Categories
ଆଜିର ଖବର ରାଜ୍ୟ ଖବର

ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ବିକ୍ଷୋଭ ଜାରି: ଦାବି ପୂରଣ ନକଲେ ସରକାରୀ ଦପ୍ତର ଅଚଳ କରିବାକୁ ଚେତାବନୀ

ଭୁବନେଶ୍ୱର: ଓଡିଶାରୁ ଚୁକ୍ତିଭିତ୍ତିକ ନିଯୁକ୍ତି ସମ୍ପୂର୍ଣ୍ଣ ଉଚ୍ଛେଦ ଦାବିରେ ରାଜ୍ୟରେ କଳା ବ୍ୟାଚ ପିନ୍ଧି ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀମାନଙ୍କ ଶାନ୍ତିପୂର୍ଣ୍ଣ ବିକ୍ଷୋଭ ପ୍ରଦର୍ଶନ ୧୫ ତମ ଦିନରେ ପହଂଚିଛି। ରାଜ୍ୟ ସରକାରଙ୍କ ଅଧିନରେ କାର୍ଯ୍ୟରତ ସମସ୍ତ ଚୁକ୍ତିଭିତ୍ତିକ ଗ୍ରୁପ ବି, ସି ଏବଂ ଡି କର୍ମଚାରୀମାନେ କଳାବ୍ୟାଚ ପରିଧାନ କରିବା ସହିତ ଶାନ୍ତିପୂର୍ଣ ଭାବେ ନିଜର ଯଥୋଚିତ ଦାବି ସରକାରଙ୍କ ନିକଟରେ ଉପସ୍ଥାପନା କରିଛନ୍ତି।

ଏହି ବିକ୍ଷୋଭ ପ୍ରଦର୍ଶନରେ ଓଡିଶା ସରକାରଙ୍କ ସମସ୍ତ ବିଭାଗରୁ କାର୍ଯ୍ୟରତ କର୍ମଚାରୀ ମାନେ ପ୍ରତେକ ଜିଲ୍ଲାର ବ୍ଲକ ସ୍ତରରେ ଅବସ୍ଥାପିତ ମୁଖ୍ୟ ଦପ୍ତର ଠାରୁ ଆରମ୍ଭ କରି ଭୁବନେଶ୍ୱର ବିଭାଗୀୟ ମୁଖ୍ୟ କାର୍ଯ୍ୟାଳୟରେ କାର୍ଯ୍ୟରତ ସମସ୍ତ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମାନେ କଳା ବ୍ୟାଚ ପରିଧାନ କରି କାର୍ଯ୍ୟ କରିବା ସହ ମଧ୍ୟାନ ବିରତି ସମୟରେ ବିକ୍ଷୋଭ ପ୍ରଦର୍ଶନରେ ସାମିଲ ହୋଇ ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଏବଂ ୬ ବର୍ଷ ଚୁକ୍ତିଭିତ୍ତିକ ସମୟକୁ ନିୟମିତ ଚାକିରୀରେ ଯୋଗ କରିବା ସହ ସବୁ କ୍ଷେତ୍ରରେ ଗଣନା କରିବା ପାଇଁ ମୁଖ୍ୟ ଦୁଇ ଦାବି ସହ ଚୁକ୍ତିଭିତ୍ତିକ ନିଯୁକ୍ତି ସମୟରେ ମହଙ୍ଗା ଭତ୍ତା, ଘରଭଡା ଏବଂ ସମସ୍ତ ସରକାରୀ ଅନୁସଙ୍ଗିକ ସୁବିଧା ଇତ୍ୟାଦି ପ୍ରଦାନ ନେଇ ନେଇ କଳା ବ୍ୟାଚ ପରିଧାନ ଏବଂ ଶାନ୍ତିପୂର୍ଣ ବିକ୍ଷୋଭ ପ୍ରଦର୍ଶନ ସହ ସାଧାରଣ ସଭା ଏବଂ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ରେ ବିକ୍ଷୋଭ ପ୍ରଦର୍ଶନ କରି ନିଜର ଦାବି ରାଜ୍ୟସରକାର ଙ୍କ ନିକଟରେ ଉପସ୍ଥାପନା କରିଛନ୍ତି।

କଳାବ୍ୟାଚ ଏବଂ ଶାନ୍ତିପୂର୍ଣ୍ଣ ବିକ୍ଷୋଭ ପ୍ରଦର୍ଶନ ସହିତ ବିଭିନ୍ନ ଜିଲ୍ଲାରେ ଅବସ୍ଥାପିତ ବ୍ଲକ ଅଫିସ, ତହସିଲ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ଥାନା ଇତ୍ୟାଦି ଜିଲ୍ଲା ମୁଖ୍ୟକାର୍ଯ୍ୟଳୟ ଗୁଡିକ ରେ ଦସ୍ତଖତ ଅଭିଯାନ ସହିତ ଚୁକ୍ତିଭିତ୍ତିକ ପ୍ରଥା ଉଚ୍ଛେଦ ଏବଂ ୬ବର୍ଷ ଚୁକ୍ତିଭିତ୍ତିକ ସମୟ କୁ ନିୟମିତ ଚାକିରୀ ରେ ଗଣନା ୨ଦଫା ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଉଛି। ଗତ ବର୍ଷ ରାଜ୍ୟ ସରକାର ଚୁକ୍ତିଭିତିକ ମହାସଙ୍ଘର ସମସ୍ତ ଦାବି ମାନି ନେଇ କେବଳ ୫୦% ଦରମା ବୃଦ୍ଧି କରି ଆଉ ସବୁ ଦାବି ଦୁଇ ମାସରେ ପୂରଣ କରିବା ବୋଲି ପ୍ରତିଶ୍ରୁତି ଦେଇଥିଲେ କିନ୍ତୁ ଦୁର୍ଭାଗ୍ୟର କଥା ୭୦ ହଜାର କର୍ମଚାରୀଙ୍କ ବିଶ୍ୱାସ ଓ ଭରସା ରଖିଥିଲେ ସରକାର ପ୍ରତିଶ୍ରୁତି ଦେଇଛନ୍ତି ମନେ ନିଶ୍ଚିତ ଭାବରେ ପୂରଣ କରିବେ କିନ୍ତୁ ତାହା ଆଜି ପଯ୍ୟନ୍ତ ପୂରଣ କରିବା ଦୂର କଥା ଆଲୋଚନା ବି କରିଲେ ନାହିଁ, ବହୁତ ବାର ମହାସଙ୍ଘ ରାଜ୍ୟ ସରକାରଙ୍କୁ ଲିଖିତ ଭାବେ ଅବଗତ କରିଥିଲେ ମଧ୍ୟ ସରକାର ପ୍ରତିଶ୍ରୁତି ଦେଇ ତାହା ପୂରଣ କରୁ ନାହାନ୍ତି।

ଚଳିତ ମାସ ଅଗଷ୍ଟ ୯ତାରିଖ ଦିନ ଭୁବନେଶ୍ୱର ଠାରେ ଏକ ଗର୍ଜନ ସମାବେଶ ଏବଂ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ଓଡିଶା ଚୁକ୍ତିଭିତ୍ତିକ ମହାସଂଘ ତରଫରୁ ଆୟୋଜନ କରାଯାଇଥିଲା ଯେଉଁଥିରେ ବିଭିନ୍ନ ଜିଲ୍ଲା ରୁ ପ୍ରାୟ ୧୦୦୦ରୁ ଉର୍ଦ୍ଧ ସଂଖ୍ୟରେ ଚୁକ୍ତିଭିତ୍ତିକ କର୍ମଚାରୀମାନେ ଯୋଗଦେଇ ରାଜ୍ୟସରକାରଙ୍କ ପ୍ରଚଳିତ ଚୁକ୍ତିଭିତ୍ତିକ/ପ୍ରାରମ୍ଭିକ ନିଯୁକ୍ତି ପ୍ରଥା କୁ ଘୋର ବିରୋଧ କରିବା ସହିତ ଆଗାମୀ କାର୍ଯ୍ୟପନ୍ଥା ବିଷୟରେ ଆଲୋଚନାରେ ସାମିଲ ହୋଇଥିଲେ। ରାଜ୍ୟ ସରକାର ଯଦି ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘକୁ ଦେଇଥିବା ପ୍ରତିଶୃତି ଅନୁଯାୟୀ ଦାବିଗୁଡିକୁ ପୂରଣ ନକରନ୍ତି ତେବେ ମହାସଂଘର ନିର୍ଦ୍ଧାରିତ ଯୋଜନା ଅନୁଯାୟୀ ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀମାନେ ସେପ୍ଟେମ୍ବର ମାସ ୧୧ ତାରିଖରେ ଭୁବନେଶ୍ୱର ସ୍ଥିତ ଗାନ୍ଧୀମାର୍ଗ ଠାରେ ଏକ ବୃହତ ଆନ୍ଦୋଳନରେ ସାମିଲ ହେବା ସହିତ କାର୍ଯ୍ୟବନ୍ଦ କରି ସରକାରୀ ଦପ୍ତର ଗୁଡିକ ଅଚଳ କରାଯିବ ଚୁକ୍ତିଭିତିକ ମହାସଂଘର ରାଜ୍ୟ ସଭାପତି ବିଜୟ ମଲ୍ଲ, ସଂଘର ମୁଖ୍ୟ ଉପଦେଷ୍ଟା ପ୍ରଭାତ ମହାନ୍ତି, ସାଧାରଣ ସଂପାଦକ କ୍ଷିତିଶ୍ ପଣ୍ଡା, ସଙ୍ଘଠନ-ସମ୍ପାଦକ ପ୍ରଶାନ୍ତ ରାଉତରାୟ, ନର୍ସିଂ ସଂଘ ନେତା ଅଶ୍ୱିନୀ ଦାସ, ଶିକ୍ଷକ ନେତା ପୂର୍ଣ୍ଣ ଚନ୍ଦ୍ର ଆଇଚ, ସୁଭ୍ରଜିତ ପ୍ରତିହାରୀ, ବିଶ୍ଵଜିତ ବିଶ୍ଵାଳ, ପଞ୍ଚାନନ ଜେନା, ରାଜେନ୍ଦ୍ର ମଲ୍ଲିକ, ପ୍ରାଥମିକ ଶିକ୍ଷକ ସଂଘର ନେତା ଶ୍ରୀକାନ୍ତ ବାରିକ, ଜନ୍ମୋଜୟ ମାଝୀ, ସ୍ମାରକ ରଞ୍ଜନ ସାହୁ, ମାନସ ପରିଡା, ଆଦିତ୍ୟ ସ୍ଵାଇଁ, ଅକ୍ଷୟ ପାଢି, ଉପ-ସଭାପତି, ପ୍ରଭାସ ଭୋଇ, ପ୍ରିତୀରଞ୍ଜନ ପ୍ରଧାନ, ଯୁଗ୍ମ ସମ୍ପାଦକ – ଅଶୋକ ଗଉଡ଼, ବାବୁଲ ନାୟକ, ତନ୍ମୟ ଜେନା, ଶ୍ରୀନିବାସ ମହାନ୍ତି, ଅନିତା ବେହେରା, ଅଳକା ମହାନ୍ତି, ରୋଜାଲିତି ପଣ୍ଡା, ଶିବ ଶଙ୍କର ସାହୁ ପ୍ରେସ ରିଲଜ ଦ୍ୱାରା ଜଣାଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ସୋସିଆଲ ମିଡ଼ିଆ ମାଧ୍ୟମରେ ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ

ଭୁବନେଶ୍ୱର: ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଦାବିରେ ଓଡିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ ତରଫରୁ ଓଡିଶା ସରକାରଙ୍କ ଅଧୀନରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ କର୍ମଚାରୀ ମାନେ ଅଗଷ୍ଟ ୧୬ ତାରିଖରୁ କଳାବ୍ୟାଚ ପରିଧାନ ସହିତ ଶାନ୍ତିପୂର୍ଣ ବିକ୍ଷୋଭ ପ୍ରଦର୍ଶନ ଏବଂ ସୋସିଆଲ ମିଡ଼ିଆ ମାଧ୍ୟମରେ ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମ ଉଚ୍ଛେଦ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ ଦଶମ ଦିନରେ ପହଁଚିଛି,ଏଥିରେ ରାଜ୍ୟ ସରକାରଙ୍କ ଅଧୀନରେ ବିଭିନ୍ନ ବିଭାଗ ଯଥା ଶିକ୍ଷା, ସ୍ୱାସ୍ଥ୍ୟ, ବାଣିଜ୍ୟ, ପରିବହନ, ଅର୍ଥ, ଶିଳ୍ପ, ସାମଜିକ ସୁରକ୍ଷା, କୃଷି ଏବଂ ପଶୁସମ୍ପଦ, ଯୋଜନାଓ ସମବାୟ, ଖାଉଟି ଯୋଗାଣ, ପଞ୍ଚାୟତରାଜ ଓ ପାନୀୟ ଜଳ ଯୋଗାଣ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା, ଶିଶୁ ଏବଂ ମହିଳା ସଂସକ୍ତିକରଣ, ଶକ୍ତି, ଦକ୍ଷତା ,ଜଙ୍ଗଲ ଏବଂ ପରିବେଶ, ଶ୍ରମ, ପୋଲିସ ଏବଂ ଅଗ୍ନିଶମରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ କର୍ମଚାରୀ ମାନେ ଚୁକ୍ତିଭିତ୍ତିକ ନିଯୁକ୍ତି/ପ୍ରାରମ୍ଭିକ ନିଯୁକ୍ତିକୁ ବିରୋଧ କରି ବିଭିନ୍ନ ବ୍ଲକ, ତହସିଲ ଜିଲ୍ଲା ମୁଖ୍ୟ କାର୍ଯ୍ୟାଳୟ ଦପ୍ତର ଠାରୁ ନେଇ ରାଜ୍ୟ ବିଭାଗୀୟ ମୁଖ୍ୟ କାର୍ଯ୍ୟାଳୟ ପର୍ଯ୍ୟନ୍ତ ସମସ୍ତ ବିଭାଗର ଚୁକ୍ତିଭିତ୍ତିକ କର୍ମଚାରୀ କଳାବ୍ୟାଚ ପରିଧାନ ସହ ଶାନ୍ତିପୂର୍ଣ ବିକ୍ଷୋଭ ପ୍ରଦର୍ଶନ ଏବଂ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଦାବିପତ୍ର ପ୍ରଦାନ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ସ୍ୱାସ୍ଥ୍ୟ ଏବଂ ପୋଲିସ ଭଳି ଜରୁରୀ କାଳୀନ ବିଭାଗରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ କର୍ମଚାରୀ ମାନେ ଉକ୍ତ ଶାନ୍ତିପୂର୍ଣ ଆନ୍ଦୋଳନ ରେ ସାମିଲ ହୋଇ ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ୬ ବର୍ଷ ଚୁକ୍ତିଭିତ୍ତିକ ସମୟକୁ ନିୟମିତ ଚାକିରୀରେ ଯୋଗ କରିବା ସହ ସବୁ କ୍ଷେତ୍ରରେ ଗଣନା କରିବା ପାଇଁ ମୁଖ୍ୟ ଦୁଇ ଦାବି ବିଭିନ୍ନ ଜିଲ୍ଲା ମୁଖ୍ୟ ଏବଂ ପୋଲିସ କର୍ମଚାରୀ ମାନେ ଏସପିଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଦାବିପତ୍ର ପ୍ରଦାନ ଆଦି କାର୍ଯ୍ୟକ୍ରମରେ ଭାଗ ନେଇଥିଲେ।

୨୦୧୭ ମସିହା ରେ ରାଜ୍ୟସରକାର ସପ୍ତମ ବେତନ କମିଶନ ଲାଗୁକରିଥିଲେ ମଧ୍ୟ ଚୁକ୍ତିଭିତ୍ତିକ କର୍ମଚାରୀ ମାନଙ୍କୁ ସେମାନଙ୍କ ମୂଳଦରମା ମଧ୍ୟ ଦେଲେନାହିଁ. ରାଜ୍ୟସରକାର ଙ୍କ ତଥ୍ୟ ମୁତାବକ ସାମ୍ପ୍ରତି ଓଡିଶା ଏକ ଆର୍ଥିକ ବଳକା ବିକାଶଶୀଳ ରାଜ୍ୟ ହେଇଥିବା ବେଳେ ଚୁକ୍ତିଭିତ୍ତିକ ନିଯୁକ୍ତି କେତେଦୂର ନ୍ୟାୟଯୁକ୍ତ। ଦୀର୍ଘ ବର୍ଷ ଧରି ବିଭିନ୍ନ ପର୍ଯ୍ୟାୟରେ ଆନ୍ଦୋଳନ ଚଳାଇଥିବା ଓଡ଼ିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘର ଦାବିକୁ ସମ୍ମାନ ଜଣାଇ ସଂଘର ପ୍ରତିନିଧି ମାନଙ୍କ ସହ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଧେଶକ୍ରମେ ରାଜ୍ୟ ସରକାରଙ୍କ ଦ୍ୱାରା ବିଷଦ ଆଲୋଚନା କରାଯାଇଥିଲା। ଚୁକ୍ତିଭିତିକ ଉଚ୍ଛେଦ,କର୍ମଚାରୀ ମାନଙ୍କୁ ୦୧.୦୧.୨୦୧୬ ରିଖରୁ ନିଯୁକ୍ତି ନିୟମରେ ସଂଶୋଧନ,ବେତନ ବୃଦ୍ଧି, ନିଯୁକ୍ତି ସମୟକୁ ଚାକିରୀ ସମୟ ଭାବେ ଗଣତି ସହ ଏହି ବ୍ୟବସ୍ଥାକୁ ସଂପୂର୍ଣ୍ଣ ଉଚ୍ଛେଦ ପାଇଁ ମହାସଙ୍ଘର ସବୁ ଦାବି ମାନି ନେଇ ଏବେ ୫୦% ଦରମା ବୃଦ୍ଧି କରିବା ସହ ଆସନ୍ତା ଦୁଇ ମାସ ମଧ୍ୟରେ ସମସ୍ତ ଦାବି ପୂରଣ କରିବା ନିମନ୍ତେ ପ୍ରତିଶୃତି ମଧ୍ୟ ଦେଇଥିଲେ।

ଏହି ସମୟ ମଧ୍ୟରେ ରାଜ୍ୟ ସରକାର ଯଦି ସରକାରୀ ଚୁକ୍ତିଭିତ୍ତିକ ମହାସଂଘକୁ ଦେଇଥିବା ପ୍ରତିଶୃତି ଅନୁଯାୟୀ ସେମାନଙ୍କ ଦାବି ଗୁଡିକୁ ପୂରଣ ନକରନ୍ତି ତେବେ ଚୁକ୍ତିଭିତ୍ତିକ ମହାସଂଘର ପୂର୍ଵ ନିର୍ଧାରିତ ଯୋଜନା ଅନୁଯାୟୀ ରାଜ୍ୟରେ କାର୍ଯ୍ୟରତ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମାନେ ଆସନ୍ତା ସେପ୍ଟେମ୍ବର ମାସ ୧୧ ତାରିଖରେ ଭୁବନେଶ୍ୱର ସ୍ଥିତ ଗାନ୍ଧୀମାର୍ଗ ଠାରେ ଏକ ବୃହତ ଆନ୍ଦୋଳନରେ ସାମିଲ ହେବେ ବୋଲି ଏକ ପ୍ରେସ୍ ରିଲଜ୍ ଦ୍ୱାରା ରାଜ୍ୟ ସରକାନଙ୍କ ଅବଗତି ନିମନ୍ତେ ଚୁକ୍ତିଭିତ୍ତିକ ମହାସଂଘର ରାଜ୍ୟ ସଭାପତି ବିଜୟ ମଲ୍ଲ, ସଂଘର ମୁଖ୍ୟ ଉପଦେଷ୍ଟା ପ୍ରଭାତ ମହାନ୍ତି, ସାଧାରଣ ସଂପାଦକ କ୍ଷିତିଶ୍ ପଣ୍ଡା,ସଙ୍ଘଠନ-ସମ୍ପାଦକ ପ୍ରଶାନ୍ତ ରାଉତରାୟ, ନର୍ସିଂ ସଂଘ ନେତା ଅଶ୍ୱିନୀ ଦାସ,ଶିକ୍ଷକ ନେତା ପୂର୍ଣ୍ଣ ଚନ୍ଦ୍ର ଆଇଚ,ସୁଭ୍ରଜିତ ପ୍ରତିହାରୀ, ବିଶ୍ଵଜିତ ବିଶ୍ଵାଳ,ପଞ୍ଚାନନ ଜେନା, ରାଜେନ୍ଦ୍ର ମଲ୍ଲିକ, ପ୍ରାଥମିକ ଶିକ୍ଷକ ସଂଘର ନେତା ଶ୍ରୀକାନ୍ତ ବାରିକ,ଜନ୍ମୋଜୟ ମାଝୀ, ସ୍ମାରକ ରଞ୍ଜନ ସାହୁ,ମାନସ ପରିଡା, ଆଦିତ୍ୟ ସ୍ଵାଇଁ, ଅକ୍ଷୟ ପାଢି, ଉପ-ସଭାପତି ,ପ୍ରଭାସ ଭୋଇ, ପ୍ରିତୀରଞ୍ଜନ ପ୍ରଧାନ, ଯୁଗ୍ମ ସମ୍ପାଦକ – ଅଶୋକ ଗଉଡ଼, ବାବୁଲ ନାୟକ, ତନ୍ମୟ ଜେନା, ଶ୍ରୀନିବାସ ମହାନ୍ତି, ଅନିତା ବେହେରା, ଅଳକା ମହାନ୍ତି, ରୋଜାଲିତି ପଣ୍ଡା, ଶିବ ଶଙ୍କର ସାହୁ ପ୍ରେସ ରିଲଜ ଦ୍ୱାରା ଜଣାଇଛନ୍ତି।