Categories
ଆଜିର ଖବର ରାଜ୍ୟ ଖବର

ଉତ୍କଳମଣି ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ 146 ତମ ଜନ୍ମ ବାର୍ଷିକ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କରିବା ସହିତ ତାଙ୍କ ସଂଗ୍ରାମର କାହାଣୀକୁ ସ୍ମରଣ କରିଛନ୍ତି।

ସେ ଏକ ଟୁଇଟ ମାଧ୍ୟମରେ ଗୋପବନ୍ଧୁଙ୍କ ସଂପର୍କରେ କହିଛନ୍ତି ଯେ, ସେବା ଓ ତ୍ୟାଗର ଅନନ୍ୟ ପ୍ରତୀକ ତଥା ମହାନ ସ୍ୱାଧୀନତା ସଂଗ୍ରାମୀ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ସୁଆଣ୍ଡୋରେ ସତ୍ୟବାଦୀ ବନ ବିଦ୍ୟାଳୟ ପ୍ରତିଷ୍ଠା ଦ୍ୱାରା ଶିକ୍ଷିତ ସମାଜ ଗଠନ ପାଇଁ ସେ ଦେଖାଇଥିବା ମାର୍ଗ ତଥା ଲୋକଙ୍କ ସେବା ଓ ଉନ୍ନତି ପାଇଁ ତାଙ୍କ ଜୀବନବ୍ୟାପୀ ସାଧନା ସର୍ବଦା ପ୍ରେରଣାର ଉତ୍ସ।

Categories
ଆଜିର ଖବର ରାଜ୍ୟ ଖବର

ବିଧାନସଭାରେ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ବର: ଆଜି ହେଉଛି ପୁଣାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ 146 ତମ ଜନ୍ମ ତିଥି। ଏହି ଉପଲକ୍ଷେ ଆଜି ବିଧାନସଭା ପରିସରରେ ତାଙ୍କର ଜନ୍ମ ଜୟନ୍ତୀ ପାଳନ କରାଯାଇଛି। ସେଠାରେ ଥିବା ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କରାଯାଇ ତାଙ୍କର ସ୍ମୃତିଚାରଣ କରାଯାଇଥିଲା।

ଏଥିରେ ବାଚସ୍ପତି ପ୍ରମିଳା ମଲ୍ଲିକ, ଉପବାଚସ୍ପତି ରଜନୀକାନ୍ତ ସିଂ, ମନ୍ତ୍ରୀ ନିରଞ୍ଜନ ପୂଜାରୀ, ବିଧାୟକ ଅମତ ଶତପଥୀ ଏବଂ ଅନନ୍ତନାରାୟଣ ଜେନା ସହିତ ବିଧାନସଭା ସଚିବ ଓ କର୍ମଚାରୀ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମମାଟି ପାଇଲା ନୂଆ ରୂପ, ନବୀନ କରିବେ ଲୋକାର୍ପଣ

ଭୁବନେଶ୍ୱର: ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମସ୍ଥାନ ସୁଆଣ୍ଡୋ ଏକ ନୂଆ ରୂପରେ ରୂପାନ୍ତରିତ ହୋଇଛି। ଏଥିରେ ୨୫ କୋଟି ଟଙ୍କା ବ୍ୟୟ କରାଯାଇ ଏହାର ଉନ୍ନତି କରଣ କରାଯାଇଛି।

ଏହି ଯୋଜନାରେ ଗୋପବନ୍ଧୁଙ୍କ ଜନ୍ମ ପୀଠରେ ଥିବା ଶିବ ମନ୍ଦିର, ଦୁଇଟି ପୋଖରୀ, ପୈତୃକ ବାସଗୃହ, ଗ୍ରାମରାସ୍ତା, ଜନ୍ମପୀଠ ପରିକ୍ରମା ରାସ୍ତା, ଗୋପବନ୍ଧୁଙ୍କ ସ୍ମୁତି ସଂଗ୍ରହାଳୟ, ସୂଚନା କେନ୍ଦ୍ର, ଆତିଥ୍ୟ କେନ୍ଦ୍ର, ଶିଶୁ ପାର୍କ, ଉତ୍କଳମଣୀଙ୍କ ପ୍ରାୟ ୧୫ ଫୁଟ ଉଚ୍ଚର ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି।

ସେହିପରି ସେ ଯେଉଁ ଘରେ ଜନ୍ମ ନେଇଥିଲେ ସେହି ଷଠିଘର କାର୍ଯ୍ୟ ମଧ୍ୟ ସଂପୂର୍ଣ୍ଣ କରାଯାଇଛି। ଆସନ୍ତାକାଲି ଗୁରୁବାରରେ ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଉତ୍ସର୍ଗ କରିବେ।

Categories
ଆଜିର ଖବର ରାଜ୍ୟ ଖବର

ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମ ସ୍ଥାନରେ ଭି କେ ପାଣ୍ଡିଆନ

ଭୁବନେଶ୍ବର: ଆଜି 5ଟି ସଚିବ ଭି କେ ପାଣ୍ଡିଆନ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମସ୍ଥାନ ସୁଆଣ୍ଡୋ ଗ୍ରାମ ପରିଦର୍ଶନରେ ଯାଇଥିଲେ। ସେଠାରେ ରାଜ୍ୟ ସରକାରଙ୍କ ତରଫରୁ ସୁଆଣ୍ଡୋ ପ୍ରକଳ୍ପ କାର୍ଯ୍ୟ ଚାଲିଛି। ତାହାର ସେ ତଦାରଖ କରିଥିଲେ।

ସେଠାରେ ଗୋପବନ୍ଧୁଙ୍କ ଜନ୍ମସ୍ଥଳ ସହିତ ନିକଟରେ ଥିବା ପୁଷ୍କରଣୀ, ମନ୍ଦିର ଏବଂ ବିଦ୍ୟାଳୟର ପୁନଃଉଦ୍ଧାର କାର୍ଯ୍ୟ ଚାଲିଛି। ପାଣ୍ଡିଆନଙ୍କ ଗସ୍ତ ସମୟରେ ପୁରୀ ଜିଲ୍ଲା ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ସହିତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।