Categories
ଆଜିର ଖବର

ବାଲିଆପାଳରେ ଦେଶର ସର୍ବବୃହତ୍ ଫ୍ୟାଶନ ଡେଷ୍ଟିନେସନ ‘ଟ୍ରେଣ୍ଡ୍‌ସ’ର ଶୁଭାରମ୍ଭ

ବାଲେଶ୍ୱର/ଭୁବନେଶ୍ୱର: ଦେଶର ସର୍ବବୃହତ୍ ଏବଂ ଦ୍ରୁତ ଅଭିବୃଦ୍ଧି ହାସଲକାରୀ ରିଲାଏନ୍ସ ରିଟେଲ୍‌ର ପୋଷାକ ଏବଂ ଆସେସୋରିଜ୍ ସ୍ପେସାଲିଟି ଚେନ୍ ଟ୍ରେଣ୍ଡ୍‌ସର ନୂଆ ଷ୍ଟୋର ଓଡ଼ିଶାର ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ବାଲିଆପାଳ ସହରରେ ଖୋଲିଛି।

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାଶନ କ୍ଷେତ୍ରକୁ ଲୋକାଭିମୁଖି କରି ଫ୍ୟାଶନରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସହ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାଶନ ଶପିଂ ଡେଷ୍ଟିନେସନ ପାଲଟିଛି।

ବାଲିଆପାଳ ସହରର ନୂଆ ଟ୍ରେଣ୍ଡ୍‌ସ ଷ୍ଟୋରରେ ମଡର୍ଣ୍ଣ ଲୁକ୍ ସହିତ ଉନ୍ନତ ପରିବେଶ ରହିଛି। ଏଥିସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାଶନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଉକ୍ତ ଷ୍ଟୋରକୁ ଅଧିକ ଆକର୍ଷଣୀୟ କରି ତୋଳିଛି।  ସ୍ଥାନୀୟ ଅଂଚଳର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡ୍‌ସ ୱିୟର ଏବଂ ଫ୍ୟାଶନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଚମତ୍କାର କିଣାକିଣି ଅନୁଭୂତି ସହିତ ଏହି ଷ୍ଟୋରରେ ପାଇପାରିବେ।

୭୦୦୦ ବର୍ଗଫୁଟ ପରିମିତ ଅଂଚଳରେ ଖୋଲିଥିବା ଏହି ଷ୍ଟୋର ବାଲିଆପାଳ ସହରର ପ୍ରଥମ। ଏଠାରେ ପ୍ରାରମ୍ଭିକ ଅଫର ଭାବେ ଗ୍ରାହକଙ୍କ ପାଇଁ ଅନେକ ଆକର୍ଷଣୀୟ ଅଫର ରହିଛି। ୩୯୯୯ ଟଙ୍କାର ସାମଗ୍ରୀ କିଣିଲେ ୨୪୯ ଟଙ୍କା ଦେଇ ଆକର୍ଷଣୀୟ ଉପହାର ପାଇପାରିବେ। କେବଳ ସେତିକି ନୁହେଁ, ୩୯୯୯ ଟଙ୍କାର କିଣାକିଣି କରିଲେ ୨୦୦୦ ଟଙ୍କା ମୂଲ୍ୟର କୁପନ ସଂପୂର୍ଣ୍ଣ ମାଗଣାରେ ପାଇପାରିବେ।

ତେଣୁ ବାଲିଆପାଳରେ ଖୋଲିଥିବା ସ୍ୱତନ୍ତ୍ର ଟ୍ରେଣ୍ଡ୍‌ସ ଷ୍ଟୋରକୁ ଗ୍ରାହକମାନେ ଆସି ଫେସନ ସାମଗ୍ରୀ ସପିଂର ଅନୁଭୂତି ଓ ଆନନ୍ଦ ନେଇପାରିବେ।