Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ନିରାକାରପୁର: ଟ୍ରେନ ଧକ୍କାରେ ଯୁବକଙ୍କ ମୃତ୍ୟୁ

ନିରାକାରପୁର: ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ରେଲୱେ ଷ୍ଟେସନ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଟ୍ରେନ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି। ହେଲେ ଯୁବକ ଜଣଙ୍କ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।

ସୂଚନା ଅନୁଯାୟୀ, ନିରାକାରପୁର ଥାନା ଅନ୍ତର୍ଗତ ଗଡିଶାଗୋଦା ଥାନା ରୋଷଣା ଗ୍ରାମର ପ୍ରକାଶ ଜେନାଙ୍କ ଟ୍ରେନ ଧକ୍କାରେ ମୃତ୍ୟୁବରଣ ହୋଇଛି। ହେଲେ ପ୍ରକାଶଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହୋଇନଥିବା ବେଳେ ପାରିବାରିକ କଳହରୁ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ଘଟଣା ସ୍ଥଳରେ ଜିଆରପି ପୋଲିସ ପହଞ୍ଚି ଶବ ଜବତ କରି ତଦନ୍ତ ଜାରି ରଖିଛି। ତଦନ୍ତ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ଜିଆରପି ପୋଲିସ ପକ୍ଷରୁ କୁହାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

କାଳୁପଡ଼ା: ରେଳ ଟ୍ରାକ ଅତିକ୍ରମ କରୁଥିବା ବେଳେ ଟ୍ରେନ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ

ସୀତାରାମ ଅଗ୍ରୱାଲ

କାଳୁପଡା: ଖୋର୍ଦ୍ଧା ରୋଡ଼ ରେଳ ଡିଭିଜନ ଅନ୍ତର୍ଗତ କାଳୁପଡାଘାଟ ରେଳ ଷ୍ଟେସନ ନିକଟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ରେଲୱେ ଟ୍ରାକ୍ ଅତିକ୍ରମ କରୁଥିବା ବେଳେ ଏକ ଦ୍ରୁତଗାମୀ ଟ୍ରେନ୍ ଧକ୍କା ରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବାର ଅଭିଯୋଗ ହୋଇଛି।

ସୂଚନା ମୁତାବକ ପାରାଦ୍ୱୀପ ଅଞ୍ଚଳର ଜଣେ ବୃଦ୍ଧ (୬୦) ଦୀର୍ଘ ଦିନ ହେବ କାଳୁପଡ଼ାସ୍ଥିତ ତାଙ୍କ ସମ୍ପର୍କୀୟ ଭାଇଙ୍କ ପାଖେ ରହି ବେତ କାମ କରୁଥିଲେ। ବୃଦ୍ଧ ଜଣକ ଆଜି ଅପରାହ୍ନ ୪.୩୦ ଘଟିକା ସମୟରେ କାଳୁପଡ଼ାଘାଟ ଷ୍ଟେସନ ସାଉଥ ଗେଟ ପଡିଥିବା ସମୟରେ ରେଲୱେ ଟ୍ରାକ୍ ଅତିକ୍ରମ କରୁଥିଲେ। ଠିକ୍ ସେହି ସମୟରେ ଟ୍ରେନ ନମ୍ବର ୧୨୮୪୬ ୟଶବନ୍ତପୁର ହାଉଡ଼ା ସୁପରଫାଷ୍ଟ ଏକ୍ସପ୍ରେସଟି ବୃଦ୍ଧଙ୍କୁ ଧକ୍କା ଦେଇଥିଲା।

ତେବେ ଖବର ପାଇ ଆରପିଏଫ କର୍ମଚାରୀମାନେ ବୃଦ୍ଧଙ୍କୁ ତୁରନ୍ତ ଟାଙ୍ଗୀ ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ବର୍ତ୍ତମାନ ଜିଆରପି ବୃଦ୍ଧଙ୍କ ଶବ ଜବତ କରିଥିବାବେଳେ ଆସନ୍ତାକାଲି ବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ମୃତଦେହ ହସ୍ତାନ୍ତର କରାଯିବ ବୋଲି ଜଣାପଡିଛି।