Categories
ଆଜିର ଖବର ରାଜ୍ୟ ଖବର ସିନେମା

‘କଞ୍ଚା ଲଙ୍କା ସିନେମା ହଲ୍’ ର ଶୁଭାରମ୍ଭ: ପ୍ରଥମ ଥର ପାଇଁ ମୁକ୍ତିଲାଭ କଲା ବହୁ ଚର୍ଚ୍ଚିତ ଓଡ଼ିଆ ଚଳଚ୍ଚିତ୍ର ‘ଟି’

ଭୁବନେଶ୍ଵର: ଓଡ଼ିଶାର ଅଗ୍ରଣୀ ଓଟିଟି ପ୍ଲାଟଫର୍ମ ‘କଞ୍ଚା ଲଙ୍କା’ ପାରମ୍ପରିକ ସିନେମା ହଲ୍ ରୁ ଆଉ ପାଦେ ଆଗେଇ ନିଜର ନୂଆ ଟି.ଭି.ଓ.ଡି. ସର୍ଭିସ୍ ‘କଞ୍ଚା ଲଙ୍କା ସିନେମା ହଲ୍’ କୁ ସିନେମା ଦୁନିଆରେ ଉପସ୍ଥାପନ କରିଛି।

ଓଡ଼ିଶାର ଚଳଚ୍ଚିତ୍ର ନିର୍ମାତା ପାରମ୍ପରିକ ସିନେମା ହଲ୍ ସହ କଞ୍ଚା ‘ଲଙ୍କା ସିନେମା ହଲ୍’ ରେ ନିଜ ଫିଲ୍ମ ରିଲିଜ୍ କରିପାରିବେ। କେବଳ ଓଡ଼ିଶାରୁ ନୁହେଁ ଦେଶ ବିଦେଶରୁ ଦର୍ଶକ କଞ୍ଚା ଲଙ୍କାରେ ଶୋ ବୁକ୍ କରି ଓଡ଼ିଆ ସିନେମା ଦେଖିପାରିବେ। ଏଥିରୁ ଅର୍ଜିତ ଆୟ (ଟିକସ,ଗେଟୱେ ଚାର୍ଜ ଓ ପ୍ଲେ ଷ୍ଟୋର୍ ଚାର୍ଜକୁ ବାଦ ଦେଲା ପରେ) ରେ ‘କଞ୍ଚା ଲଙ୍କା’ ଓ ଫିଲ୍ମ ନିର୍ମାତା ସମାନ ଭାଗୀଦାର ରହିବେ। ସମସ୍ତ ବ୍ୟବସାୟ ସ୍ବଚ୍ଛ ଢଙ୍ଗରେ ହେବ ଓ ନିର୍ମାତା ୩ ଦିନ ଭିତରେ ନିଜ ଆୟ ନେଇପାରିବେ ବୋଲି ‘କଞ୍ଚା ଲଙ୍କା’ କର୍ତ୍ତୃପକ୍ଷ ଜଣାଇଛନ୍ତି।

‘କଞ୍ଚା ଲଙ୍କା ସିନେମା ହଲ୍’ ର ଶୁଭାରମ୍ଭ କରି ଆମେ ବହୁତ ଖୁସି। ଏହା ଓଡ଼ିଆ ଚଳଚ୍ଚିତ୍ରକୁ ଓଡ଼ିଶା, ଦେଶ ତଥା ବିଦେଶରେ ଦର୍ଶକଙ୍କ ପାଖରେ ପହଞ୍ଚାଇ ପାରିବ ଏବଂ ସିଧାସଳଖ ଦର୍ଶକଙ୍କ ଠାରୁ ଫିଲ୍ମ ନିର୍ମାତା ମାନେ ଅଧିକ ଆଯ ଉପାର୍ଜନ କରି ପାରିବେ। ପାରମ୍ପରିକ ବିତରଣ ମଡେଲଗୁଡିକର ଅସୁବିଧା ତଥା ଥିଏଟର୍ ର ଅଭାବ ଟି.ଭି.ଓ.ଡ଼ି. ମାଧ୍ୟମରେ ସମାଧାନ ହୋଇପାରିବ ବୋଲି ‘କଞ୍ଚା ଲଙ୍କା’ର କୋ-ଫାଉଣ୍ଡର ତଥା ଚେୟାରମ୍ୟାନ୍ ଅକ୍ଷୟ କୁମାର ପରିଜା କହିଛନ୍ତି।

‘କଞ୍ଚା ଲଙ୍କା’ ଓଟିଟି ପ୍ଲାଟଫର୍ମ ପ୍ରଯୋଜକ ଓ ନିର୍ଦ୍ଦେଶକଙ୍କୁ ଏହି ଡିଜିଟାଲ ମିଶନ୍ ରେ ଯୋଗ ଦେଇ ଓଡ଼ିଆ ଚଳଚ୍ଚିତ୍ରକୁ ଅଗଣିତ ଦର୍ଶକଙ୍କ ପାଖରେ ପହଞ୍ଚାଇବାକୁ ଆହ୍ବାନ କରିଛନ୍ତି। ସାରା ଭାରତ ତଥା ଦେଶ ବିଦେଶରେ ଥିବା ଓଡ଼ିଆ ଦର୍ଶକ ଏବଂ ରୋଜଗାରକୁ ବଢାଇବା ପାଇଁ ଏହା ଏକ ସୁଯୋଗ।

