Categories
ଆଜିର ଖବର ରାଜ୍ୟ ଖବର

ବଙ୍ଗୋପସାଗରରେ ସୃଷ୍ଟି ହେବ ଏକ ଘୂର୍ଣ୍ଣିବଳୟ, ୧୮ ତାରିଖ ବେଳକୁ ପୁଣି ପ୍ରବଳ ବର୍ଷା

ଭୁବନେଶ୍ବର: ଆସନ୍ତା ୧୮ ସେପ୍ଟେମ୍ବର ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଆଗୁଆ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ। ଏହା ଦ୍ବାରା ଆସନ୍ତା ୧୮ ସେପ୍ଟେମ୍ବର ବେଳକୁ ରାଜ୍ୟରେ ପୁଣି ବର୍ଷା ବଢିବ ବୋଲି କୁହାଯାଇଛି।

ଅନ୍ୟପକ୍ଷରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ଏକ ସୁଦୃଶଃ-ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଦକ୍ଷିଣ-ପୂର୍ବ ମଧ୍ୟପ୍ରଦେଶ ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି। ଏହା ଦ୍ବାରା ମଧ୍ୟ କେତେକ ସ୍ଥାନରେ ଅଳ୍ପ ବର୍ଷା ହେବାର ସମ୍ଭାବନା ରହିଛି।

Categories
ଆଜିର ଖବର ରାଜ୍ୟ ଖବର

ଆସନ୍ତାକାଲି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଆସନ୍ତା ୭ ତାରିଖ ସୁଦ୍ଧା ଏହି ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।ଏହାର ପରବର୍ତ୍ତୀ ୪୮ ଘଣ୍ଟାରେ ଲଘୁଚାପର ରୂପ ନେଇପାରେ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ଆସନ୍ତା ୯ ତାରିଖ ଯାଏଁ ୧୫ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହି ଜିଲ୍ଲାଗୁଡିକ ହେଲେ- ଅନୁଗୁଳ, ଭଦ୍ରକ, ବୌଦ୍ଧ, କଟକ, ଢେଙ୍କାନାଳ, ଜଗତସିଂହପୁର, ଯାଜପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ହେବ ଲଘୁଚାପ, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ବର: ବଙ୍ଗଳାଦେଶ ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଧିରେଧିରେ ସକ୍ରିୟ ହେବାରେ ଲାଗିଛି। ବର୍ତ୍ତମାନ ଏହା ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି।

ଫଳରେ ଏହା ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡିଶା ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଭାଗ ସତର୍କ କରାଇଛି।

Categories
ଆଜିର ଖବର ରାଜ୍ୟ ଖବର

ସୃଷ୍ଟି ହେଲା ସକ୍ରିୟ ଘୁର୍ଣ୍ଣିବଳୟ, ଏହାର ପ୍ରଭାବରେ ପାଗ ମେଘୁଆ ସହିତ ଲାଗି ରହିବ ବର୍ଷା

ଭୁବନେଶ୍ବର: ଉପକୂଳବର୍ତ୍ତି ଓଡିଶା ଏବଂ ଏହାର ପାର୍ଶ୍ବବର୍ତ୍ତି ଅଞ୍ଚଳରେ 2.1 କିଲୋମିଟର ଉଚ୍ଚତା ଯାଏଁ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହି ଘୁର୍ଣ୍ଣିବଳୟ ବେଶ ସକ୍ରିୟ ରହିଛି ବୋଲି ପାଣିପାଗ ବିଭାଗ କହିଛି। ଫଳରେ ଏହାର ପ୍ରଭାବରେ ଉପକୂଳ ଓଡିଶା ଏବଂ ଏହାର ପାର୍ଶ୍ବବର୍ତ୍ତି ଅଞ୍ଚଳର ପାଗ ମେଘୁଆ ରହିବ। ସ୍ଥାନେ ସ୍ଥାନେ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି ବୋଲି ପାଣିପାଗ ବିଭାଗ କହିଛି।

ତେବେ ପାଣିପାଗ ବିଭାଗ ଅନୁସାରେ ରାଜ୍ୟରେ କେତେକ ସ୍ଥାନରେ କୈଳବୈଶାଖୀର ମଧ୍ୟ ସମ୍ଭାବନା ରହିଛି। ଗତକାଲି କେତେକ ସ୍ଥାନରେ ଏହାର ପ୍ରଭାବ ଦେଖିବାକୁ ମିଳିଥିଲା। ଆଜି ମଧ୍ୟ କେତେକ ସ୍ଥାନରେ ଏହାର ପ୍ରଭାବ ରହିବ ବୋଲି କୁହାଯାଇଛି। ଏହା ଦ୍ବାରା ବର୍ଷା ପବନ ସହିତ ଘଡଘଡି ବିଜୁଳି ପ୍ରକୋପ ଜାରୀ ରହିବ।

Categories
ଆଜିର ଖବର ରାଜ୍ୟ ଖବର

ସୃଷ୍ଟି ହେଉଛି ଏକାଧିକ ଘୁର୍ଣ୍ଣିବଳୟ: ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୧୦ ଦିନ ମଧ୍ୟରେ ବଙ୍ଗୋପସାଗର ରେ ଏକାଧିକ ଘୁର୍ଣ୍ଣିବଳୟର ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ଓଡିଶାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଗୋଟିଏ ଘୂର୍ଣି ବଳୟ ବର୍ତ୍ତମାନ ବଙ୍ଗୋପସାଗରରେ ରହିଥିବା ବେଳେ ଆଗାମୀ କିଛି ଦିନ ମଧ୍ୟରେ ଏକାଧିକ ଲଘୁଚାପ କେନ୍ଦ୍ରୀଭୂତ ହେବାର ସମ୍ଭାବନା ରହିଛି ବୋଲି ସିଇସି ର ନିର୍ଦେଶକ ଡ଼ଃ ଶରତ ଚନ୍ଦ୍ର ସାହୁ କହିଛନ୍ତି।

