Categories
ଆଞ୍ଚଳିକ

ଚ଼ିଲିକା ବିଜେପିର ମିଶ୍ରଣ ପର୍ବ, ଯୋଗ ଦେଲେ ବିଜେଡ଼ି ସରପଞ୍ଚ ସମେତ ବହୁ ତୁଙ୍ଗ ନେତା

ଚ଼ିଲିକା (ସୀତାରାମ ଅଗ୍ରୱାଲ): ଆଜି ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀର ନାଚୁଣୀ ଠାରେ ଭାରତୀୟ ଜନତା ପାର୍ଟିର ନୀତି ଆଦର୍ଶ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନକଲ୍ୟାଣକାରୀ ଯୋଜନାରେ ଅନୁପ୍ରାଣିତ ଓ ମୋଦି ଗ୍ୟାରେଣ୍ଟି ଉପରେ ଆସ୍ଥା ପ୍ରକଟ କରି ନନ୍ଦପୁର ଗ୍ରାମ ପଞ୍ଚାୟତର‌ ବିଜେଡ଼ି ସରପଞ୍ଚ ପୁଷ୍ପମିତ୍ର ଖୁଣ୍ଟିଆ, ବିଜେଡ଼ି ନେତା ଦେବରାଜ ବସ୍ତି, ରାଜକିଶୋର ପଣ୍ଡା, ଚିତ୍ତରଞ୍ଜନ ଖୁଣ୍ଟିଆ, ନକୁଳ ପ୍ରଧାନ, କେଦାର ମୁଦୁଲିଙ୍କ ସମେତ ନନ୍ଦପୁର ଓ ବିଷ୍ଣୁଡ଼ିହ ପଞ୍ଚାୟତର‌ ୫୦ ରୁ ଉର୍ଦ୍ଧ୍ବ ବିଜେଡ଼ି କାର୍ଯ୍ୟକର୍ତ୍ତା ବିଜୁ ଜନତା ଦଳକୁ ପରିତ୍ୟାଗ କରି ବରିଷ୍ଠ ବିଜେପି ନେତା ତଥା ଚ଼ିଲିକା ବିଧାନସଭା କ୍ଷେତ୍ରର ଭାଜପା ବିଧାୟକ ପ୍ରାର୍ଥୀ ପୃଥ୍ୱୀରାଜ ହରିଚ଼ନ୍ଦନଙ୍କ ନେତୃତ୍ବକୁ ଗ୍ରହଣ କରି ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀର ପୂର୍ବତନ ବିଧାୟକ ଡ଼ାଃ ବିଭୂତିଭୂଷଣ ହରିଚ଼ନ୍ଦନ, ଚ଼ିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ‌ ତଥା ଚ଼ିଲିକା ବିଧାନସଭା କ୍ଷେତ୍ରର ଭାଜପା ସଂଯୋଜକ ଦୁଷ୍ମନ୍ତ ହରିଚ଼ନ୍ଦନ, ବାଣପୁର ବ୍ଲକ ଅଧ୍ୟକ୍ଷ‌ ଅମରେନ୍ଦ୍ର ରଣସିଂହ, ନନ୍ଦପୁର ପଞ୍ଚାୟତର‌ ପୂର୍ବତନ ସରପଞ୍ଚ ରମେଶ ପ୍ରଧାନଙ୍କ ଉପସ୍ଥିତିରେ ଭାରତୀୟ ଜନତା ପାର୍ଟିରେ ଆନୁଷ୍ଠାନିକ ଭାବେ ସାମିଲ୍ ହେଲେ।

ଦଳରେ ଯୋଗ ଦେଇଥିବା ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ଦଳୀୟ ଉତ୍ତରୀୟ ପିନ୍ଧାଇ ଭାଜପା ପରିବାରକୁ ସ୍ବାଗତ କରିଥିଲେ ଶ୍ରୀ ହରିଚ଼ନ୍ଦନ। ପୁଷ୍ପମିତ୍ର ଖୁଣ୍ଟିଆଙ୍କ ସମେତ ବହୁ କାର୍ଯ୍ୟକର୍ତ୍ତା ମାନେ ଦଳରେ ସାମିଲ ହେବା ଦ୍ବାରା ଦଳର ସଂଗଠନ ତୃଣମୂଳ ସ୍ତରରେ ଆହୁରି ଦୃଢ଼ ଏବଂ ସଶକ୍ତ ହେବ ବୋଲି ମତ ପ୍ରକାଶ କରିଥଲେ ବିଧାୟକ ପ୍ରାର୍ଥୀ ଶ୍ରୀ ହରିଚ଼ନ୍ଦନ।

ଏହି ମିଶ୍ରଣ ପର୍ବରେ ଜିଲ୍ଲା ଭାଜପା ଉପସଭାପତି ବିଜୟ ବିଶ୍ବାଳ, ସୁମନ୍ତ ପଟ୍ଟନାୟକ‌ଙ୍କ ସମେତ ବହୁ ନେତୃବୃନ୍ଦ ଓ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।

Categories
ଆଞ୍ଚଳିକ

ଚ଼ିଲିକା ବିଜେପି ପକ୍ଷରୁ ବିଜେପି ର ୪୫ ତମ ପ୍ରତିଷ୍ଠା ଦିବସ ପାଳନ

ଚିଲିକା (ସୀତାରାମ ଅଗ୍ରୱାଲ): ଆଜି ଭାରତୀୟ ଜନତା ପାର୍ଟିର ୪୫ ତମ ପ୍ରତିଷ୍ଠା ଦିବସ ଅବସରରେ ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀର ନାଚୁଣୀ ସ୍ଥିତ ଭାଜପା କାର୍ଯ୍ୟାଳୟ‌ ଠାରେ‌ କାର୍ଯ୍ୟକର୍ତ୍ତା ଙ୍କ ଉପସ୍ଥିତିରେ ବରିଷ୍ଠ ବିଜେପି ନେତା ତଥା ଚ଼ିଲିକା ବିଧାନସଭା କ୍ଷେତ୍ରର ଭାଜପା ବିଧାୟକ ପ୍ରାର୍ଥୀ ପୃଥ୍ୱୀରାଜ ହରିଚ଼ନ୍ଦନ ଦଳୀୟ ପତାକା ଉତ୍ତୋଳନ କରି ପ୍ରତିଷ୍ଠା ଦିବସ ପାଳନ କରିବା ସହ ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ।

ଡା. ଶ୍ୟାମା ପ୍ରସାଦ ମୁଖାର୍ଜୀ ଏବଂ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ଜୀଙ୍କ ଭଳି ରାଷ୍ଟ୍ରୀୟ ସେବକଙ୍କ ଦ୍ୱାରା ପ୍ରତିଷ୍ଠା ହୋଇଥିବା ବିଜେପି ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ‌ବିହାରୀ‌ ବାଜପେୟୀ, ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଭାରତରତ୍ନ ଲାଲକୃଷ୍ଣ ଆଡଭାନୀ ଜୀ ଏବଂ ପ୍ରଧାନମନ୍ତ୍ରୀ‌ ନରେନ୍ଦ୍ର ମୋଦି ଜୀ ଙ୍କ ପରି ଅଗଣିତ କର୍ମଯୋଗୀଙ୍କ ଅବଦାନରେ ଆଜି ବିଶ୍ୱର ସର୍ବବୃହତ ରାଜନୈତିକ ଦଳରେ ପରିଣତ ହୋଇଛି ଏବଂ ଏକ ବିରାଟ ବଟ୍ଟବୃକ୍ଷର ରୂପ ନେଇଛି ବୋଲି ଶ୍ରୀ ହରିଚନ୍ଦନ ମତବ୍ୟକ୍ତ କରିବା ସହ ରାଷ୍ଟ୍ର ପାଇଁ ତଥା ଦଳ ପାଇଁ ସମର୍ପିତ ଭାବେ କାର୍ଯ୍ୟକରିବାକୁ କହିଥିଲେ।

ଏହି ଅବସରରେ ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ତଥା ଚି଼ଲିକା ବିଧାନସଭା କ୍ଷେତ୍ରର ଭାଜପା ସଂଯୋଜକ ଦୁଷ୍ମନ୍ତ ହରିଚ଼ନ୍ଦନ, ବାଣପୁର ବ୍ଲକ ଅଧ୍ୟକ୍ଷ‌ ଅମରେନ୍ଦ୍ର ରଣସିଂହ, ଚ଼ିଲିକା ବ୍ଲକ ଉପାଧ୍ୟକ୍ଷ ଅରୁଣ ପଟ୍ଟନାୟକ, ଜିଲ୍ଲା ଭାଜପା ଉପସଭାପତି ସୁମନ୍ତ ପଟ୍ଟନାୟକ, ବିରଜାଈ ମଣ୍ଡଳ ଭାଜପା ସଭାପତି ଜିତେନ୍ଦ୍ର କୁମାର ଭୋଳଙ୍କ ସମେତ ବହୁ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।

Categories
ଆଜିର ଖବର ଜାତୀୟ ଖବର ନିର୍ବାଚନ ଖବର ରାଜ୍ୟ ଖବର

ମା ଭଗବତୀଙ୍କୁ ଦର୍ଶନ କରି ପ୍ରଚାର ଆରମ୍ଭ କଲେ ଚିଲିକା ବିଜେପି ବିଧାୟକ ପ୍ରାର୍ଥୀ ପୃଥୀରାଜ ହରିଚନ୍ଦନ

ବାଣପୁର( ସୀତାରାମ ଅଗ୍ରୱାଲ): ବିଜେପି ପକ୍ଷରୁ ଚିଲିକା ନିର୍ବାଚନମଣ୍ଡଳି ବିଧାୟକ ପ୍ରାର୍ଥୀ  ପୃଥ୍ଵୀରାଜ ହରିଚନ୍ଦନ ନିଜର ଶହ ଶହ ସମର୍ଥକଙ୍କ ସହ ବାଣପୁର ମା’ ଭଗବତୀଙ୍କୁ ଦର୍ଶନ କରି ତାଙ୍କର ପ୍ରଚାର ଆରମ୍ଭ କରିଛନ୍ତି।ଏହି ଅବସରରେ ଶ୍ରୀ ହରିଚନ୍ଦନଙ୍କ ମା ଙ୍କ ନିକଟରେ ପୂଜା ଅର୍ଚ୍ଚନା କରିଥିଲେ। ଏହି ଅବସରରେ ଚିଲିକା ନିର୍ବାଚନମଣ୍ଡଳିର ସମସ୍ତ ଛାମୁଆ ନେତାଙ୍କ ସହ ଉଭୟ ବ୍ଲକ ଅଧ୍ୟକ୍ଷ ଏବଂ ବିଜେପି ସମର୍ଥିତ ସମସ୍ତ ନିର୍ବାଚିତ ଜନ ପ୍ରତିନିଧିମାନେ ଉପସ୍ଥିତ ଥିଲେ।

ଗତ ନିର୍ବାଚନରେ ପରାଜୟ ବରଣ କରିଥିବା ଶ୍ରୀ ହରିଚନ୍ଦନ ଚଳିତ ନିର୍ବାଚନରେ ଚିଲିକାରେ ବିଜେପି ନିଶ୍ଚୟ ଭାବେ ବିଜୟ ହେବ ବୋଲି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି। ବିଗତ ପାଞ୍ଚ ବର୍ଷ ହେଲା ସେ ଚିଲିକା ଜନସାଧାରଣଙ୍କ ସହ ଅଛନ୍ତି ଏବଂ ସେମାନଙ୍କ ସୁଖ ଦୁଃଖରେ ସାମିଲ ହେଉଥିବା କହିଛନ୍ତି ଶ୍ରୀ ହରିଚନ୍ଦନ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଫଳ ଜନହିତକାରି ଯୋଜନାର ଲାଭ ନିଶ୍ଚୟ ଚିଲିକାବାସୀ ପାଇବେ ଏବଂ ତାଙ୍କୁ ଚଳିତ ବର୍ଷ ବିଧାନସଭାକୁ ପଠାଇବେ ବୋଲି ଆଶା ପ୍ରକଟ କରିଛନ୍ତି ଶ୍ରୀ ହରିଚନ୍ଦନ।

Categories
ଆଞ୍ଚଳିକ

ଚ଼ିଲିକା ବିଜେପି ପାଳିଲା ହୋଲି ଉତ୍ସବ

ଚ଼ିଲିକା (ସୀତାରାମ ଅଗ୍ରୱାଲ): ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ ଭାଜପା ପକ୍ଷରୁ ନାଚୁଣୀ ସ୍ଥିତ କାର୍ଯ୍ୟାଳୟ ଠାରେ ଆନନ୍ଦ ଓ ଉଲ୍ଲାସର ପର୍ବ ପବିତ୍ର ହୋଲି ଉତ୍ସବ ପାଳନ ହୋଇଯାଇଅଛି।ଏହି କାର୍ଯ୍ୟକ୍ରମରେ ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀର ପ୍ରାକ୍ତନ ବିଧାୟକ ଡ଼ାଃ ବିଭୂତିଭୂଷଣ ହରିଚ଼ନ୍ଦନ, ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀର ଲୋକପ୍ରିୟ ତଥା ରାଜ୍ୟ ବିଜେପି ର ବରିଷ୍ଠ ନେତା ପୃଥ୍ୱୀରାଜ ହରିଚ଼ନ୍ଦନ ଉପସ୍ଥିତ ରହି ଦଳୀୟ ନେତୃବୃନ୍ଦ, କାର୍ଯ୍ୟକର୍ତ୍ତା, ସାମ୍ବାଦିକ, ସମାଜସେବୀ ତଥା ବୁଦ୍ଧିଜୀବି ବନ୍ଧୁ ମାନଙ୍କ ସହ ଆନନ୍ଦ ଉଲ୍ଲାସରେ ହୋଲି ଉତ୍ସବ ଖୁବ ଧୁମଧାମରେ ପାଳନ କରିଛନ୍ତି।

ଏହି ଅବସରରେ ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ‌ ତଥା ଚ଼ିଲିକା ବିଧାନସଭା କ୍ଷେତ୍ରର ସଂଯୋଜକ ଦୁଷ୍ମନ୍ତ ହରିଚ଼ନ୍ଦନ, ବାଣପୁର ବ୍ଲକ ଅଧ୍ୟକ୍ଷ‌ ଅମରେନ୍ଦ୍ର ରଣସିଂହ, ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରାଙ୍କ ସମେତ ନିର୍ବାଚ଼ନ ମଣ୍ଡଳୀର ସମସ୍ତ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହିଥିଲେ। ଏହି ପର୍ବ ସମସ୍ତଙ୍କ ଜୀବନରେ ଖୁସି ଓ ଆନନ୍ଦର ରଙ୍ଗ ଭରିଦେଉ ବୋଲି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଥିଲେ।

Categories
ଆଞ୍ଚଳିକ

ଚ଼ିଲିକା ବିଜେପି ପକ୍ଷରୁ ବୁଥ୍ ସଭାପତି ଓ ସଂପାଦକ ସମ୍ମିଳନୀ ଅନୁଷ୍ଠିତ

ନାଚୁଣୀ (ସୀତାରାମ ଅଗ୍ରୱାଲ): ଆଜି ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଠାରେ ବିଜେପି ପକ୍ଷରୁ ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀର ସମସ୍ତ ବୁଥ୍ ସଭାପତି ଓ ସଂପାଦକ ମାନଙ୍କୁ ନେଇ ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏହି ସମ୍ମିଳନୀରେ ରାଜ୍ୟ ବିଜେପିର ବରିଷ୍ଠ ନେତା ପୃଥ୍ୱୀରାଜ ହରିଚ଼ନ୍ଦନ, ଚ଼ିଲିକା ବିଧାନସଭା କ୍ଷେତ୍ରର ପ୍ରଭାରୀ ବିକାଶ ପଟ୍ଟନାୟକ, ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚ଼ନ୍ଦନ, ବରିଷ୍ଠ କାର୍ଯ୍ୟକର୍ତ୍ତା ସଞ୍ଜୟ ସାହୁ, ବାଣପୁର ବ୍ଲକ ଅଧ୍ୟକ୍ଷ‌ ଅମରେନ୍ଦ୍ର ରଣସିଂହ, ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରାଙ୍କ ସମେତ ବହୁ ବରିଷ୍ଠ ନେତୃବୃନ୍ଦ ଯୋଗ ଦେଇ ଆଗାମୀ ସାଧାରଣ ନିର୍ବାଚ଼ନ ପାଇଁ ସାଂଗଠନିକ ଆଲୋଚ଼ନା କରିବା ସହ ବୁଥ୍ ସ୍ତରରେ ଦଳର ସଂଗଠନକୁ ସୁଦୃଢ କରିବା ନିମିତ୍ତ ରୋଡ଼ମ୍ୟାପ ପ୍ରସ୍ତୁତ କରିଥିଲେ।

ସାଧାରଣ ନିର୍ବାଚନକୁ ଆଉ ମାତ୍ର ଦିନ କେଇଟା ଥିବା ବେଳେ ଚିଲିକା ନିର୍ବାଚନମଣ୍ଡଳିରେ ବିଜେପି ପୁଣି କିପରି ଉକ୍ତ ଆସନ ଦଖଲ କରିବ ସେ ନେଇ ବିସ୍ତୃତ ରଣନୀତି ପ୍ରସ୍ତୁତ ହୋଇଥିଲା l ଏହି ବୈଠକରେ ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀର ସମସ୍ତ ବୁଥ୍ ସଭାପତି ଓ ସଂପାଦକ ଙ୍କ ସମେତ ବହୁ ବିଜେପି କର୍ମୀ ଯୋଗ ଦେଇଥିଲେ।

Categories
ନିର୍ବାଚନ ଖବର ବିଶେଷ ଖବର ରାଜ୍ୟ ଖବର

ବିଜେପିରେ ପ୍ରଶାନ୍ତ ଜଗଦ୍ଦେବ ମିଶିବା ପରେ ଦ୍ବନ୍ଦରେ ଚିଲିକା କର୍ମୀ, ଗ୍ରହଣ କରିବାକୁ ନାରାଜ

ଭୁବନେଶ୍ବର: ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପିରେ ମିଶିବା ପରେ ବର୍ତ୍ତମାନ ଦ୍ବନ୍ଦରେ ଅଛନ୍ତି ଚିଲିକା ବିଜେପି କର୍ମୀ। ସେମାନେ ପ୍ରଶାନ୍ତଙ୍କୁ କେମିତି ଗ୍ରହଣ କରିବେ ସେହି ଚିନ୍ତା ଘାରିଛି। କାରଣ ହେଲା ଏକଦା ପ୍ରଶାନ୍ତ ବିଜେଡିରେ ଥିବା ବେଳେ ବିଜେପି କର୍ମିଙ୍କୁ ମାଡ ମାରିବା ଗାଳି କରିବା କାମ କରିଥିଲେ। ଯାହାକୁ ଏ ପର୍ଯ୍ୟନ୍ତ ଚିଲିକା ବିଜେପି କର୍ମି ଭୁଲିପାରି ନାହାଁନ୍ତି।

ବାଲୁଗାଁରେ ବିଜେପି ମଣ୍ଡଳ ସଭାପତିଙ୍କୁ ମାଡ ମାରିବା, ପଞ୍ଚାୟତ ନିର୍ବାଚନ ପ୍ରଚାର ବେଳେ କ୍ଲବ ଘରେ ପଶି ବିଜେପି କର୍ମିଙ୍କୁ ଗାଳି କରିବାକୁ ସେମାନେ ଭୁଲି ନାହାଁନ୍ତି। ଯାହାକୁ ନେଇ ସେତେବେଳେ ଚିଲିକାରେ ଉତ୍ତେଜନା ମଧ୍ୟ ପ୍ରକାଶ ପାଇଥିଲା। ତେବେ ସବୁଠାରୁ ବଳେଇ ଯାଇଥିଲା ବାଣପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ। ସେଠାରେ ସେ ଏହିପରି କିଛି କାର୍ଯ୍ୟ କରିଥିଲେ ଯାହାକୁ ନେଇ ସେତେବେଳେ ବିଜେପି କର୍ମୀ ଉତ୍ତେକ୍ତ ହୋଇ ଉଠିଥିଲେ।

ସବୁ କର୍ମି ମିଶି ତାଙ୍କୁ ମାଡ ମାରିବା ଏବଂ ଗାଡି ମଡାଇବା ପରି ବଡ ଘଟଣା ଘଟିଥିଲା। ଯାହା ସାରା ରାଜ୍ୟରେ ପଡିଥିଲା ଉଠିଥିଲା। ଏହାକୁ ନେଇ ପୁରା ବିଜେପି ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ସ୍ବର ଉତ୍ତୋଳନ କରିଥିଲା। ରାଜ୍ୟ ବିଜେପି ଏହି ଘଟଣାକୁ ନେଇ ତୁମ୍ବିତୋଫାନ ମଧ୍ୟ କରିଥିଲା। ଏହିପରି ଚିଲିକା ନିର୍ବାଚନ ମଣ୍ଡଳିରେ ବହୁ ଛୋଟଛୋଟ ଘଟଣା ଘଟିଛି ଯେଉଁଠି ପ୍ରଶାନ୍ତ ଜଗଦ୍ଦେବ ଏବଂ ବିଜେପି କର୍ମୀ ଛକାଛକି ହୋଇଛନ୍ତି।

ଏପରି ପରିସ୍ଥିତିରେ ସେହି ପ୍ରଶାନ୍ତ ଜଗଦ୍ଦେବଙ୍କୁ କିପିରି ସେମାନେ କୋଳେଇ ନେବେ ଦ୍ବନ୍ଦରେ ଅଛନ୍ତି। ପ୍ରଶାନ୍ତ ମିଶିବା ପରେ ଅନେକ କର୍ମି ମନ ଉଣା କରି ବସିଛନ୍ତି। ଏକ ବିଶେଷ ସୁତ୍ର ଅନୁସାରେ ବିଜେପିରେ ଅନେକ କର୍ମି ଏଥର ନିର୍ବାଚନରେ ଆଗକୁ ଆସିବେ ନାହିଁ ବୋଲି ନିଷ୍ପତି କରିଛନ୍ତି। ସେମାନେ କେବେ ବି ପ୍ରଶାନ୍ତ ଜଗଦ୍ଦେବଙ୍କ ସହିତ ହାତ ମିଳାଇବେ ନାହିଁ ବୋଲି ଚିନ୍ତା କରିଛନ୍ତି। ଏପରିକି କେତେକ କର୍ମୀ ଓ ନେତା ଅନ୍ୟ ଦଳ ସହିତ ଯୋଗାଯୋଗରେ ମଧ୍ୟ ଅଛନ୍ତି ବୋଲି ଜଣାପଡିଛି।

ପ୍ରଶାନ୍ତ ଜଗଦ୍ଦେବ ଖୁବ ଶିଘ୍ର ଖୋର୍ଦ୍ଧା ଏବଂ ଚିଲିକାରେ ବିରାଟ ସମାବେଶ କରିବେ ବୋଲି ପ୍ରସ୍ତୁତ ହେଉଛନ୍ତି। ସେଥିପାଇଁ ସେ ଦଳିୟ ଅନୁମତିକୁ ଅପେକ୍ଷା କରିଛନ୍ତି। ସେହି ସମାବେଶ ପୂର୍ବରୁ ପ୍ରଶାନ୍ତ ଏବଂ ପୃଥରାଜ ହରିଚନ୍ଦନ ଚିଲିକା ଯାଇ କର୍ମିମାନଙ୍କ ସହିତ ମିଳାମିଶା କରିବେ। ସେତେବେଳେ ବିଜେପିର କେଉଁ ରହିବେ କେଉଁ କର୍ମି ମୁହଁ ବୁଲାଇବେ ତାହା ଜଣାପଡିବ।

Categories
ଆଞ୍ଚଳିକ

ବିଜେପି ପକ୍ଷରୁ ବାଣପୁରରେ ମେରୀ ମାଟି ମେରା ଦେଶ କାର୍ଯ୍ୟକ୍ରମ

ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ଚିଲିକା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରେ ଭାରତୀୟ ଜନତା ପାର୍ଟି ତରଫରୁ ‘ମୋ ମାଟି ମୋ ଦେଶ ‘ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର ଏବଂ ବିଜେପି ବରିଷ୍ଠ ନେତା ପୃଥ୍ୱୀରାଜ ହରିଚନ୍ଦନ ଯୋଗ ଦେଇ ଘରକୁ ଘର ବୁଲି ପବିତ୍ର ମାଟି ସଂଗ୍ରହ କରିଛନ୍ତି।

ପ୍ରକାଶ ଥାଉକି ଏକ ଭାରତ ଶ୍ରେଷ୍ଠ ଭାରତ କରିବାର ସଂକଳ୍ପ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ୧୦୩ ତମ ମନ କି ବାତରେ ଏହି ଅଭିଯାନର ଘୋଷଣା କରିଥିଲେ। ଏହି ଅଭିଯାନର ମୂଳ ତତ୍ତ୍ୱ ହେଉଛି ଦେଶର ପ୍ରତ୍ୟେକ କୋଣରେ ଅମୃତ କଳସ ଯାତ୍ରା କରିବା, ଯାହାକି ଦେଶର ପ୍ରତ୍ୟେକ କୋଣରୁ ୭୫୦୦ କଳସରେ ମାଟି ସଂଗୃହିତ ହୋଇ ରାଜଧାନୀ ଦିଲ୍ଲୀରେ ପହଞ୍ଚିବ।

ଅମୃତ କଳସର ସଂଗୃହିତ ମାଟିକୁ ନେଇ ରାଷ୍ଟ୍ରୀୟ ଯୁଦ୍ଧ ସ୍ମାରକୀ ନିକଟରେ ଅମୃତ ବାଟିକା ନିର୍ମାଣ ହେବ। ଉକ୍ତ ସ୍ମାରକୀ ଏକ ଭାରତ ଶ୍ରେଷ୍ଠ ଭାରତର ପ୍ରତୀକ ହୋଇ ରହିବ।

ଏହି ପରିପ୍ରେକ୍ଷୀରେ ଶ୍ରୀ ପାତ୍ର ଓ ହରିଚନ୍ଦନଙ୍କ ସମେତ ଏନଏସିର ବିଜେପି କାଉନସିଲରଙ୍କ ସମେତ ବହୁ କାର୍ଯ୍ୟକର୍ତ୍ତା ଓ ଜନସାଧାରଣ ଯୋଗଦେଇ ଅମୃତ କଳସରେ ଘରୁ ଘରୁ ମାଟି ସଂଗ୍ରହ କରିଥିଲେ।

ଉକ୍ତ କାର୍ଯ୍ୟକ୍ରମ ଦ୍ୱାରା ସାରା ବାଣପୁର ଏନଏସି ରେ ଆଜି ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା।

Categories
ଆଜିର ଖବର ରାଜ୍ୟ ଖବର

ଚିଲିକାର ବରିଷ୍ଠ ବିଜେଡି ନେତା ଓ କର୍ମୀ ବିଜେପିରେ ସାମିଲ

ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ମନମୋହନ ସାମଲ, ରାଷ୍ଟ୍ରୀୟ ମୁଖପାତ୍ର ଡା.ସମ୍ବିତ ପାତ୍ର, ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀ ନିଳାଦ୍ରୀପ୍ରସାଦ ଗ୍ରାମ ପଂଚାୟତର ପୂର୍ବତନ ସରପଂଚ ପ୍ରଶାନ୍ତ ସାହୁଙ୍କ ନେତୃତ୍ୱରେ ଶତାଧିକ କର୍ମୀ ବିଜେପିରେ ସାମିଲ ହୋଇଛନ୍ତି।

ସେମାନଙ୍କ ମଧ୍ୟରେ ଅଛନ୍ତି ବିଜେଡି ନେତା ପ୍ରଦୀପ କୁମାର ଜାନି, ନାରାୟଣ ସାହୁ, ପିତବାସ ନାୟକ, ପ୍ରକାଶ ଚନ୍ଦ୍ର ପଟ୍ଟନାୟକ, ପ୍ରଫୁଲ୍ଲ ରାଉତ, ରମେଶ ବେହେରା, ପବିତ୍ର ଜାନି, ଦିଗାମ୍ବର ସାମନ୍ତରାୟ, ସୁକଦେବ ଲେଙ୍କା ପ୍ରମୁଖ ନିଜ ନିଜ ଶତାଧିକ ସମର୍ଥକଙ୍କ ଗହଣରେ ଆନୁଷ୍ଠାନିକ ଭାବେ ଭାରତୀୟ ଜନତା ପାର୍ଟୀରେ ସାମିଲ ହୋଇଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁଶାସନ, ଗରୀବ କଲ୍ୟାଣ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ପାର୍ଟିରେ ସାମିଲ ହୋଇଥିବା ସମସ୍ତ ସଦସ୍ୟଙ୍କୁ ରାଜ୍ୟ ସଭାପତି ମନମୋହନ ସାମଲ ଓ ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଦଳୀୟ ଉତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରିଥିଲେ।

ଏହି ମିଶ୍ରଣ ପର୍ବ ଅବସରରେ ଖୋର୍ଦ୍ଧା ଜିଲ୍ଲା ସଭାପତି ରଶ୍ମିରଞ୍ଜନ ମହାପାତ୍ର, ଜିଲ୍ଲା ଉପସଭାପତି ବିଜୟ ବିଶ୍ୱାଳ, ଜିଲ୍ଲା ସାଧାରଣ ସଂପାଦକ ଦୁଷ୍ମନ୍ତ ହରିଚନ୍ଦନ, ଜିଲ୍ଲା ସଂପାଦକ ବିଦ୍ୟୁତ କୁମାର କାଣ୍ଡି, ଚିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନାରାଣୀ ବେହେରା, ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ଜିତେନ୍ଦ୍ର କୁମାର ଭୋଳ ପ୍ରମୁଖ ନେତୃବୃନ୍ଦ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଆବାସରେ ଅନିୟମିତତା ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର ଦେଲା ଚିଲିକା ବିଜେପି

ସୀତାରାମ ଅଗ୍ରୱାଲ

ଚିଲିକା: ନିକଟରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀଙ୍କ ସାମ୍ଭାବ୍ୟ ତାଲିକା ପ୍ରକାଶ ପାଇଛି। ଯାହାକୁ ନେଇ ରାଜ୍ୟର ସମସ୍ତ ବ୍ଲକରେ ବିରୋଧ ଦେଖାଯାଇଛି। ଯୋଗ୍ୟ ବିବେଚିତଙ୍କ ନାମ ଏହି ତାଲିକାରୁ ବାଦ ପଡିଥିବାରୁ ରାଜ୍ୟର ସମସ୍ତ ବ୍ଲକରେ ଅଶାନ୍ତ ଲାଗିରହିଛି। କେଉଁ କେଉଁ ଗ୍ରାମ ପଞ୍ଚାୟତରେ ଜଣେ ହିତାଧିକାରୀଙ୍କ ନାମ ପ୍ରକାଶ ହୋଇଛି ତ, ଆଉ କେଉଁଠି ତିନି ଜଣ ହିତାଧିକାରୀଙ୍କ ନାମ ଦେଖିବାକୁ ମିଳିଛି। ତେବେ ଏହାକୁ ଘୋର ବିରୋଧ କରିଛି ବିଜେପି।

ରାଜ୍ୟର ସମସ୍ତ ବ୍ଲକରେ ଶାସକ ଦଳ ଚଞ୍ଚକତା କରି ଅନେକ ଅଯୋଗ୍ୟ ହିତାଧିକାରୀଙ୍କୁ ଆବାସ ଯୋଜନାରେ ସାମିଲ କରିଥିବା ବେଳେ ଏକାଧିକ ଯୋଗ୍ୟ ହିତାଧିକାରୀ ଏଥିରୁ ବାଦ ପଡିଥିବାର ଅଭିଯୋଗ କରିଛି ବିଜେପି। ୨୦୨୮-୧୯ ରେ ରାଜ୍ୟ ସରକାର ଯେଉଁ ତାଲିକା ପ୍ରସ୍ତୁତ କରିଥିଲେ, ତାହା ଅତ୍ୟନ୍ତ ତ୍ରୁଟିପୂର୍ଣ୍ଣ ଥିଲା ଏବଂ ବିଗତ ତିନି ବର୍ଷ ହେଲା ଉକ୍ତ ତାଲିକାକୁ ସୁଧାରିବା ପାଇଁ ବିଜେପି ଦାବି କରିଆସୁଛି।

ରାଜ୍ୟ ସରକାର ୨୭ ଲକ୍ଷ ଲୋକଙ୍କ ପାଇଁ ଘର ମାଗିଥିବା ବେଳେ ପ୍ରଧାନମନ୍ତ୍ରୀ ଓଡିଶାକୁ ସମୁଦାୟ ୨୭ ଲକ୍ଷ ୫୮ ହଜାର ଘର ପ୍ରଦାନ କରିଛନ୍ତି। କିନ୍ତୁ ଦୁର୍ଭାଗ୍ୟର ବିଷୟ ସଦ୍ୟ ତାଲିକାରେ ୩ ଲକ୍ଷ ଅଯୋଗ୍ୟ ହିତାଧିକାରୀଙ୍କ ନାମ ଥିବା ଅଭିଯୋଗ କରିଛି ବିଜେପି।

ଏହି ପରିପ୍ରେକ୍ଷୀରେ ଉକ୍ତ ତ୍ରୁଟିପୂର୍ଣ୍ଣ ଚିଠାକୁ ସ୍ଥଗିତ ରଖିବା ସହ ଆଗାମୀ ସାତ ଦିନ ମଧ୍ୟରେ ଯୋଗ୍ୟ ହିତାଧିକାରୀଙ୍କ ତାଲିକା ପ୍ରକାଶ କରିବା ଦାବିରେ ବିଜେପି ରାଜ୍ୟର ସମସ୍ତ ବ୍ଲକରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ମାନଙ୍କୁ ଦାବିପତ୍ର ପ୍ରଦାନ କରୁଛି। ଅନୁରୂପ ଭାବେ ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀର ଦୁଇ ଗୋଟି ବ୍ଲକ ଯଥା ବାଣପୁର ଓ ଚିଲିକା ବ୍ଲକରେ ମଧ୍ୟ ଆଜି ବିଜେପି ପକ୍ଷରୁ ଉକ୍ତ ଦାବିପତ୍ର ପ୍ରଦାନ କରାଯାଇଛି।

ମଧ୍ୟାହ୍ନରେ ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ଵୀରାଜ ହରିଚନ୍ଦନଙ୍କ ନେତୃତ୍ୱରେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଉଭୟ ବ୍ଲକ ଅଧ୍ୟକ୍ଷଙ୍କ ସମେତ, ଦୁଇ ଜଣ ଜିଲ୍ଲା ପରିଷଦ ସଭ୍ୟ, ବହୁ ସରପଞ୍ଚ, ସମିତିସଭ୍ୟ ଏବଂ ଶତାଧିକ ଭାଜପା କାର୍ଯ୍ୟକର୍ତ୍ତା ଏକତ୍ରିତ ହୋଇ ବିଭିନ୍ନ ନାରାବାଜି କରିବା ସହ ଉଭୟ ବିଡ଼ିଓ ଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଉକ୍ତ ଦାବିପତ୍ର ପ୍ରଦାନ କରିଥିଲେ। ଯଦି ଆଗାମୀ ସାତ ଦିନ ମଧ୍ୟରେ ସରକାର ପ୍ରକୃତ ହିତାଧିକାରୀଙ୍କ ଯୋଗ୍ୟ ତାଲିକା ପ୍ରସ୍ତୁତ ନ କରନ୍ତି ତେବେ ସେମାନଙ୍କ ସହଯୋଗରେ ବିଜେପି ବ୍ଲକ ଠାରୁ ଆରମ୍ଭ କରି ବିଧାନସଭା ପର୍ଯ୍ୟନ୍ତ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଘେରାଉ ଜାରି ରଖିବ ବୋଲି ଶ୍ରୀ ହରିଚନ୍ଦନ ଗଣମାଧ୍ୟମକୁ କହିଥିଲେ। ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ଉଭୟ ବ୍ଲକରେ ବ୍ୟାପକ ପୋଲିସ ମୁତୟନ କରାଯାଇଥିଲା।

Categories
ଆଜିର ଖବର ରାଜ୍ୟ ଖବର

ଆସନ୍ତା ୨୮ ରେ ବାଣପୁର ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା: ଚଳଚଞ୍ଚଳ ଚିଲିକା ବିଜେପି

ସୀତାରାମ ଅଗ୍ରୱାଲ

ବାଣପୁର: ଆସନ୍ତା ୨୮ ତାରିଖ ଦିନ ଦିନିକିଆ ଓଡିଶା ଗସ୍ତରେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରସାଦ ନଡ୍ଡା ଆସୁଛନ୍ତି। ଏହି ଗସ୍ତ ଅବସରରେ ଶ୍ରୀ ନଡ୍ଡା କନ୍ଧମାଳ ଓ ପୁରୀ ଲୋକସଭା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ରାଜ୍ୟ ସାଧାରଣ ସଂପାଦିକା ଡ. ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି।

