Categories
ଆଜିର ଖବର ରାଜ୍ୟ ଖବର

ଭବାନୀପାଟଣା ଠାରେ ଜିଲ୍ଲା ପ୍ରଶାସନର ଜନଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି (ଦୁଷ୍ମନ୍ତ କୁମାର ପଣ୍ଡା): ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏଵଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜୀ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୩୬ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୦୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୂଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪ ଜଣ ଙ୍କୁ ସହାୟତା ମଞ୍ଜୁର କରାଯାଇଥିଲା।

ସଦର ବ୍ଲକର ରିଶି ଗାଁ ପଞ୍ଚାୟତର ତପସ୍ଵିନୀ ବାଗଙ୍କୁ ୫୦୦୦ ଟଙ୍କା ଏବଂ ନିଲା ଦେଇ ଙ୍କୁ ୨୦୦୦ ଟଙ୍କା, କୋକସରା ବ୍ଲକ ଆମପାଣିର ବୈଜନ୍ତି ସୁନଙ୍କୁ ୫୦୦୦ ଟଙ୍କା, ଜୁନାଗଡ଼ ବ୍ଲକର ଛୋରିଆଗଡ ଗ୍ରାମର ସଚ୍ଚିଦାନନ୍ଦ ନାଏକଙ୍କୁ ୫୦୦୦ ଟଙ୍କା ସହାୟତା ମଞ୍ଜୁର କରାଯାଇଥିଲା।

Categories
ଆଞ୍ଚଳିକ

ଚିଲିକା ବ୍ଲକରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ

ଚିଲିକା (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ଚିଲିକା ପଂଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜି ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି। ଆଜି ମୋଟ ୬୦ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୫୧ ଟି ଅଭିଯୋଗ ବ୍ୟକ୍ତିଗତ ଥିବାବେଳେ ୦୩ ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା।

ସେହିପରି ଭାବେ ୩ ଟି ଅଭିଯୋଗର ସ୍ଥଳ ବିଶେଷରେ ତତ୍କାଳ ସମାଧାନ କରାଯାଇଥିଲା ଏବଂ ଜଣଙ୍କୁ ୩ ହଜାର ଟଙ୍କାର ଆର୍ଥିକ ସହାୟତା ରାଶି ରେଡକ୍ରସ ପାଣ୍ଠିରୁ ପ୍ରଦାନ କରାଯାଇଥିଲା। ଜଣେ ହିତାଧିକାରୀଙ୍କୁ ହୂଇଲ ଚେଆର ପ୍ରଦାନ କରାଯାଇଥିବା ବେଳେ, ଆଉ ଜଣ ହିତାଧିକାରୀଙ୍କୁ ବାର୍ଦ୍ଧକ୍ୟ ଭତ୍ତା ଆକାରରେ ୫୦୦ ଟଙ୍କା ମଞ୍ଜୁର କରାଯାଇଥିଲା।

ଆଜିର ମିଳିତ ଜନଶୁଣାଣି ଶିବିରରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିବାବେଳେ ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କାଟାରିଆ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଡଃ ବାଦଲ କୁମାର ମହାନ୍ତି, ଉପ -ଜିଲ୍ଲାପାଳ, ଦୀପ୍ତି ରଞ୍ଜନ ସେଠି, ସି.ଡି.ଏମ.ଓ ଡଃ ଆର୍ତ୍ତବନ୍ଧୁ ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ‌ ତରାଇ, ଚିଲିକା ବିଡ଼ିଓ ଜଗଦୀଶ ଷଡ଼ଙ୍ଗୀ, ବ୍ଲକ ଅଧ୍ୟକ୍ଷା ଜ୍ୟୋତ୍ସ୍ନା ବେହେରା, ବାଲୁଗାଁ ଏସଡ଼ିପିଓ ଶୁଭ୍ରାଂଶୁ ଶେଖର ମିଶ୍ର ଏବଂ ଅନ୍ୟ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Categories
ଆଞ୍ଚଳିକ

ଖୋର୍ଦ୍ଧା ବ୍ଲକରେ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ

ଖୋର୍ଦ୍ଧା: ଖୋର୍ଦ୍ଧା ପଂଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟେକ୍ଷ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି। ଆଜି ମୋଟ ୪୩ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇ ଥିବା ବେଳେ ସେଥିମଧ୍ୟରୁ ୩୮ ଟି ଅଭିଯୋଗ ବ୍ୟକ୍ତିଗତ ଥିଲାବେଳେ ୦୪ ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା, ୧ ଟି ଅଭିଯୋଗର ସ୍ଥଳ ବିଶେଷରେ ତତ୍କାଳ ସମାଧାନ କରାଯାଇଥିଲା।

ଆଜିର ମିଳିତ ଜନ ଶୁଣାଣି ଅବସରରେ ସାଫଲ୍ୟମଣ୍ଡିତ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ,ରାଜସ୍ବ ଅଧ୍ୟକ୍ଷତା କରିଥିବାବେଳେ ବାଦଲ କୁମାର ମହାନ୍ତି, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଖୋର୍ଦ୍ଧା ଏବଂ ସୁରେନ୍ଦ୍ର ନାଥ ମୁର୍ମୁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ,ଵି. ଡ଼ି. ଓ, ଖୋର୍ଦ୍ଧା ସିଡିଏମଓ, ଖୋର୍ଦ୍ଧା, ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ‌ ତରାଇ, ଜିଲ୍ଲା ସଂସ୍କୃତି ଅଧିକାରୀ, ଚୌଧୁରୀ ଅରବିନ୍ଦ ଦାସ ଅନ୍ୟ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Categories
ଆଞ୍ଚଳିକ

ବୋଲଗଡ ବ୍ଲକରେ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ

ଖୋର୍ଦ୍ଧା: ବୋଲଗଡ ପଂଚାୟତ ସମିତି କାର୍ଯ୍ୟାଳୟ ପରିସର ରେ ଆଜିର ପ୍ରତ୍ୟେକ୍ଷ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି। ଆଜି ମୋଟ ୧୮୨ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇ ଥିବା ବେଳେ ସେଥିମଧ୍ୟରୁ ୧୬୩ ଟି ଅଭିଯୋଗ ବ୍ୟକ୍ତିଗତ ଥିଲାବେଳେ ୧୭ ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା, ୨ ଟି ଅଭିଯୋଗର ସ୍ଥଳ ବିଶେଷରେ ତତ୍କାଳ ସମାଧାନ କରାଯାଇଥିଲା।

ଆଜିର ମିଳିତ ଜନ ଶୁଣାଣି ଅବସରରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିବାବେଳେ ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କାଟାରିଆ, ଅତିରିକ୍ତ ଜିଲ୍ଲପାଳ ପ୍ରତାପ ଚନ୍ଦ୍ର ବେଉରା, ଉପ -ଜିଲ୍ଲାପାଳ ଦୀପ୍ତି ରଞ୍ଜନ ସେଠି, ତହସିଲଦାର, ସି . ଡ଼ି ଏମ. ଓ. ଡ଼ ଆର୍ତ୍ତବନ୍ଧୁ ନାୟକ, ଆସିଷ୍ଟାଣ୍ଟ କଲେକ୍ଟର ଗ୍ରୀଭାନ୍ସ, ବୋଲଗଡ଼ ଵି. ଡ଼ି. ଓ ଅନ୍ୟ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Categories
ଆଞ୍ଚଳିକ

ଖୋର୍ଦ୍ଧା ବ୍ଲକରେ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ

ଖୋର୍ଦ୍ଧା: ଖୋର୍ଦ୍ଧା ପଂଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟେକ୍ଷ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି। ଆଜି ମୋଟ ୬୫ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇ ଥିବା ବେଳେ ସେଥିମଧ୍ୟରୁ ୪୨ ଟି ଅଭିଯୋଗ ବ୍ୟକ୍ତିଗତ ଥିଲାବେଳେ ୧୬ ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା, ୬ ଟି ଅଭିଯୋଗର ସ୍ଥଳ ବିଶେଷରେ ତତ୍କାଳ ସମାଧାନ କରାଯାଇଥିଲା ଏବଂ ୧ ଜଣଙ୍କୁ ରେଡ଼କ୍ରସ ସହାୟତା ପାଣ୍ଠିରୁ ୫ ହଜାର ଟଙ୍କାର ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଥିଲା।

ଆଜିର ମିଳିତ ଜନ ଶୁଣାଣି ଅବସରରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିବାବେଳେ ଆରକ୍ଷୀ ଅଧିକ୍ଷକ, ସିଦ୍ଧାର୍ଥ କାଟାରିଆ, ଅତିରିକ୍ତ ଜିଲ୍ଲପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ, ଉପ -ଜିଲ୍ଲାପାଳ, ଦୀପ୍ତି ରଞ୍ଜନ ସେଠି, ତହସିଲଦାର, ଖୋର୍ଦ୍ଧା ବିଭାସ ରଞ୍ଜନ ପାଣିଗ୍ରାହୀ, ସି . ଡ଼ି ଏମ. ଓ., ଡ଼ ଆର୍ତ୍ତବନ୍ଧୁ ନାୟକ, ଆଶିଷ୍ଟାଣ୍ଟ କଲେକ୍ଟର, ଗ୍ରୀଭାନ୍ସ, ଵି. ଡ଼ି. ଓ, ଖୋର୍ଦ୍ଧା କ୍ଷୀରାବ୍ଧି ତନୟା ସାହୁ ଅନ୍ୟ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Categories
ଆଞ୍ଚଳିକ

ରଣପୁରରେ ଜନ ଶୁଣାଣି ଶିବିର

ରଣପୁର: ନୟାଗଡ଼ ଜିଲ୍ଲା ରଣପୁର ବ୍ଲକରେ ଜିଲ୍ଲାପାଳଙ୍କ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି. ଏଥିରେ ନୟାଗଡ ଜିଲ୍ଲାପାଳ ରବୀନ୍ଦ୍ରନାଥ ସାହୁ, ନୟାଗଡ ଆରକ୍ଷୀ ଅଧିକ୍ଷକ ଅଲେଖ ଚନ୍ଦ୍ର ପହି, ନୟାଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଞ୍ଜିନିଅର ଦେବାଶିଷ ପଟ୍ଟନାୟକ, ରଣପୁର ବିଡ଼ିଓ ଜ୍ୟୋତି ପ୍ରକାଶ ସେଠି ପ୍ରମୁଖ ଉପସ୍ଥିତ ରହି ଲୋକମାନଙ୍କ ଅଭିଯୋଗ ଶୁଣିବା ସହିତ ସମସ୍ୟାର ସମାଧାନ କରିଥିଲେ।

ଏଥିରେ ମୋଟ ୪୯୧ ଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୪୮୫ ଟି ବ୍ୟକ୍ତିଗତ ଅଭିଯୋଗ, ୩ଟି ଗ୍ରାମ୍ୟ ଘଟଣା ସହିତ ଅନ୍ୟାନ୍ୟ ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୧୨୭ ଟି ଘଟଣା ସମାଧାନ କରାଯାଇଥିଲା। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସମ୍ପର୍କିତ ୨୭୨ଟି ଅଭିଯୋଗ ଆସିଥିଲା।

ଜନ ଶୁଣାଣି ଶିବିର ସମ୍ପର୍କରେ ସର୍ବ ସାଧାରଣଙ୍କୁ ସଠିକ ଭାବେ ସୂଚନା ଦିଆ ଯାଉ ନହିଁ, ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏପରିକି ଗଣମାଧ୍ୟ୍ୟମ ପ୍ରତିନିଧିଙ୍କୁ ସଠିକ ଭାବେ ସୂଚନା ଦିଆ ଯାଉ ନହିଁ।