Categories
ଆଜିର ଖବର ରାଜ୍ୟ ଖବର

ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀ ବୈଠକ: ଛାତ୍ରଛାତ୍ରୀଙ୍କ ଦକ୍ଷତା ବିକାଶ ଲାଗି ପ୍ରତିବଦ୍ଧତାକୁ ଦୋହରାଇଲା ଭାରତ

ଭୁବନେଶ୍ଵର: ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ଆଜି ଭୁବନେଶ୍ଵର ଠାରେ ଉଦଯାପିତ ହୋଇଯାଇଛି। ଏହି ତିନି ଦିନିଆ ବୈଠକ ଓ ସେମିନାର ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଆୟୋଜନ କରାଯାଇଥିଲା। ଏଥିରେ ପ୍ରାଥମିକ କ୍ଷେତ୍ର ଯଥା: କ୍ଷମତା ନିର୍ମାଣ, ଭବିଷ୍ୟତର କାର୍ଯ୍ୟ ପରିଦୃଶ୍ୟରେ ଆଜୀବନ ଅଧ୍ୟୟନକୁ ପ୍ରୋତ୍ସାହନ ଉପରେ ବିଚାରବିମର୍ଶ କରାଯାଇଥିଲା।

ଶିକ୍ଷା ମନ୍ତ୍ରଣାଳୟ ଅଧୀନ ଉଚ୍ଚ ଶିକ୍ଷା ବିଭାଗ ସଚିବ କେ. ସଞ୍ଜୟ ମୂର୍ତ୍ତି, ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ସଚିବ ସଞ୍ଜୟ କୁମାର ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ସଚିବ ଅତୁଲ ତିୱାରୀଙ୍କ ସମେତ ବିଭିନ୍ନ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ବୈଠକରେ ଯୋଗ ଦେଇଥିଲେ। ଜି-୨୦ ସଦସ୍ୟ ରାଷ୍ଟ୍ର ସମେତ ୨୭ଟି ନିମନ୍ତ୍ରିତ ରାଷ୍ଟ୍ର, ବିଭିନ୍ନ ଅନ୍ତର୍ଜାତୀୟ ସଂଗଠନ, ୟୁନିସେଫ, ୟୁନେସ୍କୋ ଏବଂ ଆର୍ଥିକ ସହଯୋଗ ଓ ବିକାଶ ସଂଗଠନ (ଓଇସିଡି)ର ୬୦ରୁ ଅଧିକ ପ୍ରତିନିଧି ଏଥିରେ ଅଂଶଗ୍ରହଣ କରିଥିଲେ।

ପ୍ରତିନିଧିସ୍ତରୀୟ ବୈଠକ ପୂର୍ବରୁ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ସହଭାଗିତାରେ ଭୁବନେଶ୍ୱରସ୍ଥିତ ଧାତୁ ଓ ଖଣିଜ ପ୍ରଯୁକ୍ତି ପ୍ରତିଷ୍ଠାନ (ସିଏସଆଇଆର-ଆଇଏମଏମଟି) ଠାରେ ଏକ ସେମିନାର ଆୟୋଜନ କରାଯାଇଥିଲା। ସେମିନାରର ବିଷୟବସ୍ତୁ ଥିଲା : ‘ଭବିଷ୍ୟତର କାର୍ଯ୍ୟ ପରିପ୍ରେକ୍ଷୀରେ କ୍ଷମତା ନିର୍ମାଣ, ଆଜୀବନ ଅଧ୍ୟୟନକୁ ପ୍ରୋତ୍ସାହନ’।

ଏହି ସେମିନାରରେ ତିନୋଟି ପାନେଲ ଆଲୋଚନା ହୋଇଥିଲା। ପ୍ରଥମ ପାନେଲ ଆଲୋଚନାରେ “କାର୍ଯ୍ୟର ଭବିଷ୍ୟତ ସନ୍ଦର୍ଭରେ ଶ୍ରମ ବଜାର ଓ ସଂସ୍ଥାଗତ କ୍ଷମତା ନିର୍ମାଣର ଆବଶ୍ୟକତା ଲାଗି ଏକ ସକ୍ରିୟ ବ୍ୟବସ୍ଥା ନିର୍ମାଣ : ଉଚ୍ଚ ଗୁଣବତ୍ତା ଆଧାରିତ ପ୍ରଯୁକ୍ତି ଏବଂ ଧନ୍ଦାମୂଳକ ଶିକ୍ଷାକୁ ସକ୍ଷମ କରିବା” ବିଷୟ ସ୍ଥାନ ପାଇଥିଲା। ସେହିପରି ଉଚ୍ଚ ଶିକ୍ଷା ଏବଂ ଧନ୍ଦାମୂଳକ ଶିକ୍ଷା ମଧ୍ୟରେ ମାର୍ଗ ସୃଷ୍ଟି କରିବା ଉପରେ ଆଉ ଏକ ଆଲୋଚନା ହୋଇଥିଲା।

ଏହାଛଡ଼ା ପିଲାମାନଙ୍କୁ ଆଜୀବନ ଅଧ୍ୟୟନର ଧାରାକୁ ଆଣିବା ଲାଗି ବିଭିନ୍ନ ପ୍ରକାରର ଭବିଷ୍ୟତ କୌଶଳ ସେଟ୍‌ ଜରିଆରେ ସେମାନଙ୍କୁ ସକ୍ଷମ କରିବା ବିଷୟକୁ ନେଇ ପାନେଲ ଆଲୋଚନା ହୋଇଥିଲା। ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟର ସଚିବ ଅତୁଲ କୁମାର ତିୱାରୀ, ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ, ଶିକ୍ଷା ମନ୍ତ୍ରଣାଳୟ ସଚିବ ସଞ୍ଜୟ କୁମାର, ଏଲଆଣ୍ଡ ଟି ଏଡୁ ଟେକର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସବ୍ୟସାଚୀ ଦାସ ଏସବୁ ଆଲୋଚନାରେ ଅଧ୍ୟକ୍ଷତା କରିଥିଲେ। ବ୍ରାଜିଲ, ସ୍ପେନ, ୟୁଏଇ, ସିଙ୍ଗାପୁର, ରୁଷ, ଦକ୍ଷିଣ ଆଫ୍ରିକା, ମରିସସ, ଓଇସିଡି, ୟୁନିସେଫ, ଅଷ୍ଟ୍ରେଲିଆ, ବ୍ରିଟେନ ସମେତ ଅନ୍ୟ ରାଷ୍ଟ୍ର ଓ ଅନ୍ତର୍ଜାତୀୟ ସଂଗଠନର ବିଶେଷଜ୍ଞ ପାନେଲିଷ୍ଟମାନେ ଏଥିରେ ଅଂଶଗ୍ରହଣ କରିଥିଲେ।

ଏଥିରେ ଅଂଶଗ୍ରହଣ କରିଥିବା ପାନେଲିଷ୍ଟମାନେ ସେମାନଙ୍କ ନିଜ ଦେଶରେ ଏହି ବିଷୟବସ୍ତୁ ଉପରେ ଆଧାରିତ ଶ୍ରେଷ୍ଠ ପଦ୍ଧତି ଓ ନୀତିଗୁଡ଼ିକ ଉପରେ ମତାମତ ରଖିଥିଲେ। ସେମାନେ ଧନ୍ଦାମୂଳକ ଶିକ୍ଷା ଓ ତାଲିମ ଉପରେ ସେମାନଙ୍କର ନୀତି ଓ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ। ପରିବର୍ତ୍ତିତ ବିଶ୍ଵ ସହିତ ଖାପଖୁଆଇବା ଲାଗି ଦକ୍ଷତା ବିକାଶ, ଉନ୍ନତ ଦକ୍ଷତା ବିକାଶ ଏବଂ ନିରନ୍ତର ଦକ୍ଷତା ବିକାଶ ବା ସ୍କିଲିଂ, ଅପ ସ୍କିଲିଂ ଓ ରି ସ୍କିଲିଂ ଉପରେ ଆଲୋକପାତ କରିଥିଲେ। ସେମାନେ ଭବିଷ୍ୟତର କାର୍ଯ୍ୟକୁ ନେଇ ନିଜ ଦେଶରେ ଦେଖା ଦେଇଥିବା ସମସ୍ୟା ଉପରେ ମଧ୍ୟ ଆଲୋକପାତ କରିଥିଲେ।

ତୃତୀୟ ଶିକ୍ଷା କାର୍ଯ୍ୟଗୋଷ୍ଠୀ ବୈଠକ ପରିପ୍ରେକ୍ଷୀରେ ଏକ ସପ୍ତାହବ୍ୟାପୀ ମଲ୍ଟିମିଡିଆ ପ୍ରଦର୍ଶନୀ ମଧ୍ୟ ଆୟୋଜନ କରାଯାଇଥିଲା। ଏହି ପ୍ରଦର୍ଶନୀରେ ଶିଳ୍ପ, ଶିକ୍ଷାଜଗତ, ସରକାରୀ ସଂସ୍ଥା, ବହୁପକ୍ଷୀୟ ସଂସ୍ଥା, ଷ୍ଟାର୍ଟଅପ୍‌ ଏବଂ ଅନ୍ୟାନ୍ୟ ସଂଗଠନର ପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ। ସେହିପରି ଏଠାରେ ଭବିଷ୍ୟତର କାର୍ଯ୍ୟ ଉପରେ ଏକ ସ୍ୱତନ୍ତ୍ର ଅନୁଭୂତି ଜୋନ ସହିତ ବ୍ୟାପକ ଜ୍ଞାନକୌଶଳ ପ୍ରଦର୍ଶିତ ହୋଇଥିଲା। ମେଟା, ହେକ୍ସାଗନ, ଇନଫୋସିସ, ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରଣାଳୟ, ୟୁନିସେଫ, ଭାରତୀୟ ଜ୍ଞାନ ବ୍ୟବସ୍ଥା ଡିଭିଜନ, ଆଇଆଇଟି ଭୁବନେଶ୍ୱର, ଆଇଆଇଏମ ସମ୍ବଲପୁର, ଟ୍ରାଇଫେଡ ଏବଂ ଆହୁରି ଅନେକ ସଂସ୍ଥା ଯୋଗ ଦେଇଥିଲେ। ପ୍ରଦର୍ଶନୀଟି ୨୩ରୁ ୨୫ ଏବଂ ୨୭ ଓ ୨୮ ତାରିଖରେ ସ୍ଥାନୀୟ ଶିକ୍ଷାନୁଷ୍ଠାନ, ଛାତ୍ରଛାତ୍ରୀ, ଶିକ୍ଷାବିତ ଓ ଗବେଷକଙ୍କ ପାଇଁ ଖୋଲା ଯାଇଥିଲା।

ପ୍ରତିନିଧିସ୍ତରୀୟ କାର୍ଯ୍ୟକ୍ରମର ପ୍ରଥମ ଦିନରେ କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ସୁଭାଷ ସରକାର ଉଦବୋଧନ ଦେଇଥିଲେ। ସେ ଏକବିଂଶ ଶତାବ୍ଦୀ ପାଇଁ ଆବଶ୍ୟକ ଜ୍ଞାନ, ସାମର୍ଥ୍ୟ, କୌଶଳ ଏବଂ ଦୃଷ୍ଟିକୋଣ ହାସଲ ପାଇଁ ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ରରେ ନିବେଶ ଲାଗି ଜୋର ଦେଇଥିଲେ। ଆସନ୍ତା ଜୁନ ମାସରେ ଶିକ୍ଷା ମନ୍ତ୍ରୀଙ୍କ ବୈଠକ ପାଇଁ ପରିଣାମ ଦସ୍ତାବିଜ ଉପରେ ଜି୨୦ ସଦସ୍ୟ ଓ ନିମନ୍ତ୍ରିତ ଦେଶର ପ୍ରତିନିଧିମାନେ ବିଚାରବିମର୍ଶ କରିଥିଲେ।

ଶେଷରେ ଅନ୍ତର୍ଜାତୀୟ ପ୍ରତିନିଧିମାନଙ୍କୁ ବିଶ୍ଵ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନରେ ନିଆଯାଇଥିଲା। ଏହାପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପ୍ରତିନିଧିମାନଙ୍କୁ ଓଡ଼ିଶା ଗସ୍ତ କରିବାର ଏକ ସ୍ମରଣୀୟ ପ୍ରତିକ ରୂପରେ ପଟ୍ଟଚିତ୍ର ଉପହାର ଦିଆଯାଇଥିଲା।

ଜି ୨୦ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଲାଗି ତୃତୀୟ କାର୍ଯ୍ୟଗୋଷ୍ଠୀ ବୈଠକ ସଫଳ ହୋଇଥିଲା। ଉତ୍କଳ ଦିବସ ଏପ୍ରିଲ ୧ ତାରିଖ ଠାରୁ ୨୨ ଏପ୍ରିଲ ପର୍ଯ୍ୟନ୍ତ ବିଭିନ୍ନ ଜନଭାଗିଦାରୀ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏକାଧିକ ଛାୟା ଜି-୨୦ ସମ୍ମିଳନୀରେ ୫୯୦ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ୧୨୩୫ରୁ ଅଧିକ ଜନ ଭାଗିଦାରୀ କାର୍ଯ୍ୟକ୍ରମରେ ୧ ଲକ୍ଷରୁ ଅଧିକ ନାଗରିକ ଅଂଶଗ୍ରହଣ କରିବା ସହିତ ବାସ୍ତବରେ ଭାରତର ଜି୨୦ ଅଧ୍ୟକ୍ଷତାକୁ ଜନସାଧାରଣଙ୍କ ଅଧ୍ୟକ୍ଷତା ବୋଲି ପ୍ରମାଣିତ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଭୁବନେଶ୍ୱରରେ ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ଆୟୋଜନ କରିବ ଶିକ୍ଷା ମନ୍ତ୍ରଣାଳୟ

ଭୁବନେଶ୍ୱର: ଭୁବନେଶ୍ୱର ଠାରେ ଜି-୨୦ ଶିକ୍ଷା କାର୍ଯ୍ୟ ଗୋଷ୍ଠୀର ତୃତୀୟ ବୈଠକ ଆୟୋଜନ କରିବ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ। ଆସନ୍ତା ୨୬-୨୮ ତାରିଖରେ ଆୟୋଜିତ ହେବାକୁ ଥିବା ଏହି ବୈଠକରେ ଜି୨୦ ସଦସ୍ୟ ରାଷ୍ଟ୍ର, ନିମନ୍ତ୍ରିତ ରାଷ୍ଟ୍ର ଏବଂ ଓଇସିଡି, ୟୁନେସ୍କୋ ଏବଂ ୟୁନିସେଫ ଭଳି ନିମନ୍ତ୍ରିତ ସଂଗଠନର ପ୍ରତିନିଧିମାନେ ଅଂଶଗ୍ରହଣ କରିବେ।

ଏହି ତିନି ତିନିଆ କାର୍ଯ୍ୟକ୍ରମରେ ସେମିନାର/ପ୍ରଦର୍ଶନୀ ଏବଂ କାର୍ଯ୍ୟଗୋଷ୍ଠୀ ବୈଠକ ଆୟୋଜନ କରାଯିବ। ଏନଏସଡିସି ସହଭାଗିତାରେ ଭୁବନେଶ୍ୱରସ୍ଥିତ ସିଏସଆଇଆର-ଖଣିଜ ଓ ବସ୍ତୁବିଦ୍ୟା ପ୍ରତିଷ୍ଠାନ ଠାରେଭବିଷ୍ୟତର କାର୍ଯ୍ୟ ପରିପ୍ରେକ୍ଷୀରେ ଆଜୀବନ ଅଧ୍ୟୟନ ପାଇଁ କ୍ଷମତା ବିକାଶ ବିଷୟବସ୍ତୁ ଉପରେ ସେମିନାର ଆୟୋଜନ କରାଯିବ। କାର୍ଯ୍ୟଗୋଷ୍ଠୀ ବୈଠକର ପ୍ରଥମ ଦିନର କାର୍ଯ୍ୟକ୍ରମକୁ ଭାରତ ସରକାରଙ୍କ ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ ଡକ୍ଟର ସୁଭାଷ ସରକାର ସମ୍ବୋଧିତ କରିବେ।

କାର୍ଯ୍ୟକ୍ରମ ପୂର୍ବରୁ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ଭାରତ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ସଚିବ ଶ୍ରୀ ସଞ୍ଜୟ କେ ମୂର୍ତ୍ତି କହିଥିଲେ ଯେ ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ଜି-୨୦ ସଦସ୍ୟ ରାଷ୍ଟ୍ର, ନିମନ୍ତ୍ରିତ ରାଷ୍ଟ୍ର ଏବଂ ଅନ୍ତର୍ଜାତୀୟ ସଂଗଠନଗୁଡ଼ିକୁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ଓ ବିଚାରବିମର୍ଶ ଲାଗି ଏକ ମଞ୍ଚ ଯୋଗାଇ ଦେବ।  ବିଭିନ୍ନ ଦେଶ ଓ ଅନ୍ତର୍ଜାତୀୟ ସଂଗଠନାରୁ ମିଳିଥିବା ଇନପୁଟ୍‌ ଆଧାରରେ ଜି୨୦ ଶିକ୍ଷା ମନ୍ତ୍ରୀମାନଙ୍କର ଘୋଷଣା ନାମର ଜିରୋ ଡ୍ରାଫ୍ଟ ଉପରେ ବିଚାରବିମର୍ଶ କରିବା ଲାଗି ଏହି ମଞ୍ଚ ସହାୟକ ହୋଇପାରିବ। ଏହି ବିଚାରବିମର୍ଶରୁ ମିଳିଥିବା ପରିଣାମ ଓ ସୁପାରିସକୁ ଆସନ୍ତା ୨୨ ଜୁନ ୨୦୨୩ରେ ପୁଣେ ଠାରେ ଅନୁଷ୍ଠିତ ହେବାକୁ ଥିବା ଜି-୨୦ ଶିକ୍ଷା ମନ୍ତ୍ରୀମାନଙ୍କର ବୈଠକ ସମୟରେ ଉପସ୍ଥାପିତ ହେବାକୁ ଥିବା ଘୋଷଣାନାମା ପ୍ରସ୍ତୁତି ବା ଡ୍ରାଫ୍ଟିଂରେ ସହାୟକ ହୋଇପାରିବ।

ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟର ସଚିବ ଅତୁଲ ତିୱାରୀ ଜି୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଆୟୋଜିତ ହେଉଥିବା ପ୍ରାକ୍‌ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ। ସେ ଗଣମାଧ୍ୟମକୁ ସୂଚନା ଦେଇ କହିଥିଲେ ଯେ ଜି୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀ ବୈଠକ ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି ଉତ୍କଳ ଦିବସ ପରଠାରୁ ଆରମ୍ଭ ହୋଇଥିବା ଜନଭାଗିଦାରୀ କାର୍ଯ୍ୟକ୍ରମରେ ୧ ଲକ୍ଷରୁ ଅଧିକ ଲୋକ ଅଂଶଗ୍ରହଣ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନକ୍ରମେ ଭାରତର ଜି୨୦ ଅଧ୍ୟକ୍ଷତାକୁ ଜନସାଧାରଣଙ୍କ ଅଧ୍ୟକ୍ଷତାରେ ପରିଣତ କରିବା ଲାଗି ଆୟୋଜିତ ଜନଭାଗିଦାରୀ କାର୍ଯ୍ୟକ୍ରମ ଫଳପ୍ରଦ ହୋଇଥିବା ସେ କହିଥିଲେ।

ସେ ଆହୁରି କହିଥିଲେ ଯେ, କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ସିଏସଆଇଆର-ଆଇଆଇଏମଟି ଠାରେ ଜି୨୦ ଭବିଷ୍ୟତର କାର୍ଯ୍ୟ ପ୍ରଦର୍ଶନୀକୁ ଉଦଘାଟନ କରିଛନ୍ତି । ବର୍ତ୍ତମାନ ଏହି ପ୍ରଦର୍ଶନୀ ଜାରି ରହିଛି। ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀ ବୈଠକ ପରିପ୍ରେକ୍ଷୀରେ ବିଭିନ୍ନ ସମ୍ମିଳନୀ ଓ କର୍ମଶାଳା ଆୟୋଜନ କରାଯାଉଛି।

ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ସଚିବ ସଞ୍ଜୟ କୁମାର ବିଦ୍ୟାଳୟ ପାଠ୍ୟକ୍ରମରେ ଦକ୍ଷତା ବିକାଶ ବିଷୟକୁ ସାମିଲ କରିବା ଉପରେ ଆଲୋଚନା କରିଥିଲେ। ପିଲାମାନଙ୍କୁ ଭବିଷ୍ୟତର କ୍ଷମତାରେ ସଶକ୍ତ କରିବା ଏବଂ ସେମାନଙ୍କୁ ଆଜୀବନ ଅଧ୍ୟୟନ କରିବା ଲାଗି ସକ୍ଷମ କରିବା ଉପରେ ଗୁରୁତ୍ୱ ଦିଆଯିବା ସମ୍ପର୍କରେ ସେ ସୂଚନା ଦେଇଥିଲେ। ଆଜି ଭାରତ ଓ ସିଙ୍ଗାପୁର କର୍ମଶାଳା ସମୟରେ ସିଙ୍ଗାପୁର ପ୍ରତିନିଧିଙ୍କ ସହିତ ହୋଇଥିବା ବୈଠକ ସମ୍ପର୍କରେ ସେ ଆଲୋକପାତ କରିଥିଲେ। ଭାରତ ଓ ସିଙ୍ଗାପୁର ମଧ୍ୟରେ ସହଭାଗିତାର ବିଭିନ୍ନ ଦିଗ ଅନ୍ୱେଷଣ କରାଯାଉଥିବା ସେ କହିଥିଲେ। ଭୁବନେଶ୍ୱର ପରେ ଅନ୍ୟତ୍ର ଆୟୋଜିତ ହେବାକୁ ଥିବା ଚତୁର୍ଥ ଶିକ୍ଷା କାର୍ଯ୍ୟଗୋଷ୍ଠୀର ବୈଠକରେ ମୌଳିକ ସାକ୍ଷରତା ଓ ସଂଖ୍ୟାଶାସ୍ତ୍ର ଉପରେ ଗୁରୁତ୍ୱାରୋପ କରାଯିବ ଯାହାକି ଜାତୀୟ ଶିକ୍ଷା ନୀତି ୨୦୨୦ରେ ଏକ ଗୁରୁତ୍ୱପୂର୍ଣ୍ଣ ଉପାଦାନ।

ଶିକ୍ଷା କାର୍ଯ୍ୟଗୋଷ୍ଠୀ ବୈଠକ ଓ ସେମିନାରରେ ୨୭ରୁ ଅଧିକ ଦେଶ ଓ ଅନ୍ତର୍ଜାତୀୟ ସଂଗଠନର ୬୦ରୁ ଅଧିକ ପ୍ରତିନିଧି ଅଂଶଗ୍ରହଣ କରିବେ। ଏହାବ୍ୟତୀତ, ୟୁନେସ୍କୋ, ନିଯୁକ୍ତି କାର୍ଯ୍ୟ ଗୋଷ୍ଠୀ ବୈଠକ ଏବଂ ଡିଜିଟାଲ ଅର୍ଥବ୍ୟବସ୍ଥା କାର୍ଯ୍ୟଗୋଷ୍ଠୀର ବିଭିନ୍ନ ଉପସ୍ଥାପନା ଉପରେ ଆଲୋଚନା କରାଯିବ। ଏହି କାର୍ଯ୍ୟକ୍ରମରେ ମଲ୍ଟିମିଡିଆ ପ୍ରଦର୍ଶନୀ ଆୟୋଜନ କରାଯିବ ଯେଉଁଥିରେ ଶିଳ୍ପ ଜଗତ, ଶିକ୍ଷାବିତ, ଷ୍ଟାର୍ଟଅପ୍ ସଂସ୍ଥାମାନେ ଅଂଶଗ୍ରହଣ କରିବେ। ପ୍ରଦର୍ଶନୀକୁ ସ୍ଥାନୀୟ ପ୍ରତିଷ୍ଠାନ, ଛାତ୍ରଛାତ୍ରୀ, ଶିକ୍ଷାବିତ୍‌ ଓ ଗବେଷକମାନଙ୍କ ପାଇଁ ୨୩ରୁ ୨୫ ତାରିଖ ଏବଂ ୨୭ରୁ ୨୮ ତାରିଖ ପର୍ଯ୍ୟନ୍ତ ଖୋଲାଯାଇଛି।

ଜି -୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀ ବୈଠକର ଭ୍ରମଣ ଉପାଦାନ ଅଧୀନରେ ବିଦେଶୀ ପ୍ରତିନିଧିମାନେ କୋଣାର୍କ ମନ୍ଦିର ପରିଦର୍ଶନ କରିବାର ସୁଯୋଗ ପାଇବେ। ଜି୨୦ ବୈଠକ ପରିପ୍ରେକ୍ଷୀରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଜରିଆରେ ବିଦେଶୀ ପ୍ରତିନିଧିମାନଙ୍କ ସମ୍ମୁଖରେ ଓଡ଼ିଶାର ପାରମ୍ପରିକ କଳା ଓ ହସ୍ତଶିଳ୍ପ ପ୍ରଦର୍ଶିତ କରାଯିବ।

ଆଜିର ସାମ୍ବାଦିକ ସମ୍ମିଳନୀକୁ ପିଆଇବିର ମହାନିର୍ଦ୍ଦେଶକ ଭୁପେନ୍ଦ୍ର କେଂଥୋଲା ପରିଚାଳନା କରିଥିଲେ1

Categories
ଆଜିର ଖବର ରାଜ୍ୟ ଖବର

ସାଂସ୍କୃତିକ, ବୌଦ୍ଧିକ ଓ ସାମାଜିକ କାର୍ଯ୍ୟକ୍ରମ ମାଧ୍ୟମରେ ଜି-୨୦ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରୟାସ

ଭୁବନେଶ୍ୱର: ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ଜନଭାଗିଦାରୀ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ବିଭିନ୍ନ ସାଂସ୍କୃତିକ, ବୌଦ୍ଧିକ ଓ ସାମାଜିକ କାର୍ଯ୍ୟକ୍ରମ ମାଧ୍ୟମରେ ଜି-୨୦ ବୈଠକ ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଉଛି।

ଏହି କ୍ରମରେ ଆଜି ଜଗତସିଂହପୁର ଜିଲ୍ଲାର କାନ୍ତବଲ୍ଲଭପୁର ସରକାର ଉନ୍ନିତ ପ୍ରାଥମିକ ବିଦ୍ୟାଳୟ ଠାରେ ବସୁଧୈବ କୁଟୁମ୍ବକମ ବିଷୟବସ୍ତକୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ବିଦ୍ୟାଳୟର ଛାତ୍ରଛାତ୍ରୀ ନୃତ୍ୟଗୀତ ମାଧ୍ୟମରେ ଭାରତର ଜି-୨୦ ଅଧ୍ୟକ୍ଷତା ସମ୍ପର୍କରେ ସଚେତନତା ବାର୍ତ୍ତା ପ୍ରଚାର କରିଥିଲେ।

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ସହାୟତାରେ ଜଗତସିଂହପୁର ଜିଲ୍ଲାରେ ‘କାର୍ଯ୍ୟର ଭବିଷ୍ୟତ’ ବିଷୟବସ୍ତୁ ଉପରେ ଏକ ସେମିନାର ଆୟୋଜନ କରାଯାଇଥିଲା। ସ୍କୁଲ ଛାତ୍ରଛାତ୍ରୀମାନେ ଉତ୍ସାହର ସହିତ ସେମିନାରରେ ଅଂଶଗ୍ରହଣ କରିଥିଲେ।

ଅନ୍ୟପଟେ ଭୁବନେଶ୍ୱର ସ୍ଥିତ ପଦାର୍ଥ ବିଜ୍ଞାନ ପ୍ରତିଷ୍ଠାନ ପକ୍ଷରୁ ଜି-୨୦ ଜନଭାଗିଦାରୀ ଅଭିଯାନ ଅଧୀନରେ ଏକ ପ୍ରଶ୍ନୋତ୍ତର ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।

ଅନୁରୂପ ଭାବେ ବୌଦ୍ଧ ସରକାରୀ ପଲିଟେକ୍‌ନିକ୍‌ ପକ୍ଷରୁ ଜନଭାଗିଦାରୀ କାର୍ଯ୍ୟକ୍ରମ ଅଧୀନରେ ଏକ ଯୋଗ ଶିବିର ଓ ଅନଲାଇନ ପ୍ରଶ୍ନୋତ୍ତର ପ୍ରତିଯୋଗିତା ଆୟୋଜନ କରାଯାଇଥିଲା।

ଜି-୨୦ ଜନଭାଗିଦାରୀ ଅଭିଯାନ ଅଧୀନରେ ଏନଆଇଟି ରାଉରକେଲା ପକ୍ଷରୁ ‘ଡିଜିଟାଲ କାରବାରର ଭବିଷ୍ୟତ’ ବିଷୟବସ୍ତୁକୁ ନେଇ ଏକ ୱେବିନାର ଆୟୋଜନ କରାଯାଇଥିଲା।

Categories
ଆଜିର ଖବର ରାଜ୍ୟ ଖବର

ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଭୁବନେଶ୍ୱର ଠାରେ ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଏକ ମାସବ୍ୟାପୀ ଜନଭାଗିଦାରୀ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏହି କ୍ରମରେ ଆଜି ଭୁବନେଶ୍ୱର ସ୍ଥିତ ସିଟିଟିସି ଅନୁଷ୍ଠାନ ପକ୍ଷରୁ ଛାତ୍ରଛାତ୍ରୀଙ୍କୁ ନେଇ ଏକ ରଙ୍ଗୋଲି ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ଛାତ୍ରଛାତ୍ରୀମାନେ ଏଥିରେ ଜି-୨୦ ଲୋଗୋ ଡିଜାଇନ କରିଥିଲେ।

ଅନୁରୂପ ଭାବେ ଭୁବନେଶ୍ୱରର ପଦାର୍ଥ ବିଜ୍ଞାନ ପ୍ରତିଷ୍ଠାନ ପକ୍ଷରୁ ଭାରତରେ ଆୟୋଜିତ ହେଉଥିବା ଜି-୨୦ ସମ୍ମିଳନୀ ଉପରେ ଆଧାରିତ ଏକ ପ୍ରଶ୍ନୋତ୍ତର ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।

ଅନ୍ୟପକ୍ଷରେ ଜି-୨୦ ଜନଭାଗିଦାରୀ ଅଭିଯାନ ଅଧୀନରେ ଭୁବନେଶ୍ୱର ସ୍ଥିତ ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟୁରିଜିମ୍‌ ଏଣ୍ଡ ଟ୍ରାଭେଲ୍‌ ମ୍ୟାନେଜମେଣ୍ଟ (ଆଇଆଇଟିଟିଏମ) ଏବଂ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ପର୍ଯ୍ୟଟନ ଓ ଭ୍ରମଣ ଅଧ୍ୟୟନ ବିଭାଗ ମଧ୍ୟରେ ଏକ ଏମଓୟୁ ସ୍ୱାକ୍ଷରିତ ହୋଇଛି। ଏହି ଅବସରରେ ଉଭୟ ଶିକ୍ଷାନୁଷ୍ଠାନ ପକ୍ଷରୁ ‘ଐତିହ୍ୟ : ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ’ ବିଷୟକୁ ନେଇ ଏକ ସେମିନାର ଆୟୋଜନ କରାଯାଇଥିଲା।  ଶିକ୍ଷା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ କ୍ଷେତ୍ରରେ ସହଭାଗିତା ଏବଂ ଛାତ୍ରଛାତ୍ରୀଙ୍କ ନିଯୁକ୍ତି କୌଶଳ ବିକାଶରେ ସୁଧାର ଉଦ୍ଦେଶ୍ୟରେ ଉକ୍ତ ଏମଓୟୁ ସ୍ୱାକ୍ଷରିତ ହୋଇଥିଲା।

ଏନଆଇଟି ରାଉରକେଲା ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନ୍ତର୍ଗତ ରାଉରକେଲା ସେକ୍ଟର-୬ ଏବଂ ବରଗଡ଼ ଜବାହର ନବୋଦୟ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପାଇଁ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଓ ରୋବୋଟିକ୍ସ ଉପରେ ଏକ କର୍ମଶାଳା ଆୟୋଜନ କରାଯାଇଥିଲା।

ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଜନଭାଗିଦାରୀ ଅଭିଯାନ ଅଧୀନରେ ଭୁବନେଶ୍ୱରସ୍ଥିତ ଆଇସିଏମଆର ଆରଏମଆରସି ପକ୍ଷରୁ ପିପିଲି ସେଣ୍ଟ ଜେଭିୟର୍ସ ହାଇସ୍କୁଲର ଛାତ୍ରଛାତ୍ରୀଙ୍କୁ ନେଇ ଏକ ଚିତ୍ରାଙ୍କନ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା।

ଜି-୨୦ ଜନଭାଗିଦାରୀ ଅଭିଯାନ ଅଧୀନରେ ଆଇଜର ବ୍ରହ୍ମପୁର ପକ୍ଷରୁ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଏକ ମତବିନିମୟ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।

ଭୁବନେଶ୍ୱର ସ୍ଥିତ ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନ ପକ୍ଷରୁ ଜି-୨୦ ଜନଭାଗିଦାରୀ ଅଧୀନରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଗଣିତ ଶିକ୍ଷକମାନଙ୍କ ପାଇଁ କ୍ଷମତା ବିକାଶ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏହି କାର୍ଯ୍ୟକ୍ରମ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ।

ଅନ୍ୟପଟେ ଭୁବନେଶ୍ୱରର ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ପକ୍ଷରୁ ଆଜି ଜନଭାଗିଦାରୀ କାର୍ଯ୍ୟକ୍ରମ ଅଧୀନରେ ପ୍ରଶ୍ନୋତ୍ତର, ବକ୍ତୃତା, ସ୍ଲୋଗାନ, ପ୍ରବନ୍ଧ ଲେଖା, ଛାୟା ଜି-୨୦ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।