Categories
ଆଜିର ଖବର ବ୍ୟବସାୟ ରାଜ୍ୟ ଖବର

ଜୁନାଗଡ଼ ଓ ଜୟପୁର ସହରରେ ଭାରତର ସର୍ବବୃହତ୍ ଫ୍ୟାଶନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସର ନୂଆ ଷ୍ଟୋର ଶୁଭାରମ୍ଭ

ଭୁବନେଶ୍ୱର: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲ୍ ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର କଳାହାଣ୍ଡି ଜିଲ୍ଲାର ଜୁନାଗଡ଼ ଓ କୋରାପୁଟ ଜିଲ୍ଲାର ଜୟପୁର ସହରରେ ନୂଆ ଷ୍ଟୋର ଶୁଭାରମ୍ଭ କରିଛି।

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାଶନ କ୍ଷେତ୍ରକୁ ଲୋକାଭିମୁଖି କରି ଫ୍ୟାଶନରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସହ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାଶନ ଶପିଂ ଡେଷ୍ଟିନେସନ ପାଲଟିଛି।

ଜୁନାଗଡ଼ ଓ ଜୟପୁର ସହରର ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର ଦ୍ୱୟରେ ମଡର୍ଣ୍ଣ ଲୁକ୍ ସହିତ ଉନ୍ନତ ପରିବେଶ ରହିଛି। ଏଥିସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାଶନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଉକ୍ତ ଷ୍ଟୋରକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ସ୍ଥାନୀୟ ଅଂଚଳର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡ୍‌ସ ୱିୟର ଏବଂ ଫ୍ୟାଶନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଚମତ୍କାର କିଣାକିଣି ଅନୁଭୂତି ସହିତ ଏହି ଷ୍ଟୋର ଦ୍ୱୟରେ ପାଇପାରିବେ।

ଜୁନାଗଡ଼ ସହରରେ ୭୦୦୦ ବର୍ଗଫୁଟ ଓ ଜୟପୁର ସହରରେ ୧୦୦୦୦ ବର୍ଗଫୁଟ ଅଂଚଳରେ ଖୋଲିଥିବା ନୂଆ ଷ୍ଟୋରଦ୍ୱୟ ଉଭୟ ଜୁନାଗଡ଼ ଓ ଜୟପୁର ସହରର ପ୍ରଥମ। ଏହି ଷ୍ଟୋର୍ ଦୁଇଟିରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ଉଦଘାଟନୀ ଅଫର ସହିତ ଆକର୍ଷଣୀୟ ଫ୍ୟାଶନ ଓ ଲୋଭନୀୟ ମୂଲ୍ୟର ବ୍ୟାପକ ସମ୍ଭାର ରହିଛି। ୩୯୯୯ ଟଙ୍କାର ବଛାବଛା ସାମଗ୍ରୀ କିଣାକିଣି ସହିତ ମାତ୍ର ୨୪୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଇପାରିବେ। କେବଳ ସେତିକି ନୁହେଁ, ୩୯୯୯ ଟଙ୍କାର କିଣାକିଣି ଉପରେ ଗ୍ରାହକମାନେ ୨୦୦୦ ଟଙ୍କା ମୂଲ୍ୟର କୁପନ ସଂପୂର୍ଣ୍ଣ ମାଗଣାରେ ପାଇପାରିବେ।

ତେଣୁ ଅନନ୍ୟ ଫ୍ୟାଶନ୍ ସପିଙ୍ଗ୍ ଅନୁଭୁତି ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟିଛି ଜୁନାଗଡ଼ ଓ ଜୟପୁର ସହରରେ ଖୋଲିଥିବା ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍।

Categories
ଅପରାଧ ଆଜିର ଖବର ରାଜ୍ୟ ଖବର

କୋଚିଙ୍ଗ ସେଣ୍ଟର ଭିତରେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଦୁଷ୍କର୍ମ ଅଭିଯୋଗ

କୋରାପୁଟ: କୋରାପୁଟ ଜିଲ୍ଲା ଜୟପୁର ସହରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କୋଚିଙ୍ଗ ସେଣ୍ଟର ଭିତରେ ଜଣେ ଶିକ୍ଷକ ଛାତ୍ରୀଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ସେହି କୋଚିଙ୍ଗ ସେଣ୍ଟରର ଶିକ୍ଷକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ଶିକ୍ଷକକୁ ଜୟପୁର ଟାଉନ ଥାନା ପୋଲିସ ଅଟକ ରଖି ତଦନ୍ତ ଆରମ୍ଭ କରିଛି।