ଏହି ଘୁର୍ଣ୍ଣି ବଳୟ ଗୁଡିକ ଦକ୍ଷିଣ ଚାଇନା ସାଗର ରୁ ପଶ୍ଚିମ ଦିଗକୁ ଗତି କରି ମ୍ୟାନମାର ଓ ଥାଇଲାଣ୍ଡ ଦେଇ ବଙ୍ଗୋପସାଗର ଆଡ଼କୁ ମୁହାଁଉଛନ୍ତି। ଏହା ମଧ୍ୟରୁ ଗୋଟିଏ ଘୁର୍ଣ୍ଣିବଳୟ ବର୍ତମାନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ସ୍ଥିର ରହିଛି ଓ ଏହାର ପ୍ରଭାବରେ ଓଡିଶାର ଅଧିକାଂଶ ସ୍ଥାନରେ ରବିବାର ଠାରୁ ସେପ୍ଟେମ୍ବର ୨୩ ତାରିଖ ପର୍ଯ୍ୟନ୍ତ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ସେପ୍ଟେମ୍ବର ୨୦ ରୁ ୨୨ ତାରିଖ ମଧ୍ୟରେ ଭଦ୍ରକ, କେନ୍ଦ୍ରାପଡ଼ା, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, କଟକ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ସୁନ୍ଦରଗଡ଼, ସୋନପୁର, ବୌଦ୍ଧ, ଦେଓଗଡ, ସମ୍ବଲପୁର, ବରଗଡ, ବଲାଙ୍ଗୀର, କନ୍ଧମାଳ, ଢେଙ୍କାନାଳ ଓ ଅନୁଗୁଳ ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଡ଼ଃ ସାହୁ କହିଛନ୍ତି।

ସେହିପରି ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ସେପ୍ଟେମ୍ବର ୨୪ ତାରିଖ ରେ ଅନ୍ୟଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବା ସହ ସେପ୍ଟେମ୍ବର ୨୫ ତାରିଖ ସୁଦ୍ଧା ଏହା ଲଘୁଚାପ ରେ ପରିଣତ ହେବ ଓ ସେପ୍ଟେମ୍ବର ୨୬ ତାରିଖରେ ଅବପାତର ରୂପ ନେବାର ସମ୍ଭାବନା ଥିବା ଜଣାପଡିଛି। ଏହାର ପ୍ରଭାବରେ ସେପ୍ଟେମ୍ବର ୨୬ ଓ ୨୭ ତାରିଖରେ ଉପକୂଳ ଓଡିଶା ଓ ଏହାର ସଂଲଗ୍ନ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହା ଭଦ୍ରକ ଜିଲ୍ଲା ଦେଇ ଉତ୍ତର ଓଡିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ଅଛି ବୋଲି ଡ଼ଃ ସାହୁ କହିଛନ୍ତି।

ସେହିପରି ଅନ୍ୟ ଏକ ଘୁର୍ଣ୍ଣି ବଳୟ ଉତ୍ତର ପୂର୍ବ ବଙ୍ଗୋପସାଗରରେ ସେପ୍ଟେମ୍ବର ୨୬ ତାରିଖରେ କେନ୍ଦ୍ରୀଭୂତ ହେବାର ସମ୍ଭାବନା ଥିବା ବେଳେ ୨୮ ତାରିଖ ସୁଦ୍ଧା ଏହା ଲଘୁଚାପ ରେ ପରିଣତ ହେବାର ସମ୍ଭାବନା ରହିଛି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ପୁଣି ସୃଷ୍ଟି ହେଲା ଏକ ଘୁର୍ଣ୍ଣିବଳୟ, 13ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରୀ

ଭୁବନେଶ୍ବର, ଗ୍ୟାଙ୍ଗେଟିକ୍ ପଶ୍ଚିମ-ବଙ୍ଗ ଏବଂ ତାର ଆଖପାଖ ଅଂଚଳରେ ଗୋଟିଏ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି, ଯାହା ସମୁଦ୍ର ପତ୍ତନ ଠାରୁ ୦.୯ କିମି ଯାଇଁ ବ୍ୟାପିଛି। ଏହା ଘୁର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ଭିତରେ ମୟୁରଭଞ୍ଜ, କେନ୍ଦୁଝର, ଦେବଗଡ, ସୁନ୍ଦରଗଡ, ଅନୁଗୁଳ, ବାଲେଶ୍ୱର ଜିଲ୍ଲାରେ ପ୍ରବଳ ରୁ ଅତିପ୍ରବଳ ଏବଂ ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଢେଙ୍କାନାଳ, ଗଜପତି, ସମ୍ବଲପୁର ଏବଂ ବରଗଡ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ-ୱାର୍ଣ୍ଣିଙ୍ଗ ଜାରି କରାଯାଇଛି।

ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା,କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ, ଗଂଜାମ, ଗଜପତି, ପୁରୀ, କନ୍ଧମାଳ, ବୌଦ୍ଧ, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ ଏବଂ ଅନୁଗୁଳ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି।