Categories
ଆଜିର ଖବର ଜାତୀୟ ଖବର

ଗୁରୁଦିବସରେ ଗୁରୁଙ୍କ ସମ୍ମାନର୍ଥେ ବିଭିନ୍ନ କାର୍ଯ୍ୟକ୍ରମ

ଭୁବନେଶ୍ଵର: ଆଜି ସେପ୍ଟେମ୍ବର ୫ ତାରିଖ ଗୁରୁ ଦିବସ। ଶିକ୍ଷାଦାତ୍ତା ଗୁରୁଙ୍କ ପାଇଁ ଆଜିର ଦିନଟି ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତର ଦ୍ୱିତୀୟ ରାଷ୍ଟ୍ରପତି ତଥା ପ୍ରଥମ ଉପ-ରଷ୍ଟ୍ରପତି ଓ ବିଶିଷ୍ଟ ଶିକ୍ଷାବିତ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମତିଥିକୁ ସେପ୍ଟେମ୍ବର ୫ ତାରିଖକୁ ସର୍ବଭାରତୀୟ ସ୍ତରରେ ‘ଗୁରୁଦିବସ ’ ଭାବରେ ପାଳନ କରାଯାଇଥାଏ।

ଆଜିର ଦିନକୁ ପ୍ରତିବର୍ଷ ସାରା ଦେଶରେ ଗୁରୁ ଦିବସ ଭାବେ ପାଳନ କରାଯାଉଛି। ଏଥିପାଇଁ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁଙ୍କ ସମ୍ମାନର୍ଥେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଗୁରୁଙ୍କୁ ଛାତ୍ରଛାତ୍ରୀ ପୂଜା କରି ଆଶୀର୍ବାଦ ନେଉଛନ୍ତି। ରାଧାକ୍ରିଷ୍ଣନଙ୍କର ଜନ୍ନତିଥିକୁ ଜାତୀୟ ସ୍ତରରେ ୧୯୬୨ ମସିହା ପରଠାରୁ ପାଳନ ହୋଇ ଆସୁଛି।

Categories
ଆଜିର ଖବର ରାଜ୍ୟ ଖବର

ବିବେକାନନ୍ଦ ଶିକ୍ଷାକେନ୍ଦ୍ର, ବିଡ଼ିଓ କଲୋନୀରେ ଗୁରୁଦିବସ ପାଳନ ଅବସରରେ ପ୍ରତିଭା ସମ୍ମାନ ସମାରୋହ

ଭୁବନେଶ୍ୱର : ଆଜି ୧୩୫ ତମ ଗୁରୁଦିବସ ଅବସରରେ ବିବେକାନନ୍ଦ ଶିକ୍ଷାକେନ୍ଦ୍ର ପ୍ରାଙ୍ଗଣରେ ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରୀଷ୍ଣଙ୍କ ଜନ୍ମଜୟନ୍ତୀ ପାଳନ ସହିତ ଗୁରୁଜୁନଙ୍କ ମହାସମାରୋହରେ ପାଳନ କରାଯାଇଅଛି । ଉକ୍ତ ସମାରୋହରେ ବିଦ୍ୟାଳୟର ୪୦୦ ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ବିଦ୍ୟାଳୟର ସମସ୍ତ ଶିକ୍ଷକ/ ଶିକ୍ଷୟତ୍ରୀ ମାନଙ୍କୁ ଫୁଲ ଚନ୍ଦନ ଦେଇ ବନ୍ଦନା କରିବା ସହିତ ଗୁରୁବନ୍ଦନା ଗାନ କରିଥିଲେ ।

ଉକ୍ତ ଉତ୍ସବରେ ବିଦ୍ୟାଳୟର ଚଳିତବର୍ଷ ଦଶମ ଶ୍ରେଣୀ ବୋର୍ଡ଼ ପରିକ୍ଷାରେ ୯୦ ପ୍ରତିଶତରୁ ଅଧିକ ନମ୍ବର ରଖିଥିବା ୧୦ ଜଣ ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟ ତରଫରୁ ସମ୍ମାନୀତ କରାଯାଇଥିଲା। ସେହିପରି ୧୪ ଜଣ ସ୍କାଉଡ଼୍‌ଗାଇଡ଼ ଛାତ୍ରଛାତ୍ରୀଙ୍କୁ ରାଜ୍ୟପାଳ ପୁରସ୍କାର ପ୍ରଦାନ କରାଯାଇଥିଲା । ଉକ୍ତ ଉତ୍ସବରେ ଜେଡ଼ିୟୁଭିର ନିର୍ଦ୍ଦେଶକ ଶ୍ରୀ ବି.କେ ସାହୁ ଡଃ ଆର.ସି. ରାଉତ, ସୁଦେଷ୍ମା ମିଶ୍ର (ପ୍ରସନ୍ନ ଫାଉଣ୍ଡେସନ), ଡଃ ଅଶୋକ ସାହୁ ବିଦ୍ୟାଳୟର ସଭାପତି ମଦନ ମୋହନ ଧଳ, ବିଦ୍ୟାଳୟର ସଂପାଦକ ଅକ୍ଷୟ କୁମାର ତ୍ରିପାଠୀ, ଶିକ୍ଷକ ଓ ଶିକ୍ଷୟତ୍ରୀମାନଙ୍କୁ ଗୁରୁଦିବସରେ ଶୁଭେଚ୍ଛା ଜଣାଇବା ସହ ଉତିନ୍ନ ଛାତ୍ରଛାତ୍ରୀଙ୍କ ଭବିଷ୍ୟ ଉଜ୍ଜଳ କାମନା କରିଥିଲେ ।

ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ଗଙ୍ଗାଧର ମହାରଣା ଗୁରୁଦିବସର ତାପର୍ଯ୍ୟ ସଂପର୍କରେ ଛାତ୍ରଛାତ୍ରୀମାନଙ୍କୁ ଉଦ୍‌ବୋଧନ ଦେବା ସହ ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଶ୍ରୀ ଲୋକନାଥ ପ୍ରହରାଜ, ବିଜୟ କୁମାର ଦାସ, ଅଭୟ କୁମାର ଶତପଥି, ସୁଧିର କୁମାର ବେହେରା, ବିପାଶା ପାତ୍ର ଓ ଅନ୍ୟମାନେ ସଭାକୁ ପରିଚାଳନା କରିଥିଲେ ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଏଥର ଓଡିଶାରୁ ଜଣେ ମାତ୍ର ଶିକ୍ଷକ ପାଇବେ ରାଷ୍ଟ୍ରପତି ପୁରସ୍କାର, ଜାଣନ୍ତୁ ସେ କିଏ

ଭୁବନେଶ୍ୱର : ଚଳିତ ଗୁରୁଦିବସ ଅବସରରେ ରାଷ୍ଟ୍ରପତିଙ୍କଠାରୁ ଓଡ଼ିଶାର ଶ୍ରୀ ଈଶ୍ୱର ଚନ୍ଦ୍ର ନାୟକ ଜାତୀୟ ଶିକ୍ଷକ ପୁରସ୍କାର ପାଇବେ । ଜାତୀୟ ଶିକ୍ଷକ ପୁରସ୍କାର ତାଲିକାରେ ଓଡ଼ିଶାର ଏକମାତ୍ର ଶିକ୍ଷକ ଭାବେ ପୁରୀ ଜିଲ୍ଲା ନିମାପଡ଼ା ବ୍ଲକ୍‌ ଶଗଡ଼ା ପଞ୍ଚାୟତ କନପୁର ପ୍ରାଥମିକ ବିଦ୍ୟାଳୟର ଶ୍ରୀ ଈଶ୍ୱର ଚନ୍ଦ୍ର ନାୟକଙ୍କ ନାମ ପ୍ରକାଶିତ ହୋଇଛି। ବର୍ତ୍ତମାନ ଶ୍ରୀ ନାୟକ ନିମାପଡ଼ା ବ୍ଲକ ବାଙ୍ଗରୁଷପାଟଣା ଗ୍ରାମର ଈଶ୍ୱର ଚନ୍ଦ୍ର ସଗଡ଼ା ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକତା କରୁଛନ୍ତି ।

ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ଶ୍ରୀ ନାୟକଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ମନ୍ତ୍ରୀ ଶ୍ରୀ ଦାଶ ଶିକ୍ଷକତା ବୃତ୍ତି ପ୍ରତି ଶ୍ରୀ ନାୟକଙ୍କର ନିଷ୍ଠା ଓ ସାମାଜିକ କର୍ତ୍ତବ୍ୟବୋଧର ଉଚ୍ଚପ୍ରଶଂସା କରିଛନ୍ତି । ମନ୍ତ୍ରୀ ଶ୍ରୀ ଦାଶ ତାଙ୍କର ଉତ୍ତୋରତ୍ତର ଉନ୍ନତି କାମନା କରିବା ସହ ନିମାପଡ଼ା ତଥା ସମଗ୍ର ରାଜ୍ୟ ତାଙ୍କ ପାଇଁ ଗୌରବାନ୍ୱିତ ବୋଲି ଉଲ୍ଲେଖ କରିଛନ୍ତି ।

ଶ୍ରୀ ନାୟକ ପୂର୍ବରୁ ଅନେକ ଜାତୀୟ ଓ ରାଜ୍ୟସ୍ତରୀୟ ପୁରସ୍କାର ପାଇଛନ୍ତି । ନିକଟରେ ତାଙ୍କର ଲିଖିତ ପୁସ୍ତକକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ବହୁ ପ୍ରଶଂସା ମିଳିଛି । ନିଜ ଗ୍ରାମ ବାଙ୍ଗୁରୁଷପାଟଣାରେ ସେ ଷ୍ଟୁଣ୍ଡେଣ୍ଟ ନଲେଜ ସେଣ୍ଟର ଓ ଲାଇବ୍ରେରୀ ପ୍ରତିଷ୍ଠା କରିଛନ୍ତି । ଏହି ନଲେଜ ସେଣ୍ଟରରେ ପ୍ରାଥମିକ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ମାଗଣାରେ କମ୍ପୁ୍ୟଟର ଶିକ୍ଷା ପ୍ରଦାନ କରାଯାଉଛି ।

ପ୍ରକାଶଯୋଗ୍ୟ ଯେ ଦେଶର ୪୬ ଜଣ କୃତୀ ଶିକ୍ଷକ ଏହି ଜାତୀୟ ଶିକ୍ଷକ ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି । ଶ୍ରୀ ନାୟକ ମହାମହିମ ରାଷ୍ଟ୍ରପତିଙ୍କଠାରୁ ଆସନ୍ତା ସେପେଫମ୍ବର ୫ ତାରିଖ ଦିନ ଏହି ପୁରସ୍କାର ଗ୍ରହଣ କରିବେ ।