Categories
ଆଜିର ଖବର ରାଜ୍ୟ ଖବର

ପଞ୍ଜାବର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଚନିଙ୍କ ନାମ ଘୋଷଣାକୁ ନେଇ ରାଜ୍ୟ କଂଗ୍ରେସ କରିବ ସମାବେଶ

ଭୁବନେଶ୍ୱର:​ ନିକଟରେ କଂଗ୍ରେସ ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପଞ୍ଜାବ ରାଜ୍ୟର ମୁଖ୍ୟମନ୍ତ୍ରୀ ପଦବୀ ନିମନ୍ତେ ଚରଣଜିତ ସିଂ ଚନିଙ୍କ ନାମ ଘୋଷଣା କରି ଦଳିତବର୍ଗ ପ୍ରତି ଥିବା କଂଗ୍ରେସର ଆଭିମୁଖ୍ୟକୁ ସ୍ପଷ୍ଟ କରିଛନ୍ତି । ସେଥିନିମନ୍ତେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଏହି ଘୋଷଣାକୁ ସ୍ୱାଗତ କରାଯାଇ ରାହୁଳ ଗାନ୍ଧୀଙ୍କୁ ଧନ୍ୟବାଦ ଦିଆଯାଇଛି।କଂଗ୍ରେସ କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏହା କୁହାଯାଇଛି।

ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ ଓ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ନିଷ୍ପତି କ୍ରମେ ଏହି ବାର୍ତାକୁ ଜନସାଧାରଣଙ୍କ ନିକଟରେ ପଂହଚାଇବାପାଇଁ ଆସନ୍ତା ୧୫ ତାରିଖ ମଙ୍ଗଳବାର ଦିନ ନବରଙ୍ଗପୁର ଠାରେ ପ୍ରଦେଶ କଂଗ୍ରେସ ଅନୁସୂଚିତ ଜାତି ବିଭାଗ ଅଧ୍ୟକ୍ଷ ବାଙ୍କନିଧି ବେହେରା, ​ ଜନଜାତି ବିଭାଗ ଅଧ୍ୟକ୍ଷ ଶ୍ରୀ ଭୁଜବଳ ମାଝୀ, ​ ପଛୁଆବର୍ଗ ବିଭାଗ ଅଧ୍ୟକ୍ଷ ଶ୍ରୀ ଜ୍ଞାନଦେବ ବେଉରା, ଓ ସଂଖ୍ୟାଲଘୁ ବିଭାଗ ଅଧ୍ୟକ୍ଷ ସେକ୍ ଜିଆଉଲ ହକଙ୍କ ତତ୍ୱାବଧାନରେ ଏକ ସମାବେଶ କରାଯିବ।

ଏହି ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ବାଙ୍କନିଧି ବେହେରା, ଶ୍ରୀ ଜ୍ଞାନଦେବ ବେଉରା, ପିସିସି ସାଧାରଣ ସଂପାଦକ ଚିନ୍ମୟ ସୁନ୍ଦର ଦାସ ଓ ମୁଖପାତ୍ର ଅମିୟ ପାଣ୍ଡବ, ଗଣମାଧ୍ୟମ ସଂଯୋଜକ ଦୀପକ କୁମାର ମହାପାତ୍ର ଉପସ୍ଥିତ ଥିଲେ ।