‘କଞ୍ଚା ଲଙ୍କା’ ସିନେମା ହଲ୍ ୱେବସାଇଟ୍, ମୋବାଇଲ୍ ଆପ୍(ଉଭୟ ଆଣ୍ଡ୍ରଏଡ୍ ଏବଂ ଆଇଓଏସ୍), ଆଣ୍ଡ୍ରଏଡ୍ ଟିଭି, ଫାୟାର ଟିଭି, ଆପଲ୍ ଟିଭି ସହ ଭାରତ ଏବଂ ଅନ୍ୟାନ୍ୟ ୧୬ଟି ଦେଶରେ ଉପଲବ୍ଧ। ଆପ୍ ଭିତରେ ବିଜ୍ଞପ୍ତି (ପ୍ରାୟ ୧୦ ଲକ୍ଷ ଆପ୍ ଇନଷ୍ଟଲ୍), ୟୁ ଟ୍ୟୁବ୍ ପୋଷ୍ଟ (୧ ଲକ୍ଷରୁ ଉର୍ଦ୍ଧ୍ବ ସବସ୍କ୍ରାଇବର୍), ଫେସ୍ ବୁକ୍ ପୋଷ୍ଟ (ପ୍ରାୟ ୫୦ ହଜାର ଫଲୋଅର), ଟ୍ୱିଟର୍, ଇନଷ୍ଟାଗ୍ରାମ୍ ଏବଂ ଅନ୍ୟାନ୍ୟ ମାଧ୍ୟମରେ ‘କଞ୍ଚା ଲଙ୍କା’ ଫିଲ୍ମକୁ ମାର୍କେଟିଂ ସହାୟତା ପ୍ରଦାନ କରିବ। ଫିଲ୍ମ ନିର୍ମାତାମାନେ ମଧ୍ୟ ମାର୍କେଟିଂ କରିବେ ଯାହା ଦ୍ବାରା ଅଧିକରୁ ଅଧିକ ଗ୍ରାହକ ଟି.ଭି.ଓ.ଡ଼ି. ବିଷୟରେ ଜାଣିପାରିବେ।

ଫିଲ୍ମ ରିଲିଜ୍ ସମୟରେ ଏହି ସର୍ଭିସ ପାଇଁ ଓଡ଼ିଶାର ଅନେକ ଚଳଚ୍ଚିତ୍ର ନିର୍ମାତାଙ୍କ ସହ ‘କଞ୍ଚା ଲଙ୍କା’ କର୍ତ୍ତୃପକ୍ଷ ଏହି ବ୍ୟବସାୟ ମଡେଲ ବିଷୟରେ ଆଲୋଚନା କରିଛନ୍ତି ଏବଂ ସୂଚନା ଦେଇଛନ୍ତି ଯେ ଅନେକ ଚଳଚ୍ଚିତ୍ର ନିର୍ମାତା ‘କଞ୍ଚା ଲଙ୍କା ସିନେମା ହଲ୍’ ରେ ନିଜ ଚଳଚ୍ଚିତ୍ର ମୁକ୍ତିଲାଭ କରିବାକୁ ରାଜି ହୋଇଛନ୍ତି।

ଦର୍ଶକଙ୍କ ମତାମତ ନେଇ ‘କଞ୍ଚା ଲଙ୍କା ସିନେମା ହଲ୍’ କୁ ସମ୍ପୂର୍ଣ୍ଣ ରୂପେ ଯାନ୍ତ୍ରିକ ତ୍ରୁଟିମୁକ୍ତ କରାଯାଇଛି ଏବଂ ‘ଟି’ ଚଳଚ୍ଚିତ୍ରକୁ ୧୧ ଅଗଷ୍ଟ ୨୦୨୩ ଠାରୁ ପୁନଃ ପ୍ରସାରଣ କରାଯାଇଛି। କଞ୍ଚା ଲଙ୍କା ସିନେମା ହଲ୍ ମାଧ୍ୟମରେ ଏହି ଚଳଚ୍ଚିତ୍ର ବହୁ ଦର୍ଶକଙ୍କ ପାଖରେ ପହଁଚିପାରିବ ତଥା ଏହା ଏକ ସଫଳ ବ୍ଯବସାୟିକ ଚଳଚ୍ଚିତ୍ର ହେବ ବୋଲି ପ୍ରଯୋଜକ ଓ ନିର୍ଦ୍ଦେଶକ ଜିତେଶ କୁମାର ଆଶା ପ୍ରକଟ କରିଛନ୍ତି ଏବଂ କଞ୍ଚା ଲଙ୍କା ଓଟିଟି ପ୍ଲାଟଫର୍ମ କୁ ଧନ୍ୟବାଦ ଦେଇଛନ୍ତି।

‘କଞ୍ଚା ଲଙ୍କା ସିନେମା ହଲ୍’ ରେ ପ୍ରଥମ ଥର ପାଇଁ ବହୁ ଚର୍ଚ୍ଚିତ ଓଡ଼ିଆ ଚଳଚ୍ଚିତ୍ର ‘ଟି’ ମୁକ୍ତିଲାଭ କରିଛି। ଜିତେଶ କୁମାର ପରିଡାଙ୍କ ଦ୍ୱାରା ନିର୍ମିତ ଓ ନିର୍ଦ୍ଦେଶିତ ‘ଟି’ ଟ୍ରାନ୍ସଜେଣ୍ଡରଙ୍କ ଜୀବନ ସଂଗ୍ରାମର କାହାଣୀ। ଏହି ଚଳଚ୍ଚିତ୍ରରେ ଟ୍ରାନ୍ସଜେଣ୍ଡରଙ୍କ ଜୀବନ ପଛର ଦୁଃଖ ଏବଂ ସଂଘର୍ଷ ଖୁବ ସୁନ୍ଦର ଭାବରେ ଦର୍ଶାଯାଇଛି। ଏହି କାହାଣୀ ଭାରତର ପ୍ରଥମ ଟ୍ରାନ୍ସଜେଣ୍ଡର୍ କ୍ୟାବ୍ ଡ୍ରାଇଭର୍ ଶ୍ରୀମତୀ ମେଘନା ସାହୁଙ୍କ ଜୀବନୀ ଉପରେ ଆଧାରିତ।

ଏହା ଉପରେ ଅଧିକ ସୂଚନା ଦେଇ ‘ଟି’ ନିର୍ଦ୍ଦେଶକ ଜିତେଶ କୁମାର ପରିଡ଼ା କହିଛନ୍ତି ଯେ, ‘ଓଡିଶାରେ ଏହି ମହତ୍ତ୍ୱପୂର୍ଣ୍ଣ ଡିଜିଟାଲ୍ ମିଶନ୍ ରେ ଅଂଶ ଗ୍ରହଣ କରି ମୁଁ ବହୁତ ଖୁସି। ମୁଁ ଆଶା କରୁଛି ଯେ ଅଧିକରୁ ଅଧିକ ଚଳଚ୍ଚିତ୍ର ନିର୍ମାତା ଏହି ମିଶନରେ ଯୋଗଦେବେ ଯାହା କେବଳ ଓଡିଶାର ସିନେମା ହଲ୍ ଅଭାବର ସମସ୍ୟାର ସମାଧାନ ପାଇଁ ଏକ ନିର୍ଦ୍ଦିଷ୍ଟ ପଦକ୍ଷେପ ନୁହେଁ ବରଂ ଆମକୁ ଓଡ଼ିଆ ସଂସ୍କୃତିକୁ ଚଳଚ୍ଚିତ୍ର ମାଧ୍ୟମରେ ଦେଶ ବିଦେଶରେ ପହଞ୍ଚାଇବାରେ ସାହାଯ୍ୟ କରିବ’।

ଦର୍ଶକଙ୍କ ପ୍ରଶଂସା ସାଉଁଟିଥିବା ଆଉ ଏକ ଚଳଚ୍ଚିତ୍ର ‘ଡେଲିଭରି ବଏ’ ‘କଞ୍ଚା ଲଙ୍କା ସିନେମା ହଲ୍’ ରେ ରିଲିଜ୍ ହେବାକୁ ଯାଉଛି। ଏହା ଜ୍ୟୋତିରଞ୍ଜନ ମହାନ୍ତିଙ୍କ ଦ୍ବାରା ପ୍ରଯୋଜିତ ଓ ଅଶ୍ଵିନୀ ତ୍ରିପାଠୀଙ୍କ ଦ୍ବାରା ନିର୍ଦ୍ଦେଶିତ। ବୁଦ୍ଧାଦିତ୍ୟ, ଶୈଳେନ୍ଦ୍ର ଓ ସୁର୍ୟମୟୀଙ୍କ ଦ୍ବାରା ନିଖୁଣ ଭାବେ ଉପସ୍ଥାପନା କରାଯାଇଥିବା ଏହି ଚଳଚ୍ଚିତ୍ର ଜଣେ ତରୁଣ ଯିଏ ନିଜ ପେଟ ପାଟଣା ପାଇଁ ଓ ଆମ ଜୀବନ ଶୈଳୀକୁ ଆଉ ଟିକେ ସହଜ କରିବା ପାଇଁ କେଉଁ କେଉଁ ପରିସ୍ଥିତି ଦେଇ ଗତି କରିଥାଏ ତାହା ଉପରେ ଆଧାରିତ। ଓଡ଼ିଶା ସରକାରଙ୍କ ଠାରୁ ପ୍ରଶଂସା ପାଇଥିବା ଏହି ଚଳଚ୍ଚିତ୍ର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଓଡ଼ିଶାରେ ସମ୍ପୂର୍ଣ ଟିକସ ମୁକ୍ତ। ଯାହା ଦ୍ବାରା ସଡ଼କ ଦୁର୍ଘଟଣା ଏବଂ ଓଡ଼ିଶା ପର୍ଯ୍ୟଟନ ଶିଳ୍ପକୁ ନେଇ ସଚେତନତା ସୃଷ୍ଟି କରିବ।

ଖୁବ୍ ଶୀଘ୍ର ‘କଞ୍ଚା ଲଙ୍କା ସିନେମା ହଲ୍’ ରେ ‘ଡେଲିଭରି ବଏ’ ଚଳଚ୍ଚିତ୍ରର ରିଲିଜ୍ ହେବାକୁ ନେଇ ମୁଁ ବହୁତ ଖୁସି ଏବଂ ଏହା ବିଶ୍ବର କୋଣ ଅନୁକୋଣରେ ଥିବା ଓଡ଼ିଆଙ୍କ ପାଖରେ ପହଞ୍ଚିପାରିବ ବୋଲି ପ୍ରଯୋଜକ ଜ୍ୟୋତିରଞ୍ଜନ ମହାନ୍ତି କହିଛନ୍ତି। ସମାଜର ଗୁରୁତ୍ବପୂର୍ଣ୍ଣ ଘଟଣାକୁ ଲୋକଲୋଚନରେ ପହଞ୍ଚାଇବା ପାଇଁ ଆମେ ସମ୍ପୂର୍ଣ୍ଣ ଚେଷ୍ଟିତ ଏବଂ ଏହା ଦର୍ଶକଙ୍କୁ ପସନ୍ଦ ଆସିବ ବୋଲି ଆଶା କରୁଛୁ।

Categories
ଆଜିର ଖବର ରାଜ୍ୟ ଖବର ସିନେମା

‘ଗ୍ଲୋବାଲ ବିଜ୍‌ନେସ୍‌ କାର୍ନିଭାଲ୍‌-୨୦୨୩’ ଫିଲ୍ମ ‘ଟି’ ର ପ୍ରଚାର

ଭୁବନେଶ୍ୱର: ବହୁ ପ୍ରତିକ୍ଷିତ ଫିଲ୍ମ ‘ଟି’ ରିଲିଜ୍ ହୋଇଛି ଓଡ଼ିଶାର ସମସ୍ତ ପ୍ରମୁଖ ଫିଲ୍ମ ହଲ୍ ରେ ଓ ଦର୍ଶକଙ୍କ ଭଲପାଇବା ମଧ୍ୟ ସାଉଁଟିଛି। ଟ୍ରାନ୍ସଜେଣ୍ଡରଙ୍କ ଜୀବନୀକୁ ନେଇ ଓଡିଆ ଫିଲ୍ମ ‘ଟି’ର ଟିମ୍ ପହଞ୍ଚିଥିଲା ୨୮ ତାରିଖ, ରବିବାର ସନ୍ଧ୍ୟାରେ ଭୁବନେଶ୍ୱରର ଜନତା ମୈଦାନ ଠାରେ ଆୟୋଜିତ ହେଉଥିବା ‘ଗ୍ଲୋବାଲ ବିଜ୍‌ନେସ୍‌ କାର୍ନିଭାଲ୍‌-୨୦୨୩’ ରେ। ସାଧାରଣ ଜନତାଙ୍କ ସହ ପୁରା ଟିମ୍ ମିଶିଥିଲା ଓ ଶୁଟିଂ ସମୟର କିଛି ଅଭୂଲା ସ୍ମୃତି ବାଣ୍ଟିବା ସହ ଗୋଟେ ସାଧାରଣ କୁଇଜ୍ ମଧ୍ୟ ଆୟୋଜନ ହୋଇଥିଲା। ସଠିକ ଉତ୍ତର ଦେଇଥିବା କିଛି ଦର୍ଶକଙ୍କୁ ‘ଟି’ ର ମାଗଣା ଟିକେଟ୍ ମଧ୍ୟ ଦିଆ ଯାଇଥିଲା।

ଉପସ୍ଥିତ ଦର୍ଶକ ଦେଖିଥିଲେ ଟ୍ରାନ୍ସଜେଣ୍ଡର କମ୍ୟୁନିଟିର ମେଘନାଙ୍କ ସଂଘର୍ଷର କାହାଣୀ ଫିଲ୍ମ ‘ଟି’ର ଟ୍ରେଲର୍ କୁ। ଏହି ଟ୍ରେଲର୍ ଦର୍ଶକ ମାନଙ୍କ ମଧ୍ୟରେ ଏକ ଉତ୍ସାହ ଭରିଦେଇଥିଲା।  ସମସ୍ତେ କରତାଳି ଦେଇ ଉପଭୋଗ କରିଥିଲେ ଏହି ଟ୍ରେଲର୍। ଏହି ଅବସରରେ ମୀରା ପରିଡ଼ା ଙ୍କ ସହ ଉପସ୍ଥିତ ଥିଲେ ନିଜେ ମେଘନା ସାହୁ। ଅନ୍ୟ ମାନଙ୍କ ମଧ୍ୟରେ ଥିଲେ ଫିଲ୍ମର କଳାକାର ହର ରଥ, ଦେବାଶିଷ ସାହୁ, ରଣବୀର କାଲସି, ନିର୍ଦେଶକ ଜିତେଶ କୁମାର ପରିଡ଼ା। ‘ଟି’ର ପୁରା ଟିମ୍ ଉପସ୍ଥିତ ସମସ୍ତ ଦର୍ଶକଙ୍କୁ ତାଙ୍କ ଫିଲ୍ମ ଦେଖିବାକୁ ଅନୁରୋଧ କରିଥିଲେ।

ଫିଲ୍ମର କାହାଣୀ ପରି ଫିଲ୍ମର ପ୍ରମୋସନର କନସେପ୍ଟ ବି ସମ୍ପୂର୍ଣ ନୂଆ ଓ ଦମଦାର୍ ତେଣୁ ଦର୍ଶକ ବହୁମାତ୍ରାରେ ଏହି ଫିଲ୍ମ ଦେଖିବାକୁ ହଲକୁ ଆସିବେ ବୋଲି ଫିଲ୍ମର ପ୍ରଚାର ଓ ପ୍ରସାର ଦାୟିତ୍ବରେ ଥିବା ମିଡ଼ିଆ ପ୍ଲାନର୍ ମୁଖ୍ୟ ପ୍ରଣୟ ଜେଠୀ କହିଛନ୍ତି।

ମଜବୁତ୍ ବିଷୟବସ୍ତୁ ଓ କାହାଣୀ ଉପରେ ଓଡିଆ ଫିଲ୍ମ ‘ଟି’ ରିଲିଜ୍ ହୋଇଛି ମଇ ୨୫ ତାରିଖରେ ଆପଣଙ୍କ ନିକଟସ୍ଥ ଫିଲ୍ମ ହଲ୍ ରେ। ଟ୍ରାନ୍ସଜେଣ୍ଡର କମ୍ୟୁନିଟିର ମେଘନାଙ୍କ ସଂଘର୍ଷର କାହାଣୀ ତାଙ୍କର ଜନ୍ମରୁ ଆରମ୍ଭ କରି ତାଙ୍କ ବୈବାହିକ ଜୀବନ ଯାଏଁ ଲମ୍ବିନି ବରଂ ତାଙ୍କ ସମ୍ପ୍ରଦାୟର ଲୋକଙ୍କ ସ୍ୱର ହେବାର ପରିଧିକୁ ବି ପାର କରିଛି ଏହି ଫିଲ୍ମରେ। ପୂର୍ବରୁ ଏହି ଚଳଚ୍ଚିତ୍ର ମୁମ୍ବାଇର ଗୋଲଡେନ୍ ଜୁରି ଫିଲ୍ମ ଫେଷ୍ଟିଭାଲରେ ସର୍ବୋତ୍ତମ ଏଲଜିବିଟି ଚଳଚ୍ଚିତ୍ର ପୁରସ୍କାର ଜିତି ଓଡ଼ିଆ ଚଳଚ୍ଚିତ୍ର ଇତିହାସରେ ଏକ ଗୌରବମୟ ପୃଷ୍ଠା ଯୋଡ଼ି ସାରିଛି। ଜିତେଶ କୁମାର ଫିଲ୍ମଜ ଓ ଆର ଆର ଆର ମୋସନ ପିକ୍ଚର୍ସର ପ୍ରଯୋଜନା ତଥା ବିଘ୍ନହର୍ତା ମୁଭିଜ, ମୋହିତ କୁମାର ପୁରୀ ଓ ହିମାଦ୍ରି ତନୟା ଦାସଙ୍କ ସହ ପ୍ରଯୋଜନା ତଥା ଥମ୍ରିତା ମୋହନ୍ ସମ୍ଭୂତି ସୋମା କିରଣ ଜେନା, ରାଜଶ୍ରୀ ମହାପାତ୍ରଙ୍କ ସହ ପ୍ରଯୋଜନାରେ ନିର୍ମିତ ଏହି ଚଳଚ୍ଚିତ୍ରରେ ଦେବାଶିଷ ସାହୁ, ଉଷସୀ ମିଶ୍ର, ହର ରଥ, ରଣବୀର କଲସି ଓ ପ୍ରସନ୍ନଜିତ ମହାପାତ୍ର ପ୍ରମୁଖ ଅଭିନୟ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସିନେମା

ଲୋକାର୍ପଣ ହେଲା ଚଳଚ୍ଚିତ୍ର ‘ଟି’ ର ଟ୍ରେଲର, ୨୫ ମେ’ରେ ମୁକ୍ତିଲାଭ

ଭୁବନେଶ୍ଵର: ଚଳଚ୍ଚିତ୍ର “ଟି” ର ଟ୍ରିଜର ରିଲିଜ ପରେ ଭୁବନେଶ୍ୱର ସ୍ଥିତ ସିନେପଲିସ୍ ଠାରେ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଟ୍ରେଲର ରିଲିଜ ହୋଇଯାଇଛି। ଏହି ଟ୍ରେଲର ରିଲିଜ ଅବସରରେ ଓଲିଉଡ଼ ସିନେ ଇଣ୍ଡଷ୍ଟ୍ରି ର ବହୁ ଖ୍ୟାତନାମା ନିର୍ଦ୍ଦେଶକ, ଅଭିନେତା, ଅଭିନେତ୍ରୀ ତଥା ଅନେକ ସିନେ ସମୀକ୍ଷକ ଯୋଗଦେଇଥିଲେ। ଟ୍ରିଜର ଦେଖି ଯେଉଁମାନେ ଚଳଚ୍ଚିତ୍ର ସମ୍ପର୍କ ରେ ସୁଚିନ୍ତିତ ମତାମତ ଦେଇଥିଲେ ସେମାନଙ୍କୁ ମଧ୍ୟ ଟ୍ରେଲର ଦେଖିବା ପାଇଁ ଆମନ୍ତ୍ରଣ କରାଯାଇଥିଲା।

