Categories
ଆଜିର ଖବର ରାଜ୍ୟ ଖବର

୫ ଟି ସଚିବଙ୍କ ବେଗୁନିଆପଡ଼ାରେ ଜନ ଅଭିଯୋଗ ଶୁଣାଣି

ବେଗୁନିଆପଡା (ଟୁକୁନା ପ୍ରଧାନ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ତାଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି.କେ. ପାଣ୍ଡିଆନ ଆଜି ଠାରୁ ତିନିଦିନିଆ ଗଞ୍ଜାମ ଗସ୍ତ କରିଛନ୍ତି। ଆଜି ସକାଳେ ପ୍ରଥମେ ବେଗୁନିଆପଡ଼ା ବ୍ଳକ ବୁରୁଝୁରୀ ଠାରେ ସାଧାରଣ ସଭାରେ ଯୋଗ ଦେଇ ମହା ବିଦ୍ୟାଳୟ ଛାତ୍ରଛାତ୍ରୀ ଏବଂ ମିଶନ୍ ଶକ୍ତି ମହିଳା ଗୋଷ୍ଠୀଙ୍କ ସହ ଆଲୋଚନା କରିଛନ୍ତି।
ମହିଳା ସ୍ଵୟଂ ସହାୟିକା ଗୋଷ୍ଠୀ ଓ ସ୍କୁଲ, କଲେଜ ଛାତ୍ରଛାତ୍ରୀଙ୍କ ସହ ଭାବ ବିନିମୟ କରିଛନ୍ତି। ସେମାନଙ୍କୁ ଭବିଷ୍ୟତ ପାଇଁ ମାର୍ଗଦର୍ଶନ କରିବା ସହ ରାଜ୍ୟର ବିକାଶରେ ସେମାନଙ୍କ ଯୋଗଦାନକୁ ବ୍ୟାପକ କରିବାକୁ ଆହ୍ବାନ ଦେଇଛନ୍ତି ୫ ଟି ସଚିବ।

ବୁରୁଝୁରୀ ବାଲିବଣ ସ୍ଥିତ ଶନି ମନ୍ଦିର ପଡ଼ିଆରେ ଜନ ଅଭିଯୋଗ ଶୁଣାଣିରେ ଯୋଗ ଦେଇଥିଲେ ୫ ଟି ସଚିବ। ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କବିସୂର୍ଯ୍ୟନଗର ବ୍ଲକ୍‌ ଓ ଏନ୍‌ ଏ ସି, ବେଗୁନିଆପଡ଼ା ବ୍ଲକ୍‌, କୋଦଳା ଏନ୍‌ଏସିର ହଜାର ହଜାର ଲୋକଙ୍କ ସମାଗମ ସେଠି ଦେଖିବାକୁ ମିଳିଥିଲା। ୫-ଟି ସଚିବ ଲୋକଙ୍କ ଅଭିଯୋଗ, ଅନୁରୋଧ ଶୁଣି ସମସ୍ୟାର ସମାଧାନ ତଥା ବିକାଶ କାର୍ଯ୍ୟକୁ ତ୍ବରାନ୍ବିତ କରିବାର ଆଶ୍ଵାସନା ଦେଇଛନ୍ତି।

ଏଥିସହ ମୁଖ୍ୟମନ୍ତ୍ରୀ ରାଜ୍ୟର ସବୁ ସ୍ଥାନର ସ୍କୁଲ ପରେ ଏବେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ଡିଗ୍ରୀ କଲେଜର ୫-ଟି ରୂପାନ୍ତରଣ କରାଯିବ ବୋଲି ନିଷ୍ପତ୍ତି ନେଇଥିବା କହିଛନ୍ତି ୫-ଟି ସଚିବ। ଏଥିରେ ଗଞ୍ଜାମ ଜିଲ୍ଲାପାଳ ସମେତ ବିଭିନ୍ନ ଥାନା ଅଧିକାରୀ ଏବଂ ତହସିଲଦାର, ବିଡିଓ, ଏବଂ ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Categories
ଆଞ୍ଚଳିକ

ବାଣପୁରରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି: ପଞ୍ଜିକୃତ ହେଲା ୮୮ ଟି ମାମଲା

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶିବିରରେ ଖୋର୍ଦ୍ଧା ଭାରପ୍ରାପ୍ତ ଜିଲ୍ଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ, ଅତିରିକ୍ତ ଜିଲ୍ଲପାଳ ପ୍ରତାପ ଚନ୍ଦ୍ର ବେଉରା, ଅତିରିକ୍ତ ଏସପି ସୁରେନ୍ଦ୍ର ନାଥ ମୁର୍ମୁ, ଉପ ଜିଲ୍ଲାପାଳ ଦୀପ୍ତିରଞ୍ଜନ ସେଠି, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦିଗନ୍ତ ରାଉତରାୟ ଆଦି ଉପସ୍ଥିତ ଥିଲେ।

ଶିବିରରେ ସମୁଦାୟ ୮୮ ଗୋଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ତନ୍ମଧ୍ୟରୁ ୮୧ ଗୋଟି ବ୍ୟକ୍ତିଗତ ଓ ୪ ଗୋଟି ଗୋଷ୍ଠୀ ଅଭିଯୋଗ ଅଟେ। ସେହିପରି ଭାବେ ୩ ଗୋଟି ଅଭିଯୋଗର ତ୍ୱରିତ ସମାଧାନ କରାଯାଇଥିଲା।

ଉକ୍ତ ଶିବିରରେ ବିଡ଼ିଓ ଶୀତଲ ଅଗ୍ରୱାଲ , ତହସିଲଦାର କୁଞ୍ଜ ବିହାରୀ ବଡ଼ଜେନା, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମହାନ୍ତିଙ୍କ ସମେତ ବିଭିନ୍ନ ସରକାରୀ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବାଣପୁର ଆଇଆଇସି ଜୟପ୍ରକାଶ ପରିଡ଼ାଙ୍କ ତତ୍ୱାବଧାନରେ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା।