Categories
ଆଜିର ଖବର ବ୍ୟବସାୟ ରାଜ୍ୟ ଖବର

ଓଡ଼ିଶାରେ କୋଣ ଅନୁକୋଣରେ ଜିଓର ହାଇସ୍ପିଡ଼ ବ୍ରଡ଼ବ୍ୟାଣ୍ଡ ଡିଜିଟାଲ କ୍ରାନ୍ତି

ଭୁବନେଶ୍ୱର: ରିଲାଏନ୍ସ ଜିଓର ହାଇସ୍ପିଡ଼ ବ୍ରଡ଼ବ୍ୟାଣ୍ଡ ସେବା ଜିଓ ଫାଇବର ଏବଂ ଜିଓ ଏୟାରଫାଇବର ଖୁବ୍ କମ୍ ସମୟ ମଧ୍ୟରେ ଓଡିଶାର ସମସ୍ତ ଛୋଟ ବଡ ସହର ତଥା ସହର ଉପକଣ୍ଠ ଅଞ୍ଚଳ, ତହସିଲ ଏବଂ ବିସ୍ତୀର୍ଣ୍ଣ ଗ୍ରାମାଞ୍ଚଳରେ ବିଶ୍ୱ ସ୍ତରୀୟ ଘରୋଇ ମନୋରଞ୍ଜନ (ହୋମ ଏଣ୍ଟରଟେନମେଣ୍ଟ) ଏବଂ ହାଇ ସ୍ପିଡ୍ ବ୍ରଡବ୍ୟାଣ୍ଡ ଉପଲବ୍ଧ କରି ଡିଜିଟାଲ୍ କ୍ରାନ୍ତିର ପଥକୁ ସୁଗମ କରିଛି। ସାରା ଓଡ଼ିଶାରେ ପ୍ରାୟ ୪ ଲକ୍ଷ ଘର ଏବଂ ବ୍ୟବସାୟ ପରିସର ବର୍ତ୍ତମାନ ଜିଓ ଫାଇବର ଏବଂ ଜିଓ ଏୟାର ଫାଇବର ସେବାକୁ ଉପଭୋଗ କରୁଛନ୍ତି।

ଜିଓ ଏୟାରଫାଇବର ସେବାକୁ ନେଇ ସମଗ୍ର ରାଜ୍ୟରେ ଜବରଦସ୍ତ ଉତ୍ସାହ ଦେଖିବାକୁ ମିଳିଛି। ଏହି ସେବା ବର୍ତ୍ତମାନ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲା, ଛୋଟ ବଡ ସହର ତଥା ତହସିଲ ମୁଖ୍ୟାଳୟ ସହର ସମେତ ହଜାର ହଜାର ଗାଁର ପ୍ରତ୍ୟେକ ଘର ଏବଂ ବ୍ୟବସାୟ ପାଇଁ ଉପଲବ୍ଧ। ସର୍ବାଧିକ ଲୋକପ୍ରିୟ ରହିଥିବା ଜିଓ ଏୟାରଫାଇବର ସେବା ବାସ୍ତବରେ ଡିଜିଟାଲ ଅନ୍ତର୍ଭୁକ୍ତିକରଣକୁ ସମ୍ପ୍ରସାରିତ କରିଛି କାରଣ ଏହା ବିଶେଷକରି ଗ୍ରାମାଞ୍ଚଳ ଏବଂ ସହର ଉପକଣ୍ଠ ଅଂଚଳରେ ଶେଷ ମାଇଲ୍ ଅପ୍ଟିକାଲ୍-ଫାଇବର ବିସ୍ତାରରେ ରହିଥିବା କଠିନତା ଯୋଗୁଁ ବ୍ରଡ଼ବ୍ୟାଣ୍ଡ ସଂଯୋଗର ଅଭାବ ଜନିତ ସମସ୍ୟାକୁ ଦୂର କରି ପ୍ରତ୍ୟେକ ଘର ଏବଂ ଛୋଟ ବ୍ୟବସାୟକୁ ହାଇସ୍ପିଡ଼ ବ୍ରଡ଼ବ୍ୟାଣ୍ଡ ଏବଂ ଗୁଣାତ୍ମକ ଗୃହ ମନୋରଞ୍ଜନ ସହିତ ସଂଯୁକ୍ତ କରଛି। ଜିଓ ଏୟାରଫାଇବର ୮୦୦ ରୁ ଅଧିକ ଡିଜିଟାଲ ଟିଭି ଚ୍ୟାନେଲ, ୧୩ ରୁ ଅଧିକ ଓଟିଟି ଆପ୍, ସ୍ମାର୍ଟ ହୋମ୍ ସେବା, ନିରବଛିନ୍ନ ୱାଇଫାଇ ଏବଂ ହାଇ ସ୍ପିଡ୍ ବ୍ରଡବ୍ୟାଣ୍ଡ ସହିତ ବିଶ୍ୱ ସ୍ତରୀୟ ସର୍ବଧୁନିକ ଗୃହ ମନୋରଞ୍ଜନ ବା ହୋମ ଏଣ୍ଟରଟେନମେଣ୍ଟ ସେବା ପ୍ରଦାନ କରୁଛି।

ଏହାଦ୍ୱାରା ବିବିଧ ପୃଷ୍ଠଭୂମିର ତଥା ବିଭିନ୍ନ ବୟସବର୍ଗର ଏବଂ ବିବିଧ ଭୌଗଳିକ ଅଂଚଳର ଗ୍ରାହକମାନେ ଡିଜିଟାଲ୍ କ୍ରାନ୍ତିର ପ୍ରକୃତ ଲାଭ ପାଇବାକୁ ସକ୍ଷମ ହୋଇଛନ୍ତି, କାରଣ ସେମାନେ ଏବେ ଜିଓ ଏୟାରଫାଇବର ବଳରେ ନିରବଚ୍ଛିନ୍ନ ହାଇ ସ୍ପିଡ୍ ବ୍ରଡବ୍ୟାଣ୍ଡ ଏବଂ ସର୍ବଶ୍ରେଷ୍ଠ ଗୃହ ମନୋରଞ୍ଜନର ଆନନ୍ଦ ନେଇପାରୁଛନ୍ତି। ବିଶେଷକରି ଲକ୍ଷ ଲକ୍ଷ ଛାତ୍ରଛାତ୍ରୀ, ଉଦ୍ୟୋଗୀ, ବୃତ୍ତିଗତ ପେସାଦାର ବା ପ୍ରଫେସନାଲ ଏବଂ ପରିବାରଗୁଡିକୁ ଭରସାଯୋଗ୍ୟ ହାଇ ସ୍ପିଡ଼ ଇଣ୍ଟରନେଟ ଦ୍ୱାରା ଡିଜିଟାଲ ମାଧ୍ୟମରେ ଏହା ସଶକ୍ତ କରିଛି।

ଜିଓ ଏୟାର ଫାଇବର ସେହି ଅଞ୍ଚଳ ବା ଭୌଗଳିକ କ୍ଷେତ୍ରଗୁଡିକ ପାଇଁ ଏକ ଆଶାର ଆଲୋକ ସାଜିଛି ଯେଉଁଠାରେ ପୂର୍ବରୁ ଅପ୍ଟିକାଲ୍ ଫାଇବର ମାଧ୍ୟମରେ ‘ଶେଷ ମାଇଲ୍ କନେକ୍ଟିଭିଟି’ ଯୋଗାଇବାରେ ଅସୁବିଧା ହୋଇଥିଲା। ଏହି କାରଣରୁ ଲକ୍ଷ ଲକ୍ଷ ପରିସର ବ୍ରଡବ୍ୟାଣ୍ଡ ସହିତ ସଂଯୋଗ ହୋଇପାରୁନଥିଲା। ଜିଓ ଏୟାର ଫାଇବର ଏହି ସମସ୍ୟାକୁ ଦୂର କରିବା ସହିତ ଭୌଗଳିକ ଦୃଷ୍ଟିରୁ ଆହ୍ୱାନପୂର୍ଣ୍ଣ ସ୍ଥାନଗୁଡିକରେ ମଧ୍ୟ ଫାଇବରର ହାଇସ୍ପିଡ଼ ଇଣ୍ଟରନେଟ ଉପଲବ୍ଧ କରିଛି ଯେଉଁଠାରେ ଏହା ପୂର୍ବରୁ ଏକରକମ ଅସମ୍ଭବ ସ୍ବପ୍ନ ଭଳି ରହିଥିଲା। ସାରା ଓଡ଼ିଶାରେ ପ୍ରତ୍ୟେକ ଦିନ ଅଧିକରୁ ଅଧିକ ଘର, ହୋଟେଲ, ରେଷ୍ଟୁରାଣ୍ଟ, ଛୋଟ ବଡ ବ୍ୟବସାୟ, ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟ, ବ୍ୟାଙ୍କ ଏବଂ ଅନ୍ୟାନ୍ୟ ବାଣିଜ୍ୟିକ ପ୍ରତିଷ୍ଠାନ ଜିଓ ଏୟାରଫାଇବର ଚୟନ କରୁଛନ୍ତି ଏବଂ ବିଶ୍ୱ ସ୍ତରୀୟ ଘରୋଇ ମନୋରଞ୍ଜନ, ବ୍ରଡବ୍ୟାଣ୍ଡ ଏବଂ ଡିଜିଟାଲ ସେବାକୁ ଉପଭୋଗ କରୁଛନ୍ତି। ଗ୍ରାହକମାନଙ୍କ ଆବଶ୍ୟକତା ଅନୁଯାୟୀ ସୁଲଭ ମୂଲ୍ୟର ପ୍ଲାନ ସହିତ ଆକର୍ଷଣୀୟ ଅଫର ଜରିଆରେ ରାଜ୍ୟରେ ପ୍ରତିଦିନ ହଜାର ହଜାର ନୂଆ ଗ୍ରାହକ ଯୋଡୁଛି ଜିଓ ଏୟାରଫାଇବର।

Categories
ଆଜିର ଖବର ବ୍ୟବସାୟ ରାଜ୍ୟ ଖବର

ଲୋକପ୍ରିୟ ଜିଓ ଏୟାରଫାଇବର ସହ ଓଡ଼ିଶାରେ ହାଇସ୍ପିଡ଼ ବ୍ରଡ଼ବ୍ୟାଣ୍ଡ କ୍ଷେତ୍ରରେ ଅଗ୍ରଣୀ ସ୍ଥାନ ସୁଦୃଢ଼ କଲା ଜିଓ

ଭୁବନେଶ୍ୱର: ଓଡ଼ିଶାରେ ଜିଓର ଲୋକପ୍ରିୟ ହାଇସ୍ପିଡ଼ ବ୍ରଡ଼ବ୍ୟାଣ୍ଡ ସେବା ଜିଓ ଏୟାରଫାଇବରର ବଢୁଥିବା ଚାହିଦା ସହିତ ଓୟାରଲାଇନ କ୍ଷେତ୍ରରେ ନିଜର ଅଗ୍ରଣୀ ସ୍ଥିତିକୁ ସୁଦୃଢ କରିଛି ରିଲାଏନ୍ସ ଜିଓ। ଭାରତୀୟ ଦୂରସଞ୍ଚାର ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ) ପକ୍ଷରୁ ନିକଟରେ ପ୍ରକାଶିତ ହୋଇଥିବା ସଦ୍ୟତମ ଦୂରସଂଚାର ଗ୍ରାହକ ତଥ୍ୟ ଅନୁଯାୟୀ ୨୦୨୪ ସେପ୍େଟମ୍ବର ମାସରେ ଜିଓ ରାଜ୍ୟରେ ସର୍ବାଧିକ ୧୫୮୦୦ ରୁ ଅଧିକ ଜିଓ ଫାଇବର ଓ ଜିଓ ଏୟାରଫାଇବର ଗ୍ରାହକ ଯୋଡିବା ସହିତ ରାଜ୍ୟରେ ମୋଟ ଜିଓ ଫାଇବର ଓ ଜିଓ ଏୟାରଫାଇବର ଗ୍ରାହକଙ୍କ ସଂଖ୍ୟା ୩.୫୬ ଲକ୍ଷରେ ପହଞ୍ଚିଛି । ଏଥିସହିତ ଜିଓ ରାଜ୍ୟର ପ୍ରଥମ ଅପରେଟର ଭାବରେ ୩.୫ ଲକ୍ଷରୁ ଅଧିକ ଓୟାରଲାଇନ ଗ୍ରାହକ ହାସଲ କରିଛି।

ବିବିଧ ପୃଷ୍ଠଭୂମିର ତଥା ବିଭିନ୍ନ ବୟସବର୍ଗର ଏବଂ ବିବିଧ ଭୌଗଳିକ ଅଂଚଳର ଗ୍ରାହକମାନେ ଡିଜିଟାଲ୍ କ୍ରାନ୍ତିର ପ୍ରକୃତ ଲାଭ ପାଇବାକୁ ସକ୍ଷମ ହୋଇଛନ୍ତି, କାରଣ ସେମାନେ ଏବେ ଜିଓ ଏୟାରଫାଇବର ବଳରେ ନିରବଚ୍ଛିନ୍ନ ହାଇ ସ୍ପିଡ୍ ବ୍ରଡବ୍ୟାଣ୍ଡ, ଅସୀମିତ ୱାଇଫାଇ ଏବଂ ବିଶ୍ୱସ୍ତରୀୟ ସର୍ବଶ୍ରେଷ୍ଠ ଗୃହ ମନୋରଞ୍ଜନର ଆନନ୍ଦ ନେଇପାରୁଛନ୍ତି।

ରାଜ୍ୟର ସମସ୍ତ ଛୋଟ ବଡ ସହର ଓ ନଗର ସହିତ ହଜାର ହଜାର ଗ୍ରାମଗୁଡିକରେ ଭରସାଯୋଗ୍ୟ ହାଇସ୍ପିଡ଼ ବ୍ରଡ଼ବ୍ୟାଣ୍ଡ ସେବା ଜରିଆରେ ଡିଜିଟାଲ ଲାଇଫଲାଇନ ପାଲଟିଛି ଜିଓ ଏୟାରଫାଇବର । ଜିଓ ଏହାର ଲୋକପ୍ରିୟ ଜିଓ ଏୟାରଫାଇବର ସେବା ମାଧ୍ୟମରେ ଶହ ଶହ ଦୁର୍ଗମ ଗାଁରେ ନିର୍ଭରଯୋଗ୍ୟ ହାଇ ସ୍ପିଡ୍ ବ୍ରଡବ୍ୟାଣ୍ଡ ସେବା ଉପଲବ୍ଧ କରାଇଛି।

ଜିଓ ଏୟାରଫାଇବର ସେବା ବାସ୍ତବରେ ଡିଜିଟାଲ ଅନ୍ତର୍ଭୁକ୍ତିକରଣକୁ ତ୍ୱରାନ୍ୱିତ କରିଛି କାରଣ ଏହା ବିଶେଷକରି ଗ୍ରାମାଞ୍ଚଳ ଏବଂ ସହର ଉପକଣ୍ଠ ଅଂଚଳରେ ଶେଷ ମାଇଲ୍ ଅପ୍ଟିକାଲ୍‌-ଫାଇବର ବିସ୍ତାରରେ ରହିଥିବା କଠିନତା ଯୋଗୁଁ ବ୍ରଡ଼ବ୍ୟାଣ୍ଡ ସଂଯୋଗର ଅଭାବ ଜନିତ ସମସ୍ୟାକୁ ଦୂର କରି ପ୍ରତ୍ୟେକ ଘର ଏବଂ ଛୋଟ ବ୍ୟବସାୟକୁ ହାଇସ୍ପିଡ଼ ବ୍ରଡ଼ବ୍ୟାଣ୍ଡ ଏବଂ ଗୁଣାତ୍ମକ ଗୃହ ମନୋରଞ୍ଜନ ସହିତ ସଂଯୁକ୍ତ କରଛି। ଜିଓ ଏୟାରଫାଇବର ୮୦୦ ରୁ ଅଧିକ ଡିଜିଟାଲ ଟିଭି ଚ୍ୟାନେଲ, ୧୩ ରୁ ଅଧିକ ଓଟିଟି ଆପ୍‌, ସ୍ମାର୍ଟ ହୋମ୍ ସେବା, ୱାଇଫାଇ ଏବଂ ହାଇ ସ୍ପିଡ୍ ବ୍ରଡବ୍ୟାଣ୍ଡ ସହିତ ବିଶ୍ୱ ସ୍ତରୀୟ ସର୍ବାଧୁନିକ ଗୃହ ମନୋରଞ୍ଜନ ବା ହୋମ ଏଣ୍ଟରଟେନମେଣ୍ଟ ସେବା ପ୍ରଦାନ କରୁଛି। ସାରା ଓଡ଼ିଶାରେ ଏବେ ୩.୫୬ ଲକ୍ଷରୁ ଅଧିକ ଜିଓ ଫାଇବର ଏବଂ ଜିଓ ଏୟାରଫାଇବର ଉପଭୋକ୍ତା ରହିଛନ୍ତି।

ସୂଚନାଯୋଗ୍ୟ ଯେ, ଜିଓ ଦୀର୍ଘ ବର୍ଷ ଧରି କ୍ରମାଗତ ଭାବେ ରାଜ୍ୟରେ ଏକ ନମ୍ବର ଡିଜିଟାଲ ସେବା ପ୍ରଦାନକାରୀ ରହିଆସିଛି। ଓଡିଶା ଟେଲିକମ କ୍ଷେତ୍ରରେ ୪୫ ପ୍ରତିଶତରୁ ଅଧିକ ଗ୍ରାହକ ବଜାର ଅଂଶ ଏବଂ ୫୨ ପ୍ରତିଶତ ରାଜସ୍ୱ ବଜାର ଅଂଶ ସହିତ ଏକ ନମ୍ବର ସ୍ଥାନରେ ରହିଥିବା ଜିଓର ରାଜ୍ୟରେ ସର୍ବବୃହତ ୪ଜି ଓ ୫ଜି ନେଟୱାର୍କ ରହିଛି। ଡିଜିଟାଲ୍ ଅନ୍ତର୍ଭୂକ୍ତିକରଣକୁ ତ୍ୱରାନ୍ୱିତ କରିବା ପାଇଁ ଏହାର ନିରନ୍ତର ଉଦ୍ୟମର ଅଂଶସ୍ୱରୂପ ରିଲାଏନ୍ସ ଜିଓ ଏହାର ୪ଜି / ୫ଜି ନେଟୱାର୍କ ସହିତ ଓଡିଶାର ହଜାର ହଜାର ଦୁର୍ଗମ ଗ୍ରାମଗୁଡିକୁ ଡିଜିଟାଲ ସେବା ସହିତ ସଂଯୁକ୍ତ କରିଛି। ସହରାଞ୍ଚଳ ଓ ଗ୍ରାମାଞ୍ଚଳ ମଧ୍ୟରେ ରହିଥିବା ଡିଜିଟାଲ ବୈଷମ୍ୟକୁ ଦୂର କରିବା ପାଇଁ ଏହାର ନିରନ୍ତର ପ୍ରୟାସ ମାଧ୍ୟମରେ ଜିଓ ଓଡ଼ିଶାର ଅପହଞ୍ଚ ଓ ଦୁର୍ଗମ ଅଞ୍ଚଳରେ ଏହାର ହାଇ ସ୍ପିଡ୍ ଡାଟା ନେଟୱାର୍କ ସ୍ଥାପନ କାର୍ଯ୍ୟ ଜାରି ରଖିଛି। ଜିଓର ନିର୍ଭରଯୋଗ୍ୟ ଡାଟା ନେଟୱାର୍କ ଅନେକ ଦୁର୍ଗମ ଅଂଚଳର ଲୋକଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆଣିବା ସହିତ ସେମାନଙ୍କର ତ୍ୱରିତ ସାମାଜିକ-ଅର୍ଥନୈତିକ ବିକାଶ ପାଇଁ ପଥ ପରିଷ୍କାର କରିଛି।

Categories
ଆଜିର ଖବର ଜାତୀୟ ଖବର ବ୍ୟବସାୟ

ଜୁନ୍ ମାସରେ ଓଡିଶାରେ ଜିଓ ଯୋଡ଼ିଛି ସର୍ବାଧିକ ୨.୭୨ ଲକ୍ଷ ମୋବାଇଲ୍ ଗ୍ରାହକ: ଟ୍ରାଇ ତଥ୍ୟ

ଭୁବନେଶ୍ୱର: ଓଡ଼ିଶାର ସର୍ବାଧିକ ପସନ୍ଦର ଡିଜିଟାଲ୍ ସେବା ପ୍ରଦାନକାରୀ ଭାବରେ ଜିଓ ରାଜ୍ୟରେ ଏହାର ଏକ ନମ୍ବର ସ୍ଥାନକୁ ଆହୁରି ସୁଦୃଢ କରିଛି। ଭାରତୀୟ ଦୂରସଂଚାର ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ) ଦ୍ୱାରା ପ୍ରକାଶିତ ସର୍ବଶେଷ ଟେଲିକମ୍ ଗ୍ରାହକ ତଥ୍ୟ ଅନୁଯାୟୀ ରିଲାଏନ୍ସ ଜିଓ ୨୦୨୪ ଜୁନ୍ ମାସରେ ଓଡ଼ିଶାରେ ସର୍ବାଧିକ ୨.୭୨ ଲକ୍ଷ ମୋବାଇଲ୍ ଗ୍ରାହକ ଯୋଡିଛି। ଏହା ସହିତ, ୨୦୨୪ ଜୁନ ୩୦ ସୁଦ୍ଧା ଓଡିଶାରେ ଜିଓ ନେଟୱାର୍କରେ ମୋଟ ମୋବାଇଲ ଗ୍ରାହକଙ୍କ ସଂଖ୍ୟା ୧.୫୭ କୋଟି ଅତିକ୍ରମ କରିଛି। ଟ୍ରାଇ ପ୍ରକାଶିତ ତଥ୍ୟ ଅନୁଯାୟୀ ୨୦୨୪ ଜୁନ୍ ମାସରେ ରାଜ୍ୟରେ ଟେଲିକମ ଶିଳ୍ପରେ ମୋଟ ମୋବାଇଲ୍ ଗ୍ରାହକ ସଂଖ୍ୟାରେ ୨.୯୭ ଲକ୍ଷ ବୃଦ୍ଧି ସହିତ ଓଡ଼ିଶାର ମୋଟ ମୋବାଇଲ୍ ଗ୍ରାହକଙ୍କ ସଂଖ୍ୟା ୩.୪୨ କୋଟିରେ ପହଂଚିଛି। ଏହି ସମୟରେ ଉଭୟ ବିଏସଏନଏଲ ଏବଂ ଭୋଡାଫୋନ ଆଇଡ଼ିଆ ହଜାର ହଜାର ଗ୍ରାହକ ହରାଇଥିବା ଟ୍ରାଇ ତଥ୍ୟରୁ ଜଣାପଡିଛି।

ଟ୍ରାଇ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ୱାୟାରଲାଇନ୍ ସେଗମେଣ୍ଟରେ ମଧ୍ୟ ଜିଓ ଓଡିଶାରେ ଏହାର ଏକ ନମ୍ବର ସ୍ଥାନକୁ ଆହୁରି ସୁଦୃଢ କରି ୩ ଲକ୍ଷ ୱାୟାରଲାଇନ୍ ଗ୍ରାହକ ମାଇଲ୍ଖୁଣ୍ଟ ଅତିକ୍ରମ କରିବାରେ ରାଜ୍ୟର ପ୍ରଥମ ତଥା ଏକମାତ୍ର ସେବା ପ୍ରଦାନକାରୀ ହୋଇଛି। ଓଡିଶାରେ ଡିଜିଟାଲ୍ ଅନ୍ତର୍ଭୂକ୍ତିକରଣକୁ ଆଗକୁ ବଢ଼ାଇ ରିଲାଏନ୍ସ ଜିଓ ଏହାର ଦ୍ରୁତ ଗତିରେ ସମ୍ପ୍ରସାରିତ ହେଉଥିବା ଜିଓ ଫାଇବର ଏବଂ ଜିଓ ଏୟାରଫାଇବର ସେବା ମାଧ୍ୟମରେ ହାଇ ସ୍ପିଡ୍ ବ୍ରଡବ୍ୟାଣ୍ଡ ଏବଂ ବିଶ୍ୱ ସ୍ତରୀୟ ଗୃହ ମନୋରଞ୍ଜନ ବା ହୋମ ଏଣ୍ଟରଟେନମେଣ୍ଟ ସହିତ ରାଜ୍ୟର ୩ ଲକ୍ଷରୁ ଅଧିକ ଘର ଓ ପରିସରକୁ ସଂଯୋଗ କରିଛି।

ଜାତୀୟ ସ୍ତରରେ, ଜିଓ ଜୁନ୍ ମାସରେ ସର୍ବାଧିକ ୧୯ ଲକ୍ଷରୁ ଅଧିକ ମୋବାଇଲ ଗ୍ରାହକ ଯୋଡିବା ସହିତ ସର୍ବଭାରତୀୟ ସ୍ତରରେ ଜିଓ ନେଟୱାର୍କରେ ମୋଟ ମୋବାଇଲ୍ ଗ୍ରାହକ ସଂଖ୍ୟା ଜୁନ ଶେଷ ସୁଦ୍ଧା ୪୭.୬୫ କୋଟିରୁ ଅଧିକ ହୋଇଛି। ଏହା ଦେଶର ଏକ ନମ୍ବର ଡିଜିଟାଲ୍ ସେବା ପ୍ରଦାନକାରୀ ଭାବରେ ଏହାର ସ୍ଥିତିକୁ ଆହୁରି ସୁଦୃଢ କରିଛି।

ଓଡିଶା ଟେଲିକମ ବଜାରରେ ୪୬ ପ୍ରତିଶତରୁ ଅଧିକ ଗ୍ରାହକ ବଜାର ଅଂଶ ଏବଂ ୫୨ ପ୍ରତିଶତ ରାଜସ୍ୱ ବଜାର ଅଂଶ ସହିତ ରିଲାଏନ୍ସ ଜିଓ ରାଜ୍ୟର ସର୍ବାଧିକ ପସନ୍ଦର ଡିଜିଟାଲ ସେବା ପ୍ରଦାନକାରୀ ହୋଇପାରିଛି। ରାଜ୍ୟରେ ଜିଓ ଗ୍ରାହକଙ୍କ ସଂଖ୍ୟାରେ ଦ୍ରୁତ ଏବଂ କ୍ରମାଗତ ବୃଦ୍ଧି ପଛରେ ରହିଛି ଏହାର ବ୍ୟାପକ ଏବଂ ସର୍ବବୃହତ ୪ଜି ଏବଂ ୫ଜି ନେଟୱାର୍କ ଉପସ୍ଥିତି।

ସର୍ବାଧିକ ଲୋକପ୍ରିୟ ରହିଥିବା ଜିଓ ଏୟାରଫାଇବର ସେବା ବାସ୍ତବରେ ଡିଜିଟାଲ ଅନ୍ତର୍ଭୁକ୍ତିକରଣକୁ ସମ୍ପ୍ରସାରିତ କରିଛି କାରଣ ଏହା ବିଶେଷକରି ଗ୍ରାମାଞ୍ଚଳ ଏବଂ ସହର ଉପକଣ୍ଠ ଅଂଚଳରେ ଶେଷ ମାଇଲ୍ ଅପ୍ଟିକାଲ୍-ଫାଇବର ବିସ୍ତାରରେ ରହିଥିବା କଠିନତା ଯୋଗୁଁ ବ୍ରଡ଼ବ୍ୟାଣ୍ଡ ସଂଯୋଗର ଅଭାବ ଜନିତ ସମସ୍ୟାକୁ ଦୂର କରି ପ୍ରତ୍ୟେକ ଘର ଏବଂ ଛୋଟ ବ୍ୟବସାୟକୁ ହାଇସ୍ପିଡ଼ ବ୍ରଡ଼ବ୍ୟାଣ୍ଡ ଏବଂ ଗୁଣାତ୍ମକ ଗୃହ ମନୋରଞ୍ଜନ ସହିତ ସଂଯୁକ୍ତ କରଛି। ଜିଓ ଏୟାରଫାଇବର ୮୦୦ ରୁ ଅଧିକ ଡିଜିଟାଲ ଟିଭି ଚ୍ୟାନେଲ, ୧୩ ରୁ ଅଧିକ ଓଟିଟି ଆପ୍, ସ୍ମାର୍ଟ ହୋମ୍ ସେବା ଏବଂ ହାଇ ସ୍ପିଡ୍ ବ୍ରଡବ୍ୟାଣ୍ଡ ସହିତ ବିଶ୍ୱ ସ୍ତରୀୟ ସର୍ବଧୁନିକ ଗୃହ ମନୋରଞ୍ଜନ ବା ହୋମ ଏଣ୍ଟରଟେନମେଣ୍ଟ ସେବା ପ୍ରଦାନ କରୁଛି । ଏହାଦ୍ୱାରା ବିବିଧ ପୃଷ୍ଠଭୂମିର ତଥା ବିଭିନ୍ନ ବୟସବର୍ଗର ଏବଂ ବିବିଧ ଭୌଗଳିକ ଅଂଚଳର ଗ୍ରାହକମାନେ ଡିଜିଟାଲ୍ କ୍ରାନ୍ତିର ପ୍ରକୃତ ଲାଭ ପାଇବାକୁ ସକ୍ଷମ ହୋଇଛନ୍ତି, କାରଣ ସେମାନେ ଏବେ ଜିଓ ଏୟାରଫାଇବର ବଳରେ ନିରବଚ୍ଛିନ୍ନ ହାଇ ସ୍ପିଡ୍ ବ୍ରଡବ୍ୟାଣ୍ଡ ଏବଂ ସର୍ବଶ୍ରେଷ୍ଠ ଗୃହ ମନୋରଞ୍ଜନର ଆନନ୍ଦ ନେଇପାରୁଛନ୍ତି ।

Categories
ଆଜିର ଖବର ଜାତୀୟ ଖବର ବ୍ୟବସାୟ

ଏବେ ରିଲାଏନ୍ସ ଜିଓ ଆରମ୍ଭ କରିବ ଏଆଇ ଶକ୍ତି ସମ୍ପନ୍ନ ଇନ୍‌-ହୋମ୍ (ଗୃହ) ସେବା

ଭୁବନେଶ୍ୱର: ଗ୍ରାହକମାନଙ୍କୁ ଆର୍ଟିଫିସିଆଲ ଇଂଟେଲିଜେନ୍ସ (ଏଆଇ)ର ଶକ୍ତି ସମ୍ପନ୍ନ ସ୍ମାର୍ଟ ହୋମ୍ ଓ କ୍ଷୁଦ୍ର ବ୍ୟବସାୟ ସେବା ପ୍ରଦାନ କରିବା ଲାଗି ପ୍ଲମ୍ ସହ ସହଭାଗିତା କରିଛି ରିଲାଏନ୍ସ ଜିଓ ଇନ୍‌ଫୋକମ୍ ଲିମିଟେଡ୍। ପ୍ଲମ୍‌ର ବ୍ୟାପକ କ୍ଲାଉଡ୍ ପ୍ଲାଟଫର୍ମ ମାଧ୍ୟମରେ ଏହି ସହଯୋଗିତା ଭାରତରେ ପ୍ରାୟ ୨୦ କୋଟି ପରିସରକୁ ଅତ୍ୟାଧୁନିକ ସେବା ପ୍ରଦାନ କରିବ।

ରିଲାଏନ୍ସ ଜିଓ ଗ୍ରାହକମାନଙ୍କ ଲାଗି ପ୍ଲମ୍‌ର ଏଆଇଭିତିକ ଓ କ୍ଲାଉଡ୍ ପ୍ଲାଟଫର୍ମ ଉପରେ ଆଧାରିତ ହୋମ୍‌ପାସ୍ ଓ ୱାର୍କପାସ ସେବାର ଶୁଭାରମ୍ଭ କରିବ। ହୋମ୍‌ପାସ୍ ଜରିଆରେ ଘର ଏକ ସ୍ମାର୍ଟ ହୋମ୍‌ରେ ପରିଣତ ହେବ। ଘର ସାରାର ଡିଭାଇସ୍ ସମୂହ ୱାଇ-ଫାଇରେ ଯୋଡ଼ିହୋଇପାରିବେ। ଆପ୍ଲିକେସନ୍‌ର ପ୍ରଦର୍ଶନରେ ସୁଧାର ଆସିବ, କନେକ୍ଟେଡ୍ ଡିଭାଇସ୍‌କୁ ସାଇବର ଆକ୍ରମଣରୁ ସୁରକ୍ଷା ମିଳିବ ଏବଂ ଶିଶୁମାନଙ୍କ ଲାଗି ବିଷୟବସ୍ତୁକୁ ଅଭିଭାବକମାନେ ଭଲ ଭାବେ ନିୟନ୍ତ୍ରଣ କରିପାରିବେ। ୱାଇ-ଫାଇ ମୋସନ ସେନ୍‌ସିଂ ଭଳି ସୁବିଧା ମଧ୍ୟ ମିଳିବ।

କ୍ଷୁଦ୍ର ବ୍ୟବସାୟୀମାନଙ୍କ ଲାଗି ପ୍ଲମ୍‌ର ୱାର୍କପାସ୍ ମଧ୍ୟ ବେଶ ଉପଯୋଗୀ ସାବ୍ୟସ୍ତ ହେବ। ୱାର୍କପାସ୍ ହେଉଛି ଏକ ବିଜନେସ୍ ଇଂଟେଲିଜେନ୍ସ ପ୍ଲାଟଫର୍ମ ଯାହା କ୍ଷୁଦ୍ର ବ୍ୟବସାୟ ପାଇଁ ସରଳ ସମାଧାନ ଏବଂ ତାହାର ସୁଗମତା ସହିତ ଏଂଟରପ୍ରାଇଜ୍ ମାନର ଔଦ୍ୟୋଗିକ କ୍ଷମତାର ସନ୍ତୁଳନ ବଜାୟ ରଖିବ। ଏଥିରେ ଆବଶ୍ୟକ କନେକ୍ଟିଭିଟି (ସଂଯୋଗ), ଉତ୍ପାଦକତା ଓ ସୁରକ୍ଷା ଟୁଲ୍ ମଧ୍ୟ ରହିଛି।

ଗ୍ରାହକମାନଙ୍କୁ ଉତ୍ତମ ଅନୁଭବ ପ୍ରଦାନ କରିବା ଲାଗି ପ୍ଲମ୍‌ର ହେଷ୍ଟେକ୍ ସପୋର୍ଟ ଓ ଅପରେସନ୍ସ ସୁଟ୍‌କୁ ଜିଓ ବ୍ୟବହାର କରିବ। ଏହା ମାଧ୍ୟମରେ ଜିଓର ଗ୍ରାହକ ସହାୟତା ଓ ପରିଚାଳନା ଟିମ୍‌ର ପ୍ରଦର୍ଶନ ଅଧିକ ସମୃଦ୍ଧ ହେବ। ଏଥି ସହିତ ନେଟ୍‌ୱର୍କକୁ ସୁଦୃଢ଼ କରିବା, ଗ୍ରାହକ ସମ୍ପର୍କିତ ବିଷୟକୁ ଚିହ୍ନଟ କରିବା, ବିଶ୍ଳେଷଣ କରିବା ଏବଂ ଦ୍ରୁତ ଗତିରେ କାର୍ଯ୍ୟ ସମ୍ପାଦନ କରିବାରେ ତାହା ସହାୟକ ହୋଇପାରିବ।

ରିଲାଏନ୍ସ ଜିଓର ସଭାପତି ମାଥ୍ୟୁ ଓମ୍ମନ କହିଛନ୍ତି ଯେ, “କନେକ୍ଟେଡ୍ ହୋମ୍ ସେବା ଲାଗି ଆମେ ନିରନ୍ତର ଭାବେ ଆମର ପୋର୍ଟଫୋଲିଓର ସମ୍ପ୍ରସାରଣ କରୁଛୁ। ନିଜ ଗ୍ରାହକମାନଙ୍କୁ ଉନ୍ନତ ଓ ସୁରକ୍ଷିତ ଇନ୍‌-ହୋମ୍ ଡିଜିଟାଲ୍ ସେବା ପ୍ରଦାନ କରିବା ଜିଓ ପାଇଁ ବେଶ ମହତ୍ୱପୂର୍ଣ୍ଣ। ପ୍ଲମ୍ ଭଳି ସହଯୋଗୀଙ୍କ ସହ ବ୍ୟାପକ ଓ ଅଗ୍ରଣୀ ପ୍ଲାଟଫର୍ମ ସହିତ ଜିଓ ନିଜର କନେକ୍ଟେଡ୍ ହୋମ୍ ସେବାକୁ ଆହୁରି ସୁଦୃଢ଼ କରିବ।’’

ପ୍ଲମ୍‌ର ମୁଖ୍ୟ ରାଜସ୍ୱ ଅଧିକାରୀ ଆଡ୍ରିଆନ୍ ଫିଟଜରାଲ୍ଡ କହିଛନ୍ତି ଯେ, “ସାରା ଭାରତରେ ଗ୍ରାହକମାନଙ୍କୁ ଅଦ୍ୱିତୀୟ ଓ ବ୍ୟକ୍ତିଗତ ସୁହାଇବା ଭଳି ଇନ୍‌-ହୋମ୍ ଡିଜିଟାଲ୍ ସେବା ପ୍ରଦାନ କରିବାରେ ଆମେ ଜିଓକୁ ସହାୟତା ପ୍ରଦାନ କରିବୁ। ଜିଓକୁ ଏହି ବିକାଶ ଯାତ୍ରାରେ ସହଯୋଗ ପ୍ରଦାନ କରିବା ଲାଗି ଆମେ ବେଶ ଉତ୍ସାହିତ ରହିଛୁ।’’

ଫିକ୍ସଡ୍ ଲାଇନ୍ ଓ ଓୟାରଲେସ୍ ସେବା ଜରିଆରେ ଭାରତରେ ଗ୍ରାହକମାନଙ୍କ ଡିଜିଟାଲ୍ ଆବଶ୍ୟକତାକୁ ଜିଓ ପୂରଣ କରୁଛି। ଦେଶରେ ପ୍ରତିଟି ଘରେ ବିଶ୍ୱସନୀୟ ଓ ହାଇ-ସ୍ପିଡ୍ ଇଂଟରନେଟ୍ ଓ ମନୋରଂଜନ ସେବା ପ୍ରଦାନ କରିବା ଲାଗି ବିଶ୍ୱସ୍ତରୀୟ ଜିଓଫାଇବର ଓ ଜିଓ ଏୟାରଫାଇବର ନେଟ୍‌ୱର୍କକୁ ପ୍ରସ୍ତୁତ କରାଯାଇଛି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଜିଓ ଏୟାରଫାଇବରର ଶୁଭାରମ୍ଭ, ବିନା କେବୁଲରେ ମିଳିବ ଅଲ୍‌ଟ୍ରା ହାଇସ୍ପିଡ୍ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ / ଭୁବନେଶ୍ୱର: ରିଲାଏନ୍ସ ଜିଓ ପକ୍ଷରୁ ପବିତ୍ର ଗଣେଶ ପୂଜା ଅବସରରେ ଦେଶର ୮ଟି ବଡ଼ ମେଟ୍ରୋ ସହରରେ ଜିଓ ଏୟାରଫାଇର୍ବର ଶୁଭାରମ୍ଭ କରାଯାଇଛି। ଜିଓ ଏୟାରଫାଇବର ହେଉଛି ଏକ ସମନ୍ୱିତ ଏଣ୍ଡ୍‌-ଟୁ-ଏଣ୍ଡ୍ (ଆରମ୍ଭରୁ ଶେଷ ପର୍ଯ୍ୟନ୍ତ) ସମାଧାନ ଯାହା ଗୃହ ମନୋରଞ୍ଜନ, ସ୍ମାର୍ଟ ଗୃହ ସେବା ଏବଂ ହାଇ-ସ୍ପିଡ୍ ବ୍ରଡ୍‌ବ୍ୟାଣ୍ଡ୍ ଭଳି ସୁବିଧା ପ୍ରଦାନ କରିବ। କମ୍ପାନୀ ପକ୍ଷରୁ ଦିଲ୍ଲୀ, ମୁମ୍ବାଇ, ହାଇଦ୍ରାବାଦ, କୋଲକାତା, ଅହମ୍ମଦାବାଦ, ବେଙ୍ଗାଲୁରୁ, ଚେନ୍ନାଇ ଓ ପୁଣେରେ ଜିଓ ଏୟାରଫାଇବର ସେବାର ଶୁଭାରମ୍ଭ କରାଯାଇଛି।

ଜିଓ ପକ୍ଷରୁ ଏୟାରଫାଇବର ଓ ଏୟାରଫାଇବର୍ ମ୍ୟାକ୍ସ ଭଳି ଦୁଇଟି ବର୍ଗରେ ପ୍ଲାନ୍ ଘୋଷଣା କରାଯାଇଛି। ଏୟାରଫାଇବର୍ ପ୍ଲାନ୍‌ରେ ଗ୍ରାହକଙ୍କୁ ୩୦ ଏମ୍‌ବିପିଏସ୍ ଓ ୧୦୦ ଏମ୍‌ବିପିଏସ୍ ଭଳି ଦୁଇ ପ୍ରକାର ସ୍ପିଡ୍‌ର ପ୍ଲାନ୍ ମିଳିବ। ପ୍ରାରମ୍ଭିକ ୩୦ ଏମ୍‌ବିପିଏସ୍ ପ୍ଲାନ୍‌ର ମୂଲ୍ୟ ୫୯୯ ଟଙ୍କା ରହିଛି। ସେହିପରି ୧୦୦ ଏମ୍‌ବିପିଏସ୍ ପ୍ଲାନ୍‌ର ଦାମ୍ ୮୯୯ ଟଙ୍କା ରହିଛି । ଉଭୟ ପ୍ଲାନ୍‌ରେ ଗ୍ରାହକଙ୍କୁ ୫୫୦ରୁ ଅଧିକ ଡିଜିଟାଲ୍ ଚ୍ୟାନେଲ୍ ଓ ୧୪ ଟି ମନୋରଞ୍ଜନ ଆପ୍ ମିଳିବ।

ଏୟାରଫାଇବର୍ ପ୍ଲାନ୍‌ରେ କମ୍ପାନୀ ୧୦୦ ଏମ୍‌ବିପିଏସ୍ ସ୍ପିଡ୍ ରହିଥିବା ଏକ ୧୧୯୯ ଟଙ୍କିଆ ପ୍ଲାନ୍ ମଧ୍ୟ ଆଣିଛି। ଯେଉଁଥିରେ ଡିଜିଟାଲ୍ ଚ୍ୟାନେଲ୍ ଓ ମନୋରଞ୍ଜନ ଆପ୍ ସହିତ ନେଟ୍‌ଫ୍ଲିକ୍ସ, ଆମାଜନ ଓ ଜିଓ ସିନେମା ଭଳି ପ୍ରିମିୟମ ଆପ୍ ମଧ୍ୟ ଉପଲବ୍ଧ ହେବ।

ଅଧିକ ଇଣ୍ଟରନେଟ ସ୍ପିଡ୍ ଆବଶ୍ୟକ କରୁଥିବା ଗ୍ରାହକମାନେ ଏୟାରଫାଇବର ମ୍ୟାକ୍ସ ପ୍ଲାନ୍ ଭିତରୁ ଯେକୌଣସି ଗୋଟିଏ ଚୟନ କରିପାରିବେ। କମ୍ପାନୀ ପକ୍ଷରୁ ୩୦୦ ଏମ୍‌ବିପିଏସ୍‌ଠାରୁ ଆରମ୍ଭ କରି ୧ ଜିବିପିଏସ୍ (୧୦୦୦ ଏମ୍‌ବିପିଏସ୍‌) ପର୍ଯ୍ୟନ୍ତ ତିନି ପ୍ରକାର ପ୍ଲାନ୍ ଘୋଷଣା କରାଯାଇଛି। ୧୪୯୯ ଟଙ୍କିଆ ପ୍ଲାନ୍‌ରେ ୩୦୦ ଏମ୍‌ବିପିଏସ୍ ସ୍ପିଡ୍ ମିଳୁଥିବା ବେଳେ ୨୪୯୯ ଟଙ୍କିଆ ପ୍ଲାନ୍‌ରେ ୫୦୦ ଏମ୍‌ବିପିଏସ୍ ଏବଂ ୩୯୯୯ ଟଙ୍କିଆ ପ୍ଲାନ୍‌ରେ ୧ ଜିବିପିଏସ୍ ପର୍ଯ୍ୟନ୍ତ ସ୍ପିଡ୍ ମିଳିବ। ସବୁ ପ୍ଲାନ୍‌ରେ ୫୫୦ରୁ ଅଧିକ ଡିଜିଟାଲ୍ ଚ୍ୟାନେଲ୍‌, ୧୪ ଟି ମନୋରଞ୍ଜନ ଆପ୍ ଏବଂ ନେଟ୍‌ଫ୍ଲିକ୍ସ, ଆମାଜନ ଓ ଜିଓ ସିନେମା ଭଳି ପ୍ରିମିୟମ୍ ଆପ୍ ମଧ୍ୟ ମିଳିବ।

ଜିଓର ଅପ୍ଟିକାଲ୍ ଫାଇବର ଭିତିଭୂମି ସାରା ଭାରତରେ ୧୫ ଲକ୍ଷ କିମିରୁ ଅଧିକ ସ୍ଥାନରେ ବ୍ୟାପ୍ତ ରହିଛି। କମ୍ପାନୀ ଏହାର ଜିଓ ଫାଇବର ସେବା ଜରିଆରେ ଏବେ ଯାଏଁ ୧ କୋଟିରୁ ଅଧିକ ପରିସରକୁ ସଂଯୋଗ ପ୍ରଦାନ କରିସାରିଲାଣି। ମାତ୍ର ଏବେବି କୋଟି କୋଟି ଏଭଳି ପରିସର ଓ ଘର ରହିଛି ଯେଉଁଠାରେ କେବୁଲ ଜରିଆରେ ଅର୍ଥାତ ଫାଇବର କନେକ୍ଟିଭିଟି ପ୍ରଦାନ କରିବା ବହୁତ କଷ୍ଟକର ରହିଛି। ଜିଓ ଏୟାରଫାଇବର ସେହିଭଳି ପରିସରଗୁଡିକରେ ସଂଯୋଗ ପ୍ରଦାନ କରିବାରେ ରହିଥିବା ସମସ୍ୟାକୁ ସହଜ କରିବ। ଜିଓ ଏୟାରଫାଇବର ଜରିଆରେ କଂପାନି ୨୦ କୋଟି ଘର ଓ ପରିସରକୁ ସଂଯୋଗ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।

ଜିଓ ଏୟାରଫାଇବର ଶୁଭାରମ୍ଭ ଅବସରରେ ରିଲାଏନ୍ସ ଜିଓ ଇନ୍‌ଫୋକକମ୍ ଲିମିଟେଡ୍‌ର ଅଧ୍ୟକ୍ଷ ଆକାଶ ଅମ୍ବାନି କହିଛନ୍ତି ଯେ, “ଆମର ଫାଇବର-ଟୁ-ଦି-ହୋମ୍ ସେବା ଜିଓ ଫାଇବର ୧ କୋଟିରୁ ଅଧିକ ଗ୍ରାହକଙ୍କୁ ସେବା ପ୍ରଦାନ କରୁଛି। ପ୍ରତିଦିନ ହଜାର ହଜାର ଲୋକ ସେଥିରେ ଯୋଡ଼ି ହେଉଛନ୍ତି। କିନ୍ତୁ ଏବେବି ଲକ୍ଷ ଲକ୍ଷ ଘର ଓ ଛୋଟ ବ୍ୟବସାୟୀଙ୍କୁ ଯୋଡ଼ିବା ବାକି ରହିଛି।

ଜିଓ ଏୟାରଫାଇବର ସହିତ ଦେଶର ସବୁ ଘରକୁ ସମାନ ଗୁଣବତ୍ତାର ସେବା ସହିତ ଆମେ ଶୀଘ୍ର ଯୋଡ଼ିବୁ। ଜିଓ ଏୟାରଫାଇବର ଶିକ୍ଷା, ସ୍ୱାସ୍ଥ୍ୟ, ନିରୀକ୍ଷଣ ଓ ସ୍ମାର୍ଟ ହୋମ୍ କ୍ଷେତ୍ରରେ ନିଜସ୍ୱ ସମାଧାନ ଜରିଆରେ ଲକ୍ଷ ଲକ୍ଷ ଘରକୁ ବିଶ୍ୱସ୍ତରୀୟ ଡିଜିଟାଲ୍ ମନୋରଞ୍ଜନ, ସ୍ମାର୍ଟ ହୋମ୍ ସେବା ଏବଂ ବ୍ରଡ୍‌ବ୍ୟାଣ୍ଡ୍ ସେବା ପ୍ରଦାନ କରିବ।’’

ଜିଓ ଏୟାରଫାଇବରକୁ ଅନଲାଇନ୍ ଓ ଅଫ୍‌ଲାଇନ୍‌ରେ ବୁକିଂ କରାଯାଇପାରିବ। ୬୦୦୦୮ ୬୦୦୦୮ ନମ୍ବର ରେ ମିସଡ୍ କଲ୍ ଦେଇ କିମ୍ବା www.jio.com ୱେବସାଇଟ୍ ପରିଦର୍ଶନ କରି ବୁକିଂ ପ୍ରକ୍ରିୟା ଆରମ୍ଭ କରାଯାଇପାରିବ । ଜିଓ ଷ୍ଟୋରରୁ ମଧ୍ୟ ଜିଓ ଏୟାରଫାଇବର୍ କ୍ରୟ କରାଯାଇପାରିବ।