Categories
ଆଜିର ଖବର ରାଜ୍ୟ ଖବର

ସମ୍ଭାବ୍ୟ ବାତ୍ୟାକୁ ନେଇ ଅପଡେଟ ଜାରି କଲା ପାଣିପାଗ ବିଭାଗ: ଆଜି ଅପରାହ୍ନରେ ଗୁରୁତ୍ଵପୂର୍ଣ୍ଣ ବୈଠକ

ଭୁବନେଶ୍ବର: ରାଜ୍ୟରେ ସମ୍ଭାବ୍ୟ ବାତ୍ୟାକୁ ନେଇ ଏକ ଗୁରୁତ୍ଵପୂର୍ଣ୍ଣ ବୈଠକ ବସୁଛି। ଅପରାହ୍ନ ୪ ଟାରେ ଏନେଇ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହେବ। ଏସଆରସି ଦାୟିତ୍ଵରେ ଥିବା ସତ୍ୟବ୍ରତ ସାହୁଙ୍କ ନେତୃତ୍ଵରେ ଏହି ବୈଠକ ବସିବ। ପୂର୍ବ ପ୍ରସ୍ତୁତି ନେଇ ବରିଷ୍ଠ ଅଧିକାରୀଙ୍କ ସହ ସତ୍ୟବ୍ରତ ସାହୁ ଆଲୋଚନା କରିବେ।

ତେବେ ସମ୍ଭାବ୍ୟ ବାତ୍ୟାକୁ ନେଇ ଟ୍ବିଟ ମାଧ୍ୟମରେ ଆଜି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏକ ଅପଡେଟ ଜାରି କରିଛି। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା। ଗତକାଲିର ଘୁର୍ଣ୍ଣିବଳୟ ଆଜି ସକାଳ ୮.୩୦ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବ ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି। ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୁର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟିହେବାର ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତ ରେ ପରିଣତ ହେବାର ସମ୍ଭାବନା ରହିଛି। ଏଥି ସହ ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି।