Categories
ଆଞ୍ଚଳିକ

ଗୋଲାମୁଣ୍ଡା ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି: ଆଜି ଗୋଲାମୁଣ୍ଡା ସ୍ତିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ସୁଶାନ୍ତ ପଟେଲ, ପଞ୍ଚାୟତ ସମିତି ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ, ଭାର ପ୍ରାପ୍ତ ବିଡିଓ ଶ୍ରୀଧର ପଣ୍ଡାଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୨୭୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୫୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୨ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ରେଡକ୍ରସ ଫଣ୍ଡରୁ ୨ ଜଣଙ୍କୁ ଆର୍ଥିକ ସହାୟତା ମଞ୍ଜୁର କରାଯାଇଥିଲା