଡାରୁ ୩୮୪, ବୌଦ୍ଧରୁ ୩୧୦, କଳାହାଣ୍ଡିରୁ ୩୧୦, ବରଗଡରୁ ୨୭୬, ନୟାଗଡରୁ ୨୭୩, ଜଗତସିଂହପୁରରୁ ୨୪୨, କୋରାପୁଟରୁ ୨୦୬, ନବରଙ୍ଗପୁରରୁ ୧୯୭, କେନ୍ଦୁଝରରୁ ୧୯୬, ସୋନପୁରରୁ ୧୪୦, ସମ୍ବଲପୁରରୁ ୧୨୬, ବଲାଙ୍ଗୀରିରୁ ୧୧୮, ଝାରସୁଗୁଡାରୁ ୧୦୮, ଗଞ୍ଜାମରୁ ୧୦୫, ମାଲକାନାଗିରିରୁ ୧୦୪, ବାଲେଶ୍ବରରୁ ୧୦୧, ଢେଙ୍କାନାଳାରୁ ୯୦,ଗଜପତିରୁ ୮୬, କନ୍ଧମାଳରୁ ୮୬, ରାୟଗଡାରୁ ୮୫, ଦେବଗଡରୁ ୬୪, ନୂଆପଡାରୁ ୫୨ ଏବଂ ଷ୍ଟେଟ ପୁଲରୁ ୨୨୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୭ ଲକ୍ଷ ୫୬ ହଜାର ୬୪୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୨୫ ହଜାର ୧୧୦ କୁ ବୃଦ୍ଧି ହୋଇଥିବାବେଳେ  ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬୫ ହଜାର ୩୩୬ ଜଣ।

Categories
ଆଜିର ଖବର ରାଜ୍ୟ ଖବର

ବେଆଇନ ଚିଙ୍ଗୁଡି ଘେରି ମାମଲା: ଚାରି ଜିଲ୍ଲାପାଳଙ୍କୁ ହାଜର ହେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ବେଆଇନ ଚିଙ୍ଗୁଡି ଘେରି ମାମଲାରେ ଚାରି ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଅଦାଲତରେ ହାଜର ହେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଚାରି ଜିଲ୍ଲାପାଳଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ କେନ୍ଦ୍ରାପଡା ଜିଲ୍ଲାପାଳଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବାକୁ ନିର୍ଦ୍ଦେଶ ହୋଇଛି। କୋର୍ଟଙ୍କ ନିର୍ଦ୍ଦେଶକୁ କିପରି କାର୍ଯ୍ୟକାରୀ କରାଯାଇଛି, ତାହା ନେଇ ଅଦାଲତଙ୍କୁ ଜିଲ୍ଲାପାଳମାନେ ଜଣାଇବା ପାଇଁ କୁହାଯାଇଛି। ତେବେ ଆସନ୍ତା ୨୨ ତାରିଖରେ ଏହି ମାମଲାରେ ପରବର୍ତ୍ତୀ ଶୁଣାଣି ହେବ।

Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ଖୋର୍ଦ୍ଧା ଟାଉନ ଥାନା ପୋଲିସକୁ ବଡ ସଫଳତା: ଉଦ୍ଧାର ହେଲେ ପଶ୍ଚିମବଙ୍ଗ ଚାଲାଣ ହେଉଥିବା ୪୫ଟି ଗୋରୁ

ଖୋର୍ଦ୍ଧା: ଖୋର୍ଦ୍ଧା ଟାଉନ ଥାନା ପୋଲିସକୁ ଏକ ବଡ ସଫଳତା ମିଳିଛି। ବେଆଇନ ଗୋରୁ ଚାଲାଣ କରୁଥିବା ଏକ କଣ୍ଟେନରକୁ ପୋଲିସ ଜବତ କରିଛି। ସେଥିରେ ୪୫ ଟି ଗୋରୁଙ୍କୁ ପୋଲିସ ଉଦ୍ଧାର କରିବା ସହ ଡ୍ରାଇଭରକୁ ଗିରଫ କରିଛି।

ସୂଚନା ମୁତାବକ, କୌଣସି ଏକ ନିର୍ଭରଯୋଗ୍ୟ ସୂତ୍ରରୁ ଖବର ପାଇ ଟାଉନ ଥାନା ଆଇଆଇସି ସଞ୍ଜୟ କୁମାର ପଟ୍ଟନାୟକ ଏବଂ ଟିମ୍ ଗତକାଲି ରାତିରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଛପି ରହିଥିଲେ। ତେବେ ପାଖାପାଖି ରାତି ୨ ଟା ସମୟରେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଦୀକ୍ଷିତପଡ଼ାରୁ ଏକ ଗାଈ, ଷଣ୍ଢ ବୋଝେଇ କଣ୍ଟେନର ବାହାରି କୋଲକାତାର ଏକ କଂସେଇଖାନା ଅଭିମୁଖେ ଯାଉଥିବା ବେଳେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ପୋଲିସ ଦ୍ୱାରା ଧରା ପଡିଥିଲା।

ଗାଡ଼ି ଡ୍ରାଇଭରକୁ ପୋଲିସ ଗିରଫ କରିବା ସହ ତାଙ୍କ ବିରୁଦ୍ଧରେ କେସ ନମ୍ବର ୨୧୧/୨୧ ରେ ମାମଲା ରୁଜୁ କରିଛି। ଗାଡ଼ି ଡ୍ରାଇଭର ଜଣଙ୍କ ଧାମନଗର ଅଞ୍ଚଳର ଶେଖ ହାଇଦର ବୋଲି ଜଣାପଡିଛି। ଅପରପକ୍ଷରେ ଉଦ୍ଧାର ହୋଇଥିବା ୪୫ ଟି ଗୋରୁଙ୍କୁ ସିଜୁଆ ସ୍ଥିତ ପିପୁଲ ଫର ଆନିମଲ ନାମକ ଏକ ସାମାଜିକ ଅନୁଷ୍ଠାନର ଜିମ୍ମା ଦିଆଯାଇଥିବାର ସୂଚନା ଦେଇଛନ୍ତି ଆଇଆଇସି ଶ୍ରୀ ପଟ୍ଟନାୟକ। ଉକ୍ତ ରେଡରେ ଖୋର୍ଦ୍ଧା ଟାଉନ ଥାନା ଏସଆଇ ବିଜୟ ବେହେରା, ପଦ୍ମଲୋଚନ ବେହେରା ଏବଂ ଶିଳ୍ପାଞ୍ଚଳ ଫାଣ୍ଡି ଅଧିକାରୀ ଦିଗବିଜୟ ବିଶ୍ୱାଳ ଆଦି ସାମିଲ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୯ ହଜାର ୮୭୦ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୯ ହଜାର ୮୭୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୬୭୩, ସୁନ୍ଦରଗଡରୁ ୭୮୯, ନୂଆପଡାରୁ ୬୫୦, କଟକରୁ ୬୪୬, ଅନୁଗୁଳରୁ ୫୯୨, ବଲାଙ୍ଗୀରିରୁ ୪୨୫, ଝାରସୁଗୁଡାରୁ ୩୫୭, ସମ୍ବଲପୁରରୁ ୩୫୬, ନବରଙ୍ଗପୁରରୁ ୩୫୪, ଗଞ୍ଜାମରୁ ୩୨୫, ବାଲେଶ୍ବରରୁ ୩୧୩, ବରଗଡରୁ ୨୬୪, ଜଗତସିଂହପୁରରୁ ୨୩୩, ମୟୂରଭଞ୍ଜରୁ ୨୩୩, କଳାହାଣ୍ଡିରୁ ୨୧୫, ବୌଦ୍ଧରୁ ୨୧୪, ସୋନପୁରରୁ ୨୦୫, କେନ୍ଦୁଝରରୁ ୨୦୩, କୋରାପୁଟରୁ ୧୯୨, କେନ୍ଦ୍ରାପଡାରୁ ୧୮୫, ଯାଜପୁରରୁ ୧୮୪, ନୟାଗଡରୁ ୧୮୪, ରାୟଗଡାରୁ ୧୬୯, ଦେବଗଡରୁ ୧୧୮, ପୁରୀରୁ ୧୧୫, ଢେଙ୍କାନାଳରୁ ୧୦୨, ଗଜପତିରୁ ୧୦୦, କନ୍ଧମାଳରୁ ୮୬, ମାଲକାନଗିରିରୁ ୬୬, ଭଦ୍ରକରୁ ୫୨ ଏବଂ ଷ୍ଟେଟ ପୁଲରୁ ୨୮୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୫ ଲକ୍ଷ ୫୬ ହଜାର ୫୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୫୫ ହଜାର ୮୯୯ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି  ୯୬ ହଜାର ୯୪୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୪୦୩ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦ ହଜାର ୩୬ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦ ହଜାର ୩୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୪୭୧, ସୁନ୍ଦରଗଡରୁ ୮୧୪, କଟକରୁ ୭୧୮, ଅନୁଗୁଳରୁ ୫୧୦, ବରଗଡରୁ ୪୫୫, କଳାହାଣ୍ଡିରୁ ୪୩୭, ଯାଜପୁରରୁ ୪୦୭, ଗଞ୍ଜାମରୁ ୩୬୬, ନବରଙ୍ଗପୁରରୁ ୩୫୬, ପୁରୀରୁ ୩୫୧, ବଲାଙ୍ଗୀରିରୁ ୩୪୨, ଝାରସୁଗୁଡାରୁ ୩୩୪, ସମ୍ବଲପୁରରୁ ୩୦୦, ଭଦ୍ରକରୁ ୨୫୦, ନୟାଗଡରୁ ୨୪୫, ଢେଙ୍କାନାଳରୁ ୨୩୬, ବାଲେଶ୍ବରରୁ ୨୩୦, ବୌଦ୍ଧରୁ ୨୧୮, ନୂଆପଡାରୁ ୨୦୨, ରାୟଗଡାରୁ ୧୯୯, କେନ୍ଦୁଝରରୁ ୧୮୬, ମୟୂରଭଞ୍ଜରୁ ୧୬୫, ଜଗତସିଂହପୁରରୁ ୧୫୫, ସୋନପୁରରୁ ୧୪୮, କେନ୍ଦ୍ରାପଡାରୁ ୧୪୧, ଦେବଗଡରୁ ୧୩୮, କୋରାପୁଟରୁ ୧୧୧, ଗଜପତିରୁ ୧୦୨, କନ୍ଧମାଳରୁ ୯୫, ମାଲକାନାଗିରିରୁ ୮୩ ଏବଂ ଷ୍ଟେଟ ପୁଲରୁ ୨୭୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୫ ଲକ୍ଷ ୪୬ ହଜାର ୬୩୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୪୪ ହଜାର ୪୦୧ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି  ୯୫ ହଜାର ୩୩୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୩୭୮ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦ ହଜାର ୨୪୨ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦ ହଜାର ୨୪୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୪୧୮, ସୁନ୍ଦରଗଡରୁ ୯୪୩, କଟକରୁ ୮୮୭, ପୁରୀରୁ ୭୦୭, ସମ୍ବଲପୁରରୁ ୬୪୧, କଳାହାଣ୍ଡିରୁ ୪୬୫, ବରଗଡରୁ ୪୪୮, ଅନୁଗୁଳରୁ ୪୩୮, ଝାରସୁଗୁଡାରୁ ୩୩୧, ବାଲେଶ୍ବରରୁ ୩୦୧, ନବରଙ୍ଗପୁରରୁ ୨୯୧, ବଲାଙ୍ଗୀରିରୁ ୨୭୩, ନୟାଗଡରୁ ୨୫୪, ଯାଜପୁରରୁ ୨୨୨, ନୂଆପଡାରୁ ୨୧୪, ମୟୂରଭଞ୍ଜରୁ ୨୦୭, ଗଞ୍ଜାମରୁ ୧୯୫, ସୋନପୁରରୁ ୧୭୯, କେନ୍ଦୁଝରରୁ ୧୭୭, ଢେଙ୍କାନାଳରୁ ୧୬୭, କେନ୍ଦ୍ରାପଡାରୁ ୧୫୮, ଜଗତସିଂହପୁରରୁ ୧୩୭,

ଦେବଗଡରୁ ୧୩୬, ରାୟଗଡାରୁ ୧୩୬, କୋରାପୁଟରୁ ୧୨୨, ଗଜପତିରୁ ୧୧୬, ବୌଦ୍ଧରୁ ୧୧୩, ଭଦ୍ରକରୁ ୧୦୦, କନ୍ଧମାଳରୁ ୧୦୦, ମାଲକାନାଗିରିରୁ ୯୪ ଏବଂ ଷ୍ଟେଟ ପୁଲରୁ ୨୭୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୫ ଲକ୍ଷ ୩୬ ହଜାର ୫୯୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୩୩ ହଜାର ୩୦୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୫ ଲକ୍ଷ ୨୬ ହଜାର ୩୫୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୯୪ ହଜାର ୨୯୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୩୫୭ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ଆଞ୍ଚଳିକ

ଆଇଆଇସି ସ୍ତରରେ ଅଦଳ ବଦଳ: ଖୋର୍ଦ୍ଧା ଟାଉନ୍ ଥାନାକୁ ଯିବେ ବାଣପୁର ଥାନା ଅଧିକାରୀ

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ଅରାକ୍ଷୀ ଅଧିକ୍ଷକଙ୍କ ଅନୁମୋଦନ କ୍ରମେ ଜିଲ୍ଲାର ବହୁ ଥାନାର ଆଇଆଇସିମାନଙ୍କୁ ଅଦଳ ବଦଳ କରାଯିବା ସହ କେତେ ଗୋଟି ଥାନାରେ ନୂଆ ଆଇଆଇସି ନିଯୁକ୍ତି ଦିଆଯାଇଛି।

ଏହି କ୍ରମରେ ଖୋର୍ଦ୍ଧା ଜିଲ୍ଲାର ସବୁଠାରୁ ବୃହତ ଏବଂ ବ୍ୟସ୍ତବହୁଳ ଥାନା ରୂପେ ପରିଗଣିତ ବାଣପୁର ଥାନାର ଆଇଆଇସି ସଞ୍ଜୟ କୁମାର ପଟ୍ଟନାୟକଙ୍କ ବଦଳି ହୋଇଛି। ତାଙ୍କର ଖୋର୍ଦ୍ଧା ଟାଉନ ଥାନା ଆଇଆଇସି ରୂପେ ବଦଳି ହୋଇଛି। ତାଙ୍କ ଜାଗାରେ ବାଣପୁର ଥାନା ଭାର ସମ୍ଭାଳିବେ ବେଗୁନିଆ ଥାନା ଆଇଆଇସି ରଶ୍ମିରଂଜନ ସାହୁ।

ତେବେ ଦୀର୍ଘ ଦୁଇ ବର୍ଷରୁ ଉର୍ଦ୍ଧ୍ଵ ହେଲା ଶ୍ରୀ ପଟ୍ଟନାୟକ ଅତ୍ୟନ୍ତ ନିଷ୍ଠାର ସହ ବାଣପୁର ଥାନାରେ ନିଜ କାର୍ଯ୍ୟନିର୍ବାହ କରିଥିବାବେଳେ ବାଣପୁରବାସିଙ୍କ ପ୍ରିୟଭାଜନ ମଧ୍ୟ ହୋଇପାରିଛନ୍ତି। ତାଙ୍କ କାର୍ଯ୍ୟକାଳ ମଧ୍ୟରେ ବାଣପୁର ଥାନାର ବହୁ ଜଟିଳ ମାମଲାଗୁଡିକର ସମାଧାନ କରିପାରିଛନ୍ତି ଶ୍ରୀ ପଟ୍ଟନାୟକ। ଜଣେ ଶାନ୍ତ, ମିଷ୍ଟଭାସି ଏବଂ ନିଆରା ବ୍ୟକ୍ତିତ୍ୱର ଅଧିକାରୀ ଅଟନ୍ତି ଶ୍ରୀ ପଟ୍ଟନାୟକ। ପୂର୍ବରୁ ଏକାଧିକ ଆଇଆଇସି ବାଣପୁର ଥାନାକୁ ଆସିଥିବାବେଳେ ଶ୍ରୀ ପଟ୍ଟନାୟକଙ୍କ କାର୍ଯ୍ୟକାଳ ମଧ୍ୟରେ ପୋଲିସ ଏବଂ ଜନସାଧାରଣଙ୍କ ସମ୍ପର୍କ ବେଶ ନିବିଡ଼ ହୋଇପାରିଛି।

ଅନୁରୂପଭାବେ ନିକଟରେ ବାଣପୁର ଥାନାର ପୂର୍ବତନ ଏସଆଇ ବିଜୟ ମଲ୍ଲିକଙ୍କ ପଦୋନ୍ନତି ହୋଇଥିବାବେଳେ ସେ ବର୍ତ୍ତମାନ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଆଇଆଇସି ରୂପେ ଦାୟିତ୍ୱ ନିର୍ବାହ କରିବେ।

ସୂଚନା ଥାଉକି ଟାଙ୍ଗୀ ଥାନା ଆଇଆଇସି ସରୋଜ ଉପାଧ୍ୟାୟଙ୍କ ଯାଜପୁର ଏସଡ଼ିପିଓ ଭାବେ ଦୀର୍ଘଦିନ ହେଲା ପଦୋନ୍ନତି ହୋଇସାରିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦ ହଜାର ୭୮୧ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ ୧ ହଜାର ୬୦୫

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦ ହଜାର ୭୮୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୬୦୫, ସୁନ୍ଦରଗଡରୁ ୧୧୮୬, କଟକରୁ ୯୬୬, କଳାହାଣ୍ଡିରୁ ୫୬୬, ଅନୁଗୁଳରୁ ୫୫୭, ବରଗଡରୁ ୫୩୦, ସମ୍ବଲପୁରରୁ ୪୫୮, ଝାରସୁଗୁଡାରୁ ୪୨୨, ପୁରୀରୁ ୩୬୬, ନବରଙ୍ଗପୁରରୁ ୩୪୨, ଗଞ୍ଜାମରୁ ୨୮୫, ନୟାଗଡରୁ ୨୬୭, ବଲାଙ୍ଗୀରିରୁ ୨୫୮, ମୟୂରଭଞ୍ଜରୁ ୨୫୭, ନୂଆପଡାରୁ ୨୫୬, ବୌଦ୍ଧରୁ ୨୫୧, କୋରାପୁଟରୁ ୨୧୮, କେନ୍ଦୁଝରରୁ ୨୦୬, ଯାଜପୁରରୁ ୧୭୭, ଢେଙ୍କାନାଳରୁ ୧୬୩, ଭଦ୍ରକରୁ ୧୫୭, ଜଗତସିଂହପୁରରୁ ୧୪୭, ସୋନପୁରରୁ ୧୪୪, କେନ୍ଦ୍ରାପଡାରୁ ୧୪୩,ରାୟଗଡ଼ାରୁ ୧୩୧, ଦେବଗଡରୁ ୧୧୦, ବାଲେଶ୍ବରରୁ ୯୭, ଗଜପତିରୁ ୯୧, କନ୍ଧମାଳରୁ ୭୬, ମାଲକାନାଗିରିରୁ ୬୭ ଏବଂ ଷ୍ଟେଟ ପୁଲରୁ ୨୮୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୫ ଲକ୍ଷ ୨ ହଜାର ୪୫୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୪୯୨ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୯୫ ହଜାର ୬୯୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୨୯୪ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮ ହଜାର ୬୬୫ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ ୧ ହଜାର ୧୪୬

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮ ହଜାର ୬୬୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୧୪୬, ସୁନ୍ଦରଗଡରୁ ୬୨୮, ଅନୁଗୁଳରୁ ୫୨୮, ଝାରସୁଗୁଡାରୁ ୪୫୮, କଟକରୁ ୪୪୪, ପୁରୀରୁ ୪୩୪, ନୂଆପଡାରୁ ୪୦୪, ସମ୍ବଲପୁରରୁ ୩୮୧, ବରଗଡରୁ ୩୬୩, ବଲାଙ୍ଗୀରିରୁ ୩୨୪, ନବରଙ୍ଗପୁରରୁ ୩୧୮, ବାଲେଶ୍ବରରୁ ୩୦୧, ଗଞ୍ଜାମରୁ ୨୯୦, ଯାଜପୁରରୁ ୨୭୪, ମୟୂରଭଞ୍ଜରୁ ୨୪୩, କଳାହାଣ୍ଡିରୁ ୨୩୫, ନୟାଗଡରୁ ୨୦୬, ବୌଦ୍ଧରୁ ୧୯୯, ଜଗତସିଂହପୁରରୁ ୧୭୨, କେନ୍ଦୁଝରରୁ ୧୬୭, ସୋନପୁରରୁ ୧୪୦, ରାୟଗଡ଼ାରୁ ୧୩୨, କେନ୍ଦ୍ରାପଡାରୁ ୧୨୦, କୋରାପୁଟରୁ ୧୧୯, ଗଜପତିରୁ ୧୦୯, ମାଲକାନାଗିରିରୁ ୭୨, ଦେବଗଡରୁ ୬୭, ଭଦ୍ରକରୁ ୬୩, ଢେଙ୍କାନାଳାରୁ ୪୭, କନ୍ଧମାଳରୁ ୪୩ ଏବଂ ଷ୍ଟେଟ ପୁଲରୁ ୨୩୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୪ ଲକ୍ଷ ୮୨ ହଜାର ୩୪୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୭୬ ହଜାର ୨୯୭ କୁ ବୃଦ୍ଧି ହୋଇଥିବାବେଳେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୯୧ ହଜାର ୬୪୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୨୫୧ କୁ ବୃଦ୍ଧି ହୋଇଛି।