Categories
ଆଜିର ଖବର ରାଜ୍ୟ ଖବର

ବିଶ୍ୱର ଶ୍ରେଷ୍ଠ ଦୁଇ ପ୍ରତିଶତ ଗବେଷକଙ୍କ ତାଲିକାରେ ବାଣପୁରର ଡକ୍ଟର ଶଶାଙ୍କ ଶେଖର ସ୍ୱାଇଁ

ବାଣପୁର (ସୀତାରାମ ଅଗ୍ରୱାଲ): ଷ୍ଟାନ୍ଫୋର୍ଡ ବିଶ୍ୱବିଦ୍ୟାଳୟ ଏବଂ ଏଲସେଭିଆର୍ ମିଳିତ ପ୍ରସ୍ତୁତ ସମ୍ମାନଜନକ ବିଶ୍ୱର ଶ୍ରେଷ୍ଠ ଦୁଇ ପ୍ରତିଶତ ଗବେଷକଙ୍କ ତାଲିକାରେ ବାଣପୁର ଉଦୀୟମାନ ଯୁବ ବୈଜ୍ଞାନିକ ତଥା ଗୋଦାବରୀଶ ମହାବିଦ୍ୟାଳୟ ପୂର୍ବତନ ଛାତ୍ର ଡ. ଶଶାଙ୍କ ଶେଖର ସ୍ୱାଇଁ ସ୍ଥାନିତ ହେବା ମାଟି ପାଇଁ ଗର୍ବ ଆଣିଛନ୍ତି। ଔଷଧ ଗବେଷଣା ଏବଂ ଜୈବ ପ୍ରଯୁକ୍ତିତଥ୍ୟବିଦ୍ୟାରେ ଉଚ୍ଚକୋଟିର ଅନୁସନ୍ଧାନ ପତ୍ରିକା ଆନ୍ତର୍ଜାତୀୟ ସ୍ତରରେ ପ୍ରଶଂସନୀୟ ହେବା ସହ ଅତି କମ ବୟସରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ଏହି ବିଶ୍ୱ ତାଲିକାରେ ସ୍ଥାନ ପାଇଛନ୍ତି।

ସେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ‘ଏକଡାଳିଆ’ ଗ୍ରାମର ବ୍ରଜ କିଶୋରେ ସ୍ୱାଇଁ ଙ୍ କନିଷ୍ଠ ପୁତ୍ର ଏବଂ ଭୁବନେଶ୍ୱର ନିବାସୀ ଲକ୍ଷ୍ମୀଧର ସାହୁଙ୍କ ଜାମାତା ଅଟନ୍ତି। ବର୍ତ୍ତମାନ, ସେ ଆଧୁନିକ ବିଜ୍ଞାନ ପାଇଁ ପ୍ରାକୃତିକ ଉତ୍ପାଦ ଭିତ୍ତିକ ଔଷଧ ଏବଂ ନାନୋମେଡିସିନ୍ ପ୍ରୟୋଗ କ୍ଷେତ୍ରରେ ଭୁବନେଶ୍ୱର ସ୍ଥିତ ‘ଡିବିଟି-ଜୀବ ବିଜ୍ଞାନ ସଂସ୍ଥାନ’ ରେ ଯୁବ ବୈଜ୍ଞାନିକ ଭାବେ ଗବେଷଣା ଜାରି ରଖିଛନ୍ତି।

ସେ ଅନେକ ଜାତୀୟସ୍ତରିୟ ଏବଂ ଆନ୍ତର୍ଜାତୀୟ ପୁରସ୍କାର ଲାଭ କରିବା ସହ ଅନେକ ଖ୍ୟାତିସମ୍ପର୍ଣ ଆନ୍ତର୍ଜାତୀୟ ଅନୁସନ୍ଧାନ ଅନୁଷ୍ଠାନ ରେ ଜଣେ ସକ୍ରିୟ ଏବଂ ଖ୍ୟାତିସମ୍ପନ୍ନ ପତ୍ରିକାର ସମ୍ପାଦକୀୟ ବୋର୍ଡ ସଦସ୍ୟ କାର୍ଯ୍ୟରତ ଅଛନ୍ତି। ଡ. ସ୍ୱାଇଁ ସମସ୍ତ ଶ୍ରେୟ ନିଜ ଗବେଷଣା ମାର୍ଗଦର୍ଶକ, ପରାମର୍ଶଦାତା, ନିର୍ଦ୍ଦେଶକ ସମେତ ନିଜର ପତ୍ନୀ, ପରିବାର ବର୍ଗ ଏବଂ ଶୁଭାକାଂକ୍ଷୀ ଙ୍କୁ ଦେଇଛନ୍ତି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ମଧ୍ୟରେ ସୋଆର ୧୩ ଜଣ ଗବେଷକ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୧୩ ଜଣ ବିଶିଷ୍ଟ ଗବେଷକ ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛନ୍ତି। ଆମେରିକାର ପ୍ରତିଷ୍ଠିତ ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଏହି ବୈଜ୍ଞାନିକମାନଙ୍କ ତାଲିକାରେ ସୋଆର ଏହି ୧୩ ଗବେଷକ ଅଛନ୍ତି।

୨୦୨୦ରେ ଷ୍ଟାନ୍‌ଫୋର୍ଡ ଦ୍ୱାରା ପ୍ରସ୍ତୁତ ଏହି ସମ୍ମାନଜନକ ତାଲିକାରେ ସୋଆର ୧୧ ଜଣ ଗବେଷକ ସ୍ଥାନ ପାଇଥିବାବେଳେ ସେମାନଙ୍କ ମଧ୍ୟରୁ ୯ ଜଣ ଗବେଷକ ପୁଣି ଚଳିତବର୍ଷ ଏହି ତାଲିକାରେ ନିଜ ସ୍ଥାନ ବଜାୟ ରଖିପାରିଛନ୍ତି। ସେମାନଙ୍କ ସହିତ ୨୦୨୧ ତାଲିକାରେ ସୋଆର ଅନ୍ୟ ୪ ଜଣ ଗବେଷକ ଡଃ ମନୋହର ମିଶ୍ର, ଡଃ ରାଜଶ୍ରୀ ଦାଶ, ଡଃ ଅକ୍ଷୟ କୁମାର ପାତ୍ର ଏବଂ ଡଃ ସୁଲଗ୍ନା ପଟ୍ଟନାୟକ ପ୍ରଥମ ଥର ପାଇଁ ସ୍ଥାନୀତ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି।

ଡଃ ମିଶ୍ର ଏବଂ ଡଃ ଦାଶ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌)ରେ ଆସୋସିଏଟ୍ ପ୍ରଫେସର ଭାବେ କାର୍ଯ୍ୟରତ ଥିବା ବେଳେ ଡଃ ପାତ୍ର ସେହି ଅନୁଷ୍ଠାନରେ ଆସିଷ୍ଟାଂଟ ପ୍ରଫେସର ଭାବେ କାର୍ଯ୍ୟ କରନ୍ତି। ସେହିପରି ଡଃ ପଟ୍ଟନାୟକ ଆଇଟିଇଆର୍‌ର ପୂର୍ବତନ ରିସର୍ଚ୍ଚ ସ୍କଲାର୍। ପୁନର୍ବାର ଏହି ତାଲିକାରେ ସ୍ଥାନ ପାଇଥିବା ସୋଆର ଗବେଷକମାନେ ହେଲେ ବିଶିଷ୍ଟ ନ୍ୟୁରୋସର୍ଜନ୍ ତଥା ବର୍ତ୍ତମାନ ସୋଆ କୁଳପତି ଭାବେ କାର୍ଯ୍ୟରତ ପ୍ରଫେସର (ଡଃ) ଅଶୋକ କୁମାର ମହାପାତ୍ର, ପ୍ରଫେସର (ଡଃ)  ପ୍ରଦୀପ୍ତ କିଶୋର ଦାଶ, ପ୍ରଫେସର କୁଳମଣି ପରିଡା, ପ୍ରଫେସର ଲାଲା ବିହାରୀ ଶୁକ୍ଳା, ପ୍ରଫେସର ଆର.ଏନ୍‌.ପି. ଚୌଧୁରୀ, ପ୍ରଫେସର ଗୌତମ ରଥ, ପ୍ରଫେସର ନିହାରବାଳା ଦେବୀ, ଡଃ ମନୋଜ କୁମାର ନାୟକ ଏବଂ ଡଃ ସତ୍ୟ ରଞ୍ଜନ ମିଶ୍ର।

ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡଃ) ମନୋଜରଞ୍ଜନ ନାୟକ ଗୁରୁବାର ବିଶ୍ୱବିଦ୍ୟାଳୟ କାର୍ଯ୍ୟାଳୟରେ ଏହି ଗବେଷକମାନଙ୍କୁ ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କ ସଫଳତା ନିମନ୍ତେ ଅଭିନନ୍ଦନ ଜଣାଇଛନ୍ତି। ବିଶ୍ୱବିଦ୍ୟାଳୟ ଆପଣମାନଙ୍କ ପାଇଁ ଗର୍ବିତ ବୋଲି ପ୍ରଫେସର ନାୟକ କହିଛନ୍ତି।

ଏହି ଅବସରରେ ସୋଆ କୁଳପତି ପ୍ରଫେସର ମହାପାତ୍ର ଗବେଷକମାନେ ମିଳିତ ଭାବେ ଗବେଷଣା କରିବା ସହ ସମାଜର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଗବେଷଣା କରିବା ଉଚିତ୍ ବୋଲି କହିଥିଲେ। କେବଳ ସମ୍ମାନ ଓ ପ୍ରତିଷ୍ଠା ପାଇବା ନିମନ୍ତେ ଗବେଷଣା କଲେ ତାହା ସାଧାରଣ ଲୋକଙ୍କ ହିତରେ ଆସିବ ନାହିଁ ତେଣୁ ଲୋକଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଗବେଷଣା କରିବା ଆବଶ୍ୟକ ବୋଲି ସେ କହିଥିଲେ।

ଉଚ୍ଚ ଶିକ୍ଷା କ୍ଷେତ୍ରରେ ମାଇଲଖୁଂଟ ହୋଇଥିବା ସୋଆ ଚଳିତବର୍ଷ ନ୍ୟାସ୍‌ନାଲ  ଇନ୍‌ଷ୍ଟିଚ୍ୟୁସ୍‌ନାଲ ର‌୍ୟାଙ୍କିଙ୍ଗ୍ ଫ୍ରେମ୍‌ୱର୍କ (ଏନ୍‌ଆଇଆର୍‌ଏଫ୍‌) ପ୍ରସୂତ ବିଶ୍ୱବିଦ୍ୟାଳୟ ତାଲିକାରେ ଦେଶରେ ୨୦ତମ ସ୍ଥାନ ହାସଲ କରିଛି। ଶିକ୍ଷାର ଗୁଣାବତା ଏବଂ ଅଭିନବ ଗବେଷଣା ସୋଆର ମୂଳମନ୍ତ୍ର। ଗବେଷଣା ଉପରେ ଅଧିକ ମନୋନିବେଶ କରୁଥିବା ସୋଆର ଗବେଷଣା କାର୍ଯ୍ୟ ଜାତୀୟ ସ୍ତରରେ ଗୁରୁତ୍ୱଲାଭ କରିଥିବା କ୍ଷେତ୍ରକୁ ଅଗ୍ରାଧିକାର ଦେଇଥାଏ।

ସୋଆ ଅଧିନରେ ୧୬ଟି ଗବେଷଣା କେନ୍ଦ୍ର ଏବଂ ୫୮ଟି ଗବେଷଣା ଲାବ୍ ରହିଛି। ବିଶ୍ୱବିଦ୍ୟାଳୟରେ ଗବେଷକମାନଙ୍କୁ ଗବେଷଣା କରିବା ନିମନ୍ତେ ଉନ୍ନତମାନର ସୁବିଧାସୁଯୋଗ ପ୍ରଦାନ କରାଯାଇଥାଏ। ପ୍ରଫେସର ମହାପାତ୍ର ଆନ୍ତର୍ଜାତିକ କ୍ଷେତ୍ରରେ ଜଣେ ଖ୍ୟାତନାମା ସ୍ନାୟୁଶଲ୍ୟ ବିଶେଷଜ୍ଞ ହୋଇଥିବାବେଳେ ଏବେ ସୋଆର କୁଳପତି ଅଛନ୍ତି।

ପ୍ରଫେସର ଦାଶ ଶକ୍ତି କ୍ଷେତ୍ରରେ ଜଣେ ବିଶିଷ୍ଟ ଗବେଷକ ହୋଇଥିବା ବେଳେ ପ୍ରଫେସର ପରିଡା ଓ ପ୍ରଫେସର ଶୁକ୍ଳା ଯଥାକ୍ରମେ ଫିଜିକାଲ୍ କେମିଷ୍ଟ୍ରି ଏବଂ ମାଇନିଂ ଆଣ୍ଡ ମେଟାଲର୍ଜି ଗବେଷଣା କ୍ଷେତ୍ରରେ ବେଶ୍ ପ୍ରତିଷ୍ଠିତ। ପ୍ରଫେସର ଚୌଧୁରୀ ଆପ୍ଲାଏଡ୍‌ ଫିଜିକ୍ସ କ୍ଷେତ୍ରରେ ଗବେଷକ ହୋଇଥିବା ବେଳେ ଡଃ ଦେବୀ ବର୍ତମାନ ମାଇନିଂ ଆଣ୍ଡ ମେଟାଲର୍ଜି କ୍ଷେତ୍ରରେ ଗବେଷଣାରତ।

ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସାଇନ୍ସ, ବେଙ୍ଗାଲୁରୁର ପୂର୍ବତନ ଛାତ୍ର ପ୍ରଫେସର ଦାଶ ହେଉଛନ୍ତି ସୋଆର ପ୍ରଥମ କୁଳପତି। ବର୍ତ୍ତମାନ ସେ ସୋଆର ଏମିରିଟସ ପ୍ରଫେସର ଏବଂ ମଲ୍ଟି ଡିସିପ୍ଲିନାରୀ ରିସର୍ଚ୍ଚ ସେଲ୍‌ର ମୁଖ୍ୟ ଭାବେ କାର୍ଯ୍ୟରତ। ତାଙ୍କର ରିନିଉଏବଲ୍ ଏନର୍ଜି, ସିଗ୍‌ନାଲ୍ ପ୍ରୋସେସିଂ, ପାୱାର ସିଷ୍ଟମ୍‌ସ , ଡାଟା ମାଇନିଂ, ଆର୍ଟିଫିସିଆଲ୍ ଆଣ୍ଡ କମ୍ପ୍ୟୁଟେସ୍‌ନାଲ୍‌ ଇଂଟେଲିଜେନ୍ସ, ଡିଷ୍ଟ୍ରିବୁଟେଡ୍ ଜେନେରେସନ୍ ଏବଂ ମାଇକ୍ରୋ ଆଣ୍ଡ ସ୍ମଲ୍ ଗ୍ରିଡ କ୍ଷେତ୍ରରେ ପାରଦର୍ଶିତା ରହିଛି।

ପ୍ରଫେସର ପରିଡା ରସାୟନ ବିଜ୍ଞାନ ବିଭାଗର ପ୍ରଫେସର ଏବଂ ସୋଆର ସେଂଟର ଫର୍ ନାନୋ ସାଇନ୍ସ ଆଣ୍ଡ ନାନୋ ଟେକ୍ନୋଲୋଜିର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି। ସେ ସିଏସ୍‌ଆଇଆର୍‌- ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମିନେରାଲ୍ସ ଆଣ୍ଡ ମାଟେରିଆଲ୍ସ ଟେକ୍ନୋଲଜି (ସିଏସ୍‌ଆଇଆର୍‌- ଆଇଏମ୍‌ଏମ୍‌ଟି), ଭୁବନେଶ୍ୱରରେ ଦକ୍ଷତାର ସହ କାର୍ଯ୍ୟ କରିବା ସହ ମୁଖ୍ୟ ବୈଜ୍ଞାନିକ ଭାବେ ସେଠାରୁ ଅବସର ଗ୍ରହଣ କରିଛନ୍ତି। ପ୍ରଫେସର ଶୁକ୍ଳା ରିସର୍ଚ୍ଚ ପ୍ରଫେସର ଏବଂ ସୋଆର ବାୟୋଫୁଏଲ୍ ଆଣ୍ଡ ବାୟୋପ୍ରୋସେସିଂ ରିସର୍ଚ୍ଚ ସେଂଟରର ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ। ପୂର୍ବରୁ ସେ ସିଏସ୍‌ଆଇଟି – ଆଇଏମ୍‌ଏମ୍‌ଟି ର ବାୟୋ ରିସୋର୍‌ସେସ୍ ଇଞ୍ଜିନିୟରିଂ ବିଭାଗର ମୁଖ୍ୟ ଭାବେ କାର୍ଯ୍ୟ କରିଛନ୍ତି।

