Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ଖଲ୍ଲିକୋଟ ରେଳ ଷ୍ଟେସନରୁ ପ୍ରାୟ ୬ ଲକ୍ଷ ମୂଲ୍ୟର ଗଞ୍ଜେଇ ଜବତ କଲା ବାଲୁଗାଁ ଆରପିଏଫ, ଅଭିଯୁକ୍ତ ଗିରଫ

ଖଲ୍ଲିକୋଟ: ଗତକାଲି ବାଲୁଗାଁ ଆରପିଏଫ ଜଣେ ଗଞ୍ଜେଇ ବେପାରୀଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅଞ୍ଚଳର ସନ୍ତୋଷ ସେଠି (୩୫) ବୋଲି ଜଣାପଡିଛି। ତାଙ୍କ ନିକଟରୁ ୫ କେଜି ୯୫୦ ଗ୍ରାମ ଗଞ୍ଜେଇ ଜବତ ହୋଇଛି ଯାହାର ଆନୁମାନିକ ମୂଲ୍ୟ ୫୯,୯୫୦ ଟଙ୍କା ହେବ।

ଆଇଆଇସି ଜିତେନ୍ଦ୍ର ମୌର୍ଯ୍ୟଙ୍କ ସୂଚନା ମୁତାବକ ଗତକାଲି ଖଲ୍ଲିକୋଟ ରେଳ ଷ୍ଟେସନ ପରିସରରେ ଉକ୍ତ ଅଭିଯୁକ୍ତ ଜଣକ ଏକ କଳା ବ୍ୟାଗ ସହ ସଂନ୍ଦିଗ୍ଧ ଅବସ୍ଥାରେ ବୁଲୁଥିଲେ।  ସେ ପ୍ରଶାନ୍ତି ଏକ୍ସପ୍ରେସ ଯୋଗେ ବାଙ୍ଗାଲୋରକୁ ଗଞ୍ଜେଇ ଚୋର ଚାଲାଣ କରିବା ପାଇଁ ଯୋଜନା କରୁଥିଲେ। ଏହା ପୂବରୁ ତାଙ୍କୁ ଆରପିଏଫ ମାଡିବସିଥିଲା।

ଏହି ପରିପ୍ରେକ୍ଷୀରେ ବ୍ରହ୍ମପୁର ଜିଆରପି ଏକ ଏନଡ଼ିପିଏସ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଛି।

Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ଦୁଇ ଗଞ୍ଜେଇ ବେପାରୀଙ୍କୁ ବାନ୍ଧିଲା ଖୋର୍ଦ୍ଧା ଟାଉନ ଥାନା ପୋଲିସ

ଖୋର୍ଦ୍ଧା: ଖୋର୍ଦ୍ଧା ଟାଉନ ଥାନା ପୋଲିସ ଆଜି ୬ କେଜିରୁ ଉର୍ଦ୍ଧ ଗଞ୍ଜେଇ ଜବତ କରିଛି। ଏହାସହ ଦୁଇ ଜଣ ଗଞ୍ଜେଇ ବେପାରୀଙ୍କୁ ପୋଲିସ ଗିରଫ କରିଛି।

ସୂଚନା ମୁତାବକ ଆଜି ଅପରାହ୍ନରେ ଖୋର୍ଦ୍ଧା ନୂଆ ବସଷ୍ଟାଣ୍ଡ ନିକଟସ୍ଥ ଭାଲିଆବାଡ଼ି ଟିଏଲସି ରୋଡ଼ରେ ଗଞ୍ଜେଇ ବେପାର ଚାଲିଥିବାର ପୋଲିସ ଖବର ପାଇଥିଲା। ଏସପି ରାଜକିଶୋର ଦୋରାଙ୍କ ନିର୍ଦ୍ଦେଶକ୍ରମେ ଏବଂ ଖୋର୍ଦ୍ଧା ଏସଡ଼ିପିଓ ସୁଶୀଲ କୁମାର ମିଶ୍ର ଓ ଟାଉନ ଥାନା ଭାରପ୍ରାପ୍ତ ଅଧିକାରୀ ଡ଼ିଏସପି ସଞ୍ଜୟ କୁମାର ପଟ୍ଟନାୟକଙ୍କ ତତ୍ୱାବଧାନରେ ତୁରନ୍ତ ଏସଆଇ ସୁକାନ୍ତ ଦଳେଇଙ୍କ ନେତୃତ୍ୱରେ ଏକ ଟିମ ଗଠନ କରାଯାଇ ଉକ୍ତ ସ୍ଥାନରେ ଚଢ଼ାଉ କରାଯାଇଥିଲା।

ଚଢ଼ାଉ ସମୟରେ ପୋଲିସ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ୬.୫୦୫ କେଜି ଗଞ୍ଜେଇ, ୧ ଟି ବାଜାଜ ପଲସର ବାଇକ ଏବଂ ଦୁଇ ଗୋଟି ମୋବାଇଲ ଫୋନ ଜବତ କରିଛି। ତେବେ ଜବତ ଗଞ୍ଜେଇର ମୂଲ୍ୟ ୫୦ ହଜାର ଟଙ୍କା ହେବ ବୋଲି ଜଣାପଡିଛି।

ଗିରଫ ଅଭିଯୁକ୍ତ ଦ୍ବୟ ହେଲେ ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଅନ୍ତର୍ଗତ ଗୁଣ୍ଡୁରୀସାହି ଅଞ୍ଚଳର ଅଜିତ ପ୍ରଧାନ (୨୪) ଏବଂ ଅଶାନ୍ତ ଜଗଦଳ (୨୬)। ଏ ସଂକ୍ରାନ୍ତରେ ଟାଉନ ଥାନା ପୋଲିସ ୨୯ ଏନଡ଼ିପିଏସ ଅଧିନିୟମ ଅନୁଯାୟୀ କେସ ନମ୍ବର ୭ /୨୨ ରେ ଏକ ମାମଲା ରୁଜୁକରି ଅଭିଯୁକ୍ତ ଦ୍ୱୟଙ୍କୁ ଆଜି କୋର୍ଟ ଚଲାଣ କରିଛି।