Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଉ 14 କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ପୁଣି 14 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବୃଦ୍ଧି ହୋଇଛି। ଗଞ୍ଜାମ ଜିଲ୍ଲାର 12, ସୁନ୍ଦରଗଡରେ 1, କେନ୍ଦ୍ରାପଡାରେ 1 ଚିହ୍ନଟ ହୋଇଛନ୍ତି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 391କୁ ବୃଦ୍ଧି ହୋଇଛି। ସେହିପରି ଗଞ୍ଜାମରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା 137ରେ ପହଞ୍ଚିଥିବାବେଳେ କେନ୍ଦ୍ରାପଡାରେ 9 ଓ ସୁନ୍ଦରଗଡ14କୁ ବୃଦ୍ଧି ହୋଇଛି।

ସୂଚନାଯୋଗ୍ୟ ଗତକାଲି ରାଜ୍ୟରେ 83 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ସେହିପରି ଗତକାଲି ବୌଦ୍ଧ ଓ କନ୍ଧମାଳରେ  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ  ରାଜ୍ୟରେ କରୋନା ସଂକ୍ରମିତ ଜିଲ୍ଲା ଏବେ 21କୁ ବୃଦ୍ଧି ହୋଇଛି ।

Categories
ଆଜିର ଖବର ଆଞ୍ଚଳିକ

କରୋନା ମୁକାବିଲା ନେଇ ଭିଡିଓ କନଫରେନ୍ସିଂରେ ଜିଲ୍ଲାପାଳଙ୍କ ସହ ଆଲୋଚନା କଲେ ବିଧାୟିକା

ପିଣ୍ଟୁ ବିଷୋୟୀ 

ବେଗୁନିଆପଡା : କରୋନା ମହାମାରୀ ସହିତ ସମଗ୍ର ବିଶ୍ୱ ବର୍ତ୍ତମାନ ଲଢେଇ କରୁଛି । ଦେଶର ବିଭିନ୍ନ ରାଜ୍ୟରେ ପ୍ରବାସୀ ଓଡ଼ିଆ ମାନେ ଫସି ରହିଛନ୍ତି। ଏଭଳି ସ୍ଥିତିରେ ଓଡିଶା ସରକାର ପ୍ରବାସୀ ଓଡିଆମାନଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣୁଛନ୍ତି । ତେବେ ଗଞ୍ଜାମ ଜିଲ୍ଲାର ହଜାର ହଜାର ଶ୍ରମିକ ସୁରତରୁ ଓଡିଶା ଫେରୁଛନ୍ତି। ସେମାନଙ୍କ ପାଇଁ ଗଞ୍ଜାମ ଜିଲ୍ଲାର ସମସ୍ତ ପଞ୍ଚାୟତରେ କ୍ୱାରେନଟାଇନ ସେଣ୍ଟରର ବ୍ୟବସ୍ଥା କରାଯାଇଛି। ଅନ୍ୟ ରାଜ୍ୟରୁ ଫେରିବାକୁ ଥିବା ଓଡିଆମାନେ କ୍ୱାରେନଟାଇନରେ ରହିବା ବ୍ୟବସ୍ଥା ହୋଇଛି ।

ତେବେ ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ବିଶେଷ କରି ସୁରତ ଫେରନ୍ତାମାନଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଛି। ଏହି କ୍ରମରେ ଆଜି କବିସୂର୍ଯ୍ୟନଗର ବ୍ଲକ କାର୍ଯ୍ୟାଳୟରେ ଆଜି କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଭିଡିଓ କନଫେରସିଂ ମାଧ୍ୟମରେ ଗଞ୍ଜାମ ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି ।

ବିଶେଷ କରି କୋରୋନା ମୁକାବିଲା ନେଇ ଏହି ବୈଠକରେ ଆଲୋଚନା ହୋଇଛି । ଅନ୍ୟ ରାଜ୍ୟରୁ ଆସୁଥିବା ପ୍ରବାସୀ ଓଡ଼ିଆଙ୍କୁ କ୍ୱାରେଣ୍ଟାଇନରେ ରଖି ସେମାନଙ୍କ ଯତ୍ନ ନେବା ସହ ରହିବା ଓ ଖାଇବାର ଉଚିତ ବ୍ୟବସ୍ଥା ଉପରେ ଆଲୋଚନା କରିଛନ୍ତି ବିଧାୟିକା । ସାମାଜିକ ଦୂରତ୍ୱ ଦ୍ୱାରା ହିଁ କୋଭିଡ ଯୁଦ୍ଧରେ ଆମେ ବିଜୟ ହୋଇପାରିବା ବୋଲି ମତବ୍ୟକ୍ତ କରିଥିଲେ ବିଧାୟିକା।

Categories
ଆଜିର ଖବର ରାଜ୍ୟ ଖବର

ଆଜି ଚିହ୍ନଟ 58ଜଣ ଆକ୍ରାନ୍ତଙ୍କ ମଧ୍ୟରୁ 57 ଜଣ ବାହାର ରାଜ୍ୟ ଫେରନ୍ତା

ଭୁବନେଶ୍ବର :  ଆଜି ଚିହ୍ନଟ ହୋଇଥିବା 58 ଜଣ ଆକ୍ରାନ୍ତଙ୍କ ମଧ୍ୟରୁ 57 ଜଣ ବାହାର ରାଜ୍ୟ ଫେରନ୍ତା ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ଦିଆଯାଇଛି। ଗଞ୍ଜାମର ସମସ୍ତ 29 ଓ ମୟୂରଭଞ୍ଜ ଚିହ୍ନଟ ଜଣେ ଆକ୍ରାନ୍ତ ସୁରତ ଫେରନ୍ତା ବୋଲି ସୂଚନା ରହିଛି। ସେହିପରି ବାଲେଶ୍ବରରୁ  ଚିହ୍ନଟ 15 ଆକାନ୍ତଙ୍କ ମଧ୍ୟରୁ 5 ଜଣ କର୍ଣ୍ଣାଟକ ଓ 10 ଜଣ ପଶ୍ଚିମବଙ୍ଗ ଫେରନ୍ତା ବୋଲି ଜଣାପଡିଥିବାବେଳେ ଅନୁଗୁଳରୁ ଚିହ୍ନଟ 13 ଜଣ ଆକ୍ରାନ୍ତଙ୍କ ମଧ୍ୟରୁ 11 ଜଣ ସୁରତ ଓ ଜଣେ ମହାରାଷ୍ଟ୍ର ଫେରନ୍ତା ବୋଲି ସୂଚନା ରହିଛି। ସୂଚନାଯୋଗ୍ୟ ରାଜ୍ୟରେ ଏବେ ସର୍ବମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 352ରେ ପହଞ୍ଚିଛି। ସେହିପରି ଆଜି ଗଞ୍ଜାମ ଜିଲ୍ଲାରୁ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହେବା ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 3କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର

ଅନୁଗୁଳ ଛୁଇଁଲା କରୋନା, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ତିନିଶହ ଟପିଲା

ଭୁବନେଶ୍ବର : ରାଜ୍ୟରେ କରୋନା ସଂଖ୍ୟା ବେଶ୍‌ ଦ୍ରୁତ ଗତିରେ ବୃଦ୍ଧି ପାଉଛି । ଆଜି ସକାଳୁ ରାଜ୍ୟରେ 58  ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ମିଳିଛି । ଆଜି ଅନୁଗୁଳ ଜିଲ୍ଲାରୁ 13 କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟରେ କରୋନା ଆକ୍ରାନ୍ତ ଜିଲ୍ଲା ସଂଖ୍ୟା 20କୁ ବୃଦ୍ଧି ହୋଇଛି ।  ପୁଣି ଗଞ୍ଜାମ ଜିଲ୍ଲାରୁ 29, ବାଲେଶ୍ବରରୁ 15 ଓ ମୟୂରଭଞ୍ଜରୁ ଜଣେ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ସର୍ବମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 118କୁ ବୃଦ୍ଧି ହୋଇଥିବାବେଳେ ବାଲେଶ୍ବର 42କୁ ଓ ମୟୂରଭଞ୍ଜ 8କୁ ବୃଦ୍ଧି ପାଇଛି । ଆଜି ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ 352ରେ ପହଞ୍ଚିଛି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ତୃତୀୟ ମୁଣ୍ଡ ନେଲା କରୋନା

ଭୁବନେଶ୍ବର : ରାଜ୍ୟରେ କରୋନା ଯୋଗୁଁ ଆଉ ଜଣଙ୍କ ମୃତ୍ୟୁ ହୋଇଥିବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣକ ଗଞ୍ଜାମ ଜିଲ୍ଲାର ହୋଇଥିବାର ସୂଚନା ରହିଛି । ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ତିନିକୁ ବୃଦ୍ଧି ହୋଇଛି । ସେହିପରି ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 352କୁ ଛୁଇଁଛି । ଆଜି ରାଜ୍ୟରେ ଆଉ 58ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ସର୍ବାଧିକ ରୋଗୀ 117 ଜଣ ଚିହ୍ନଟ ହୋଇଥିବାବେଳେ ଆଜି ଜଣଙ୍କ ମୃତ୍ୟୁ ହୋଇଛି ।

Categories
ଆଜିର ଖବର ରାଜ୍ୟ ଖବର

ଗଞ୍ଜାମ ଗସ୍ତରେ ସାତ ଜଣିଆ ଟିମ୍‌

ଭୁବନେଶ୍ବର : କରୋନା ମୁକାବିଲା ପାଇଁ ଗଞ୍ଜାମ ଗସ୍ତରେ ସାତ ଜଣିଆ ଟିମ୍‌ । ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ନେତୃତ୍ୱରେ ଏହି ଟିମ୍‌ରେ ଡବ୍ଲୁଏଚ୍‌ଓର ପ୍ରତିନିଧି, ଆଇସିଏମ୍‌ଆର୍‌ ଓ ଆରଏମ୍‌ଆରସିର ପ୍ରତିନିଧି ସାମିଲ୍‌ ଅଛନ୍ତି । କଣ୍ଟେନମେଣ୍ଟ କଟକଣା, ସର୍ଭେଲାନ୍ସ, ସ୍ବାସ୍ଥ୍ୟ ସମୀକ୍ଷା କରିବେ । ସୁରତ ଫେରନ୍ତାଙ୍କ ପାଇଁ ଗଞ୍ଜାମରେ କରୋନା ମାଡି ଚାଲିଥିବାବେଳେ ଏହାକୁ ନେଇ ଚିନ୍ତା ପ୍ରକଟ କରାଯାଉଛି । ଏହି ସାତଜଣିଆ ଟିମ୍ କରୋନା ସ୍ଥିତି ନୀରିକ୍ଷଣ କରିବା ସହ ବ୍ୟବସ୍ଥାକୁ ସୁଦୃଢ କରିବା ଦିଗରେ କାର୍ଯ୍ୟ କରିବେ ବୋଲି ଜଣାପଡିଛି

Categories
ଆଜିର ଖବର ରାଜ୍ୟ ଖବର

ଆଜି ସକାଳୁ ଚିହ୍ନଟ 17 ଜଣ ଆକ୍ରାନ୍ତଙ୍କ ମଧ୍ୟରୁ 16 ଜଣ ସୁରତ ଫେରନ୍ତା

ଭୁବନେଶ୍ବର : ଆଜି ଚିହ୍ନଟ 17ଜଣଙ୍କ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର ।  ଜଣକୁ ଛାଡି ସମସ୍ତ 16  ଆକ୍ରାନ୍ତ ସୁରତ ଫେରନ୍ତା ବୋଲି ସୂଚନା ରହିଛି ।  ସମସ୍ତ ଆକ୍ରାନ୍ତ ପୁରୁଷ ହୋଇଥିବାର ସୂଚନା ରହିଛି ।  17ରୁ 16 ଜଣ ଆକ୍ରାନ୍ତ ସୁରତ ଫେରନ୍ତା ବୋଲି ଜଣାପଡିଛି। ଚିହ୍ନଟ 17 ଜଣଙ୍କ ମଧ୍ୟରେ ଗଞ୍ଜାମରୁ 12, ଭଦ୍ରକର 1, ରାଉରକେଲାରୁ ଜଣେ ଓ  ମୟୂରଭଞ୍ଜରୁ ତିନି ଜଣ ପଜିଟିଭ୍‌ ରହିଛନ୍ତି। ରାଉରକେଲା ଆକ୍ରାନ୍ତ ଜଣକ କଣ୍ଟେନମେଣ୍ଟ ଜୋନ୍‌ର ବୋଲି ଜଣାପଡିଛି ।ଏନେଇ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ସୂଚନାନୁଯାୟୀ, ରାଜ୍ୟରେ ମୋଟ 287 ଜଣ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ 222 ଜଣ ବିଭିନ୍ନ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ବେଳେ 63 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ 2 ଜଣ ପ୍ରାଣ ହରାଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଉ 14 କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଆଉ 14 କରୋନା ଆକ୍ରାନ୍ତ ଚିହ୍ନଟ  ହୋଇଥିବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହି 14 ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମର 12, ସୁନ୍ଦରଗଡରୁ ଜଣେ ଓ ଭଦ୍ରକରୁ ଜଣେ ରହିଛନ୍ତି । ଏବେ ରାଜ୍ୟର ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 284କୁ ବୃଦ୍ଧି ହୋଇଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା 83ରେ ପହଞ୍ଚିଥିବାବେଳେ ସୁନ୍ଦରଗଡରେ  ଆକ୍ରାନ୍ତଙ୍କ ସଂଖ୍ୟା 13କୁ ବୃଦ୍ଧି ହୋଇଛି । ସେହିପରି ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା 25ରେ ପହଞ୍ଚିଛି ।

Categories
ଆଜିର ଖବର ରାଜ୍ୟ ଖବର

ଗଞ୍ଜାମକୁ ଗଲେ ତିନି ଆଇଏଏସ୍‌

ଭୁବନେଶ୍ବର : ଓଡ଼ିଶାର ନୂଆ କରୋନା ହଟସ୍ପଟ ପାଲଟିଥିବା ଗଞ୍ଜାମ ଜିଲ୍ଲା ପାଇଁ ରାଜ୍ୟସରକାର ନୂତନ ପ୍ରସ୍ତୁତି ଆରମ୍ଭ କରିଛନ୍ତି। କରୋନା ମୁକାବିଲା ପାଇଁ ଗଞ୍ଜାମ ଜିଲ୍ଲା ପ୍ରତି ସ୍ବତନ୍ତ୍ର ଫୋକସ୍‌ କରିଛନ୍ତି ରାଜ୍ୟସରକାର। କରୋନା ମୁକାବିଲା ସହାୟତା ପାଇଁ ଗଞ୍ଜାମ ଯାଇଛନ୍ତି ତିନିଜଣ ଆଇଏଏସ୍‌ । ଆଇଏଏସ ପି. ଅନ୍ବେଷା ରେଡ୍ଡି, ପାଟିଲ୍‌ ଆଶିଷ ଈଶ୍ବର ଓ ହେମକାନ୍ତ ସାଏଙ୍କୁ ମାସକ ପାଇଁ ନିଯୁକ୍ତ କରାଯାଇଛି । ଏହି ତିନି ଆଇଏଏସ୍‌ ଜିଲ୍ଲା ପଶ ପ୍ରଶାସନକୁ ସହଯୋଗ କରିବେ । ସମ୍ପ୍ରତି ଗଞ୍ଜାମରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରେ ଏବେ ସର୍ବମୋଟ 71ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅଧିକାଂଶ ଆକ୍ରାନ୍ତ ସୁରତ ଫେରନ୍ତା ବୋଲି ଜଣାପଡିଛି ।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଉ 26 କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଆଉ 26 କରୋନା  ଆକ୍ରାନ୍ତ ଚିହ୍ନଟ ହୋଇଥିବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ମିଳିଛି। ଏହି ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ 19, କେନ୍ଦ୍ରାପଡ଼ାରୁ 5, ଭଦ୍ରକରୁ2 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରେ ଏବେ ସର୍ବମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 47ରେ ପହଞ୍ଚିଥିବାବେଳେ ଭଦ୍ରକରେ ଏବେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 23ରେ ପହଞ୍ଚିଛି । ସେହିପରି କେନ୍ଦ୍ରାପଡାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 08ରେ ପହଞ୍ଚଛି ।

ରାଜ୍ୟର ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଏବେ 245କୁ ବୃଦ୍ଧି ହୋଇଛି। ଗତକାଲି ଏହି ସଂଖ୍ୟା 219 ଥିବାବେଳେ ଆଜି ଆଉ 26 କରୋନା ପଜିଟିଭ୍‌ ଚିହ୍ନଟ ହୋଇନ୍ତି। ଗତକାଲି ଗୋଟିଏ ଦିନରେ 34 ଜଣ ଚିହ୍ନଟ ହୋଇଥିବାବେଳେ ଆଜି ସକାଳୁ 26 ଜଣ ଚିହ୍ନଟ ହୋଇ ଚିନ୍ତା ବଢାଇ ଦେଇଛନ୍ତି ।

 

Categories
ଆଜିର ଖବର ରାଜ୍ୟ ଖବର

ଚିହ୍ନଟ ହୋଇଥିବା ସମସ୍ତ 20 ଆକ୍ରାନ୍ତ ସୁରତ ଫେରନ୍ତା

ଭୁବନେଶ୍ବର  : ଆଜି ଚିହ୍ନଟ 20 ଆକ୍ରାନ୍ତଙ୍କ ତଥ୍ୟ ଜାରି କରାଯାଇଛି । ଏହି ସମସ୍ତ ଆକ୍ରାନ୍ତ ସୁରତ ଫେରନ୍ତା ବୋଲି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।ଗଞ୍ଜାମ ଜିଲ୍ଲାର 17 ଆକ୍ରାନ୍ତ ସୁରତରୁ ଫେରିଥିବାର ସୂଚନା ରହିଛି ।  ଏହି 17 ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଯୁବତୀ ରହିଛନ୍ତି ଓ ବାକି 16 ଜଣ ପୁରୁଷ ରହିଛନ୍ତି ବୋଲି ଜଣାପଡିଛି । ଯୁବତୀଙ୍କ ବୟସ 20 ବର୍ଷ ବୋଲି ସୂଚନା ରହିଥିବାବଳେ ଅନ୍ୟ 16 ଜଣ ପୁରୁଷଙ୍କ ବୟସ  ଯଥାକ୍ରମେ 27,27,20,38,29,50, 30, 29,21,43,43, 49,46, 18, 24 ବର୍ଷ ବୋଲି ଜଣାପଡିଛି । ସେହିପରି ମୟୂରଭଞ୍ଜର ସମସ୍ତ ତିନି ଆକ୍ରାନ୍ତ ପୁରୁଷ ହୋଇଥିବାବେଳେ ସେମାନେ ମଧ୍ୟ ସୁରତ ଫେରନ୍ତା । ଏହି ତିନି ଆକ୍ରାନ୍ତଙ୍କ ବୟସ ଯଥାକ୍ରମେ 21, 36 ଓ 44 ବର୍ଷ  ବୋଲି ସୂଚନା ରହିଛି ।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ପୁଣି ନୂଆ 20 ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ବର : ଆଜି ରାଜ୍ୟରେ ପୁଣି ନୂଆ 20ଟି ପଜିଟିଭ୍ ଚିହ୍ନଟ ହୋଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍‌ରୁ ସୂଚନା ମିଳିଛି । ଆଜି ଚିହ୍ନଟ 20 ମଧ୍ୟରୁ 17ଟି ଗଞ୍ଜାମର ଥିବାବେଳେ ମୟୂରଭଞ୍ଜର ତିନି  ଜଣ ରହିଛନ୍ତି । ତିନି ଆକ୍ରାନ୍ତଙ୍କ ସହ କରୋନା ମୟୂରଭଞ୍ଜ ଜିଲ୍ଲା ଛୁଇଁଛି । ପୂର୍ବରୁ 17ଟି ଜିଲ୍ଲାକୁ କରୋନା ବ୍ୟାପି ଥିବାବେଳେ ଆଜି ମୟୂରଭଞ୍ଜରୁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ଏହା 18କୁ ବୃଦ୍ଧି ହୋଇଛି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 205ରେ ପହଞ୍ଚିଥିବା ବେଳେ ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 21କୁ ବୃଦ୍ଧି ହୋଇଛି। କାଲି ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 185 ଥିଲା, ଆଜି ସକାଳୁ 20ଟି ଆକ୍ରାନ୍ତ ଚିହ୍ନଟ ହୋଇ  205କୁ ବୃଦ୍ଧି ହୋଇଛି । ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ  61 ଜଣ ସୁସ୍ଥ ହୋଇଥିବାବେଳେ 2 ଜଣ ମୃତ୍ୟୁବରଣ କରିଛନ୍ତି । ରାଜ୍ୟରେ ଆକ୍ଟିଭ୍‌ କେସ୍‌ ରହିଛି 143ଟି ।

Categories
ଆଜିର ଖବର ରାଜ୍ୟ ଖବର

ଆଜି ଗଞ୍ଜାମରେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ସୁରତ ଫେରନ୍ତା

ଭୁବନେଶ୍ୱର : ଆଜି ଗଞ୍ଜାମରୁ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ଜଣକ ସୁରତ ଫେରନ୍ତା ବୋଲି ସୂଚନା ଦେଇଛନ୍ତି ରାଜ୍ୟ ସରକାର। ସଂପୃକ୍ତ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ଘର ଗଞ୍ଜାମ ଜିଲ୍ଲାରେ ଏବଂ ତାଙ୍କର ବୟସ 18 ବର୍ଷ। ସେ ଜଣେ ସୁରତ ଫେରନ୍ତା ଯୁବକ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଯୁବକ ସରକାରୀ ସଙ୍ଗରୋଧରେ ଥିଲେ। ସେ କାହା ସଂସ୍ପର୍ଶରେ ଆସିଥିଲେ। କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି। ଏହାକୁ ମିଶାଇ ଗଞ୍ଜାମ ଜିଲ୍ଲାରେ ଏଯାଏଁ 4ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ଯୋଗୁଁ ଆଉ ଜଣଙ୍କର ମୃତ୍ୟୁ ହୋଇଛି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 177ରେ ପହଞ୍ଚିବାବେଳେ ମୃତ୍ୟୁସଂଖ୍ୟା 2କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର

ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତ ଜଣକ  ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୱେବସାଇଟରେ ସୂଚନା ଦିଆଯାଇଛି । ଗଞ୍ଜାମ ଜିଲ୍ଲାର ପୂର୍ବରୁ ଦୁଇଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ତିନିକୁ ବୃଦ୍ଧି ପାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 170 ବୃଦ୍ଧି ପାଇଛି। ସୂଚନାଥାଉ କି, ଗତକାଲି ଯାଜପୁରରୁ 4 ଜଣ, ଭଦ୍ରକରୁ 2 ଜଣ ଓ ସୁନ୍ଦରଗଡ଼ରୁ ଜଣେ ଆକ୍ରନ୍ତ ଚିହ୍ନଟ ହୋଇଥିଲେ।

ଗତକାଲି ସର୍ବାଧିକ 3,535 ସାମ୍ପଲ୍‌ ପରୀକ୍ଷା ହୋଇଥିବାର ସୂଚନା ମିଳିଛି । ଏବେ ସୁଦ୍ଧା ରାଜ୍ୟରେ 44 ହଜାର 663 ସାମ୍ପଲ ଟେଷ୍ଟ ହୋଇଛି । ଏବେ ରାଜ୍ୟରେ 109ଟି ଆକ୍ଟିଭ୍‌ କେସ୍‌ ଥିବାବେଳେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି 60 ଜଣ । ଜଣକର ମୃତ୍ୟୁ ହୋଇଛି ।

Categories
ଆଜିର ଖବର ରାଜ୍ୟ ଖବର

ଓଡ଼ିଶା ଫେରିଥିବା ଦୁଇ ସୁରତ୍‌ ଫେରନ୍ତାଙ୍କୁ କରୋନା

ଭୁବନେଶ୍ବର: ସୁରତ ଫେରନ୍ତାଙ୍କଠାରେ କରେନା ପଜିଟିଭ୍‌ ମିଳିଛି।  ଓଡ଼ିଶା ଫେରିଥିବା ଦୁଇ ସୁରତ୍‌ ଫେରନ୍ତାଙ୍କୁ କରୋନା। ଆଜି ଗଞ୍ଜାମରେ ଚିହ୍ନଟ ହୋଇଥିବା ଦୁଇ କରୋନା ବ୍ୟକ୍ତି ସୁରତ ଫେରନ୍ତା ବୋଲି ସୂଚନା ରହିଛି। ଦୁଇ କରୋନା ଆକ୍ରାନ୍ତଙ୍କ ବୟସ 17 ଓ 22 ବର୍ଷ। ପୂର୍ବରୁ କୌଣସି ଲକ୍ଷଣ ନଥିଲା, ସାମ୍ପଲ୍‌ ସଂଗ୍ରହ ପରେ ପଜିଟିଭ୍‌ ଜଣାପଡିଛି।

ସମ୍ପ୍ରତି ରାଜ୍ୟରେ କୋଲକତା ଫେରନ୍ତା ଚିନ୍ତା ବଢାଉଥିବାବେଳେ ନିକଟରେ ତାମିଲନାଡୁର ଦୁଇ ଫେରନ୍ତାଙ୍କ ନିକଟରୁ ମଧ୍ୟ କରୋନା ପଜିଟିଭ୍ ଚିହ୍ନଟ ହୋଇଛି। ଆଜି ସକାଳୁ ରାଜ୍ୟରେ ତିନି ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ଦୁଇ ଜଣ ଚିହ୍ନଟ ହୋଇଥିବାବେଳେ ଝାରସୁଗୁଡାର ଆଉ ଜଣେ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଏବେ ସର୍ବମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 160ରେ ପହଞ୍ଚିଛି।

Categories
ଆଜିର ଖବର ରାଜ୍ୟ ଖବର

ଗଞ୍ଜାମ ଫେରୁଥିବା ଆଉ ଏକ ବସ୍‌ ଓଲଟିଲା : 5 ଆହତ

ଭୁବନେଶ୍ବର : ସୁରତରୁ ଗଞ୍ଜାମ ଫେରୁଥିବା ଆଉ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏନ୍‌ଏଚ୍‌ର ନାଗପୁର ଅମରାବତୀଠାରେ ପ୍ରବାସୀ ଓଡ଼ିଆ ବସ୍‌ ଓଲଟି ପଡିଛି । ବସ୍‌ରେ ଥିବା 50 ପ୍ରବାସୀ ଓଡ଼ିଆଙ୍କ ମଧ୍ୟରୁ 5 ଆହତ । ସମସ୍ତ 5 ଆହତ ଅମରାବତୀ ନିକଟ କରଞ୍ଜା ମେଡିକାଲରେ ଭର୍ତ୍ତି କରାଯାଇଛି । ରାତିରେ ଏନ୍ଏଚ୍‌ ଉପରକୁ କୌଣସି ଜନ୍ତୁ ଆସିଯିବାରୁ ଦୁର୍ଘଟଣା ହୋଇଥିବାର ସୂଚନା ରହିଛି ।

ଗତକାଲି ଗଞ୍ଜାମ-କନ୍ଧମାଳ ସୀମାନ୍ତ କଳିଙ୍ଗା ଘାଟି ନିକଟରେ ସୁରତରୁ ଫେରୁଥିବା ପ୍ରବାସୀ ଓଡ଼ିଆଙ୍କ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ । ଏହି ଦୁର୍ଘଟଣାରେ ଦୁଇଜଣଙ୍କର ମୃତ୍ୟୁ ହୋଇଛି ।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଉ ଦୁଇ କରୋନା ପଜିଟିଭ୍ ଚିହ୍ନଟ: ଗଞ୍ଜାମକୁ ଛୁଇଁଲା କରୋନା

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଆଜି ରାଜ୍ୟରେ ଦୁଇ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ନୂଆ ଆକ୍ରାନ୍ତ ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।  ରାଜ୍ୟର ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 159କୁ ବୃଦ୍ଧି ହୋଇଛି। ରାଜ୍ୟରେ ଏବେ ସୁଦ୍ଧା ଆକ୍ଟିଭ କେସ୍‌ 102 ରହିଥିବାବେଳେ ସୁସ୍ଥ ହୋଇଛନ୍ତି 56ଜଣ ଓ ଜଣେ ମୃତ୍ୟୁ ବରଣ କରିଛନ୍ତି।ଏଯାବତ୍‌ ରାଜ୍ୟର 16ଟି ଜିଲ୍ଲାକୁ କରୋନା ବ୍ୟାପିସାରିଛି।