Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଜାରି ରହିବ କାଳବୈଶାଖି: ଏହି ଜିଲ୍ଲାଗୁଡିରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା

ଭୁବନେଶ୍ଵର: ରାଜ୍ୟରେ ଅସହ୍ୟ ତାତିରୁ ମିଳିଛି ଆଶ୍ଵସ୍ତି। କାଳ ବୈଶାଖି ଯୋଗୁଁ ରାଜ୍ୟରେ ଏବେ ତାପମାତ୍ରା ହ୍ରାସ ପାଉଥିବା ବେଳେ ଆଗାମୀ ଦୁଇ ଦିନ ପାଇଁ କାଳ ବୈଶାଖି ଜାରି ରହିବ ବୋଲି ଅନୁମାନ କରାଯାଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଂଚଳରେ ଘଡଘଡି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହା ସହିତ କିଛି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଏହି ସମୟରେ ୪୦ ରୁ ୫୦ କିମି ବେଗରେ ପବନ ବହିବାର ମଧ୍ୟ ଅନୁମାନ କରାଯାଉଛି।

ଏହି କାଳ ବୈଶାଖି ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଜାରି ରହିବ ଏବଂ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷାର ସମ୍ଭବାନା ରହିଛି। ତେବେ ଆଜି ପାଇଁ ୧୩ ଟି ଜିଲ୍ଲାକୁ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡିକ ହେଲା କଳାହାଣ୍ଡି, ରାୟଗଡା, କୋରାପୁଟ, କନ୍ଧମାଳ, ବୌଦ୍ଧ, ଗଂଜାମ, କଟକ, ଯାଜପୁର, ଭଦ୍ରକ, ଢେଙ୍କାନାଳକୁ ଅରେଞ୍ଜ ୱାର୍ଣ୍ଣିଂ ରହିଛି।

ସେହିଭଳି ଆସନ୍ତାକାଲି ପାଇଁ ୯ ଟି ଜିଲ୍ଲାକୁ ଅଂରେଜ ୱାର୍ଣ୍ଣିଂ ଓ ୧୩ ଟି ଜିଲ୍ଲା ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି: ଘଡ଼ଘଡ଼ି ସହ ହେବ ବର୍ଷା

ଭୁବନେଶ୍ୱର: ଆଜି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୧.୩୦ ଯାଏଁ ରାଜ୍ୟରେ କେଉଁ ସହରରେ କେତେ ତାପମାତ୍ରା ଅଛି, ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି। ଗତକାଲି ଭଳି ଆଜି ମଧ୍ୟ ଝାରସୁଗୁଡାରେ ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଛି। ଗତକାଲି ଝାରସୁଗୁଡାରେ ୪୩ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ଆଜି ୧୧.୩୦ ପର୍ଯ୍ୟନ୍ତ ୪୦.୪ ଡିଗ୍ରୀରେ ପାରଦ ପହଞ୍ଚିଛି।

 

ସେହିଭଳି ସମ୍ବଲପୁର ୧୧.୩୦ ପର୍ଯ୍ୟନ୍ତ ଦ୍ଵିତୀୟ ଉତ୍ତପ୍ତ ସହର ଭାବେ ରେକର୍ଡ କରିଛି। ସମ୍ବଲପୁରରେ ପାରଦ ୩୯.୮ ଡିଗ୍ରୀ ରହିଥିବା ବେଳେ କେନ୍ଦୁଝରରେ ୩୯.୪ ଡିଗ୍ରୀ, ଭୁବନେଶ୍ୱରରେ ୩୮.୬ ଡିଗ୍ରୀ, ବାଲେଶ୍ୱର ଓ ହୀରାକୁଦରେ ୩୮.୪ ଡିଗ୍ରୀ, ଚାନ୍ଦବାଲିରେ ୩୭.୬ ଡିଗ୍ରୀ, ଗୋପାଳପୁରରେ ୩୬ ଡିଗ୍ରୀ, ପୁରୀରେ ୩୪ ଡିଗ୍ରୀ ଓ ପାରାଦୀପରେ ୩୨.୨ ଡିଗ୍ରୀ ରେକର୍ଡ ହୋଇଛି।

ତେବେ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏକ ଆଶ୍ବସ୍ତିକର ଖବର ମିଳିଛି। ଆଜି ରାଜ୍ୟରେ କେତେକ ଜିଲ୍ଲାରେ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ନେଇ ଅନୁମାନ କରାଯାଇଛି। ଏହି ଜିଲ୍ଲାଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ମାର୍ଚ୍ଚ ୧୬ ରୁ ୧୯ ମଧ୍ୟରେ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୧୬ ତାରିଖରୁ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବ ଦିଗକୁ ଅପରଏୟାର ଟ୍ରଫ୍ ଲାଇନ୍‌ର ପ୍ରଚଳନ ଏବଂ ଉପକୂଳ ଅଂଚଳକୁ ବଙ୍ଗୋପ ସାଗରରୁ ଜଳୀୟ ବାଷ୍ପ ପ୍ରବାହ ଯୋଗୁଁ ଏଭଳି ସମ୍ଭାବନା ଥିବା ସିଇସି ପକ୍ଷରୁ କୁହାଯାଇଛି।

ମାର୍ଚ୍ଚ ୧୬ ରୁ ୧୯ ତାରିଖ ମଧ୍ୟରେ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାଗୁଡ଼ିକରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ମଧ୍ୟ ଅଳ୍ପ ପରିମାଣର ବର୍ଷା ହେବାର ସମ୍ଭାବନା ଥିବା ସିଇସିର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି।

ଉତ୍ତର ଓ ଉପକୂଳ ଓଡ଼ିଶାରେ ମାର୍ଚ୍ଚ ୧୬ ରୁ ୧୮ ତାରିଖ ମଧ୍ୟରେ ଘଡ଼ଘଡ଼ି ଓ କୁଆପଥର ସହ ବର୍ଷା ହେବାର ସମ୍ଭାବନା ଥିବା ସେ କହିଛନ୍ତି।

ଏହାର ପ୍ରଭାବରେ ମାର୍ଚ୍ଚ ୧୫ ତାରିଖରୁ ଦିନର ତାପମାତ୍ରା କମିବ। ଏପରିକି ମାର୍ଚ୍ଚ ୧୬ ତାରିଖରୁ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନର ତାପମାତ୍ରା ୩୩ ଡିଗ୍ରୀ ସେଲ୍‌ସିୟସ୍ ରହିବାର ସମ୍ଭାବନା ଥିବାବେଳେ ଏଭଳି ସ୍ଥିତି ମାର୍ଚ୍ଚ ୨୧ ତାରିଖ ଯାଏର୍ ଜାରୀ ରହିବ ବୋଲି ଡକ୍ଟର ସାହୁ ସୂଚନା ଦେଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୭ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି। ରାଜ୍ୟରେ ଆଗାମୀ ୫ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ସମେତ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି।

ରାଜ୍ୟର ୨୦ ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଥିବା ବେଳେ ୭ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନୁଗୁଳ, ବୌଦ୍ଧ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼କୁ ସତର୍କତା ଜାରି କରାଯାଇଛି। ଉପକୂଳ ଓଡ଼ିଶା ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଲାଗିରହିବ।

Categories
ଆଜିର ଖବର ରାଜ୍ୟ ଖବର

ଘୂର୍ଣ୍ଣିବଳୟ ପ୍ରଭାବରେ ଦୁଇ ଦିନ ହେବ ବର୍ଷା: ୨୨ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ଦକ୍ଷିଣ ବାଂଲାଦେଶ ଓ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହାର ପ୍ରଭାବରେ ଓଡିଶାରେ ଦୁଇ ଦିନ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ଦୁଇ ଦିନ ଯାଏଁ ଉତ୍ତର ଓଡିଶା ଓ ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକରେ ବର୍ଷା ସମ୍ଭାବନା ରହିଛି।

ତେବେ ଏନେଇ ଓଡିଶାର ୨୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।