ଏହି ପ୍ରରିପ୍ରେକ୍ଷୀରେ ପୁରୀ ଲୋକସଭା ଅନ୍ତର୍ଗତ ଚିଲିକା ବିଧାନସଭାର ବାଣପୁର ପଲଟନ ପଡିଆ ଠାରେ ତାଙ୍କର ଏକ କାର୍ଯ୍ୟକ୍ରମ ରହିଥିବା ସୂଚନା ରହିଛି। ସେହି ଦିନ ବାଣପୁର ପଲଟନ ପଡିଆ ଠାରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଏକ ବିଶାଳ ସାଧାରଣ ସଭାକୁ ସମ୍ବୋଧିତ କରିବେ। ଏ ନେଇ ଚିଲିକା ବିଜେପି ଚଳାଚଞ୍ଚଳ ହୋଇଉଠିଛି।

ଆଜି ମଧ୍ୟାହ୍ନରେ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ, ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ଚିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋତ୍ସ୍ନା ବେହେରା ପଲଟନ ପଡିଆ ବୁଲି ଦେଖିବା ସହ ସଭା ମଞ୍ଚ, ହେଲିପ୍ୟାଡ଼, ବ୍ୟାରିକେଡ଼ ଆଦି ବିଭିନ୍ନ ବ୍ୟବସ୍ଥା ପରଖିଥିଲେ।  ଏହାପରେ ଆଜି ଅପରାହ୍ନରେ ନାଚୁଣୀରେ ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ଡ଼ା ସମ୍ବିତ ପାତ୍ରଙ୍କ ଉପସ୍ଥିତିରେ ନଡ୍ଡାଙ୍କ ଗସ୍ତକୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।

ଡିସେମ୍ବର ୨୮ ତାରିଖ ଅପରାହ୍ନରେ ଶ୍ରୀ ନଡ୍ଡା ପଲଟନ ପଡିଆ ପହଞ୍ଚିବାର କାର୍ଯ୍ୟକ୍ରମ ଥିବା ବେଳେ ସେଠାରେ ସେ ଏକ ବିଶାଳ ସାଧାରଣ ସଭାକୁ ସମ୍ବୋଧିତ କରିବା ସହ ପୁରୀ ଲୋକସଭାର ବିଶିଷ୍ଟ ବିଜେପି ନେତାମାନଙ୍କ ସହ ଭେଟି ସାଂଗଠନିକ ବିଷୟ ଆଲୋଚନା କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଥିବାର ଜଣାପଡିଛି। ଶ୍ରୀ ନଡ୍ଡାଙ୍କ ବାଣପୁର ଗସ୍ତ ବିଜେପି ଲୋକସଭା ପ୍ରବାସ ଯୋଜନାର ପ୍ରଥମ ଗସ୍ତ ବୋଲି ଜଣାପଡିଛି।

Categories
ଆଞ୍ଚଳିକ

ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଓଡିଶା ଗସ୍ତକୁ ନେଇ ଚିଲିକା ବିଜେପିର ପ୍ରସ୍ତୁତି ବୈଠକ

ସୀତାରାମ ଅଗ୍ରୱାଲ

ଚିଲିକା: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଓଡ଼ିଶାରେ ଆସନ୍ତା ୨୯-୩୦ ତାରିଖ ଦୁଇ ଦିନ ରହିବେ। ଦଳକୁ ମଜବୁତ କରିବା ପାଇଁ ଏକାଧିକ ବୈଠକରେ ଭାଗ ନେବେ।

ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଅପରାହ୍ନରେ ଚିଲିକା ନିର୍ବାଚନମଣ୍ଡଳି ବିଜେପି ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ନାଚୁଣୀରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଅଧ୍ୟକ୍ଷତା କରିଥିଲେ ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ଵୀରାଜ ହରିଚନ୍ଦନ। ଏଥିରେ ଚିଲିକା ନିର୍ବାଚନ ମଣ୍ଡଳୀର ସମସ୍ତ ପଞ୍ଚାୟତ ଏବଂ ଏନଏସି ର ବିଭିନ୍ନ ୱାର୍ଡର ଗଠନ ହୋଇଥିବା ଶକ୍ତିକେନ୍ଦ୍ରର ପ୍ରମୁଖ, ସହପ୍ରମୁଖ ଏବଂ ପ୍ରଭାରୀମାନେ ଯୋଗ ଦେଇଥିଲେ।

ଆସନ୍ତା ୨୯ ତାରିଖ ଦିନ ଶ୍ରୀ ହରିଚନ୍ଦନଙ୍କ ନେତୃତ୍ୱରେ ଚିଲିକା ବିଜେପିର କାର୍ଯ୍ୟକର୍ତ୍ତାମାନେ ଭୁବନେଶ୍ୱର ଯାଇ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ନଡ୍ଡାଙ୍କ ସାଙ୍ଗଠନିକ ବୈଠକରେ ଯୋଗଦେବେ। ତତସହିତ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କ କାର୍ଯ୍ୟକ୍ରମକୁ କିପରି ସଫଳ କରାଯିବ ତାହା ନେଇ କାର୍ଯ୍ୟକର୍ତ୍ତାମାନଙ୍କ ସହ ଶ୍ରୀ ହରିଚନ୍ଦନ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରିଥିଲେ।