Categories
ଆଜିର ଖବର ରାଜ୍ୟ ଖବର

ନଭେମ୍ବର ମଧ୍ୟ ଭାଗରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ନଭେମ୍ବର ୧୪ ତାରିଖରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ବାୟୁ ମଣ୍ଡଳର ଉପର ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ତା’ ପରବର୍ତ୍ତୀ ଦିନ ଏହା ଲଘୁଚାପର ରୂପ ନେଇପାରେ ବୋଲି ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ସୂଚନା ଦେଇଛି।

ମିଳିଥିବା ପ୍ରାରମ୍ଭିକ ତଥ୍ୟାନୁଯାୟୀ ଏହି ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ଥିବା ବେଳେ ଏହା ଦିଗ ପରିବର୍ତନ କରି ନଭମ୍ବେର ୧୬ ସୁଦ୍ଧା ଉତର ଦିଗ ଆଡ଼କୁ ମୁହାଁଇ ପାରେ ବୋଲି ସିଇସି ପକ୍ଷରୁ ଜାରୀ ହୋଇଥିବା ବୁଲେଟିନ୍ କହିଛି। ଏହାର ପ୍ରଭାବରେ ନଭେମ୍ବର ୧୫ ରୁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାଗୁଡ଼ିକରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାବେଳେ ଏହାର ପରବର୍ତ୍ତୀ ଦିନ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହି ଘୂର୍ଣ୍ଣିବଳୟ ଉତ୍ତର ଦିଗ ଆଡ଼କୁ ମୁହାଁଉଥିବାରୁ ଉପକୂଳ ଓ ଉତର ଓଡ଼ିଶାର ବିଭିନ୍ନ ଜିଲ୍ଲାଗୁଡ଼ିକର କେତେକ ସ୍ଥାନରେ ନଭେମ୍ବର ୧୬ ତାରିଖ ରାତିରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ନଭେମ୍ବର ୧୬ ରୁ ୧୮ ମଧ୍ୟରେ ଗଜପତି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ଼, ଢ଼େଙ୍କାନାଳ, ଜଗତସିଂହପୁର, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, ଯାଜପୁର ଓ କେନ୍ଦୁଝର ପ୍ରଭୃତି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

କେନ୍ଦ୍ରୀୟ ଭାରତରେ ଆଂଟି ସାଇକ୍ଲୋନ୍ ପରିସ୍ଥିତି ରହିଥିବାରୁ ନଭେମ୍ବର ୧୨ ତାରିଖ ପର୍ଯ୍ୟନ୍ତ ରାତିର ତାପମାତ୍ରା ହ୍ରାସ ପାଇବ ଓ ଦିନର ତାପମାତ୍ରା ବୃଦ୍ଧି ପାଇବ। ନଭେମ୍ବର ୧୩ ତାରିଖରୁ ରାତିର ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ରହିଛି।

Categories
ଆଜିର ଖବର ରାଜ୍ୟ ଖବର

ଜୁଲାଇ ତୃତୀୟ ସପ୍ତାହରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ଆଜି ସୋଆ ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ଏକ ବୁଲେଟିନ୍‌ରେ କୁହାଯାଇଛି।

ପରିବେଶରେ ପର୍ଯ୍ୟାପ୍ତ ପରିମାଣର ଜଳୀୟ ବାଷ୍ପ ରହିଥିବାରୁ ଏବଂ ୮୦ ପ୍ରତିଶତରୁ ଊର୍ଦ୍ଧ୍ୱ ଗୁଳୁଗୁଳି ଯୋଗୁଁ ମୌସୁମୀ ଦୁର୍ବଳ ହୋଇ ରାଜ୍ୟରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେଉଛି ବୋଲି ଏଥିରେ କୁହାଯାଇଛି।

