Categories
ଆଜିର ଖବର ରାଜ୍ୟ ଖବର

ଖୋର୍ଦ୍ଧା: ଭିନ୍ନକ୍ଷମ ହିତାଧିକାରୀମାନଙ୍କ ପାଇଁ ପୃଥକ ସୁଧ ହାରରେ ଋଣ ବଣ୍ଟନ ମେଳା ଅନୁଷ୍ଠିତ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାର ଭିନ୍ନକ୍ଷମ ହିତାଧିକାରୀମାନଙ୍କ ପାଇଁ ପୃଥକ ସୁଧ ହାରରେ (ଡି ଆର ଆଇ) ଋଣ ବଣ୍ଟନ ମେଳା ଖୋର୍ଦ୍ଧା ଜିଲ୍ଲା ଜୟୀ ରାଜଗୁରୁ ଟାଉନ୍ ହଲ୍ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ମେଳାରେ ଜିଲ୍ଳାର ସମସ୍ତ ବ୍ଲକ ଓ ବିଜ୍ଞାପିତ ଅଞ୍ଚଳ ପରିଷଦ ମାନଙ୍କରୁ ୨୦୪ ଜଣ ଯୋଗ୍ୟ ହିତାଧିକାରୀ ମାନଙ୍କୁ ଏହି ଋଣ ବଣ୍ଟନ କରାଯାଇଥିଲା।

ଉକ୍ତ ମେଳା ପାଇଁ ଆୟୋଜିତ ସଭାରେ ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରା, ଉପ ଜିଲ୍ଲାପାଳ ଦୀପ୍ତି ରଞ୍ଜନ ସେଠି, ଖୋର୍ଦ୍ଧା ଏଲ ଡ଼ି ଏମ ଦିଲ୍ଲୀପ କୁମାର ଭୂୟାଁ, ଜିଲ୍ଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାଶ ପ୍ରମୁଖ ଉପସ୍ଥିତ ଥିଲେ।ଏହି ସଭାକୁ ଖୋର୍ଦ୍ଧା ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବିପ୍ଳବ କେଶରୀ ସାମନ୍ତରାୟ ପରିଚାଳନା କରିଥିଲେ।

ଉକ୍ତ ସଭାରେ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ଅଧିନରେ ଥିବା ସମସ୍ତ ବ୍ଲକ୍ ସାମାଜିକ ସୁରକ୍ଷା ଅଧିକାରୀ, ଖୋର୍ଦ୍ଧା ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ମଧ୍ୟ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଭୁଷଣ୍ଡପୁର ବାଣ ବିସ୍ଫୋରଣ ପରେ ଆକ୍ସନ ମୋଡରେ ଜିଲ୍ଲା ପ୍ରଶାସନ: ୧୭ଟି ସ୍ଥାନରେ ଚଢାଉ

ଖୋର୍ଦ୍ଧା: ଭୁଷଣ୍ଡପୁର ବାଣ ବିସ୍ଫୋରଣ ଘଟଣା ପରେ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ଏବେ ଆକ୍ସନ ମୋଡକୁ ଆସିଛି। ଏନେଇ  ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହୋଇଛି ଗୁରୁତ୍ୱପୂର୍ଣ୍ଣ ବୈଠକ।

ବୈଠକରେ ସାମିଲ ହୋଇଛନ୍ତି ଖୋର୍ଦ୍ଧା ଏସପିଙ୍କ ଠାରୁ ଆରମ୍ଭ କରି ଅତିରିକ୍ତ ଏସ.ପି., ଏସ.ଡି.ପି.ଓ, ତହସିଲଦାର, ବିଡ଼ିଓ ଓ ବିଭିନ୍ନ ଥାନା ଅଧିକାରୀ। ଆଗକୁ ଦୋଳ ଉତ୍ସବ ଥିବାବେଳେ  ବିଭିନ୍ନ ଦୋଳ ମେଳଣରେ ବାଣ ଫୁଟାଇବା ଓ ବେଆଇନ ବାଣ ତିଆରି ଉପରେ ରୋକ୍ ଲଗାଇବାକୁ ନେଇ ବୈଠକରେ ବିଷଦ ଆଲୋଚନା ହୋଇଛି।

ଭୁଷଣ୍ଡପୁର ବାଣ ବିସ୍ଫୋରଣ ଘଟଣା ପରେ ଅଦ୍ୟାବଧି ଜିଲ୍ଲାର ୧୭ଟି ସ୍ଥାନରେ ଚଢାଉ କରି ୬୨କିଲୋଗ୍ରାମ ବିସ୍ଫୋରକ ଜବତ କରିଥିବା ବେଳେ ମୋଟ୍ ୬ଜଣଙ୍କୁ ଗିରଫ କରାଯାଇଥିବା ନେଇ ସୂଚନା ଦେଇଛି ପୋଲିସ୍।

Categories
ଆଜିର ଖବର ରାଜ୍ୟ ଖବର

ଭୂଷଣ୍ଡପୁରରେ ଅଘଟଣ: ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଚାରି ମୃତ

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଭୂଷଣ୍ଡପୁର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଦୋଳ ଯାତ୍ରା ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ହୋଇ ଚାରି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଚାରି ଜଣ ଗୁରୁତର ଆହତ ହୋଇଥିବାର ଖୋର୍ଦ୍ଧା ଏସପି ସିଦ୍ଧାର୍ଥ କଟାରିଆ ସୂଚନା ଦେଇଛନ୍ତି।

ଖବର ପାଇ ଘଟଣାସ୍ଥଳରେ ଖୋର୍ଦ୍ଧା ଜିଲ୍ଲାପାଳ, ଏସପି, ଉପଜିଲ୍ଲାପାଳ, ବାଲୁଗାଁ ଏସଡିପିଓ, ଟାଙ୍ଗୀ ଆଇଆଇସି, ବିଡ଼ିଓ, ତହସିଲଦାର ଆଦି ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ଅନ୍ୟପକ୍ଷେ ଆହତଙ୍କୁ ମେଡିକାଲ ପଠାଯାଇଛି।

ଅଗ୍ନିଶମ ବାହିନୀ ମଧ୍ୟ ଘଟଣାସ୍ଥଳରେ ଅଛି। ତେବେ କୋଭିଡ ମହାମାରୀ ନିମନ୍ତେ ୨ ବର୍ଷ ହେଲା ଦୋଳ ଯାତ୍ରାରେ ରୋକ ଲାଗିଥିବା ବେଳେ ଚଳିତ ବର୍ଷ ସାରା ରାଜ୍ୟରେ ଧୁମଧାମରେ ଏହା ପାଳନ ହେଉଛି। ଏଥିପାଇଁ କାରିଗର ବାଣ ତିଆରି କାର୍ଯ୍ୟରେ ନିଯୋଜିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଖୋର୍ଦ୍ଧା: ପଞ୍ଚାୟତି ରାଜ ଏବଂ ଲୋକସେବା ଦିବସ ପାଳିତ

ଖୋର୍ଦ୍ଧା: ଆଜି ପୂର୍ବାହ୍ନ ୧୧ ଟା ରେ ଜିଲ୍ଲା ପରିଷଦ ସମିଳନୀ କକ୍ଷରେ ପଂଚାୟତ ରାଜ ଦିବସ ତଥା ଲୋକ ସେବା ଦିବସ ପାଳିତ ହୋଇ ଯାଇଛି। ଏହି ପରିପ୍ରେକ୍ଷୀରେ ବୈଠକରେ ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିବାବେଳେ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଦିଗନ୍ତ ରାଉତ ରାଏ, ପରିଚାଳନା କରିଥିଲେ।

