Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ୩ ଦିନ ଯାଏଁ ହେବ କାଳବୈଶାଖୀ: ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ବର: ଆସନ୍ତା ୩ ଦିନ ଯାଏଁ ରାଜ୍ୟର ଅନେକ ଜିଲ୍ଲାରେ ଝଡବର୍ଷା ସହ ବଜ୍ରପାତ ନେଇ ଆଶଙ୍କା କରାଯାଇଛି। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏନେଇ ଅନୁମାନ କରିଛି। ତେବେ ଏହାକୁ ଦେଖି ପ୍ରଭାବିତ ଜିଲ୍ଲାଗୁଡିକ ପାଇଁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଏସଆରସି ସତର୍କ କରିଛନ୍ତି।

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ସୁନ୍ଦରଗଡ ଓ ଝାରସୁଗୁଡା ଜିଲ୍ଲାକୁ ଆଜିଠାରୁ ୯ ତାରିଖ ସକାଳ ୮ଟା ୩୦ ଯାଏଁ ସତର୍କ ସୂଚନା ଦିଆଯାଇଛି। ଏହି ଜିଲ୍ଲାଗୁଡିକରେ ଝଡବର୍ଷା ସହ ବଜ୍ରପାତ ହେବା ନେଇ ଆଶଙ୍କା କରାଯାଇଥିବେଳେ ପବନର ବେଗ ପ୍ରତି ଘଣ୍ଟା ୪୦ ରୁ ୫୦ କିଲୋମିଟର ରହିବ ବୋଲି ଅନୁମାନ କରାଯାଇଛି ଏବଂ ଯାଜପୁର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର ଜିଲ୍ଲାରେ କୁଆପଥର ବର୍ଷା ହେବା ନେଇ ସତର୍କ କରାଯାଇଛି।

ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ, ବୌଦ୍ଧ, ସୋନପୁର, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର, ବାଲେଶ୍ବରରୁ, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ ଓ ସୁନ୍ଦରଗଡ ଜିଲ୍ଲାରେ ୯ ତାରିଖ ୮ ଟା ୩୦ରୁ ୧୦ ତାରିଖ ସକାଳ ୮ଟା ୩୦ ଯାଏଁ କାଳବୈଶାଖୀ ସମ୍ଭାବନା ରହିଛି।

ସେହିଭଳି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ ଓ ଢେଙ୍କାନାଳ ଜିଲ୍ଲାକୁ ୧୦ ତାରିଖରୁ ୧୧ ସକାଳ ୮ଟା ୩୦ ଯାଏଁ ଝଡବର୍ଷା ସହ ବଜ୍ରପାତ ନେଇ ସତର୍କ କରାଯାଇଛି। ଏହାସହିତ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ଅନୁମାନ କରାଯାଇଛି।