ଟ୍ରାନ୍ସଜେଣ୍ଡରଙ୍କ ଜୀବନ କାହାଣୀକୁ ନେଇ ନିର୍ମିତ ଓଡ଼ିଆ ଚଳଚ୍ଚିତ୍ର ‘ଟି’ କୁ ୟୁ/ଏ ସାର୍ଟିଫିକେଟ ମିଳିଯିବା ପରେ ପ୍ରଯୋଜନା ସଂସ୍ଥା ତଥା ଦର୍ଶକଙ୍କ ମନ ଆନନ୍ଦିତ ହୋଇଥିଲା।

ତେବେ ସୂଚନାଯୋଗ୍ୟ ଯେ ; ପାନୋରମା ମ୍ୟୁଜିକ ଏବଂ ସ୍ଟୁଡ଼ିଓ ପ୍ରଥମ ଥର ପାଇଁ ଓଡ଼ିଆ ଚଳଚ୍ଚିତ୍ର “ଟି” ସହିତ ମିଳିତ ଭାବରେ ପ୍ରଚାର ପ୍ରସାର କରୁଛନ୍ତି। ଯେଉଁଥିରେ କି ଟିଜର, ଟ୍ରେଲର ଏବଂ ଫିଲ୍ମ ର ଗୀତ ଗୁଡିକ ଦେଖିବାକୁ ପାଇବେ।

ଟ୍ରେଲର ଲୋକାର୍ପଣ ଉତ୍ସବରେ କିନ୍ନର ମେଘନା ସାହୁ, କିନ୍ନର ସମୀକ୍ଷା, ଅଭିନେତା ଦେବାଶିଷ ସାହୁ (ଦେବ୍), ରଣବୀର କଲସୀ, ସହପ୍ରଯୋଜକ ମନବୀର ସିଂ କଲସୀ, ସହପ୍ରଯୋଜକ ହିମାଦ୍ରି ତନୟ ଦାସ, ନିର୍ଦ୍ଦେଶକ ଜିତେଶ କୁମାର ପରିଡା ଓ ପ୍ରଣୟ ଜେଠୀ ପ୍ରମୁଖ ଉପସ୍ଥିତ ଥିଲେ।

ବିଭିନ୍ନ ଚଳଚ୍ଚିତ୍ର ମହୋତ୍ସବରେ ଉଚ୍ଚ ପ୍ରଶଂସା ସହିତ ଅନେକ ସାର୍ଟିଫିକେଟ ହାତେଇଥିବା ଚଳଚ୍ଚିତ୍ର ‘ଟି’। ଟ୍ରାନ୍ସଜେଣ୍ଡର ଙ୍କୁ ନେଇ ସର୍ବଭାରତୀୟ ସ୍ତରରେ ଛୋଟ ପରଦାରେ ପୂର୍ବରୁ ପରିକଳ୍ପନା ହୋଇଥିବା ବେଳେ ପ୍ରଥମ ଥର ପାଇଁ ନିର୍ଦ୍ଦେଶକ ଜିତେଶ କୁମାର ପରିଡା ବଡ଼ ପରଦା ପାଇଁ ପରିକଳ୍ପନା କରିଛନ୍ତି ଏବଂ କିନ୍ନର ମାନଙ୍କ ସଂଘର୍ଷମୟ ଜୀବନ କାହାଣୀକୁ ନେଇ ଚଳଚ୍ଚିତ୍ର ‘ଟି’ ନିର୍ମାଣ କରିଛନ୍ତି। ପୂର୍ବରୁ ଓଲିଉଡ଼ର ବିଭିନ୍ନ ଖଳନାୟକ ଭୂମିକାରେ ଅଭିନୟ କରୁଥିବା ଅଭିନେତା ଦେବାଶିଷ ସାହୁ (ଦେବ୍) ମେଘନା ସାହୁ ଚରିତ୍ରରେ ନଜର ଆସିବେ। ତାଙ୍କ ବ୍ୟତୀତ ଉଷସୀ ମିଶ୍ର, ହର ରଥ, ରଣବୀର କଲସି ଓ ପ୍ରସନ୍ନଜିତ ମହାପାତ୍ର ପ୍ରମୁଖ ଅଭିନୟ କରିଛନ୍ତି।

ତେବେ ‘ଟି’ ଆସନ୍ତା ମେ ୨୫ ତାରିଖ ରେ ସମଗ୍ର ରାଜ୍ୟର ପ୍ରାୟ ତିରିଶ ଟି ପ୍ରେକ୍ଷାଳୟ ରେ ମୁକ୍ତିଲାଭ କରିବାକୁ ଯାଉଛି। ଚଳଚ୍ଚିତ୍ର “ଟି” ର ଟିଜର ଦେଖିଥିବା ଦର୍ଶକ ତଥା ମିଡ଼ିଆ ବନ୍ଧୁ ମାନଙ୍କ ମନରେ ଥିବା ଆଗ୍ରହକୁ ଆଖିରେ ରଖି ପ୍ରଯୋଜକ ତଥା ନିର୍ଦ୍ଦେଶକ ଏକ ବଡ଼ ପରଦାରେ ଟ୍ରେଲର ଲୋକାର୍ପଣ ପାଇଁ ମନସ୍ଥ କରିଥିଲେ। ସମାଜ ପାଇଁ ଅନେକ ଶିକ୍ଷଣୀୟ ବାର୍ତ୍ତା ବହନ କରୁଛି ଚଳଚ୍ଚିତ୍ର “ଟି”। ତେଣୁ ସମସ୍ତ ସିନେପ୍ରେମୀ ଚଳଚ୍ଚିତ୍ର ‘ଟି’ କୁ ଦେଖିବା ଉଚିତ ବୋଲି ଚଳଚ୍ଚିତ୍ରର ପ୍ରଚାର ପ୍ରସାର ଦାୟିତ୍ୱ ରେ ଥିବା ମିଡ଼ିଆ ପ୍ଲାନର ମୁଖ୍ୟ ପ୍ରଣୟ ଜେଠୀ କହିଛନ୍ତି।

ଜିତେଶ କୁମାର ଫିଲ୍ମଜ ଓ ଆର ଆର ମୋସନ ପିକ୍ଚର୍ସ ର ପ୍ରଯୋଜନା ତଥା ବିଘ୍ନହର୍ତ୍ତା ମୁଭିଜ, ମୋହିତ କୁମାର ପୁରୀ, ହିମାଦ୍ରି ତନୟ ଦାସ ସହ ପ୍ରଯୋଜନା ଏବଂ ଥମ୍ରିତା ମୋହନ ଶମ୍ଭୁତି, ସୋମା କିରଣ ଜେନା, ରାଜଶ୍ରୀ ମହାପାତ୍ରଙ୍କ ମିଳିତ ପ୍ରଯୋଜନାରେ ନିର୍ମିତ ହୋଇଛି ଚଳଚ୍ଚିତ୍ର ‘ଟି’।

ଆଜି ଟ୍ରେଲର ରିଲିଜ ଅବସରରେ ଚଳଚ୍ଚିତ୍ର ରିଲିଜ ପୂର୍ବରୁ ମିଡ଼ିଆ ବନ୍ଧୁ ମାନଙ୍କ ନିମନ୍ତେ ପ୍ରଥମଥର ପାଇଁ ପ୍ରେକ୍ଷାଳୟ ରେ ସ୍ୱତନ୍ତ୍ର ପ୍ରଦର୍ଶନ ହେବ ବୋଲି ପ୍ରଯୋଜକ ତଥା ନିର୍ଦ୍ଦେଶକ ଜିତେଶ କୁମାର ପରିଡା ପୁଣି ଥରେ ସୁନିଶ୍ଚିତ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସିନେମା

ବହୁ ପ୍ରତିକ୍ଷୀତ ଚଳଚ୍ଚିତ୍ର ‘ଟି’ ର ଟିଜର ଲୋକାର୍ପଣ

ଭୁବନେଶ୍ଵର: ଟ୍ରାନ୍ସଜେଣ୍ଡରଙ୍କ ଜୀବନ କାହାଣୀକୁ ନେଇ ନିର୍ମିତ ଓଡ଼ିଆ ଚଳଚ୍ଚିତ୍ର ‘ଟି’ କୁ ୟୁ/ଏ ସାର୍ଟିଫିକେଟ ମିଳିଥିବା ବେଳେ ଗତକାଲି ଭୁବନେଶ୍ୱର ସିଆରପି ସ୍ଥିତ ଓବରାଇ ବେକର୍ସ ଆଣ୍ଡ କାଫେ ଠାରେ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଚଳଚ୍ଚିତ୍ରର ଟିଜର ଲୋକାର୍ପଣ ହୋଇଯାଇଛି। ପାନୋରମା ମ୍ୟୁଜିକ ଏବଂ ସ୍ଟୁଡ଼ିଓ ପ୍ରଥମ ଥର ପାଇଁ ଓଡ଼ିଆ ଚଳଚ୍ଚିତ୍ର ଟି ସହିତ ମିଳିତ ଭାବରେ ପ୍ରଚାର ପ୍ରସାର କରୁଛନ୍ତି। ଯେଉଁଥିରେ କି ଟିଜର, ଟ୍ରେଲର ଏବଂ ଫିଲ୍ମ ର ଗୀତ ଗୁଡିକ ଦେଖିବାକୁ ପାଇବେ।

ଲୋକାର୍ପଣ ଉତ୍ସବରେ କିନ୍ନର ମେଘନା ସାହୁ, କିନ୍ନର ସମୀକ୍ଷା, ଅଭିନେତା ଦେବାଶିଷ ସାହୁ (ଦେବ୍), ରଣବୀର କଲସୀ, ସହପ୍ରଯୋଜକ ମନବୀର ସିଂ କଲସୀ, ସହପ୍ରଯୋଜକ ହିମାଦ୍ରି ତନୟ ଦାସ, ନିର୍ଦ୍ଦେଶକ ଜିତେଶ କୁମାର ପରିଡା ଓ ପ୍ରଣୟ ଜେଠୀ ପ୍ରମୁଖ ଉପସ୍ଥିତ ଥିଲେ।

ବିଭିନ୍ନ ଚଳଚ୍ଚିତ୍ର ମହୋତ୍ସବରେ ଉଚ୍ଚ ପ୍ରଶଂସା ସହିତ ଅନେକ ସାର୍ଟିଫିକେଟ ହାତେଇଛି ଚଳଚ୍ଚିତ୍ର ‘ଟି’। ଟ୍ରାନ୍ସଜେଣ୍ଡର ଙ୍କୁ ନେଇ ସର୍ବଭାରତୀୟ ସ୍ତରରେ ଛୋଟ ପରଦାରେ ପୂର୍ବରୁ ପରିକଳ୍ପନା ହୋଇଥିବା ବେଳେ ପ୍ରଥମ ଥର ପାଇଁ ନିର୍ଦ୍ଦେଶକ ଜିତେଶ କୁମାର ପରିଡା ବଡ଼ ପରଦା ପାଇଁ ପରିକଳ୍ପନା କରିଛନ୍ତି ଏବଂ କିନ୍ନର ମାନଙ୍କ ସଂଘର୍ଷମୟ ଜୀବନ କାହାଣୀକୁ ନେଇ ଚଳଚ୍ଚିତ୍ର ‘ଟି’ ନିର୍ମାଣ କରିଛନ୍ତି। ବଲିଉଡ ତଥା ଓଲିଉଡ଼ ରେ ଆଗରୁ କାମ କରିଥିବା ଏବଂ ଓଲିଉଡ଼ ରେ ଅନେକ ଧାରାବାହିକ ଓ ଚଳଚ୍ଚିତ୍ର ରେ ଅଭିନୟ କରି ନାଁ କମାଇଥିବା ଅଭିନେତା ଦେବାଶିଷ ସାହୁ (ଦେବ୍) ମେଘନା ସାହୁ ଚରିତ୍ର ରେ ନଜର ଆସିବେ। ତାଙ୍କ ବ୍ୟତୀତ ଉଷସୀ ମିଶ୍ର, ହର ରଥ, ରଣବୀର କଲସି ଓ ପ୍ରସନ୍ନଜିତ ମହାପାତ୍ର ପ୍ରମୁଖ ଅଭିନୟ କରିଛନ୍ତି।

ତେବେ ‘ଟି’ ଆସନ୍ତା ମେ ୨୫ ତାରିଖ ରେ ସମଗ୍ର ରାଜ୍ୟର ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବାକୁ ସ୍ଥିର ହୋଇଛି। ଚଳଚ୍ଚିତ୍ର ଟି ସମାଜ ପାଇଁ ଅନେକ ଶିକ୍ଷଣୀୟ ବାର୍ତ୍ତା ବହନ କରୁଛି ତେଣୁ ସମସ୍ତ ସିନେପ୍ରେମୀ ଚଳଚ୍ଚିତ୍ର ‘ଟି’ କୁ ଦେଖିବା ଉଚିତ ବୋଲି ଚଳଚ୍ଚିତ୍ରର ପ୍ରଚାର ପ୍ରସାର ଦାୟିତ୍ୱ ରେ ଥିବା ମିଡ଼ିଆ ପ୍ଲାନର ମୁଖ୍ୟ ପ୍ରଣୟ ଜେଠୀ କହିଛନ୍ତି।

ଜିତେଶ କୁମାର ଫିଲ୍ମଜ ଓ ଆର ଆର ମୋସନ ପିକ୍ଚର୍ସ ର ପ୍ରଯୋଜନା ତଥା ବିଘ୍ନହର୍ତ୍ତା ମୁଭିଜ, ମୋହିତ କୁମାର ପୁରୀ, ହିମାଦ୍ରି ତନୟ ଦାସ ସହ ପ୍ରଯୋଜନା ଏବଂ ଥମ୍ରିତା ମୋହନ ଶମ୍ଭୁତି, ସୋମା କିରଣ ଜେନା, ରାଜଶ୍ରୀ ମହାପାତ୍ରଙ୍କ ମିଳିତ ପ୍ରଯୋଜନାରେ ନିର୍ମିତ ହୋଇଛି ଚଳଚ୍ଚିତ୍ର ‘ଟି’।

ଚଳଚ୍ଚିତ୍ର ରିଲିଜ ପୂର୍ବରୁ ମିଡ଼ିଆ ବନ୍ଧୁ ମାନଙ୍କ ନିମନ୍ତେ ପ୍ରଥମଥର ପାଇଁ ପ୍ରେକ୍ଷାଳୟ ରେ ସ୍ୱତନ୍ତ୍ର ପ୍ରଦର୍ଶନ ହେବ ଏବଂ ୧୫ ମେ ରେ ଟ୍ରେଲର ରିଲିଜ ହେବ ବୋଲି ପ୍ରଯୋଜକ ତଥା ନିର୍ଦ୍ଦେଶକ ଜିତେଶ କୁମାର ପରିଡା ସୁନିଶ୍ଚିତ କରିଛନ୍ତି।