ବୈଠକ ପ୍ରାରମ୍ଭରେ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜନ୍ମଦିବସ ଉପଲକ୍ଷେ ଅତିଥିମାନଙ୍କ ଉପସ୍ଥିତି ରେ ଶ୍ରଦ୍ଧା ସୁମନ ଅର୍ପଣ କରାଯାଇଥିଲା। ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ରୂପଶ୍ରୀ ରାଣୀ ଗୁମାନ ସିଂହ, ଗ୍ରାମପଂଚାୟତମାନଙ୍କର ସରପଞ୍ଚ, ଜ଼ିଲ୍ଲା ପରିଷଦର ଅଧିକାରୀ ଓ କର୍ମଚାରୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟ,ମେଡ଼ିଆ ଉପସ୍ଥିତ ଥିଲେ।

କିଛି ସମୟ ଧରି ବିଜୁପଟ୍ଟନାୟକଙ୍କ ଜୀବନୀ ଉପରେ ଆଧାରିତ ଏକ ଛୋଟ ଭିଡ଼ିଓ ପ୍ରଦର୍ଶନ କରା ଯାଇଥିଲା। ପରେ ଭଲ କାମ କରିଥିବାରୁ ସରପଞ୍ଚମାନଙ୍କୁ ପୁରସ୍କାର ରାଶି ସ୍ୱରୂପ ଜଣଙ୍କୁ ୧ ଲକ୍ଷ ଟଙ୍କା ସହ ମାନପତ୍ର ପ୍ରଦାନ କରାଯାଇଥିଲା।

ଶେଷରେ ଜିଲ୍ଲା ପଂଚାୟତ ଅଧିକାରୀ ଧନ୍ୟବାଦ ଦେବା ପରେ ସଭା ସାଙ୍ଗ ହୋଇଥିଲା।

Categories
ଆଜିର ଖବର ଜାତୀୟ ଖବର ଧର୍ମ ରାଜ୍ୟ ଖବର

ବରିଷ୍ଠ ନାଗରିକଙ୍କ ତୀର୍ଥଯାତ୍ରା: ଆସନ୍ତାକାଲି ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ, ଖୋର୍ଦ୍ଧାରୁ ୨୧୧ ତୀର୍ଥ ଯାତ୍ରୀ

ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲାରୁ ୨୧୧ ଜଣ ତୀର୍ଥ ଯାତ୍ରୀଙ୍କ ସହ ୭ ଜଣ ସୁରକ୍ଷା ଅଧିକାରୀ ଅପରାହ୍ନ ୩.୦୦ ଟାରେ ୪ ଟା ବସ ଯୋଗେ ଯାତ୍ରା ଆରମ୍ଭ କରିଛନ୍ତି। ସମସ୍ତ ତୀର୍ଥଯାତ୍ରୀ ଭୁବନେଶ୍ୱର କ୍ୟାପିଟାଲ ହାଇସ୍କୁଲ ୟୁନିଟ ୩ ରେ ରହିବେ। ଆସନ୍ତାକାଲି ଭୁବନେଶ୍ୱର ରେଳ ଷ୍ଟେସନରୁ ଏକ ସ୍ୱତନ୍ତ୍ର. ଟ୍ରେନରେ ବିଭିନ୍ନ ଜିଲ୍ଲାରୁ ଆସିଥିବା ମୋଟ ୯୭୦ ଜଣ ତୀର୍ଥଯାତ୍ରୀ ଏବଂ ୩୦ ଜଣ ସୁରକ୍ଷା ଅଧିକାରୀଙ୍କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପତାକା ଉତ୍ତୋଳନ ପରେ ପର୍ଯ୍ୟଟନ ବିଭାଗ ତରଫରୁ ଆଜମୀର ଏବଂ ପୁଷ୍କର ଅଭିମୁଖେ ଯାତ୍ରା କରିବେ।

ଏହି କାର୍ଯ୍ୟକ୍ରମରେ ଆଜି ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ପତାକା ଉତ୍ତୋଳନ କରି ୪ ଟି ବସକୁ ଭବ୍ୟ ସମ୍ବର୍ଦ୍ଧନା କରି ବିଦାୟ ଦେଇଛନ୍ତି ଏବଂ ଏହି କାର୍ଯ୍ୟକ୍ରମରେ ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ର ନାଥ ମିତ୍ର, ବେଗୁନିଆ ବିଧାୟକ ରାଜେନ୍ଦ୍ର କୁମାର ସାହୁ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ସାଫଲ୍ୟ ମଣ୍ଡିତ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ (ପ୍ରଶାସନ) ପ୍ରତାପ ଚନ୍ଦ୍ର ବେଉରା, ପର୍ଯ୍ୟଟନ ବିଭାଗ ଆଡ଼ଭାଇଜର ଦୁର୍ଗା ସାମନ୍ତରାୟ, ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ମୀରାବାଈ ବେହେରା, ଜିଲ୍ଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟ, ମିଡ଼ିଆ ଏବଂ ଜନସାଧାରଣ ସାମିଲ ହୋଇଥିଲେ।

Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ଟାଙ୍ଗୀ ଥାନା ଅଞ୍ଚଳରୁ ୨ ନିଶା ବେପାରି ଗିରଫ, ବ୍ରାଉନ ସୁଗାର ଜବତ

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲାରେ ବ୍ରାଉନ ସୁଗାର କାରବାର ବଢୁଥିବା ବେଳେ ପୋଲିସର କାର୍ଯ୍ୟାନୁଷ୍ଠାନ ଜାରି ରହିଛି। ବାଣପୁର ଓ ବାଲୁଗାଁ ଥାନା ଅଞ୍ଚଳକୁ ଛାଡିଦେଲେ ପ୍ରାୟତଃ ଜିଲ୍ଲାର ବାକି ସବୁ ଥାନା ଅଞ୍ଚଳରେ କାୟା ବିସ୍ତାର କରିସାରିଲାଣି ଧଳା ଜହର।

ଆଜି ଟାଙ୍ଗୀ ପୋଲିସ ମଙ୍ଗଳାଯୋଡି-ଟାଙ୍ଗୀ ରୋଡ ନିକଟସ୍ଥ ପଣସପୁରପାଟଣା ଗ୍ରାମର ଏକ ନିର୍ମାଣଧୀନ ଘରେ ଚଢ଼ାଉ କରି ବ୍ରାଉନ ସୁଗାର କାରବାର ଅଭିଯୋଗରେ ୨ ନିଶା ବେପାରୀଙ୍କୁ ଗିରଫ କରିଛି। ବେପାରି ଦ୍ବୟ ହେଲେ ଟାଉନ ଥାନା ଅଞ୍ଚଳର ପପୁ ଭରିମଲ (୨୫) ଏବଂ ରବି ଚନ୍ଦ୍ର ବରାଳ (୫୨)। ସେମାନଙ୍କ ନିକଟରୁ ୧୭.୬୦ ଗ୍ରାମ ବ୍ରାଉନ ସୁଗାର ଜବତ କରିଛି ପୋଲିସ, ଯାହାର ଆନୁମାନିକ ମୂଲ୍ୟ ୧ ଲକ୍ଷ ୭୫ ହଜାର ଟଙ୍କା ହେବ।  ଅଭିଯୁକ୍ତମାନଙ୍କ ବିରୁଦ୍ଧରେ ମାମଲା ରୁଜୁ କରାଯାଇ କୋର୍ଟଚାଲାଣ କରାଯାଇଥିବାର ଆଇଆଇସି ଦିଗବିଜୟ ବିଶ୍ୱାଳ କହିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଖୋର୍ଦ୍ଧା: ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର

ଖୋର୍ଦ୍ଧା: ଆଜି ପୂର୍ବାହ୍ନ ୧୦ ଘଟିକା ସମୟରେ ପଂଚାୟତ ସମିତି କାର୍ଯ୍ୟାଳୟ, ବେଗୁନିଆ ଠାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୨୮୧ ଗୋଟି ଅଭିଯୋଗ ଗ୍ରହଣ କରାଯାଇଥିବା ବେଳେ ୨୮୦ ଟି ବ୍ୟକ୍ତିଗତ ସମସ୍ୟା ଥିଲା।

ରେଡ଼କ୍ରସ ଫଣ୍ଡରୁ ସାହାଯ୍ୟ ପାଇଁ ଜଣଙ୍କର ୩୦୦୦ ଟଙ୍କାର ଅଭିଯୋଗ ଥିଲା। ଅଭିଯୋଗ ପ୍ରକୋଷ୍ଠରେ ୦୩ ଟି ଅଭିଯୋଗ ତ୍ୱରିତ ସମାଧାନ କରାଯାଇଥିଲା। ୨ ଟି ହୁଇଲ ଚେୟାର ପ୍ରଦାନ କରାଯାଇଥିଲା।

ଏହି ଶୁଣାଣିରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଆରକ୍ଷୀ ଅଧିକ୍ଷକ,ସିଦ୍ଧାର୍ଥ କାଟାରିଆ, ଅତିରିକ୍ତ ଜିଲ୍ଲାପାଳ, ପ୍ରତାପ ଚନ୍ଦ୍ର ବେଉରା, ଉପ -ଜିଲ୍ଲାପାଳ ଦିପ୍ତୀରଂଜନ ସେଠି, ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଗଣ, ବି. ଡ଼ି ଓ, ବେଗୁନିଆ ବ୍ଲକ, ଡେପୁଟି -କଲେକ୍ଟର, ଗ୍ରୀଭାନ୍ସ, ଉପସ୍ଥିତ ଥିଲେ।

Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ଖୋର୍ଦ୍ଧା: ବିପୁଳ ପରିମାଣର ବ୍ରାଉନ ସୁଗାର ଓ ଗଞ୍ଜେଇ ନଷ୍ଟ କଲା ଏସଟିଏଫ

ଖୋର୍ଦ୍ଧା: ବିପୁଳ ପରିମାଣର ଜବତ ହୋଇଥିବା ବ୍ରାଉନ ସୁଗାର ଓ ଗଞ୍ଜେଇକୁ ଆଜି ଏସଟିଏଫ ନଷ୍ଟ କରିଛି। ଏସଟିଏଫ ଭୁବନେଶ୍ୱର ଏସପି, ଖୋର୍ଦ୍ଧା ଡେପୁଟି କଲେକ୍ଟର, ଖୋର୍ଦ୍ଧା ଜିଲ୍ଲା ଅବକାରୀ ଅଧିକ୍ଷକ, ଏସଟିଏଫ ଡ଼ିଏସପିଙ୍କ ଦ୍ୱାରା ଗଠିତ ଉଚ୍ଚ ସ୍ତରୀୟ ଡ୍ରଗ ଡ଼ିସପୋଜାଲ କମିଟିର ନିଷ୍ପତ୍ତିକ୍ରମେ ଏବଂ ରାଜ୍ୟ ଫରେନସିକ ସାଇନ୍ସର ଅଧିକାରୀ ଏବଂ ରାଜ୍ୟ ପ୍ରଦୂଷଣ ବୋର୍ଡର ସଭ୍ୟଙ୍କ ଉପସ୍ଥିତିରେ ଆଜି ସମସ୍ତ ନିୟମାବଳୀ ଅନୁସରଣ କରାଯାଇ ଏସଟିଏଫର ଦଶ ଗୋଟି ମାମଲାରେ ଖୋର୍ଦ୍ଧା ଜିଲ୍ଲାରେ ଜବତ ହୋଇଥିବା ସମୁଦାୟ ୧୧ କେଜି ୨୭୭ ଗ୍ରାମ ବ୍ରାଉନ ସୁଗାର ଏବଂ ଗୋଟିଏ ମାମଲାରେ ଜବତ ହୋଇଥିବା ୫୮ କେଜି ଗଞ୍ଜେଇକୁ ଖୋର୍ଦ୍ଧା ଟାଙ୍ଗିଆପଡ଼ା ସ୍ଥିତ ଏକ ଭାଟିରେ ନଷ୍ଟ କରାଯାଇଛି।

ଏପରି ଆହୁରି ଅନେକ ଏନଡ଼ିପିଏସ କେଶରେ ଜବତ ହୋଇଥିବା ନିଶା ଦ୍ରବ୍ୟକୁ ନଷ୍ଟକରିବା ପାଇଁ ପ୍ରକ୍ରିୟା ଜାରିରହିଛି ଏବଂ ଆଜି ସୁଦ୍ଧା ଏସଟିଏଫ ୩୬ କେଜି ୮୧୫ ଗ୍ରାମ ବ୍ରାଉନ ସୁଗାର ଏବଂ ୧୨୭ କୁଇଣ୍ଟାଲ ୭୫ କେଜି ଗଞ୍ଜେଇ ନଷ୍ଟ କରିଥିବା ଜଣାପଡିଛି l

Categories
ଆଜିର ଖବର ରାଜ୍ୟ ଖବର

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ରେଡ କ୍ରସ ବୈଠକ

ଖୋର୍ଦ୍ଧା: ଆଜି ପୂର୍ବାହ୍ନ ୧୦ ଟା ରେ ଜିଲ୍ଲାପାଳଙ୍କ ସଦଭାବନା ଗୃହରେ ଜିଲ୍ଲପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ରେଡକ୍ରସ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅତିରିକ୍ତ ଅରକ୍ଷୀ ଅଧିକ୍ଷକ ସୁରେନ୍ଦ୍ର ନାଥ ମୁର୍ମୁ, ଅତିରିକ୍ତ ଜିଲ୍ଲାପାଳ (ପ୍ରଶାସନ) ପ୍ରତାପ ଚନ୍ଦ୍ର ବେଉରା, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ସାଫଲ୍ୟ ମଣ୍ଡିତ ପ୍ରଧାନ, ଉପ. ଜିଲ୍ଲାପାଳ ଦୀପ୍ତି ରଞ୍ଜନ ସେଠି, ମୁଖ୍ୟ ଚିକିତ୍ସା ଅଧିକାରୀ ଆର୍ତ୍ତବନ୍ଧୁ ନାୟକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟ, ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି ବୈଠକକୁ ପରିଚାଳନା କରିଥିଲେ ଡେପୁଟି କଲେକ୍ଟର ଉର୍ମିପ୍ରଭା ମହାରଣା।

୨୦୨୨ ମସିହାରେ ରେଡ଼କ୍ରସ ଟଙ୍କାର ସମୀକ୍ଷା କରାଯାଇ ବ୍ୟାଙ୍କରେ କେଉଁ ପ୍ରକାରରେ ଯଥା ଫିକ୍ସ ଏବଂ ସେଭିଂ ଜମା କରାଯାଇଛି ସେ ବିଷୟରେ ଜିଲ୍ଲାପାଳ ଆଲୋଚନା କରିଥିଲେ ଏବଂ କେତେ ଫିକ୍ସ ଜମା କରାଯାଇ ପାରିବ ପରାମର୍ଶ ଦେଇଥିଲେ। ପୁରୁଣା ରସିଦ ବହି ଫେରାଇ ନୂଆ ରସିଦ ବହି ନେଇଯିବାକୁ ସମସ୍ତ ବିଭାଗକୁ ଅନୁରୋଧ କରିଥିଲେ।

ଲୋକଙ୍କ ମଙ୍ଗଳ ପାଇଁ ରସିଦ ବହିରେ ଟଙ୍କା ପାଇବାର ୧୫ ଦିନ ଭିତରେ ହସ୍ତାନ୍ତର କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପୋଲିସ ବିଭାଗକୁ କିଛି ରସିଦ ବହି ଦେବା ପାଇଁ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଅନୁରୋଧ କରିଥିଲେ। ଆଦାୟ ଜୋର ଜବରଦସ୍ତ ନକରିବାକୁ ପରାମର୍ଶ ଦେଇଥିଲେ। ଏହା କେବଳ ଜନ ସାଧାରଣଙ୍କ ହିତ ପାଇଁ ଉଦ୍ଦିଷ୍ଟ। ଶେଷରେ ଧନ୍ୟବାଦ ପୂର୍ବକ ସଭା ସାଙ୍ଗ କରାଯାଇଥିଲା।

Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ଖୋର୍ଦ୍ଧା ସଦର ଥାନା ଅଞ୍ଚଳରେ ଅବକାରୀ ଚଢ଼ାଉ, ୬ ହଜାରରୁ ଉର୍ଦ୍ଧ୍ଵ ଲିଟର ପୋଚ ଜବତ

ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଅବକାରି ବିଭାଗ ପକ୍ଷରୁ ସଦର ଥାନା ଅନ୍ତର୍ଗତ ବରପଡ଼ା ଗ୍ରାମରେ ଚଢ଼ାଉ କରାଯାଇଥିଲା। ଉକ୍ତ ସମୟରେ ବେଆଇନ ମଦ ଭାଟି ଗୁଡିକୁ ଅବକାରୀ ବିଭାଗ ପକ୍ଷରୁ ଭାଙ୍ଗି ଦିଆଯାଇଥିବା ବେଳେ ୬ ହଜାର ୪୦୦ ଲିଟର ଗୁଡ଼ ମିଶ୍ରିତ ପୋଚ ଏବଂ ୪୮୦ ଲିଟର ଦେଶୀ ମଦ ଜବତ କରି ନଷ୍ଟ କରିଦିଆଯାଇଛି।

ତେବେ ଜଙ୍ଗଲର ସୁଯୋଗ ନେଇ ବେପାରି ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଉକ୍ତ ଚଢ଼ାଉରେ ଖୋର୍ଦ୍ଧା ରେଞ୍ଜ ଅବକାରୀ ଇନ୍ସପେକ୍ଟର ଭୈରବ ସାହୁ, ଜିଲ୍ଲା ମୋବାଇଲ ସବ ଇନ୍ସପେକ୍ଟର ବି ମନୋଜ କୁମାର, ଖୋର୍ଦ୍ଧା ଅବକାରୀ ଅଧିକାରୀ ରଞ୍ଜନ ଦାସ , ବେଗୁନିଆ ଅବକାରୀ ଅଧିକାରୀ ରାଜେନ୍ଦ୍ର ଖେସ ଏବଂ ଖୋର୍ଦ୍ଧା ଓ ବେଗୁନିଆ ଅବକାରୀ କର୍ମଚାରୀ ମାନେ ସାମିଲ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଖୋର୍ଦ୍ଧା: ଜିଲ୍ଲା ମହୋତ୍ସବର ଉଦଘାଟନୀ ଦିବସରେ ଗ୍ରାମାଞ୍ଚଳ କାରିଗରମାନଙ୍କ ଦ୍ୱାରା ହସ୍ତଶିଳ୍ପ ପ୍ରଦର୍ଶନୀ

ଖୋର୍ଦ୍ଧା: ଜିଲ୍ଲା ପ୍ରଶାସନ, ରାଜ୍ୟ ପଂଚାୟତି ରାଜ ଓ ପାନୀୟ ଜଳ ବିଭାଗ, ଜିଲ୍ଲା ସଂସ୍କୃତି ପରିଷଦ, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ମିଳିତ ସହଯୋଗରେ ଆଜି ଜିଲ୍ଲା ମହୋତ୍ସବ ଓ ପଲ୍ଲଶ୍ରୀ ମେଳାର ଉଦଘାଟନୀ ଦିବସ, ଖୋର୍ଦ୍ଧା ସ୍ଥିତ ହାଭେଳି ପଡିଆଠାରେ ଅନୁଷ୍ଠିତ ହୋଇଯାଇଛି।

ଏହି ଅବସରରେ ମୁଖ୍ୟ ଅତିଥି ପଂଚାୟତି ରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ ଅମାତ, ମୁଖ୍ୟ ବକ୍ତା ଭାବେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଖୋର୍ଦ୍ଧା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ବେଗୁନିଆ ବିଧାୟକ ରାଜେନ୍ଦ୍ର କୁମାର ସାହୁ, ଖୋର୍ଦ୍ଧା ବିଧାୟକ ଜ୍ୟୋତିନ୍ଦ୍ର ନାଥ ମିତ୍ର, ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ, ଖୋର୍ଦ୍ଧା ଜିଲ୍ଲା ପରିଷଦ ଅଧ୍ୟକ୍ଷା ରୂପଶ୍ରୀରାଣୀ ଗୁମାନସିଂ, ଜିଲ୍ଲାପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ଖୋର୍ଦ୍ଧା ଅଧ୍ୟକ୍ଷା କଲ୍ୟାଣୀ ମଞ୍ଜରୀ ମହାନ୍ତି, ଜିଲ୍ଲାପାଳ ସୁଦର୍ଶନ ଚକ୍ରବର୍ତ୍ତୀ, ଡ଼ି. ଏଫ. ଓ ପି. ପୁର୍ଣିମା, ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲା ପରିଷଦ ଦିଗନ୍ତ ରାଉତରାୟ, ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରା ପ୍ରମୁଖ ଯୋଗ ଦେଇଥିଲେ।

ଏହି ମେଳାରେ ଗ୍ରାମାଞ୍ଚଳ କାରିଗରମାନଙ୍କ ଦ୍ୱାରା ପ୍ରସ୍ତୁତ ବିଭିନ୍ନ ହସ୍ତଶିଳ୍ପ, ଘରୋଇ ଉପକରଣ ସାମଗ୍ରୀର ପ୍ରଦର୍ଶନୀ ଓ ବିକ୍ରୟ ସହିତ ଖାଦ୍ୟ ମେଳା ମଧ୍ୟ ପ୍ରଦର୍ଶିତ କରାଯାଇଛି।  ଏଥି ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ଆଇଏନଏସ ଚିଲିକା ପକ୍ଷରୁ ବାର୍ଷିକ ସାମ୍ବାଦିକ ବନ୍ଧୁମିଳନ

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ନିକଟସ୍ଥ ଆଇଏନଏସ ଚିଲିକା ପକ୍ଷରୁ ଏକ ବାର୍ଷିକ ସାମ୍ବାଦିକ ବନ୍ଧୁମିଳନ କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଯାଇଛି। ନାଭାଲ ଅଫିସର ଇନଚାର୍ଜ (ଓଡିଶା) ଓ ଆଇଏନଏସ ଚିଲିକା କମାଣ୍ଡିଂ ଅଫିସର କୋମୋଡର ଏନ.ପି ପ୍ରଦୀପଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଉକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମରେ ଖୋର୍ଦ୍ଧା, ଟାଙ୍ଗୀ, ବାଣପୁର, ବାଲୁଗାଁ ଏବଂ ବ୍ରହ୍ମପୁର ଅଞ୍ଚଳର ବହୁ ସାମ୍ବାଦିକ ଯୋଗ ଦେଇଥିଲେ। ଆଇଏନଏସ ଚିଲିକା ପକ୍ଷରୁ ସମସ୍ତ ସାମ୍ବାଦିକ ମାନଙ୍କୁ ଷ୍ଟେସନ ପରିସରରେ ଭବ୍ୟ ସ୍ୱାଗତ କରାଯିବା ସହ ପରବର୍ତ୍ତୀ ସମୟରେ ନାଭାଲ ଅଧିକାରୀଙ୍କ ସଙ୍ଗେ ସାମ୍ବାଦିକ ମାନେ ମା’ କାଳିଜାଇ ମନ୍ଦିର ଦର୍ଶନକୁ ଯାଇଥିଲେ। ଏହା ପରେ ଆଇଏନଏସ ଚିଲିକାର ଅଫିସର୍ସ ମେସରେ ସାମ୍ବାଦିକମାନଙ୍କ ସହ ବାର୍ତ୍ତାଳାପ କରିଥିଲେ କମାଣ୍ଡିଂ ଅଫିସର କୋମୋଡର ଏନ.ପି ପ୍ରଦୀପ।

ଏହି ଅବସରରେ ଦୀର୍ଘ ଏକ ବର୍ଷ ମଧ୍ୟରେ ଆଇଏନଏସ ଚିଲିକା ପକ୍ଷରୁ କରାଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମର ବିବରଣୀ ଗଣମାଧ୍ୟମ ପ୍ରତିନିଧିମାନଙ୍କ ସମ୍ମୁଖରେ ଉପସ୍ଥାପନ କରାଯାଇଥିଲା। ତେବେ ଆଇଏନଏସ ଚିଲିକାର ଉକ୍ତ ସମସ୍ତ କାର୍ଯ୍ୟକ୍ରମକୁ ରାଜ୍ୟ ତଥା ଦେଶର ଜନସାଧାରଣଙ୍କ ନିକଟରେ ପହଞ୍ଚାଇଥିବାରୁ ବନ୍ଧୁ ମିଳନରେ ଯୋଗଦେଇଥିବା ସମସ୍ତ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଆଇଏନଏସ ଚିଲିକା ପକ୍ଷରୁ କୃତଜ୍ଞତା ଜ୍ଞାପନ କରାଯାଇଥିଲା।

ଏହା ସହିତ ସ୍ଥାନୀୟ ଗଣମାଧ୍ୟମର ଭୂୟାଁସୀ ପ୍ରଶଂସା କରିଥିଲେ କମାଣ୍ଡିଂ ଅଫିସର କୋମୋଡର ଏନ.ପି ପ୍ରଦୀପ। ଆଗକୁ ମଧ୍ୟ ଗଣମାଧ୍ୟମ ଓ ଆଇଏନଏସ ଚିଲିକାର ସମ୍ପର୍କ ଏହିପରି ଅତୁଟ ରହିବ ବୋଲି କହିଥିଲେ ଶ୍ରୀ ପ୍ରଦୀପ।

ପରିଶେଷରେ ସମସ୍ତ ସାମ୍ବାଦିକମାନେ କମାଣ୍ଡିଂ ଅଫିସରଙ୍କ ସହିତ ମଧ୍ୟାହ୍ନ ଭୋଜନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମକୁ କମାଣ୍ଡର ପରିଚୟ କାଲରା ପରିଚାଳନା କରିଥିବା ବେଳେ କ୍ୟାପଟେନ ବାସୁଦେବନ, କ୍ୟାପଟେନ ସଞ୍ଜୟ ତ୍ରିପାଠୀ, ଡେପୁଟି ପି.ଆର.ଓ ବିନୋଦ ଚନ୍ଦ୍ର ମିଶ୍ର, ଲିଉଟନାଣ୍ଟ କମାଣ୍ଡର ଅକ୍ଷୟ ସାହୁ, ସବ ଲିଉଟନାଣ୍ଟ ଜୁହି ଆଦି ଉପସ୍ଥିତ ଥିଲେ।

Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ଖୋର୍ଦ୍ଧା: ବିପୁଳ ପରିମାଣର ଗଞ୍ଜେଇ ନଷ୍ଟ କଲା ଏସଟିଏଫ

ଖୋର୍ଦ୍ଧା: ଏସଟିଏଫ ଭୁବନେଶ୍ୱର ଏସପି, ଖୋର୍ଦ୍ଧା ଡେପୁଟି କଲେକ୍ଟର, ଖୋର୍ଦ୍ଧା ଜିଲ୍ଲା ଅବକାରୀ ଅଧିକ୍ଷକ, ଏସଟିଏଫ ଡ଼ିଏସପିଙ୍କ ଦ୍ୱାରା ଗଠିତ ଉଚ୍ଚ ସ୍ତରୀୟ ଡ୍ରଗ ଡ଼ିସପୋଜାଲ କମିଟିର ନିଷ୍ପତିକ୍ରମେ ଏବଂ ରାଜ୍ୟ ଫରେନସିକ ସାଇନ୍ସ ର ଅଧିକାରୀ ଏବଂ ରାଜ୍ୟ ପ୍ରଦୂଷଣ ବୋର୍ଡର ସଭ୍ୟଙ୍କ ଉପସ୍ଥିତିରେ ଆଜି ସମସ୍ତ ନିୟମାବଳୀ ଅନୁସରଣ କରାଯାଇ ଏସଟିଏଫର ଆଠ ଗୋଟି ମାମଲାରେ ଖୋର୍ଦ୍ଧା ଜିଲ୍ଲାରେ ଜବତ ହୋଇଥିବା ସମୁଦାୟ ୧୧୨୦ କେଜି ଗଞ୍ଜେଇ କୁ ଖୋର୍ଦ୍ଧା ଟାଙ୍ଗିଆପଡ଼ା ସ୍ଥିତ ଏକ ଭାଟିରେ ନଷ୍ଟ କରାଯାଇଛି।

ଏପରି ଆହୁରି ଅନେକ ଏନଡ଼ିପିଏସ କେଶରେ ଜବତ ହୋଇଥିବା ନିଶା ଦ୍ରବ୍ୟକୁ ନଷ୍ଟକରିବା ପାଇଁ ପ୍ରକ୍ରିୟା ଜାରିରହିଛି ଏବଂ ଆଜି ସୁଦ୍ଧା ଏସଟିଏଫ ୨୫ କେଜି ୫୩୮ ଗ୍ରାମ ବ୍ରାଉନ ସୁଗାର ଏବଂ ୧୨୭ କୁଇଣ୍ଟାଲ ୧୭ କେଜି ଗଞ୍ଜେଇ ନଷ୍ଟ କରିଥିବା ବେଳେ ଓଡ଼ିଶା ପୋଲିସ ଆଜି ସୁଦ୍ଧା ୩୦ କେଜି ୬୦୦ ଗ୍ରାମରୁ ଉର୍ଦ୍ଧ ବ୍ରାଉନ ସୁଗାର ଏବଂ ୯୫୦ କୁଇଣ୍ଟାଲରୁ ଉର୍ଦ୍ଧ ଗଞ୍ଜେଇ ନଷ୍ଟ କରିଥିବାର ଜଣାପଡିଛି।

Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ଜଙ୍କିଆରୁ ଲକ୍ଷାଧିକ ଟଙ୍କାର ବ୍ରାଉନ ସୁଗାର ଜବତ, ଅଭିଯୁକ୍ତ ଗିରଫ

ଜଙ୍କିଆ: ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଅଞ୍ଚଳରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ବ୍ରାଉନ ସୁଗାର ଜବତ କରିଛି ଟାଙ୍ଗୀ ଅବକାରୀ ବିଭାଗ। ଟାଙ୍ଗୀ ରେଞ୍ଜ ଅବକାରୀ ଇନ୍ସପେକ୍ଟର ଆଲୋକ ପ୍ରଧାନଙ୍କ ତତ୍ୱାବଧାନରେ ଏକ ଟିମ ଗଠନ କରାଯାଇ ଦେଉଳିପାଟଣା ଛକରେ ଚଢ଼ାଉ କରାଯାଇ ଅଭିଯୁକ୍ତ ସୁମନ୍ତ ମଙ୍ଗରାଜ (୩୦) ଙ୍କୁ ଗିରଫ କରାଯାଇଥିବା ବେଳେ ତାଙ୍କ ନିକଟରୁ ୨୭ ଗ୍ରାମ ବ୍ରାଉନ ସୁଗାର ଜବତ କରାଯାଇଛି। ଯାହାର ମୂଲ୍ୟ ୨ ଲକ୍ଷ ୭୦ ହଜାର ଟଙ୍କା ହେବ। ଏହି ପରିପ୍ରେକ୍ଷୀରେ ଟାଙ୍ଗୀ ରେଞ୍ଜ ଅବକାରୀ ବିଭାଗ ପିଆର ନମ୍ବର ୯୧/୨୨-୨୩ ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି।

Categories
ଆଜିର ଖବର ରାଜ୍ୟ ଖବର

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ, ଉଦଘାତଟିତ ହେଲା ବିଭିନ୍ନ ବିଭାଗର ୮ ଷ୍ଟଲ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ପାଣି ପଞ୍ଚାୟତ ପକ୍ଷ ପାଳନ ଅବସରରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀଙ୍କ କାର୍ଯ୍ଯାଳୟ ପରିସରରେ ବିଭିନ୍ନ ବିଭାଗର ୮ ଗୋଟି ଷ୍ଟଲ ଯଥାକ୍ରମେ: ଜଳସଂପଦ ବିଭାଗ, ଉଦ୍ୟାନ ବିଭାଗ ଏବଂ କୃଷି ବିଭାଗ ଇତ୍ୟାଦି ଉଦଘାଟନ ହୋଇଯାଇଛି। ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ରାନୀ ଗୁମାନସିଂହ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ବିଘ୍ନରାଜ ପୁରୋହିତ, ମୁଖ୍ୟ ଉନ୍ନୟନ ଅଧିକାରୀ ଦିଗମ୍ବର ରାଉତ, ଖୋର୍ଦ୍ଧା ଅଧିକ୍ଷଣ ଯନ୍ତ୍ରୀ ଇଂ ପ୍ରଦୀପ କୁମାର ବେହେରା, ଏସଡିଓ ଅକ୍ଷୟ କୁମାର ବେହେରା, ସହକାରୀ ଯନ୍ତ୍ରୀ ଇଂ ସୁରେନ୍ଦ୍ର କୁମାର ସାହୁ ଏବଂ ପ୍ରଭାସ ଚନ୍ଦ୍ର ପଟ୍ଟନାୟକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟ ପ୍ରମୁଖ ଯୋଗଦେଇଥିଲେ। ଜଳସେଚତନ ବିଭାଗଙ୍କ ତରଫରୁ ପାଣି ପଞ୍ଚାୟତ ପକ୍ଷ ପାଳନ ପାନ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରା ୨ ଟି ରଥର ଶୁଭାରମ୍ଭ ଉଦ୍ଦେଶ୍ୟରେ ଆଜି ସକାଳ ୧୦ ଘଟିକାରେ ପତାକା ଉତ୍ତୋଳନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଜଳସେଚତନ ବିଭାଜନର ଯନ୍ତ୍ରୀ ଏବଂ କର୍ମଚାରୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଉପଲକ୍ଷେ ଜିଲ୍ଲା ସଂସ୍କୃତି ଭବନରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟସ୍ତରୀୟ ପାଣି ପଞ୍ଚାୟତର ଉଦ୍ଦେଶ୍ୟ ଚରିତାର୍ଥ କରିବା ପାଇଁ ବିଭିନ୍ନ ଦିଗରୁ କୃଷକ, କୃଷି ଓ ଜଳସେଚତନ ଉପରେ ସମୀକ୍ଷା କରଯାଇଥିଲା। ମଞ୍ଚାସୀନ ସମସ୍ତ ବକ୍ତା କୃଷି ପାଇଁ ଜଳ ସଂରକ୍ଷଣ, ସୁଷମ ବଣ୍ଟନ ଓ ସଦୁପଯୋଗ ଉପରେ ଆଲୋକପାତ କରାଯାଇଥିଲା। ଏହି ଉପଲକ୍ଷେ ହୋଇଥିବା ପ୍ରତିଯୋଗୀତା: ଯଥା କୁଇଜ/ପ୍ରବନ୍ଧ/ଚିତ୍ରାଙ୍କନ/ଡିବେଟରେ ୧୨ ଜଣ କୃତ୍ତି ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା।

ଏହି ରଥର ଉଦ୍ଦେଶ୍ୟ ହେଉଛି ଜିଲ୍ଲା ପରିକ୍ରମା କରି ସଚେତନତା ବାର୍ତ୍ତା ପ୍ରଚାର କରିବା। ଜଳସେଚତନର ସୁଚାରୁରୂପେ ପରିଚାଳନା ଏବଂ ସଠିକ ଭାବେ କିପରି ଲୋକଙ୍କ ପାଖରେ ପହଞ୍ଚାଯାଇପାରିବ ତାହା ସରକାରଙ୍କର ଏକ ସୁନ୍ଦର ପ୍ରୟାସ। ଖୋର୍ଦ୍ଧା ଜିଲ୍ଲାରେ ମୋଟ ୫୫୦ ଗୋଟି ପାଣି ପଞ୍ଚାୟତ ଗଠନ ହୋଇଛି। ସେଥିମଧ୍ୟରୁ ୫୨୧ ଟି ନିର୍ବାଚିତ ହୋଇ ସାରିଥିବା ବେଳେ ଅବଶିଷ୍ଟ ଖାଲିଥିବା ଖୋର୍ଦ୍ଧା ଡିଭିଜନ-୧୦, ପ୍ରାଚୀ ଡିଭିଜନ-୦୫, ମାଇନର ଇରିଗେସନ ଡିଭିଜନ ୧୪ ଟି ପୂରଣ କରିବା ପାଇଁ ପଦକ୍ଷେପ ନିଆଯାଇଛି।

Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ଖୋର୍ଦ୍ଧା: ୮ ଲକ୍ଷ ମୂଲ୍ୟର ବ୍ରାଉନ ସୁଗାର ଜବତ, ଦୁଇ ଗିରଫ

ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲା ଅବକାରୀ ମୋବାଇଲ ୟୁନିଟ ଟାଉନ ଥାନା ଅନ୍ତର୍ଗତ ଦୁଇ ଗୋଟି ସ୍ଥାନରେ ଚଢ଼ାଉ କରି ୮୦ ଗ୍ରାମ ବ୍ରାଉନ ସୁଗାର ଜବତ କରିଛି, ଯାହାର ମୂଲ୍ୟ ୮ ଲକ୍ଷ ଟଙ୍କା ହେବ ବୋଲି କୁହାଯାଉଛି।

ସୂଚନା ମୁତାବକ ଜିଲ୍ଲା ଅବକାରୀ ମୋବାଇଲ ଇନ୍ସପେକ୍ଟର ନୀଳିମା ଜୟନ୍ତୀ ସ୍ୱାଇଁ ଏବଂ ସବ ଇନ୍ସପେକ୍ଟର ବି ମନୋଜ କୁମାର ଖୋର୍ଦ୍ଧା ନୂଆ ବସ ଷ୍ଟାଣ୍ଡ ଏବଂ ହାବେଳୀ ପଡିଆରେ ଚଢାଉ କରି ୮୦ ଗ୍ରାମ ବ୍ରାଉନ ସୁଗାର ଜବତ କରିବା ସହ ଦୁଇ ଅଭିଯୁକ୍ତ ଲୋକନାଥ ରାହୁଲ (୧୯) ଏବଂ ରାହୁଲ ନାୟକ (୧୯) ଙ୍କୁ ଗିରଫ କରିଛନ୍ତି। ଉଭୟଙ୍କ ବିରୁଦ୍ଧରେ ଜିଲ୍ଲା ଅବକାରୀ ମୋବାଇଲ ଦୁଇ ଗୋଟି ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଛି।

Categories
ଆଜିର ଖବର ରାଜ୍ୟ ଖବର

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ “ବୃତ୍ତିଗତ ପଥ ପ୍ରଦର୍ଶନ” କର୍ମଶାଳା

ଖୋର୍ଦ୍ଧା: ବେଗୁନିଆ ମହାବିଦ୍ୟାଳୟର ସଭାଗୃହରେ ସାମାଜିକ ଅନୁଷ୍ଠାନ ପ୍ରୋଜେକ୍ଟ ପଏଣ୍ଟ ଏବଂ ନେହୁରୁ ଯୁବକେନ୍ଦ୍ର, ଖୋର୍ଦ୍ଧା ସହଭାଗିତାରେ ଏକଦିନିଆ କର୍ମଶାଳା “ବୃତ୍ତିଗତ ପଥ ପ୍ରଦର୍ଶନ” କାର୍ଯ୍ୟକ୍ରମର ଆୟୋଜିତ ହୋଇଯାଇଛି। ଏହି କର୍ମଶାଳାକୁ ସାମାଜିକ ଅନୁଷ୍ଠାନ ‘ପ୍ରେରଣା’ର ପ୍ରତିଷ୍ଠାତା ତଥା ସଭାପତି ଡ. ଦିଲ୍ଲୀପ କୁମାର ଶ୍ରୀଚନ୍ଦନ, ବିଜୁ ଜନତା ଦଳର ସାଧାରଣ ସମ୍ପାଦକ ପ୍ରଦୀପ କୁମାର ସାହୁ ମୁଖ୍ୟ ଅତିଥି ଏବଂ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଦିଲ୍ଲୀପ କୁମାର ମିଶ୍ରଙ୍କ ସହଯୋଗରେ ଏହି କାର୍ଯ୍ୟକ୍ରମ ହୋଇଯାଇଛି।

ଏହି କାର୍ଯ୍ୟକ୍ରମରେ ପ୍ରୋଜେକ୍ଟ ପଏଣ୍ଟର ଅଧ୍ୟକ୍ଷ ସଂଗ୍ରାମ କେଶରୀ ସମାନ୍ତରାୟ ସଭା କାର୍ଯ୍ୟ ପରିଚାଳନା କରିଥିଲେ ଓ ସମ୍ମାନିତ ଅତିଥି ଭାବେ ନେହୁରୁ ଯୁବକେନ୍ଦ୍ରର ଜିଲ୍ଲା ଯୁବ ଅଧିକାରୀ ବିପିନ କୁମାର ଅନ୍ତର୍ଜାତିକ ମାନବ ଅଧିକାର ସଂଗଠନର ଜିଲ୍ଲା ସଭାପତି ଅଭିନାଶ ନାଏକ, ଧନ୍ଦାମୂଳକ ଶିକ୍ଷା, ଭୁବନେଶ୍ବରର ଜିତାମିତ୍ର ଶତପଥୀ ଏବଂ ଖୋର୍ଦ୍ଧା ଜିଲ୍ଲା ସଂଯୋଜକ, ଓରସମାର ବିମଲ ଚନ୍ଦ୍ର ଦାସ ପ୍ରମୁଖ ଯୋଗଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଜିଲ୍ଲାର ଗ୍ରାମାଞ୍ଚଳରେ ଥିବା ବେକାର ଯୁବକ ଯୁବତୀମାନଙ୍କୁ ଆନୁଷ୍ଠାନିକ ଶିକ୍ଷା ପରବର୍ତ୍ତୀ ରୋଜଗାର ଉପରେ ସଚେତନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ୨୪୩ ଜଣ ଯୁବକ ଯୁବତୀ, ୧୨ ଟି ମହାବିଦ୍ୟାଳୟ ଓ ୪ ଟି ଧନ୍ଦାମୂଳକ ଶିକ୍ଷାର ଛାତ୍ରଛାତ୍ରୀ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ୪ ଜଣ ପ୍ରଶିକ୍ଷକ ଯଥା ଅମିୟ ରଞ୍ଜନ ନାୟକ/ ଖୋର୍ଦ୍ଧା ସରକାରୀ ମତ୍ସ୍ୟ ଅଧିକାରୀ, ଅରଜୀତ ମିଶ୍ରଭାରତ ସରକାରଙ୍କ ଯୁବ ପେଷାଦାର, ଅନ୍ତର୍ଜାତିକ ସଫଳ ଚାଷୀ ରମେଶ ଚନ୍ଦ୍ର ରାଉତ, ପିଲାମାନଙ୍କ ଦକ୍ଷତା ବିକାଶ ଉପରେ ଆଲୋଚନା କରିଥିଲେ।

କାର୍ଯ୍ୟକ୍ରମରେ ସ୍ଵେଚ୍ଛାସେବୀ ରଜନୀଗନ୍ଧା ସାମନ୍ତରାୟ, ଅବିନାଶ ସାମନ୍ତରାୟ ଓ କ୍ରୀଡା ପ୍ରଶିକ୍ଷକ ସୂର୍ଯ୍ୟମଣୀ ମାଝୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଖୋର୍ଦ୍ଧାରେ ପାଳିତ ହେଲା ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ

ଖୋର୍ଦ୍ଧା: ଆଜି 74ତମ ସାଧାରଣତନ୍ତ୍ର ଦିବସ ଖୋର୍ଦ୍ଧା ଜିଲ୍ଲାରେ ମହା ଆଡମ୍ବର ସହକାରେ ପାଳିତ ହୋଇଯାଇଛି। ଖୋର୍ଦ୍ଧାରେ ଅନୁଷ୍ଠିତ ହୋଇଥିବା ଜିଲ୍ଲାସ୍ତରୀୟ ପାରେଡରେ ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଜିଲ୍ଲାପାଳ ଜାତୀୟ ପତାକା ଉତ୍ତୋଳନ କଲାପରେ ପାରେଡ ଅଭିବାଦନ ଗ୍ରହଣ କରିଥିଲେ।

ପରେ ପରେ ଆରବିଏନ ପୋଲିସ ବାହିନୀ ତରଫରୁ ଜାତୀୟ ସଂଗୀତ ରେକର୍ଡ ବଜାଯାଇଥିଲା। ବିଭିନ୍ନ ସ୍କୁଲ, କଲେଜ ଛାତ୍ରଛାତ୍ରୀଙ୍କ ସମେତ 6 ଟି ପ୍ରଜ୍ଞାପନ ମେଢ଼ ଉକ୍ତ ପାରେଡରେ ଭାଗ ନେଇଥିଲେ। ଜିଲ୍ଲାର ବିଭିନ୍ନ ବିଭାଗ ପକ୍ଷରୁ ପୂର୍ବରୁ ଚୟନ କରାଯାଇଥିବା ବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରତିଯୋଗିତା କରାଯାଇଥିଲା।

ଏହାପରେ ସଂକଳ୍ପ ଯୋଜନା ଅନ୍ତର୍ଗତ ଜିଲ୍ଲାର 10 ଗୋଟି ବିଦ୍ୟାଳୟକୁ ମାଟ୍ରିକ ରେଜଲ୍ଟ ଭଲ କରିଥିବାରୁ ବେଷ୍ଟ ସ୍କୁଲ ଆୱାର୍ଡ ଘୋଷଣା କରାଯିବା ସହ 1 ଲକ୍ଷ ନଗଦ ପୁରସ୍କାର ଓ ମୋମେଟୋ ପ୍ରଦାନ କରାଯାଇଥିଲା। ସ୍କୁଲ/ କଲେଜ ପିଲା ମାନଙ୍କ ମଧ୍ୟରେ ପ୍ରତିଯୋଗିତାରେ ପ୍ରଥମ / 2ୟ / 3ୟ ସ୍ଥାନ ହାସଲ କରିଥିବା 41 ଜଣ କୃତି ଛାତ୍ରୀଛାତ୍ର ମାନଙ୍କୁ ରନିଙ୍ଗ ଟ୍ରଫି ସାର୍ଟିଫିକେଟ ଦିଆଯାଇଥିଲା। ବିଭିନ୍ନ ବିଭାଗରେ ଭଲ କାର୍ଯ୍ୟ କରୁଥିବା 30 ଜଣ କର୍ମଚାରୀଙ୍କୁ ସାର୍ଟିଫିକେଟ ଏବଂ ଉତ୍ତରୀୟ ପ୍ରଦାନ କରାଯାଇଥିଲା ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଅଂଶଗ୍ରହଣ କରିଥିବା 3 ଗୋଟି ବିଦ୍ୟାଳୟ କୁ ସାର୍ଟିଫିକେଟ ଓ ଟ୍ରଫି ଦ୍ୱାରା ପୁରସ୍କୃତ କରାଯାଇଥିଲା।

ପାରେଡ ରେ 41 ଗୋଟି ସାମରିକ ଓ ବେସାମେରିକ ଟ୍ରୁପ ଭାଗ ନେଇଥିବା ବେଳେ ସେମାନଙ୍କୁ ଟ୍ରଫି ପ୍ରଦାନ କରାଯାଇଥିଲା। ପରିଶେଷରେ ଜେଲରେ କଏଦୀମାନଙ୍କୁ ମିଷ୍ଟାନ୍ନ ଓ ଫଳ, ମେଡିକାଲ ରେ ଫଳ ଓ ବିସ୍କେଟ ବଣ୍ଟନ କରାଯାଇଥିଲା। ମେଣ୍ଢାଶାଳରେ ଥିବା ଆଦୃତ ଅନାଥ ଆଶ୍ରମରେ ମଧ୍ୟ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା।

Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ଖୋର୍ଦ୍ଧାରୁ ୪୦ ଲକ୍ଷ ମୂଲ୍ୟର ବ୍ରାଉନ ସୁଗାର ଜବତ, ଦୁଇ ଗିରଫ

ଖୋର୍ଦ୍ଧା: ଖୋର୍ଦ୍ଧାରେ ବ୍ରାଉନ ସୁଗାର କାରବାର ଥମିବାରେ ନାମ ନେଉ ନାହିଁ। ଅସାମାଜିକ ବ୍ୟକ୍ତିମାନେ ବାରମ୍ବାର ପୋଲିସକୁ ଚକମା ଦେଇ ବ୍ରାଉନ ସୁଗାର କାରବାର କରିବାକୁ ଚେଷ୍ଟା କରୁଛନ୍ତି। ହେଲେ ପୋଲିସ ତାଙ୍କ ଉପରେ କଡା ନଜର ରଖିଛି।

ଆଜି ମଧ୍ୟ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସକୁ ବଡ ସଫଳତା ମିଳିଛି। ଏହି କାରବାରରେ ଲିପ୍ତ ଥିବା ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କ ନିକଟରୁ ବୋଲେରୋ ଗାଡ଼ି ସହ ୪୦୦ ଗ୍ରାମ ବ୍ରାଉନସୁଗାର ଓ ନକଦ ୨୬ ହଜାର ୨୦୦ ଟଙ୍କା ଜବତ କରାଯାଇଛି। ଜବତ ବ୍ରାଉନସୁଗାରର ମୂଲ୍ୟ ୪୦ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଇଛି। ଏହି ମାମଲାରେ ଖୋର୍ଦ୍ଧାର ସନ୍ଦୀପ ମହାନ୍ତି ଏବଂ ଢେଙ୍କାନାଳ ସଦର ଥାନା ଅଞ୍ଚଳର ଗଣେଶ୍ୱର ବେହେରା ଗିରଫ ହୋଇଥିବା ପୋଲିସ ସୂଚନା ଦେଇଛି।

ତେବେ ଜବତ ହୋଇଥିବା ବ୍ରାଉନ ସୁଗାର ବିହାରରୁ ଖୋର୍ଦ୍ଧା ଆସୁଥିବାର କୌଣସି ସୂତ୍ରରୁ ଖବରପାଇ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ସଦର ଏସ୍‌ଡିପିଓ, ଟାଉନ ଅଧିକାରୀଙ୍କ ନେତୃତ୍ୱରେ ଏକ ପୋଲିସ ଟିମ୍‌ ଗଡ଼ହଳଦିଆ ନିକଟରେ ଚଢ଼ାଉ କରିଥିଲା। ଯେଉଁଥିରେ ଅଭିଯୁକ୍ତ ଦ୍ୱୟଙ୍କ ନିକଟରୁ ୪୦୦ ଗ୍ରାମ ବ୍ରାଉନ ସୁଗାର ମିଳିଥିଲା।

Categories
ଆଜିର ଖବର ରାଜ୍ୟ ଖବର

ଖୋର୍ଦ୍ଧାରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଇଁ ପ୍ରସ୍ତୁତି ବୈଠକ

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଆଜି ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲ୍ଲା ସ୍ତରୀୟ ଅଧିକାରୀ ସମେତ ସହରର ବୁଦ୍ଧିଜୀବୀ, ବିଭିନ୍ନ ବିଭାଗର ଅଧିକାରୀ, ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର କର୍ମକର୍ତ୍ତା ଙ୍କ ନିଷ୍ପତ୍ତି କ୍ରମେ 26 ତାରିଖ ସକାଳ 4.30 ରେ ରାମଧୁନ, ପ୍ରଭାତ ଫେରି, ପରେ ସହରରେ ଥିବା ମହାପୁରୁଷ ମାନଙ୍କର ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ ଏବଂ ସକାଳ 9.15 ମିନିଟ ରେ ବିଜେବି ହାଇସ୍କୁଲ ପଡିଆରେ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ କରାଯିବ।

ସମ୍ମିଳିତ ପରେଡରେ ଏ. ପି. ଆର, ଏନ. ସି.ସି, ସ୍କାଉଟ ଗାଇଡ଼, ରେଡ଼କ୍ରସ ଓ ସିଭିଲିଆନ ଦଳ ଅଂଶ ଗ୍ରହଣ କରିବେ । ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ଆଗାମୀ 20 ରୁ 22 ତାରିଖ ମଧ୍ୟରେ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହେବ। ପରେଡ ପରେ ଜିଲ୍ଲା କାରାଗାର ଏବଂ ହସ୍ପିଟାଲରେ ଫଳ ଓ ମିଷ୍ଟାନ୍ନ ବଣ୍ଟନ କରାଯିବ। ଶେଷରେ ଧନ୍ୟବାଦ ସହ ସଭା ସାଙ୍ଗ କରାଯାଇଥିଲା।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଖୋର୍ଦ୍ଧା: ବାତ ଜ୍ଵର ନିରାକରଣ ଅଭିଯାନ, ୧୦ ଦିନ ଧରି ଚାଲିବ ଔଷଧ ସେବନ କାର୍ଯ୍ୟକ୍ରମ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାପାଳଙ୍କ ସଦଭାବନା ଗୃହରେ ଆଜି ଫାଇଲେରିଆ ଅଭିଯାନ ସଚେତନତା ନିମନ୍ତେ ଏକ ଜିଲ୍ଲା ସ୍ତରୀୟ ବୈଠକ ଏଡିଏମ ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼ା ଆର୍ତ୍ତବନ୍ଧୁ ନାୟକ, ଅତିରିକ୍ତ ଜନସ୍ୱାସ୍ଥ୍ୟ ଅଧିକାରୀ (ଭେକ୍ଟର ବାହିତ ରୋଗ) ଜୀବନ୍ତ କୁମାର ଆଚାର୍ଜୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁରେନ୍ଦ୍ର ନାଥ ମୁର୍ମୁ, ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ ତରାଇ, ଜିଲ୍ଲା ମଙ୍ଗଳ ଅଧିକାରୀ ମନୋଜ କୁମାର ନାୟକ, ଅତିରିକ୍ତ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଣି ସୁଷମା ମହାନ୍ତି ଏବଂ ବିଭାଗୀୟ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

ଫେବୃୟାରୀ ୧୦ ତାରିଖ ଠାରୁ ୧୯ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ସାର୍ବଜନୀନ ବାତ ଜ୍ଵର ଔଷଧ ସେବନ କାର୍ଯ୍ୟକ୍ରମ ବିଷୟରେ ବିସ୍ତୃତ ଆଲୋଚନା କରାଯାଇଥିଲା। ପାଖାପାଖି ୭୮୯୩ ଆଶାକର୍ମୀ, ଅଙ୍ଗନବାଡି କର୍ମୀ ଓ ସ୍ଵେଚ୍ଛାସେବୀଙ୍କ ଦ୍ଵାରା ଜିଲ୍ଲାରେ ସମସ୍ତ ଜନ ସାଧାରଣଙ୍କୁ ଘର ଘର ବୁଲି ଡ଼ିଇସି ଓ ଆଲବେନଜୋଲ ବଟିକା ଖୁଆ ଯିବାର ଲକ୍ଷ୍ୟ ରଖାଯାଇଛି।