Categories
ଆଜିର ଖବର ଜାତୀୟ ଖବର

ରାଜସ୍ଥାନରରେ ଟ୍ରାକ୍ଟର ଦୁର୍ଘଟଣାରେ ଜୀବନହାନିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଶୋକ: ସହାୟତା ଘୋଷଣା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜସ୍ଥାନର ଝୁନଝୁନୁଠାରେ ଟ୍ରାକ୍ଟର ଦୁର୍ଘଟଣାରେ ଜୀବନହାନିକୁ ନେଇ ଶୋକବ୍ୟକ୍ତ କରିଛନ୍ତି। ଶ୍ରୀ ମୋଦୀ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି (ପିଏମଏନଆରଏଫ୍‌) ରୁ  ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ କରାଯାଇଛି ଯେ, ରାଜସ୍ଥାନର ଝୁନଝୁନୁଠାରେ ଟ୍ରାକ୍ଟର ଦୁର୍ଘଟଣାରେ ଦୁଃଖିତ। ମୃତକଙ୍କ ପରିବାରକୁ ସମବେଦନା ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି। ପିଏମଏନଆରଏଫରୁ ପ୍ରତି ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ।

Categories
ଆଜିର ଖବର ରାଜ୍ୟ ଖବର

ଚିତ୍ରକୋଣ୍ଡା ଟ୍ରାକ୍ଟର ଦୁର୍ଘଟଣାରେ ଚାରି ମୃତ: ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଗତକାଲି ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଅଞ୍ଚଳରେରେ ଏକ ଟ୍ରାକ୍ଟର ଦୁର୍ଘଟଣାରେ ଚାରି ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

ଏହି ଦୁର୍ଘଟଣାରେ ଆହତ ସାତ ଜଣଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।