ତେବେ ଜୁଲାଇ ୧୮ରେ ଉତର-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବା ଯୋଗୁଁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ ଏବଂ ସେହି ଦିନ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହା ଧୀରେ ଧୀରେ ଘନୀଭୂତ ହୋଇ ଜୁଲାଇ ୨୦ ତାରିଖ ସୁଦ୍ଧା ଗଭୀର ଅବପାତରେ ପରିଣତ ହେବ ବୋଲି ବୁଲେଟିନ୍‌ରେ କୁହାଯାଇଛି।
ଏହାର ପ୍ରଭାବରେ ଜୁଲାଇ ୨୧ ରୁ ୨୩ ତାରିଖ ମଧ୍ୟରେ ଉତର-ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା କୁହାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ଜୁଲାଇ ୪ରେ ବଙ୍ଗୋପ ସାଗରରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ପୂର୍ବ ଭାରତରେ ପଶ୍ଚିମା ପବନ ପ୍ରବାହିତ ହେବା ଦ୍ୱାରା ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୂର୍ବଳ ହୋଇପଡ଼ିଥିବା ସତ୍ତ୍ୱେ ପଶ୍ଚିମ କେନ୍ଦ୍ର ବଙ୍ଗୋପ ସାଗର ଏବଂ ଏହାର ନିକଟବର୍ତ୍ତୀ ଅଂଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଘୂର୍ଣ୍ଣିବଳୟ ଏକ ଲଘୁଚାପରେ ପରିଣତ ହୋଇପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍ଥାନୀୟ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ଆଜି ସୂଚନା ଦେଇଛି।

ଜୁଲାଇ ୪ ରେ ଏହି ଲଘୁଚାପ ଦକ୍ଷିଣ ଓଡ଼ିଶା ଓ ଉତର ଆନ୍ଧ୍ର ପ୍ରଦେଶ ଉପକୂଳରେ ସୃଷ୍ଟି ହୋଇପାରେ ଓ ଏହାର ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଓଡ଼ିଶା ଜିଲ୍ଲାଗୁଡ଼ିକରେ ଜୁଲାଇ ୩ ତାରିଖ ରୁ ୫ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ଜୁଲାଇ ୫ରେ ମଧ୍ୟମରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଜୁଲାଇ ୬ ରୁ ୯ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ କମ୍ ବୃଷ୍ଟିପାତ ହେବ ବୋଲି ସିଇସି ପକ୍ଷରୁ କୁହାଯାଇଛି।

ଉତ୍ତର ପଶ୍ଚିମ ବଙ୍ଗୋପ ସାଗର ଏବଂ ଏହାର ଆଖପାଖ ଅଂଚଳଗୁଡ଼ିକରେ ଜୁଲାଇ ୯ ତାରିଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ଓ ଏହା ଫଳରେ ଜୁଲାଇ ୧୦ କିମ୍ବା ୧୧ରେ ମଧ୍ୟ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ସିଇସି ପକ୍ଷରୁ ସୂଚନା ମିଳିଛି। ସେହିପରି ଜୁଲାଇ ୯ ତାରିଖରେ ଉତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବୃଷ୍ଟିପାତର ତୀବ୍ରତା ବୃଦ୍ଧି ପାଇବ।

Categories
Cyclone ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

Cyclone Alert: ବାତ୍ୟା ପାଇଁ ସାତୋଟି ଜିଲ୍ଲା ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସଆରସି

ଭୁବନେଶ୍ବର: ବାତ୍ୟା ସମ୍ଭାବନା ରହିଥିବାରୁ ବର୍ତ୍ତମାନ ରାଜ୍ୟ ସାତୋଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ଏସଆରସି। ଏକ ଜରୁରୀ ମେସେଜ ମାଧ୍ୟମରେ ଏହି ସାତୋଟି ଜିଲ୍ଲାପାଳ ବର୍ତ୍ତମାନ ପାଇଁ ସତର୍କ ରହିବାକୁ କୁହାଯାଇଛି। ସେହି ଜିଲ୍ଲାଗୁଡିକ ହେଲା ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡା ଓ ବାଲେଶ୍ୱର ଜିଲ୍ଲା।

ଏହି ଚିଠିରେ କୁହାଯାଇଛି ଯେ, ବର୍ତ୍ତମାନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ବାତ୍ୟା ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ଆଗୁଆ ସତର୍କ କରାଇଛନ୍ତି। ସେଥିପାଇଁ ଏହି ସାତୋଟି ଜିଲ୍ଲାର ଜିଲ୍ଲାପାଳ ଆଗୁଆ ପ୍ରସ୍ତୁତି କରିବା ପାଇଁ ଏହି ଚିଠିରେ ଉଲ୍ଲେଖ କରାଯାଇଛି।

ଏଥିସହିତ ଏହି ଚିଠି ଜରିଆରେ ନିର୍ଦ୍ଧିଷ୍ଠ ଭାବେ କୁହାଯାଇଛି ଯେ, 22 ଏବଂ 23 ତାରିଖରେ ମତ୍ସ୍ୟଜୀବିମାନେ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦେବେ। କାରଣ 22 ଅକ୍ଟୋବରରେ ସମୁଦ୍ରର ଜଳପତ୍ତନ ଅଶାନ୍ତ ରହିବ। ଫଳରେ ମତ୍ସ୍ୟଜୀବିମାନେ ଏହି ସମୟରେ ସମୁଦ୍ର ଭିତରକୁ ନ ଯିବା ପାଇଁ ପ୍ରବର୍ତ୍ତାଇବେ।

ଯେଉଁ ମତ୍ୟଜୀବିମାନେ ବର୍ତ୍ତମାନ ଗଭୀର ସମୁଦ୍ର ଭିତରେ ଅଛନ୍ତି ସେମାନେ ତୁରନ୍ତ 22 ତାରିଖ ପୂର୍ବରୁ ଫେରି ଆସିବା ପାଇଁ ମଧ୍ୟ ବନ୍ଦୋବସ୍ତ କରନ୍ତୁ ବୋଲି ଜିଲ୍ଲାପାଳଙ୍କୁ ଏହି ଚିଠିରେ ଅବଗତ କରାଇଛି। କାରଣ ପୂର୍ବରୁ ବାତ୍ୟା ସମୟରେ ଗଂଜାମ ଜିଲ୍ଲାର କେତେକ ମତ୍ସ୍ୟଜୀବୀ ସମୁଦ୍ର ଭିତରେ ଫସି ରହିଥିଲେ। ସେମାନଙ୍କୁ ଏୟାର ଲିଫ୍ଟ ମାଧ୍ୟମରେ କୂଳକୁ ଅଣାଯାଇଥିଲା।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

BREAKING: ସୃଷ୍ଟି ହେଲା ଘୂର୍ଣ୍ଣବଳୟ, ଆସନ୍ତା ୨୦ତାରିଖ ବେଳକୁ ଲଘୁଚାପ, ବାତ୍ୟା ଆଶଙ୍କା

ଭୁବନେଶ୍ବର: ଆଜି ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳର ୩.୧କିମି ଯାଏଁ ବ୍ୟାପିଛି। ଫଳରେ ଏହାର ପ୍ରଭାବରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୨୦ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ସୂଚନା ଦେଇଛି ପାଣିପାଗ ବିଭାଗ।

ପାଣିପାଗ ବିଭାଗ ତରଫରୁ ଏହା ମଧ୍ୟ କୁହାଯାଇଛି ଯେ, ଏହି ଘୂର୍ଣ୍ଣିବଳୟ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ପଶ୍ଚିମକେନ୍ଦ୍ରୀୟ ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଆଡକୁ ଗତିକରିବା। ଫଳରେ ଲଘୁଚାପ ସୃଷ୍ଟିର ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି।

ପାଣିପାଗ ବିଶେଷଜ୍ଞଙ୍କ କହିବା ଅନୁସାରେ ଏହା ଦ୍ବାରା ବାତ୍ୟା ହେବାର ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ।

Categories
ଆଜିର ଖବର ରାଜ୍ୟ ଖବର

ଅକ୍ଟୋବର ୧ ରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ, ପାଣିପାଗ ବିଭାଗ ଦେଲା ସତର୍କ ସୂଚନା

ଭୁବନେଶ୍ବର: ଆସନ୍ତା ୧ ଅକ୍ଟୋବରରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। କାରଣ ସେହି ସମୟକୁ ଉତ୍ତର-ପୂର୍ବ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳକୁ ଏକ ଘୂର୍ଣ୍ଣିବଳୟ ପ୍ରବେଶ କରିବାର ସମ୍ଭାବନା ରହିଛି। ଫଳରେ ୧ ଅକ୍ଟୋବର ପରଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ।

ବର୍ତ୍ତମାନ ରାଜ୍ୟରେ ପୂଜା ମାହୋଲ ଆରମ୍ଭ ହୋଇଯାଇଥିବା ବେଳେ ଏହି ବର୍ଷା ଆୟୋଜକଙ୍କୁ ଚିନ୍ତାର କାରଣ ପାଲଟିଛି। ଯଦି ଏହି ଘୂର୍ଣ୍ଣିବଳୟ ଲଘୁଚାପକୁ ରୂପାନ୍ତରିତ ହୁଏ ତେବେ ପରିମାଣ ବଢିବା ସହିତ ଲଗାତର ଭାବେ ବର୍ଷା ହେବ ବୋଲି ସମ୍ଭାବନା ରହିଛି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଓଡିଶା ମୁହାଁ ହେଲା ସୃଷ୍ଟି ହୋଇଥିବା ସକ୍ରିୟ ଘୂର୍ଣ୍ଣିବଳୟ, ଲଘୁଚାପ ହେବାର ସମ୍ଭାବନା

ଭୁବନେଶ୍ବର: ପୂର୍ବକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୁର୍ଣ୍ଣିବଳୟ ଓଡିଶା ମୁହାଁ ଗତିକରିବାରେ ଲାଗିଛି। ଏହି ଘୂର୍ଣ୍ଣିବଳୟ ସହ ଜଡିତ ମେଘ ସମୂହର ଓଡିଶା ମୁହାଁ ହେଉଥିବାର ସାଟେଲାଇଟ ଫଟୋରେ ଜଣାପଡିଛି।

ଆଜି ପୂର୍ବକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ରପତ୍ତନ ଠାରୁ ବାୟୁମଣ୍ଡଳର ୫.୮କିମି ଉଚ୍ଚତା ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋବସାଗର ଅଞ୍ଚଳରେ ଆଗାମୀ ଚବିଶ ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣପାଗ ବିଭାଗ କହିଛି।
Categories
ଆଜିର ଖବର ରାଜ୍ୟ ଖବର

ଘୂର୍ଣ୍ଣିବଳୟ ପ୍ରଭାବରେ ଦୁଇ ଦିନ ହେବ ବର୍ଷା: ୨୨ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ଦକ୍ଷିଣ ବାଂଲାଦେଶ ଓ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହାର ପ୍ରଭାବରେ ଓଡିଶାରେ ଦୁଇ ଦିନ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ଦୁଇ ଦିନ ଯାଏଁ ଉତ୍ତର ଓଡିଶା ଓ ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକରେ ବର୍ଷା ସମ୍ଭାବନା ରହିଛି।

ତେବେ ଏନେଇ ଓଡିଶାର ୨୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

Categories
Cyclone ଜାତୀୟ ଖବର ବିଶେଷ ଖବର

ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ବୈଠକ, ଖୋଲିଲା ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ, ଛୁଟି ବାତିଲ

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ଆଖପାଖ ଅଂଚଳରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ‘ଆସାନି’ ଫଳରେ ରାଜ୍ୟର ଉପକୂଳ ଅଂଚଳରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ଜଳସଂପଦ ବିଭାଗ ତରଫରୁ ଏକ ପ୍ରସ୍ତୁତି ବୈଠକ ଆଜି ଅପରାହ୍ଣରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜଳ ସଂପଦ ବିଭାଗ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀଙ୍କ ସମେତ ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ ।

ବୈଠକରେ ସମ୍ଭାବ୍ୟ ବାତ୍ୟା ପରିପ୍ରେକ୍ଷୀରେ ଜଳସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀଙ୍କ କାର‌୍ୟ୍ୟାଳୟରେ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦାୟିତ୍ୱ ସଂପନ୍ନନିର୍ବାହୀ ଯନ୍ତ୍ରୀଙ୍କ ଦ୍ୱାରା ଏହା ପରିଚାଳିତ ହେବ । ସମ୍ଭାବ୍ୟ ବାତ୍ୟା ପାଇଁ ସବୁ ପ୍ରକାର ପ୍ରସ୍ତୁତିରେ ରହିବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଗର୍ଗ ସମସ୍ତ କ୍ଷେତ୍ରସ୍ତରୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଦୁର୍ବଳ ଥିବାନଦୀ ଓ କେନାଲ ବନ୍ଧଗୁଡିକ ପ୍ରତି ସତର୍କ ଦୃଷ୍ଟି ରଖିବାକୁ କୁହାଯାଇଛି ।

ସମ୍ଭାବ୍ୟ ବାତ୍ୟା ପରିସ୍ଥିତିରେ ବିଭାଗୀୟ ଯନ୍ତ୍ରୀ ଓ ଅଧିକାରୀମାନେ ଜିଲ୍ଲାପ୍ରଶାସନ ସହିତ ସମନ୍ୱୟ ରଖି ଆବଶ୍ୟକ ଆନୁଷଙ୍ଗିକ ସହାୟତା ଯୋଗାଇଦେବେ । ବାତ୍ୟା ଯୋଗୁଁ ବନ୍ୟା ବା ଅତ୍ୟଧିକ ବର୍ଷାଫଳରେ ଡ୍ରେନେଜ ସମସ୍ୟା ଉପୁଜିଲେ ତାହାକୁ ତୁରନ୍ତ ପରିସ୍କାର ପାଇଁ ଆବଶ୍ୟକ ଯନ୍ତ୍ରପାତି ସହ ପଦକ୍ଷେପ ନେବାକୁ କୁହାଯାଇଛି ।

ଜଳଭଣ୍ଡାରଗୁଡିକର ସ୍ଥିତି ଅନୁଧ୍ୟାନ କରି ନିୟନ୍ତ୍ରଣ କକ୍ଷକୁ ନିୟମିତ ସୂଚନା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । କ୍ଷେତ୍ରସ୍ତରରେ କାର୍ଯ୍ୟ କରୁଥିବା ଯନ୍ତ୍ରୀମାନଙ୍କର ଛୁଟି ବାତିଲ କରାଯାଇଛି । ସମ୍ଭାବ୍ୟ ବାତ୍ୟା ପରିପ୍ରେକ୍ଷୀରେ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବିନା ଅନୁମତିରେ ଛୁଟି ମଂଜୁର ନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ବୈଠକରେ ସର୍ବୋଚ୍ଚ ଯନ୍ତ୍ରୀ ତଥା ସ୍ୱତନ୍ତ୍ର ସଚିବ (ତଦାରଖ) ଚନ୍ଦ୍ରଶେଖର ପାଢୀ, ସର୍ବୋଚ୍ଚ ଯନ୍ତ୍ରୀ ବିଜୟ କୁମାର ମିଶ୍ର, ସର୍ବୋଚ୍ଚ ଯନ୍ତ୍ରୀ( ଯୋଜନା ଓ ନକ୍ସାଙ୍କନ) ଅସୀମ ମହାପାତ୍ର, ଅତିରିକ୍ତ ଶାସନ ସଚିବ ସୁବ୍ରତ କୁମାର ପଣ୍ଡା, ମୁଖ୍ୟ ଯନ୍ତ୍ରୀ , ବେସିନ୍ ମ୍ୟାନେଜର-ମହାନଦୀ କାଠଯୋଡି ସିଷ୍ଟମ ଭକ୍ତରଂଜନ ମହାନ୍ତି, ମୁଖ୍ୟଯନ୍ତ୍ରୀ ଡ୍ରେନେଜ୍ ବାଲେଶ୍ୱର ନାଥ ସାହୁ, ମୁଖ୍ୟଯନ୍ତ୍ରୀ ଏଚ୍.ଏଚ୍ .ଜି.ଆଇ.ସ୍ ଓ ଅନ୍ୟ ବରିଷ୍ଠ ଯନ୍ତ୍ରୀ ଓ ପଦାଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

Categories
Cyclone ଆଜିର ଖବର ରାଜ୍ୟ ଖବର

ସକ୍ରିୟ ହେଲା ଘୂର୍ଣ୍ଣିବଳୟ, ହେଲେ ବାତ୍ୟା ସମ୍ଭାବନା ଅଛି କି ?

ଭୁବନେଶ୍ବର: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳ ଧିରଧିରେ ସକ୍ରିୟ ହେବାରେ ଲାଗିଛି। ଫଳରେ ଏହା ଆସନ୍ତାକାଲି ଲଘୁଚାପରେ ପରିଣତ ହେବାର ସମ୍ଭାବନା ସୃଷ୍ଟି ହୋଇଛି। ଏହା ଫଳରେ ରାଜ୍ୟର ପାଗ ମେଘୁଆ ରହିବା ସହିତ ସ୍ଥାନେ ସ୍ଥାନେ ବର୍ଷା ସମ୍ଭାବନା ରହିଛି।

ତେବେ ଏହି ଲଘୁଚାପ ପରବର୍ତ୍ତି ସମୟରେ ବାତ୍ୟାରେ ପରିଣତ ହେବ କି ନାହିଁ ତାହା ବର୍ତମାନ କହିହେବ ନାହିଁ ବୋଲି ପାଣିପାଗ ବିଭାଗ କହିଛି। କାରଣ ଏକ ସଂପୂର୍ଣ୍ଣ ରୂପେ ଲଘୁଚାପରେ ପରିଣତ ହେବା ପରେ ବାତ୍ୟାର ସ୍ଥିତି ଜଣାପଡିବ ବୋଲି ବିଭାଗ କହିଛି।

Categories
ଆଜିର ଖବର ରାଜ୍ୟ ଖବର

BREAKING: ଦକ୍ଷିଣ ଆଣ୍ଡାମାନ ସାଗର ସୃଷ୍ଟି ହେଲା ଘୁର୍ଣ୍ଣିବଳୟ

ଭୁବନେଶ୍ବର: ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲା। ସେଥିରେ କୁହାଯାଇଥିଲା ଯେ, ଆଜି ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ତାହା ପରବର୍ତ୍ତି ସମୟରେ ଲଘୁଚାପକୁ ରୂପାନ୍ତରିତ ହେବ।

ପାଣିପାଗ ବିଭାଗର ତାଜା ସୂଚନା ଅନୁସାରେ ଆଜି ସକାଳ ୫.୩୦ ସମୟରେ ପାଣିପାଗ ତଥ୍ୟ ବିଶ୍ଳେଷଣ ଅନୁଯାୟୀ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ବ୍ୟାପିଛି। ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୬ତାରିଖ ବେଳକୁ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ କାଳବୈଶାଖୀ ପ୍ରଭାବ, ଭୁବନେଶ୍ବରରେ ବର୍ଷା, ଆଜି ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ବର: ଗତକାଲି ରାତିରୁ ରାଜଧାନୀରେ ପ୍ରବଳ ବର୍ଷା ଅନୁଭୂତ ହେବାରେ ଲାଗିଛି। ଦୀର୍ଘଦିନ ଧରି ସାରା ରାଜ୍ୟରେ ଯେପରି ଗ୍ରୀଷ୍ଣ ପ୍ରବାହ ହେଉଥିଲା ସେଥିରେ ଅସ୍ବସ୍ତି ମିଳିଛି। ଆଜି ମଧ୍ୟ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଏହି ବର୍ଷା କାଳ ବୈଶାଖୀର ପ୍ରଭାବ ଯୋଗୁ ହେଉଛି ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି।

ତେବେ ଆଜି ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ କହିଛି। ଏହା ଆସନ୍ତା 6 ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହେବ। ଏହାର ପ୍ରଭାବରେ ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶର ଉପକୂଳରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ପରବର୍ତ୍ତି ସମୟରେ ଏହା ବାତ୍ୟା ରୂପ ନେବ କି ନାହିଁ ତାହା ଜଣାପଡି ନାହିଁ।

Categories
ଆଜିର ଖବର ରାଜ୍ୟ ଖବର

ବାତ୍ୟା ଆଶଙ୍କା ନାହିଁ, ରାଜ୍ୟରେ ୩ ଦିନ ଲାଗି ରହିବ ବର୍ଷା: ଆଇଏମଡି ମହାନିର୍ଦ୍ଦେଶକ

ଭୁବନେଶ୍ବର: ବଙ୍ଗୋପାସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଲଘୁଚାପ କ୍ଷେତ୍ର ହୋଇ ଉପକୂଳ ଅତିକ୍ରମ କରିବ। କିନ୍ତୁ ଏହା ଯୋଗୁଁ ବାତ୍ୟା ସମ୍ଭାବନା ନାହିଁ। ଏହି ସମୟରେ କେବଳ ବର୍ଷା ହେବ ଏବଂ ଉପକୂଳରେ ୪୦ ରୁ ୫୦ କିଲୋମିଟର ପର୍ଯ୍ୟନ୍ତ ପବନ ବହିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୭ ତାରିଖ ଯାଏଁ ବର୍ଷା ଲାଗିରହିବ।

ଆଜିଠାରୁ ୧୭ ତାରିଖ ଯାଏଁ ଉପକୂଳ ଓଡିଶାରେ ବର୍ଷା ହେବା ଅନୁମାନ କରାଯାଇଛି। ତାପରେ ଏହା ଆଭ୍ଯନ୍ତରୀଣ ଓଡ଼ିଶାକୁ ଗତି କରି ବର୍ଷା ହେବା ସମ୍ଭାବନା ରହିଛି। ତେବେ ଏହି ସମୟରେ ମତ୍ସ୍ୟଜୀବୀମାନେ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି। ଏନେଇ ଆଇଏମଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଦେଇଛନ୍ତି।

Categories
ବିଶେଷ ଖବର ରାଜ୍ୟ ଖବର

ଲଘୁଚାପ ଯୋଗୁଁ ରାଜ୍ୟରେ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ: ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ବଙ୍ଗୋପସାଗର ଏବଂ ତାହାର ଆଖପାଖ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟାରେ ଏହି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଉତ୍ତର-ବଙ୍ଗୋପସାଗର ତଥା ସଂଲଗ୍ନ ବଙ୍ଗଳାଦେଶ ଅଞ୍ଚଳରେ ଏକ ସଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସହ ଆଗଣି ୩ ରୁ ୪ ଦିନ ମଧ୍ୟରେ ପଶ୍ଚିମ ଦିଗରେ ଗତିକରି ପଶ୍ଚିମବଙ୍ଗ, ଝାଡଖଣ୍ଡ ଏବଂ ବିହାର ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି।

ଏହି ଲଘୁଚାପ ପ୍ରଭାବରେ ଆଗାମୀ ୩୦ ଜୁଲାଇ ଯାଏଁ ଓଡିଶାର ଅନେକ ଜିଲ୍ଲାରେ ହାଲୁକାରୁ ମାଧ୍ୟମ ଧରଣର ବର୍ଷା ସହିତ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ସମ୍ଭାବିତ ବର୍ଷା ପ୍ରଭାବରେ ଖାଲୁଆ ଜମିଗୁଡିକରେ ସାମୟିକ ଜଳମଗ୍ନ ପରିସ୍ଥିତି ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାସହିତ ଏହି ଅଞ୍ଚଳରେ ବର୍ଷା ଜଳ ଜମିବା ସହିତ ଯାତାୟାତରେ ବାଧା ସୃଷ୍ଟି ହୋଇପାରେ।

ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର ଏବଂ କଟକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ୧୨ ଟି ଜିଲ୍ଲାକୁ ଆସନ୍ତାକାଲି ସକାଳ ୮ ଟା ୩୦ ଯାଏଁ ୟେଲ୍ଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିଭଳି ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର,କଟକ, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା ଏବଂ ସମ୍ବଲପୁର ଜିଲ୍ଲାକୁ ମଧ୍ୟ ସତର୍କ କରାଯାଇଛି। ଏହି ଜିଲ୍ଲାଗୁଡିକରେ ଆସନ୍ତା ସକଳ ୮ ଟା ୩୦ ରୁ ୨୯ ଜୁଲାଇ ସକାଳ ୮ ଟା ୩୦ ଯାଏଁ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ରାଜ୍ୟରେ ଆହୁରି ତିନିଦିନ ପାଇଁ ଲାଗି ରହିବ ବର୍ଷା, ଘୂର୍ଣ୍ଣିବଳୟଟି ଲଘୁଚାପରେ ହେଉଛି ପରିବର୍ତ୍ତନ

ଭୁବନେଶ୍ବର, ଗତକାଲିଠାରୁ ଓଡିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗିରହିଛି। ମୁଖ୍ୟତଃ ପଶ୍ଚିମ ବଙ୍ଗୋବ ସାଗରରେ ଘୂର୍ଣ୍ଣିବଳୟ ଯୋଗୁଁ ଏହିପରି ବର୍ଷା ଅନୁଭୂତ ହୋଇଛି। ତେବେ ଭୁବନେଶ୍ବର ପାଣିପାଗ ବିଭାଗର ସୂଚନା ଅନୁସାରେ ଏହିପରି ବର୍ଷା ଆହୁରି ତିନିଦିନ ପର୍ଯ୍ୟନ୍ତ ଲାଗିରହିବ। ତେବେ ଚାରୋଟି ଜିଲ୍ଲାର ଗୋଟିଏ ଗୋଟିଏ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି କୁହାଯାଇଛି। ସେହି ଜିଲ୍ଲା ହେଲା ଗଂଜାମ, କନ୍ଧମାଳ, ଗଜପତି ଏବଂ ପୁରୀ ଜିଲ୍ଲା।

ତେବେ ପାଣିପାଗ ବିଭାଗ ଅନୁସାରେ ବଙ୍ଗୋବସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଧିରେଧିରେ ଲଘୁଚାପ ଭାବେ ପରିବର୍ତ୍ତନ ହେବାରେ ଲାଗିଛି। ଯଦି ଏହି ସଂପୂର୍ଣ୍ଣ ଭାବେ ଲଘୁଚାପ ଭାବେ ପରିବର୍ତ୍ତନ ହୁଏ ତେବେ ଏହି ବର୍ଷାର ପରିମାଣ ବୃଦ୍ଧି ପାଇବ।