ସୋଆର ପ୍ରଫେସର ଭାବେ କାର୍ଯ୍ୟରତ ପ୍ରଫେସର ଚୌଧୁରୀଙ୍କର ମଲ୍ଟିଫେରୋଇକ୍ସ, ପଲିମର୍ – ନାନୋକମ୍ପୋଜାଇଟ୍ସ ଏବଂ ଆଡଭାନ୍ସଡ ମ୍ୟାଟେରିଆଲ୍‌ସ ୱିଥ୍ ଡେଭଲପ୍‌ମେଂଟ ଅଫ୍ ନ୍ୟୁ ମଲ୍ଟିଫଙ୍କସ୍‌ନାଲ୍ ମ୍ୟାଟେରିଆଲ୍ସ ଫର୍ ଡିଭାଇସେସ୍ କ୍ଷେତ୍ରରେ ପାରଦର୍ଶିତା ରହିଛି। ଆଇଟିଇଆର୍‌ର ଆସୋସିଏଟ୍ ପ୍ରଫେସର ଡଃ ଦେବୀଙ୍କର ସଲ୍‌ଭେଂଟ ଏକ୍ସଟ୍ରାକ୍ସନ୍ ଅଫ ନନ୍ ଫେରସ୍‌, ରେୟାର୍ ଅର୍ଥ ମେଟାଲ୍ସ, ପ୍ରୋସେସ୍ ଡେଭଲପ୍‌ମେଂଟ ଏବଂ ଲିଚିଙ୍ଗ କ୍ଷେତ୍ରରେ ୩୦ ବର୍ଷ ଗବେଷଣାର ଅଭିଜ୍ଞତା ରହିଛି।

ଡକ୍ଟର ରଥ ସୋଆର ସ୍କୁଲ ଅଫ ଫାର୍ମାସ୍ୟୁଟିକାଲ ସାଇନସେସ୍‌ରେ ପ୍ରଫେସର ଭାବେ କାର୍ଯ୍ୟ କରୁଥିବା ବେଳେ ଡକ୍ଟ ନାୟକ ଓ ଡକ୍ଟର ମିଶ୍ର ଆଇଟିଇଆରରେ ଶିକ୍ଷାଦାନ କରନ୍ତି।

Categories
ଅନ୍ତରାଷ୍ଟ୍ରୀୟ ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଷ୍ଟାନ୍‌ଫୋର୍ଡ ବିଶ୍ୱ ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକ ତାଲିକାରେ ସୋଆର ଆଉ ୪ ଗବେଷକ

ଭୁବନେଶ୍ୱର: ବିଶ୍ୱର ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଆଉ ୪ ଜଣ ବିଶିଷ୍ଟ ଗବେଷକଙ୍କ ନାମ ସ୍ଥାନ ପାଇଛି। ୟୁଏସ୍‌ଏର ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକା ପ୍ରସ୍ତୁତ କରାଯାଇଥିବା ବେଳେ ଏହି ର‌୍ୟାଙ୍କିଙ୍ଗ୍‌ରେ ଓଡ଼ିଶା ପାଇଁ ପୁଣି ଥରେ ଗୌରବ ଆଣିଛନ୍ତି ସୋଆର ଏହି ୪ ଗବେଷକ।

ବିଷୟବସ୍ତୁ ଆଧାରିତ ବିଶ୍ଳେଷଣକୁ ନେଇ ସୋଆର ୪ ଗବେଷକ ପ୍ରଫେସର ଗୌତମ ରଥ, ଡଃ ମନୋଜ କୁମାର ନାୟକ, ଡଃ ସତ୍ୟ ରଞ୍ଜନ ମିଶ୍ର ଏବଂ ଡଃ ଦେବବ୍ରତ ପ୍ରଧାନ ଏହି ତାଲିକାରେ ସ୍ଥାନ ପାଇଥିବା ବେଳେ ଶନିବାର ବିଶ୍ୱବିଦ୍ୟାଳୟ ପକ୍ଷରୁ ସେମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଛି।

ଦୁଇ ମାସ ପୂର୍ବରୁ ପ୍ରକାଶ ପାଇଥିବା ଏହି ତାଲିକାରେ ସୋଆର ୭ ଜଣ ବିଶିଷ୍ଟ ଗବେଷକ ପ୍ରଫେସର (ଡଃ) ଅଶୋକ କୁମାର ମହାପାତ୍ର, ପ୍ରଫେସର (ଡଃ) ପ୍ରଦୀପ୍ତ କିଶୋର ଦାସ, ପ୍ରଫେସର କୁଳମଣି ପରିଡା, ପ୍ରଫେସର ଲାଲା ବିହାରୀ ଶୁକ୍ଳା, ପ୍ରଫେସର ଆର୍‌.ଏନ୍‌.ପି. ଚୌଧୁରୀ, ପ୍ରଫେସର ଜେ.ସି. ମିଶ୍ର ଏବଂ ଡଃ ନିହାରବାଳା ଦେବୀ ସ୍ଥାନ ପାଇଥିଲେ। ଏହି ୭ ଜଣ ଗବେଷକଙ୍କ ପରେ ଆଉ ୪ ଜଣଙ୍କ ନାମ ଏହି ତାଲିକାକୁ ଆସିବା ଫଳରେ ସୋଆର ୧୧ ଜଣ ଗବେଷକ ବିଶ୍ୱର ୨ ପ୍ରତିଶତ ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ସାମିଲ ହୋଇଛନ୍ତି।

ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ର‌୍ୟାଙ୍କିଙ୍ଗ୍ ଫ୍ରେମ୍‌ୱାର୍କ (ଏନ୍‌ଆଇଆର୍‌ଏଫ୍‌)ର‌୍ୟାଙ୍କିଙ୍ଗ୍ –୨୦୨୦ରେ ସୋଆ ବିଶ୍ୱବିଦ୍ୟାଳୟ କ୍ଷେତ୍ରରେ ୨୦ ତମ ସ୍ଥାନ ହାସଲ କରିଛି। ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଷୟକ୍ରମେ ବିଶ୍ୱର ଶ୍ରେଷ୍ଠ ୧ ଲକ୍ଷ ବୈଜ୍ଞାନିକମାନଙ୍କୁ ନେଇ ଏହି ତାଲିକା କରାଯାଇଥିଲା। ସନ୍ଦର୍ଭ ସମ୍ପର୍କିତ ସୂଚନା, ଏଚ୍ ଇଣ୍ଡେକ୍ସ, କୋ- ଅଥରିସିପ୍ ଏବଂ ସମଗ୍ର ସୂଚକକୁ ଆଧାର କରି ଏହି ବିଶ୍ଳେଷଣ କରାଯାଇ ନିକଟରେ ଏହି ଡାଟାବେସ୍ ପ୍ରସ୍ତୁତ କରାଯାଇଛି।

ପ୍ରଫେସର ରଥ ବର୍ତମାନ ସୋଆର ଫ୍ୟାକଲ୍ଟି ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍‌, ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍‌ରେ ଫାର୍ମାସ୍ୟୁଟିକ୍‌ସ ବିଭାଗର ପ୍ରଫେସର ଭାବେ କାର୍ଯ୍ୟରତ ଥିବା ବେଳେ ଡଃ ନାୟକ ସୋଆ ଅଧିନସ୍ଥ +୨ ସାଇନ୍ସ କଲେଜ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ହାଇଅର୍ ସେକେଣ୍ଡାରି ଏଜୁକେସନ୍ (ଆଇଏଚ୍‌ଏସ୍‌ଇ) ଅଧ୍ୟାପକ ଭାବେ କାର୍ଯ୍ୟରତ। ସେହିପରି ଡଃ ମିଶ୍ର ଏବଂ ଡଃ ପ୍ରଧାନ ସୋଆର ଫ୍ୟାକଲ୍ଟି ଅଫ୍ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌)ରେ ଫ୍ୟାକଲ୍ଟି ଭାବେ କାର୍ଯ୍ୟରତ ଅଛନ୍ତି।

ସୋଆ କୁଳପତି ପ୍ରଫେସର ମହାପାତ୍ର ଏହି ଚାରି ଗବେଷକଙ୍କୁ ଶନିବାର ସମ୍ବର୍ଦ୍ଧିତ କରିଥିବା ବେଳେ ସୋଆ ରେଜିଷ୍ଟ୍ରାର୍ ପ୍ରଫେସର ବିଭୁତି ଭୁଷଣ ପ୍ରଧାନ ଓ ଡିନ୍‌ (ଗବେଷଣା) ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ। ଗବେଷଣା ଉପରେ ଅଧିକ ମନୋନିବେଶ କରୁଥିବା ସୋଆର ୫୦% ଗବେଷଣା କେନ୍ଦ୍ରଗୁଡ଼ିକ ଜାତୀୟ ସ୍ତରରେ ଗୁରୁତ୍ୱଲାଭ କରିଥିବା କ୍ଷେତ୍ରକୁ ଅଗ୍ରାଧିକାର ଦେଇଥାଏ।

ସୋଆ ଅଧିନରେ ୧୩ଟି ଗବେଷଣା କେନ୍ଦ୍ର ଏବଂ ୪୨ଟି ଗବେଷଣା ଲାବ୍ ରହିଛି।ବିଶ୍ୱବିଦ୍ୟାଳୟରେ ଗବେଷକମାନଙ୍କୁ ଗବେଷଣା କରିବା ନିମନ୍ତେ ଖୁବ୍ ଉନ୍ନତମାନର
ସୁବିଧାସୁଯୋଗ ପ୍ରଦାନ କରାଯାଇଥାଏ।

ସମ୍ବର୍ଦ୍ଧିତ ହୋଇଥିବା ଏହି ୪ ଗବେଷକଙ୍କ ମଧ୍ୟରୁ ପ୍ରଫେସର ରଥ ଔଷଧ ଏବଂ ବାୟୋ ଆକ୍ଟିଭ୍‌ସ୍ ଶରୀରର ଏକ ନିର୍ଦ୍ଧିଷ୍ଟ ସ୍ଥାନରେ ପହଂଚାଇବା ନିମନ୍ତେ ନାନୋଟେକ୍ନୋଲୋଜି ଉପରେ ଗବେଷଣା କରୁଥିବା ବେଳେ ବିଭିନ୍ନ ପ୍ରତିଷ୍ଠିତ ଜର୍ନାଲ୍‌ରେ ୧୫୦ଟି ବୈଜ୍ଞାନିକ ସନ୍ଦର୍ଭ ପ୍ରକାଶ ପାଇଛି। ସେ ୪ଟି ଟେକ୍ସଟ୍ ବୁକ୍ ମଧ୍ୟ ରଚନା କରିଛନ୍ତି। ସେ ବର୍ତମାନ ଔଷଧ ଓ ଭ୍ୟାକ୍ସିନ୍ ପ୍ରସ୍ତୁତ ନିମନ୍ତେ ବ୍ୟବହାର କରାଯାଉଥିବା ନନ୍ ଇନ୍‌ଭାସିଭ୍ ଡ୍ରାଏ ପାଉଡର୍ଇ ନ୍‌ହେଲର୍ ନିମନ୍ତେ ଲିପିଡ୍‌/ପଲିମର୍‌/ ପଲିସାରାଇଡ୍ସ ମିଶ୍ରିତ ଇମ୍ୟୁନୋମୋଡୋଲେଟର୍ସ ପ୍ରସ୍ତୁତି କ୍ଷେତ୍ରରେ ଗବେଷଣା କରୁଛନ୍ତି।

ସେହିପରି ଡଃ ନାୟକ ୧୯୯୫ ମସିହାରେ ଏନ୍‌ଆଇଟି, ରାଉରକେଲାରୁ ଏମ୍‌ଏସ୍‌ସି କରିଥିବା ବେଳେ ୨୦୧୫ରେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ପିଏଚ୍‌ଡି ହାସଲ କରିଛନ୍ତି। ସେ ନାନୋଫ୍ଲୁଇଡ୍ସ କ୍ଷେତ୍ରରେ ଗବେଷଣାରତ। ସେ ୨୨ ବର୍ଷ ଧରି ପଦାର୍ଥ ବିଜ୍ଞାନ ଶିକ୍ଷା ପ୍ରଦାନ କରୁଥିବା ବେଳେ ତାଙ୍କର ୮୩ ଟି ଗବେଷଣା ସନ୍ଦର୍ଭ ପ୍ରକାଶ ପାଇଛି। ଅନେକ ଗବେଷଣାରତ ସ୍କଲାର୍ ତାଙ୍କ ଅଧିନରେ କାର୍ଯ୍ୟ କରୁଛନ୍ତି।

ଡଃ ମିଶ୍ର ଆଇଟିଇଆର୍‌ର ଗଣିତ ବିଭାଗରେ ଆସୋସିଏଟ୍ ପ୍ରଫେସର ଭାବେ କାର୍ଯ୍ୟରତ। ସୋଆରୁ ଏମ୍‌.ଟେକ୍ ଏବଂ ପିଏଚ୍‌ଡି ହାସଲ କରିଥିବା ବେଳେ ସେ ଅନେକ ପିଏଚ୍‌ଡି ଛାତ୍ରଙ୍କୁ ଗବେଷଣାରେ ସହଯୋଗ କରୁଛନ୍ତି। ୧୨୫ଟି ଗବେଷଣାରତ ସନ୍ଦର୍ଭ ସେ ପ୍ରସ୍ତୁତ କରିଛନ୍ତି। ସେହିପରି ଡଃ ପ୍ରଧାନ ସୋଆର ବାୟୋ-ଫୁଏଲ୍ସ ଏବଂ ବାୟୋ-ପ୍ରୋସେସିଙ୍ଗ୍ ରିସର୍ଚ୍ଚ ସେନ୍‌ଟରରେ ଆସିଷ୍ଟାଂଟ୍ ପ୍ରଫେସର ଭାବେ କାର୍ଯ୍ୟରତ। ସେ ଅଲ୍‌ଗଲ୍ ଟେକ୍ନୋଲୋଜି, ବାୟୋଚାର୍ ଆଣ୍ଡ ବାୟୋଫୁଏଲ୍ସ, ୱେଷ୍ଟ ୱାଟର୍‌ ଟ୍ରିଟ୍‌ମେନ୍‌ଟ, ବାୟୋମିନେରାଲ୍ ପ୍ରୋସେସିଙ୍ଗ୍‌, ସଲିଡ୍ ୱେଷ୍ଟ ମ୍ୟାନେଜମେନ୍‌ଟ ଏବଂ ବାୟୋମ୍ୟାଟେରିଆଲ୍‌ସ କ୍ଷେତ୍ରରେ ଗବେଷଣାରତ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ଷ୍ଟାନ୍‌ଫୋର୍ଡ ବିଶ୍ୱ ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ସୋଆର ୭ ଗବେଷକ

ଭୁବନେଶ୍ୱର: ବିଶ୍ୱର ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)ର ୭ ଜଣ ବିଶିଷ୍ଟ ଗବେଷକଙ୍କ ନାମ ସ୍ଥାନ ପାଇଛି। ୟୁଏସ୍‌ଏର ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ  ବୈଜ୍ଞାନିକଙ୍କ ତାଲିକା ପ୍ରସ୍ତୁତ କରାଯାଇଥିବା ବେଳେ ଏହି ର‌୍ୟାଙ୍କିଙ୍ଗ୍‌ରେ ଓଡ଼ିଶା ପାଇଁ ଗୋରବ ଆଣିଛନ୍ତି ସୋଆର ଏହି ୭ ଜଣ ଗବେଷକ।

ଏହି ଗବେଷକମାନେ ହେଉଛନ୍ତି ପ୍ରଫେସର (ଡଃ) ପ୍ରଦୀପ୍ତ କିଶୋର ଦାସ, ପ୍ରଫେସର କୁଳମଣି ପରିଡା, ପ୍ରଫେସର ଲାଲା ବିହାରୀ ଶୁକ୍ଳା, ପ୍ରଫେସର (ଡଃ) ଅଶୋକ କୁମାର ମହାପାତ୍ର, ପ୍ରଫେସର ଆର୍‌.ଏନ୍‌.ପି. ଚୌଧୁରୀ, ପ୍ରଫେସର ଜେ.ସି. ମିଶ୍ର ଏବଂ ଡଃ ନିହାରବାଳା ଦେବୀ। ଷ୍ଟାନ୍‌ଫୋର୍ଡ ପକ୍ଷରୁ ବିଷୟକ୍ରମେ ବିଶ୍ୱର ଶ୍ରେଷ୍ଠ ୧ ଲକ୍ଷ ବୈଜ୍ଞାନିକମାନଙ୍କୁ ନେଇ ଏହି ର‌୍ୟାଙ୍କିଙ୍ଗ କରାଯାଇଥିଲା। ମାନଯୁକ୍ତ ସନ୍ଦର୍ଭ ଆଧାର ଯେପରିକି ସନ୍ଦର୍ଭ ସମ୍ପର୍କିତ ସୂଚନା, ଏଚ୍ ଇଣ୍ଡେକ୍ସ, କୋ- ଅଥରିସିପ୍ ଏବଂ ସମଗ୍ର ସୂଚକକୁ ଆଧାର କରି ଏହି ବିଶ୍ଳେଷଣ କରାଯାଇ ଏକ ଡାଟାବେସ୍ ପ୍ରସ୍ତୁତ କରାଯାଇଛି।
ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡଃ) ମନୋଜରଞ୍ଜନ ନାୟକ ବିଶ୍ୱବିଦ୍ୟାଳୟ ପାଇଁ ଗୌରବ ଆଣିଥିବା ଗବେଷକମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

ଉଚ୍ଚ ଶିକ୍ଷା କ୍ଷେତ୍ରରେ ମାଇଲଖୁଂଟ ହୋଇଥିବା ସୋଆ ଚଳିତବର୍ଷ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍‌ନାଲ ର‌୍ୟାଙ୍କିଙ୍ଗ୍ ଫ୍ରେମ୍‌ୱର୍କ (ଏନ୍‌ଆଇଆର୍‌ଏଫ୍‌) ପ୍ରସ୍ତୁତ ବିଶ୍ୱବିଦ୍ୟାଳୟ ତାଲିକାରେ ଦେଶରେ ୨୦ତମ ସ୍ଥାନ ହାସଲ କରିଛି। ଶିକ୍ଷାର ଗୁଣାବତା ଏବଂ ଅଭିନବ ଗବେଷଣା ସୋଆର ମୂଳମନ୍ତ୍ର। ଗବେଷଣା ଉପରେ ଅଧିକ ମନୋନିବେଶ କରୁଥିବା ସୋଆର ୫୦% ଗବେଷଣା କେନ୍ଦ୍ରଗୁଡ଼ିକ ଜାତୀୟ ସ୍ତରରେ ଗୁରୁତ୍ୱଲାଭ କରିଥିବା କ୍ଷେତ୍ରକୁ ଅଗ୍ରାଧିକାର ଦେଇଥାଏ। ସୋଆ ଅଧିନରେ ୧୩ଟି ଗବେଷଣା କେନ୍ଦ୍ର ଏବଂ ୪୨ଟି ଗବେଷଣା ଲାବ୍ ରହିଛି। ବିଶ୍ୱବିଦ୍ୟାଳୟରେ ଗବେଷକମାନଙ୍କୁ ଗବେଷଣା କରିବା ନିମନ୍ତେ ଖୁବ୍ ଉନ୍ନତମାନର ସୁବିଧାସୁଯୋଗ ପ୍ରଦାନ କରାଯାଇଥାଏ।

ପ୍ରଫେସର ଦାସ ଶକ୍ତି କ୍ଷେତ୍ରରେ ଜଣେ ବିଶିଷ୍ଟ ଗବେଷକ ହୋଇଥିବା ବେଳେ ପ୍ରଫେସର ପରିଡା ଓ ପ୍ରଫେସର ଶୁକ୍ଳା ଯଥାକ୍ରମେ ଫିଜିକାଲ୍ କେମିଷ୍ଟ୍ରି ଏବଂ ମାଇନିଂ ଆଣ୍ଡ ମେଟାଲର୍ଜି କ୍ଷେତ୍ରରେ ବେଶ୍ ପ୍ରତିଷ୍ଠିତ ଗବେଷକ। ସେହିପରି ସୋଆର କୁଳପତି ପ୍ରଫେସର (ଡଃ) ମହାପାତ୍ର ଜଣେ ବିଶିଷ୍ଟ ସ୍ନାୟୁ ଶଲ୍ୟ ବିଶିଷ୍ଟ ବିଶେଷଜ୍ଞ। ପ୍ରଫେସର ଚୌଧୁରୀ ଆପ୍ଲାଏଡ୍ ଫିଜିକ୍ସ କ୍ଷେତ୍ରରେ ଗବେଷକ ହୋଇଥିବା ବେଳେ ସୋଆର ପୂର୍ବତନ ପ୍ରୋ ଭାଇସ୍‌ଚାନ୍‌ସେଲର ତଥା ଆଡଜଙ୍କଟ ପ୍ର. ମିଶ୍ର ଗଣିତ କ୍ଷେତ୍ରରେ ଜଣେ ବିଶିଷ୍ଟ ଗବେଷକ। ସେହିପରି ଡଃ ଦେବୀ ବର୍ତ୍ତମାନ ମାଇନିଂ ଆଣ୍ଡ ମେଟାଲର୍ଜି କ୍ଷେତ୍ରରେ ଗବେଷଣାରତ।
ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସାଇନ୍ସ, ବେଙ୍ଗାଲୁରୁର ପୂର୍ବତନ ଛାତ୍ର ପ୍ରଫେସର ଦାସ ହେଉଛନ୍ତି ସୋଆର ପ୍ରଥମ କୁଳପତି। ବର୍ତମାନ ସେ ସୋଆର ଏମିରିଟସ ପ୍ରଫେସର ଏବଂ ମଲ୍ଟି ଡିସିପ୍ଲିନାରୀ ରିସର୍ଚ୍ଚ ସେଲ୍‌ର ମୁଖ୍ୟ ଭାବେ କାର୍ଯ୍ୟରତ। ତାଙ୍କର ରିନିଉଏବଲ୍ ଏନର୍ଜି, ସିଗ୍‌ନାଲ୍ ପ୍ରୋସେସିଂ, ପାୱାର ସିଷ୍ଟମ୍‌ସ , ଡାଟା ମାଇନିଂ, ଆର୍ଟିଫିସିଆଲ୍ ଆଣ୍ଡ କମ୍ପ୍ୟୁଟେସ୍‌ନାଲ୍ ଇଂଟେଲିଜେନ୍ସ, ଡିଷ୍ଟ୍ରିବୁଟେଡ୍ ଜେନେରେସନ୍ ଏବଂ ମାଇକ୍ରୋ ଆଣ୍ଡ ସ୍ମଲ୍ ଗ୍ରିଡ କ୍ଷେତ୍ରରେ ବେଶ ପାରଦର୍ଶିତା ରହିଛି।

ପ୍ରଫେସର ପରିଡା ରସାୟନ ବିଜ୍ଞାନ ବିଭାଗର ପ୍ରଫେସର ଏବଂ ସୋଆର ସେଂଟର ଫର୍ ନାନୋ ସାଇନ୍ସ ଆଣ୍ଡ ନାନୋ ଟେକ୍ନୋଲୋଜି ବିଭାଗର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି। ସେ ସିଏସ୍‌ଆଇଆର୍‌- ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମିନେରାଲ୍ସ ଆଣ୍ଡ ମାଟେରିଆଲ୍ସ ଟେକ୍ନୋଲଜି ( ସିଏସ୍‌ଆଇଆର୍‌- ଆଇଏମ୍‌ଏମ୍‌ଟି), ଭୁବନେଶ୍ୱରରେ ଦକ୍ଷତାର ସହ କାର୍ଯ୍ୟ କରିବା ସହ ମୁଖ୍ୟ ବୈଜ୍ଞାନିକ ଭାବେ ସେଠାରୁ ଅବସର ଗ୍ରହଣ କରିଛନ୍ତି।

ପ୍ରଫେସର ଶୁକ୍ଳା ରିସର୍ଚ୍ଚ ପ୍ରଫେସର ଏବଂ ସୋଆର ବାୟୋଫୁଏଲ୍ ଆଣ୍ଡ ବାୟୋପ୍ରୋସେସିଂ ରିସର୍ଚ୍ଚ ସେଂଟରର ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ। ପୂର୍ବରୁ ସେ ସିଏସ୍‌ଆଇଟି – ଆଇଏମ୍‌ଏମ୍‌ଟି ର ବାୟୋ-ରିସୋର୍‌ସେସ୍ ଇଞ୍ଜିନିୟରିଂ ବିଭାଗର ମୁଖ୍ୟ ଭାବେ କାର୍ଯ୍ୟ କରିସାରିଛନ୍ତି। ତାଙ୍କର ବାୟୋ ମିନେରାଲ୍ ପ୍ରୋସେସିଂ  କ୍ଷେତ୍ରରେ ୪୪ ବର୍ଷର ଅଭିଜ୍ଞତା ରହିଛି।

ସୋଆର କୁଳପତି ତଥା ୨୦୧୭ରେ ଓଡ଼ିଶାର ବହୁ ଚର୍ଚ୍ଚିତ ଯୋଡାମୁଣ୍ଡ ଥିବା ଶିଶୁ ଜଗା-ବଳିଆଙ୍କର ସଫଳ ଅସ୍ତ୍ରୋପଚାର କରିଥିବା ଡାକ୍ତରୀ ଟିମ୍‌ର ନେତୃତ୍ୱ ନେଇଥିବା ପ୍ରଫେସର ମହାପାତ୍ର ନୂଆଦିଲ୍ଲୀ ଏମ୍ସର ସ୍ନାୟୁ ଶଲ୍ୟ ବିଭାଗର ମୁଖ୍ୟ ଭାବେ କାର୍ଯ୍ୟ ତୁଲାଇ ସାରିଛନ୍ତି। ପ୍ରଫେସର ମହାପାତ୍ର ଭୁବନେଶ୍ୱରର ଏମ୍ସର ମଧ୍ୟ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଛନ୍ତି।
ଗଣିତ ବିଜ୍ଞାନକୁ ନେଇ ଅନେକ ପୁସ୍ତକ ଲେଖିଥିବା ଏବଂ ଅନେକ ଗବେଷଣା କରିଥିବା ପ୍ରଫେସର ମିଶ୍ର ଡିଏନ୍‌ଏ ନଟ୍ସ ଆଣ୍ଡ ଲିମ୍ବସ୍‌, ବାଇଫରକେସନ୍ ଆଣ୍ଡ କେଓସ୍ ଇନ୍ ପପୁଲେସନ୍ ଡାଇନାମିକ୍ସ, ଫିଜିଓଲଜିକାଲ୍ ଫ୍ଲୁଇଡ୍ ଡାଇନାମିକ୍ସ, ମେକାନିକ୍ସ ଅଫ୍ ଫ୍ରାକ୍‌ଚର ଆଣ୍ଡ ରିମଡେଲିଂ ଅଫ୍ ବୋନ୍ସ କ୍ଷେତ୍ରରେ ଅନେକ ମ୍ୟାଥମେଟିକାଲ୍ ମଡେଲ୍ସ ପ୍ରସ୍ତୁତ କରିଛନ୍ତି।

ସୋଆର  ପ୍ରଫେସର ଭାବେ କାର୍ଯ୍ୟରତ ପ୍ରଫେସର ଚୌଧୁରୀଙ୍କର ମଲ୍ଟିଫେରୋଇକ୍ସ, ପଲିମର୍ – ନାନୋକମ୍ପୋଜାଇଟ୍ସ ଏବଂ ଆଡଭାନ୍ସଡ ମ୍ୟାଟେରିଆଲ୍‌ସ ୱିଥ୍ ଡେଭଲପ୍‌ମେଂଟ ଅଫ୍ ନ୍ୟୁ ମଲ୍ଟିଫଙ୍କସ୍‌ନାଲ୍ ମ୍ୟାଟେରିଆଲ୍ସ ଫର୍ ଡିଭାଇସେସ୍ କ୍ଷେତ୍ରରେ ବେଶ ପାରଦର୍ଶିତା ରହିଛି। ତାଙ୍କର ୟୁଏସ୍‌ଏ ଏବଂ ୟୁକେରେ ୪୦ ବର୍ଷରୁ ଅଧିକ ସମୟର ଗବେଷଣା ଅଭିଜ୍ଞତା ରହିଛି।

ସୋଆର ଫାକଲ୍ଟି ଅଫ୍ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସଚ୍ଚ (ଆଇଟିଇଆର୍‌)ର ଆସୋସିଏଟ୍ ପ୍ରଫେସର ଡଃ ଦେବୀଙ୍କର ସଲ୍‌ଭେଂଟ ଏକ୍ସଟ୍ରାକ୍ସନ୍ ଅଫ୍ ନନ୍ ଫେରସ୍‌, ରେୟାର୍ ଅର୍ଥ ମେଟାଲ୍ସ, ପ୍ରୋସେସ୍ ଡେଭଲପ୍‌ମେଂଟ ଏବଂ ଲିଚିଙ୍ଗ କ୍ଷେତ୍ରରେ ୨୯ ବର୍ଷ ଗବେଷଣାର ଅଭିଜ୍ଞତା ରହିଛି।