Categories
ଆଜିର ଖବର ରାଜ୍ୟ ଖବର

ଏମ୍ ରାମପୁର ବ୍ଲକ ଠାରେ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: ଆଜି ସ୍ଥାନୀୟ ଏମ୍ ରାମପୁର ବି ଡି ଓ ଙ୍କ ସମ୍ମିଳନୀ କକ୍ଷରେ କଳାହାଣ୍ଡି ଜିଲ୍ଲାପାଳ ଡ଼ ଗାଭାଲି ପରାଗ ହର୍ଷଦ୍ ଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ୍ ୧୪୬ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୨୭ଟି ବ୍ୟକ୍ତିଗତ ସମସ୍ୟା ଜର୍ଜରିତ ଅଭିଯୋଗ ଓ ୧୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୭ଟି ଅଭିଯୋଗ ର ସମାଧାନ ତୁରନ୍ତ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ଏମ୍ ରାମପୁର ବ୍ଲକର ଉଷାକାନ୍ତ ସାହୁ ଙ୍କୁ ୨୦୦୦ ଟଙ୍କାସହାୟତା ଅନୁମୋଦନ କରାଯାଇଥିଲା।